ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଜାଭା ହେଉଛି ଏକ class based object oriented ପ୍ରୋଗ୍ରାମିଂଗ ଭାଷା। ଏହି ଭାଷା ମୁଖ୍ୟତଃ Applicationକୁ "write once run anywhere"(WORA) ଉପଯୁକ୍ତ କରିବା ପାଇଁ ଉନ୍ନତ କରାଯାଇଛି।"write once run anywhere"ର ଅର୍ଥ, compile ହୋଇଥିବା ଜାଭା codeକୁ ଅନ୍ୟ ଯେ କୌଣସି platformରେ ପୁନର୍ବାର compile ନକରି ମଧ୍ୟ ସିଧାସଳଖ run କଲେ ଏହା run ହୋଇପାରିବ। ଜାଭା Application ଗୁଡିକ compile ହେଲାପରେ ଏହା bytecodeକୁ ପରିଣତ ହୋଇଥାଏ ଏବଂ ଏହି bytecode ଯେକୌଣସି କମ୍ପୁଟର OSର JVM(Java Virtual Machine)ରେ run ହୋଇପାରିବ। ୯୦ ଲକ୍ଷ developerଙ୍କ ମତ ଅନୁସାରେ ଜାଭା ୨୦୧୬ ମସିହା ବେଳକୁ ଅତ୍ୟନ୍ତ ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷାରେ ପରିଣତ ହୋଇସାରିଥିଲା ଏବଂ ମୁଖ୍ୟତଃ client-server web application ପାଇଁ ଏହାର ବହୁଳ ବ୍ୟବହାର ମଧ୍ୟ ଆରମ୍ଭ ହୋଇସାରିଥିଲା। ଜାଭାକୁ Sun Microsystemsରେ କାର୍ଯରତ ଜେମ୍ସ ଗସଲିଙ୍ଗ ଉନ୍ନତ କରିଥିଲେ ଓ ୧୯୯୫ରେ release କରିଥିଲେ (ବର୍ତ୍ତମାନ Sun Microsystems, Oracle Corporation ଅକ୍ତିଆରରେ ଅଛି)। ଜାଭା ପ୍ରୋଗ୍ରାମିଂ ଭାଷାର ଅନେକ syntax ଗୁଡିକ ସି (ପ୍ରୋଗ୍ରାମିଂ ଭାଷା) ଓ C++ ପ୍ରୋଗ୍ରାମିଂ ଭାଷାରୁ ଆସିଛି।
ରାଖାଲ ମହାନ୍ତି (୨୬ ଜୁନ ୧୯୩୨ - ୧୪ ଅପ୍ରେଲ ୨୦୧୯) ଓଡ଼ିଶାର ଜଣେ ସଙ୍ଗୀତ ନିର୍ଦ୍ଦେଶକ ଓ ଗୁରୁ ଥିଲେ । ସେ ଆକାଶବାଣୀ, ଦୂରଦର୍ଶନ, ଆଲବମ ଏବଂ ଓଡ଼ିଆ କଥାଚିତ୍ର କ୍ଷେତ୍ରରେ କାର୍ଯ୍ୟକରିଥିଲେ । ଓଡ଼ିଆ ଚଳଚ୍ଚିତ୍ର ଅକ୍ଷିତୃତୀୟା, ତ୍ରିନାଥ ମେଳା, ଶ୍ରୀକୃଷ୍ଣ ରାସଲୀଳା, ଅମର ପ୍ରେମ, ଘର ସଂସାର ଆଦି ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ନିମନ୍ତେ ସେ ଜଣାଶୁଣା । ସଙ୍ଗୀତ କ୍ଷେତ୍ରରେ ତାଙ୍କର ଅବଦାନ ନିମନ୍ତେ ସେ ୧୯୭୭ରେ ଗୀତ ଗୋବିନ୍ଦ ସମ୍ମାନ ଓ ୨୦୦୨ରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସମ୍ମାନରେ ସମ୍ମାନୀତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଚକ୍ରଧର ବେହେରା (ମୃତ୍ୟୁ: ୧ ଜାନୁଆରୀ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ସ୍ୱାଧୀନତା ପୂର୍ବରୁ ଏବଂ ସ୍ୱାଧୀନତା ପରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୩୭ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ପୂର୍ବ ଭଦ୍ରକରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ସ୍ୱାଧୀନତା ପରେ ସେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ହରେକୃଷ୍ଣ ବେହେରା (୧୯୩୮-୨୪ ଜୁନ ୨୦୧୨) ଜଣେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟ ଗୁରୁ । ୧୯୩୮ ମସିହାରେ ବାଲେଶ୍ୱର ଜିଲ୍ଲାର ବୁଆଁଳଗ୍ରାମରେ ସେ ଜନ୍ମ ଗ୍ରହଣକରିଥିଲେ । ସେ ଗୁରୁ ରାମଚନ୍ଦ୍ରଦେବଙ୍କ ଠାରୁ ଓଡ଼ିଶୀ ନୃତ୍ୟ ଓ ଗୁରୁ ରାମହରି ମହାପାତ୍ରଙ୍କ ଠାରୁ ଓଡ଼ିଶୀ ସଙ୍ଗୀତ ଶିକ୍ଷାଲାଭ କରିଥିଲେ । ପୂର୍ବତନ ମୂଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସହାୟତାରେ ସରକାରୀ ବୃତ୍ତି ଲାଭ କରିବା ସହିତ ସେ ଦିଲ୍ଲୀସ୍ଥିତ ନାଟ୍ୟ ବେଲେଟ କେନ୍ଦ୍ରରେ ଉଚ୍ଚ ଶିକ୍ଷାର ସୁଯୋଗ ପାଇଥିଲେ ।
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ରାଧୁ ମିଶ୍ର (୭ ମାର୍ଚ୍ଚ ୧୯୫୨), ଜଣେ ଓଡ଼ିଆ ବ୍ୟଙ୍ଗ ସାହିତ୍ୟିକ, ସମାଲୋଚକ ଓ ଅନୁବାଦକ । ଓଡ଼ିଶାର ବିଭିନ୍ନ ସ୍ଥାନରେ ବ୍ୟଙ୍ଗ କବି ସମ୍ମିଳନୀ ଏବଂ "ମହାକୁମ୍ଭ ହାସ୍ୟମେଳା" ଆଦି ମାଧ୍ୟମରେ ସେ ବ୍ୟଙ୍ଗସାହିତ୍ୟର ପ୍ରଚାର ପ୍ରସାର ଦିଗରେ କାର୍ଯ୍ୟ କରିଛନ୍ତି । ତାଙ୍କ ସମ୍ପାଦନାରେ ମାସିକ ପତ୍ରିକା ହରିବୋଲ ପ୍ରକାଶ ପାଉଥିଲା । ସେ ରାଉରକେଲା ଇସ୍ପାତ କାରଖାନାରୁ ସେବା ନିବୃତ ହୋଇସାରିଛନ୍ତି ।
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଶାହିଦ କପୁର (pronounced [ʃaːɦɪd̪ kəˈpuːr]; ଜନ୍ମ: ୨୫ ଫେବୃଆରୀ ୧୯୮୧), ଜଣେ ଭାରତୀୟ କଥାଚିତ୍ର ଅଭିନେତା । ସେ ମୁଖ୍ୟତଃ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ କରିଥାନ୍ତି । ଗଣମାଧ୍ୟରେ ସବୁବେଳେ ଚର୍ଚ୍ଚାରେ ରହି ଆସିଥିବା ଶାହିଦ ଆରମ୍ଭରୁ ତାଙ୍କର ଲୋକପ୍ରିୟତା ବଜାଇ ରଖିଛନ୍ତି । ସେ ତାଙ୍କର ଚଳଚ୍ଚିତ୍ରର ଆରମ୍ଭ ଦିନରେ ଜଣେ ରୋମାଣ୍ଟିକ ନାୟକ ଭାବରେ ଅଭିନୟ ଆରମ୍ଭ କରିଥିଲ ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ ପ୍ରକାର ଚଳଚ୍ଚିତ୍ରରେ କାର୍ଯ୍ୟ କରିଥିଲେ । ଶାହିଦଙ୍କୁ ତିନିଥର ଫିଲ୍ମଫେୟାର ପୁରସ୍କାର ସହ ଅନେକ ପୁରସ୍କାର ମିଳିଛି । ଶାହିଦଙ୍କର ଜନ୍ମ ଦିଲ୍ଲୀରେ ହୋଇଥିଲା । ତାଙ୍କ ବାପା ପଙ୍କଜ କପୁର ଜଣେ ଅଭିନେତା ଏବଂ ମାଆ ନୀଲିମା ଅଜୀମ୍ ଜଣେ ଅଭିନେତ୍ରୀ । ଶାହିଦଙ୍କୁ ମାତ୍ର ତିନି ବର୍ଷ ହୋଇଥିବାବେଳେ ତାଙ୍କର ପିତାମାତାଙ୍କର ବିବାହ ବିଚ୍ଛେଦ ଘଟିଥିଲା । ତେଣୁ ଶାହିଦ ସବୁବେଳେ ତାଙ୍କ ମାଆଙ୍କ ପାଖରେ ହିଁ ରହିଥିଲେ । ୧୦ ବର୍ଷ ବୟସ ହୋଇଥିବାବେଳେ ଶାହିଦଙ୍କୁ ନେଇ ତାଙ୍କ ମାଆ ମୁମ୍ବାଇ ଆସିଯାଇଥିଲେ । ମୁମ୍ବାଇ ଆସିବାପରେ ଶାହିଦ ଶିଆମାକ୍ ଦବାର୍ ନୃତ୍ୟ ସ୍କୁଲରେ ଯୋଗଦେଇଥିଲେ । ୯୦ ଦଶକର କିଛି ହିନ୍ଦୀ କଥାଚିତ୍ରର ଗୀତଗୁଡ଼ିକରେ ଶାହିଦ ସହକଳାକାର ଭାବରେ ନୃତ୍ୟ କରିଥିଲେ । ଏହିସହ ସେ କିଛି ଦୂରଦର୍ଶନ ବିଜ୍ଞାପନରେ ମଧ୍ୟ କାର୍ଯ୍ୟ କରିଥିଲେ । ୨୦୦୩ ମସିହାରେ ହିନ୍ଦୀ କଥାଚିତ୍ର ଇସ୍କ ଭିସ୍କ ଜରିଆରେ ଶାହିଦ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହି କଥାଚିତ୍ରଟିର ଆରମ୍ଭ ସେତେ ଅଧିକ ବ୍ୟବସାୟ କରିନଥିଲେ ମଧ୍ୟ କିଛିଦନରେ ଭଳ ବ୍ୟବସାୟ କରି ସଫଳ ହୋଇଥିଲା । ଏହି କଥାଚିତ୍ର ପାଇଁ ଶାହିଦଙ୍କୁ ଫିଲ୍ମଫେୟାରର ଶ୍ରେଷ୍ଠ ନବାଗତ ନାୟକ ପୁରସ୍କାର ମିଳିଥିଲା । ଏହାପରେ ଶାହିଦଙ୍କର କିଛି ଚଳଚ୍ଚିତ୍ର ଲଗାତାର ଅସଫଳ ହେବାପରେ ୨୦୦୬ ମସିହାରେ ସୁରଜ ବଡ଼ଜାତ୍ୟାଙ୍କର ଚଳଚ୍ଚିତ୍ର ବିବାହରେ ଶାହିଦଙ୍କୁ ମିଳିଥିଲା ବଡ଼ ସଫଳତା । ଏହି କଥାଚିତ୍ରଟି ବହୁତ ଆୟ କରିଥିଲା ।ଏହାପରେ ୨୦୦୭ରେ ମୁକ୍ତିଲାଭ କରିଥିବା ଇନ୍ତିଆଜ ଅଲ୍ଲୀଙ୍କର ହିନ୍ଦୀ କଥାଚିତ୍ର ଜବ୍ ଉଇ ମିଟ୍ ଏବଂ ୨୦୦୯ରେ ମୁକ୍ତିଲାଭ କରିଥିବା ବିଶାଳ ଭରଦ୍ୱାଜଙ୍କର ଚଳଚ୍ଚିତ୍ର କମିନେ ପାଇଁ ଶାହିଦଙ୍କୁ ଫିଲ୍ମଫେୟାରେ ଶ୍ରେଷ୍ଠନାୟକ ଭାବରେ ମନୋନୀତ କରାଯାଇଥିଲା । ଏହାପରେ ଶାହିଦଙ୍କୁ ସେତେଟା ସଫଳତା ମିଳିନଥିଲା । ୨୦୧୩ ମସିହାରେ ମୁକ୍ତିଲାଭ କରିଥିବା ଆର୍...
ନୋଟ୍ରେ ଡାମ୍ ଡି ପାରି (Notre-Dame de Paris – ଏହି ଫରାସୀ ନାମର ଶବ୍ଦାର୍ଥ ହେଲା “ପ୍ୟାରିସ୍ସ୍ଥିତ ଆମ ମହିଳା”) ବା ନୋଟ୍ରେ ଡାମ୍ ଫ୍ରାଂସ୍ର ପ୍ୟାରିସ୍ରେ ଥିବା ଏକ ମଧ୍ୟଯୁଗୀୟ କ୍ୟାଥୋଲିକ୍ ଗୀର୍ଜାଘର । ଏହି ଗୀର୍ଜାଘର ଫରାସୀ ଗୋଥିକ୍ ସ୍ଥାପତ୍ୟ କଳାର ଏକ ଶ୍ରେଷ୍ଠ ନିଦର୍ଶନ ରୂପେ ପରିଗଣିତ ହୁଏ । ଫ୍ରାଂସ୍ ତଥା ବିଶ୍ୱର ପ୍ରଖ୍ୟାତ ଗୀର୍ଜାଘରମାନଙ୍କ ମଧ୍ୟରୁ ଏହା ଅନ୍ୟତମ । ଗୀର୍ଜା କାନ୍ଥରେ ତିଆରି ହୋଇଥିବା ଜୀବନ୍ତ ସଦୃଶ ପ୍ରତିମୂର୍ତ୍ତି ଓ କାଚର ଝରକାରେ ହୋଇଥିବା ଚିତ୍ରକଳା ଯୋଗୁଁ ଏହା ରୋମାନ୍ ସ୍ଥାପତ୍ୟ କଳାଠାରୁ ଭିନ୍ନ । ନୋଟ୍ରେ ଡାମ୍ ଗୀର୍ଜାଘରର ଦୈର୍ଘ୍ୟ ପ୍ରାୟ ୧୨୮ ମିଟର୍ (୪୨୦ ଫୁଟ୍), ପ୍ରସ୍ଥ ପ୍ରାୟ ୪୮ ମିଟର୍ (୧୫୭ ଫୁଟ୍) ଓ ଏଥିରେ ୧୦ଟି ଘଣ୍ଟି ରହିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଗୁଆନଫେସିନ (ଇଂରାଜୀ ଭାଷାରେ Guanfacine, ଏକ ବିକ୍ରୟ ନାମ ଟେନେକ୍ସ/ Tenex) ଏକ ଔଷଧ ଯାହା ଧ୍ୟାନାଭାବ ଓ ଅତିସକ୍ରିୟତା ବିକାର (ଏଡିଏଚଡି) ଓ ଉଚ୍ଚ ରକ୍ତଚାପ ରୋଗମାନଙ୍କ ଚିକିତ୍ସାରେ ବ୍ୟବହୃତ ହୁଏ । ଏହି ଦୁଇ ରୋଗରେ ଗୁଆନଫେସିନ ଔଷଧ କମ ପସନ୍ଦ କରାଯାଏ । ଏହା ପାଟିରେ ଦିଆଯାଏ ।ଗୁଆନଫେସିନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ନିଦ୍ରାଳୁ ଭାବ,କୋଷ୍ଠକାଠିନ୍ୟ, ଶୁଷ୍କ ପାଟି, ଯୌନ ସମସ୍ୟା ଓ ମୁଣ୍ଡ ବିନ୍ଧା ହୋଇପାରେ । ଅନ୍ୟାନ୍ୟ ପ୍ରତିକ୍ରିୟାରେ ଉଦ୍ବେଗ, ଅଳ୍ପ ରକ୍ତଚାପ (low blood pressure), ଅବସାଦ ଓ ମୂତ୍ର ସମସ୍ୟା ହୋଇପାରେ । ଗର୍ଭାବସ୍ଥା ବା ସ୍ତନ୍ୟପାନ ସମୟରେ ଏହା ଦେବାକୁ ମନା କରାଯାଏ । ମସ୍ତିଷ୍କରେ ଥିବା ଆଲଫା-୨ଏ ଆଡ୍ରେନର୍ଜିକ ରିସେପ୍ଟରକୁ (α2A receptor) ଗୁଆନଫେସିନ ସକ୍ରିୟ କରି ସିମ୍ପାଥେଟିକ ସ୍ନାୟୁ ମଣ୍ଡଳ (sympathetic nervous system) କାମକୁ କମେଇଦେଇ କାର୍ଯ୍ୟକ୍ଷମ ହୁଏ ।ଗୁଆନଫେସିନ ସନ ୧୯୮୬ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୬୦ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୭.୧୧ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ୪ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୧୫୬ ତମ ସ୍ଥାନରେ ଥଲା ।
କେନ୍ଦୁଝର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କେନ୍ଦୁଝର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ୱେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ୱାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ନନ୍ଦକିଶୋର ଜେନା (୨୨ ଡିସେମ୍ବର ୧୯୧୬ - ୧୨ ଜୁନ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଉଇକିକଥା ଉଇକିମିଡ଼ିଆ ଫାଉଣ୍ଡେସନଦ୍ୱାରା ସଂଚାଳିତ ପରିୟୋଜନାରୁ ଉଇକି ଆଧାରିତ ପରିବାରର ଏକ ସଦସ୍ୟ ଅଟେ । ଏହା ମଧ୍ୟ ମିଡ଼ିଆ ଉଇକି ସଫ୍ଟୱେରରେ ହିଁ ଚାଲିଥାଏ । ଏହି ପରିଯୋଜନା ଡେନିୟଲ ଏଲଷ୍ଟନଙ୍କ ପରିକଳ୍ପନାରେ ଆଧାରିତ ଏବଂ ବ୍ରାୟନ ବାଇବରଦ୍ୱାରା କାର୍ଯ୍ୟାନ୍ୱିତ ଏହି ପରିୟୋଜନାର ଲକ୍ଷ ବିଶିଷ୍ଟ ବ୍ୟକ୍ତି, ପୁସ୍ତକ, ଫିଲ୍ମ ଏବଂ ଲୋକଉକ୍ତିରୁ ପ୍ରାପ୍ତ ଏକ ବୃହତ ସଂଗ୍ରହକର ଅଟେ । ବହୁ ଅନଲାଇନ ସଂଗ୍ରହଣ ପ୍ରଥମରୁ ଉପଲବ୍ଧ ରହିଛି, କିନ୍ତୁ ଉଇକିକଥା ଏହି କିଛି ବିଶେଷ ମଧ୍ୟରୁ ଗୋଟିଏ ଅଟେ ଯାହା ନିଜ ଉପଯୁକ୍ତଙ୍କୁ ଯୋଗଦାନ କରିବାର ସୁବିଧା ମଧ୍ୟ ଉପଲବ୍ଧ କରିଥାଏ ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭାରତୀୟ ଜାତୀୟ କ୍ରିକେଟ ଅଧିନାୟକ ସମୂହ ଙ୍କ ତାଲିକା
ଏହା ଭାରତୀୟ ଜାତୀୟ କ୍ରିକେଟ ଅଧିନାଯକ ମାନଙ୍କ ଏକ ତାଲିକା । ଏଥିରେ ଭାରତୀୟ ପୁରୁଷ , ମହିଳା ଓ ଯୁବ ଦଳର ଟେଷ୍ଟ । ଏକଦିବଶୀୟ ଅନ୍ତର୍ଜାତିକ , ଓ ଟି20 ଅନ୍ତର୍ଜାତିକ ଦଳର ଅଧିନାୟକ ମାନଙ୍କ ନାମ ରହିଛି । "ବ୍ରିଟିଶ ଭାରତ" ରାଜକୀୟ କ୍ରିକେଟ କାଉନ୍ସିଲ ( ଯାହା ବର୍ତମାନ ଅନ୍ତର୍ଜାତିକ କ୍ରିକେଟ କାଉନସିଲ , ICC ନାମରେ ପରିଚିତ )ର ପୂର୍ଣ ସଦସ୍ୟତା 1926 ମସିହା 31 , ମେରେ ହାସଲ କରିବା ପରେ 1932 ଜୁନ 25 ତାରିଖରେ ଷଷ୍ଠ ଟେଷ୍ଟ ମାନ୍ୟତା- ପ୍ରାପ୍ତ ଦେଶ ଭାବରେ ଇଂଲଣ୍ଡ , ଅଷ୍ଟ୍ରେଲିଆ , ୱେଷ୍ଟ ଇଣ୍ଡିଜ , ଦକ୍ଷିଣ ଆଫ୍ରିକା ଓ ନିଉଜିଲାଣ୍ଡ ସହ ସାମିଲ ହେଇଥିଲା ।ଦ୍ୱିତୀୟ ବିଶ୍ୱ ଯୁଦ୍ଧର ଅବ୍ୟବହିତ ପୂର୍ବରୁ ଭାରତ ମାତ୍ର 7ଟି ଟେଷ୍ଟ ଖେଳିଥିଲା ଓ ସମସ୍ତ କେବଳ ଇଂଲଣ୍ଡ ବିପକ୍ଷରେ ଥିଲା । ଏହା ମଧ୍ୟରୁ ଭାରତ 5ଟି ରେ ପରାଜୟ ବରଣ କରିଥିବା ବେଳେ 2 ଟିକୁ ଅମୀମାଂଶିତ ରଖିବାରେ ସଫଳ ହେଇଥିଲା । ଅନ୍ୟ ଦେଶ ବିରୁଦ୍ଧରେ ଭାରତ ପ୍ରଥମେ ଡନ ବ୍ରାଡମେନଙ୍କ ତତ୍ପ କାଳୀନ ଅପରାଜେୟ କୁହାଯାଉଥିବା ଅଷ୍ଟ୍ରେଲିଆ ଦଳ ସହ ପ୍ରଥମ କରି 1947-48 ମସିହାରେ ଖେଳିଥିଲା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ବିଷ୍ଣୁ (ସଂସ୍କୃତରେ विष्णु) ହିନ୍ଦୁଧର୍ମରେ ବୈଷ୍ଣବ ମାନଙ୍କର ତଥା ଶ୍ରୀ ଶଙ୍କରାଚାର୍ଯ୍ୟଙ୍କ ପ୍ରତିଷ୍ଠିତ ସ୍ମାର୍ତ୍ତ ସମ୍ପ୍ରଦାୟର ପ୍ରମୁଖ ଦେବତା । କେହି କେହି ତାଙ୍କୁ ପଞ୍ଚ ଦେବତାଙ୍କ ଭିତରେ ଜଣେ ବୋଲି କହିଥାନ୍ତି । ବିଷ୍ଣୁ ସହସ୍ରନାମ ଅନୁସାରେ ବିଷ୍ଣୁ ହେଉଛନ୍ତି ପରମାତ୍ମା । ସେ ସର୍ବତ୍ର ବିରାଜିତ ଓ ସ୍ଥାବର ଜଙ୍ଗମ ଜୀବ ଓ ନିର୍ଜିବାଦିର ମୂଳ ତତ୍ତ୍ୱ । ସେ ହେଉଛନ୍ତି କାଳାତୀତ ଅର୍ଥାତ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତରୁ ଉର୍ଦ୍ଧ୍ୱରେ । ତ୍ରିଦେବଙ୍କ ଭିତରେ ସେ ହେଉଛନ୍ତି ସୃଷ୍ଟିର ପାଳନକର୍ତ୍ତା । ତାଙ୍କର ଅନ୍ୟନାମ ନାରାୟଣ ।
ଓଡ଼ିଶାର ଲୋକ ସଭା ସାଂସଦଙ୍କ ତାଲିକା
ଚଳିତ ପଞ୍ଚଦଶ ଲୋକ ସଭା(୨୦୦୯-୨୦୧୪)ରେ ଓଡ଼ିଶାର ପ୍ରତିନିଧିତ୍ୱ କରୁଥିବା ଲୋକ ସଭା ସାଂସଦଗଣଙ୍କ ତାଲିକା
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।