ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶାନ୍ତି ଦେବୀ (ଓଡ଼ିଆ ରାଜନୀତିଜ୍ଞ)
ଶାନ୍ତି ଦେବୀ (ମୃତ୍ୟୁ: ୪ ଜୁନ ୨୦୦୯) ଜଣେ ଓଡ଼ିଆ ରାଜନୀତିଜ୍ଞ ତଥା ଗଞ୍ଜାମ ଜିଲ୍ଲାର ଧରାକୋଟ ରାଜାବାଟୀର ରାଣୀ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଶାନ୍ତି ଦେବୀ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟା ଭାବରେ କାର୍ଯ୍ୟ କରିଥିଲେ । ୧୯୯୦ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜନତା ଦଳର ପ୍ରତିନିଧି ଭାବରେ ସୋରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ଏବଂ ୧୪,୮୦୬ ଖଣ୍ଡ ଭୋଟରେ ଆଗାଅ ହୋଇ ବିଜୟୀ ହୋଇଥିଲେ ଏବଂ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ସମ୍ବଲପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ସମ୍ବଲପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଆଗୋମେଲାଟିନ (ଇଂରାଜୀ ଭାଷାରେ Agomelatine ) ଏକ ଅସ୍ୱାଭାବିକ ଅବସାଦରୋଧୀ (atypical antidepressant) ଔଷଧ ଯାହା ପ୍ରମୁଖ ଅବସାଦ ବେମାରୀର ଚିକିତ୍ସା ନିମନ୍ତେ ଦିଆଯାଏ । ଏକ ଅନୁଶୀଳନରୁ ଜଣାଯାଏ, ଏହା ଅନ୍ୟାନ୍ୟ ଅବସାଦରୋଧୀ ଔଷଧ ଅପେକ୍ଷା ଗୁଣାତ୍ମକ ଭାବରେ କିଛି ଅଧିକ ନୁହେଁ । ସେହିଭଳି ଅନ୍ୟ ଏକ ଅନୁଶୀଳନରେ ଦେଖାଗଲା ଏହା ଅନ୍ୟାନ୍ୟ ଅବସାଦରୋଧୀ ଔଷଧ ସହିତ ତୁଳନାତ୍ମକ ଭାବରେ ସମାନ ।ଏହାର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଓଜନ ବୃଦ୍ଧି, ଥକ୍କା ଅନୁଭବ, ଯକୃତ ସମସ୍ୟା, ଅଇ, ମୁଣ୍ଡ ବିନ୍ଧା ଓ ଉଦ୍ବେଗ ହୋଇପାରେ । ଯକୃତ ସମସ୍ୟା ସମ୍ଭାବନା ଥିବା ଯୋଗୁ ବାରମ୍ବାର ରକ୍ତ ପରୀକ୍ଷା କରିବାକୁ ହୁଏ । ଡିମେନ୍ସିଆ ରୋଗରେ ଓ ୭୫ ବର୍ଷ ବୟସ ପରେ ଏହା ଦେବାକୁ ସୁପାରିସ କରାଯାଏ ନାହିଁ । ଅନ୍ୟାନ୍ୟ ଅବସାଦରୋଧୀ ଔଷଧ ଅପେକ୍ଷା ଏହାର କମ୍ ପାର୍ଶ୍ୱ ପ୍ରତିକ୍ରିୟା ଥିବା ଏକ ଅନୁଶୀଳନରୁ ଜଣାଯାଏ । ଏହା ଏକ ମେଲାଟୋନିନ ଆଗୋନିସ୍ଟ (stimulating melatonin receptors ) ଓ ସିଲେକ୍ଟିଭ ସେରୋଟୋନିନ ଆଣ୍ଟାଗୋନିସ୍ଟ (blocking serotonin receptors) ଭାବରେ କାମ କରେ ।ସନ ୨୦୦୯ରେ ୟୁରୋପରେ ଓ ସନ ୨୦୧୦ରେ ଅଷ୍ଟ୍ରେଲିଆରେ ଆଗୋମେଲାଟିନ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହା ସ୍ୱୀକୃଟ କରିବା ପ୍ରଚେଷ୍ଟ ସନ ୨୦୧୧ରେ ଶେଷ ହୋଇଗଲା । ସର୍ଭିଅର (Servier) ନାମକ କମ୍ପାନୀ ଏହାକୁ ପ୍ରସ୍ତୁତ କରିଥିଲେ । ସନ ୨୦୧୯ରେରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୩୦ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସ୍ନେହାଙ୍ଗିନୀ ଛୁରିଆ (ଜନ୍ମ: ୯ ଡିସେମ୍ବର ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ୨୦୧୪ ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଅତାବିରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓଡ଼ିଶା ବିଧାନ ସଭାର ୧୫ଶ ସଭାକୁ ନିର୍ବାଚିତ ହୋଇଥିଲେ । ସ୍ନେହାଙ୍ଗିନୀ ଓଡ଼ିଶା ବିଧାନ ସଭାର ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ରୁ ୨୦୧୭ ଯାଏଁ ସେ ରାଜ୍ୟ ଆଦିବାସୀ କଲ୍ୟାଣ ବିଭାଗର ମନ୍ତ୍ରୀ ଥିଲେ ଏବଂ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଭାବରେ ସେ ୨୦୧୪ରୁ ଏବେଯାଏଁ କାର୍ଯ୍ୟ କରି ଆସୁଛନ୍ତି ।
ନନ୍ଦିନୀ ଦେବୀ (ଜନ୍ମ: ୧ ଜାନୁଆରୀ ୧୯୭୬) ଜଣେ ଓଡ଼ିଆ ରାଜନୀତିଜ୍ଞା । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ନନ୍ଦିନୀ ଦେବୀ ଓଡ଼ିଶା ବିଧାନ ସଭାର ଜଣେ ସଭ୍ୟା ଭାବରେ କାର୍ଯ୍ୟ କରିଥିଲେ । ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ନନ୍ଦିନୀ ଦେବୀ ସାନଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ତଥା ସେହି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କୁ ୮,୨୨୨ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସୁନ୍ଦରଗଡ଼ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ସୁନ୍ଦରଗଡ଼' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus' ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ନବରଙ୍ଗପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ନବରଙ୍ଗପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଗାର୍ଗୀ ମହାନ୍ତି ଜଣେ ଓଡ଼ିଆ ଚଳଚ୍ଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ଗାର୍ଗୀ ଜଣେ ଦକ୍ଷ ଏବଂ ପ୍ରଶିକ୍ଷିତ ଓଡ଼ିଶୀ ନର୍ତ୍ତକୀ । ସେ ଅଢ଼େଇ ବର୍ଷ ବୟସରୁ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ସେ ପ୍ରଥମେ ଓଡ଼ିଆ ଆଲବମରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ୨୦୦୫ରେ ସେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗାର୍ଗୀଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ହର ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଅର୍ଜୁନ । ସେ ଓଡ଼ିଆ ଦୂରଦର୍ଶନରେ ମଧ୍ୟ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ପ୍ରଥମେ ସେ ଡିଡି ଓଡ଼ିଆର ଧାରାବାହିକ କହିଲେ ତୋ କୁଳ କୁଟୁମ୍ବକୁ ଲାଜରେ ଅଭିନୟ କରିଥିଲେ ।
କୃଷ୍ଣପ୍ରସାଦ ମିଶ୍ର(୧୯୩୩-୧୯୯୪), ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଗାଳ୍ପିକ ଥିଲେ । ପ୍ରବନ୍ଧ ଓ ଉପନ୍ୟାସ କ୍ଷେତ୍ରରେ ମଧ୍ୟ ତାଙ୍କର ପ୍ରବେଶ ରହିଥିଲା । ତାଙ୍କ ସାହିତ୍ୟରେ ପ୍ରାଚ୍ୟ ଓ ପାଶ୍ଚାତ୍ୟ ଜୀବନ ଶୈଳୀର ଏକ ତୁଳନାତ୍ମକ ଦୃଷ୍ଟିଭଙ୍ଗି ପ୍ରକାଶିତ ହେଉଥିଲା । ବିଦେଶରେ ରହୁଥିବା ଭାରତୀୟ ମାନଙ୍କର ଦ୍ୱନ୍ଦ୍ୱକୁ ସେ ନିଜ ସାହିତ୍ୟରେ ଦେଖେଇବାକୁ ଚେଷ୍ଟା କରିଥିଲେ । ସେ ଜଣେ ଛାତ୍ରବତ୍ସଳ ଶିକ୍ଷକ ଓ ସୁବକ୍ତା ଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସ ( ୭ ଫେବ୍ରୁଆରି ୧୮୧୨-୯ ଜୁନ ୧୮୭୦ ) ଜଣେ ଇଂରେଜୀ ଲେଖକ ଓ ସାମାଜିକ ସମାଲୋଚକ ଥିଲେ । ସେ ବିଶ୍ୱର କେତେକ ସର୍ବାଧିକ ଆଦୃତ କାଳ୍ପନିକ ଚରିତ୍ରର ସୃଷ୍ଟି କର୍ତା ଥିଲେ ଓ ଅନେକଙ୍କ ମତରେ ସେ ଭିକ୍ଟୋରିଆନ ଯୁଗର ସର୍ବଶ୍ରେଷ୍ଠ ଉପନ୍ୟାସକାର ଥିଲେ । ତାଙ୍କ ଉପନ୍ୟାସର ଚରିତ୍ର " ଅଲିଭର ଟୁଇସ୍ଟ "ଓ "ଡେଭିଡ କପରଫିଳ୍ଡ "ଭିକ୍ଟୋରିଆ ଯୁଗରୁ ଆରମ୍ଭ କରି ଆଜିଯାଏ ଏକ ଆଦରଣୀୟ ଔପନ୍ୟାସୀକ ଚରିତ୍ର ଭାବରେ ଆଦୃତ ହେଇ ଆସିଛି ।ଅଲିଭର ଜଣେ ଅପାଠୁଆ ଦରିଦ୍ର ବାଳକର ଚରିତ୍ର । ତାହାର ଚରିତ୍ର ଚିତ୍ରଣରେ ଡିକେନ୍ସ ଅତ୍ୟନ୍ତ ନିଖୁନତାର ସହ ଇଂଲଣ୍ଡର ସାଧାରଣ ଜନ ଜୀବନକୁ ଜୀବନ୍ତ ଭାବରେ ପ୍ରତିଫଳନ କରେଇ ଥିଲେ । ଡିକେନ୍ସ ନିଜ ଜୀବନ କାଳ ମଧ୍ୟରେ ସେ ବିରଳ ଜନପ୍ରିୟତା ହାସଲ କରିଥିଲେ ଓ ବିଂଶ ଶତାବ୍ଦୀ ବେଳକୁ ବିଦ୍ୱାନ ଓ ସମାଲୋଚକ ମାନେ ତାଙ୍କୁ ସାହିତ୍ୟିକ କିମ୍ବଦନ୍ତୀ ବ୍ୟକ୍ତି ଭାବରେ ଗ୍ରହଣ କରିଥିଲେ ।ଏବେ ମଧ୍ୟ ତାଙ୍କର ସାହିତ୍ୟିକ କୃତି ସବୁ ବିଶ୍ୱ ସାହିତ୍ୟରେ ଶ୍ରେଷ୍ଠ ଓ ବହୁଳ ବିକ୍ରୀତ ପୁସ୍ତକ ତାଲିକାରେ ରହିଛି । ଡିକେନ୍ସଙ୍କ ଜନ୍ମ ଇଂଲଣ୍ଡର ପୋର୍ଟ୍ସମାଉଥଠାରେ ହେଇଥିଲା । ତାଙ୍କର ଋଣଗ୍ରସ୍ତ ପିତାଙ୍କୁ ରୁଣ ସୁଝି ନ ପାରିବାରୁ ଜେଲ ଦଣ୍ଡ ମିଳିବାରୁ ବାଲ୍ୟ କାଳରୁ ସେ ସ୍କୁଲ ଛାଡି ଏକ କାରଖାନାରେ କାର୍ଯ୍ୟ କରିବାକୁ ହେଇଥିଲା । ସାଧାରଣ ବିଦ୍ୟାଳୟ ଶିକ୍ଷା କମ ପାଇଥିଲେ ମଧ୍ୟ ସେ ଏକ ସାପ୍ତାହିକି ଜର୍ନାଲ ୨୦ ବର୍ଷ ଧରି ସମ୍ପାଦନା କରିଥିଲେ ଓ ୧୫ଟି କାଳ୍ପନିକ ଉପନ୍ୟାସ ସହ ୫ଟି କ୍ଷୁଦ୍ର ଉପନ୍ୟାସ , ଶତାଧିକ କ୍ଷୁଦ୍ର ଗଳ୍ପ , ଅନେକ ଅଣ–କାଳ୍ପନିକ ଲେଖା ବଳି ରଚନା କରିବା ସହ ବ୍ୟାପକ ଭାବରେ ବକୃତା ଦେଇଥିଲେ । ସେ ନିରନ୍ତର ଭାବରେ ଜଣେ ପତ୍ର ଲେଖକ ଥିଲେ । ସାମାଜିକ କ୍ଷେତ୍ରରେ ଅବଦାନ ଭାବରେ ସେ ଶିଶୁ ମାନଙ୍କ ଶିକ୍ଷା , ସାମାଜିକ ଅଧିକାରର ଜଣେ ବଳିଷ୍ଟ ସମର୍ଥକ ଓ ଅଗ୍ରଦୂତ ଭାବରେ ରହିଥିଲେ । ଡିକେନ୍ସ 1836 ମସିହାରେ “ ଦି ପିକୱିକ ପେପର୍ସ “( The Pickwick Papers ) ନାମକ ଏକ ଧାରାବାହିକ ଲେଖା ପ୍ରକାଶ କରି ଦ୍ରୁଷ୍ଟି ଆକର୍ଷଣ କରିଥିଲେ । ମାତ୍ର କିଛି ବର୍ଷ ମଧ୍ୟରେ ସେ ତାଙ୍କର ଲେଖାରେ ସାମାଜିକ ଚରିତ୍ର ଗୁଡିକର ନିଖୁଣ ଚିତ୍ରଣ , ଲେଖାରେ ନାଟକୀୟତା ତଥା ସମାଜର ସାଂପ୍ରତିକ ଘଟଣା ବଳିର ଜୀବନ୍ତ ଭଙ୍ଗିରେ ଉପସ୍ଥାପନା ପାଇଁ ଅନ୍ତର୍ଜାତିକ ସ୍ତରରେ ପରିଚିତ ହେଇ ଗଲେ । ସେହି ସମୟରେ ତାଙ୍କର ଉପନ୍ୟାସ ମାସିକ ବା ସାପ୍ତାହିକ ପତ୍ରିକାରେ ଧାରାବାହିକ ହିସାବରେ ପ୍ରକାଶିତ ହଉଥିଲା ।ସମୟ କ୍ରମେ ଭିକ୍ଟୋରିଆ ଯୁଗରେ ଏହା ସବୁଠାରେ ପ୍ରଚଳିତ ପ୍ରକାଶନ ଧାରାରେ ପରିଣତ ହେଇଥିଲା । ତାଙ୍କର ଅନନ୍ୟ "ଧାରାବାହିକ ପ୍ରକାଶନ" ମଧ୍ୟମଦ୍ୱାରା ସେ ପାଠକ ମାନଙ୍କ ପ୍ରତିକ୍ରିୟା ଜାଣି ସେହି ଅନୁସାରେ ତାଙ୍କର ଆଗାମୀ ପର୍ଯ୍ୟାୟ ଲେଖାର କାହାଣୀକୁ ପରିବର୍ତନ କରୁଥିଲେ । ସେ ତାଙ୍କର ସର୍ବାଧିକ ଆଦୃତ ଉପନ୍ୟାସ “ ଦେଭିଡ କପରଫିଳ୍ଡ ‘ ( David Coppersfield )ରେ "ମିସ ମିକାୱର"ଙ୍କ ଚରିତ୍ର ଦୁର୍ବଳତାକୁ ପ୍ରତିଫଳନ କରୁଥିବାର ମତ ଜାଣିବା ପରେ ତାହାକୁ ପରବର୍ତୀ ଅଧ୍ୟାୟରେ ସକାରାତ୍ମକ ଚରିତ୍ରରେ ପରିବର୍ତନ କରିଥିଲେ । ସେ ସେହି ସମୟରେ ଇଂଲଣ୍ଡ ରାସ୍ତାରେ ବୁଲୁଥିବା ବା କାରଖାନାରେ ଶ୍ରମିକ ଥିବା ଅଶିକ୍ଷିତ ବାଳକ ମାନଙ୍କୁ ବସେଇ ତାଙ୍କୁ ମାସିକ ଧାରାବାହିକ ସବୁ ପଢି ଶୁଣାଉଥିଲେ ଓ ତାହାଦ୍ୱାରା ସେମାନେ ଏକ ନୂତନ ଶ୍ରେଣୀର ପାଠକ ହେଇ ଅଣପରମ୍ପରିକ ଶିକ୍ଷା ମଧ୍ୟ ପାଉଥିଲେ । .ତାଙ୍କ ସମୟରେ ଡିକେନ୍ସ ଜଣେ ପ୍ରବୃଦ୍ଧ ସାହିତ୍ୟିକ ଭାବରେ ଜଣା ଶୁଣା ହେଇ ସାରିଥିଲେ ଓ ୧୯୪୮ ମସିହାରେ ତାଙ୍କର ଉପନ୍ୟାସ “A Christmas Carol,” ବହୁ ପ୍ରଶଂଷିତ ହେବା ସହ ଅନେକ ନୂତନ ଲେଖକଙ୍କ ପାଇଁ ମାର୍ଗଦର୍ଶକ ହେଇଥିଲା । ତାଙ୍କର ଉପନ୍ୟାସ “Oliver Twist “ଓ “ Great Expectations” ଆଦୃତ ହେବା ସହ ଆଦର୍ଶ ମଧ୍ୟ ହେଇଥିଲା । ତାଙ୍କର ଲେଖା ସବୁକୁ ଭିକ୍କ୍ଟୋରିଆ ଯୁଗର ଉପୋନ୍ୟାସ ସାହିତ୍ୟର ଏକ ନିଦର୍ଶନ ଭାବରେ ନିଆଯାଇ ଆସୁଛି । ଲଣ୍ଡନ ଓ ପାରିସ ଦୁଇଟି ମୁଖ୍ୟ ଇଉରୋପୀୟ ମହାନଗରୀ ଉପରେ ପରଜ୍ଯବେଶିତ ଡିକେନ୍ସଙ୍କ ଉପନ୍ୟାସ “A Tale of Two Cities,”ରେ ସେ ଯୁଗର ଏକ ଶ୍ରେଷ୍ଠ ଏଇତିହାସିକ କାଳ୍ପନିକ ଉପନ୍ୟାସ ଭାବରେ ତାଙ୍କୁ ସ୍ୱୀକୃତି ଦେଇଥିଲା । ଡିକେନ୍ସଙ୍କ ଲେଖା ସମୂହକୁ ବିଶ୍ୱର ପ୍ରଖ୍ୟାତନାମା ଲେଖକ ଲିଓ ଟଲଷ୍ଟୟ , ଜର୍ଜ ଅରୱେଲ, ଓ ଜି . କେ.
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସତ୍ୟନାରାୟଣ ଗଙ୍ଗାରାମ ପିତ୍ରୋଦା ବା ଶ୍ୟାମ୍ ପିତ୍ରୋଦା ଓଡ଼ିଶାର ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ଠାରେ ଜନ୍ମିତ ଜଣେ ଜଣାଶୁଣା ଓଡ଼ିଆ ଟେଲିକମ୍ ଇଞ୍ଜିନିୟର୍ ତଥା ବୈଜ୍ଞାନିକ । ୧୯୬୪ ମସିହାରେ ସେ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ପଢିବା ନିମିତ୍ତ ଚିକାଗୋ ଯାତ୍ରା କରିଥିଲେ । ବହୁବର୍ଷ ପରେ ପିତ୍ରୋଦା ତାଙ୍କ ଭାରତ ଯାତ୍ରା ସମୟରେ ସ୍ତ୍ରୀଙ୍କୁ ଫୋନ କଲ୍ଟିଏ କରିପାରି ନ ଥିଲେ । ତେଣୁ ସେ ଭାରତକୁ ଫେରି ତତ୍କାଳୀନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ସହାୟତାରେ ଭାରତର କୋଣ ଅନୁକୋଣକୁ ଟେଲିକମୁନିକେସନ୍ ମାଧ୍ୟମରେ ଯୋଡିବାରେ ପ୍ରମୁଖ ଭୂମିକା ଗ୍ରହଣ କଲେ । ତାଙ୍କରି ପ୍ରଚେଷ୍ଟାରେ ସି ଡଟ୍ (Center for the Development of Telematics)ର ଶୁଭାରମ୍ଭ ହେଲା । ସେ ଭାରତର ପ୍ରଧାନମନ୍ତ୍ରୀଙ୍କ ଜଳ ସଂପଦ, ଶିକ୍ଷା, ସ୍ୱାସ୍ଥ୍ୟ ତଥା ଟେଲିକମୁନିକେସନ୍ ସମ୍ପର୍କିତ ପ୍ରଦ୍ୟୋଗିକୀ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ । ସେ ମଧ୍ୟ ଥିଲେ ଭାରତର ଟେଲିକମ୍ ଆୟୋଗ (Telecom Commission)ର ସଂସ୍ଥାପକ ଅଧ୍ୟକ୍ଷ୍ୟ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସି ପ୍ରୋଗ୍ରାମିଂ ଭାଷା(C Programming Language) ଏକ ଉଚ୍ଚ ସ୍ତରିୟ ପ୍ରୋଗ୍ରାମିଂ ଭାଷା ଯାହାର ପ୍ରାଥମିକ ବିକାସ ଡେନିସ ରୀଚିଦ୍ୱାରା ୧୯୬୯ ଏବଂ ୧୯୭୩ ମଧ୍ୟରେ ବେଲ ପ୍ରୟଗଶାଳା କରାଯାଇଥିଲା। ସି ପ୍ରୋଗ୍ରାମିଂ ଭାଷାର ରୁପରେଖା ଏପରି ଅଛି ଯାହା ଦ୍ୱାର ଏହାକୁ 'ଯନ୍ତ୍ର ଅନୁଦେଶ'(Machine Instruction) ସହିତ ଭାଲ ଭାବରେ ପ୍ରତିଚିତ୍ରଣ କରିହେବ ଏହି କାରଣରୁ ସିଷ୍ଟମ ସଫ୍ଟୱେର ଯେପରିକି 'ୟୁନିକ୍ସ ଅପରେଟିଙ୍ଗ ସିଷ୍ଟମକୁ'(UNIX Operating System) ଅତ୍ୟଧିକ ଭାବରେ ସି ପ୍ରୋଗ୍ରାମିଂ ଭାଷାରେ ଲେଖାଯାଇଛି।ସି ପ୍ରୋଗ୍ରାମିଂ ଭାଷା ଏକ ବ୍ୟାପକ ଭାବରେ ବ୍ୟବହାର କରାଯାଉଥିବା ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷା। ସି ପ୍ରୋଗ୍ରାମିଂ ଭାଷାର ପ୍ରଭାବ ବିଭିନ୍ନ ନୁତନ ପ୍ରୋଗ୍ରାମିଂ ଭାଷା ଯେପରିକି ସି++(C++), ଜାଭା(Java), ସି#(C#), ପାଇଥନ୍(Python) ଏବଂ ପର୍ଲ୍(Perl) ଆଦି ଉପରେ ଦେଖାଯାଏ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କଳ୍ପନା ଚାୱଲା (ମାର୍ଚ୍ଚ ୧୭, ୧୯୬୨ – ଫେବୃଆରୀ ୧, ୨୦୦୩) ହେଉଛନ୍ତି ଭାରତରେ ଜନ୍ମିତ ପ୍ରଥମ ମହିଳା ମହାକାଶଚାରୀ । ସେ ୧୯୯୭ ମସିହାରେ ପ୍ରଥମ ଥର ପାଇଁ କଲମ୍ବିଆ ମହାକାଶଯାନରେ ମହାକାଶକୁ ଯାତ୍ରା କରିଥିଲେ। ଏହି ମହାକାଶ ଯାନରେ ସେ mission specialist ଏବଂ primary robotic arm operator ଭାବେ ଯାଇଥିଲେ। ୨୦୦୩ ମସିହାରେ କଲମ୍ବିଆ ମହାକାଶଯାନ ଦୁର୍ଘଟଣା (Space Shuttle Columbia disaster)ରେ ପ୍ରାଣ ହରାଇ ଥିବା ସାତ ଜଣ ମହାକାଶଚାରୀଙ୍କ ମଧ୍ୟରେ କଳ୍ପନା ଅନ୍ୟତମ। ସେ ପଞ୍ଜାବ ଇଞ୍ଜିନିୟରିଂ କଲେଜ୍ରୁ ଏରୋନଟିକାଲ୍ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ଏବଂ ଆମେରିକାର ଟେକ୍ସାଜ୍ ୟୁନିଭର୍ସିଟିରୁ ଏରୋସ୍ପେଶ୍ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ୧୯୮୮ରେ ସେ ଆମେରିକାର କଲରାଡୋ ୟୁନିଭର୍ସିଟିରୁ ପି.ଏଚ୍.ଡି.