ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଡିଜିଟାଲ ଜୁମ ଏକ ପ୍ରଣାଳୀ ଯାହାଦ୍ୱାରା ଡିଜିଟାଲ ଫୋଟୋ ଉତ୍ତୋଳନ ବା ଭିଡିଓର ଦୃଷ୍ଟିଗତ କୋଣକୁ ପରିବର୍ତନ କରାଯାଇଥାଏ । ଏହାଦ୍ୱାରା ଛବିର ଆକାରକୁ ଛେଦନ ପୂର୍ବକ ସାନ କେନ୍ଦ୍ରିକ ଅଞ୍ଚଳକୁ ମୂଳ ଛବି ଆକାର ପ୍ରଦାନ କରାଯାଇଥାଏ । ଏହା ଏଲେକ୍ଟ୍ରୋନିକ ମାଧ୍ୟମରେ ହଉଥିବାରୁ ଏଥିରେ ଦୃଷ୍ଟିଗତ ଘନତ୍ୱରେ ବୃଦ୍ଧହୀ ହେଇ ନ ଥାଏ । .ଛବିର ଗୁଣବତ୍ତାକୁ ତୁଳନା କରାଗଲା ବେଳକୁ ଡିଜିଟାଲ ଜୁମ ମାଧ୍ୟମରେ ବଡ କରାଯାଇଥିବା ଛବି , ସାଧାରଣ ଛବିକୁ ପରେ ପ୍ରକ୍ରିୟାକରଣଦ୍ୱାରା ବଡ କରାଯାଇଥିବା ଛବି ଅପେକ୍ଷ୍ୟା ଉନ୍ନତତର ଗୁଣବତ୍ତାର ହେଇଥାଏ । କେତେ ପ୍ରକାର କାମେରଦ୍ୱାରା JPEG ଫର୍ମାଟରେ ଛବିକୁ ସଙ୍କୁଚିତ କରାଯାଇପାରୁଥିବା ବେଳେ ଆଉ କେତେକ କାମେରାରେ ଛବିକୁ ଅବିକ୍ଷତ ଭାବରେ ମୂଳ ରୂପରେ ସଂରକ୍ଷିତ କରାଯାଇଥାଏ । ତେବେ ପରେ ପ୍ରକ୍ରିୟାକରଣ ସମୟରେ ଛବିକୁ ବଡ ଆକାର କଳା ବେଳେ ଡିଜିଟାଲ ଜୁମରେ ଉଠାଯାଇଥିବା ଛବି ବେସୀ ଉନ୍ନତ ମାନର ହେଇଥାଏ , କାରଣ କାମେର ଛବି ଉତ୍ତୋଳନ ବେଳେ ଏହାର ଟିକିନିଖି ବିବରଣୀକୁ intarpolationଦ୍ୱାରା ସଞ୍ଚୟ କରିଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଜଗନ୍ନାଥ ରାଉତ (ଜନ୍ମ: ୧୩ ନଭେମ୍ବର ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୮୦, ୧୯୮୫ ଓ ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମିଳିମିଳା ଟିକା ଏକ ଟିକା ଯାହା ମିଳିମିଳା ରୋଗର ପ୍ରତିଷେଧ ଭାବରେ ଅତି ଉପାଦେୟ ଅଟେ । ନଅ ମାସ ବୟସ ବେଳେ ଗୋଟିଏ ଡୋଜ ଦେଲେ ୮୫ % ପିଲା ଇମ୍ମ୍ୟୁନ ହୋଇଯାଆନ୍ତି ଓ ୧୨ ମାସ ବୟସ ବେଳେ ଆଉ ଏକ ଡୋଜ ଦେବା ପରେ ୯୫% ପିଲା ଇମ୍ମ୍ୟୁନ ହୋଇଯାଆନ୍ତି । ଗୋଟିଏ ଡୋଜ ଟିକା ଦେବାପରେ ଇମ୍ମ୍ୟୁନିଟି ନ ହେବା ପିଲା ଦ୍ୱିତୀୟ ଡୋଜ ପରେ ଇମ୍ମ୍ୟୁନିଟି ପାଇଯାଆନ୍ତି । ଦେଖାଯାଇଛି, ଜନସଂଖ୍ୟାର ୯୩ %ରୁ ଅଧିକ ଲୋକ ଟିକା ନେଲେ ମିଳିମିଳା ଆଉ ହୁଏ ନାହିଁ, କିନ୍ତୁ ଟିକା ଦେବା କମିଗଲେ ଆଉ ଥରେ ସେଠାରେ ରୋଗ ହୁଏ । ଏହି ଟିକାର ପ୍ରଭାବ ବହୁତ ବର୍ଷ ପର୍ଯ୍ୟନ୍ତ ରହେ । ସମୟକ୍ରମେ ଟିକାର ପ୍ରଭାବ କମିଯିବା ନିଶ୍ଚିତ ନୁହେଁ । ମିଳିମିଳା ରୋଗୀ ସଂସ୍ପର୍ଷରେ ଆସିବାର ଦୁଇ ଦିନ ମଧ୍ୟରେ ଟିକା ଦେଲେ ମଧ୍ୟ କାର୍ଯ୍ୟକାରୀ ହୁଏ । ଏହି ଟିକା ବିପଦଶୂନ୍ୟ ଅଟେ ଏପରିକି ଏଚ.ଆଇ.ଭି. ସଂକ୍ରମଣ ଥିଲେ ମଧ୍ୟ । ପାର୍ଶ୍ୱପ୍ରତିକ୍ରିୟା ଅତି ସାଧାରଣ ଓ ସାମାନ୍ୟ । ଟିକା ନେବା ପରେ ସାମାନ୍ୟ ଜ୍ୱର ଓ ଇଞ୍ଜେକ୍ସନ ନେଇଥିବା ସ୍ଥାନରେ କଷ୍ଟ ହୁଏ । ଏକ ଲକ୍ଷ ଲୋକରେ ଜଣକୁ ଆନାଫାଇଲାକ୍ସିସ ହୁଏ । ଗୁଲେନ-ବାରି ସିଣ୍ଡ୍ରୋମ, ଅଟିଜ୍ମ ଓ ପ୍ରଦାହିତ ଖାଦ୍ୟନଳୀ ରୋଗ(inflammatory bowel disease) ବଢ଼ିଯାଏ ନାହିଁ । ଏହି ଟିକା ଏକକ ଭାବରେ ନିଜ ନାମରେ ମିଳେ ତଥା ଅନ୍ୟାନ୍ୟ ଟିକା ସହିତ ମିଶି ମଧ୍ୟ ମିଳେ ଯେପରିକି ଏମ୍.ଏମ୍.ଆର. ଟିକା ଯେଉଁଁଥିରେ ମିଳିମିଳା ଟିକା, ମମ୍ପ୍ସ ଟିକା ଓ ରୁବେଲା ଟିକା ଥାଏ ଓ ଏମ.ଏମ.ଆର.ଭି.
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ମାନସ ରଞ୍ଜନ ମଲ୍ଲିକ (୧୮ ଅପ୍ରେଲ ୧୯୫୫ - ୯ ଅକ୍ଟୋବର ୨୦୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ଉପ-ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପରବର୍ତ୍ତୀ ସମୟରେ ୨୦୦୦ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସ୍ୱାଧୀନ ପାର୍ଥୀ ଭାବରେ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ପ୍ରତିବର୍ଷ ଅପ୍ରେଲ ମାସ ୨୨ ତାରିଖକୁ ପୃଥିବୀ ଦିବସ ବା ଆର୍ଥ-ଡ଼େ ଭାବେ ପାଳନ କରାଯାଇଥାଏ । ୧୯୭୦ ମସିହାରେ ପ୍ରଥମେ ଆର୍ଥ-ଡ଼େ ପାଳନ କରାଯାଇଥିଲା । ପରିବେଶବିତ୍ ତଥା ଆମେରିକାର ସିନେଟର ଗେଲର୍ଡ ନେଲସନ ପ୍ରଥମେ ଏହି ଦିବସ ପାଳନ କରିଥିଲେ । ପରେ ୧୯୯୦ ମସିହାରେ ପୃଥିବୀର ୧୪୧ଟି ଦେଶରେ ଏହି ଦିବସ ପାଳନ ହୋଇଥିଲା । ବର୍ତ୍ତମାନ ବିଶ୍ୱର ୧୭୫ଟି ଦେଶରେ ପୃଥିବୀ ଦିବସ ପାଳିତ ହେଉଛି ।
ରାଖାଲ ମହାନ୍ତି (୨୬ ଜୁନ ୧୯୩୨ - ୧୪ ଅପ୍ରେଲ ୨୦୧୯) ଓଡ଼ିଶାର ଜଣେ ସଙ୍ଗୀତ ନିର୍ଦ୍ଦେଶକ ଓ ଗୁରୁ ଥିଲେ । ସେ ଆକାଶବାଣୀ, ଦୂରଦର୍ଶନ, ଆଲବମ ଏବଂ ଓଡ଼ିଆ କଥାଚିତ୍ର କ୍ଷେତ୍ରରେ କାର୍ଯ୍ୟକରିଥିଲେ । ଓଡ଼ିଆ ଚଳଚ୍ଚିତ୍ର ଅକ୍ଷିତୃତୀୟା, ତ୍ରିନାଥ ମେଳା, ଶ୍ରୀକୃଷ୍ଣ ରାସଲୀଳା, ଅମର ପ୍ରେମ, ଘର ସଂସାର ଆଦି ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ନିମନ୍ତେ ସେ ଜଣାଶୁଣା । ସଙ୍ଗୀତ କ୍ଷେତ୍ରରେ ତାଙ୍କର ଅବଦାନ ନିମନ୍ତେ ସେ ୧୯୭୭ରେ ଗୀତ ଗୋବିନ୍ଦ ସମ୍ମାନ ଓ ୨୦୦୨ରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସମ୍ମାନରେ ସମ୍ମାନୀତ ।
ହାଇଡ୍ରୋକ୍ଲୋରଥିଆଜାଇଡ/ଟ୍ରାୟାମଟେରିନ
ହାଇଡ୍ରୋକ୍ଲୋରଥିଆଜାଇଡ/ଟ୍ରାୟାମଟେରିନ (ଇଂରାଜୀ ଭାଷାରେ Hydrochlorothiazide/triamterene, ଅନ୍ୟ ନାମ କୋଟ୍ରାୟାମଟର୍ଜାଇଡ ଏକ ମିଶ୍ରିତ ଔଷଧ ଯେଉଁଥିରେ ହାଇଡ୍ରୋକ୍ଲୋରୋଥିଆଜାଇଡ ଓ ଟ୍ରାୟାନଟେରିନ (triamterene) ଥାଏ । ଉଚ୍ଚ ରକ୍ତଚାପ ଓ ଇଡିମାର (swelling) ଚିକିତ୍ସା ନିମନ୍ତେ ଏହା ଦିଆଯାଇପାରେ । କେବଳ ହାଇଡ୍ରୋକ୍ଲୋରଥିଆଜାଇଡ ବ୍ୟବହାର କରୁଥିବା ଲୋକର ଅଳ୍ପ ରକ୍ତ ପୋଟାସିଅମ (low blood potassium) ହେଲେ ଏହା ଦିଆଯାଇପାରେ । ଏହା ପାଟିରେ ଦିଆଯାଏ ।
ସ୍ନେହସାର (Lipid) ଏକ ଚର୍ବି କିମ୍ବା ତୈଳଜାତୀୟ ପଦାର୍ଥ ଅଟେ । ଏହା ବିବିଧଶ୍ରେଣୀୟ ଯୌଗିକ ଜୈବ ଅଣୁ । ଏହା ଜଳରେ ଅଦ୍ରବଣୀୟ । କିନ୍ତୁ ଇଥର (Ether), ଇଥାନଲ (Ethanol) ଓ ବେଞ୍ଜିନ୍ (Benzene) ଭଳି ଜୈବ ଦ୍ରାବକରେ ଏଗୁଡ଼ିକ ସହଜରେ ଦ୍ରବୀଭୂତ ହୋଇଥାନ୍ତି । ଶ୍ୱେତସାର ପରି ସ୍ନେହସାର ମଧ୍ୟ ଅଙ୍ଗାରକ, ଉଦ୍ଜାନ ଓ ଅମ୍ଳଜାନ ଅଣୁଦ୍ୱାରା ଗଠିତ । କେତେକ ସ୍ନେହସାରରେ ଯବକ୍ଷାରଜାନ, ଗନ୍ଧକ ତଥା ଫସଫରସ୍ ଅଣୁ ସଂଯୋଜିତ ହୋଇ ରହିଥାଏ । ସ୍ନେହସାର ଉଭୟ ଉଦ୍ଭିଦ ଓ ପ୍ରାଣୀ ଶରୀରରେ ଗଚ୍ଛିତ ହୋଇ ରହିଥାଏ । ଏହା କୋଷ ଆବରଣର ଗାଠନିକ ଉପାଦାନ ଅଟେ । ଏହା ବ୍ୟତୀତ ରାଶି, ଚିନାବାଦାମ ଓ ବିଭିନ୍ନ ପ୍ରକାରର ଫଳରେ ଏବଂ ପ୍ରାଣୀମାନଙ୍କର ମେଦତନ୍ତୁ, ଅସ୍ଥିମଜ୍ଜା ଓ ସ୍ନାୟୁତନ୍ତୁରେ ମଧ୍ୟ ସ୍ନେହସାର ଗଚ୍ଛିତ ହୋଇରହିଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ନାରାୟଣ ସାହୁ (ଜନ୍ମ ୨୫ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ଅଧ୍ୟାପକ ଓ ନାଟ୍ୟକାର । ଏଯାବତ ତାଙ୍କର ୨୦ରୁ ଉର୍ଦ୍ଧ ନାଟକ ପ୍ରକାଶିତ ହୋଇସାରିଛି । ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ସେ ଅଧ୍ୟାପନା କରିଛନ୍ତି । ତାଙ୍କର ନାଟକ ଆଶ୍ରା ଖୋଜି ବୁଲୁଥିବା ଇଶ୍ୱର ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଆକାଶବାଣୀ ନାଟ୍ୟକାର ପୁରସ୍କାର, ଝଙ୍କାର ନାଟକ ପୁରସ୍କାର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶାରେ ଗଙ୍ଗବଂଶର ଉତ୍ପତି ଓ ରାଜତ୍ୱ ଅନେକ ରାଜନୈତିକ ଘଟଣାର ସମାହାର ଥିଲା । ସୋମବଂଶର ଶେଷ ରାଜାମାନଙ୍କର ଦୁର୍ବଳ ଶାସନ ଯୋଗୁଁ ଓଡ଼ିଶାରେ ଅରାଜକତ ଓ ରାଜନୈତିକ ଅଧାପତନ ଆରମ୍ଭ ହୋଇଥିଲା । ଗଙ୍ଗବଂଶର ଉତ୍ପତି ଦକ୍ଷିଣାତ୍ୟ କଳିଙ୍ଗ ଦେଶରେ ପ୍ରାୟ ପଞ୍ଚମ ଶତାବ୍ଦୀର ଶେଷ ଭାଗରେ ହୋଇଥିଲା । ତାହା ପୂର୍ବ ଗଙ୍ଗ ବଂଶ ନାମରେ ପରିଚିତ ଥିଲା । ଏହି ବଂଶର ରାଜ ପ୍ରଥମ ଇନ୍ଦ୍ର ବର୍ମନ ପରାକ୍ରମଶାଳୀ ହୋଇ ନିଜକୁ ତ୍ରୀକଳିଙ୍ଗାଧିପତି ଉପାଧିରେ ଭୂଷିତ କରାଇ କଳିଙ୍ଗ ନଗରଠାରେ ରାଜଧାନୀ ସ୍ଥାପନ କରି ନିରବଛିନ୍ନ ଭାବରେ ଶାସନ କରିଥିଲେ । ଏହା ବର୍ତ୍ତମାନର ଆନ୍ଧ୍ରପ୍ରଦେଶ ରାଜ୍ୟର୍ରେ ଅବସ୍ଥିତ ମୁଖଲିଙ୍ଗମ୍ ଅଟେ । ସେଠାରେ ସେହି ପୂର୍ବ ଗଙ୍ଗବଂଶ ରାଜା ମାନେ ରାଜନୈତିକ ଘାତ ପ୍ରତିଘାତ ମଧ୍ୟରେ ଏକାଦଶ ଶତବ୍ଦୀ ପର୍ଯ୍ୟନ୍ତ ରାଜତ୍ୱ କରିଥିଲେ । ଏକାଦଶ ଶତବ୍ଦୀରେ ରାଜ ପଞ୍ଚମ ବଜ୍ରହସ୍ତ କଳିଙ୍ଗ ଇତିହାସକୁ ନୂତନ ମୋଡ ଦେଇଥିଲେ । ତାଙ୍କ ସମୟରେ କଳିଙ୍ଗର ରାଜ୍ୟ ବିସ୍ତାର ଓ ପ୍ରଶାସନିକ ଦୃଢିକରଣ ହୋଇଥିଲା । ତାଙ୍କର ଉତ୍ତରାଧିକାରୀ ରାଜ ରାଜରାଜ ଦେବ ମଧ୍ୟ ଜଣେ ସାମ୍ରାଜ୍ୟବାଦୀ ଶାସକ ଥିଲେ । ସେ ଚୋଳ, ଉତ୍କଳ, କିମିଡ, କୋଶଳ ଆଦି ରାଜମାନଙ୍କୁ ପରାଜିତ କରି ଓ ବୈବାହିକ ସମ୍ପର୍କ ରଖି ଏକ ବିଶାଳ ସାମ୍ରାଜ୍ୟ ଗଢିଥିଲେ । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ସୋମନଂଶୀ ଶାସକମାନଙ୍କର ଦୁର୍ବଳତା ଓ ଅପାରଗତାର ସୁଯୋଗ ନେଇ ଅନନ୍ତ ବର୍ମନ ଚୋଡଗଙ୍ଗ ଦେବ ପ୍ରାୟ ଖ୍ରୀ:ଅ: ୧୦୭୭ ବେଳକୁ ଓଡ଼ିଶାର ଗଙ୍ଗବଂଶର ସାମ୍ରାଜ୍ୟ ପ୍ରତିଷ୍ଠା ଆରମ୍ଭ କରିଥିଲେ । ତେଣୁ ସେ ଓଡ଼ିଶାର ଗଙ୍ଗ ସାମ୍ରାଜ୍ୟର ନିର୍ମାତ ଅଟନ୍ତି । ପୂର୍ବ ଗଙ୍ଗବଂଶର ଦାୟଦଭାବେ ଅନନ୍ତବର୍ମନ ଚୋଡଗଙ୍ଗ ଦେବ ଓଡ଼ିଶାରେ ସାମ୍ରାଜ୍ୟବାଦୀ ଗଙ୍ଗବଂଶର ସ୍ଥାପୟିତା ଥିଲେ । ଖ୍ରୀ:ଅ: ୧୦୭୬ରେ ଅନନ୍ତବର୍ମନ ଚୋଡଗଙ୍ଗ ଦ୍ଦେବଙ୍କ ରାଜତ୍ୱ ଆରମ୍ଭ କାଳଠାରୁ ସାମ୍ରଜ୍ୟବାଦୀ ଗଙ୍ଗବଂଶର ଉତଥାନ ଆରମ୍ଭ ହୋଇ ନରସିଂହ ପ୍ରଥମଙ୍କ ରାଜତ୍ୱ କାଳରେ ଯଥା- ଖ୍ରୀ:ଅ: ୧୨୩୮ରେ ତାହ ଶୀର୍ଷ ସ୍ଥାନକୁ ସ୍ପର୍ଶ କରିଥିଲା । କାଳକ୍ରମେ ଏହି ବଂଶର ଶେଷ ନରପତି ଚତୁର୍ଥ ଭାନୁଦେବଙ୍କ ରାଜତ୍ୱ କାଳରେ ଯଥା ୧୪୩୪ ମସିହା ବେଳକୁ ଏହି ବଂଶର ଅବସାନ ଘଟିଥିଲା । ଗଙ୍ଗ ରାଜତ୍ୱ କଳିଙ୍ଗ ଇତିହାସରେ ଏକ ଗୌରବମୟ ଅଧ୍ୟାୟ ସୃଷ୍ଟି କରିଥିଲା । ଏହି ରାଜବଂଶର ବିଶେଷତ୍ୱ ଏହି ଯେ ମଧ୍ୟଯୁଗ ଭାରତର ଘୋର ଦୁର୍ଦ୍ଦିନ ସମୟରେ ଏହି ବଂଶର ରାଜମାନେ ପରାକ୍ରମଶାଳୀ ହୋଇ ରାଜ୍ୟଜୟ, ହିନ୍ଦୁଧର୍ମ, କଳା, ସ୍ଥାପତ୍ୟର ପୃଷ୍ଠପୋଷକତା କରି ଅସାଧାରଣ କୃତିତ୍ୱର ପରିଚୟ ଦେଇଥିଲେ । ସୁଲତାନ୍ ମାମୁଦଙ୍କ ଭାରତର ଅଧିକାର ସମୟ ଠାରୁ ମହମ୍ମଦ୍ ଘୋରୀଙ୍କ ଭାରତ ଆକ୍ରମଣ ସମୟକାଳ ପର୍ଯ୍ୟନ୍ତ ଓଡ଼ିଶାରେ ଏକ ଶକ୍ତିଶାଳୀ ସ୍ୱଧୀନ ହିନ୍ଦୁ ରାଜ୍ୟ ଅନନ୍ତବର୍ମ ଚୋଡଗଙ୍ଗ ଦେବଙ୍କଦ୍ୱାରା ସ୍ଥାପିତ ହୋଇଥିଲା । ଏହା ଗଙ୍ଗା ଠାରୁ ଗୋଦାବରୀ ପଯ୍ୟନ୍ତ ବିସୃତ ଥିଲା । ଗଙ୍ଗ ରାଜାମାନେ ଦକ୍ଷତାର ସହ ମୁସଲମାନ ମାନଙ୍କ ଆକ୍ରମଣକୁ ପ୍ରତିହତ କରିଥିଲେ । ଉତ୍ତର ଓ ଦକ୍ଷିଣ ଭାରତର ଅନେକ ହିନ୍ଦୁ ସ୍ଥାପତ୍ୟ ଓ ଦେବାଳୟ ଧୂଲିସାତ ହେଉଥିବା ବେଳେ ସେହି ଯୁଗରେ ଓଡ଼ିଶାର ଗଙ୍ଗ ରାଜା ମାନେ ପୃଥିବୀ ପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ଓ କୋଣାର୍କ ମନ୍ଦିର ନିର୍ମାଣ କରିଥିଲେ । ଏହି ସମୟରେ ଓଡ଼ିଶାକୁ ହିନ୍ଦୁଧର୍ମ ଓ ସଂସ୍କୃତିର ଏକ ପ୍ରଧାନ ପୀଠ ରୂପେ ପରିଣତ କରି ଓଡ଼ିଶା ଇତିହାସରେ ଗଙ୍ଗବଂଶ ଏକ ଉଲ୍ଲେଖ ଯୋଗ୍ୟ ସ୍ଥାନ ଅଧିକାର କରିଥିଲା । ବିଭିନ୍ନତା ଓ ବିଭେଦତା ମଧ୍ୟରେ ଏକତା ସ୍ଥାପନ କରି ଓଡ଼ିଶାକୁ ଗୌରବ ବିମଣ୍ଡିତ କରିବା ଗଙ୍ଗବଂଶର ରାଜାମାନଙ୍କର ପାରଦର୍ଶିତା ପ୍ରକଶ କରିଥିଲା ।
ବିନୋଦ ଚନ୍ଦ୍ର ନାୟକ(୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
କେନ୍ଦୁଝର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କେନ୍ଦୁଝର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଓଡ଼ିଶାର ଲୋକ ସଭା ସାଂସଦଙ୍କ ତାଲିକା
ଚଳିତ ପଞ୍ଚଦଶ ଲୋକ ସଭା(୨୦୦୯-୨୦୧୪)ରେ ଓଡ଼ିଶାର ପ୍ରତିନିଧିତ୍ୱ କରୁଥିବା ଲୋକ ସଭା ସାଂସଦଗଣଙ୍କ ତାଲିକା
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।