ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
ପ୍ରବହମାନ ଜଳର ଯାନ୍ତ୍ରିକ ଶକ୍ତି ବା ଗଚ୍ଛିତ ଜଳର ସ୍ଥିତିଜ ଶକ୍ତି ବିଦ୍ୟୁତ୍ ଶକ୍ତିରେ ରୂପାନ୍ତରିତ ହେଲେ ତାହାକୁ ଜଳ ବିଦ୍ୟୁତ୍ କୁହାଯାଏ । ଏକ ଆକଳନ ଅନୁସାରେ ୨୦୧୫ରେ ବିଶ୍ୱରେ ଉତ୍ପାଦିତ ସମସ୍ତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୧୬.୬% ଏବଂ ନବୀକରଣୀୟ ଉତ୍ସରୁ ଜାତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୭୦% ଅଂଶ ଜଳ ବିଦ୍ୟୁତରୁ ମିଳିଥାଏ । ଏହି ପରିମାଣ ପ୍ରତି ବର୍ଷ ହାରାହାରି ୩.୧% ହିସାବରେ ଏହା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ୨୦୧୩ର ଏକ ଗଣନା ଅନୁସାରେ ବିଶ୍ୱର ପ୍ରାୟ ୧୫୦ଟି ଦେଶରେ ଜଳ ବିଦ୍ୟୁତ୍ ଉତ୍ପାଦନ କରାଯାଏ । ସମଗ୍ର ଜଳ ବିଦ୍ୟୁତର ପ୍ରାୟ ୩୩% ଏସିଆର ପ୍ରଶାନ୍ତ ମହାସାଗର ତଟବର୍ତ୍ତୀ ଦେଶମାନଙ୍କରୁ ମିଳେ । ତନ୍ମଧ୍ୟରୁ ଜଳ-ବିଦ୍ୟୁତ୍ ଉତ୍ପାଦନରେ ଚୀନ୍ ପ୍ରଥମ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବ୍ରହ୍ମା-ବିଷ୍ଣୁ-ମହେଶ୍ୱରଙ୍କୁ ହିନ୍ଦୁଧର୍ମ ବିଶ୍ୱାସରେ ସୃଷ୍ଟି,ସ୍ଥିତି ଓ ସଂହାରର ନିୟନ୍ତା ରୂପେ ବିବେଚନା କରାଯାଏ ।ମହେଶ୍ୱର ଶିବ ସୃଷ୍ଟିର ସମସ୍ତ ଅନିଷ୍ଟକାରୀ, ଅପଶକ୍ତି, ଅନ୍ୟାୟ ଓ ଅନୀତିକୁ ସଂହାର କରି ସଂସାରକୁ ସୁଖଶାନ୍ତି ପ୍ରଦାନ କରନ୍ତି । ସେ ଦେବଦେବ ମହାଦେବ-ସତ୍ୟ, ଶିବ, ସୁନ୍ଦର ଆଶୁବର ପ୍ରଦାନକାରୀ ଆଶୁତୋଷ । ସେ ଅକାଳମୃତ୍ୟୁ ହରଣର ମହାଶକ୍ତି ମୃତ୍ୟୁଞ୍ଜୟ । ସାଗର ମନ୍ଥନରୁ ଜାତ ହଳାହଳ ବିଷ ପ୍ରକୋପରୁ ସମଗ୍ର ସୃଷ୍ଟିକୁ ରକ୍ଷା କରିବା ପାଇଁ ଶିବ ସେହି ବିଷ ନିଜେ ପାନ କରିଦେବାରୁ ତାଙ୍କର କଣ୍ଠ ନୀଳବର୍ଣ୍ଣ । ତେଣୁ ତାଙ୍କର ନାମ ନୀଳକଣ୍ଠ ମୃତ୍ୟୁଞ୍ଜୟ ।
ପାରମ୍ପରିକ ଭାରତୀୟ ସମାଜରେ , ମହାଲିଙ୍ଗ ଭଗବାନ ମହାଦେବ (ଶିବ)ଙ୍କର ଶକ୍ତି ଏବଂ ଅସ୍ଫୁଟର ଏକ ପ୍ରତୀକ ଅଟେ । ମହା ଶିବଲିଙ୍ଗର ଅର୍ଥ ହେଉଛି ଭଗବାନ ଶିବ (ମହାଦେବ)ଙ୍କ ଆଦି-ଅନାଦୀ ସ୍ୱରୂପ । ଶୂନ୍ୟ , ଆକାଶ , ଅନନ୍ତ ବ୍ରହ୍ମାଣ୍ଡ ଏବଂ ନିରାକାର ପରମ ପୁରୁଷଙ୍କ ପ୍ରତୀକ ହୋଇଥିବାରୁ ଏହାକୁ ଲିଙ୍ଗ କୁହାଗଲା । ସ୍କନ୍ଦ ପୁରାଣରେ କୁହାଯାଇଛି , ଆକାଶ ସ୍ୱୟଂ ଲିଙ୍ଗ ଅଟେ । ଧରତୀ ତାହାର ପୀଠ କିମ୍ବା ଆଧାର ଅଟେ ଏବଂ ସମସ୍ତ ଅନନ୍ତ ଶୂନ୍ୟରୁ ଜନ୍ମ ହୋଇଛନ୍ତି , ସେଥିରେ ଲୟ ହେବା କାରଣରୁ ତାହାଙ୍କୁ ଲିଙ୍ଗ କୁହାଗଲା । ବାତାବରଣ ସହିତ ଘୁରୁଥିବା ପୃଥିବୀ କିମ୍ବା ଅନନ୍ତ ବ୍ରହ୍ମାଣ୍ଡ (ବ୍ରହ୍ମାଣ୍ଡ ଗତିମାନ ଅଟେ)ର ଅକ୍ଷ/ଘୁରୀ (axis) ହିଁ ଲିଙ୍ଗ ଅଟେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଉଷା ଦେବୀ (ଜନ୍ମ: ୨୫ ଫେବୃଆରୀ ୧୯୫୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳ ରାଜନୈତିକ ଦଳ ସହ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ସେ ୧୯୯୦ ମସିହାରେ ଚକିଟି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମଥର ପାଇଁ ଜଣେ ବିଧାୟିକା ଭାବରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୨୦୦୦ ମସିହାରୁ ୧୨ଶ, ୧୩ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ଲଗାତାର ୪ ଥର ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି । ଅଧୁନା ସେ ୧୫ଶ ଓଡ଼ିଶା ବିଧାନ ସଭାର ଜଣେ ବିଧାୟିକା ଭାବରେ କାର୍ଯ୍ୟ କରୁଛନ୍ତି । ଉଷା ଦେବୀ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ସେ ପ୍ରଥମେ ୨୦୧୧ ମସିହାରେ ୧୪ଶ ବିଧାନ ସଭାରେ ସୂଚନା ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ଏବଂ ବୟନଶିଳ୍ପ ଓ ହସ୍ତତନ୍ତ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ସେ ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସ୍କନ୍ଦ ପୁରାଣ, ପୁରାଣ ମାନଙ୍କରେ ସବୁଠାରୁ ବଡ଼ ପୁରାଣ ଅଟେ । ଏହି ପୁରାଣରେ ୮୮୧୦୦ ଶ୍ଲୋକ ଅଛି । ଏହି ପୁରାଣକୁ ସ୍କନ୍ଦ, ଶିବ ଓ ପାର୍ବତୀଙ୍କ ପୁତ୍ର କାର୍ତ୍ତିକେୟ କହିଥିବାରୁ ଏହାର ନାମ ତାଙ୍କ ଅନୁସାରେ ସ୍କନ୍ଦ ଦିଆଯାଇଥିଲା । ଏହା ସାତଟି ଖଣ୍ଡରେ ବିଭକ୍ତ ଅଟେ - ମହେଶ୍ୱର, ବୈଷ୍ଣବ, ବ୍ରହ୍ମା, କାଶୀ, ଅବନ୍ତି, ନଗର ଓ ପ୍ରଭାସ । କାର୍ତ୍ତିକ ଦେବତାଙ୍କ ସେନାକୁ ନିୟନ୍ତ୍ରଣ କରୁଥିଲେ ଓ ତାଡ଼କାସୁରକୁ ମାରିଥିଲେ । ସଂସ୍କୃତ ପୁରାଣମାନଙ୍କ ମଧ୍ୟରୁ କେବଳ ସ୍କନ୍ଦ ପୁରାଣର ଉତ୍କଳ ଖଣ୍ଡ (ବା ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟ)ରେ ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟର ବିଷୟବସ୍ତୁ ଓ ମହାପ୍ରଭୁ ଜଗନ୍ନାଥ ଚରିତର ତୁଳନାତ୍ମକ ଭାବରେ ବିସ୍ତୃତ ବର୍ଣ୍ଣନା ରହିଛି । ମହର୍ଷି ବ୍ୟାସଦେବ ସ୍କନ୍ଦ ପୁରାଣର ପ୍ରଣେତା ହେଲେ ହେଁ ଉତ୍କଳ ଖଣ୍ଡର ରଚନା ପରବର୍ତ୍ତୀ କାଳରେ ହୋଇଥିବା ଜଣାଯାଏ । ବିଦ୍ୱାନ ଲେଖକ ତଥା ଗବେଷକମାନଙ୍କ ମତକୁ ବିଚାରକୁ ନେଇ ଏହି ଖଣ୍ଡର ରଚନାକାଳ ୮୦୦ରୁ ୧୩୦୦ ଖ୍ରୀଷ୍ଟାବ୍ଦ ମଧ୍ୟରେ ସ୍ଥିର କରାଯାଇପାରେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାଛୁ ବା ସାତ ବର୍ଷିଆ ଗଲୁ ଏକ ଚର୍ମ ସଂକ୍ରମଣ ଯାହା ସାର୍କୋପ୍ଟେସ ସ୍କାବି ନାମକ ଉକୁଣି ଜାତୀୟ ଜୀବର ସଂକ୍ରମଣ ଯୋଗୁ ହୁଏ । ଏହାର ସାଧାରଣ ଲକ୍ଷଣ: ଗଲୁ ଓ ଏକ ବ୍ରଣ ଭଳି ରାସ । ବେଳେ ବେଳେ ଚର୍ମରେ କ୍ଷୁଦ୍ର କଣା ଦେଖାଯାଏ । ପ୍ରଥମ ସଂକ୍ରମଣର ୨ରୁ ୬ ସପ୍ତାହ ପରେ ଲକ୍ଷଣ ଆରମ୍ଭ ହୁଏ । ଦ୍ୱିତୀୟ ଥର ସଂକ୍ରମଣ ହେଲେ ଗୋଟିଏ ଦିନରେ ଲକ୍ଷଣ ଆରମ୍ଭ ହୁଏ । ଏହି ଲକ୍ଷଣ ସମୂହ ସାରା ଦେହରେ ଦେଖାଯାଇପାରେ କିନ୍ତୁ କଚଟି, ଆଙ୍ଗୁଳି ସନ୍ଧି ଓ ଅଣ୍ଟାଗାରରେ ହୁଏ । ମୁଣ୍ଡରେ ସାଧାରଣତଃ ଅଳ୍ପ ବୟସ ପିଲାଙ୍କର ହୁଏ, ବଡ଼ ପିଲା ଓ ବୟସ୍କ ଲୋକଙ୍କର ହୁଏ ନାହିଁ । ଅଧିକାଂଶ ସମୟରେ ରାତିରେ ଗଲୁ ହେ । କୁଣ୍ଡେଇବାଦ୍ୱାରା ଚର୍ମରେ କ୍ଷତ ସୃଷ୍ଟି ହୋଇ ସଂକ୍ରମଣ ହୁଏ । କାଛୁ ରୋଗ ଏକ ପ୍ରକାର ଉକୁଣିଜାତୀୟ ପ୍ରାଣୀ (ଇଂରାଜୀ ଭାଷାରେ ମାଇଟ/ Mite) ସାର୍କୋପ୍ଟେସ ସ୍କାବିଦ୍ୱାରା ସଂକ୍ରମିତ ହୁଏ । ସାର୍କୋପ୍ଟେସ ମଣିଷ ଚର୍ମରେ କଣା କରି ରହେ ଓ ଅଣ୍ଡା ଦିଏ । ଏହି ସଂକ୍ରମଣରେ ମାଇଟ ପ୍ରତି ଦେହରେ ଆଲର୍ଜି ସୃଷ୍ଟି ହୁଏ । ଅଧିକାଂଶ ସମୟରେ କେବଳ 10ରୁ 15ଟି ମାଇଟ ସଙ୍କ୍ରମଣରେ ରହନ୍ତି । ଅଧିକାଂଶ ସମୟରେ ଦୀର୍ଘ ସମୟ ଧରି ସଂସ୍ପର୍ଶରେ (ଯେପରି ଯୌନ ସମ୍ପର୍କ) ରହିଲେ ରୋଗୀ ଚର୍ମରୁ ସିଧା ସଳଖ ସୁସ୍ଥ ଲୋକକୁ ବ୍ୟପିବା ଦେଖାଯାଏ । ଲକ୍ଷଣ ବାହାରିବା ପୂର୍ବରୁ ମଧ୍ୟ ଜଣକର ଦେହରୁ ସଂକ୍ରମଣ ହୋଇପାରିବ । ଅଳ୍ପ ସ୍ଥାନରେ ଅଧିକ ଲୋକ ଏକତ୍ରିତ ରହୁଥିଲେ (ଯେପରିକି ଜେଲଖାନା, ପିଲାମାନେ ରହୁଥିବା ଅସ୍ୱାସ୍ଥ୍ୟକର ଛାତ୍ରାବାସ) ରୋଗ ବ୍ୟାପିବା ସମ୍ଭାବନା ଅଧିକ ରହେ । ଜନବସତି ସ୍ଥାନରେ ଜଳାଭାବ ମଧ୍ୟ ଏହାର ଏକ କାରଣ ରୂପେ ଜଣାଶୁଣା । ବକଳ କାଛୁ ଏହାର ଏକ ଗମ୍ଭୀର ସମସ୍ୟାଯୁକ୍ତ ଅବସ୍ଥା । ଇମ୍ମ୍ୟୁନିଟି ଅଭାବ ଥିବା ଲୋକର ଏହି ରୋଗ ହୁଏ ଓ ନିଯୁତାଧିକ ମାଇଟ ଦେହରେ ଥିବାରୁ ଅଧିକ ସଂକ୍ରମଣ ଆଶଙ୍କା ହୁଏ । ଏହି ଧରଣର ଲୋକଙ୍କର ସାମାନ୍ୟ ସ୍ପର୍ଶରେ ବା ଜିନିଷ ସଂସ୍ପର୍ଶରେ ଆସିଲେ ଏହି ରୋଗ ଡିଏ । ଖାଲି ଆଖିକୁ ମାଇଟ ଦେଖାଯାନ୍ତି ନାହିଁ ଚିହ୍ନ ଓ ଲକ୍ଷଣ ଦେଖି ସହଜରେ ରୋଗ ନିର୍ଣ୍ଣୟ କରିହୁଏ । କାଛ ରୋଗ ଚିକିତ୍ସା ନିମନ୍ତେ ପରମେଥ୍ରୀନ, କ୍ରୋଟାମିଟ୍ରୋନ ଓ ଲିଣ୍ଡେନ ମଲମ ଓ ଲିଭରମେକ୍ଟିନ ବଟିକା ମିଳୁଛି । ଗୋଟିଏ ଘରେ ଏକ ମାସ ମଧ୍ୟରେ ଯୌନ ସମ୍ପର୍କ ରଖିଥିବା ସମସ୍ତଙ୍କୁ ଏକକାଳୀନ ଚିକିତ୍ସା କରିବା ଉଚିତ । ଗତ ୩ ଦିନରେ ବ୍ୟବହାର କରିଥିବା ଲୁଗାପଟା ଗରମ ପାଣିରେ ଧୋଇ ଖରାରେ ବା ଡ୍ରାୟର ଯନ୍ତରେ ଶୁଖେଇବା ଆବଶ୍ୟକ । ମଣିଷ ଚମ ବାହାରେ ମାଇଟ ୩ ଦିନରୁ ଅଧିକ ବଞ୍ଚି ପାରୁ ନ ଥିବାରୁ ଅଧିକ ଧୋଇବା ଅନାବଶ୍ୟକ । ଚିକିତ୍ସା ପରେ୨ରୁ ୪ ସପ୍ତାହ ପର୍ଯ୍ୟନ୍ତ ଲକ୍ଷଣ ଲାଗିରହି ପାରେ । ଏହା ପରେ ଲକ୍ଷଣ ଲାଗି ରହିଲେ ଆଉଠାରେ ଚିକିତ୍ସା କରିବା ଆବଶ୍ୟକ ହୁଏ । ପିଲାଙ୍କୁ ହେଉଥିବା ଅତି ସାଧାରଣ ଚର୍ମ ରୋଗ ମଧ୍ୟରୁ କାଛୁ ଗୋଟିଏ, ଅନ୍ୟ ଦୁଇଟିର ନାମ ଯାଦୁ ଓ ଜୀବାଣୁ ଜନିତ ସଂକ୍ରମଣ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଓଡ଼ିଶାର ବିଧାନସଭା ନିର୍ବାଚନ ୨୦୧୯ ମସିହା ଅପ୍ରେଲ କିମ୍ବା ମଇ ମାସରେ ଭାରତୀୟ ଲୋକସଭା ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ ପୁଣିଥରେ ମୁଖ୍ୟମନ୍ତ୍ରୀ ହେବାର ଦାବିଦାର ଅଛନ୍ତି । ଅନ୍ୟପକ୍ଷ୍ୟରେ ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନରେ ଛିଡ଼ା ହେବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ପୁଲୱାମା ଆକ୍ରମଣ ୧୪ ଫେବୃୟାରୀ ୨୦୧୯ ମସିହାରେ ହୋଇଥିଲା । ଏହି ଆକ୍ରମଣରେ କିଛି ଭାରତୀୟ ସୈନ୍ୟବାହିନୀଙ୍କୁ (CRPF) ନେଇ ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥରେ ଯାଉଥିବା ଏକ ପ୍ରତିରକ୍ଷା ବାହିନୀ ଗାଡ଼ିକୁ ଜଣେ ଆତ୍ମଘାତୀ ବିସ୍ଫୋରଣକାରୀଦ୍ୱାରା ଅବନ୍ତିପୁରା ନିକଟସ୍ଥ ଲେଥପୋରା, ପୁଲୱାମା ଜିଲ୍ଲା, ଜମ୍ମୁ ଓ କାଶ୍ମୀରଠାରେ ଆକ୍ରମଣ କରାଯାଇଥିଲା । ଏଥିରେ ୪୬ଜଣ ସିଆରପିଏଫ ସୈନ୍ୟ ଶହୀଦ ହୋଇଥିଲେ, ଏଥି ସହ ବିସ୍ଫୋରଣକାରୀର ମଧ୍ୟ ମୃତ୍ୟୁ ଘଟିଥିଲା । ଏହି ଆକ୍ରମଣକୁ ପାକିସ୍ତାନରେ ଥିବା ଏକ ଇସଲାମ ସଙ୍ଗଠନ, ଜୈଶ-ଏ-ମହମ୍ମଦ ଘଟାଇଥିବା ଦାବି କରିଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ବିହତ ସହସ୍ରର୍ଦ୍ଧୀ ଧରି ଭାରତୀୟ ମହିଳା ମାନଙ୍କ ସ୍ଥିତିରେ ଅନେକ ଉଲ୍ଲେଖନୀୟ ପରିବର୍ତନ ଘଟିଛି । ସେମାନଙ୍କ ଜୀବନ ଧାରଣ ଶୈଳୀ , ସ୍ୱାଧୀନତା , ସାମାଜିକ ସ୍ଥିତିରେ ବହୁ ଉତ୍ଥାନ ପାଟଣା ଘଟିଛି । . ଅତି ପ୍ରାଚୀନ କାଳରୁ ମାଧ୍ୟମ କାଳ ମଧ୍ୟରେ ତାଙ୍କର ସ୍ଥିତି ଦ୍ରୁତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାର , ଯାହା ପୁରୁଷ ମାନେ ପାଉଥିଲେ , ସେଥିରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂଶର ବଶତା ସେମାନଙ୍କୁ ବିଦ୍ୟାଳୟରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ମାଧ୍ୟମ କାଳରେ ( ବ୍ରିଟିଶ ଶାସନ ସମୟରୁ ) ଅନେକ ଉଦାରବାଦୀ ସମାଜ ସଂସ୍କାରକଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁ-ସଂସ୍କାରକୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତରେ ମହିଳା ମାନେ ରାଷ୍ଟ୍ରପତି , ପ୍ରଧାନ ମନ୍ତ୍ରୀ , ଲୋକ ସଭାର ବାଚସ୍ପତି , କେନ୍ଦ୍ର ମନ୍ତ୍ରୀ , ବିଭିନ୍ନ ରାଜ୍ୟର ମୁଖ୍ୟ ମନ୍ତ୍ରୀ , ରାଜ୍ୟପାଳ , ବିଭିନ୍ନ କମ୍ପାନୀର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର , ଯଥା କ୍ରିଡା , ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ୱାଧୀନ ଭରତର ସମ୍ବିଧାନରେ ମହିଳା ମାନଙ୍କ ଅଧିକାରକୁ ପୁରୁଷ ମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି ।ମହିଳା ମାନଙ୍କ ପୂର୍ଣା ସ୍ୱାଧୀନତା ଓ ଅଧିକାରକୁ ସଂରକ୍ଷିତ କରିବା ପାଇଁ ସ୍ୱାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭରତର ପାର୍ଲିଆମେଣ୍ଟରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦ୍ରୁଷ୍ଟି ଦିଆ ଯାଇଛି । .ଏପରି ଏକ ସମୟ ଥିଲା ଯେ 2011 ମସିହାରେ ଏକା ସମୟରେ ଭାରତର ରାଷ୍ଟ୍ରପତି ( ଶ୍ରୀମତୀ ପ୍ରତିଭା ପାଟିଲ ) , ଲୋକ ସଭାର ବାଚସ୍ପତି ( ମୀରା କୁମାର ) ଓ ଲୋକ ସଭାର ବିରୋଧୀ ଦଳର ନେତା ପଦବୀରେ ମହିଳା ମାନେ ରହିଥିଲେ । ଏହା ସତ୍ୱେ ଭାରତରେ ମହିଳା ମାନେ ଅନେକ ସମସ୍ଯାରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନରେ ବଳତ୍କାର , ଏସିଡ ଫିଙ୍ଗା , ଯୌତୁକ ଜନିତ ହତ୍ୟା , ଜୋର ଜବରଦସ୍ତି କରି ଦେହ ବ୍ୟାପାରରେ ଜଡିତ କରିବା ପରି ଅତ୍ୟାଚାରର ଶିକାର ହଉଛନ୍ତି ।. ୨୦୧୨ ମସିହାରେ ଥୋମସନ୍ ରଏଟର ଫାଉଣ୍ଡେସନ ତରଫରୁ କରାଯାଇଥିବା ସର୍ଭେରେ ଜି୨୦ ଅନ୍ତର୍ଗତ ସମସ୍ତ ଦେଶ ଠାରୁ ଭରତରେ ମହିଳାଙ୍କ ଉପରେ ଅତ୍ୟାଚାର ସର୍ବାଧିକ ଥିବା ଦର୍ଶାଯାଇଥିଲା ।.
ଆସେଟିଲସିସ୍ଟିନ, ଅନ୍ୟ ନାମ ଏନ-ଆସେଟିଲସିସ୍ଟିନ ବାr ଏନ-ଆସେଟିଲ-ଏଲ-ସିସ୍ଟିନ (ଏନଏସି), ଏକ ଔଷଧ ଯାହା ପାରାସେଟାମୋଲ(ଆସେଟାମିନୋଫେନ) ଅଧିକମାତ୍ରା (overdose) ନିମନ୍ତେ ଦିଆଯାଏ ଓ ସିସ୍ଟିକ ଫାଇବ୍ରୋସିସ ତଥା କ୍ରନିକ ଅବସ୍ଟ୍ରକ୍ଟିଭ ପଲମୋନାରି ଡିଜିଜ ରୋଗମାନଙ୍କରେ ବହଳିଆ ଖଙ୍କାର ପତଳା କରିବା ପାଇଁ ଦିଆଯାଏ । ଏହି ଔଷଧ ପାଟିରେ ଖାଇବାକୁ, ଶୀରାରେ ଇଞ୍ଜେକସନ ଆକାରରେ ଓ ଆଘ୍ରଣକାରୀ ଆକାରରେ ଦିଆଯାଏ ।ଔଷଧ ଖାଇଲେ ଅଇ ଓ ବାନ୍ତି ହୋଇପାରେ । ବେଳେବେଳେ ଚର୍ମ ଲାଲ ଦେଖାଯାଏ ଓ ଗଲୁ କରେ । ଆନାଫାଇଲାକ୍ସିସ ମଧ୍ୟ ହୋଇପାରେ । ଗର୍ଭାବସ୍ଥାରେ ଏହା ବିପଦମୁକ୍ତ ରହେ । ଏହାର କର୍ଯ୍ୟପ୍ରଣାଳୀ: ଗ୍ଲୁଟାଥାୟନ ସ୍ତର ବୃଦ୍ଧି କରେ ଓ ପରାସେଟାମୋଲର ବିଷାକ୍ତ ରାସାୟନିକ ବିଭାଜିତ ଦ୍ରବ୍ୟଗୁଡ଼ିକ ସହିତ ଯୋଡ଼ିହୋଇଯାଏ ।ଆସେଟିଲସିସ୍ଟିନ ସନ ୧୯୬୦ରେ ପେଟେଣ୍ଟ କରାଯାଇଥିଲା ଓ ସନ ୧୯୬୮ରେ ବ୍ୟବହାର ନିମନ୍ତେ ଲାଇସେନ୍ସ ଦିଆଯାଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ ଓ ଦାମିକା ନୁହେଁ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ଆଲୋକ ଏକ ପ୍ରକାରର ଶକ୍ତି ଅଟେ । ଏହା ଆମ ଆଖି ବାରି ପାରୁଥିବା ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗ ଅଟେ । ପଦାର୍ଥ ବିଜ୍ଞାନରେ ଅନେକ ସମୟରେ ଏହା ଉଭୟ ଦୃଶ୍ୟ ଓ ଅଦୃଶ୍ୟ ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗକୁ ବୁଝାଇଥାଏ । ଆଲୋକ କ୍ଷୁଦ୍ର ଗୁଚ୍ଛ ଆକାରରେ ବିଦ୍ୟମାନ ଥାଏ । ଏହା ଉଭୟ ତରଙ୍ଗ ଓ ପଦାର୍ଥର ଗୁଣ ପ୍ରଦର୍ଶନ କରିଥାଏ । ଆଲୋକବିଜ୍ଞାନ ଅଧୁନା ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ ଗବେଷଣା ଅଟେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।