ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅନନ୍ତ ସେଠୀ (ଜନ୍ମ:୧୭ ଜୁଲାଇ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭା ଏବଂ ଓଡ଼ିଶା ଲୋକ ସଭାରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ । ୧୯୮୪ ମସିହାରେ ଅନନ୍ତ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପରେ ୨୦୦୪ ମସିହାରେ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିହତ ସହସ୍ରର୍ଦ୍ଧୀ ଧରି ଭାରତୀୟ ମହିଳା ମାନଙ୍କ ସ୍ଥିତିରେ ଅନେକ ଉଲ୍ଲେଖନୀୟ ପରିବର୍ତନ ଘଟିଛି । ସେମାନଙ୍କ ଜୀବନ ଧାରଣ ଶୈଳୀ , ସ୍ୱାଧୀନତା , ସାମାଜିକ ସ୍ଥିତିରେ ବହୁ ଉତ୍ଥାନ ପାଟଣା ଘଟିଛି । . ଅତି ପ୍ରାଚୀନ କାଳରୁ ମାଧ୍ୟମ କାଳ ମଧ୍ୟରେ ତାଙ୍କର ସ୍ଥିତି ଦ୍ରୁତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାର , ଯାହା ପୁରୁଷ ମାନେ ପାଉଥିଲେ , ସେଥିରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂଶର ବଶତା ସେମାନଙ୍କୁ ବିଦ୍ୟାଳୟରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ମାଧ୍ୟମ କାଳରେ ( ବ୍ରିଟିଶ ଶାସନ ସମୟରୁ ) ଅନେକ ଉଦାରବାଦୀ ସମାଜ ସଂସ୍କାରକଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁ-ସଂସ୍କାରକୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତରେ ମହିଳା ମାନେ ରାଷ୍ଟ୍ରପତି , ପ୍ରଧାନ ମନ୍ତ୍ରୀ , ଲୋକ ସଭାର ବାଚସ୍ପତି , କେନ୍ଦ୍ର ମନ୍ତ୍ରୀ , ବିଭିନ୍ନ ରାଜ୍ୟର ମୁଖ୍ୟ ମନ୍ତ୍ରୀ , ରାଜ୍ୟପାଳ , ବିଭିନ୍ନ କମ୍ପାନୀର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର , ଯଥା କ୍ରିଡା , ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ୱାଧୀନ ଭରତର ସମ୍ବିଧାନରେ ମହିଳା ମାନଙ୍କ ଅଧିକାରକୁ ପୁରୁଷ ମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି ।ମହିଳା ମାନଙ୍କ ପୂର୍ଣା ସ୍ୱାଧୀନତା ଓ ଅଧିକାରକୁ ସଂରକ୍ଷିତ କରିବା ପାଇଁ ସ୍ୱାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭରତର ପାର୍ଲିଆମେଣ୍ଟରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦ୍ରୁଷ୍ଟି ଦିଆ ଯାଇଛି । .ଏପରି ଏକ ସମୟ ଥିଲା ଯେ 2011 ମସିହାରେ ଏକା ସମୟରେ ଭାରତର ରାଷ୍ଟ୍ରପତି ( ଶ୍ରୀମତୀ ପ୍ରତିଭା ପାଟିଲ ) , ଲୋକ ସଭାର ବାଚସ୍ପତି ( ମୀରା କୁମାର ) ଓ ଲୋକ ସଭାର ବିରୋଧୀ ଦଳର ନେତା ପଦବୀରେ ମହିଳା ମାନେ ରହିଥିଲେ । ଏହା ସତ୍ୱେ ଭାରତରେ ମହିଳା ମାନେ ଅନେକ ସମସ୍ଯାରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନରେ ବଳତ୍କାର , ଏସିଡ ଫିଙ୍ଗା , ଯୌତୁକ ଜନିତ ହତ୍ୟା , ଜୋର ଜବରଦସ୍ତି କରି ଦେହ ବ୍ୟାପାରରେ ଜଡିତ କରିବା ପରି ଅତ୍ୟାଚାରର ଶିକାର ହଉଛନ୍ତି ।. ୨୦୧୨ ମସିହାରେ ଥୋମସନ୍ ରଏଟର ଫାଉଣ୍ଡେସନ ତରଫରୁ କରାଯାଇଥିବା ସର୍ଭେରେ ଜି୨୦ ଅନ୍ତର୍ଗତ ସମସ୍ତ ଦେଶ ଠାରୁ ଭରତରେ ମହିଳାଙ୍କ ଉପରେ ଅତ୍ୟାଚାର ସର୍ବାଧିକ ଥିବା ଦର୍ଶାଯାଇଥିଲା ।.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
କେନ୍ଦୁଝର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କେନ୍ଦୁଝର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସ୍ୱାଧୀନତା ଶବ୍ଦ ଗୋଟିଏ ଦେଶ, ରାଷ୍ଟ୍ର ବା ସାର୍ବଭୌମ ରାଜ୍ୟର ଅବସ୍ଥାକୁ ବୁଝାଏ ଯେଉଁଠାରେ ଏହାର ବାସିନ୍ଦା ଓ ଜନତା ନିଜ ଭୂଖଣ୍ଡରେ ନିଜସ୍ୱ ସରକାର ଗଢ଼ିବାକୁ ଓ ସାର୍ବଭୌମତ୍ୱ ଜାହିର କରିବାକୁ ସକ୍ଷମ ଥାଆନ୍ତି ଓ କୌଣସି ବାହ୍ୟ ଶକ୍ତି ଅଧୀନରେ ନ ଥାଆନ୍ତି । ଏହାର ଓଲଟା ଶବ୍ଦ ପରାଧୀନତା । ଅନ୍ୟ ଗୋଟିଏ ଶବ୍ଦ ସ୍ୱତନ୍ତ୍ର (freedom) ସହିତ ଏହାର ଭ୍ରମ ସୃଷ୍ଟି ହୁଏ । ବ୍ୟକ୍ତିର ଚିନ୍ତା କରିବା ଓ ତଦନୁସାରେ କାର୍ଯ୍ୟ କରିବାର ସ୍ୱାଧୀନତାକୁ ସ୍ୱତନ୍ତ୍ର କୁହାଯାଏ ।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ମେକ୍ଲିଜିନ (ଇଂରାଜୀ ଭାଷାରେ Meclizine, ଏକ ବିକ୍ରୟ ନାମ ବୋନାମିନ/ Bonamine) ଏକ ଆଣ୍ଟିହିସ୍ଟାମିନ (antihistamine) ଔଷଧ ଯାହା ମୋସନ ସିକନେସ (motion sickness) ଓ ମୁଣ୍ଡବୁଲା (feeling like the world is spinning) ରୋଗ ଚିକିତ୍ସା ନିମନ୍ତେ ଦିଆଯାଏ । ଏହା ପାଟିରେ ଦିଆଯାଏ । ଏହାର ପ୍ରଭାବ ଏକ ଘଣ୍ଟା ମଧ୍ୟରେ ଆରମ୍ଭ ହୋଇ ଗୋଟିଏ ଦିନ ରହେ ।ମେକ୍ଲିଜିନର ପାର୍ଶ୍ୱ ପ୍ରତିକ୍ରିୟାରେ ନିଦ୍ରାଳୁ ଓ ଶୁଷ୍କ ପାଟି ହୋଇପାରେ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଆଲର୍ଜିକ ରିଆକସନ (allergic reactions) ହୋଇପାରେ । ଗର୍ଭାବସ୍ଥାରେ ନିରାପଦ ମନେହେଉଥିଲେ ମଧ୍ୟ ଏହାର ଉତ୍ତମ ଅନୁଶୀଳନ ହୋଇନାହିଁ ଓ ସ୍ତନ୍ୟପାନ (breastfeeding) ସମୟରେ ଏହାର ନିରାପତ୍ତା ସ୍ପଷ୍ଟ ହୋଇନାହିଁ । ଆଂଶିକ ଭାବରେ ଏହା ଆଣ୍ଟିକଲିନର୍ଜିକ (anticholinergic) ଓ ଆଣ୍ଟିହିସ୍ଟାମିନ (antihistamine) ଭାବରେ କାମକରେ ।ମେକ୍ଲିଜିନ ସନ ୧୯୫୧ରେ ପେଟେଣ୍ଟ ହେବା ପରେ ସନ ୧୯୫୩ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିନା ପ୍ରେସକ୍ରିପସନରେ ବିକ୍ରୟ ହୁଏ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ଡୋଜର ହୋଲସେଲ ମୂଲ୍ୟ ୦.୦୩ ଆମେରିକୀୟ ଡଲାର । ଅଷ୍ଟ୍ରେଲିଆରେ ଏହା ମିଳେନାହିଁ । ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୨୦୧୬ରେ ଏହାର ୩ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୧୬୨ତମ ସ୍ଥାନରେ ଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
୨୦୧୧ ମସିହାରେ ହେଇଥିବା ICC କ୍ରିକେଟ ବିଶ୍ୱ କପ, ବିଶ୍ୱ କପ ଇତିହାସରେ ୧୦ ମ ବିଶ୍ୱ କପ ଥିଲା । ଏହା ମିଳିତ ଭାବରେ ଭାରତ, ଶ୍ରୀଲଙ୍କା ଓ ବାଂଲାଦେଶରେ ଆୟୋଜିତ ହେଇଥିଲା । ଭାରତ ଏହି ଟୁର୍ଣାମେଣ୍ଟ ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଜିତିଥିଲା । ଏହା ଭାରତର ୧୯୮୩ ପରେ ଜିତିଥିବା ଅନ୍ୟତମ ବିଶ୍ୱ କପ ବିଜୟ । ଏହା ଜିତିବା ପରେ ଭାରତ ନିଜ ଦେଶରେ ଆୟୋଜିତ ହଉଥିବା ବିଶ୍ୱ କପ ଜିତିବାରେ ପ୍ରଥମ ଦେଶ ମଧ୍ୟ ହେଲା । ଏହି ବିଶ୍ୱ କପରେ ଯୁବରାଜ ସିଂହ "man of the tournament ପୁରସ୍କାର ଜିତିଥିଲେ । ପ୍ରଥମ ଥର ପାଇଁ ୨ଟି ଏସିୟ ଦେଶ ବିଶ୍ୱ କପ ଫାଇନାଲ ଖେଳିଥିଲେ ଓ ଅଷ୍ଟ୍ରେଲିଆ ୧୯୯୨ ପରେ ପ୍ରଥମ ଥର ପାଇଁ ଫାଇନାଲକୁ ଯାଇ ନଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ନବରଙ୍ଗପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ନବରଙ୍ଗପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଅର୍ଜୁନ ଚରଣ ସେଠୀ (ଜନ୍ମ: ୧୮ ସେପ୍ଟେମ୍ବର ୧୯୪୧, ବାଲେଶ୍ୱର) ଜଣେ ଭାରତୀୟ ରାଜନେତା ଏବଂ ବର୍ତ୍ତମାନ ବିଜୁ ଜନତା ଦଳର ସଭ୍ୟ । ୧୯୭୧ ମସିହାରେ ସେ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳର ପ୍ରତିନିଧି ଭାବରେ ୫ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୮୦ ମସିହାରେ ୨ୟ ଥର ପାଇଁ କଂଗ୍ରେସ (ଆଇ) ଦଳରୁ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୯୧ ମସିହାରେ ପୁଣିଥରେ ଭଦ୍ରକରୁ ଜନତା ଦଳର ପ୍ରତିନିଧି ଭାବରେ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୯୯୮, ୧୯୯୯, ୨୦୦୪, ୨୦୦୯ ଏବଂ ୨୦୧୪ରେ ନିର୍ବାଚିତ ହୋଇଥିଲେ । ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ସେ ୨୦୦୦ରୁ ୨୦୦୪ ଯାଏଁ ଜଳ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।