ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ନେତ୍ରାନନ୍ଦ ମଲ୍ଲିକ (ଜନ୍ମ: ୨୧ ଅପ୍ରେଲ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବଂ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୮୦, ୧୯୮୫, ୧୯୯୫ ଓ ୨୦୦୪ ମସିହାରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ, ୧୧ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ୧୯୮୯ ମସିହାରୁ ୧୯୯୦ ମସିହା ଯାଏଁ ଏବଂ ୧୯୯୫ ମସିହାରୁ ୨୦୦୦ ମସିହାଯାଏଁ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଔଡି ଏଜି, (ଇଂରାଜୀ: AUDI AG) ଏକ ଜର୍ମାନ୍ ଯାନବାହାନ ନିର୍ମାତା ଯାହା ବିଭିନ୍ନ ପ୍ରକାର ବିଳାସମୟ କାର୍ ଗୁଡିକର ପରିକଳ୍ପନା,ନିର୍ମାଣ ତଥା ବିକ୍ରୟ କରିଥାଏ | ଔଡି ଏହାର ବିଶ୍ୱବ୍ୟାପୀ ସମସ୍ତ ସଞ୍ଚାଳନ ଜର୍ମାନୀ ଦେଶରେ ଥିବା ବାଭାରିଆ ରାଜ୍ୟର ଇଙ୍ଗୁଲଷ୍ଟାଟ୍ ସହରର ନିଜସ୍ୱ ମୁଖ୍ୟାଳୟରୁ କରିଥାଏ |ଔଡି ତାହାର ସମସ୍ତ ଯ଼ାନଗୁଡିକ ବିଶ୍ୱରେ ଥିବା ସମୁଦାୟ ନଅଟି କାରଖାନାରୁ ଉତ୍ପାଦନ କରିଥାଏ |
ଟୋରାସେମାଇଡ (ଇଂରାଜୀ ଭାଷାରେ Torasemide, ଅନ୍ୟ ନାମ ଟର୍ସେମାଇଡ/ torsemide) ଏକ ଔଷଧ ଯାହା ଉଚ୍ଚ ରକ୍ତଚାପ, ହୃଦ୍ପାତ ଯୋଗୁ ହେଉଥିବା ହାଇପରଭଲେମିଆ (fluid overload), ବୃକ୍କ ରୋଗ (kidney disease) ଓ ଯକୃତ ରୋଗ (liver disease) ଇତ୍ୟାଦି ରୋଗମାନଙ୍କର ଚିକିତ୍ସା ନିମନ୍ତେ ଦିଆଯାଏ । ଉଚ୍ଚ ରକ୍ତଚାପ ରୋଗ ଚିକିତ୍ସା ନିମନ୍ତେ ବିଶେଷ ପସନ୍ଦ କରାଯାଏ ନାହିଁ । ଏହା ପାଟିରେ ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ ।ଟୋରାସେମାଇଡର ସାଧାରଣ ପ୍ରତିକ୍ରିୟାରେ ମୁଣ୍ଡ ବିନ୍ଧା, ଅଧିକ ପରସ୍ରା କରିବା, ତରଳ ଝାଡ଼ା, କାଶ ଓ ମୁଣ୍ଡ ଓଜନିଆ ଲାଗିବା ହୋଇପାରେ । ଶ୍ରବଣ ହାନୀ (hearing loss) ଓ ଅଳ୍ପ ପୋଟାସିଅମ low blood potassium ମଧ୍ୟ ହୋଇପାରେ । ଟୋରାସେମାଇଡ ଏକ ପ୍ରକାର ସଲଫୋନାମାଇଡ (sulfonamide) ଓ ଲୁପ ଡାଇୟୁରେଟିକ (loop diuretic) । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ବ୍ୟବହାର କରିବାକୁ ମନା କରାଯାଏ । ବୃକ୍କର ସୋଡ଼ିଅମ ପୁନଃଅବଶୋଷଣ କମେଇ ଏହା କାର୍ଯ୍ୟକ୍ଷମ ହୁଏ । ଟୋରାସେମାଇଡ ସନ ୧୯୭୪ରେ ପେଟେଣ୍ଟ ହେବା ପରେ ସନ ୧୯୯୩ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୧୦ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ସନ ୨୦୧୬ରେ ଏହାର ୨ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୩୪ ତମ ସ୍ଥାନରେ ଥଲା ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଚୈତ୍ରମାସ ଶୁକ୍ଳ ଅଷ୍ଟମୀ, ଅଶୋକାଷ୍ଟମୀ ନାମରେ ପରିଚିତ ଏବଂ ଏହି ଦିନର ଯାତ୍ରାର ରଥକୁ ରୁକୁଣା ରଥ ଯାତ୍ରା କହନ୍ତି । ବିଶେଷତଃ ଏହି ସମୟରେ ଦେବୀ ଦୁର୍ଗାଙ୍କ ବାସନ୍ତୀ ପୂଜା ଚାଲିଥାଏ । ସେହିପରି ଅଶୋକାଷ୍ଟମୀ ପରଦିନ ରାମ ନବମୀ ପାଳନ କରାଯାଏ । ରାମନବମୀ ପୂର୍ବଦିନ ଅଶୋକ ନାମ ଯୋଡ଼ିହୋଇ ଥିବାରୁ ରାମାୟଣର ଅଶୋକବନ କଥା ମନକୁ ଆସେ । ଏହିଦିନ ସୀତା ଅଶୋକ ଜଳପାନ କରି ଦୁଃଖ ଭୁଲିଯାଇଥିବାରୁ ସେହିଦିନଠାରୁ ଏହିଦିନଟି ପ୍ରସିଦ୍ଧ ହୋଇଛି ବୋଲି ଲୋକକଥା ରହିଛି । ଭେଷଜ ଶାସ୍ତ୍ରରୁ ଜଣାଯାଏ ଅଶୋକ ବୃକ୍ଷ ସ୍ତ୍ରୀଲୋକଙ୍କ ଉପକାରୀ । ବିଶେଷକରି ପୁନର୍ବସୁ ନକ୍ଷତ୍ରରେ ଏହା ସେବନ କଲେ ଅଧିକ ଫଳପ୍ରଦ ହୁଏ । କିଛିଲୋକଙ୍କ ମତରେ ରାବଣ ଜଣେ ବୈଜ୍ଞାନିକ ଥିଲା ଏବଂ ସ୍ତ୍ରୀଲୋକଙ୍କ ପ୍ରଧାନ ଋତୁଜନିତ ରୋଗ ନିରାକରଣ ନିମିତ୍ତ ଅଶୋକବନ ସୃଷ୍ଟି କରିଥିଲେ । ଏହି ବନରେ ସୀତାଙ୍କୁ ରଖିଲେ ତାଙ୍କର ଶାରୀରିକ ବିଶେଷତଃ ସ୍ତ୍ରୀରୋଗ ହେବନାହିଁ ବୋଲି ରାବଣ ସୀତାଙ୍କୁ ସେଠାରେ ରଖାଇଥିଲେ ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କଦ୍ୱାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ବିଦୁସ୍ମିତା ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ସେ ଓଡ଼ିଆ ଆଲବମ ଜଗତରେ ପ୍ରଥମେ ପ୍ରବେଶ କରିଥିଲେ । ଏହାପରେ ସେ ଓଡ଼ିଆ ଧାରାବାହିକ ଏବଂ କଥାଚିତ୍ରରେ ଅଭିନୟ କରିଥିଲେ । ବଧୂ ନୁହେଁ ମୁଁ ବନ୍ଧୁ ଚଳଚ୍ଚିତ୍ରରେ ସେ ନାୟିକା ଭାବରେ ଅଭିନୟ କରିଥିଲେ । ସାର୍ଥକ ଟିଭିରେ ପ୍ରସାରିତ ଧାରାବାହିକ ପରୀରେ ସେ ଅଭିନୟ କରିଥିଲେ । ସେ ଓଡ଼ିଆ କଥାଚିତ୍ରରେ ଆଇଟମ ନୃତ୍ୟ ପାଇଁ ଅଧିକ ପରିଚିତ । ଚକ୍ଲେଟ୍ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ଆଇଟମ୍ ନୃତ୍ୟ କରିଥିଲେ ।
ନବରଙ୍ଗପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ନବରଙ୍ଗପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ବିଜୟ ନାୟକ (ଜନ୍ମ: ୧୦ ଅପ୍ରେଲ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କୋକେନ, ବା ବେଞ୍ଜୋଏଲମିଥାଇଲେକଗୋନିନ ବା କୋକ (ଇଂରାଜୀ ଭାଷାରେ Cocaine, ବା benzoylmethylecgonine ବା coke, ଏକ ତୀବ୍ର ଉତ୍ତେଜକ ଯାହା ଆମୋଦଦାୟକ ଔଷଧ ରୂପେ ବ୍ୟବହାର ହୁଏ । ଦେହ ମଧ୍ୟକୁ ଏହା ଶୁଙ୍ଘିବା ଦ୍ୱାରା, ପ୍ରଶ୍ୱାସରେ ବା ଶିରାରେ ଇଞ୍ଜେକସନ ସାହାଯ୍ୟରେ ଏହି ଔଷଧ ପ୍ରବେଶ କରେଇଦିଆଯାଏ ଅବାସ୍ତବତା, ତୀବ୍ର ସୁଖ ଅନୁଭବ ବା ଉତ୍ତେଜନା ଇତ୍ୟାଦି ମାନସିକ ପ୍ରଭାବ ଅନୁଭୁତ ହୁଏ । ଏହି ଔଷଧ ନେଲେ ଦ୍ରୁତ ହୃତ ସ୍ପନ୍ଦନ, ଝାଳ ନିଷ୍କାସନ ଓ ବଡ ଆଖି ପୁଅ ଇତ୍ୟାଦି ଲକ୍ଷଣ ପ୍ରକାଶିତ ହୁଏ । ଅତ୍ୟଧିକ ମାତ୍ରାରେ ନେଲେ ଦେହ ଉତ୍ତାପ ବୃଦ୍ଧି, ଓ ଉଚ୍ଚ ରକ୍ତଚାପ ହୁଏ । ଏହା ବ୍ୟବହାର କରିବାର କିଛି ସେକେଣ୍ଡରୁ କିଛି ମିନିଟ ମଧ୍ୟରେ ଏହାର ପ୍ରଭାବ ଆରମ୍ଭ ହୋଇ ୫ରୁ ୯୦ ମିନିଟ ପର୍ଯ୍ୟନ୍ତ ରହେ । ଏହାର ଡାକ୍ତରୀ ବ୍ୟବହାର ବହୁତ ଅଳ୍ପ ଅଛି; ଦେହର ସ୍ଥାନୀୟ ଅପରେସନ ସମୟରେ କାଲୁଆ କରିବା ଓ ନାକ ଅପରେସନ ସମୟରେ ରକ୍ତସ୍ରାବ କମ କରିବା । ମସ୍ତିସ୍କର ମେସୋଲିମ୍ବିକ ପାଥୱେ ସ୍ଥାନରେ କୋକେନ ଏକ ନିଶା ଦ୍ରବ୍ୟ ଭାବେ କାମ କରେ । ଅଳ୍ପ ବ୍ୟବହାର ପରେ ଲୋକ କୋକେନ ନିର୍ଭରଶୀଳ ହେବା ସଙ୍କଟ ଜାତ ହୁଏ । ଏହାକୁ ବ୍ୟବହାର କଲେ ଷ୍ଟ୍ରୋକ, ହୃଦଘାତ, ରକ୍ତ ସଂକ୍ରମଣ ଓ ହୃଦ୍ପାତ ରୋଗ ସଙ୍କଟ ଜାତ ହୁଏ ଓ ଏହାର ଧୂମ୍ରପାନ କଲେ ଫୁସଫୁସ ରୋଗ ହୁଏ । ରାସ୍ତା କଡରେ ବିକ୍ରି ହେଉଥିବା କୋକେନରେ ଲୋକାଲ ଆନେସଥେଟିକ, କର୍ନଷ୍ଟାର୍ଚ, କୁଇନାଇନ କିମ୍ବା ସୁଗର ମିଶ୍ରିତ ହୋଇଥାଏ ଯାହାଦ୍ୱାରା ଅଧିକ ବିଷାକ୍ତ ହେବା ସମ୍ଭାବନା ରହେ ବାରମ୍ବାର ଏହା ଗ୍ରହଣ କଲେ ଆନନ୍ଦ ଅନୁଭୁତି ଶକ୍ତି କମିଯାଏ ଓ ଅଧିକ ଥକ୍କା ଲାଗେ । ସେରୋଟୋନିନ–ନରଏପିନେଫ୍ରିନ–ଡୋପାମିନ ରିଅପଟେକ ଇନହିବିଟର ଭାବରେ କୋକେନ କାମ କରେ । ଏହା ଫଳରେ ସେହି ତିନି ନିଉରୋଟ୍ରାନ୍ସମିଟର ସାନ୍ଦ୍ରତା ବଢିଯାଏ । ଏହା ବ୍ଲଡ଼-ବ୍ରେନ ବାରିଅର ଅତିକ୍ରମ କରେ ଓ ଏହାକୁ ଭାଙ୍ଗି ଦେଇପାରେ । ଦକ୍ଷିଣ ଆମେରିକାରେ କୋକା ଗଛର ପତ୍ରରୁ କୋକେନ ପ୍ରସ୍ତୁତ କରାଯାଏ । ସନ ୨୦୧୩ରେ ୪୧୯ କିଲୋ ଆଇନଗତ କୋକେନ ପ୍ରସ୍ତୁତ କରାଯାଇଥିଲା । ଆକଳନରେ ଦେଖାଯାଇଛି ପ୍ରତିବର୍ଷ ବେଆଇନ ମାର୍କେଟରେ ୧୦୦ରୁ ୫୦୦ ବିଲିଅନ ୟୁଏସ ଡଲାରର କାରବାର ହୁଏ । ସାଧାରଣ କୋକେନ ପରିସ୍କାର କରି କ୍ରାକ କୋକେନ ତିଆରି ହୁଏ । ପୃଥିବୀରେ ଗଞ୍ଜେଇ ପରେ ସର୍ବାଧିକ ବେଆଇନ ଡ୍ରଗ କୋକେନ ବ୍ୟବହାର ହୁଏ । ପ୍ରତି ବର୍ଷ ୧୪ରୁ ୨୧ ନିୟୁତ ଲୋକ ଏହା ବ୍ୟବହାର କରନ୍ତି । ଉତ୍ତର ଆମେରିକାରେ ଏହା ସର୍ବାଧିକ ବ୍ୟବହାର ହୁଏ ଓ ତା ପଛକୁ ୟୁରୋପ ଓ ଦକ୍ଷିଣ ଆମେରିକାରେ ବ୍ୟବହାର ହୁଏ । ବିକଶିତ ଦେଶମାନଙ୍କରେ ୧ରୁ ୩ % ଲୋକ ଜୀବନରେ କେତେବେଳେ ହେଲେ ଥରେ ଏହା ବ୍ୟବହାର କରିଥାଆନ୍ତି । ସନ ୧୯୯୦ରେ କୋକେନ ଯୋଗୁ ୨୪୦୦ ମୃତ୍ୟୁ ହୋଇଥିଲା ବେଳେ ୨୦୧୩ରେ ଏହା ବଢିଯାଇ ୪୩୦୦ ହୋଇଥିଲା । ଆଦିମ କାଳରୁ ପେରୁର ଲୋକମାନେ କୋକା ଗଛର ପତ୍ର ବ୍ୟବହାର କରୁଥିଲେ । ସନ ୧୮୬୦ରେ ପ୍ରଥମେ ପତ୍ରରୁ କୋକେନ ପ୍ରସ୍ତୁତ ହୋଇଥିଲା । ସନ ୧୯୬୧ରୁ ସିଙ୍ଗଲ କନଭେନସନ ଅନ ନାରକୋଟିକ ଡ୍ରଗ ଆବଶ୍ୟକ କରୁଛନ୍ତି; କୋକେନର ଆମୋଦ ବ୍ୟବହାରକୁ କାନୁନୀ ଅପରାଧ ଭାବେ ନିଆଯାଉ ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ୱାଇ-ଫାଇ (Wi-Fi) ହେଉଛି ଏକ ଟେକ୍ନୋଲୋଜି ବା ପ୍ରଯୁକ୍ତି, ଯାହାଦ୍ୱାରା ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ପରସ୍ପର ସହ ସଂଯୋଗ ସ୍ଥାପନ କରି ନିଜ ନିଜ ଭିତରେ ଯୋଗାଯୋଗ କରିଥାନ୍ତି । ଏହାର ପୁରା ନାମ ହେଉଛି ଓୟାର୍ଲେସ୍ ଫିଡେଲିଟି (Wireless Fidelity) । ଓୟାର୍ଲେସ୍ର ଅର୍ଥ ତାରବିହୀନ ଓ ଫିଡେଲିଟିର ଅର୍ଥ ଭରସା ବା ବିଶ୍ୱାସ । ଅର୍ଥାତ୍ ଏହି ବ୍ୟବସ୍ଥାରେ ଯନ୍ତ୍ରଗୁଡ଼ିକ ବିନା ତାରରେ ପରସ୍ପର ସହିତ ଭରସାଯୋଗ୍ୟ ସଂଯୋଗ ସ୍ଥାପନ କରିଥାନ୍ତି । ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ମଧ୍ୟରେ ଏହି ପ୍ରକାର ସଂଯୋଗକୁ ସଂଯୋଗବିହୀନ ସଂଯୋଗ ମଧ୍ୟ କୁହାଯାଇପାରେ । ଏହି ବ୍ୟବସ୍ଥାରେ ଏକ ନିର୍ଦ୍ଦିଷ୍ଟ ପରିସୀମା ମଧ୍ୟରେ ରହିଥିବା ମୋବାଇଲ୍, ଲାପ୍ଟପ୍ ଓ କମ୍ପ୍ୟୁଟର ଇତ୍ୟାଦି ଯନ୍ତ୍ରଗୁଡ଼ିକ ମଧ୍ୟରେ ତାରବିହୀନ ଇଣ୍ଟରନେଟଦ୍ୱାରା ଯୋଗାଯୋଗ ହୋଇଥାଏ । ଏହି ପ୍ରଯୁକ୍ତିର ବିଶେଷତ୍ୱ ହେଲା ସେବା ପ୍ରଦାନକାରୀ ଇଣ୍ଟର୍ନେଟ୍ ସଂସ୍ଥା (Internet Service Provider ବା ISP) ପକ୍ଷରୁ ଦିଆଯାଇଥିବା ଗତିଠାରୁ ଏହାର ତୀବ୍ରତା ଅଧିକ ରହିଥାଏ । ତେବେ ଏହି ତାରବିହୀନ ନେଟ୍ୱାର୍କ ତିଆରି କରିବା ପାଇଁ ଏକ ରାଉଟର୍ର ଆବଶ୍ୟକତା ପଡ଼ିଥାଏ । ରେଡ଼ିଓ ତରଙ୍ଗ ସାହାଯ୍ୟରେ ଏହି ପ୍ରଯୁକ୍ତି କାମ କରିଥାଏ । ସାଧାରଣତଃ ୨.୪ ଗିଗାହର୍ଜ ୟୁଏଚ୍ଏଫ୍ ଏବଂ ୬ ଗିଗାହର୍ଜ ଏସ୍ଏଚ୍ଏଫ୍ ବେତାର ତରଙ୍ଗ ମଧ୍ୟରେ ୱାଇ-ଫାଇ ଅନ୍ୟ ଇଲେକ୍ଟ୍ରିନିକ୍ସ୍ ଉପକରଣଗୁଡ଼ିକୁ ସଂଯୋଗ କରିଥାଏ ।ୱାଇ-ଫାଇ ବ୍ୟବସ୍ଥାଦ୍ୱାରା ତିଆରି କରାଯାଇଥିବା ନେଟ୍ୱାର୍କ୍କୁ WLAN (Wireless Local Area Network) କୁହାଯାଏ । ସୁରକ୍ଷା ଦୃଷ୍ଟିରୁ ୱାଇ-ଫାଇ ସାଧାରଣତଃ ଦୁର୍ବଳ । କାରଣ ଏଥିପାଇଁ କୌଣସି ତାର ସଂଯୋଗ କରିବାକୁ ପଡ଼ି ନ ଥାଏ । ସୁରକ୍ଷା ଦୃଷ୍ଟିକୋଣରୁ ରାଉଟର୍କୁ ନିର୍ଦ୍ଦେଶ ଦେବା ପାଇଁ ପାସ୍ୱାର୍ଡ଼୍ ବ୍ୟବସ୍ଥା କରାଯାଇଛି । ଏହି ପାସ୍ୱାର୍ଡ଼୍ଦ୍ୱାରା ୱାଇ-ଫାଇ ନେଟ୍ୱାର୍କ୍ରେ କିଛିଟା ସୁରକ୍ଷା ଯୋଗାଇଦେବା ସମ୍ଭବ ହୋଇଥାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ୱୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଛତିଆ ଓଡ଼ିଶାର ଯାଜପୁର ଜିଲ୍ଲାରେ ଅବସ୍ଥିତ ଏକ ପର୍ଯ୍ୟଟକ ସ୍ଥାନ । ଏଠାରେ ଥିବା ପ୍ରସିଦ୍ଧ ବର ଗଛ ପାଇଁ ଏହା 'ଛତିଆବଟ' ନାମରେ ମଧ୍ୟ ପରିଚିତ । ଏଠାରେ ଥିବା ଜଗନ୍ନାଥ ମନ୍ଦିର ଆଧୁନିକ ଉତ୍କଳୀୟ ସ୍ଥାପତ୍ୟ କଳାର ଏକ ଜ୍ୱଳନ୍ତ ଉଦାହରଣ । ଚୋଡ଼ଗଙ୍ଗଦେବଙ୍କର ପାଞ୍ଚଟି ପ୍ରଧାନ ଦୁର୍ଗ ମଧ୍ୟରୁ ଅନ୍ୟତମ ଦୁର୍ଗ ଅମରାବତୀ-କଟକର ଅବଶେଷ ମଧ୍ୟ ଏହିଠାରେ ଅବସ୍ଥିତ। ସାରଳା ମହାଭାରତ ଅନୁସାରେ ପାଣ୍ଡବମାନେ ନିଜର ସ୍ୱର୍ଗଗମନ ପୁର୍ବରୁ କଳିଙ୍ଗ ଯାତ୍ରା କରିଥିଲେ । ଏହି ଯାତ୍ରା ସମୟରେ ସେମାନେ ଅମରାବତୀ-କଟକରେ ୭୫ ବର୍ଷ କାଳ ରହିଥିଲେ । ହରି ସାହୁ ନାମକ ଜନେ ସ୍ଥାନୀୟ ବାସିନ୍ଦା ନିଜ ଝିଅ 'ସୁହାନି କନ୍ୟା'ଙ୍କୁ ଜ୍ୟେଷ୍ଠ ପାଣ୍ଡବ ଯୁଧିଷ୍ଠିରଙ୍କୁ ଏହି ସମୟରେ ବିଭା ଦେଇଥିଲେ । ପାଣ୍ଡବମାନଙ୍କର ନାତୀ ପରିକ୍ଷୀତଙ୍କୁ 'ଜଜାନ ନଗର'ର ରାଜା କରାଯାଇଥିଲା । ଜଜାନ ନଗର' ବର୍ତମାନ ଚୌଦ୍ୱାର ନାମରେ ପରିଚିତ । ସନ୍ଥ ହାଡ଼ିଦାସଙ୍କ ରଚିତ ମାଳିକାରେ ଛତିଆର ସ୍ୱତନ୍ତ୍ର ବର୍ଣ୍ଣନା କରାଯାଇଛି । ସନ୍ଥ ହାଡ଼ି ଦାସ ମଧ୍ୟ ଏହିଠାରେ ସମାଧୀ ନେଇଥିଲେ । ମହାପୁରୁଷ ହାଡ଼ିଦାସଙ୍କ ସମ୍ମାନରେ ଏଠାରେ ଥିବା ମହାବିଦ୍ୟାଳୟକୁ ତାଙ୍କ ନାମରେ ନାମିତ କରାଯାଇଅଛି ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।