ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ୱାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଶୈଳେନ ମହାପାତ୍ର (୨୦ ମଇ ୧୯୨୩ - ୨୧ ସେପ୍ଟେମ୍ବର ୧୯୮୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମେମାଣ୍ଟିନ (ଇଂରାଜୀ ଭାଷାରେ Memantine) ଏକ ଔଷଧ ଯାହା ମଧ୍ୟମରୁ ସାଂଘାତିକ ଧରଣର ଆଲଜିମର ରୋଗ ରୋଗର ଚିକିତ୍ସାରେ ଦିଆଯାଏ । ଡୋନେପେଜିଲ ଭଳି ଆସେଟାଇଲକୋଲିନ ଇନହିବିଟର (acetylcholinesterase inhibitors) ଅପେକ୍ଷା ମେମାଣ୍ଟିନ କମ୍ ପସନ୍ଦ କରାଯାଏ । କିଛି ଉପଶମ ହେବା ଲକ୍ଷ କରାଗଲେ ଏହି ଔଷଧ ଚାଲୁ ରଖାଯାଏ । ପାଟିରେ ଏହି ଔଷଧ ଦିଆଯାଏ ।ମେମାଣ୍ଟିନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ବିନ୍ଧା, କୋଷ୍ଠକାଠିନ୍ୟ, ନିଦ୍ରାଳୁ ଭାବ ଓ ମୁଣ୍ଡ ଓଜନିଆ ଲାଗେ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ରକ୍ତ ଜମାଟ, ସାଇକୋସିସ ଏହା ଏନଏମଡିଏ ରିସେପ୍ଟରକୁ (NMDA receptors) ଅବରୋଧ କରି କାର୍ଯ୍ୟକ୍ଷମ ହୁଏ ।ସନ ୨୦୦୩ ରେ ମେମାଣ୍ଟିନ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୧.୬୦ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଡୋଜର ହୋଲସେଲ ମୂଲ୍ୟ ୫.୫୦ ଆମେରିକୀୟ ଡଲାର । ସନ ୨୦୧୬ରେ ଏହାର ୪ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୧୪୭ତମ ସ୍ଥାନରେ ଥଲା ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ମନମୋହନ ସାମଲ (ଜନ୍ମ: ୧୫ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହି ବିଧାନ ସଭାରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ୱ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ୱ ଏବଂ ବସ୍ତୁତ୍ୱ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ରେ ମୃତ୍ୟୁବରଣ କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ୟୁରାଲ ନଦୀ (ଇଂଗ୍ରାଜି: Ural), ୟୁରାଲ ନଦୀ (ଋସୀ: Урал) କିମ୍ବା ଝାୟକ ନଦୀ (ଋସୀ: Жайық) ଋସ ଏବଂ କଜାଖସ୍ତାନରୁ ବୋହୁଥିବା ଏକ ନଦୀ ଅଟେ । ଏହା ୟୁରାଲ ପାହାଡ଼ର ଦକ୍ଷିଣ ଭାଗରେ ଉତ୍ପନ୍ନ ହୋଇଥାଏ ଏବଂ ୧,୫୧୧ କିମିର ଲମ୍ବା ଯାତ୍ରା ପରେ କାସ୍ପିଆନ ସମୁଦ୍ରରେ ମିଳୁଥିଲା । ବୋଲ୍ଗା ନଦୀ ଏବଂ ଡ଼େନ୍ୟୁବ ନଦୀ ପରେ ଏହା ୟୁରୋପର ତୃତୀୟ ସବୁଠାରୁ ଲମ୍ବା ନଦୀ ଅଟେ । କାସ୍ପିଆନ ସମୁଦ୍ର ପାଇଁ ଏହି ବୋଲ୍ଗ ନଦୀ ପରେ ଦ୍ୱିତୀୟ ସବୁଠାରୁ ମୁଖ୍ୟ ଜଳସ୍ରୋତ ଅଟେ, ଏବଂ ଏସିଆର ୧୮ବିଂ ସବୁଠାରୁ ଲମ୍ବା ନଦୀ ଅଟେ । ୟୁରାଲ ନଦୀକୁ ପାରମ୍ପାରିକ ଋପେ ୟୁରୋପ ଏବଂ ଏସିଆ ମହାଦ୍ୱିପ ମଧ୍ୟ ସୀମାର ଅଂଶ ବୋଲି ଜଣାଯାଏ ।
ଗୋପବନ୍ଧୁ ଚୌଧୁରୀ ଜଣେ ସ୍ୱାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦୀ ନେତା ଥିଲେ । ସେ କଟକରେ ୮ ମଇ ୧୮୯୫ ମସିହାରେ ଜନ୍ମଗ୍ରହଣ କରିଥିଲେ । ପିତା ଗୋକୁଳାନନ୍ଦ ଚୌଧୁରୀ କଟକରେ ଓକିଲାତି କରୁଥିଲେ । ଗୋପବନ୍ଧୁ ଯେଉଁ ଘରେ ଜନ୍ମଗ୍ରହଣ କରିଥିଲେ, ସେ ଘର ପରବର୍ତ୍ତୀ ସମୟରେ "ସ୍ୱରାଜ ଆଶ୍ରମରେ" ପରିଣତ ହୋଇଥିଲା । ପୈତୃକ ଗ୍ରାମ ଜଗତସିଂହପୁର ଜିଲ୍ଲାର ଖେରସରେ ଶିକ୍ଷାରମ୍ଭ କରି, ସେ କଟକର ରେଭେନ୍ସା କଲିଜିଏଟ ସ୍କୁଲ ଓ ରେଭେନ୍ସା ମହାବିଦ୍ୟାଳୟ ହୋଇ କଲିକତାର ପ୍ରେସିଡେନ୍ସି କଲେଜରୁ କୃତିତ୍ୱର ସହ ସ୍ନାତକ ଓ ସ୍ନାତକୋତ୍ତର ଉପାଧୀ ହାସଲ କରିଥିଲେ ।କଲିକତାରେ ଆଇନ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରି ୧୯୧୭ ମସିହାରେ କଟକର ଡେପୁଟି ମାଜିଷ୍ଟ୍ରେଟ ରୂପେ ଅବସ୍ଥାପିତ ହୋଇଥିଲେ ।
ମୀନାବଜାର ଏକ ମାସିକ ଓଡ଼ିଆ ଶିଶୁ ପତ୍ରିକା । ଏହା ପ୍ରଜାତନ୍ତ୍ର ପ୍ରଚାର ସମିତି ଆନୁକୁଲ୍ୟରେ ପ୍ରକାଶିତ ହୁଏ । ମହେଶ୍ୱତା ମିଶ୍ର ବର୍ତ୍ତମାନ ଏହି ପତ୍ରିକାଟିର ସମ୍ପାଦକ ଅଛନ୍ତି । ଏଥିରେ ପିଲାଙ୍କ ପାଇଁ ପୂରଣ, ପଶୁ ପକ୍ଷୀ ଆଦି ଛୋଟ ଛୋଟ ଗପ ପ୍ରକାଶ ପାଇଥାଏ । "ଜହୁରି ଭାଇଙ୍କ ଚିଠି", "ରଙ୍ଗ ଦିଅ", "ବିନ୍ଦୁ ଯୋଡ" ଇତ୍ୟାଦି ବିଭାଗ ନିୟମିତ ଭାବେ ବାହାରିଥାଏ । ରାମ ପ୍ରସାଦ ମହାନ୍ତି ଏହି ପତ୍ରିକାର ପ୍ରତିଷ୍ଠାତା ସମ୍ପାଦକ ଥିଲେ ।