ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଚନ୍ଦ୍ରମା ଶାନ୍ତା (ଜନ୍ମ: ୫ ମଇ ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ଜାତୀୟ କଂଗ୍ରେସ ସହ ମିଶି ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ ଓ ଦୁଇଥର ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଚନ୍ଦ୍ରମା ୧୯୮୦ ମସିହାରେ ପଟ୍ଟାଙ୍ଗି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ଓଡ଼ିଶା ବିଧାନ ସଭାର ୮ମ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ପଟ୍ଟାଙ୍ଗି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୯ମ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
ସାଧାରଣ ଆପେକ୍ଷିକ ତତ୍ତ୍ୱ (ଇଂରାଜୀରେ General Theory of Relativity), ମାଧ୍ୟାକର୍ଷଣ/ମହାକର୍ଷଣର ପ୍ରଭାବ ଉପରେ ପର୍ଯ୍ୟବେଶିତ ଏକ ଜ୍ୟାମିତିକ ତତ୍ତ୍ୱ । ଏହାକୁ ପ୍ରସିଦ୍ଧ ଭୌତିକ ବିଜ୍ଞାନୀ ଆଲବର୍ଟ୍ ଆଇନଷ୍ଟାଇନ ୧୯୧୫ ମସିହାରେ ସର୍ବ ପ୍ରଥମେ ପ୍ରକାଶ କରିଥିଲେ । ଭୌତିକ ବିଜ୍ଞାନୀମାନଙ୍କ ପାଇଁ ଏହି ତତ୍ତ୍ୱ ମାଧ୍ୟାକର୍ଷଣ/ମହାକର୍ଷଣର ଏକ ଆଧୁନିକ ଉପସ୍ଥାପନା । ଏହି ତତ୍ତ୍ୱ ଆଇନଷ୍ଟାଇନଙ୍କଦ୍ୱାରା ପୂର୍ବରୁ ପ୍ରକାଶିତ ବିଶେଷ ଆପେକ୍ଷିକ ତତ୍ତ୍ୱ ଏବଂ ପ୍ରଖ୍ୟାତ ବ୍ରିଟିଶ୍ ବୈଜ୍ଞାନିକ ସାର୍ ଆଇଜାକ୍ ନିଉଟନଙ୍କଦ୍ୱାରା ଆବିଷ୍କୃତ ମାଧ୍ୟାକର୍ଷଣ/ମହାକର୍ଷଣ ନିୟମକୁ ଏକସୂତ୍ରରେ ସଂଯୋଗ କରୁଥିବାରୁ ଭୌତିକ ବିଜ୍ଞାନର ଏକ ଅତି ବଳିଷ୍ଠ ତତ୍ତ୍ୱ । ଏହି ତତ୍ତ୍ୱ ଅନୁସାରେ ମାଧ୍ୟାକର୍ଷଣ ଏକ ଶକ୍ତି ନୁହେଁ, ବରଂ ଜାଗତିକ ମହାବସ୍ତୁମାନେ ଅବସ୍ଥାନ କରୁଥିବା ସ୍ଥାନ-କାଳର ଏକ ଜ୍ୟାମିତିକ ପ୍ରକୃତି ବା ପ୍ରବୃତ୍ତି । ଅତ୍ୟଧିକ ବସ୍ତୁତ୍ୱବିଶିଷ୍ଟ ଏକ ମହାବସ୍ତୁଦ୍ୱାରା ସ୍ଥାନ-କାଳର ପ୍ରକୃତି ପ୍ରଭାବିତ ହୋଇଥାଏ । ସେମାନଙ୍କ ପ୍ରଭାବରେ ସ୍ଥାନ-କାଳର ପଟ୍ଟରେ/ପୃଷ୍ଠରେ ବକ୍ରାକୃତି ଦେଖାଯାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ପ୍ରସନ୍ନ କୁମାର ମିଶ୍ର (୧୮ ମାର୍ଚ୍ଚ ୧୯୪୧ - ୧୩ ଫେବୃଆରୀ ୨୦୧୪) ଜଣେ ଅଧ୍ୟାପକ ଓ ସାହିତ୍ୟ ସାଧକ ଥିଲେ । ସେ ଓଡ଼ିଆରେ କବିତା, ଉପନ୍ୟାସ, ନାଟକ ଓ ଶିଶୁ ସାହିତ୍ୟ ଆଦି ରଚନା କରିଛନ୍ତି । ସେ ତାଙ୍କ ଜୀବନ କାଳ ମଧ୍ୟରେ ପ୍ରାୟ ୭୦ ଖଣ୍ଡ ପୁସ୍ତକ ରଚନା କରିଯାଇଛନ୍ତି । ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟରୁ ଅଧ୍ୟାପନା ଜୀବନ ଆରମ୍ଭ କରି, ସେ ପୁରୀସ୍ଥିତ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ, ଢେଙ୍କାନାଳ ସରକାରୀ ମହାବିଦ୍ୟାଳୟ, ରାଉରକେଲା ସରକାରୀ କଲେଜ, ବାଲେଶ୍ୱରସ୍ଥିତ ଫକୀର ମୋହନ ମହାବିଦ୍ୟାଳୟ ଆଦିରେ କାର୍ଯ୍ୟକରି ଢେଙ୍କାନାଳରୁ ଓଡ଼ିଆ ପ୍ରାଧ୍ୟାପକ ଭାବରେ ଅବସର ଗ୍ରହଣ କରିଥିଲେ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ପଦ୍ମପୁରାଣର ପ୍ରାଚୀ ମାହାତ୍ମ୍ୟରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି I ସେହି ଅର୍କ ତୀର୍ଥ ପରବର୍ତ୍ତୀ କାଳରେ ‘ ଚନ୍ଦ୍ରଭାଗା ତୀର୍ଥ ’ ନାମରେ ପ୍ରସିଦ୍ଧ ହୋଇଛି I ସ୍ୱର୍ଗର ପୁଣ୍ୟତୋୟା ସରସ୍ୱତୀ ମର୍ତ୍ତ୍ୟଲୋକରେ ପ୍ରାଚୀ ନାମରେ ପ୍ରବାହିତ ହୋଇଥିଲେ I ତା’ପରେ ଏହା ଚିତ୍ରୋତ୍ପଳା, କାଦୁଆ ଓ ଶେଷରେ ଚନ୍ଦ୍ରଭାଗା ନାମରେ କୋଣାର୍କ ନିକଟରେ ସମୁଦ୍ରରେ ପଡ଼ିଥିଲା I ଶାମ୍ବ ଏହି ଚନ୍ଦ୍ରଭାଗା ନଦୀକୂଳରେ ସୂର୍ଯ୍ୟ ଉପାସନା କରି କୁଷ୍ଠରୋଗରୁ ମୁକ୍ତିଲାଭ କରିଥିଲେ I ଏହି ଚନ୍ଦ୍ରଭାଗା ନଦୀରେ ସ୍ନାନ କରୁଥିବା ସମୟରେ ଶାମ୍ବ ସୂର୍ଯ୍ୟଙ୍କର ମଣିବିଗ୍ରହ ପାଇଥିଲେ ଏବଂ ସ୍ୱୟଂ ସୂର୍ଯ୍ୟଦେବ ତାଙ୍କର ସେହି ମୂର୍ତ୍ତିକୁ ଚନ୍ଦ୍ରଭାଗା ନଦୀ ତୀରରେ ମନ୍ଦିର ନିର୍ମାଣ ପାଇଁ ଶାମ୍ବଙ୍କୁ ନିର୍ଦ୍ଦେଶ ଦେଇଥିଲେ I ତେଣୁ ପ୍ରାଚୀନ କାଳରୁ ଚନ୍ଦ୍ରଭାଗା ଏକ ପୂଣ୍ୟତୀର୍ଥ ରୂପେ ଖ୍ୟାତି ଅର୍ଜନ କରିଆସିଛି I ସାରଳା ଦାସଙ୍କ ମହାଭାରତର ବନ ପର୍ବରେ ଅର୍କକ୍ଷେତ୍ର ବିଷୟରେ ଉଲ୍ଲେଖ ଅଛି ଯେ ମକର ମାସ ଅର୍ଥାତ ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ‘ ଅର୍କ ’ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହିତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୁଏ I ତେଣୁ ‘ କୋଣାର୍କ ’ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛନ୍ତି I ତେଣୁ ଏହିଦିନରେ ସୂର୍ଯ୍ୟପୂଜା କରାଯାଏ I ପଦ୍ମ ପୁରାଣରେ ପ୍ରାଚୀ ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି ଯେ ସୂର୍ଯ୍ୟଦେବ ନିଜର ପାପ ମୋଚନ ନିମନ୍ତେ ଅର୍କତୀର୍ଥରେ ତପସ୍ୟା କରି ମୁକ୍ତିଲାଭ କରିଥିଲେ I ମହାଦେବ ମଧ୍ୟ ଏଠାରେ ତପସ୍ୟା କରି ବ୍ରହ୍ମାଶିର ଛେଦନ ଜନିତ ପାପରୁ ମୁକ୍ତି ପାଇଥିଲେ I ସୂର୍ଯ୍ୟଦେବ ଶିବଙ୍କୁ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରି କହିଛନ୍ତି -
ରଘୁନାଥ ମୁର୍ମୁ (୧୮ ମଇ ୧୯୦୫ – ୧ ଫେବୃଆରୀ ୧୯୮୨) ଜଣେ ଭାଷା ଓ ଲିପି ଗବେଷକ ଥିଲେ । ସେ ପ୍ରଥମ କରି ଅଲ ଚିକି ଲିପି ତିଆରି କରିଥିବାରୁ ଏହି ଲିପିର ଜନକ ନାମରେ ମଧ୍ୟ ଜଣାଶୁଣା । ଏଥି ନିମନ୍ତେ ତାଙ୍କୁ ସାନ୍ତାଳୀ ଭାଷାଭାଷୀ ଲୋକେ ଆଦରରେ "ଗୁରୁ ଗୋମକେ' ବୋଲି ମଧ୍ୟ ଡାକିଥାନ୍ତି । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ ("ପ୍ରଣାଳୀ"), ଅଲ ସିକି, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି ସାନ୍ତାଳୀ ଭାଷା ଲେଖିବା ନିମନ୍ତେ ଭାରତ ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ସାନ୍ତାଳୀ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଥିଲେ । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ୱୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ଜାମବାଣୀଠାରେ ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ ଓ ୨୦୦୭ ମସିହାରେ ମୁର୍ସିଦାବାଦଠାରେ କଲ୍ୟାଣୀ ବିଶ୍ୱବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ଓଡ଼ିଶା ସରକାର ମଧ୍ୟ ରାଜ୍ୟର ପଞ୍ଚମ ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି ।
ବାମାଚରଣ ମିତ୍ର (୧୭ ଡିସେମ୍ବର ୧୯୧୫ - ୨୧ ଫେବୃଆରୀ ୧୯୭୫) ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ । ସେ ଓଡ଼ିଆରେ ନବେରୁ ଅଧିକ କ୍ଷୁଦ୍ରଗଳ୍ପ (ଯହିଁରୁ ୨୪ଟିକୁ ନେଇ "ବାମାଚରଣ ଗଳ୍ପ ସମ୍ଭାର" ନାମରେ ସଂକଳନ ପ୍ରକାଶିତ), ତିନୋଟି ଉପନ୍ୟାସ ଓ ଅନୁବାଦ ସାହିତ୍ୟ ରଚନା କରିଥିଲେ । ୨୦୧୫ ମସିହାରେ ତାଙ୍କର ସମସ୍ତ ରଚନା ଡିଜିଟାଲ ରୂପରେ ସୃଜନିକା ତରଫରୁ ଏକ ସିଡିରେ ପ୍ରକାଶିତ । ତାଙ୍କ ରଚିତ ପ୍ରମୁଖ ଉପନ୍ୟାସମାନ ହେଲେ "କୀର୍ତ୍ତିଶଯ୍ୟ" (ପ୍ରଥମ ରଚିତ ଉପନ୍ୟାସ), "ନରଛଞ୍ଚାଣ" ତଥା ଗଳ୍ପସଂକଳନମାନ ହେଲେ "ସ୍ୱପ୍ନସିଦ୍ଧ", "ବଟ ମହାପୁରୁଷ", "ଅସୀମ" ଓ "ମହାପୁରୁଷ ବାଗ" । ସେ ପ୍ରବନ୍ଧ ସଂକଳନ "ଏଣୁଶ୍ଚ ତେଣୁଶ୍ଚ" ପାଇଁ ୧୯୬୯-୧୯୭୩ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।
ବିବୁଧେନ୍ଦ୍ର ମିଶ୍ର (କୁନି ଭାଇନା ଭାବେ ପରିଚିତ, ୩୦ ନଭେମ୍ବର ୧୯୨୦ - ୧୫ ଫେବୃଆରୀ, ୨୦୧୨) ଜଣେ ସ୍ୱାଧୀନତା ସଂଗ୍ରାମୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ବିଶିଷ୍ଟ ଆଇନଜୀବୀ, କ୍ରିଡ଼ା ସଂଗଠକ, ଲେଖକ ତଥା ସାମ୍ବାଦିକ । ବିବୁଧେନ୍ଦ୍ର ୧୯୨୦ ମସିହା ନଭେମ୍ବର ୩୦ ତାରିଖରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳର କୁଣ୍ଢେଇବେଣ୍ଟ ସାହିରେ ଗୋପିନାଥ ମିଶ୍ର ଓ ମୁକ୍ତାବାଳା ଦେବୀଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ ।
ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାଠାରେ ଏହି ପର୍ବ ପାଳନ କରାଯାଏ । ଦୂରଦୂରାନ୍ତରୁ ଅନେକ ଲୋକ ଏଇ ତିନିଦିନିଆଁ ମେଳାରେ ଭାଗ ନେବାକୁ ଆସିଥାନ୍ତି। ଏହିଦିନ ମହିମା ସନ୍ନ୍ୟାସୀମାନେ ମହିମା ଗୋସେଇଁଙ୍କ ସମାଧି ପୀଠରେ ପୂଜାର୍ଚ୍ଚନା କରିଥାନ୍ତି । ଅନେକ ମହିମା ସନ୍ନ୍ୟାସୀ ଏହିଦିନ ବୈରାଗୀରୁ ଅପରା ସନ୍ନ୍ୟାସୀ ଭାବେ ଘୋଷିତ ହୁଅନ୍ତି ।ଏହି ମେଳା ପ୍ରତିବର୍ଷ ମାଘମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ଦିନରେ ଅନୁଷ୍ଠିତ ହୁଏ । ଏହାର ପାଞ୍ଚଦିନ ପୂର୍ବରୁ ତଥା ଦଶମୀ ତିଥିରୁ ମହିମାଗାଦିରେ ସନ୍ନ୍ୟାସୀଙ୍କର ସମାବେଶ ହୁଏ । ତ୍ରୟୋଦଶୀ ପାହାନ୍ତାରେ ମହିମା ମେଳା ଆରମ୍ଭ ହୁଏ ଏବଂ ଏହାକୁ ପାହାନ୍ତା ପୂର୍ଣ୍ଣମୀ ମଧ୍ୟ କୁହାଯାଏ । ଏହି ଉତ୍ସବରେ ବେଢା ପରିକ୍ରମା କାର୍ଯ୍ୟ ହୋଇଥାଏ । ବଳ୍କଳଧାରୀ ମହିମା ସମାଜ ତରଫରୁ ଯେଉଁ ସନ୍ନ୍ୟାସୀମାନେ ବଳ୍କଳ ପାଇବାକୁ ଯୋଗ୍ୟ ଏବଂ କୌପୀନଧାରୀ ସମାଜ ପକ୍ଷରୁ ଯେଉଁମାନେ ଆଡ଼ବନ୍ଧ ପାଇବା ପାଇଁ ମନୋନୀତ ହୁଅନ୍ତି ସେମାନଙ୍କୁ ତାହା ପ୍ରଦାନ କରାଯାଏ । ଏହି ଉତ୍ସବ ଦେଖିବା ପାଇଁ ସାଧାରଣ ଭକ୍ତଙ୍କୁ ଅନୁମତି ନଥାଏ । ତ୍ରୟୋଦଶୀ ସନ୍ଧ୍ୟାରେ କୌପୀନଧାରୀ ମହିମାସମାଜ ଏବଂ ବଳ୍କଳଧାରୀ ମହିମା ସମାଜର କର୍ମକର୍ତ୍ତାଗଣ ନିର୍ବାଚିତ ହୁଅନ୍ତି । ବିଭିନ୍ନ ଦେଶ ବୁଲି ସନ୍ନ୍ୟାସୀମାନେ ଆଦାୟ କରିଥିବା ଅର୍ଥ ଏବଂ ସାମଗ୍ରୀ ମହିମାଗାଦିର କର୍ମକର୍ତ୍ତାଙ୍କ ହାତରେ ଅର୍ପଣ କରନ୍ତି । ଚତୁର୍ଦ୍ଦଶୀ ଦିନ ଦିବା ଦୁଇଘଣ୍ଟା ସମୟରୁ ଉତ୍ସବ ପାଳନର ପ୍ରସ୍ତୁତି ହୁଏ । ଆକାଶରେ ପୂର୍ଣ୍ଣ ଚାନ୍ଦ । ମନ୍ଦିର ବେଢାରେ ବାଦ୍ୟନିନାଦ । ଲୋକାରଣ୍ୟ ହୁଏ ମହିମାପୀଠ । ମୁହୁର୍ମୁହଃ ଉଚ୍ଚାରିତ ହେଉଥାଏ ଅଲେଖ ମହିମା ଶବ୍ଦ । ଆକାଶର ପୂର୍ଣ୍ଣଚନ୍ଦ୍ର ଏବଂ ଘିଅ ଦୀପାଳିର ଆଲୋକ ମିଶି ଗାଦିମନ୍ଦିରର ଶ୍ରୀ ଯୋଗେଶ୍ୱର ମହିମାଙ୍କ ସ୍ମୃତିକୁ ଅବଲୋକନ କରୁଛନ୍ତି ଯେପରି । ମହିମା ଧର୍ମ ଏକ ସ୍ୱତନ୍ତ୍ର ଧର୍ମ ନୁହେଁ ,ଏହା ବିଶୁଦ୍ଧ ହିନ୍ଦୁ ଧର୍ମର ଭିତ୍ତିଭୂମି ଉପରେ ପ୍ରତିଷ୍ଠିତ । କେତେକ ସାହିତ୍ୟିକ ପଣ୍ଡିତ ମତ ଦିଅନ୍ତି ଯେ ମହିମା ଧର୍ମ ବୌଦ୍ଧ ଧର୍ମର ରୂପାନ୍ତର , କିନ୍ତୁ ତାହା ସମ୍ପୂର୍ଣ୍ଣ ଭୁଲ । କାରଣ ବୌଦ୍ଧ ଧର୍ମ ଓ ମହିମା ଧର୍ମର ଲକ୍ଷ୍ୟ ସମ୍ପୂର୍ଣ୍ଣ ଅଲଗା । ବୌଦ୍ଧ ଧର୍ମର ଲକ୍ଷ୍ୟ ନିର୍ବାଣ ପ୍ରାପ୍ତି ଏବଂ ମହିମା ଧର୍ମର ଲକ୍ଷ୍ୟ ବ୍ରହ୍ମଲାଭ । ମହିମା ଧର୍ମରେ ଦୁଇ ଶ୍ରେଣୀର ସନ୍ନ୍ୟାସୀ ଦୃଷ୍ଟିଗୋଚର ହୁଅନ୍ତି I ସେମାନେ ହେଲେ କୌପୀନଧାରୀ ଓ ବଳ୍କଳଧାରୀ । ଦୁଇଗୋଷ୍ଠି ସନ୍ନ୍ୟାସୀଙ୍କର ସୃଷ୍ଟିକର୍ତ୍ତା ନିଜେ ଯୋଗେଶ୍ୱର ମହିମାପ୍ରଭୁ । ସ୍ୱୟଂ ଯୋଗେଶ୍ୱର ମହିମାପ୍ରଭୁ ମହିମାଧର୍ମର ପ୍ରବର୍ତ୍ତକ । ତାଙ୍କର ଜନ୍ମସ୍ଥାନ, ଜନ୍ମକାଳ ଓ ପିତାମାତାଙ୍କ ସମ୍ବନ୍ଧରେ ଏ ପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ପ୍ରମାଣ ମିଳିନାହିଁ । ଯୋଗେଶ୍ୱର ମହିମାପ୍ରଭୁ ଅଯୋନିସମ୍ଭୂତ ବୋଲି ଜଣାଯାଏ ।
ନିଖିଳ ବରଣ ସେନଗୁପ୍ତା (୧୩ ଡିସେମ୍ବର ୧୯୪୩ – ୧୮ ଫେବୃଆରୀ ୨୦୧୪) ଏକାଧାରରେ ହିନ୍ଦି, ବେଙ୍ଗଲୀ ଓ ଓଡ଼ିଆ ଭାଷାରେ ଜଣେ କଳା ନିର୍ଦ୍ଦେଶକ, ଅଭିନେତା, ରଙ୍ଗ ଶିଳ୍ପୀ ଓ ପ୍ରୋଡକ୍ସନ୍ ଡିଜାଇନର୍ ଥିଲେ । ସନ ୧୯୭୫ରେ ସେ କଳା ନିର୍ଦ୍ଦେଶକ ଭାବରେ ପ୍ରଥମେ ଗପ ହେଲେ ବି ସତ (୧୯୭୫) ଚଳଚ୍ଚିତ୍ରରେ କାମ ଆରମ୍ଭ କରିଥିଲେ । ଜନନୀ (୧୯୮୪), ସହରୀ ବାଘ (୧୯୮୫), ମାଆ ଓ ମମତା, ସୁନା ଚଢ଼େଇ (୧୯୮୭), ଜୁଗାନ୍ତର, ତାହାଦେର କଥା, ବାଗ ବାହାଦୂର (୧୯୮୯) ଓ ମିସ୍ଟର ଆଣ୍ଡ ମିସେସ୍ ଆୟାର ଇତ୍ୟାଦି ଚିଳଚିତ୍ରମାନଙ୍କରେ ତାଙ୍କର ଅବଦାନ ସ୍ୱୀକୃତ ହୋଇଥିଲେ ମଧ୍ୟ ସ୍ଳଳ୍ପ ଚର୍ଚ୍ଚିତ ହୋଇଥିଲେ ।
ଅସୀମ ବସୁ (୩୦ ନଭେମ୍ବର ୧୯୩୫ - ୧ ଫେବୃଆରୀ ୨୦୧୭) ଜଣେ ଓଡ଼ିଆ ଚିତ୍ରକର, ଅଭିନେତା, ନିର୍ଦ୍ଦେଶକ, ସାହିତ୍ୟିକ ଏବଂ କଳା ନିର୍ଦ୍ଦେଶକ ଥିଲେ । ୫୦ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ଅସୀମ ଓଡ଼ିଶାର କଳା ସାହିତ୍ୟ କ୍ଷେତ୍ରରେ ସକ୍ରିୟଥିଲେ । ସେ ୨୦୦୦ରୁ ଅଧିକ ନାଟକରେ ମଞ୍ଚ ସଜେଇଥିଲେ ଓ ୫୦ରୁ ଅଧିକ ନାଟକରେ ଅଭିନୟ ବା ନିର୍ଦ୍ଦେଶନା କରିଥିଲେ । ସେ ବହୁବାର ଦିଲ୍ଲୀ ଗଣତନ୍ତ୍ର ଦିବସ ପ୍ୟାରେଡ଼ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ତିଆରି କରିଥିଲେ ।ଚିତ୍ରକଳାକୁ ନିଜ ପେଶା ଓ ମଞ୍ଚକୁ ନିଜ ନିଶା ବୋଲି କହୁଥିବା ଅସୀମ ଓଡ଼ିଶା ନାଟ୍ୟସଂଘର ସଭାପତି ପଦବୀ ମଧ୍ୟ ଅଳଙ୍କୃତ କରିଥିଲେ । ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଚୟନ କମିଟିରେ ରହି ରାଜ୍ୟର ଅନେକ ପ୍ରତିଭାକୁ ଚୟନ କରିଥିଲେ । ନାଟ୍ୟ ରଚନା ଓ ମଞ୍ଚସଜାରେ ସେ ସିଦ୍ଧହସ୍ତ ଥିଲେ । ଓଡ଼ିଶାର କଳା, ସାହିତ୍ୟ ଓ ସଂସ୍କୃତି ପ୍ରତି ତାଙ୍କର ଉଲ୍ଲେଖନୀୟ ଅବଦାନ ଥିଲା ।
ଦୁର୍ଗାମାଧବ ମିଶ୍ର, ୧୯୫୨ ମସିହାର ଭାରତୀୟ ପୁଲିସ ସେବା ଅଧିକାରୀ ଓ କେନ୍ଦ୍ରୀୟ ଔଦ୍ୟୋଗୀକ ସୁରକ୍ଷା ବଳ(ସି.ଆଇ.ଏସ.ଏଫ)ର ମହାନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିବା ପ୍ରଥମ ଓଡ଼ିଆ । ସେ ଜଣେ ଓଡ଼ିଆ ସାହିତ୍ୟିକ ଭାବରେ ମଧ୍ୟ ପରିଚିତ । ତାଙ୍କ ଗଳ୍ପ ସଂକଳନ "ନିଷାଦର ନିଃଶବ୍ଦ ବାରଣ" ପାଇଁ ସେ ଓଡ଼ିଆ ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ଦୁର୍ଗାମାଧବ, ୧୯୨୯ ମସିହାରେ ନୟାଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ତାଙ୍କ ଶୈଶବ କଟିଥିଲା କଟକରେ । ସେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକ ଏବଂ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର କରିଥିଲେ । ସମାଜରେ ଜଣେ ସହ ସମ୍ପାଦକ ଭାବରେ ସେ କାର୍ଯ୍ୟ କରୁଥିବା ସମୟରେ, ଭାରତୀୟ ପୁଲିସ ସେବା ଅଧିକାରୀ ଭାବରେ ତାଙ୍କର ଚୟନ ହୋଇଥିଲା । ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ସେ କାର୍ଯ୍ୟ କରିଥିଲେ । ସି.ଆଇ.ଏସ.ଏଫର ମହାନିର୍ଦ୍ଦେଶକ ଭାବରେ ମଧ୍ୟ ସେ କାର୍ଯ୍ୟ କରିଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଫାଲଗୁନ କୃଷ୍ଣ ଏକାଦଶୀକୁ ପଙ୍କୋଦ୍ଧାର ଏକାଦଶୀ ବା ବିଜୟା ଏକାଦଶୀ କୁହାଯାଏ । ଏହି ବିଜୟା ଏକାଦଶୀ ବ୍ରତ କଲେ ମଣିଷ ଶତ୍ରୁକୁ ବିଜୟ କରିପାରେ । ପୁରାଣ କଥା ଅନୁଯାୟୀ ସୀତା ହରଣ ବେଳେ ରାମଚନ୍ଦ୍ର ବାନର ସେନା ସହ ସମୁଦ୍ରର ଉତ୍ତର ତୀରରେ ପହଞ୍ଚି ରାବଣ ପରି ବଳବାନ ଶତ୍ରୁ ଓ ସାଗରର ଗମ୍ଭୀରତା ନେଇ ଚିନ୍ତିତ ହୋଇପଡ଼ିଥିଲେ । ସମୁଦ୍ରକୁ କିପରି ପାରହେବେ ସେଥିଲାଗି ଉପାୟ ଖୋଜିବା ବେଳେ ଜଣେ ମୁନିଙ୍କ ପରାମର୍ଶରେ ଏହି ବିଜୟା ଏକାଦଶୀ ବ୍ରତ ପାଳନ କଲେ । ବ୍ରତର ପ୍ରଭାବରେ ସେ ସମୁଦ୍ର ପାର ହୋଇ ରାବଣ ବଧ କରିଥିବାର ବିଶ୍ୱାସ ରହିଛି ।