ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ରାଲୋକ୍ସିଫେନ (ଇଂରାଜୀ ଭାଷାରେ Raloxifene, ଏକ ବିକ୍ରୟ ନାମ ଏଭିସ୍ଟା/ Evista) ଯାହା ଗ୍ଲୁକୋକର୍ଟିକଏଡ (glucocorticoids) ଓ ଋତୁବନ୍ଦ ପରବର୍ତ୍ତୀ କାଳର (postmenopausal) ଓଷ୍ଟିଓପୋରୋସିସ ରୋଗର ଚିକିତ୍ସାରେ ଦିଆଯାଏ । ଓଷ୍ଟିଓପୋରୋସିସ ରୋଗରେ ଏହା ବାଇଫସଫୋନେଟ (bisphosphonates) ଅପେକ୍ଷା କମ ପସନ୍ଦ କରାଯାଏ । ସ୍ତନ କର୍କଟ ରୋଗ ସଙ୍କଟ କମେଇବା ନିମନ୍ତେ ଏହା ଦିଆଯାଏ । ଏହା ପାଟିରେ ଦିଆଯାଏ । ସାଧାରଣ ପ୍ରତିକ୍ରିୟାରେ ଗୋଡ଼ କ୍ରାମ୍ପ (leg cramp), ଫୁଲା, ଗଣ୍ଠି ଯନ୍ତ୍ରଣା ଓ ହଟ ଫ୍ଲାସ (hot flashes) ହୋଇପାରେ । ପ୍ରତିକ୍ରିୟା ସାଂଘାତିକ ହେଲେ ଜମାଟ ରକ୍ତ (blood clots) ଓ ସ୍ଟ୍ରୋକ୍ ହୋଇପାରେ । ଗର୍ଭାବସ୍ଥାରେ ଏହା ଶିଶୁର କ୍ଷତି କରିଥାଏ । ଋତୁ ଲକ୍ଷଣ (menstrual symptoms) ଅଧିକ ହୋଇଥାଏ । ରାଲୋକ୍ସିଫେନ ଏକ ସିଲେକ୍ଟିଭ ଏସ୍ଟ୍ରୋଜେନ ରିସେପ୍ଟର ମୋଡ୍ୟୁଲେଟର (selective estrogen receptor modulator/ SERM) ହୋଇଥିବା ଯୋଗୁ ଏସ୍ଟ୍ରୋଜେନ ରିସେପ୍ଟରର (estrogen receptor/ ER) ମିଶ୍ରିତ ଅଗୋନିସ୍ଟ-ରିସେପ୍ଟର ଆଣ୍ଟାଗୋନିସ୍ଟ (agonist–antagonist) ହୋଇଥାଏ । ଅସ୍ଥି ଉପରେ ଏହାର ଏକ ଏସ୍ଟ୍ରୋଜେନିକ (estrogen) ପ୍ରଭାବ ଓ ସ୍ତନ ତଥା ଜରାୟୁ ଉପରେ ଏକ ଆଣ୍ଟିଏସ୍ଟ୍ରଜେନ (antiestrogenic) ପ୍ରଭାବ ଥାଏ ।ଯୁକ୍ତରାଷ୍ଟ୍ର ଆମେରିକାରେ ଡାକ୍ତରୀ ବ୍ୟବହାର ନିମନ୍ତେ ରାଲୋକ୍ସିଫେନ ସନ ୧୯୯୭ରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଔଷଧ ପିଛା ପ୍ରାୟ ୩.୫୦ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୧୬ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ଏକ ନିୟୁତ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିପସନ ତାଲିକାରେ ୨୯୪ତମ ସ୍ଥାନରେ ଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଇଡିଓପାଥିକ ଇଣ୍ଟ୍ରାକ୍ରାନିଆଲ ହାଇପରଟେନସନ
ଇଡିଓପାଥିକ ଇଣ୍ଟ୍ରାକ୍ରାନିଆଲ ହାଇପରଟେନସନ ବା ଆଇଆଇଏଚ (ଇଂରାଜୀ ଭାଷାରେ Idiopathic intracranial hypertension/ IIH) ଏକ ପ୍ରକାର ରୋଗ ଯେଉଁଥିରେ କୌଣସି ଅନୁସନ୍ଧାନରେ କୌଣସି କାରଣ ନଥାଇ ମଧ୍ୟ ମସ୍ତିଷ୍କ ଚାରିପଟେ ଚାପ (intracranial pressure) ବୃଦ୍ଧି ପ୍ରାପ୍ତ ହୋଇଯାଏ । ଏହି ରୋଗରେ ମୁଣ୍ଡ ବିନ୍ଧା, ଦୃଷ୍ଟି ସମସ୍ୟା, ହୃତ୍ସ୍ପନ୍ଦନ ଅନୁସାରେ କାନନାଦ ଓ କାନ୍ଧ ଯନ୍ତ୍ରଣା ଆଦି ଲକ୍ଷଣ ପ୍ରକାଶିତ ହୁଏ । ରୋଗ ଜଟିଳ ହେଲେ ଦୃଷ୍ଟିହାନୀ (Vision loss) ହୁଏ ।ଓଜନାଧିକ୍ୟ ବା ସଦ୍ୟ ଅଧିକ ଓଜନ ବୃଦ୍ଧି ହେଲେ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ଟେଟ୍ରାସାଇକ୍ଲିନ ଔଷଧ ସେବନ କଲେ ମଧ୍ୟ ଏହି ରୋଗ ଟ୍ରିଗର ହୋଇପାରେ । ଏହାର ଲକ୍ଷଣ ଦେଖାଗଲା ପରେ ଲମ୍ବର ପଙ୍କଚରରେ (lumbar puncture) ଅଧିକ ଚାପ ଥିଲେ ଓ ନିଉରୋଇମେଜିଙ୍ଗରେ (brain scan) ମଧ୍ୟ ଅନ୍ୟ କୌଣସି କାରଣ ନ ମିଳିଲେ ଏହି ରୋଗ ନିର୍ଣ୍ଣୟ କରାଯାଏ । ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ, କମ ଲୁଣ, ବ୍ୟାୟାମ, ଅପରେଶନ- ଏହି ଚାରି ଉପାୟରେ ଏହାର ଚିକିତ୍ସା କରାଯାଏ । ବାରିଆଟ୍ରିକ ଅପରେଶନ (Bariatric surgery) କରି ଓଜନ କମାଯାଇପାରେ । ଏହା ସହିତ ଆସେଟାଜୋଲାମାଇଡ ଔଷଧ ମଧ୍ୟ ଆବଶ୍ୟକ ସ୍ଥଳେ ଦିଆଯାଏ । ଅଳ୍ପ ସଂଖ୍ୟକ ରୋଗୀଙ୍କର ଚାପ କମେଇବା ନିମନ୍ତେ ଅପରେଶନ ଆବଶ୍ୟକ ହୁଏ ।ପ୍ରତିବର୍ଷ ଏକ ଲକ୍ଷ ଲୋକରେ ୨ଜଣ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ବୟସା ୨୫-୫୦ ମଧ୍ୟରେ ମହିଳାମାନଙ୍କୁ ଏହି ରୋଗ ସାଧାରଣତଃ ହୁଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ (୧୦ ସେପ୍ଟେମ୍ବର ୧୮୮୭ – ୭ ମାର୍ଚ ୧୯୬୧) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ତଥା ଆଧୁନିକ ଭାରତର ନିର୍ମାତା । ମହାତ୍ମା ଗାନ୍ଧୀ, ଜବାହରଲାଲ ନେହେରୁ ତଥା ବଲ୍ଲଭ ଭାଇ ପଟେଲଙ୍କ ସହ ସେ ଭାରତର ସ୍ୱାଧୀନତା ସଂଗ୍ରାମରେ ଏକ ମୁଖ୍ୟ ସହଯୋଗୀ । ତତ୍କାଳୀନ ୟୁନାଇଟେଡ଼ ପ୍ରୋଭିନସ ବା ବର୍ତ୍ତମାନର ଉତ୍ତରପ୍ରଦେଶର ସେ ଥିଲେ ଏକ ପ୍ରମୁଖ ରାଜନେତା । ହିନ୍ଦୀକୁ ଭାରତର କେନ୍ଦ୍ର ସରକାରଙ୍କ ତଥା ପାର୍ଲିଆମେଣ୍ଟର ସରକାରୀ ଭାଷା କରିବା ପାଇଁ ଦାବୀ କରି ସେ ଅସଫଳ ହୋଇ ଥିଲେ ବି ଗୋଟିଏ ସରକାରୀ ଭାଷାରେ ସାରା ରାଷ୍ଟ୍ରକୁ ଏକ ସୂତ୍ରରେ ବାନ୍ଧିବା ଉଦ୍ୟମ ଅନେକଙ୍କଦ୍ୱାରା ପ୍ରଶଂସିତ ହୋଇଥିଲା ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଉଇକିକଥା ଉଇକିମିଡ଼ିଆ ଫାଉଣ୍ଡେସନଦ୍ୱାରା ସଂଚାଳିତ ପରିୟୋଜନାରୁ ଉଇକି ଆଧାରିତ ପରିବାରର ଏକ ସଦସ୍ୟ ଅଟେ । ଏହା ମଧ୍ୟ ମିଡ଼ିଆ ଉଇକି ସଫ୍ଟୱେରରେ ହିଁ ଚାଲିଥାଏ । ଏହି ପରିଯୋଜନା ଡେନିୟଲ ଏଲଷ୍ଟନଙ୍କ ପରିକଳ୍ପନାରେ ଆଧାରିତ ଏବଂ ବ୍ରାୟନ ବାଇବରଦ୍ୱାରା କାର୍ଯ୍ୟାନ୍ୱିତ ଏହି ପରିୟୋଜନାର ଲକ୍ଷ ବିଶିଷ୍ଟ ବ୍ୟକ୍ତି, ପୁସ୍ତକ, ଫିଲ୍ମ ଏବଂ ଲୋକଉକ୍ତିରୁ ପ୍ରାପ୍ତ ଏକ ବୃହତ ସଂଗ୍ରହକର ଅଟେ । ବହୁ ଅନଲାଇନ ସଂଗ୍ରହଣ ପ୍ରଥମରୁ ଉପଲବ୍ଧ ରହିଛି, କିନ୍ତୁ ଉଇକିକଥା ଏହି କିଛି ବିଶେଷ ମଧ୍ୟରୁ ଗୋଟିଏ ଅଟେ ଯାହା ନିଜ ଉପଯୁକ୍ତଙ୍କୁ ଯୋଗଦାନ କରିବାର ସୁବିଧା ମଧ୍ୟ ଉପଲବ୍ଧ କରିଥାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus' ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।
ଓଡ଼ିଆ ସମାଜିକ ଚାଲିଚଳଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିସୃତ ଲୋକ କଥା ଯାହା ଋଢୀ, ପଦ, କାବ୍ୟାଂଶ, ଲୋକଗୀତର ଅଂଶବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ଋଢୀ ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ । ଅନ୍ୟ ଭାଷା ଭଳି ଓଡ଼ିଆ ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ପ୍ରମାଣ ଯେ π ଗୋଟିଏ ଅପରିମେୟ ସଂଖ୍ୟା
π (ପାଇ) ଉପରେ ବହୁ ପୁରାତନ କାଳରୁ ଅଧ୍ୟୟନ କରାଯାଇଛି ଏବଂ ଏହା ଅପରିମେୟ ସଂଖ୍ୟା (irrational number) ବିଷୟରେ ମଧ୍ୟ ସତ୍ୟ. ଅପରିମେୟ ସଂଖ୍ୟା ଗୋଟିଏ ବାସ୍ତବ ସଂଖ୍ୟା ଯାହାକି ଏକ ଭଗ୍ନସଂଖ୍ୟା a/b, ରୂପରେ ପ୍ରକାଶ କରାଯାଇପାରିବ ନାହିଁ, (ଏଠାରେ a ଏକ ପୂର୍ଣ୍ଣସଂଖ୍ୟା ଓ b ଶୂନ୍ୟ ଛଡ଼ା ଅନ୍ୟ ପୂର୍ଣ୍ଣସଂଖ୍ୟା । ମାତ୍ର ଗଣିତକୁ ଅଷ୍ଟାଦଶ ଶତାବ୍ଦୀ ଯାଏ ଅପେକ୍ଷା କରିବାକୁ ପଡ଼ିଥିଲା, ଯେତେବେଳେ ଜୋହାନ୍ନ ହେନ୍ରିକ୍ ଲାମ୍ବର୍ଟ ପ୍ରମାଣ କରିଥିଲେ ଯେ π ଗୋଟିଏ ଅପରିମେୟ ସଂଖ୍ୟା । ଉନବିଂଶ ଶତାବ୍ଦୀରେ, ଚାର୍ଲ୍ସ ହର୍ମାଇଟ୍ ଏହାର ଆଉ ଗୋଟିଏ ପ୍ରମାଣ ଦେଇଥିଲେ ଯାହା ନିମନ୍ତେ ପାଥୁରି (calculus) ଛଡ଼ା ଆଉ କିଛି ପୁର୍ବସର୍ତ୍ତ ଜ୍ଞାନ ଦରକାର ନାହିଁ । ହର୍ମାଇଟ୍ଙ୍କ ପ୍ରମାଣର ସରଳୀକରଣ ମାରୀ କାର୍ଟରିଇଟ୍ କରିଥିଲେ. ସେମିତି ଅନ୍ୟ ଦୁଇଟି ପ୍ରମାଣ ଏୱାନ୍ ନାଇୱେନ ଓ ମିକଲୋଷ୍ ଲାଚୋୱିଷ୍ ଦେଇଥିଲେ । ୧୧୮୨ରେ, ଫର୍ଡିନାଣ୍ଡ ୱୋନ୍ ଲିଣ୍ଡମ୍ୟାନ୍ନ ପ୍ରମାଣ କରିଥିଲେ ଯେ π ଯେ କେବଳ ଅପରିମେୟ ତା ନୁହେଁ, ଏହା ଟ୍ରାନ୍ସେନ୍ଡେନ୍ଟାଲ୍ ମଧ୍ୟ.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ । ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ଵର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ର ପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) ।ଭାରତୀୟ ପ୍ଲେଟ୍ ସଞ୍ଚଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ଵଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି । ହିମାଳୟର ପଶ୍ଚିମସୀମା ହେଉଛି “ନଙ୍ଗା ପର୍ବତ”, ଯାହା ସିନ୍ଧୁ ନଦୀର ଉତ୍ତରତମ ବାଙ୍କର ଠିକ୍ ଦକ୍ଷିଣପଟକୁ ଅବସ୍ଥିତ । ହିମାଳୟର ପୂର୍ବ ସୀମା “ନାମ୍ଚା ବରୁଆ” ୟାର୍ଲୁଂ ତ୍ସାଂଗପୋ ନଦୀର (ନିଜର ଉପରମୁଣ୍ଡରେ ବ୍ରହ୍ମପୁତ୍ର ନଦୀ ଏହି ନାମରେ ଜଣାଶୁଣା) ମହାନ ବାଙ୍କର ଠିକ୍ ପଶ୍ଚିମ ପଟକୁ ରହିଛି । ହିମାଳୟର ଉତ୍ତର-ପୂର୍ବ ଦିଗକୁ କାରାକୋରମ୍ ଓ ହିନ୍ଦୁକୁଶ ପର୍ବତଶ୍ରେଣୀ ରହିଛନ୍ତି । ୫୦-୬୦ କିଲୋମିଟର୍ ପ୍ରସ୍ଥ ବିଶିଷ୍ଟ “ଇଣ୍ଡସ୍-ତ୍ସାଙ୍ଗପୋ ସୁଚ୍ୟର୍” ନାମକ ଟେକ୍ଟୋନିକ୍ ଉପତ୍ୟକା ହିମାଳୟର ଉତ୍ତରାଂଶକୁ ତିବ୍ବତୀୟ ମାଳଭୂମିଠାରୁ ବିଚ୍ଛିନ୍ନ କରୁଛି । ହିମାଳୟ ବଳୟର ଦକ୍ଷିଣ ପଟକୁ ଗାଙ୍ଗେୟ ସମତଳ ଭୂମି ଅବସ୍ଥିତ । ପଶ୍ଚିମ ପାକିସ୍ତାନରେ ହିମାଳୟ ପର୍ବତଶ୍ରେଣୀର ପ୍ରସ୍ଥ ୩୫୦ କି.ମି. ହୋଇଥିବା ବେଳେ ପୂର୍ବରେ (ଅରୁଣାଚଳ ପ୍ରଦେଶ) ଏହାର ପ୍ରସ୍ଥ ପ୍ରାୟ ୧୫୦ କି.ମି.
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ୱରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କଦ୍ୱାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି ।ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଲିଓନାର୍ଡୋ ଦା ଭିନ୍ସି (Leonardo di ser Piero da Vinci: Italian pronunciation: [leoˈnardo da vˈvintʃi] pronunciation (help•info); 15 April 1452 – 2 May 1519, Old Style) ଜଣେ ଇତାଲିୟ ବ୍ୟକ୍ତି ଥିଲେ ଓ ଏକା ଧାରରେ ଜଣେ ଚିତ୍ରକର, ସ୍ଥପତି, ଆର୍କିଟେକ୍ଟ, ସଙ୍ଗୀତଜ୍ଞ, ଗଣିତଜ୍ଞ, ଯନ୍ତ୍ରୀ (ଇଞ୍ଜିନିଅର), ଉଦ୍ଭାବକ, ଶରୀର ଗଠନ ବିଶେଷଜ୍ଞ (ଆନାଟମିଷ୍ଟ), ଭୂତତ୍ତ୍ୱବିଦ (ଜେଓଲୋଜିଷ୍ଟ), କାର୍ଟୋଗ୍ରାଫର, ଉଭିଦବିଜ୍ଞାନୀ ଓ ଲେଖକ ଥିଲେ । ସେ ଅତ୍ୟଧିକ କୌତୁହଳି ଓ ଅନୁସନ୍ଧିତ୍ସୁ ଥିଲେ । ତାଙ୍କୁ ରେନାସାଁ ମଣିଷ ବା ଅତୃପ୍ତ କୌତୁହଳି ଓ ଅତ୍ୟଧିକ ଉଦ୍ଭାବନୀ ଚିନ୍ତାଧାରା ସମ୍ପର୍ଣ୍ଣ କୁହାଯାଉଥିଲା । ତାଙ୍କୁ ସର୍ବକାଳୀନ ଶ୍ରେଷ୍ଠ ଚିତ୍ରକର ଓ ବିବିଧ କଳାସମ୍ପର୍ଣ୍ଣ ମଣିଷ କୁହାଯାଏ । ଐତିହାସିକ ହେଲେନ ଗାର୍ଡନରଙ୍କ ମତରେ ତାଙ୍କ ଭଳି ଅନୁସନ୍ଧାନ ଆଗ୍ରହୀ ସଂସାରରେ ଅଦ୍ୱିତୀୟ ଓ ଅବିଦିତ । ତାଙ୍କର ମନ personality ସେ ଅତିମାନବୀୟ ଥିଲେ ତଥା ସେ ନିଜେ mysterious ଓ remote ଥିଲେ । ମାର୍କୋ ରୋଷୀ ମତରେ ଲିୟନାର୍ଡୋଙ୍କ ବିଷୟରେ ବହୁତ ଜିଜ୍ଞାସା ଥିଲେ ମଧ୍ୟ ସେ ତତ୍ତ୍ୱାନୁମୋଦିତ ଥିଲେ । ତାଙ୍କର ଦୃଷ୍ଟିରେ ସଂସାର ରହସ୍ୟମୟ ନ ହୋଇ ତାତ୍ୱିକ ଥିଲା । ତାଙ୍କର କର୍ମ ପଦ୍ଧତି ସେ ଯୁଗ ନିମନ୍ତେ ଅସାଧାରଣ ଥିଲା।
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।