ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବିଷ୍ଣୁ (ଦେବନାଗରୀ : विष्णु) ହିନ୍ଦୁଧର୍ମରେ ବୈଷ୍ଣବ ମାନଙ୍କର ତଥା ଶ୍ରୀ ଶଙ୍କରାଚାର୍ଯ୍ୟଙ୍କ ପ୍ରତିଷ୍ଠିତ ସ୍ମାର୍ତ୍ତ ସମ୍ପ୍ରଦାୟର ପ୍ରମୁଖ ଦେବତା । କେହି କେହି ତାଙ୍କୁ ପଞ୍ଚ ଦେବତାଙ୍କ ଭିତରେ ଜଣେ ବୋଲି କହିଥାନ୍ତି। ବିଷ୍ଣୁ ସହସ୍ରନାମ ଅନୁସାରେ ବିଷ୍ଣୁ ହେଉଛନ୍ତି ପରମାତ୍ମା। ସେ ସର୍ବତ୍ର ବିରାଜିତ ଓ ସ୍ଥାବର ଜଙ୍ଗମ ଜୀବ ଓ ନିର୍ଜିବାଦିର ମୂଳ ତତ୍ତ୍ୱ। ସେ ହେଉଛନ୍ତି କାଳାତୀତ ଅର୍ଥାତ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତରୁ ଉର୍ଦ୍ଧ୍ୱରେ। ତ୍ରିଦେବଙ୍କ ଭିତରେ ସେ ହେଉଛନ୍ତି ସୃଷ୍ଟିର ପାଳନକର୍ତ୍ତା। ତାଙ୍କର ଅନ୍ୟନାମ ନାରାୟଣ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ସୀମାରାଣୀ ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞା । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସୀମାରାଣୀ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟା ଭାବରେ କାର୍ଯ୍ୟ କରୁଥିଲେ । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ହିନ୍ଦୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ୫୦,୪୯୯ ଖଣ୍ଡ ଭୋଟ ବ୍ୟବଧାନରେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଲକ୍ଷ୍ମୀଧର ବେହେରାଙ୍କୁ ପରାସ୍ତ କରିଥିଲେ । ଓଡ଼ିଶା ବିଧାନ ସଭା ନିର୍ବାଚନରେ ୫୦,୦୦୦ରୁ ଅଧିକ ଭୋଟରେ ଜିତିଥିବା ୧୦ ଜଣ ସଭ୍ୟଙ୍କ ମଧ୍ୟରେ ସୀମାରାଣୀ ଥିଲେ ଅନ୍ୟତମ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧ୍ୟ ଏସିଆ ଏସିଆ ମହାଦ୍ୱୀପର ମଧ୍ୟ ଭାଗ ଅଟେ । ଏହାର ପୂର୍ବରେ "ଚୀନ"ରୁ ପଶ୍ଚିମରେ "କୌସ୍ପିୟନ ସାଗର" ପର୍ଯ୍ୟନ୍ତ, ଏବଂ ଉତ୍ତରରେ "ୠସ"ରୁ ଦକ୍ଷିଣରେ "ଆଫଗାନିସ୍ତାନ" ପର୍ଯ୍ୟନ୍ତ ବିସ୍ତୃତ ଅଟେ । ଭୂବୈଜ୍ଞାନିକ ମାନଙ୍କଦ୍ୱାରା ମଧ୍ୟ ଏସିଆର ସମସ୍ତ ପରିଭାଷାରେ ଭୂତପୂର୍ବ ସୋବିୟତ ସଂଘର ପାଞ୍ଚଟି ଦେଶ ସର୍ବଦା ଗଣା ଯାଏ :- କାଜାଖସ୍ତାନ , କିରଗୀଜସ୍ତାନ , ତାଜିକିସ୍ତାନ , ତୁର୍କମେନିସ୍ତାନ , ଉଜବେକୀସ୍ତାନ । ଏହା ଛଡ଼ା ମଙ୍ଗୋଲିୟା , ଆଫଗାନିସ୍ତାନ , ଉତ୍ତର ପାକିସ୍ତାନ , ଭାରତର ଲଦାଖ ପ୍ରଦେଶ , ଚୀନର ଶିନଜିୟଙ୍ଗ , ତିବ୍ୱତ କ୍ଷେତ୍ର ଏବଂ ୠସର ସାଇବେରିୟ କ୍ଷେତ୍ରର ଦକ୍ଷିଣ ଭାଗକୁ ମଧ୍ୟ ପ୍ରାୟତଃ ମଧ୍ୟ ଏସିଆର ଅଂଶ ବୋଲି ବୁଝାଯାଏ ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus' ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।
ଆରିପିପ୍ରାଜଲ (ଇଂରାଜୀ ଭାଷାରେ Aripiprazole, ଏକ ବିକ୍ରୟ ନାମ ଆବିଲିଫାଇ/ Abilify) ଏକ ଅସ୍ୱାଭାବିକ ମନୋବିକାର ପ୍ରତିରୋଧୀ (atypical antipsychotic) ଔଷଧ । ସାଧାରଣତଃ ଏହା ସିଜୋଫ୍ରେନିଆ ଓ ବାଇପୋଲାର ଡିଜଅଡର ରୋଗର ଚିକିତ୍ସାରେ ଦିଆଯାଏ । ପ୍ରମୁଖ ଅବସାଦ ବେମାରୀ, ଟିଙ୍କ ବେମାରୀ (tic disorders), ଓ ଅଟିଜିମ୍ ସହିତ ଚିଡ଼ଚିଡ଼ା ସ୍ୱଭାବ ଥବା ରୋଗମାନଙ୍କରେ ଅନ୍ୟ ଔଷଧ ସହିତ ଦିଆଯାଏ । କକ୍ରେନ ଅନୁଶୀଳନ ଅନୁସାରେ (Cochrane review) ସିଜୋଫ୍ରେନିଆ ଉପରେ ଏହାର ପ୍ରଭାବ ଯଥେଷ୍ଟ ନୁହେଁ । ଅଧିକନ୍ତୁ ଏହି ଅନୁଶୀଳନରେ ଅନେକ ବ୍ୟକ୍ତି ତ୍ୟାଗ କରିବା ଯୋଗୁ ସିଦ୍ଧାନ୍ତ ଅତି କମ୍ ହୋଇଥିଲା । ଏହା ପାଟିରେ ବା ମାଂସପେଶୀ ଇଞ୍ଜେକସନ (injection into a muscle) ଆକାରରେ ଦିଆଯାଏ ।ଆରିପିପ୍ରାଜଲର ପାର୍ଶ୍ୱ ପ୍ରତିକ୍ରିୟାରେ ବାନ୍ତି, କୋଷ୍ଠକାଠିନ୍ୟ, ନିଦ୍ରାଳୁ, ମୁଣ୍ଡ ଓଜନିଆ, ଓଜନ ବୃଦ୍ଧି (weight gain) ଓ ଚଳପ୍ରଚଳ ଅସୁବିଧା (movement disorders) ହୋଇପାରେ । ସାଂଘାତିକ ପ୍ରତିକ୍ରିୟାରେ ନିଉରୋଲେପ୍ଟିକ ମାଲିଗନାଣ୍ଟ ସିଣ୍ଡ୍ରୋମ (neuroleptic malignant syndrome), ଟାର୍ଡ଼ିଭ ଡିସକାଇନେସିଆ (tardive dyskinesia) ଓ ଆନାଫାଇଲାକ୍ସିସ (anaphylaxis) ହୋଇପାରେ । ବୟସ୍କ ଲୋକଙ୍କର ମୃତ୍ୟୁ ସଙ୍କଟ ଅଧିକ ରହେ ଓ ଡିମେନ୍ସିଆ (dementia) ଯୋଗୁ ଥିବା ସାଇକୋସିସ ରୋଗରେ ଦିଆଯାଏ ନାହିଁ । ଗର୍ଭାବସ୍ଥାରେ ଏହା ଶିଶୁର କ୍ଷତି କରିବା ସମ୍ଭାବନା ଥାଏ । ସ୍ତନ୍ୟପାନ (breastfeeding) କରାଉଥିବା ମହିଳାଙ୍କୁ ଏହା ଦିଆଯାଏ ନାହିଁ । ଅଠର ବର୍ଷ ବୟସରୁ କମ୍ ଥିବା ପିଲାଙ୍କ ଉପରେ ଉତ୍ତମ ରୂପେ ଅନୁଶୀଳନ ହୋଇନାହିଁ । ଏହାର ସଠିକ୍ କାର୍ଯ୍ୟବିଧି ଅଜ୍ଞାତ ଥିଲେ ମଧ୍ୟ ଡୋପାମିନ୍ ଓ ସେରୋଟୋନିନ (serotonin) ଉପରେ ପ୍ରଭାବ ଥିବା ସମ୍ଭବ ହୋଇପାରେ ।ଆରିପିପ୍ରାଜଲ ସନ ୨୦୦୨ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ରରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ସନ ୨୦୧୯ରେ ଏହାର ଏକ ମାସ ପିଛା ପ୍ରାୟ ୨.୭୫ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଡୋଜର ହୋଲସେଲ ମୂଲ୍ୟ ୧୦ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୨୦୧୬ରେ ଏହାର ୫ ନିୟୁତ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିପସନ ତାଲିକାରେ ୧୩୧ତମ ସ୍ଥାନ ଗ୍ରହଣ କରିଥିଲା । ଓଟସୁକା ଫର୍ମାସିଉଟିକାଲର (Otsuka Pharmaceutical) ବୈଜ୍ଞାନିକମାନଙ୍କଦ୍ୱାରା ଆରିପିପ୍ରାଜଲ ଔଷଧ ଆବିଷ୍କାର କରାଯାଇଥିଲା ।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଉଇକିଖବର ଉଇକିପିଡ଼ିଆ ଫାଉଣ୍ଡେସନର ମୁକ୍ତ ସାମଗ୍ରୀ ସମାଚାର ସ୍ତ୍ରୋତ ଉଇକି ଏବଂ ଏକ ଉଇକିମିଡ଼ିଆ ପ୍ରଯୋଜନାର ସହଯୋଗୀ ପତ୍ରକାରିତା ମାଧ୍ୟମରେ କମକରିଥାଏ । ଉଇକିପିଡ଼ିଆର ସହ-ସଂସ୍ଥାପକ "ଜିମି ୱେଲ୍ସ" ଉଇକିଖବରକୁ ଉଇକିପିଡ଼ିଆରୁ ଅଲଗା କରିଥିଲେ, ଉଇକିଖବରରେ ପ୍ରତ୍ୟେକକାହାଣୀକୁ ଏକ ବିଶ୍ୱକୋଷ ଲେଖାର ଏକ ସମାଚାର କାହାଣୀ ରୂପେ ଲେଖାଯାଇଥାଏ । ଉଇକିଖବରରେ ନାଗରିକ ପତ୍ରକାରିତା, ମିଡ଼ିଆ ଏବଂ ଓମି ନ୍ୟୁଜ ପରି ଅନ୍ୟ ପ୍ରୟାସରେ ପତ୍ରକାରିତାକୁ ସ୍ୱୀକାର କରାଯାଏ । ଉଇକିମିଡ଼ିଆ ଫାଉଣ୍ଡେସନର ଅଧିକାଂଶ ପରିଯୋଜନାର ବିପରୀତ, ଉଇକିଖବରର ମୂଳ ରିପୋର୍ଟ ଏବଂ ସାକ୍ଷାତକାର ରୂପେ ଅନୁମତି ଦେଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଅଛି । ୧୮୯୨ରେ ମଧୁସୂଦନ ବିଧିବଦ୍ଧ ଭାବେ ଶୈଳବାଳାଙ୍କୁ ପାଳିତ କନ୍ୟାଭାବେ ଗ୍ରହଣ କରିଥିଲେ ।୧୯୫୯ରେ ସମାଜସେବାରେ ବିଶେଷ ଅବଦାନ ପାଇଁ ଭାରତ ସରକାରଙ୍କ ତୃତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ "ପଦ୍ମଶ୍ରୀ" ମିଳିଥିଲା ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ବର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ବର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ବର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Georges) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ୱର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ହାଡ଼ଫୁଟି, (ଇଂରାଜୀରେ Chickenpox ବା varicella), ଏକ ଅତ୍ୟଧିକ ସଂକ୍ରାମକ ରୋଗ (contagious) ବା ଛୁଆଁ ରୋଗ ଯାହା ଭାରିସେଲା ଜୋସ୍ଟର ଭୁତାଣୁଦ୍ୱାରା ହୁଏ ଓ ରୋଗୀ ସଂସ୍ପର୍ଶରେ ଆସିଲେ ହୁଏ । ଏହି ରୋଗର ବିଶେଷତା ହେଲା ଛୋଟ ଛୋଟ ଗଲୁକାରୀ ଫୋଟକା (small blisters) ହୋଇ ଅବଶେଷରେ ତା ଉପରେ ବକଳା ହୁଏ । ଏହା ମୁହଁ, ଛାତି ଓ ପିଠିରେ ଆରମ୍ଭ ହୋଇ ଦେହା ସାରା ମାଡ଼ିଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଜ୍ୱର, ଥକ୍କାଣ ଓ ମୁଣ୍ଡବଥା ହୁଏ । ଏହି ଲକ୍ଷଣ ଗୁଡ଼ିକ ୫ରୁ ୧୦ ଦିନ ପର୍ଯ୍ୟନ୍ତ ରହେ । ରୋଗ ଜଟିଳ ହେଲେ ନିମୋନିଆ, ଏନ୍କେଫାଲାଇଟିସ କିମ୍ବା ଚର୍ମରେ ଜୀବାଣୁ ସଂକ୍ରମଣ ହୁଏ । ପିଲାଙ୍କ ଅପେକ୍ଷା ବଡ଼ମାନଙ୍କୁ ଏହି ରୋଗ ଅଧିକ ମାରାତ୍ମକ ହୁଏ । ଭୁତାଣୁ ସଂସ୍ପର୍ଶରେ ଆସିବାର ୧୦ରୁ ୨୦ ଦିନ ପରେ ଲକ୍ଷଣ ଆରମ୍ଭ ହୁଏ । ହାଡ଼ଫୁଟି ଏକ ବାୟୁବାହିତ ରୋଗ ଯାହା ରୋଗୀର କାଶ ଓ ଛିଙ୍କଦ୍ୱାରା ସହଜରେ ବିସ୍ତାର ଲାଭ କରେ । ଫୋଟକା ବା ରାସ ବାହାରିବାର ୨ ଦିନ ପୂର୍ବରୁ ଏହା ବ୍ୟାପିଯାଏ ଓ ସବୁ ଫୋଟକା ବକଳା ହୋଇସାରିବା ପର୍ଯ୍ୟନ୍ତ ସଂକ୍ରାମକ ହୋଇ ରହେ । ଫୋଟକାକୁ ଛୁଇଁଲେ ମଧ୍ୟ ଏହା ବ୍ୟାପିଯାଏ । ହର୍ପିସ ଜୋସ୍ଟର ରୋଗୀ ହାଡ଼ଫୁଟି ରୋଗକୁ ଫୋଟକା ଇମ୍ମୁନିଟି ନ ଥିବା ଲୋକଙ୍କୁ ବ୍ୟାପିବାରେ ସାହାଯ୍ୟ କରନ୍ତି । ରୋଗୀର ଲକ୍ଷଣ ଦେଖି ସାଧାରଣତଃ ରୋଗ ନିର୍ଣ୍ଣୟ କରାଯାଏ; ଯଦିଓ ଅସାଧାରଣ କେଶରେ ବକଳା ବା ଫୋଟକା ତରଳ ପଦାର୍ଥ ନେଇ ପଲିମରେଜ୍ ଚେନ ରିଆକ୍ସନ ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ରୋଗୀର ଇମ୍ମ୍ୟୁନିଟି ଅବସ୍ଥ ଯାଞ୍ଚ କରିବା ନିମନ୍ତେ ଆଣ୍ଟିବଡି ପରୀକ୍ଷା କରାଯାଏ । ଏହି ରୋଗ ସାଧାରଣତଃ ଲୋକଙ୍କୁ ଥରେ ମାତ୍ର ହୁଏ । ହାଡ଼ଫୁଟି ଟିକା ଦେବା ଫଳରେ ରୋଗ ସଂଖ୍ୟା ଓ ଜଟୀଳତା କମିଯାଇଛି । ଟିକାଦ୍ୱାରା ଏହି ରୋଗରୁ ୭୦ରୁ ୯୦ % ଲୋକ ଉପକୃତ ହେଉଛନ୍ତି । ପିଲାମାନଙ୍କୁ ନିୟମିତ ହାଡ଼ଫୁଟି ଟିକା ଦେବାକୁ ଅନେକ ଦେଶରେ ସୁପାରିସ କରାଯାଏ । ରୋଗୀ ସଂସ୍ପର୍ଶରେ ଆସିବାର ୩ ଦିନ ମଧ୍ୟରେ ପିଲାମାନେ ଟିକା ନେଲେ ଫଳାଫଳ ଉନ୍ନତି କରେ । ରୋଗ ହୋଇସାରିବା ପରେ ଗଲୁରୁ ରକ୍ଷା ପାଇବା ନିମନ୍ତେ କାଲାମିନ ଲୋସନ ଲଗେଇବାକୁ ଦିଆଯାଏ, ନଖ କାଟି ଛୋଟ କରିବାକୁ ଉପଦେଶ ଦିଆଯାଏ ଯାହା ଫଳରେ କୁଣ୍ଡେଇଲେ ଆଘାର ହେବ ନାହିଁ, ଜ୍ୱର ହେଲେ ଆସେଟାମିନୋଫେନ ବା ପାରାସେଟାମୋଲ ଦିଆଯାଏ । ରୋଗ ଜଟିଳ ହେବା ଆଶଙ୍କା ଥିଲେ ଆସାଇକ୍ଲୋଭିର ଭଳି ଭୁତାଣୁରୋଧୀ ଔଷଧ ଦିଆଯାଏ । ପୃଥିବୀର ସବୁ ସ୍ଥାନରେ ହାଡ଼ଫୁଟି ହୁଏ । ନିୟମିତ ଟିକା ଦିଆଯିବା ପୂର୍ବରୁ ପ୍ରତି ବର୍ଷ ଜନ୍ମ ହେଉଥିବା ପିଲା ସଂଖ୍ୟା ସଙ୍ଗେ ହାଡ଼ଫୁଟି ରୋଗୀ ସଂଖ୍ୟା ସମାନ ରହୁଥିଲା । ଆମେରିକାରେ ଟିକା ଦିଆଯିବା ପରେ ଏହି ରୋଗ ସଂକ୍ରମଣ ୯୦% କମିଯାଇଛି । ପୃଥିବୀରେ ସନ ୧୯୯୦ରେ ଏହି ରୋଗମୃତ୍ୟୁ ସଂଖ୍ୟା ୮୯୦୦ ହୋଇଥିବା ବେଳେ ସନ ୨୦୧୩ରେ ଏହା କମିଯାଇ ୭,୦୦୦ ମାତ୍ର ହୋଇଥିଲେ । ପ୍ରତି ୬୦,୦୦୦ ରୋଗୀ ମଧ୍ୟରୁ ଜଣେ ମୃତ୍ୟୁ ବରଣ କରୁଥିଲା । ଊନବିଂଶ ଶତାବ୍ଦୀର ଶେଷ ଭାଗ ପର୍ଯ୍ୟନ୍ତ ଏହି ରୋଗ ବସନ୍ତ ରୋଗଠାରୁ ଅଲଗା ବୋଲି ଜଣା ନ ଥିଲା । ସନ ୧୮୮୮ରେ ହର୍ପିସ ଜୋସ୍ଟର ସହ ଏହାର ସମ୍ପର୍କ ନିରୂପଣ କରାଯାଇ ଥିଲା । ସନ ୧୬୮୪ରେ ପ୍ରଥମେ ଚିକେନପକ୍ସ ବା ହାଡ଼ଫୁଟି ନାମରେ ଏହି ରୋଗ ଲିପିବଦ୍ଧ ହୋଇଥିଲା । ଏହି ନାମ କାହିଁକି ବ୍ୟବହୃତ ହୋଇଥିଲା ତାହା ଜଣାନାହିଁ, ବୋଧହୁଏ ରୋଗ ଅପେକ୍ଷାକୃତ ମୃଦୁ ହୋଇଥିବାରୁ ଏହାର ନାମ ସାଥୀରେ ଚିକେନ ଯୋଡ଼ି ଦିଆଯାଇଥିଲା ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ରଚିତା ମିସ୍ତ୍ରୀ (ଜନ୍ମ 04 ମାର୍ଚ୍ଚ 1974) ହେଉଛନ୍ତି ମୁମ୍ବାଇ, ମହାରାଷ୍ଟ୍ରରୁ ଜଣେ ଭାରତୀୟ ପେଶାଦାର ଦୌଡ଼ାଳୀ। ୧୨ ଅଗଷ୍ଟ ୨୦୦୦ରେ ଥିରୁଭାନନ୍ତପୁରମ୍ଠାରେ ଅନୁଷ୍ଠିତ ନ୍ୟାସନାଲ ସର୍କିଟ ଆଥଲେଟିକ ମିଟରେ ସେ ୧୦୦ ମିଟର ଦୌଡ଼କୁ ୧୧.୩୮ ସେକେଣ୍ଡରେ ପୂରା କରି ଜାତୀୟ ରେକର୍ଡ କରିଛନ୍ତି। ଯାହାକୁ ୨୦୧୩ରେ ମର୍ଲିନ କେ ଜୋସେଫଙ୍କ ପୂର୍ବରୁ ୧୩ ବର୍ଷ ପର୍ଯ୍ୟନ୍ତ କେହି ବଳି ଯାଇ ନ ଥିଲେ। ୫ ଜୁଲାଇ ୨୦୦୧ରେ ବାଙ୍ଗାଲୁରୁଠାରେ ସେ ନିଜର ସର୍ବୋତ୍ତମ କୃତି ୧୦୦ ମିଟରକୁ ୧୧.୨୬ ସେକେଣ୍ଡରେ ଦୌଡ଼ ପୂରା କରି ସେ ପି.ଟି. ଉଷାଙ୍କର ଦୀର୍ଘ ଦିନର ୧୧.୩୯ ସେକେଣ୍ଡର ଜାକର୍ତ୍ତାରେ ଅନୁଷ୍ଠିତ ୧୯୮୫ର ଏସିୟାନ କ୍ରୀଡ଼ା ଚାମ୍ପିୟନସିପ ରେକର୍ଡକୁ ଭଙ୍ଗ କରିଥିଲେ। ତେବେ କେତେକ ବିବାଦ/ବିତର୍କ ପରେ, ଭାରତର ଆମାଚ୍ୟୁର ଆଥଲେଟିକ ଫେଡେରେସନ (AAFI) ଏହି ଜାତୀୟ ରେକର୍ଡକୁ ପୁଷ୍ଟି କରି ନ ଥିଲେ। କାରଣ ଥିଲା ଯେ ଏହି କ୍ରୀଡ଼ା ସମୟରେ ତାଙ୍କୁ କିଛି ଶକ୍ତିବର୍ଦ୍ଧକ ଔଷଧି ଦିଆ ଯାଇଥିଲା କି ନା ତା'ର ଡୋପ ପରୀକ୍ଷଣ କରା ଯାଇ ନ ଥିଲା। ତେବେ AAIF ଏହା ସ୍ପଷ୍ଟ କରିଥିଲେ ଯେ କ୍ରୀଡ଼ାବିତ୍ଙ୍କର ଏହି ରେକର୍ଡ ତାଙ୍କର ବ୍ୟକ୍ତିଗତ ସର୍ବୋତ୍ତମ ରେକର୍ଡ ହିସାବରେ ପରିଗଣିତ ହେବ।ରଚିତା ପି.ଟି. ଉଷା ଓ ଇ.ବି.
ମାଳତୀ ଚୌଧୁରୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କ ଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଚାଲ୍ ଟିକେ ଦୁଷ୍ଟ ହେବା, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ତରଙ୍ଗ ସିନେ ପ୍ରଡ଼କ୍ସନ ବ୍ୟାନନରେ ନିର୍ମିତ ହୋଇଥିଲା । ଦଶରଥ ସିଂହ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ତାପସ ସରଘରିଆ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ରିଶାନ, ଶାୟଲ ଓ ମହିମା । ମୁଖ୍ୟ ଭୂମିକାରେ ଥିବା ଏହି କଳାକାରମାନେ ଏହି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ମିହିର ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ସରୋଜ ଦାସ, ତ୍ରିଭୁବନ ପଣ୍ଡା, ପ୍ରିୟଙ୍କା ପଟ୍ଟନାୟକ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।