ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼, andrapradeshରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଡୋନେପେଜିଲ (ଇଂରାଜୀ ଭାଷାରେ Donepezil, ଏକ ବିକ୍ରୟ ନାମ ଆରିସେପ୍ଟ/ Aricept ଯାହା ଆଲଜିମର ରୋଗ ଚିକିତ୍ସା ନିମନ୍ତେ ଦିଆଯାଏ । ଏହା ମାନସିକ ସ୍ଥିତିରେ ସାମାନ୍ୟ ଉନ୍ନତି ଆଣେ । ଏହାର ବ୍ୟବହାରରେ କିନ୍ତୁ ରୋଗର ପ୍ରଗତିରେ କିଛି ପରିବର୍ତ୍ତନ ଆସେନି । କୌଣସି ଉପକାର ନମିଳିଲେ ଏହି ଔଷଧ ବନ୍ଦ କରିବାକୁ ଉପଦେଶ ଦିଆଯାଏ । ଏହାକୁ ପାଟିରେ ଦିଆଯାଏ । ଡୋନେପେଜିଲର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ନିଦ୍ରା ସମସ୍ୟା, ତରଳ ଝାଡ଼ା, ଆକ୍ରମଣଶୀଳ, ଥକ୍କା ଅନୁଭବ ଓ ମାଂସପେଶୀ କ୍ରାମ୍ପ ହୋଇପାରେ । ସାଂଘାତିକ ପାର୍ଶ୍ୱ ପ୍ରତିକ୍ରିୟା ହେଲେ ଅନିୟମିତ ହୃଦ୍ଗତି (heart arrythmia), ମୂତ୍ରାବଧାରଣ (urinary retention) ବା ବାତ (seizures) ହୋଇପାରେ । ଡୋନେପେଜିଲ ଏକ କେନ୍ଦ୍ରୀୟ ଆସେଟାଇଲ୍ଲକୋଲିନଇସ୍ଟରେଜ ଅବରୋଧକାରୀ (acetylcholinesterase inhibitor) ଔଷଧ ।ସନ ୧୯୯୬ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଡୋନେପେଜିଲ ଔଷଧ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଖର୍ଚ୍ଚ ବାବଦକୁ ପ୍ରାୟ ୮.୪୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼େ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଡୋଜର ହୋଲସେଲ ମୂଲ୍ୟ ୧.୩୮ ଆମେରିକୀୟ ଡଲାର । ସନ ୨୦୧୬ରେ ଏହାର ୭ ନିୟୁତ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିପସନ ତାଲିକାରେ ୯୮ତମ ସ୍ଥାନରେ ତାଲିକାଭୁକ୍ତ ହୋଇଥିଲା ।
ଦେଉଳଝରି ଓଡ଼ିଶାର ଅନୁଗୋଳ ଜିଲ୍ଲାର ଆଠମଲ୍ଲିକଠାରେ ଥିବା ଏକ ଉଷ୍ଣପ୍ରସ୍ରବଣ । ଏଠାରୁ ବାହାରୁଥିବା ଉଷ୍ମ ଜଳସ୍ରୋତକୁ ୩୬ଟି କୃତ୍ରିମ କୁଣ୍ଡରେ ରଖି ବ୍ୟବହାର କରାଯାଏ । ଦେଉଳଝରି ଏକ ପୁରାତନ ଶୈବପୀଠ । ୨୪ ଏକର ୫୫ ଡିସିମିଲି ବିଶିଷ୍ଟ ଏହି ଅଞ୍ଚଳଟି କିଆବଣରେ ପରିପପୂର୍ଣ୍ଣ ଏକ ସୁନ୍ଦର ସ୍ଥାନ । ଏହା ମୁଖ୍ୟତ ଉଷ୍ମପ୍ରସବଣ ଏବଂ ବହୁ ପୁରାତନ ଶ୍ରୀ ସିଦ୍ଧେଶ୍ୱର ବାବାଙ୍କ ମନ୍ଦିର ପାଇଁ ପ୍ରସିଦ୍ଧି ଲାଭ କରିଛି | ମନ୍ଦିରର ଦକ୍ଷିଣ ପାର୍ଶରେ ଚିତ୍ରୋତ୍ପଳା ନଦୀ ବହିଯାଉଛି | ଉତ୍ତରରେ ସୁଉଚ୍ଚ ପଞ୍ଚଧାରା ପର୍ବତ | ପୂର୍ବରେ ଆଠମଲ୍ଲିକ ସହର ଓ ପଶ୍ଚିମରେ ଅଳ୍ପଦୂର ଗଲେ ମାଧପୁର ସହର ଦେଇ ମହାନଦୀ ବହିଯାଇଛି |
ଗର୍ଭାଶୟ କର୍କଟ (ଇଂରାଜୀ ଭାଷାରେ Uterine cancer, also known as womb cancer) ମାନବ ଜରାୟୁରେ (uterus) ଜାତ ହେଉଥିବା ଦୁଇ ପ୍ରକାର କର୍କଟ ରୋଗକୁ ବୁଝାଏ । ଜରାୟୁରେ ଥିବା ଏପିଥେଲିଅମରୁ ଜାତ ହେଉଥିବା କର୍କଟକୁ ଏଣ୍ଡୋମେଟ୍ରିଆଲ କର୍କଟ (Endometrial cancer) ଓ ଅନ୍ୟାନ୍ୟ ସଂଯୋଗକାରୀ ତନ୍ତୁରୁ ଜାତ କର୍କଟ ରୋଗକୁ ଗର୍ଭାଶୟ ସାର୍କୋମା କୁହାଯାଏ । ଏହି ରୋଗରେ ଯୋନୀ ରକ୍ତସ୍ରାବ (vaginal bleeding) ଓ ଶ୍ରୋଣୀ ବା ପେଲଭିସରେ (pelvis) ଯନ୍ତ୍ରଣା ହୋଇପାରେ । ଗର୍ଭାଶୟ ସାର୍କୋମା (uterine sarcoma) ହେଲେ ଅସାଧାରଣ ରକ୍ତସ୍ରାବ ଓ ଯୋନୀ ମଧ୍ୟରେ ଗୋଟାଳି ହୋଇପାରେ ।ମୋଟାପଣ, ମେଟାବୋଲିକ ସିଣ୍ଡ୍ରୋମ (metabolic syndrome), type 2 diabetes, ରୋଗର ପାରିବାରିକ ଇତିହାସ ଥିଲେ ଏଣ୍ଡୋମେଟ୍ରିଆଲ କର୍କଟ ରୋଗ ସଙ୍କଟ ରହିପାରେ । ପେଲଭିସରେ ରାଡିଏସନ ଥେରାପି (radiation therapy) ଦିଆଯାଇଥିଲେ ଗର୍ଭାଶୟ ସାର୍କୋମା ସଙ୍କଟ ରହିପାରେ । ଏଣ୍ଡୋମେଟ୍ରିଆଲ ବାୟୋପ୍ସି endometrial biopsy କରି ଏଣ୍ଡୋମେଟ୍ରିଆଲ କର୍କଟ ରୋଗ ନିର୍ଣ୍ଣୟ କରାଯାଏ । ଲକ୍ଷଣ, ପେଲଭିସ ପରୀକ୍ଷା (pelvic exam) ଓ ମେଡିକାଲ ଇମେଜିଙ୍ଗ (medical imaging) ସାହାଯ୍ୟରେ ଗର୍ଭାଶୟ ସାର୍କୋମା ରୋଗ ନିର୍ଣ୍ଣୟ କରାଯାଏ ।ଏଣ୍ଡୋମେଟ୍ରିଆଲ କର୍କଟ ରୋଗ ଆରୋଗ୍ୟ କରାଯାଇପାରେ କିନ୍ତୁ ଗର୍ଭାଶୟ ସାର୍କୋମା ଚିକିତ୍ସା ଅତୀବ କଷ୍ଟସାଧ୍ୟ । ଅପରେଶନ (Surgery), ରାଡିଏସନ ଥେରାପି (radiation therapy), କେମୋଥେରାପି (chemotherapy), ହରମୋନ ଥେରାପି (hormone therapy), ଟାରଗେଟେଡ ଥେରାପି (targeted therapy) ସାହାଯ୍ୟରେ ଏହି ରୋଗର ଚିକିତ୍ସା କରାଯାଏ । ରୋଗ ନିର୍ଣ୍ଣୟ ପରେ ୮୦%ରୁ ଅଧିକ ରୋଗୀ ୫ ବର୍ଷରୁ ଅଧିକ ସମୟ ବଞ୍ଚିଯାଆନ୍ତି ।ସନ ୨୦୧୫ରେ ପ୍ରାୟ ୩.୮ ନିୟୁତ ଲୋକଙ୍କର ଏହି ରୋଗ ହୋଇ ୯୦,୦୦୦ ଲୋକଙ୍କର ମୃତ୍ୟୁ ହୋଇଥିଲା । ଏଣ୍ଡୋମେଟ୍ରିଆଲ କର୍କଟ ଏକ ଅପେକ୍ଷାକୃତ ସାଧାରଣ ରୋଗ କିନ୍ତୁ, ଗର୍ଭାଶୟ କର୍କଟ କ୍ୱଚିତ ହୁଏ । ଯୁକ୍ତରାଷ୍ଟ୍ର ଆମେରିକାରେ ସମୁଦାୟ କର୍କଟ ରୋଗର ୩.୫% ନୂଆ ରୋଗୀ ଅଟନ୍ତି । ମହିଳାମାନେ ୫୫ରୁ ୭୪ ବର୍ଷ ବୟସ ମଧ୍ୟରେ ଏହି ରୋଗର ଶିକାର ହୁଅନ୍ତି ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus' ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ୱେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ୱାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ଶରତ କୁମାର ସାହୁ, ଜଣେ ଓଡ଼ିଆ ଶିଳ୍ପଦ୍ୟୋଗୀ । ସେ 'ରୁଚି ମସଲା'ର ଜନକ ଏବଂ 'ଓମ ତୈଳ ଓ ଅଟା କଳ'ର ପ୍ରତିଷ୍ଠାତା ।ଶରତଙ୍କ ପରିବାର, ଏକଦା କଟକର ରାଣୀହାଟଠାରେ ଏକ ଛୋଟ ହୋଟେଲ କରି ଚଳୁଥିଲେ । ସୁସ୍ୱାଦୁ ଖାଦ୍ୟ ପରିବେଷଣ ପାଇଁ ଏହି ହୋଟେଲଟି ଜଣାଶୁଣା ଥିଲା । ୧୯୭୫ ମସିହାରେ ସରକାର କୌଣସି କାରଣ ବଶତଃ ଏହି ହୋଟେଲଟିକୁ ଭାଙ୍ଗି ଦେଇଥିଲେ । ସୁସ୍ୱାଦୁ ଖାଦ୍ୟ ପରଷିବାର ଶରତ ବାବୁଙ୍କ ଇଚ୍ଛା, ପରବର୍ତ୍ତୀ ସମୟର ରୁଚି ମସଲା ଉଦ୍ୟୋଗକୁ ବାଟ କଢେଇଥିଲା । ୧୯୭୬ ମସିହାରେ ମାତ୍ର ୫୦୦୦ଟଙ୍କାର ମୂଳଧନ ସହିତ, ସେ ଓମ ତୈଳ ଓ ଅଟା କଳ ପ୍ରତିଷ୍ଠା କରିଥିଲେ । କିଛି ସମୟପରେ, ସେ ଏହି କଳରୁ ମସଲା ଓ ସିମେଁଇ ପ୍ରସ୍ତୁତ କରିବା ଆରମ୍ଭ କରିଥିଲେ । ୧୯୭୮ ମସିହାରେ ବିଜୁ ବାବୁ, ଶରତ ବାବୁଙ୍କୁ ଏକ କର୍ମଶାଳାରେ ଯୋଗଦେବା ପାଇଁ, ଦକ୍ଷିଣ ଆଫ୍ରିକା ପଠାଇଥିଲେ । ସେଠାରୁ, ସେ ଫୁଡ଼ ପ୍ରୋସେସିଂ ବାବଦରେ କଳାକୌଶଳ ଶିକ୍ଷାଗ୍ରହଣ କରି, ନିଜ ବ୍ୟାପାରରେ ଲଗେଇଲେ ଓ ବହୁ ସଫଳତା ହାସଲ କରିଥିଲେ । ସେହି ଧାରା ଏବେ ମଧ୍ୟ ଅବ୍ୟାହତ ରହିଛି ଓ ଇଟାଲୀ ଏବଂ ଦକ୍ଷିଣ କୋରିଆରୁ କଳାକୌଶଳ ଆସି, କଟକ ଖପୁରିଆସ୍ଥିତ ତାଙ୍କ କାରଖାନାରେ ପାସ୍ତା ତିଆରିରେ ବ୍ୟବହାର କରାଯାଉଛି । ରୁଚି ମସଲା ଏବେ ରାଜ୍ୟ ଓ ଦେଶ ମଧ୍ୟରେ ଆବଦ୍ଧ ନରହି, ବିଦେଶକୁ ମଧ୍ୟ ରପ୍ତାନୀ ହେଉଛି । ଶରତ ପିଲାଦିନେ ଜଣେ କବାଡ଼ି ଖେଳାଳି ଥିଲେ ଓ ଓଡ଼ିଶା ଦଳର ଅଧିନାୟକ ମଧ୍ୟ ରହିଥିଲେ । ସେ ଓଡ଼ିଶା କବାଡ଼ି ସଂଘର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି । ଓଡ଼ିଶାର ବିଭିନ୍ନ କ୍ଷେତ୍ରରେ ପ୍ରତିଭାଶାଳୀ ବ୍ୟକ୍ତିତ୍ୱମାନଙ୍କୁ ତାଙ୍କ ଅନୁଷ୍ଠାନ ତରଫରୁ ପ୍ରତିବର୍ଷ 'ରୁଚି ପ୍ରତିଭା ସମ୍ମାନ' ପ୍ରଦାନ କରାଯାଇଥାଏ । ତାଙ୍କ ଜୀବନୀକୁ ନେଇ ଶରତ ଶତମ୍ ନାମରେ ଏକ ପୁସ୍ତକ ଲେଖାଯାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ସକ୍ରେଟିସ (୪୭୦/୪୬୯-୩୯୯ ଖ୍ରୀଷ୍ଟପୂର୍ବ) ଶାସ୍ତ୍ରୀୟ ଗ୍ରୀକ୍ ଦାର୍ଶନିକ ମାନଙ୍କ ମଧ୍ୟରୁ ଜଣେ ଥିଲେ, ଯିଏକି ପାଶ୍ଚାତ୍ୟ ଦର୍ଶନ ଶାସ୍ତ୍ରର ପ୍ରତିଷ୍ଠାତା ଅଟନ୍ତି।ତାଙ୍କ ଛାତ୍ର ପ୍ଲାଟୋ ଓ ଜେନୋଫେନ୍ ଏବଂ ତାଙ୍କ ସମକାଳୀକ ଆରିଷ୍ଟୋଫେନଙ୍କ ଲେଖାଦ୍ୱାରା ସେ ଜଣେ ରହସ୍ୟମୟ ବ୍ୟକ୍ତିତ୍ୱ ରୂପେ ଜଣାଶୁଣା ଅଟନ୍ତି । ଜ୍ଞାନତତ୍ୱ କ୍ଷେତ୍ରରେ ସକ୍ରେଟିସ ବି ଗୁରୁତ୍ୱପୂର୍ଣ୍ଣ ଓ ଦୀର୍ଘସ୍ଥାୟୀ ସହଯୋଗ ଗଠନ କରିଥିଲେ ଓ ତାଙ୍କ ବିଚାରଧାରା ଗୁଡ଼ିକ ଅନୁକରଣ କରାଯାଇଥିବା ପାଶ୍ଚାତ୍ୟ ଦର୍ଶନ ଶାସ୍ତ୍ରର ଶକ୍ତ ମୂଳଦୁଆ ରୂପେ ପ୍ରମାଣିତ ହୋଇଛି ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ ନୂଆପଡ଼ାକୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ ରାୟଗଡ଼ା ଜିଲ୍ଲାକୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଏବେ ଯାଏଁ ବି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଅଛି।
ପୁଲୱାମା ଆକ୍ରମଣ ୧୪ ଫେବୃୟାରୀ ୨୦୧୯ ମସିହାରେ ହୋଇଥିଲା । ଏହି ଆକ୍ରମଣରେ କିଛି ଭାରତୀୟ ସୈନ୍ୟବାହିନୀଙ୍କୁ (CRPF) ନେଇ ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥରେ ଯାଉଥିବା ଏକ ପ୍ରତିରକ୍ଷା ବାହିନୀ ଗାଡ଼ିକୁ ଜଣେ ଆତ୍ମଘାତୀ ବିସ୍ଫୋରଣକାରୀଦ୍ୱାରା ଅବନ୍ତିପୁରା ନିକଟସ୍ଥ ଲେଥପୋରା, ପୁଲୱାମା ଜିଲ୍ଲା, ଜମ୍ମୁ ଓ କାଶ୍ମୀରଠାରେ ଆକ୍ରମଣ କରାଯାଇଥିଲା । ଏଥିରେ ୪୬ଜଣ ସିଆରପିଏଫ ସୈନ୍ୟ ଶହୀଦ ହୋଇଥିଲେ, ଏଥି ସହ ବିସ୍ଫୋରଣକାରୀର ମଧ୍ୟ ମୃତ୍ୟୁ ଘଟିଥିଲା । ଏହି ଆକ୍ରମଣକୁ ପାକିସ୍ତାନରେ ଥିବା ଏକ ଇସଲାମ ସଙ୍ଗଠନ, ଜୈଶ-ଏ-ମହମ୍ମଦ ଘଟାଇଥିବା ଦାବି କରିଛି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ହିନ୍ଦୁ-ଆର୍ଯ୍ୟ ଭାଷା କିମ୍ବା ଇଣ୍ଡିକ ଭାଷାରେ ଭାରତୀୟ ଉପ-ମହାଦ୍ୱୀପର ପ୍ରମୁଖ ଭାଷା ପରିବାର ଅଟେ । ସେହି ଇଣ୍ଡୋ-ଇରାନୀ ଭାଷାର ଏକ ଶାଖାର ନିର୍ମାଣ କରିଥାନ୍ତି , ସ୍ୱୟଂ ଇଣ୍ଡୋ-ୟୁରୋପୀୟନ ଭାଷା ପରିବାରର ଏକ ଶାଖା ହୋଇଥାଏ । ଇଣ୍ଡୋ-ଆର୍ଯ୍ୟ ବକ୍ତା ମାନଙ୍କ ସମ୍ବନ୍ଧରେ ଅଧାରୁ ଅଧିକ ଇଣ୍ଡୋ-ୟୁରୋପୀୟ ସ୍ପିକର ଏବଂ ଅଧାରୁ ଅଧିକ ଇଣ୍ଡୋ-ୟୁରୋପୀୟ ଭାଷା ଏଥନୋଲାଗଦ୍ୱାରା ମାନ୍ୟତା ପ୍ରାପ୍ତ ହୋଇଛି । ମୁଖ୍ୟରୂପେ ଦକ୍ଷିଣ ଏସିଆରେ ଭାଷା କୁହାଯାଏ, କିନ୍ତୁ ଇଣ୍ଡୋ-ଆର୍ଯ୍ୟନ ଭାଷା ୟୁରୋପ ଏବଂ ମଧ୍ୟ ପୂର୍ବରେ କୁହାଯିବ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।