ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ମିଳିମିଳା ଟିକା ଏକ ଟିକା ଯାହା ମିଳିମିଳା ରୋଗର ପ୍ରତିଷେଧ ଭାବରେ ଅତି ଉପାଦେୟ ଅଟେ । ନଅ ମାସ ବୟସ ବେଳେ ଗୋଟିଏ ଡୋଜ ଦେଲେ ୮୫ % ପିଲା ଇମ୍ମ୍ୟୁନ ହୋଇଯାଆନ୍ତି ଓ ୧୨ ମାସ ବୟସ ବେଳେ ଆଉ ଏକ ଡୋଜ ଦେବା ପରେ ୯୫% ପିଲା ଇମ୍ମ୍ୟୁନ ହୋଇଯାଆନ୍ତି । ଗୋଟିଏ ଡୋଜ ଟିକା ଦେବାପରେ ଇମ୍ମ୍ୟୁନିଟି ନ ହେବା ପିଲା ଦ୍ୱିତୀୟ ଡୋଜ ପରେ ଇମ୍ମ୍ୟୁନିଟି ପାଇଯାଆନ୍ତି । ଦେଖାଯାଇଛି, ଜନସଂଖ୍ୟାର ୯୩ %ରୁ ଅଧିକ ଲୋକ ଟିକା ନେଲେ ମିଳିମିଳା ଆଉ ହୁଏ ନାହିଁ, କିନ୍ତୁ ଟିକା ଦେବା କମିଗଲେ ଆଉ ଥରେ ସେଠାରେ ରୋଗ ହୁଏ । ଏହି ଟିକାର ପ୍ରଭାବ ବହୁତ ବର୍ଷ ପର୍ଯ୍ୟନ୍ତ ରହେ । ସମୟକ୍ରମେ ଟିକାର ପ୍ରଭାବ କମିଯିବା ନିଶ୍ଚିତ ନୁହେଁ । ମିଳିମିଳା ରୋଗୀ ସଂସ୍ପର୍ଷରେ ଆସିବାର ଦୁଇ ଦିନ ମଧ୍ୟରେ ଟିକା ଦେଲେ ମଧ୍ୟ କାର୍ଯ୍ୟକାରୀ ହୁଏ । ଏହି ଟିକା ବିପଦଶୂନ୍ୟ ଅଟେ ଏପରିକି ଏଚ.ଆଇ.ଭି. ସଂକ୍ରମଣ ଥିଲେ ମଧ୍ୟ । ପାର୍ଶ୍ୱପ୍ରତିକ୍ରିୟା ଅତି ସାଧାରଣ ଓ ସାମାନ୍ୟ । ଟିକା ନେବା ପରେ ସାମାନ୍ୟ ଜ୍ୱର ଓ ଇଞ୍ଜେକ୍ସନ ନେଇଥିବା ସ୍ଥାନରେ କଷ୍ଟ ହୁଏ । ଏକ ଲକ୍ଷ ଲୋକରେ ଜଣକୁ ଆନାଫାଇଲାକ୍ସିସ ହୁଏ । ଗୁଲେନ-ବାରି ସିଣ୍ଡ୍ରୋମ, ଅଟିଜ୍ମ ଓ ପ୍ରଦାହିତ ଖାଦ୍ୟନଳୀ ରୋଗ(inflammatory bowel disease) ବଢ଼ିଯାଏ ନାହିଁ । ଏହି ଟିକା ଏକକ ଭାବରେ ନିଜ ନାମରେ ମିଳେ ତଥା ଅନ୍ୟାନ୍ୟ ଟିକା ସହିତ ମିଶି ମଧ୍ୟ ମିଳେ ଯେପରିକି ଏମ୍.ଏମ୍.ଆର. ଟିକା ଯେଉଁଁଥିରେ ମିଳିମିଳା ଟିକା, ମମ୍ପ୍ସ ଟିକା ଓ ରୁବେଲା ଟିକା ଥାଏ ଓ ଏମ.ଏମ.ଆର.ଭି.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଜଗନ୍ନାଥ ରାଉତ (ଜନ୍ମ: ୧୩ ନଭେମ୍ବର ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୮୦, ୧୯୮୫ ଓ ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗ୍ଲାଇମପିରାଇଡ (ଇଂରାଜୀ ଭାଷାରେ Glimepiride, ଏକ ବ୍ୟବସାୟୀକ ନାମ ଆମାରିଲ/Amaryl) ଏକ ଔଷଧ ଯାହା ମଧୁମେହ ଟାଇପ ୨ ରୋଗର ଚିକିତ୍ସାରେ ଦିଆଯାଏ । ମେଟ୍ଫର୍ମିନ ଅପେକ୍ଷା ଏହା କମ୍ ପସନ୍ଦ କରାଯାଏ । ଏହା ସହିତ ଉପଯୁକ୍ତ ଖାଦ୍ୟ ଓ ବ୍ୟାୟାମର ଉପଦେଶ ଦିଆଯାଏ । ଏହା ପାଟିରେ ଦିଆଯାଏ । ଗ୍ଲାଇମପିରାଇଡର ସର୍ବୋଚ୍ଚ ପ୍ରଭାବ ପ୍ରାୟ ୩ ଘଣ୍ଟାରେ ଆସେ ଓ ଏକ ଦିନ ପର୍ଯ୍ୟନ୍ତ ରହେ । ଗ୍ଲାଇମପିରାଇଡର ସାଧାରଣ ପ୍ରତିକ୍ରିୟାରେ ମୁଣ୍ଡ ବିନ୍ଧା, ଅଇ, ମୁଣ୍ଡ ଓଜନିଆ ଲାଗେ । ପ୍ରତିକ୍ରିୟା ସାଂଘାତିକ ହେଲେ କମ୍ ରକ୍ତ ଶର୍କରା (low blood sugar) ହୋଇଯାଏ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ଦିଆଯାଏ ନାହିଁ । ଅଗ୍ନାଶୟରୁ (pancreas) ଇନସୁଲିନ (ଔଷଧ) କ୍ଷରଣ ପରିମାଣ ଏହା ବୃଦ୍ଧି କରାଏ । ଏହା ଦ୍ୱିତୀୟ ପିଢ଼ିର ସଲଫୋନିଲୁରିଆ (sulfonylurea) ଔଷଧ । ଗ୍ଲାଇମପିରାଇଡ ସନ ୧୯୭୯ରେ ପେଟେଣ୍ଟ ହେବା ପରେ ସନ ୧୯୯୫ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୭ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୨.୧୫ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ୧୨ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୬୧ ତମ ସ୍ଥାନରେ ଥଲା ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଅପସ୍ମାର ବାତ ଗୋଟିଏ ଦୀର୍ଘସ୍ଥାୟୀ ସ୍ନାୟୁ ବ୍ୟତିକ୍ରମ ରୋଗ ଯେଉଁଥିରେ ବାତ ଗୋଟିଏ ପ୍ରମୁଖ ଲକ୍ଷଣ । ଏହା ଏପିଲେପ୍ସି ନାମରେ ମଧ୍ୟ ପରିଚିତ ଯାହା ସଳ୍ପ କାଳୀନ ବା ପ୍ରାୟ ଅଣଚିହ୍ନଟ ହୋଇପାରେ ବା ସେଥିରେ ଦୀର୍ଘ ସମୟ ଧରି ପ୍ରବଳ କମ୍ପନ ହୋଇପାରେ । ଏହା ଫଳରେ ଶାରୀରିକ କ୍ଷତି ଯେପରିକି ଅସ୍ଥି ଭଗ୍ନ ହୋଇପାରେ । ବାତ ବାରମ୍ବାର ହୋଇପାରେ ଓ ଏହାର କୌଣସି ଅନ୍ତର୍ନିହିତ କାରଣ ନ ଥାଏ । କେତେକ ସଂଜ୍ଞା ଅନୁସାରେ ବାତ ବାରମ୍ବାର ଓ ଉତ୍ତେଜନା ବିହୀନ ହେବା ଆବଶ୍ୟକ, ଅନ୍ୟ ମତ ଅନୁସାରେ ଗୋଟିଏ ଥର ବାତ ସହ ମସ୍ତିଷ୍କ କ୍ରିୟା ପରିବର୍ତ୍ତନ ଓ ଭବିଷ୍ୟତ ବାତ ସମ୍ଭାବନା ଅଧିକ ଥାଏ ବିଷକ୍ରିୟା ଯୋଗୁ ଉତ୍ପନ୍ନ ହେଉଥିବା ବାତକୁ ଅପସ୍ମାର ଶ୍ରେଣୀରେ ନିଆଯାଏ ନାହିଁ । ପୃଥିବୀର କେତେକ ଅଞ୍ଚଳରେ ଏହାକୁ ସାମାଜିକ କଳଙ୍କ (stigma) କୁହାଯାଏ ।ଅଧିକାଂଶ ଅପସ୍ମାର ରୋଗର କାରଣ ଅଜଣା ଥିଲେ ମଧ୍ୟ କେତେକ କାରଣ ଯଥା ମସ୍ତିଷ୍କ ଆଘାତ, ସ୍ଟ୍ରୋକ, ମସ୍କିଷ୍କ ଅର୍ବୁଦ, ଔଷଧ, ଜନ୍ମଗତ ତୃଟି ଓ ମାତ୍ରାଧିକ ମଦ୍ୟପାନ ଉଲ୍ଲେଖ ଯୋଗ୍ୟ । ପରିଚିତ ଜେନେଟିକ ମ୍ୟୁଟେସନ ଯୋଗୁ କେତେକ ଅପସ୍ମାର ହୁଏ ।. ଏହି ରୋଗ ମସ୍ତିଷ୍କରେ ଅସାଧାରଣ ଓ ଅତ୍ୟଧିକ ସ୍ନାୟୁ ଉତ୍ତେଜନା ହେବା ଯୋଗୁ ଦେଖାଯାଏ । ସମଲକ୍ଷଣ ବିଶିଷ୍ଟ ରୋଗ ଯଥା ଅଚେତା, ଆଲକୋହୋଲ ଉଇଥଡ୍ରୟାଲ ବା ଇଲେକ୍ଟ୍ରୋଲାଇଟ ସମସ୍ୟାର ଉପସ୍ଥିତି ନିମନ୍ତେ ପରୀକ୍ଷା କରି ଦୂର କରାଯାଏ । ଆଂଶିକ ଭାବରେ ଏହା ମସ୍ତିଷ୍କ ଇମେଜିଙ୍ଗ ରକ୍ତ ପରୀକ୍ଷା କରି ଚିହ୍ନଟ କରାଯାଏ । ଏହି ରୋଗ ଇଲେକ୍ଟ୍ରୋଏନସେଫାଲୋଗ୍ରାମ (ଇଇଜି) କରି ନିଧାର୍ଯ୍ୟ କରାଯାଏ କିନ୍ତୁ ସାଧାରଣ ପରୀକ୍ଷାଦ୍ୱାରା ଏହାର ଅନୁପସ୍ଥିତି ଜଣାଯାଏ ନାହିଁ ।ଜଣାଶୁଣା କାରଣରୁ ହେଉଥିବା ଅପସ୍ମାର ପ୍ରତିରୋଧ କରିହୁଏ । ପ୍ରାୟ ୭୦% କେଶ୍ରେ ଔଷଧଦ୍ୱାରା ବାତ ନିୟନ୍ତ୍ରଣ କରିହୁଏ । ଶସ୍ତା ଔଷଧ ମଧ୍ୟ ଉପଲବ୍ଧ ଅଛି । ଔଷଧ କାମ ନ କଲେ ଅପରେଶନ, ନିଉରୋସ୍ଟିମୁଲେସନ, ବା ଖାଦ୍ୟ ପରିବର୍ତ୍ତନ କରାଯାଏ । ସବୁ ଅପସ୍ମାର ଜୀବନବ୍ୟାପୀ ନୁହେଁ; କେତେକ ରୋଗୀ ଏତେ ଉନ୍ନତି କରନ୍ତି ଯେ ତାଙ୍କର ଆଉ ଔଷଧ ଆବଶ୍ୟକ ହୁଏ ନାହିଁ ।ସନ ୨୦୧୩ ସୁଦ୍ଧା ପୃଥିବୀରେ ପ୍ରାୟ ୨୨ନିୟୁତ ଅପସ୍ମାର ରୋଗୀ ଥିଲେ । ପ୍ରାୟ ୮୦ % ରୋଗୀ ବିକାଶଶୀଳ ରାଷ୍ଟ୍ରମାନଙ୍କରେ ଦେଖାଯାଆନ୍ତି । ସନ ୧୯୯୦ରେ ଏହା ଯୋଗୁ ୧୧୨,୦୦୦ ମୃତ୍ୟୁ ହୋଇଥିଲା ବେଳେ ସନ ୨୦୧୩ରେ ୧୧୬,୦୦୦ ମୃତ୍ୟୁ ହୋଇଥିଲେ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ଏହି ରୋଗ ହେବା ସମ୍ଭାବନା ବଢ଼େ । ଶିଶୁ ଓ ବୟସ୍କ ଲୋକଙ୍କଠାରେ ଏହି ରୋଗ ନୂଆ ଭାବରେ ଦେଖାଯାଏ । > ବିକାଶଶୀଳ ଦେଶମାନଙ୍କରେ ବଡ଼ ପିଲା ଓ ଯୁବ ବୟଃପ୍ରାପ୍ତ ଲୋକଙ୍କର ଅନ୍ତର୍ନିହିତ କାରଣମାନଙ୍କ ଯୋଗୁ ଅଧିକ ଅପସ୍ମାର ହୁଏ । ପ୍ରାୟ ୫–୧୦% ଲୋକଙ୍କର ୮୦ ବର୍ଷ ବୟସ ବେଳକୁ ଅଣଉତ୍ତେଜିତ ବାତ ହୁଏ, ଓ ଦ୍ୱିତୀୟ ବାତ ସମ୍ଭାବନା ପ୍ରାୟ ୪୦ରୁ ୫୦% ଥାଏ । ପୃଥିବୀର ଅନେକ ସ୍ଥାନରେ ଡ୍ରାଇଭ କରିବାକୁ ସୀମିତ କରାଯାଏ ବା ଭଲ ହେବା ପର୍ଯ୍ୟନ୍ତ ଆଦୌ ଅନୁମତି ଦିଆଯାଏ ନାହିଁ । ଏପିଲେପ୍ସି ଶବ୍ଦର ଅର୍ଥ ପ୍ରାଚୀନ ଗ୍ରୀକ: ἐεπιλαμβάνειν "ଭାଷାରେ ଅଭିଗ୍ରହଣ କରିବା, ଆୟତ କରିବା ବା ଆକ୍ରାନ୍ତ କରିବା".
ଲିଓନାର୍ଡୋ ଦା ଭିନ୍ସି (Leonardo di ser Piero da Vinci: Italian pronunciation: [leoˈnardo da vˈvintʃi] pronunciation (help•info); 15 April 1452 – 2 May 1519, Old Style) ଜଣେ ଇତାଲିୟ ବ୍ୟକ୍ତି ଥିଲେ ଓ ଏକା ଧାରରେ ଜଣେ ଚିତ୍ରକର, ସ୍ଥପତି, ଆର୍କିଟେକ୍ଟ, ସଙ୍ଗୀତଜ୍ଞ, ଗଣିତଜ୍ଞ, ଯନ୍ତ୍ରୀ (ଇଞ୍ଜିନିଅର), ଉଦ୍ଭାବକ, ଶରୀର ଗଠନ ବିଶେଷଜ୍ଞ (ଆନାଟମିଷ୍ଟ), ଭୂତତ୍ତ୍ୱବିଦ (ଜେଓଲୋଜିଷ୍ଟ), କାର୍ଟୋଗ୍ରାଫର, ଉଭିଦବିଜ୍ଞାନୀ ଓ ଲେଖକ ଥିଲେ । ସେ ଅତ୍ୟଧିକ କୌତୁହଳି ଓ ଅନୁସନ୍ଧିତ୍ସୁ ଥିଲେ । ତାଙ୍କୁ ରେନାସାଁ ମଣିଷ ବା ଅତୃପ୍ତ କୌତୁହଳି ଓ ଅତ୍ୟଧିକ ଉଦ୍ଭାବନୀ ଚିନ୍ତାଧାରା ସମ୍ପର୍ଣ୍ଣ କୁହାଯାଉଥିଲା । ତାଙ୍କୁ ସର୍ବକାଳୀନ ଶ୍ରେଷ୍ଠ ଚିତ୍ରକର ଓ ବିବିଧ କଳାସମ୍ପର୍ଣ୍ଣ ମଣିଷ କୁହାଯାଏ । ଐତିହାସିକ ହେଲେନ ଗାର୍ଡନରଙ୍କ ମତରେ ତାଙ୍କ ଭଳି ଅନୁସନ୍ଧାନ ଆଗ୍ରହୀ ସଂସାରରେ ଅଦ୍ୱିତୀୟ ଓ ଅବିଦିତ । ତାଙ୍କର ମନ personality ସେ ଅତିମାନବୀୟ ଥିଲେ ତଥା ସେ ନିଜେ mysterious ଓ remote ଥିଲେ । ମାର୍କୋ ରୋଷୀ ମତରେ ଲିୟନାର୍ଡୋଙ୍କ ବିଷୟରେ ବହୁତ ଜିଜ୍ଞାସା ଥିଲେ ମଧ୍ୟ ସେ ତତ୍ତ୍ୱାନୁମୋଦିତ ଥିଲେ । ତାଙ୍କର ଦୃଷ୍ଟିରେ ସଂସାର ରହସ୍ୟମୟ ନ ହୋଇ ତାତ୍ୱିକ ଥିଲା । ତାଙ୍କର କର୍ମ ପଦ୍ଧତି ସେ ଯୁଗ ନିମନ୍ତେ ଅସାଧାରଣ ଥିଲା।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସମ୍ବଲପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ସମ୍ବଲପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ମିଶ୍ରଧାତୁ (ଇଂରାଜୀ: Alloy; ଆଲଏ') ହେଉଛି ଏକ ବା ଏକାଧିକ ମୌଳିକମାନଙ୍କର ଏକ ମିଶ୍ରଣ ବା କଠିନ ଧାତବ ଦ୍ରବଣ । ଏକ ମିଶ୍ରଧାତୁ ନିମ୍ନୋକ୍ତ ମଧ୍ୟରୁ କୌଣସି ଗୋଟିଏ (କିମ୍ବା ଅଧିକ) ହୋଇଥାଇପାରେ: ମୌଳିକ ଗୁଡ଼ିକର ଏକ କଠିନ ଦ୍ରବଣ (ଗୋଟିଏ ଅବସ୍ଥା), ଧାତବ ଦ୍ରବଣ ଗୁଡ଼ିକର ମିଶ୍ରଣ (ଦୁଇ କିମ୍ବା ତତୋଽଧିକ ଅବସ୍ଥା) ଓ ଅର୍ଦ୍ଧ-ଧାତବ ଦ୍ରବଣର ଯୌଗିକ (ଅବସ୍ଥା ମଧ୍ୟରେ କୌଣସି ସ୍ୱତନ୍ତ୍ର ସୀମା ନଥାଏ) ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ବେଦ ପ୍ରକାଶ ଅଗ୍ରୱାଲ (୧୬ ଜାନୁଆରୀ ୧୯୩୭ - ୨୦ ଅପ୍ରେଲ ୨୦୧୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ବିଜୁ ଜନତା ଦଳ, ଉତ୍କଳ କଂଗ୍ରେସ, ଭାରତୀୟ ଜନତା ପାର୍ଟି, ଜନତା ଦଳ, ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ଏବଂ ବିଭିନ୍ନ ସରକାରରେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୯୭୪, ୧୯୭୭, ୧୯୯୦, ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ପାଟକୁରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ, ୧୦ମ, ୧୨ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନ ପାଇଁ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନ ଲଢ଼ିବାପାଇଁ ପ୍ରାର୍ଥୀ ହୋଇଥିଲେ, ମାତ୍ର ନିର୍ବାଚନ ପୂର୍ବରୁ ୨୦ ଅପ୍ରେଲ ୨୦୧୯ରେ ତାଙ୍କର ମୃତ୍ୟୁ ହୋଇଥିଲା ।