ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଓଡ଼ିଆ ସମାଜିକ ଚାଲିଚଳଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିସୃତ ଲୋକ କଥା ଯାହା ଋଢୀ, ପଦ, କାବ୍ୟାଂଶ, ଲୋକଗୀତର ଅଂଶବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ଋଢୀ ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ । ଅନ୍ୟ ଭାଷା ଭଳି ଓଡ଼ିଆ ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ପିଜା ଏକ ଚେପ୍ଟା ପାଉଁରୁଟି ଯାହା ଉପରେ ଟମାଟୋ ସସ୍ ଓ ଛେନା ରଖି ଓଭେନରେ ସେକାଯାଏ । ସାଧାରଣତଃ ଏହା ଉପରେ ମାଂସ, ପରିବା ଓ ମସଲା ଦିଆଯାଏ । ଦଶମ ଶତାବ୍ଦୀରେ ଲିଖିତ ଏକ ହସ୍ତଲିପି ମଧ୍ୟ ଇଟାଲିର (Italy) ଗାଏଟାରେ ମିଳିଛି ଯେଉଁଥିରେ ପ୍ରଥମେ ପିଜା ଶବ୍ଦ ଲିପିବଦ୍ଧ ହୋଇଛି । ଆଧୁନିକ ପିଜା ଇଟାଲିର ନେପ୍ଲସ୍ରେ (Naples) ଉଦ୍ଭାବନ କରାଯାଇଥିଲା ଯାହା ପୃଥିବୀର ଅନେକ ସ୍ଥାନରେ ଜନପ୍ରିୟ ହୋଇଛି ।ସନ ୨୦୦୯ରେ ଇଟାଲିର ଅନୁରୋଧରେ ୟୁରୋପିଆନ ୟୁନିଅନ ନିଓପୋଲିଟାନ (Neapolitan Pizza) ପିଜାକୁ ପାରମ୍ପରିକ ବିଶେଷତା ଗ୍ୟାରେଣ୍ଟି ସୁରକ୍ଷା ଦିଆଗଲା । ସନ ୧୯୮୪ରେ ପ୍ରତିଷ୍ଠିତ ନିଓପୋଲିଟାନ ପିଜା ଆସୋସିଏସନ ଏକ ଅଣଲାଭକାରୀ ସଂସ୍ଥା ଯାହାର ମୂଖ୍ୟ କାର୍ଯ୍ୟାଳୟ ନେପ୍ଲ୍ସ୍ରେ ଅବସ୍ଥିତ । ଏହା ପ୍ରକୃତ ନିଓପୋଲିଟାନ ପିଜାକୁ ସୁରକ୍ଷା ଦିଏ । ପିଜାକୁ ତାଜା ବା ହିମାଚ୍ଛାଦିତ (frozen), ସମ୍ପୁର୍ଣ୍ଣ ବା ଆଂଶିକ ଭାବରେ ବିକ୍ରୟ ହୁଏ ଓ ଏହା ଏକ ସାଧାରଣ ଫାସ୍ଟ ଫୁଡ୍ (fast food) ଭାବରେ ୟୁରୋପ ଓ ଉତ୍ତର ଆମେରିକାରେ ପରିଚିତ । ଏହାକୁ ରାନ୍ଧିବା ନିମନ୍ତେ ବିଭିନ୍ନ ପ୍ରକାରର ଓଭେନ ଥାଏ । ପିଜା ଭଳି ସମାନ ଧରଣର ସାମଗ୍ରୀ ନେଇ ଅନ୍ୟ ରକମର ଖାଦ୍ୟ ତିଆରି ହେଉଛି ଯାହାକୁ କାଲଜୋମ (calzone) ଓ ସ୍ଟ୍ରୋମ୍ବୋଲି (stromboli) କୁହାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ନବରଙ୍ଗପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ନବରଙ୍ଗପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଗଙ୍ଗାଧର ଦାସ (ଜନ୍ମ: ୨୩ ଜୁଲାଇ ୧୯୩୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ପ୍ରଥମେ ଜନତା ଦଳ ଓ ପରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୧ ଓ ୧୯୭୭ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜନତା ଦଳ ଓ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଛତିଆ ଓଡ଼ିଶାର ଯାଜପୁର ଜିଲ୍ଲାରେ ଅବସ୍ଥିତ ଏକ ପର୍ଯ୍ୟଟକ ସ୍ଥାନ । ଏଠାରେ ଥିବା ପ୍ରସିଦ୍ଧ ବର ଗଛ ପାଇଁ ଏହା 'ଛତିଆବଟ' ନାମରେ ମଧ୍ୟ ପରିଚିତ । ଏଠାରେ ଥିବା ଜଗନ୍ନାଥ ମନ୍ଦିର ଆଧୁନିକ ଉତ୍କଳୀୟ ସ୍ଥାପତ୍ୟ କଳାର ଏକ ଜ୍ୱଳନ୍ତ ଉଦାହରଣ । ଚୋଡ଼ଗଙ୍ଗଦେବଙ୍କର ପାଞ୍ଚଟି ପ୍ରଧାନ ଦୁର୍ଗ ମଧ୍ୟରୁ ଅନ୍ୟତମ ଦୁର୍ଗ ଅମରାବତୀ-କଟକର ଅବଶେଷ ମଧ୍ୟ ଏହିଠାରେ ଅବସ୍ଥିତ। ସାରଳା ମହାଭାରତ ଅନୁସାରେ ପାଣ୍ଡବମାନେ ନିଜର ସ୍ୱର୍ଗଗମନ ପୁର୍ବରୁ କଳିଙ୍ଗ ଯାତ୍ରା କରିଥିଲେ । ଏହି ଯାତ୍ରା ସମୟରେ ସେମାନେ ଅମରାବତୀ-କଟକରେ ୭୫ ବର୍ଷ କାଳ ରହିଥିଲେ । ହରି ସାହୁ ନାମକ ଜନେ ସ୍ଥାନୀୟ ବାସିନ୍ଦା ନିଜ ଝିଅ 'ସୁହାନି କନ୍ୟା'ଙ୍କୁ ଜ୍ୟେଷ୍ଠ ପାଣ୍ଡବ ଯୁଧିଷ୍ଠିରଙ୍କୁ ଏହି ସମୟରେ ବିଭା ଦେଇଥିଲେ । ପାଣ୍ଡବମାନଙ୍କର ନାତୀ ପରିକ୍ଷୀତଙ୍କୁ 'ଜଜାନ ନଗର'ର ରାଜା କରାଯାଇଥିଲା । ଜଜାନ ନଗର' ବର୍ତମାନ ଚୌଦ୍ୱାର ନାମରେ ପରିଚିତ । ସନ୍ଥ ହାଡ଼ିଦାସଙ୍କ ରଚିତ ମାଳିକାରେ ଛତିଆର ସ୍ୱତନ୍ତ୍ର ବର୍ଣ୍ଣନା କରାଯାଇଛି । ସନ୍ଥ ହାଡ଼ି ଦାସ ମଧ୍ୟ ଏହିଠାରେ ସମାଧୀ ନେଇଥିଲେ । ମହାପୁରୁଷ ହାଡ଼ିଦାସଙ୍କ ସମ୍ମାନରେ ଏଠାରେ ଥିବା ମହାବିଦ୍ୟାଳୟକୁ ତାଙ୍କ ନାମରେ ନାମିତ କରାଯାଇଅଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଆଇଓଏସ(ଆଇଫୋନ୍ ଓଏସ୍) ଆପଲ କମ୍ପାନିର ଏକ ଉତ୍ପାଦ , ଏକ ମୋବାଇଲ ଅପରେଟିଙ୍ଗ ସିଷ୍ଟମ , ଯାହାକି କେବଳ ଆପଲ ହାର୍ଡୱେୟାର ପାଇ ବିତରଣ କରାଯାଇଥାଏ । ବଜାରରେ ଆଣ୍ଡ୍ରଏଡ ଅପରେଟିଙ୍ଗ ସିଷ୍ଟମ ପରେ ଏହା ପୃଥିବୀରେ ଦ୍ୱିତୀୟରେ ସବୁଠାରୁ ଅଧିକ ବିକ୍ରୟ ହେଉଥିବା ଅପରେଟିଙ୍ଗ ସିଷ୍ଟମ । ଆଣ୍ଡ୍ରଏଡ ଟାବଲେଟ୍ସର ବିକ୍ରୟ ୧୨୭ ପ୍ରତିଶତ ବଢିବା ପରେ ଅଗଷ୍ଟ ୨୦୧୩ରୁ ଆଇପ୍ୟାଡ୍ ଟାବଲେଟ ଦ୍ୱିତୀୟ ସ୍ଥାନରେ ଅଛି ।
ପ୍ରାଜୋସିନ (ଇଂରାଜୀ ଭାଷାରେ Prazosin) ଏକ ଔଷଧ ଯାହା ଉଚ୍ଚ ରକ୍ତଚାପ, ବର୍ଦ୍ଧିତ ପ୍ରୋସ୍ଟେଟ (enlarged prostate) ଓ ଆଘାତପର ଚାପ ବା ପିଟିଏସଡି (posttraumatic stress disorder/ PTSD) ଆଦି ଅବସ୍ଥାର ଚିକିତ୍ସା ନିମନ୍ତେ ବ୍ୟବହୃତ ହୁଏ । ଉଚ୍ଚ ରକ୍ତଚାପ ନିମନ୍ତେ ଏହା କମ ପସନ୍ଦ କରାଯାଏ । ହୃଦ୍ପାତ ଓ ରେନଡ ସିଣ୍ଡ୍ରୋମ ରୋଗ ଚିକିତ୍ସାରେ ମଧ୍ୟ ଦିଆଯାଏ । ଏହା ପାଟିରେ ଦିଆଯାଏ ।ପ୍ରାଜୋସିନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ଓଜନିଆ, ନିଦ୍ରାଳୁ ଭାବ, ଅଇ, ହୃତ୍ପିଣ୍ଡ ପାଲପିଟେସନ ବା ଛାତି ଧଡ଼୍ ଧଡ଼୍ ହୁଏ । ପ୍ରତିକ୍ରିୟା ସାଂଘାତିକ ହେଲେ ଠିଆ ହେଲେ ଅଳ୍ପ ରକ୍ତଚାପ (low blood pressure with standing) ଓ ଅବସାଦ ହୋଇପାରେ । ପ୍ରାଜୋସିନ ଏକ ଆଲଫା-୧ ବ୍ଲକର (α1-blocker) ଔଷଧ । ଏହା ରକ୍ତ ନଳୀମାନଙ୍କୁ (blood vessels) ସ୍ଫୀତ କରି ରକ୍ତଚାପ କମାଏ ଓ ପ୍ରୋସ୍ଟେଟକୁ ଶିଥିଳ କରି ମୂତ୍ର ବାହାରିବାରେ ସାହାଯ୍ୟ କରେ । ପିଟିଏସଡି ଅବସ୍ଥାରେ କାମ କରିବା ଶୈଳୀ ଅସ୍ପଷ୍ଟ ଅଛି ।ପ୍ରାଜୋସିନ ସନ ୧୯୬୫ରେ ପେଟେଣ୍ଟ ହେବା ପରେ ସନ ୧୯୭୪ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ସନ ୨୦୧୯ରେ ଏହାର ଏକ ମାସର ଡୋଜ ପିଛା ପ୍ରାୟ ୩.୫ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୨୦ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ୨ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୨୦ତମ ସ୍ଥାନରେ ଥଲା ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଛାରପୋକ (ଇଂରାଜୀ ଭାଷାରେ Bed bugs) ଏକ ପ୍ରକାର ପୋକର (insect) ନାମ ଯିଏ ମାନବ ରକ୍ତ) ପାନ କରି (ବିଶେଷତଃ ରାତିରେ) ବଞ୍ଚିରହେ । ଏହା କାମୁଡ଼ିବା ଫଳରେ ଚର୍ମ ରାସ୍ (skin rash), ଆଲର୍ଜି (allergic) ଲକ୍ଷଣ ଓ ମାନସିକ ସମସ୍ୟା ଉତ୍ପନ୍ନ ହୋଇପାରେ । ଚର୍ମରେ ସାମାନ୍ୟରୁ ଦୃଶ୍ୟମାନ ଫୋଟକା (en:blisters) ହୋଇପାରେ । କିଛି ସମାୟ ବା କିଛି ଦିନ ମଧ୍ୟରେ ଲକ୍ଷଣ ବାହାରେ । ସାଧାରଣତଃ ଗଲୁ କରେ, ଥକ୍କା ଲାଗେ ବା ଜ୍ୱର ହୁଏ । ଘୋଡ଼େଇ ନହୋଇଥିବା ସ୍ଥାନରେ ଛାରପୋକ ଧାଡ଼ି କରି ତିନି ଥର କାମୁଡ଼େ । ଏହା କୌଣସି ସଂକ୍ରାମକ ରୋଗ (infectious disease) ଗତି କରେନି ।ସାଧାରଣତଃ ଦୁଇ ପ୍ରଜାତିର species ଛାରପୋକ ଦେଖାଯାଆନ୍ତି ଯଥା:- ସାଇମେକ୍ସ ଲେକ୍ଟୁଲାରିଅସ Cimex lectularius ବା ସାଧାରଣ ଛାରପୋକ ଓ ସାଇମେକ୍ସ ହେମିପ୍ଟେରସ (Cimex hemipterus) । ସେମାନଙ୍କ ଆକାର ୧-୭ ମିମି ହୋଇଥାଏ । ସେମାନେ ପାଖ ସ୍ଥାନକୁ ଚାଲିଯାଆନ୍ତି ବା କୌଣସି ଜିନିଷ ସହିତ ସ୍ଥାନାନ୍ତର ହୁଅନ୍ତି । ପୋକ ଜନିତ ରୋଗକୁ ଇନଫେସ୍ଟେସନ (Infestation) କୁହାଯାଏ ଓ କ୍ୱଚିତ ଏହା ଖରାପ ସ୍ୱାସ୍ଥ୍ୟ ଯୋଗୁ ହୁଏ କିନ୍ତୁ ଏହା ଅଳ୍ପ ସ୍ଥାନରେ ଅଧିକ ଲୋକ ରହୁଥିବା ଜାଗାରେ ହୁଏ । ଲକ୍ଷଣ ଓ ଛାରପୋକ ଦେଖି ରୋଗ ନିର୍ଣ୍ଣୟ କରାଯାଏ । ଏହି ପୋକ ଅନ୍ଧାରରେ ଯେପରିକି ଗଦି ସନ୍ଧି ଓ କାନ୍ତ ଫାଟ ଭଳି ଜାଗାରେ ରହନ୍ତି । ରୋଗୀର ଲକ୍ଷଣ ଅନୁସାରେ ଚିକିତ୍ସା (symptomatic) କରାଯାଏ । ଛାରପୋକ ବିନାଶ କରିବା କଷ୍ଟକର ବ୍ୟାପାର ଯେହେତୁ ସେଗୁଡ଼ିକ ଏକ ବର୍ଷ ପର୍ଯ୍ୟନ୍ତ ଖାଦ୍ୟ ବିନା ବଞ୍ଚିପାରନ୍ତି । ତେଣୁ ବାରମ୍ବାର ଘରେ ପୋକମରା ଅଭିଯାନ ଆବଶ୍ୟକ ହୁଏ । ଏଥି ନିମନ୍ତେ ରୁମକୁ ୫୦ °C (୧୨୨ °F) ଉତ୍ତାପକୁ ନିଆଯାଏ, ବାରମ୍ବାର ଭକ୍ୟୁମ (vacuuming) କରାଯାଏ, ଲୁଗାପଟା ଅତ୍ୟଧିକ ଉତ୍ତାପରେ ଗରମ କରାଯାଏ ଓ ପୋକମରା (pesticide) ଔଷଧ ବ୍ୟବହାର କରାଯାଏ ।ପୃଥିବୀର ପ୍ରତ୍ୟେକ ସ୍ଥାନରେ ଛାରପୋକ ରହନ୍ତି । ଏହି ରୋଗ ହାର ଅପେକ୍ଷାକୃତ ସାଧାରଣ ଓ ସନ ୧୯୯୦ ପରଠାରୁ ବଢିଛି । ଏହି ବୃଦ୍ଧିର କାରଣ ଅଜ୍ଞାତ ଅଛି; ଯାହା ଅଧିକ ଯିବାଆସିବା, ଜିନିଷ ଅନ୍ୟ ହାତକୁ ଯିବା, ଅନ୍ୟାନ୍ୟ ପୋକ ପ୍ରତି ଅଧିକ ନଜର ଦେବା ବା ପ୍ରତିରୋଧ ଶକ୍ତି (resistance to pesticides) ବୃଦ୍ଧି ଯୋଗୁ ହୋଇପାରେ । ହଜାର ହଜାର ବର୍ଷ ଧରି ମାନବ ସାଥିରେ ଛାରପୋକ ରହିଆସୁଛନ୍ତି । The Bedbug (Russian: Клоп, Klop) is a play by Vladimir Mayakovsky written in 1928-1929.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜାଭା ହେଉଛି ଏକ class based object oriented ପ୍ରୋଗ୍ରାମିଂଗ ଭାଷା। ଏହି ଭାଷା ମୁଖ୍ୟତଃ Applicationକୁ "write once run anywhere"(WORA) ଉପଯୁକ୍ତ କରିବା ପାଇଁ ଉନ୍ନତ କରାଯାଇଛି।"write once run anywhere"ର ଅର୍ଥ, compile ହୋଇଥିବା ଜାଭା codeକୁ ଅନ୍ୟ ଯେ କୌଣସି platformରେ ପୁନର୍ବାର compile ନକରି ମଧ୍ୟ ସିଧାସଳଖ run କଲେ ଏହା run ହୋଇପାରିବ। ଜାଭା Application ଗୁଡିକ compile ହେଲାପରେ ଏହା bytecodeକୁ ପରିଣତ ହୋଇଥାଏ ଏବଂ ଏହି bytecode ଯେକୌଣସି କମ୍ପୁଟର OSର JVM(Java Virtual Machine)ରେ run ହୋଇପାରିବ। ୯୦ ଲକ୍ଷ developerଙ୍କ ମତ ଅନୁସାରେ ଜାଭା ୨୦୧୬ ମସିହା ବେଳକୁ ଅତ୍ୟନ୍ତ ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷାରେ ପରିଣତ ହୋଇସାରିଥିଲା ଏବଂ ମୁଖ୍ୟତଃ client-server web application ପାଇଁ ଏହାର ବହୁଳ ବ୍ୟବହାର ମଧ୍ୟ ଆରମ୍ଭ ହୋଇସାରିଥିଲା। ଜାଭାକୁ Sun Microsystemsରେ କାର୍ଯରତ ଜେମ୍ସ ଗସଲିଙ୍ଗ ଉନ୍ନତ କରିଥିଲେ ଓ ୧୯୯୫ରେ release କରିଥିଲେ (ବର୍ତ୍ତମାନ Sun Microsystems, Oracle Corporation ଅକ୍ତିଆରରେ ଅଛି)। ଜାଭା ପ୍ରୋଗ୍ରାମିଂ ଭାଷାର ଅନେକ syntax ଗୁଡିକ ସି (ପ୍ରୋଗ୍ରାମିଂ ଭାଷା) ଓ C++ ପ୍ରୋଗ୍ରାମିଂ ଭାଷାରୁ ଆସିଛି।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କେନ୍ଦୁଝର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କେନ୍ଦୁଝର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ସମ୍ବଲପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ସମ୍ବଲପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଉଇକିକଥା ଉଇକିମିଡ଼ିଆ ଫାଉଣ୍ଡେସନଦ୍ୱାରା ସଂଚାଳିତ ପରିୟୋଜନାରୁ ଉଇକି ଆଧାରିତ ପରିବାରର ଏକ ସଦସ୍ୟ ଅଟେ । ଏହା ମଧ୍ୟ ମିଡ଼ିଆ ଉଇକି ସଫ୍ଟୱେରରେ ହିଁ ଚାଲିଥାଏ । ଏହି ପରିଯୋଜନା ଡେନିୟଲ ଏଲଷ୍ଟନଙ୍କ ପରିକଳ୍ପନାରେ ଆଧାରିତ ଏବଂ ବ୍ରାୟନ ବାଇବରଦ୍ୱାରା କାର୍ଯ୍ୟାନ୍ୱିତ ଏହି ପରିୟୋଜନାର ଲକ୍ଷ ବିଶିଷ୍ଟ ବ୍ୟକ୍ତି, ପୁସ୍ତକ, ଫିଲ୍ମ ଏବଂ ଲୋକଉକ୍ତିରୁ ପ୍ରାପ୍ତ ଏକ ବୃହତ ସଂଗ୍ରହକର ଅଟେ । ବହୁ ଅନଲାଇନ ସଂଗ୍ରହଣ ପ୍ରଥମରୁ ଉପଲବ୍ଧ ରହିଛି, କିନ୍ତୁ ଉଇକିକଥା ଏହି କିଛି ବିଶେଷ ମଧ୍ୟରୁ ଗୋଟିଏ ଅଟେ ଯାହା ନିଜ ଉପଯୁକ୍ତଙ୍କୁ ଯୋଗଦାନ କରିବାର ସୁବିଧା ମଧ୍ୟ ଉପଲବ୍ଧ କରିଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଗ୍ଲାଇବେନକ୍ଲାମାଇଡ (ଇଂରାଜୀ ଭାଷାରେ Glibenclamide) ଅନ୍ୟ ନାମ ଗ୍ଲାଇବୁରାଇଡ/ glyburide) ଏକ ଔଷଧ ଯାହା ମଧୁମେହ ଟାଇପ ୨ ରୋଗ ଚିକିତ୍ସାରେ ବ୍ୟବହାର କରାଯାଏ । ଏହି ଔଷଧ ସହିତ ଉପଯୁକ୍ତ ଖାଦ୍ୟ ଓ ବ୍ୟାୟାମ କରିବାକୁ ସୁପାରିସ କରାଯାଏ । ଏହା ସହିତ ଅନ୍ୟାନ୍ୟ ମଧୁମେହ ଔଷଧ (antidiabetic medication) ଦିଆଯାଇପାରେ । ଏହା ମଧୁମେହ ଟାଇପ ୧ରେ ଏକକ ଭାବରେ ଦିଆଯାଏ ନାହିଁ । ଏହା ପାଟିରେ ଦିଆଯାଏ । ଗ୍ଲାଇବେନକ୍ଲାମାଇଡର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ ଓ ଛାତିଜ୍ୱାଳା ହୋଇପାରେ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଆଞ୍ଜିଓଇଡିମା ଓ ଅଳ୍ପ ରକ୍ତ ଶର୍କରା (low blood sugar) ହୋଇପାରେ । ଗର୍ଭାବସ୍ଥାରେ ଦିଆଯାଏ ନାହିଁ କିନ୍ତୁ ସ୍ତନ୍ୟପାନ ସମୟରେ ଦିଆଯାଇପାରେ । ଏହା ସଲଫୋନିଲୁରିଆ (sulfonylurea) ଶ୍ରେଣୀରେ ଏକ ଔଷଧ ଯାହା ଅଗ୍ନାଶୟରୁ (pancreas) ଅଧିକ ଇନସୁଲିନ (insulin) କ୍ଷରଣ କରାଏ ।ଗ୍ଲାଇବେନକ୍ଲାମାଇଡ ସନ ୧୯୬୯ରେ ପେଟେଣ୍ଟ ହେବା ପରେ ସନ ୧୯୮୪ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୩.୨୦ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଡୋଜର ହୋଲସେଲ ମୂଲ୍ୟ ୨.୫୦ ଆମେରିକୀୟ ଡଲାର ଥିଲା । ସନ ୨୦୧୬ରେ ଏହାର ୩ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୧୭୨ତମ ସ୍ଥାନରେ ଥଲା ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଭବାନୀପାଟଣା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଭବାନୀପାଟଣା (କ୍ରମିକ ସଂଖ୍ୟା: ୮୦) କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।