ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରାଖାଲ ମହାନ୍ତି (୨୬ ଜୁନ ୧୯୩୨ - ୧୪ ଅପ୍ରେଲ ୨୦୧୯) ଓଡ଼ିଶାର ଜଣେ ସଙ୍ଗୀତ ନିର୍ଦ୍ଦେଶକ ଓ ଗୁରୁ ଥିଲେ । ସେ ଆକାଶବାଣୀ, ଦୂରଦର୍ଶନ, ଆଲବମ ଏବଂ ଓଡ଼ିଆ କଥାଚିତ୍ର କ୍ଷେତ୍ରରେ କାର୍ଯ୍ୟକରିଥିଲେ । ଓଡ଼ିଆ ଚଳଚ୍ଚିତ୍ର ଅକ୍ଷିତୃତୀୟା, ତ୍ରିନାଥ ମେଳା, ଶ୍ରୀକୃଷ୍ଣ ରାସଲୀଳା, ଅମର ପ୍ରେମ, ଘର ସଂସାର ଆଦି ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ନିମନ୍ତେ ସେ ଜଣାଶୁଣା । ସଙ୍ଗୀତ କ୍ଷେତ୍ରରେ ତାଙ୍କର ଅବଦାନ ନିମନ୍ତେ ସେ ୧୯୭୭ରେ ଗୀତ ଗୋବିନ୍ଦ ସମ୍ମାନ ଓ ୨୦୦୨ରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସମ୍ମାନରେ ସମ୍ମାନୀତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାରତର କନ୍ୟାମାନଙ୍କ ସମୃଦ୍ଧି ଯଥା କନ୍ୟାର ଶିକ୍ଷା ଏବଂ ବିବାହ ଖର୍ଚ୍ଚ ଭରଣା ପାଇଁ ଏକ ସଞ୍ଚୟ ଯୋଜନା । ସୁକନ୍ୟା ସମୃଦ୍ଧି ଯୋଜନା (SUKANYA SAMRIDDHI YOJANA)(SSY) ଅନ୍ତର୍ଗତ ପିତାମାତା କିମ୍ବା ଆଇନଗତ ଅଭିଭାବକମାନେ ୧୦ ବର୍ଷରୁ କମ ଝିଅମାନଙ୍କ ପାଇଁ ଏକ ବ୍ୟାଙ୍କ ଆକାଉଣ୍ଟ ଖୋଲିବାର ସୁଯୋଗ ପାଇବେ । ଏହି ଯୋଜନା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୫ ଜାନୁଆରୀ ୨୨ ତାରିଖରେ ଉଦ୍ଘାଟନ କରିଥିଲେ । ଏହା ନରେନ୍ଦ୍ର ମୋଦୀଙ୍କର ବେଟି ବଚାଓ ବେଟି ପଢ଼ାଓ ପ୍ରଚାରର କାର୍ଯ୍ୟକ୍ରମର ଅଂଶବିଶେଷ ଅଟେ । ଏହା ବିତ୍ତ ମନ୍ତ୍ରଣାଳୟ ଅଧିସୂଚନା ସଂଖ୍ୟା G.S.R.୮୬୩ (E) ତା ୨/୧୨/୨୦୧୪ ରିଖ ଏହି ଯୋଜନା ସୁକନ୍ୟା ସମୃଦ୍ଧି ଯୋଜନା ନିୟମ,୨୦୧୪ ଅଧିନରେ ଅଛି ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଡକ୍ସେପିନ (ଇଂରାଜୀ ଭାଷାରେ Doxepin) ଏକ ଔଷଧ ଯାହା ପ୍ରମୁଖ ଅବସାଦ ବେମାରୀ, ଉଦ୍ବେଗ ଅବ୍ୟବସ୍ଥା, କ୍ରନିକ ହାଇଭ୍ସ ଓ ନିଦ୍ରା ସମସ୍ୟା en:trouble sleeping ଭଳି ରୋଗମାନଙ୍କ ଚିକିତ୍ସାରେ ଦିଆଯାଏ । ହାଇଭ୍ସ ରୋଗରେ ଆଣ୍ଟିହିସ୍ଟାମିନ (en:antihistamines) ଅଧିକ ପସନ୍ଦ କରାଯାଏ । ନିଦ୍ରା ମମସ୍ୟାରେ ଏହା ସାମାନ୍ୟ ବା ମଧ୍ୟମ ଧରଣର ଉପକାର ଦିଏ । ଆଟୋପିକ ଡର୍ମାଟାଇଟିସ, ଲାଇଚେନ ସିମ୍ପ୍ଲେକ୍ସ କ୍ରନିକସ lichen simplex chronicus ରୋଗରେ ହେଉଥିବା ଗଲୁ ନିମନ୍ତେ ଏହା ଏହାର କ୍ରିମ (cream) ବ୍ୟବହାର କରାଯାଏ ।ଡକ୍ସେପିନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ନିଦ୍ରାଳୁ ଭାବ, ଶୁଷ୍କ ପାଟି, ଅଇ ଓ ଝାପ୍ସା ଦୃଷ୍ଟି ହୋଇପାରେ । ପ୍ରତିକ୍ରିୟା ସାଂଘାତିକ ହେଲେ ୨୫ ବର୍ଷ ବୟସ୍କମାନେ ଆତ୍ମହତ୍ୟା ପ୍ରବଣ, ମାନିଆ ଓ ୟୁରିନାରି ରିଟେନସନ ହୋଇପାରେ । ଏହାର ମାତ୍ରା ଶୀଘ୍ର କମେଇ ଦେଲେ ଉଇଥଡ୍ରାଆଲ ସିଣ୍ଡ୍ରୋମ (withdrawal syndrome) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ଦିଆଯାଏ ନାହିଁ । ଏହା ଏକ ପ୍ରକାର ଟ୍ରାଇସାକ୍ଲିକ ଆଣ୍ଟିଡିପ୍ରେସାଣ୍ଟ ବା ଟିସିଏ (tricyclic antidepressant/ TCA) ଔଷଧ । ଏହାର କାର୍ଯ୍ୟଧାର ଅସ୍ପଷ୍ଟ ଥିଲେ ମଧ୍ୟ ନର୍ଏପିନେଫ୍ରିନ ସ୍ତର ବୃଦ୍ଧି କରୁଥାଇପାରେ । ଏହାର ଆଣ୍ଟିହିସ୍ଟାମିନ (antihistamine), ଆଣ୍ଟିକଲିନର୍ଜିକ (anticholinergic) ଓ ଆଣ୍ଟସେରୋଟୋନର୍ଜିକ (antiserotonergic) ପ୍ରଭାବ ଅଛି । ସନ ୧୯୬୯ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଡକ୍ସେପିନ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୧୦୦ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୨୩ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ୨ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୩୯ତମ ସ୍ଥାନରେ ଥଲା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କ୍ୟାଥେରିନ ଲୁସି ବଉମ୍ୟାନ (ଜନ୍ମ: ୧୯୮୯/୧୯୯୦) ଛବି ଉପରେ କାମ କରୁଥିବା ଜଣେ ମହିଳା ଯୁକ୍ତରାଷ୍ଟ୍ର ଆମେରିକୀୟ କମ୍ପ୍ୟୁଟର ବୈଜ୍ଞାନିକ । ସେ ଇଭେଣ୍ଟ ହରାଇଜନ ଟେଲିସ୍କୋପ (ଦୂରବୀକ୍ଷଣ ଯନ୍ତ୍ର) ଦଳର ଏକ ସଦସ୍ୟ ଥିଲେ, ଯେଉଁମାନେ ପ୍ରଥମ କୃଷ୍ଣଗର୍ତ୍ତର (Black Hole) ଛବି ଉତ୍ତୋଳନ କରିଥିଲେ । ସେ ଗଣନା ଏବଂ ଗାଣିତିକ ବିଜ୍ଞାନର ଏକ ସହକାରୀ ପ୍ରଫେସର ଭାବରେ କାଲିଫର୍ଣ୍ଣିଆ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜିରେ ଜୁନ ୨୦୧୯ ମସିହାରେ ଯୋଗ ଦେଇପାରନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଚିନି - ସାଧାରଣତଃ ଏହାକୁ ନିତିଦିନିଆ ଖାଦ୍ୟରେ ବ୍ୟବହାର କରାଯାଏ । ଏହାର ସ୍ୱାଦ ମିଠା ଅଟେ । ମୁଖ୍ୟତ ଏଥିରେ ଶ୍ୱେତସାର ଥାଏ । ସାଧାରଣ ଚିନିକୁ monosaccharides ବୋଲି କୁହାଯାଏ । ଏଥିରେ glucose ଓ fructose ଥାଏ । ଗ୍ରାନ୍ୟୁଲେଟେଡ ଚିନିକୁ disaccharide କୁହାଯାଏ । ଏଥିରେ maltose ଓ lactose ଥାଏ । ଚିନି ଆଖୁରୁ ପ୍ରସ୍ତୁତ କରାଯାଇଥାଏ । ଦକ୍ଷିଣ ଏସିଆ ଓ ଦକ୍ଷିଣ ପୂର୍ବ ଏସିଆରେ ଅଧିକ ଆଖୁ ଚାଷ କରାଯାଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସତ୍ୟଭାମା ଦେଇ (୩ ଅପ୍ରେଲ ୧୯୩୨ - ୪ ମଇ ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞା ଥିଲେ । ସେ ଓଡ଼ିଶା ରଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ନନ୍ଦକିଶୋର ଜେନା (୨୨ ଡିସେମ୍ବର ୧୯୧୬ - ୧୨ ଜୁନ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବାଞ୍ଛାନିଧି ମହାନ୍ତି ଜଣେ ସ୍ୱାଧୀନତା ସଂଗ୍ରାମୀ ଏବଂ କବି । ତାଙ୍କ ଜୀବନର ଦୁଇଟି ଲକ୍ଷ୍ୟ ଥିଲା; ପ୍ରଥମଟି ହେଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଓ ଦ୍ୱିତୀୟଟି ହେଲା ସାମ୍ରାଜ୍ୟବାଦୀ ଫିରିଙ୍ଗି ଶାସନର ଅବସାନ । ସେ ସ୍ୱାଧୀନତା ଆନ୍ଦୋଳନ ପାଇଁ ଅନେକ ଦେଶାତ୍ମବୋଧକ ଗୀତ ରଚନା କରି ନିଜେ ଗାନ କରିଥିଲେ, ଫଳରେ ଆଖପାଖରେ ଲୋକମାନେ ତାଙ୍କ ଗୀତ, କବିତା ଆଦିଦ୍ୱାରା ଆକୃଷ୍ଟ ହୋଇ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରିଥିଲେ । ଅସହଯୋଗ ଆନ୍ଦୋଳନ ସମୟରେ ତାଙ୍କର ସଙ୍ଗୀତ କଂଗ୍ରେସ ଭାବ ପ୍ରଚାର କରିବାରେ ବହୁତ ସାହାଯ୍ୟ କରିଥିଲା । ତାଙ୍କ ରଚିତ ଦୁଃଖିନୀ କନିକା ଗୀତଟି ଜନାଦୃତ । ସେ ଜାତୀୟତାଭରା ଗୀତ ଗାଇ ଗାଇ ଗାଁ ଗାଁରେ ବୁଲୁଥିବାରୁ ତାଙ୍କୁ ଜାତୀୟ କବି ବୋଲି ପରିଚୟ ମିଳିଥିଲା । ସାଙ୍ଗେ ସାଙ୍ଗେ ଗୀତ ଲେଖି ବାଟେଘାଟେ ଗାଉଥିଲେ ବୋଲି ତାଙ୍କୁ ମଧ୍ୟ ଚାରଣ କବି କୁହାଯାଉଥିଲା ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
କ୍ରେଡିଟ କାର୍ଡ଼ ବା ବାକି କାର୍ଡ ଏକ ଛୋଟ ପ୍ଲାଷ୍ଟିକ କାର୍ଡ ଅଟେ । ଏହି କାର୍ଡଦ୍ୱାରା ଜିନିଷପତ୍ର କିଣିଲେ ଆଗ ପଇସା ଦେବାକୁ ପଡେନାହିଁ । ପ୍ରଥମେ ବାକିରେ ଏହି କାର୍ଡ଼ଧାରୀ ଜିନିଷ କିଣି ପରେ ଏହାର ମୂଲ୍ୟ ଦେଇପାରିବେ । ଏହି କାର୍ଡଦ୍ୱାରା ଏଟିଏମ କିମ୍ବା ବ୍ୟାଙ୍କରୁ ନଗଦ ଅର୍ଥ ମଧ୍ୟ ଉଠାଯାଇ ପାରେ । କିଣିଥିବା ଜିନିଷର ପଇସା ସଠିକ ସମୟରେ ଦେଇନପାରିଲେ ଉଚ୍ଚ ହାରରେ ସୁଧ ସହିତ ମୂଳ ଦେବାକୁ ପଡ଼ିଥାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ପରି ମଣି (ବଙ୍ଗାଳୀ: পরীমনি) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ । ସେ ପ୍ରଥମେ ତାଙ୍କର ପେଶା ମଡେଲିଂରୁ ଆରମ୍ଭ କରିଥିଲେ ଓ ପରେ ଦୂରଦର୍ଶନରେ ପ୍ରସାରିତ ନାଟକରେ କାର୍ଯ୍ୟ କରିଥିଲେ ଏବଂ ପରବର୍ତ୍ତୀ ସମୟରେ କଥାଚିତ୍ର ଜଗତରେ ଅଭିନୟ କରିଥିଲେ । ୨୦୧୫ ମସିହାରେ ସେ ବଙ୍ଗଳଦେଶର କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ୨୦୧୫ ମସିହା ଫେବୃଆରୀ ମାସ ୧୩ ତାରିଖରେ ପରିଙ୍କ ଅଭିନୀତ ପ୍ରଥମ କଥାଚିତ୍ର ଭଲବଶା ସୀମାହୀନ ମୁକ୍ତିଲାଭ କରିଥିଲା । ଏହାପୂର୍ବରୁ ସେ ଏକ କ୍ଷୁଦ୍ର ଚଳଚ୍ଚିତ୍ରରେ ଅଭିନୟ କରିଥିଲେ, ଯାହର ଶୀର୍ଷକ ଥିଲା ରାଣା ପ୍ଲାଜା । ଏହି ଚଳଚ୍ଚିତ୍ରରେ ତାଙ୍କ ସହ ସାଇମନ ସଦ୍ଦିକ ଅଭିନୟ କରିଥିଲେ ଏବଂ ନାଜ୍ରୁଲ ଇସଲାମ ଖାନ୍ ନିର୍ଦ୍ଦେଶନା ଦେଇଥିଲେ, ମାତ୍ର ଏଥିରେ ଥିବା ନାକାରାତ୍ମକ ଭାବ ଏବଂ କିଛି ଦୃଶ୍ୟ ଯୋଗୁଁ ବଙ୍ଗଳାଦେଶର ସେନ୍ସର ବୋର୍ଡ଼ ଏହି କଥାଚିତ୍ରଟିର ମୁକ୍ତିଲାଭ ଉପରେ ରୋକ ଲଗାଇଥିଲେ । ରାଶ୍ୱନ ଆର୍.
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ରାମଚନ୍ଦ୍ର ପଣ୍ଡୁରଙ୍ଗ ତୋପେ ( ୧୮୧୪-୧୮୫୯) , ୧୯୫୭ ଭାରତୀୟ ବିଦ୍ରୋହର ଜଣେ ଅଗ୍ରଗାମୀ ନେତା ଥିଲେ । 'ତାତ୍ୟା ତୋପେ' ନାମରେ ପରିଚିତ ହେଇଥିବା ତୋପେ ଜଣେ ଧୁରନ୍ଧର ସେନାପତି ଓ ଦେଶ ଭକ୍ତ ଭାବରେ ବ୍ରିଟିଶ ରାଜୁତି ବିରୁଦ୍ଧରେ ଯୁଦ୍ଧରେ ଅବତରଣ ହେଇ ବହୁତ ସାହସିକତାର ପରିଚୟ ଦେଇଥିଲେ । ସ୍ୱାଧୀନତା ସଂଗ୍ରାମର ସେ ଜଣେ ଆଦ୍ୟ ସଂଗ୍ରାମୀ ଭାବରେ ଇତିହାସରେ ସ୍ଥାନିତ ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଉଇକିକଥା ଉଇକିମିଡ଼ିଆ ଫାଉଣ୍ଡେସନଦ୍ୱାରା ସଂଚାଳିତ ପରିୟୋଜନାରୁ ଉଇକି ଆଧାରିତ ପରିବାରର ଏକ ସଦସ୍ୟ ଅଟେ । ଏହା ମଧ୍ୟ ମିଡ଼ିଆ ଉଇକି ସଫ୍ଟୱେରରେ ହିଁ ଚାଲିଥାଏ । ଏହି ପରିଯୋଜନା ଡେନିୟଲ ଏଲଷ୍ଟନଙ୍କ ପରିକଳ୍ପନାରେ ଆଧାରିତ ଏବଂ ବ୍ରାୟନ ବାଇବରଦ୍ୱାରା କାର୍ଯ୍ୟାନ୍ୱିତ ଏହି ପରିୟୋଜନାର ଲକ୍ଷ ବିଶିଷ୍ଟ ବ୍ୟକ୍ତି, ପୁସ୍ତକ, ଫିଲ୍ମ ଏବଂ ଲୋକଉକ୍ତିରୁ ପ୍ରାପ୍ତ ଏକ ବୃହତ ସଂଗ୍ରହକର ଅଟେ । ବହୁ ଅନଲାଇନ ସଂଗ୍ରହଣ ପ୍ରଥମରୁ ଉପଲବ୍ଧ ରହିଛି, କିନ୍ତୁ ଉଇକିକଥା ଏହି କିଛି ବିଶେଷ ମଧ୍ୟରୁ ଗୋଟିଏ ଅଟେ ଯାହା ନିଜ ଉପଯୁକ୍ତଙ୍କୁ ଯୋଗଦାନ କରିବାର ସୁବିଧା ମଧ୍ୟ ଉପଲବ୍ଧ କରିଥାଏ ।