ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ପର୍ଶୁରାମ ପାଣିଗ୍ରାହୀ (୧୩ ଅକ୍ଟୋବର ୧୯୩୯ - ୧ ଜୁନ ୨୦୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଜନତା ପାର୍ଟି, ଜନତା ଦଳ ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୮୦, ୧୯୯୦, ୨୦୦୦ ଓ ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୧୦ମ, ୧୨ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସରକାରୀ ବୈଷୟିକ ମହାବିଦ୍ୟାଳୟ, କଳାହାଣ୍ଡି
ସରକାରୀ ବୈଷୟିକ ମହାବିଦ୍ୟାଳୟ, କଳାହାଣ୍ଡି ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟର ଅଙ୍ଗିକୃତ ଏକ ବୈଷୟିକ ମହାବିଦ୍ୟାଳୟ । ଏହି ମହାବିଦ୍ୟାଳୟ ୨୦୦୯ରେ ସ୍ଥାପିତ ହୋଇଥିଲା । ଏଠାରେ ଚାରୋଟି ବିଭାଗରେ ବି.ଟେକ ଓ ଯାନ୍ତ୍ରିକ ବିଭାଗରେ ଏମ.ଟେକରେ ଶିକ୍ଷା କରିବାର ବ୍ୟବସ୍ଥା ଅଛି । ଏମ.ଟେକ ପାଇଁ ୨୦୧୫ ମସିହାରୁ ସ୍ୱୀକୃତି ମିଳିଛି । ଏଠାରେ ୪ଟି ବିଭାଗ ରହିଛି : ଅନ୍ୟ ବିଭାଗମାନ ହେଲା ଭୌତିକ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ, ମାନବତ୍ୱ ଏବଂ ମ୍ୟାନେଜମେଣ୍ଟ । ୧୦୧୫-୧୬ ଶିକ୍ଷା ବର୍ଷରୁ ଏଠାରେ ମେକାନିକାଲ ବିଭାଗରେ ଏମ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଆଦି ଶଙ୍କର (ସଂସ୍କୃତ : आदिशङ्करः) (୭୮୮- ୮୨୦ ଖ୍ରୀଷ୍ଟାବ୍ଦ) ଏକାଧାରରେ ଜଗତର ଅନ୍ୟତମ ଧର୍ମଗୁରୁ, ଦାର୍ଶନିକ, ସମାଜ ସଂସ୍କାରକ ଓ ବେଦାନ୍ତର ମୂଖ୍ୟ ପ୍ରବକ୍ତା । ସେ ଆଦି ଶଙ୍କର ଓ ଶଙ୍କର ଭଗବତ୍ ପାଦ ନାମରେ ମଧ୍ୟ ପରିଚିତ । ଅଦ୍ୱୈତ ବେଦାନ୍ତର ଶେଷ୍ଠ ପ୍ରବକ୍ତା ରୂପରେ ସେ ବିଶ୍ୱର ଦାର୍ଶନିକ ମଣ୍ଡଳୀରେ ସ୍ୱୀକୃତ ଓ ସମାଦୃତ । ସେ ଦଶନାମୀ ସନ୍ୟାସୀ ସମ୍ପ୍ରଦାୟର ପ୍ରତିଷ୍ଠା କରିଥିଲେ । ହିନ୍ଦୁ ଧର୍ମର ପୁନଃ ସ୍ଥାପନା ଏବଂ ସମାଜ ସଂସ୍କାରରେ ତାଙ୍କର ଦାନ ଅତୂଳନୀୟ ସଂସ୍କୃତ ଭାଷାରେ ତାଙ୍କ ରଚନା ସମୂହଦ୍ୱାରା ସେ ଆତ୍ମା ଓ ନିର୍ଗୁଣ ବ୍ରହ୍ମଙ୍କ ଏକତ୍ତ୍ୱ ପ୍ରତିପାଦନ କରିଥିଲେ । ତାଙ୍କ ମତ ସପକ୍ଷରେ ସେ ବେଦାନ୍ତର ପ୍ରସ୍ଥାନ ତ୍ରୟୀ ପ୍ରଧାନ ଉପନିଷଦ ସମୂହ, ବ୍ରହ୍ମସୂତ୍ର ଓ ଭଗବଦ୍ ଗୀତା ଉପରେ ବିସ୍ତୃତ ଭାଷ୍ୟ ରଚନା କରିଥିଲେ । ତାଙ୍କ ରଚନାରେ ଉପନିଷଦ ମାନଙ୍କର ବାଖ୍ୟା କରାଯାଇଛି । ସେ ହିନ୍ଦୁ ଧର୍ମର ଅନ୍ୟତମ ଦର୍ଶନ ମତ ମୀମାଂଶା ବା ପୂର୍ବ ମୀମାଂଶା, ଯାହା ବୈଦିକ କର୍ମକାଣ୍ଡର ପ୍ରୋତ୍ସାହନ କରିଥାଏ, ତାହାର ସମାଲୋଚନା କରିଥିଲେ । ସେ ମଧ୍ୟ ବୈଦିକ ହିନ୍ଦୁ ଧର୍ମ ଓ ବୌଦ୍ଧ ମତ ମଧ୍ୟରେ ଥିବା ପ୍ରଧାନ ବିଭେଦ ଦର୍ଶାଇ ଥିଲେ ।
କର୍ମକ୍ଷେତ୍ରରେ ମହିଳାଙ୍କ ଯୌନ ଉତ୍ପୀଡନ (ନିଷେଧ, ନିବାରଣ ତଥା ପ୍ରତିକାର) ଅଧିନିୟମ, ୨୦୧୩
ମହିଳାମାନଙ୍କୁ ବିଶେଷ ଭାବେ କର୍ମଜୀବୀ ମହିଳାମାନଙ୍କୁ କର୍ମକ୍ଷେତ୍ରରେ ଯୌନ ଉତ୍ପୀଡନରୁ ରକ୍ଷାକରିବା ପାଇଁ ଭାରତ ସରକାରଙ୍କଦ୍ୱାରା ୨୦୧୩ ମସିହାରେ କର୍ମକ୍ଷେତ୍ରରେ ମହିଳାଙ୍କ ଯୌନ ଉତ୍ପୀଡନ (ନିଷେଧ, ନିବାରଣ ତଥା ପ୍ରତିକାର) ଅଧିନିୟମ, ୨୦୧୩ ଅଧିନିୟମିତ କରାଯାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଲାନ୍ସୋପ୍ରାଜୋଲ (ଇଂରାଜୀ ଭାଷାରେ Lansoprazole, ଏକ ବିକ୍ରୟ ନାମ ପ୍ରିଭାସିଡ/ Prevacid) ଏକ ଔଷଧ ଯାହା ଯାହା ପାକସ୍ଥଳୀର ଅମ୍ଳ (stomach acid) କମେଇଦିଏ । ଏହା ପେପଟିକ ଅଲସର ଡିଜିଜ (peptic ulcer disease), ଗାସ୍ଟ୍ରୋଏସୋଫେଜିଆଲ ରିଫ୍ଲକ୍ସ ଡିଜିଜ ଓ ଜୋଲିଞ୍ଜର ଏଲିସନସ ଡିଜିଜ (Zollinger–Ellison syndrome) ରୋଗମାନଙ୍କର ଚିକିତ୍ସାରେ ଦିଆଯାଏ । ଅନ୍ୟାନ୍ୟ ପ୍ରୋଟୋନ ପମ୍ପ ଇନହିବିଟର ବା ପିପିଆଇ (proton pump inhibitors/ PPI) ଔଷଧ ସହ ସମତୁଲ ଭାବରେ କାମ କରେ । ଏହା ପାଟିରେ ଦିଆଯାଏ । ଏହାର ପ୍ରଭାବ କିଛି ଘଣ୍ଟା ମଧ୍ୟରେ ଆରମ୍ଭ ହୋଇ ଦୁଇ ଦିନ ପର୍ଯ୍ୟନ୍ତ ରହେ ।ଲାନ୍ସୋପ୍ରାଜୋଲର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ କୋଷ୍ଠକାଠିନ୍ୟ, ଉଦର ଯନ୍ତ୍ରଣା (abdominal pain) ଓ ଅଇ (nausea) ହୋଇପାରେ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଓଷ୍ଟିଓପୋରୋସିସ, ଅଳ୍ପ ରକ୍ତ ମାଗନେସିଅମ (low blood magnesium), କ୍ଲସ୍ଟ୍ରିଡିଅମ ଡିଫିସିଲ ସଂକ୍ରମଣ (Clostridium difficile infection) ଓ ନିମୋନିଆ ଆଦି ରୋଗ ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହାର ନିରାପତ୍ତା ସନେହ ଜନକ । ପାକସ୍ଥଳୀର ପାରାଏଟାଲ ଜୀବକୋଷରେ (parietal cell) ଥିବା ହାଇଡ୍ରୋଜେନ ପୋଟାସିଅମ ଏଟିପେଜକୁ (H+/K+-ATPase) ଅବରୋଧ କରି ଏହା କାର୍ଯ୍ୟକ୍ଷମ ହୁଏ ।ଲାନ୍ସୋପ୍ରାଜୋଲ ସନ ୧୯୮୪ରେ ପେଟେଣ୍ଟ ହେବା ପରେ ସନ ୧୯୯୨ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୫ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୫.୪୦ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ୪ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୧୪୧ ତମ ସ୍ଥାନରେ ଥଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ମନମୋହନ ସାମଲ (ଜନ୍ମ: ୧୫ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହି ବିଧାନ ସଭାରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଶୈଳେନ ମହାପାତ୍ର (୨୦ ମଇ ୧୯୨୩ - ୨୧ ସେପ୍ଟେମ୍ବର ୧୯୮୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ନଟବର ସାମନ୍ତରାୟ (ଇଂରାଜୀ: Natabar Samantaray, /ˈnɵtɵbɵrɵ saːmɵntɵraːj/) ଜଣେ ଓଡ଼ିଆ ଲେଖକ ଓ ସାହିତ୍ୟ ସମୀକ୍ଷକ ଥିଲେ । ତାଙ୍କର କେତେକ ଜଣାଶୁଣା ସାହିତ୍ୟ-ଐତିହାସିକ ରଚନାବଳୀଗୁଡ଼ିକ ମଧ୍ୟରୁ ଓଡ଼ିଆ ସାହିତ୍ୟର ଇତିହାସ (୧୮୦୩-୧୯୨୦) , ଆଧୁନିକ ଓଡ଼ିଆ ସାହିତ୍ୟର ଭିତ୍ତିଭୂମି, ଏବଂ ବ୍ୟାସକବି ଫକୀରମୋହନ ଆଦି ପ୍ରମୁଖ । ତାଙ୍କ ସମୀକ୍ଷା ଲିଖନସବୁ ଜଣାଶୁଣା ଓଡ଼ିଆ ଲେଖକ ଫକୀରମୋହନ ସେନାପତି ଓ ରାଧାନାଥ ରାୟ ଆଦିଙ୍କ ରଚନା ଉପରେ ପର୍ଯ୍ୟବଶିତ । ତାଙ୍କ ଐତିହାସିକ ଗବେଷଣା ବ୍ରିଟିଶ ଶାସନ କାଳରେ ଉପକୂଳ ଓଡ଼ିଶା ଉପରେ ତାହାର ପ୍ରଭାବକୁ ନେଇ ୧୮୦୩ ମସିହାରୁ ୧୯୨୦ ମସିହା ଭିତରେ ପ୍ରକାଶିତ ପ୍ରମୁଖ ଓଡ଼ିଆ ରଚନାବଳୀ ଏବଂ ତାତ୍କାଳୀକ ଆଧୁନିକ ଓଡ଼ିଆ ସାହିତ୍ୟ ଉପରେ ବ୍ରିଟିଶ ଶାସନର ପ୍ରଭାବର ଏକ ସବିଶେଷ ବିଶ୍ଳେଶଣ ।
ଚୈତ୍ର ପୂର୍ଣ୍ଣିମା (ଚଇତିପୁନେଇଁ ଓ ଚଇତ ପୁନେଇଁ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ଗଣପର୍ବ । ଏହା କେଉଟ ଜାତିର ଲୋକଙ୍କଦ୍ୱାରା ଚୈତ୍ର ମାସ ପୂର୍ଣ୍ଣମୀ ତିଥିରେ (ମାର୍ଚ୍ଚ-ଅପ୍ରେଲ ଭିତରେ) ପାଳିତ ହୋଇଥାଏ । କେଉଟମାନେ ଘୋଡ଼ାର ଏକ ଖୋଳ କରି ସେଥିରେ ପଶି ଘୋଡ଼ା ଚଢ଼ିବାର ଅଭିନୟ କରିଥାନ୍ତି । ଏହା ଚଇତିଘୋଡ଼ା ନାଚ ନାମରେ ଜଣା । ପୂର୍ଣ୍ଣମୀର ପୂର୍ବ ଆଠ ଦିନ ଧରି "ଚଇତି ପର୍ବ" ପାଳନ କରାଯାଏ । ଆଦିବାସୀମାନେ ଏହି ପର୍ବରେ ଦିନ ରାତି ବ୍ୟାପୀ ଭୋଜିଭାତ, ନାଚ, ଶିକାର ଆଦି କରିଥାନ୍ତି । ଘରର ମୁଖ୍ୟ ଏହିଦିନ ପୂର୍ବପୁରୁଷମାନଙ୍କୁ ଶ୍ରାଦ୍ଧ ଦେଇଥାନ୍ତି । ଘରର ପ୍ରତ୍ୟେକ ସଦସ୍ୟ ନୂତନ ବସ୍ତ୍ର ପରିଧାନ ପୂର୍ବକ ଏଥିରେ ଅଂଶଗ୍ରହଣ କରିଥାନ୍ତି । ଏହି ଦିନ ପଶୁବଳି ଦେବା ବିଧି ମଧ୍ୟ କିଛି ସମ୍ପ୍ରଦାୟରେ ରହିଛି । ବର୍ଷର ପ୍ରଥମ ପାଚିଲା ଆମ୍ବ ଲୋକେ ଏଇ ଦିନ ଖାଇଥାନ୍ତି । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦଣ୍ଡ ନାଚ ଓ "ଚଇତିଘୋଡ଼ା ନାଚ" ଅନୁଷ୍ଠିତ ହୋଇଥାଏ । ଏହା ଉଭୟ ଆଦିବାସୀ ଓ ଅଣଆଦିବାସୀମାନେ ପାଳିଥାନ୍ତି ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଜଣ୍ଡିସ୍ ବା କାମଳ (ଇଂରାଜୀ ଭାଷାରେ Jaundice, ଅନ୍ୟ ଇଂରାଜୀ ନାମ icterus) ରୋଗରେ ଚର୍ମ ଓ ଚକ୍ଷୁର ଶ୍ୱେତପଟଳରେ (whites of the eyes) ହଳଦିଆ ବା ଶାଗୁଆ ବର୍ଣ୍ଣକଣା ଜମାହୋଇଯାଏ; ରକ୍ତରେ ଅଧିକ ବିଲିରୁବିନ (high bilirubin levels) ସ୍ତର ରହିବା ଯୋଗୁ ଏହି ପରିବର୍ତ୍ତନ ହୁଏ । ଏହି ରୋଗରେ ସାଧାରଣତଃ ଗଲୁ ହୁଏ । ମଳ (feces) ଫିକା ଓ ପରିସ୍ରା ଗାଢ଼ ଦେଖାଯାଏ । ଅର୍ଦ୍ଧେକ ନବଜାତ ଶିଶୁଙ୍କ ଜନ୍ମର ପ୍ରଥମ ସପ୍ତାହରେ ନବଜାତ କାମଳ (Jaundice in babies) ରୋଗ ହୁଏ କିନ୍ତୁ ଅଧିକାଂଶ କେଶ୍ରେ ଏହା ଏକ ସମସ୍ୟା ନୁହେଁ । ବିଲିରୁବିନ ସ୍ତର ଅତି ଅଧିକ ଓ ବହୁତ ସମୟ ଧରି ରହିଲେ ମସ୍ତିଷ୍କ କ୍ଷତିଗ୍ରସ୍ତ ହୋଇପାରେ ଯାହାକୁ କେର୍ନିକ୍ଟେରସ (kernicterus) କୁହାଯାଏ ।କାମଳର ବିଭିନ୍ନ କାରଣମାନ ଅଣସାଂଘାତିକରୁ ସମ୍ଭାବ୍ୟ ଘାତକ ହୋଇପାରନ୍ତି । ସାଧାରଣତଃ ରକ୍ତର ବିଲିରୁବିନ ସ୍ତର ୧ମିଗ୍ରା (୧୭ମା:ମୋ:)/ଡେ:ଲି:ରୁ କମ୍ ଥାଏ; ଓ ଏହି ସ୍ତର ୨-୩ମିଗ୍ରା/ଡେ:ଲି: (୩୪-୫୧ ମା:ମୋଲ/ଲି)ରୁ ଅଧିକ ହେଲେ ଜଣ୍ଡିସ୍ ହୁଏ । ବିଲିରୁବିନ ଦୁଇ ପ୍ରକାର ଥାଏ; କଞ୍ଜୁଗେଟେଡ (ପ୍ରତ୍ୟକ୍ଷ) ଓ ଅନ୍କଞ୍ଜୁଗେଟେଡ (ପରୋକ୍ଷ) ବିଲିରୁବିନ । ପରିସ୍ରାରେ ବିଲିରୁବିନ ମିଳିଲେ କଞ୍ଜୁଗେଟେଡ ବିଲିରୁବିନ ଥିବା ନିଶ୍ଚିତ ହୋଇଯାଏ । କାମଳ ବ୍ୟତୀତ ଚର୍ମ ହଳଦିଆ କରୁଥିବା ଅନ୍ୟାନ୍ୟ କାରଣ: ବହୁତ ପରିମାଣର କାରୋଟିନ ଜାତୀୟ ଖାଦ୍ୟ (certain foods) ଖାଇ କାରୋଟିନେମିଆ (carotenemia) ହେଲେ ଓ ରିଫାମ୍ପିସିନ ଔଷଧ ଖାଇଲେ ହୁଏ ।ଅଧିକ ଅନକଞ୍ଜୁଗେଟେଡ ବିଲିରୁବିନ ହେବାର କାରଣ: ହେମୋଲାଇଟିକ ଆନିମିଆ (excess red blood cell breakdown), ବିରାଟ ଅଧଃକ୍ଷତ (large bruise), ଗିଲବର୍ଟ୍ସ ସିଣ୍ଡ୍ରୋମ (Gilbert's syndrome), ଅନେକ ଦିନର ଉପବାସ, ନବଜାତ କାମଳ ବା ଥାଇରଏଡ ସମସ୍ୟା (thyroid problems) । ଅଧିକ କଞ୍ଜୁଗେଟେଡ ବିଲିରୁବିନ ହେବାର କାରଣ: ସିରୋସିସ୍ ବା ହେପାଟାଇଟିସ (hepatitis), ସଂକ୍ରମଣ, ଔଷଧ (medication), ଓ ପିତ୍ତନଳୀ ଅବରୋଧ (blockage of the bile duct) । ବିକଶିତ ଦେଶମାନଙ୍କରେ ଏହା ପିତ୍ତନଳୀ ଅବରୋଧ ବା ଔଷଧ ଯୋଗୁ ହେଉଥିବା ବେଳେ ବିକାଶଶୀଳ ଦେଶମାନଙ୍କରେ ଏହା ଭୁତାଣୁ ହେପାଟାଇଟିସ (viral hepatitis), ଲେପ୍ଟୋସ୍ପାଇରୋସିସ (leptospirosis), ସଂକ୍ରମଣ, ସିସ୍ଟୋସୋମିଆସିସ ବା ମ୍ୟାଲେରିଆ ଯୋଗୁ ହୁଏ । ପିତ୍ତାସ୍ମରୀ, କର୍କଟ ରୋଗ, ବା ଅଗ୍ନାଶୟ ପ୍ରଦାହ ଯୋଗୁ ପିତ୍ତନଳୀ ଅବରୋଧ ହୁଏ । ପିତ୍ତନଳୀ ଅବରୋଧ ଚିହ୍ମଟ କରିବା ନିମନ୍ତେ ଅଲଟ୍ରାସାଉଣ୍ଡ (ultrasound) ଭଳି ମେଡିକାଲ ଇମେଜିଙ୍ଗ (Medical imaging) ଉପକାରୀ ହୁଏ ।କାମଳ ରୋଗର ଚିକିତ୍ସା ତାହାର କାରଣ ଉପରେ ନିର୍ଭର କରେ । ପିତ୍ତନଳୀ ଅବରୋଧ ହୋଇଥିଲେ ଅପରେଶନ (surgery) କରାଯାଏ ଅନ୍ୟଥା ମେଡିକାଲ ଚିକିତ୍ସା କରାଯାଏ । କୌଣସି ଔଷଧ ଯୋଗୁ ହେଉଥିଲେ ତାହା ବନ୍ଦ କରାଯାଏ, ସଂକ୍ରାମକ କାରଣ ହୋଇଥିଲେ ଉପଯୁକ୍ତ ଚିକିତ୍ସା କରାଯାଏ । ନବଜାତଙ୍କ ମଧ୍ୟରେ ବୟସ ଓ ଅପରିପକ୍ୱତା (prematurity) ଥିଲେ, ବିଲିରୁବିନ ମାତ୍ରା ୪-୨୧ ମିଗ୍ରା/ଡେ:ଲି (୬୮-୩୬୦ ମାମୋଲ/ଲି)ରୁ ଅଧିକ ଥିଲେ ଫୋଟୋଥେରାପି (phototherapy) ବା ବିନିମୟ ରକ୍ତସଞ୍ଚାର (exchanged transfusion) କରାଯାଏ । ଗଲୁ ହେଉଥିଲେ ପିତ୍ତକୋଷରୁ ପିତ୍ତ ନିସ୍କାଷନ କରାଯାଏ ବା ଉର୍ସୋଡିଓଲ (ursodeoxycholic acid) ଔଷଧ ଦିଆଯାଏ । ଜଣ୍ଡିସ ଶବ୍ଦଟି ଫରାସୀ ଶବ୍ଦ jaunisseରୁ ନିଆଯାଇଛି ଯାହାର ଅର୍ଥ ହଳଦିଆ ରୋଗ ।
ଗୋପୀନାଥ ଦାସ (୧୭ ଜାନୁଆରୀ ୧୯୧୫ - ୧ ସେପ୍ଟେମ୍ବର ୧୯୯୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜହ୍ନ ହେଉଛି ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ଏବଂ ସୌରଜଗତର ପଞ୍ଚମ ବୃହତ ଉପଗ୍ରହ । ଜହ୍ନ ହେଉଛି ଏକମାତ୍ର ଉପଗ୍ରହ ଯେଉଁଥିରେ ମଣିଷର ପାଦ ପଡ଼ିପାରିଛି । ଏବେ ନାସା ବୈଜ୍ଞାନିକମାନେ ପୃଥିବୀ ପରିକ୍ରମା କରୁଥିବା ଏକ ଗ୍ରହାଣୁ ଠାବ କରିଛନ୍ତି। ଏହା ଆକାରରେ ଛୋଟ ଓ ପୃଥିବୀର ବହୁ ଦୂରରେ ଥିବାରୁ ଏହାକୁ ଏକ କ୍ଷୁଦ୍ର ଉପଗ୍ରହ ବୋଲି କୁହା ଯାଇପାରେ। ପୃଥିବୀରୁ ଚନ୍ଦ୍ରର ହାରାହାରି ଦୂରତା ୩୮୪,୪୦୦ କିମି ବା ୧.୨୮ଆଲୋକ-ସେକେଣ୍ଡ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଅବସାଦ(ଇଂରାଜୀ: Depression) ହେଉଛି ମନର ଏକ ପ୍ରକାର ଭାବ ବା ଅବସ୍ଥା ଯେଉଁଥିରେ କିଛି କାମଦାମ କରିବାକୁ ଇଛା ହୁଏନାହିଁ , ମନ ଉଦାସ ରହେ ଇତ୍ୟାଦି ଯାହାକି ଜଣେ ମନୁଷ୍ୟର ଚିନ୍ତାଧାରା, ବ୍ୟବହାର, ପ୍ରବୃତ୍ତି, ଭାବନା ଏବଂ ଭଲ କଥା ଭାବିବା ଆଦିକୁ ପ୍ରଭାବିତ କରିପାରେ । ଗୋଟିଏ ଅବସାଦ ମନ ସାଧାରଣତଃ ନିଜ ଲୋକ କାହାକୁ ହରେଇବାର ଏକ କ୍ଷଣସ୍ଥାୟୀ ପ୍ରତିକ୍ରିୟା ହୋଇଥାଏ । ଆହୁରି କୌଣସି ଔଷଧର ପାର୍ଶ୍ୱ ପ୍ରତିକ୍ରିୟାରେ ବି ହୋଇପାରେ କିମ୍ବା କୌଣସି ଶାରୀରିକ ରୋଗ ଯୋଗୁଁ ମଧ୍ୟ ହୋଇପାରେ । ଗୋଟିଏ ଅବସାଦ ମନ ମଧ୍ୟ କିଛି ମନ ରୋଗ, ପ୍ରମୁଖ ଅବସାଦ ବେମାରୀର ଲକ୍ଷଣ ହୋଇଥାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ସଂସ୍କୃତ ଭାଷାରେ ଲିଖିତ ଅର୍ଥଶାସ୍ତ୍ର ପ୍ରାଚୀନ ଭାରତର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ଏଥିରେ ରାଜ୍ୟ ପରିଚାଳନା, ରାଜନୀତି, ସମରନୀତି ପରି ଅନେକ ଗୁରୁତ୍ତ୍ୱପୂର୍ଣ୍ଣ ବିଷୟ ବର୍ଣ୍ଣିତ ହୋଇଛି । କୌଟିଲ୍ୟ ଏହି ଶାସ୍ତ୍ରର ରଚୟିତା । କୌଟିଲ୍ୟ ବିଷ୍ଣୁଗୁପ୍ତ ଓ ଚାଣକ୍ୟ ନାମରେ ମଧ୍ୟ ପ୍ରସିଦ୍ଧ । କେତେକ ମତାନୁସାରେ ଅନେକ ଶତାବ୍ଦୀ ଧରି ବିଭିନ୍ନ ଶ୍ଳୋକର ସମାହାରରେ ଏହି ଶାସ୍ତ୍ରର ରଚନା ହୋଇଛି ଏବଂ ଏହାର ମୁଖ୍ୟ ଶ୍ରେୟ ଚାଣକ୍ୟଙ୍କୁ ଦିଆଯାଇଛି । ତକ୍ଷଶିଳାର ମହାଜ୍ଞାନୀ ଚାଣକ୍ୟ ସମ୍ରାଟ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କ ଗୁରୁ ଓ ଉପଦେଷ୍ଟା ଥିଲେ । କିନ୍ତୁ କେତେକ ଐତିହାସିକ ଏହି ତଥ୍ୟକୁ ଗ୍ରହଣ କରି ନାହାନ୍ତି।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ତଥ୍ୟ, ଗୁଣାତ୍ମକ ଓ ପରିଣାତ୍ମକ ପରିବର୍ତ୍ତନଶୀଳ ରାଶିମାନଙ୍କର ସଂଗ୍ରହକୁ ବୁଝାଇଥାଏ | ତଥ୍ୟ ଏବଂ ସୂଚନା ଅନେକ ସମୟରେ ପରସ୍ପର ଜାଗାରେ ବ୍ୟବହୃତ ହୋଇଥାନ୍ତି | ତଥ୍ୟ, ସୂଚନା ଓ ଜ୍ଞାନ ହେଉଛି ପରସ୍ପର ସମ୍ବନ୍ଧୀୟ ଅବଧାରଣା | ତଥ୍ୟ ସାଧାରଣତଃ ଯେ କୌଣସି କ୍ଷେତ୍ରରେ ଗବେଷଣା ପାଇଁ ଉପଯୋଗ ହୋଇଥାଏ | ଏହା ବିଭିନ୍ନ ବୈଜ୍ଞାନିକ ସଂସ୍ଥାନ, ଅନୁଷ୍ଠାନ ଓ ବାଣିଜ୍ୟ କ୍ଷେତ୍ର (ବିକ୍ରି ତଥ୍ୟ, ରାଜସ୍ୱ ତଥ୍ୟ ଓ ବିକ୍ରୟ ପାଇଁ ଗଚ୍ଛିତ ଦ୍ରବ୍ୟର ମୂଲ୍ୟ ) ଇତ୍ୟାଦିରୁ ସଂଗ୍ରହ କରାଯାଇଥାଏ | ହ୍ୟାକିଂଦ୍ୱାରା ତଥ୍ୟ ଚୋରିରେ ବିଶ୍ୱରେ ଭାରତ ଦ୍ୱିତୀୟ ସ୍ଥାନରେ ଅଛି । ପ୍ରଥମ ସ୍ଥାନରେ ଯୁକ୍ତରାଷ୍ଟ୍ର ଆମେରିକା ଅଛି ।