ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବଙ୍ଗଳା ଭାଷା ( /bɛnˈɡɔːli/), ଏହାର ଅନ୍ୟନାମ "ବାଂଲା" (UK /ˈbʌŋlə/; বাংলা) ନାମରେ ମଧ୍ୟ ପରିଚିତ) ଏକ ଇଣ୍ଡୋ-ଆର୍ଯ୍ୟଗୋଷ୍ଠୀ ଭାଷା । ଏହା ପ୍ରାଥମିକ ଭାବେ ବଙ୍ଗାଳୀମାନଙ୍କଦ୍ୱାରା ଭାରତୀୟ ଉପମହାଦେଶରେ କଥିତ । ଏହା ବଙ୍ଗଳାଦେଶର ଉଭୟ ସରକାରୀ ଏବଂ ସର୍ବାଧିକ କଥିତ ଭାଷା ଏବଂ ହିନ୍ଦୀ ପରେ ଭାରତର ୨୨ଗୋଟି ସରକାରୀ ଭାଷା ମଧ୍ୟରୁ ଦ୍ୱିତୀୟ ବହୁଳ କଥିତ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଚୈତ୍ରମାସ ଶୁକ୍ଳ ଅଷ୍ଟମୀ, ଅଶୋକାଷ୍ଟମୀ ନାମରେ ପରିଚିତ ଏବଂ ଏହି ଦିନର ଯାତ୍ରାର ରଥକୁ ରୁକୁଣା ରଥ ଯାତ୍ରା କହନ୍ତି । ବିଶେଷତଃ ଏହି ସମୟରେ ଦେବୀ ଦୁର୍ଗାଙ୍କ ବାସନ୍ତୀ ପୂଜା ଚାଲିଥାଏ । ସେହିପରି ଅଶୋକାଷ୍ଟମୀ ପରଦିନ ରାମ ନବମୀ ପାଳନ କରାଯାଏ । ରାମନବମୀ ପୂର୍ବଦିନ ଅଶୋକ ନାମ ଯୋଡ଼ିହୋଇ ଥିବାରୁ ରାମାୟଣର ଅଶୋକବନ କଥା ମନକୁ ଆସେ । ଏହିଦିନ ସୀତା ଅଶୋକ ଜଳପାନ କରି ଦୁଃଖ ଭୁଲିଯାଇଥିବାରୁ ସେହିଦିନଠାରୁ ଏହିଦିନଟି ପ୍ରସିଦ୍ଧ ହୋଇଛି ବୋଲି ଲୋକକଥା ରହିଛି । ଭେଷଜ ଶାସ୍ତ୍ରରୁ ଜଣାଯାଏ ଅଶୋକ ବୃକ୍ଷ ସ୍ତ୍ରୀଲୋକଙ୍କ ଉପକାରୀ । ବିଶେଷକରି ପୁନର୍ବସୁ ନକ୍ଷତ୍ରରେ ଏହା ସେବନ କଲେ ଅଧିକ ଫଳପ୍ରଦ ହୁଏ । କିଛିଲୋକଙ୍କ ମତରେ ରାବଣ ଜଣେ ବୈଜ୍ଞାନିକ ଥିଲା ଏବଂ ସ୍ତ୍ରୀଲୋକଙ୍କ ପ୍ରଧାନ ଋତୁଜନିତ ରୋଗ ନିରାକରଣ ନିମିତ୍ତ ଅଶୋକବନ ସୃଷ୍ଟି କରିଥିଲେ । ଏହି ବନରେ ସୀତାଙ୍କୁ ରଖିଲେ ତାଙ୍କର ଶାରୀରିକ ବିଶେଷତଃ ସ୍ତ୍ରୀରୋଗ ହେବନାହିଁ ବୋଲି ରାବଣ ସୀତାଙ୍କୁ ସେଠାରେ ରଖାଇଥିଲେ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜାଲିଆନାୱାଲା ବାଗ୍ ହତ୍ୟାକାଣ୍ଡ, ଯାହା ଅମୃତସର ହତ୍ୟାକାଣ୍ଡ, ଭାବେ ମଧ୍ୟ ପରିଚିତ, ୧୩ ଅପ୍ରେଲ୍ ୧୯୧୯ ଦିନ ଘଟିଥିଲା, ଯେଉଁଥିରେ କଲୋନେଲ୍ ରେଗିନାଲ୍ଡ ଡାୟାର୍ଙ୍କ ନେତୃତ୍ୱରେ ବ୍ରିଟିଶ୍ ଭାରତୀୟ ସେନା, ଅମୃତସର, ପଞ୍ଜାବର ଜାଲିଆନାୱାଲା ବାଗ୍ଠାରେ ଏକତ୍ରିତ ହୋଇଥିବା ଭାରତୀୟଙ୍କ ଉପରକୁ ଗୁଳି ଚଳାଇଥିଲେ । ଏହି ବେସାମରିକ ଭାରତୀୟମାନେ ଦୁଇ ଜାତୀୟ ନେତା ସତ୍ୟ ପାଲ୍ ଓ ସୈଫୁଦିନ୍ କିଚ୍ଲୁଙ୍କ ଗିରଫ୍ ଓ ଦେଶାନ୍ତରୀକରଣ ପ୍ରତିବାଦରେ ଏକତ୍ରିତ ହୋଇଥିଲେ । ଏହା ଏବେ ମଧ୍ୟ ତର୍କର ବିଷୟ ଯେ, ଭାରତୀୟମାନେ ଡାୟାର୍ଙ୍କ ´´´କୌଣସି ସଭା ହୋଇ ପାରିବ ନାହିଁ´´´ର ଘୋଷଣାନାମା ବିଷୟରେ ଜାଣିଥିଲେ ନା ନାହିଁ । ମାତ୍ର ରାଜା ରାମଙ୍କ ମତରେ ଭାରତୀୟମାନେ ସ୍ୱଇଚ୍ଛାରେ ଏକତ୍ରିତ ହୋଇଥିଲେ, ଯାହା ଭାରତୀୟ ଜାତୀୟତାବାଦର ପ୍ରାରମ୍ଭ ଥିଲା ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
'ଆଡାଲିମୁମାବ (ଇଂରାଜୀ ଭାଷାରେ Adalimumab, ଏକ ବିକ୍ରୟ ନାମ ହୁମିରା/ Humira) ଏକ ଔଷଧ ଯାହା ରିଉମାଟଏଡ ଆର୍ଥ୍ରାଇଟିସ, ସୋରିଆଟିକ ଆର୍ଥ୍ରାଇଟିସ, ଏଙ୍କିଲୋଜିଙ୍ଗ ସ୍ପୋଣ୍ଡିଲାଇଟିସ, କ୍ରନ୍ ରୋଗ, ଅଲସରେଟିଭ କୋଲାଇଟିସ, ସୋରିଆସିସ, ହାଇଡ୍ରାଡେନାଇଟିସ ସପ୍ୟୁରେଟିଭା (hidradenitis suppurativa), (ୟୁଭିଆଇଟିସ) (uveitis), ଓ ଜୁଭେଣ୍ଟାଇଲ ଇଡିଓପାଥିକ ଆର୍ଥ୍ରାଇଟିସ (juvenile idiopathic arthritis) ଇତ୍ୟାଦି ରୋଗମାନଙ୍କ ଚିକିତ୍ସାରେ ଦିଆଯାଏ । ଅନ୍ୟ ଚିକିତ୍ସାର ଉପଶମ ନହେଲେ ଏହି ଔଷଧ ଦିଆଯାଏ । ଏହା ଚର୍ମତଳ ଇଞ୍ଜେକସନ ଆକାରରେ ଦିଆଯାଏ (injection under the skin) ।ଆଡାଲିମୁମାବର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଉର୍ଦ୍ଧ୍ୱ ଶ୍ୱାସନଳୀ ସଂକ୍ରମଣ (upper respiratory tract infections), ଇଞ୍ଜେକସନ ନେଇଥିବା ସ୍ଥାନରେ ଯନ୍ତ୍ରଣା, ରାସ ଓ ମୁଣ୍ଡ ବିନ୍ଧା ହୋଇପାରେ । ଅଧିକ ପ୍ରତିକ୍ରିୟା ହେଲେ ସାଂଘାତିକ ସଂକ୍ରମଣ, କର୍କଟ ରୋଗ, ଆନାଫାଇଲାକ୍ସିସ, ହେପାଟାଇଟିସ ବି, ମଲ୍ଟିପ୍ଲ ସ୍କ୍ଲେରୋସିସ, ହୃଦ୍ପାତ, ଯକୃତ ଫେଲ ଓ ଆପ୍ଲାସ୍ଟିକ ଆନିମିଆ aplastic anemia ହୋଇପାରେ । ଗର୍ଭାବସ୍ଥାରେ ଏହା ଦିଆଯାଏ ନାହିଁ କିନ୍ତୁ କେତେକଙ୍କ ମତରେ ସ୍ତନ୍ୟପାନ ସମୟରେ ଏହା ନିରାପଦ ଥାଏ । ଆଡାଲିମୁମାବ ଏକ ରୋଗ-ପରିବର୍ତ୍ତନକାରୀ ରିଉମାଟିକ ଔଷଧ (disease-modifying antirheumatic drug) ଓ ମୋନୋକ୍ଲୋନାଲ ଆଣ୍ଟିବଡି (monoclonal antibody/ TNFα) ଯାହା ଅର୍ବୁଦ ନେକ୍ରୋସିସ ଫ୍ୟାକ୍ଟର-ଆଲଫାକୁ (tumor necrosis factor-alpha) ନିଷ୍କ୍ରିୟ କରି କାର୍ଯ୍ୟକ୍ଷମ ହୁଏ । ଆଡାଲିମୁମାବ ସନ ୨୦୦୨ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୭୦୪.୨୮ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଡୋଜର ହୋଲସେଲ ମୂଲ୍ୟ ୫,୦୪୧.୧୨ ଆମେରିକୀୟ ଡଲାର । ଭାରତର ମାର୍କେଟକୁ ଏହାର ଏକ ଜୈବସମତୁଲ (biosimilar) ଔଷଧ ସନ ୨୦୧୪ରେ ଆସିଥିଲା ଯାହାର ମୂଲ୍ୟ ପ୍ରାୟ ମାସକୁ ୪୦୦ ଡଲାର ଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ପେଟେଣ୍ଟ ଅବଧି ସନ ୨୦୧୬ରୁ ପୂର୍ଣ୍ଣ ହୋଇସାରିଛି ଓ ଆଉ ଥରେ ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହେବା ନିମନ୍ତେ ବେଶ୍ କିଛି ବର୍ଷ ଲାଗିଯିବ । ସନ ୨୦୧୬ରେ ଏହାର ୪ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୧୫୦ ତମ ସ୍ଥାନରେ ଥଲା ।
ବିଷ୍ଣୁଚରଣ ସେଠୀ (ଜନ୍ମ: ୫ ଜୁନ ୧୯୬୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜନତା ପାର୍ଟିରର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଗୁଗଲ ଆଡ଼ସେନ୍ସ ହେଉଛି ଗୁଗଲର ଏକ ସ୍ୱତନ୍ତ୍ର ସେବା ଯାହାକି ଗୁଗଲ ନେଟୱର୍କ ୱେବସାଇଟ ଗୁଡିକରେ ଲେଖା ଏବଂ ଛବି ମାନଙ୍କଦ୍ୱାରା ନିଜର ବିଜ୍ଞାପନ ଗୁଡିକୁ ପ୍ରଚାର ଏବଂ ପ୍ରସାର କରିବା ପାଇଁ, ଏହି ସେବା ସହ ସମ୍ପୃକ୍ତ ପ୍ରକାଶକ ମାନଙ୍କୁ ଅନୁମତି ଦେଇଥାଏ । ଏଥିରେ ଦିଆଯାଇଥିବା ବିଷୟ ବସ୍ତୁ ଗୁଡିକୁ ଗୁଗଲଦ୍ୱାରା ଯାଞ୍ଚ କରାଯାଇ ଗୁଗଲ ନିଜର ବିଜ୍ଞାପନ ସେବାରେ ଉପଲବ୍ଧ କରାଯାଇଥାଏ । ଆଡ଼ସେନ୍ସ ମୂଖ୍ୟତଃ କ୍ଲିକ ଏବଂ ଇଂପ୍ରେସନ ଅନୁସାରେ ଆଡ଼ସେନ୍ସ ପଡିଥିବା ୱେବସାଇଟର ମାଲିକ ମାନଙ୍କୁ ବିଜ୍ଞାପନର ମୂଲ୍ୟ ଦେଇ ଥାଏ । ମଝିରେ ଗୁଗଲ ଆଡ଼ସେନ୍ସରେ ଥିବା ୱେବସାଇଟ ଗୁଡିକରେ କିଛି ବି କାର୍ଯ୍ୟ ପାଇଁ ପଇସା ଦେଉ ଥିଲା, କିନ୍ତୁ ୨୦୦୮ ମସିହାରୁ ନିଜର ଡବଲକ୍ଲିକ ସେବା ଆରମ୍ଭ କଲାପରେ ପୁରୁଣା ସେବାଟିକୁ ବନ୍ଦ କରିଦେଇ ଥିଲା ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ୟୁକ୍ଲିଡ୍ ( /ˈjuːklɪd/; ପ୍ରାଚୀନ ଗ୍ରୀକ: Εὐκλείδης Eukleidēs; ପ୍ରାୟ ଖ୍ରୀ.ପୂ ୩୨୫-ଖ୍ରୀ.ପୂ.୨୬୫) ଜଣେ ଗ୍ରୀକ୍ ଗଣିତଜ୍ଞ ଥିଲେ । ସେ ମିଶରର ଆଲେକ୍ଜାଣ୍ଡ୍ରିଆରେ ଥିଲେ ଓ ଆଲେକ୍ଜାଣ୍ଡ୍ରିଆ ପାଠାଗାରରେ କାମ କରୁଥିଲେ । ତାଙ୍କ ବିଷୟରେ କମ୍ ଜଣାଅଛି, କିନ୍ତୁ ବିଶ୍ୱାସ କରାଯାଏ ଯେ ସେ ଟଲେମି ୧ମ ଙ୍କର ସମସାମୟିକ । ତାଙ୍କର ଜନ୍ମସ୍ଥାନ ଓ ସମୟ ଜଣା ନାହିଁ ।
ନିତିଦିନିଆ ଜୀବନରେ ପ୍ରଚୀନ ପଦାର୍ଥ ବିଜ୍ଞାନ ଅନୁଯାୟୀ, ଯେ କୌଣସି ଏକ ବସ୍ତୁ ଯାହାର ବସ୍ତୁତ୍ୱ ଥାଏ ଏବଂ ସ୍ଥାନ ଅଧିକାର କରେ, ତାହାକୁ ପଦାର୍ଥ କୁହାଯାଏ । ଏଥିରେ ପରମାଣୁ ଓ ଏହାଦ୍ୱାରା ଗଠିତ ଯେକୌଣସି ବସ୍ତୁ ଅନ୍ତର୍ଭୁକ୍ତ ଥାଏ, ମାତ୍ର କୌଣସି ପ୍ରକାରର ଶକ୍ତି ତଥା ତରଙ୍ଗ ଯଥା: ଆଲୋକ କିମ୍ବା ଧ୍ୱନି ନୁହେ । ମାତ୍ର ସାଧାରଣତଃ (ଆଧୁନିକ) ପଦାର୍ଥ ବିଜ୍ଞାନରେ, ପଦାର୍ଥ ଏକ ମୂଳ ଧାରଣା ନୁହେ, କାରଣ ଏହାର ଏକ ସର୍ବସାଧାରଣ ଅର୍ଥ ହେଉଛି ଭ୍ରାନ୍ତିଜନକ (elusive): ପରମାଣୁର ପ୍ରାଥମିକ ତତ୍ତ୍ୱ ବ୍ୟକ୍ତିଗତ ଭାବେ ସ୍ଥାନ ନ ନେଇପାରେ, ମାତ୍ର ବସ୍ତୁତ୍ୱହୀନ ଅଣୁ ଏକାଠି ହୋଇ ଏକ ବସ୍ତୁ ଗଠନ କରିପାରନ୍ତି, ଯାହାର କି ବସ୍ତୁତ୍ୱ ଥାଏ (ଯେତେବେଳେ ଏହା ସ୍ଥିର ଥାଏ ।
ସମ୍ବଲପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ସମ୍ବଲପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ
ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଆମ ଦେଶ ଭାରତର ଦ୍ୱିତୀୟ ପୁରାତନ ତଥା ଆମ ରାଜ୍ୟ ଓଡ଼ିଶାର ଏକ ମାତ୍ର କୃଷି ବିଶ୍ୱବିଦ୍ୟାଳୟ ଅଟେ। ୧୯୬୨ ମସିହାରେ ଏହା ଭୁବନେଶ୍ୱରରେ ସ୍ଥାପିତ ହୋଇଥିଲା। ଏହି ବିଶ୍ୱବିଦ୍ୟାଳୟରେ ମୁଖ୍ୟତଃ କୃଷି ସମ୍ବନ୍ଧୀୟ ବିଷୟ ଗୁଡିକରେ ଶିକ୍ଷାଦାନ, ଗବେଷଣା, ପ୍ରଚାର ଓ ପ୍ରସାର କରାଯାଇଥାଏ। ଏହି ବିଶ୍ୱବିଦ୍ୟାଳୟ ଅଧୀନରେ ୮ଟି ମହାବିଦ୍ୟାଳୟ ସହ ଅନ୍ୟ ଶିକ୍ଷ୍ୟ କେନ୍ଦ୍ର ଗୁଡିକ ଶିକ୍ଷାଦାନ କରୁଛନ୍ତି। ଏହି ମହାବିଦ୍ୟାଳୟ ଗୁଡିକ ପ୍ରାୟତଃ ଭୁବନେଶ୍ୱରର ଶିରିପୁରଠାରେ ଥିବା ବିଶ୍ୱବିଦ୍ୟାଳୟ ପରିସରରେ ଅବସ୍ଥିତ।
କେନ୍ଦୁଝର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କେନ୍ଦୁଝର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।