ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ତରଙ୍ଗ-କଣିକା ଦ୍ୱୈତବାଦ (ଈଂରାଜୀରେ Wave–particle duality) ପ୍ରମାତ୍ର ବିଜ୍ଞାନର ଏକ ମତବାଦ ଯାହା ଅନୁସାରେ ପ୍ରତ୍ୟେକ କ୍ଷୁଦ୍ର କଣିକାଠାରେ କିଛି ତରଙ୍ଗ ପ୍ରକୃତି ମଧ୍ୟ ରହିଥାଏ । ତେଣୁ ପାରମ୍ପରିକ ପଦାର୍ଥ ବିଜ୍ଞାନରେ ତରଙ୍ଗ ଓ କଣିକା ଭିନ୍ନ ଭିନ୍ନ ବୋଲି ଯେଉଁ ପ୍ରବାଦ ରହିଥିଲା ତାହା ପ୍ରମାତ୍ର ବିଜ୍ଞାନରେ ଏକ ସ୍ୱତନ୍ତ୍ର ମତବାଦ ରୂପେ ପ୍ରକାଶ ପାଇଲା । ଏହି ସମ୍ପର୍କରେ ଆଲବର୍ଟ ଆଇନ୍ଷ୍ଟାଇନ୍ ଲେଖିଥିଲେ :
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଇରାନ (ପର୍ସିଆ)ରେ ମୁଖ୍ୟତଃ ସିଆ ମୁସଲମାନମାନେ ବାସ କରନ୍ତି । ସେଠାରେ ୧୮୫୨ ମସିହାରେ ମିର୍ଜା ହୁସୈନ ଆହି ନାମକ ଜଣେ ୩୫ ବର୍ଷ ବୟସର ଯୁବକ ଜେଲରୁ ଘୋଷଣା କଲେ ଯେ ସେ ହିଁ ହେଉଛନ୍ତି ଈଶ୍ୱରଙ୍କର ଏକ ନୂତନ ଅବତାର । ତା’ପରେ ସେ ନିଜକୁ ବାହାଉଲ୍ଲା ଅର୍ଥାତ୍ ଈଶ୍ୱରଙ୍କ ଯଶସ୍ୱୀ ଅବତାର ବୋଲି ଘୋଷଣା କରିବାରୁ ତାଙ୍କୁ ଇରାନ୍ରୁ ବିତାଡ଼ିତ କରିଦିଆଗଲା । ନିର୍ବାସନ ଓ ବିତାଡ଼ିତ ଜୀବନରେ ମଧ୍ୟ ତାଙ୍କର ଜୀବଦ ଓ ଦର୍ଶନ ପ୍ରତି ଆକୃଷ୍ଟ ହୋଇ ଅନେକ ମୁସଲମାନ, ଖ୍ରୀଷ୍ଟିଆନ ଏବଂ ଇହୁଦି ଲୋକମାନେ ତାଙ୍କର ଆଦର୍ଶକୁ ଅନୁସରଣ କରିବାକୁ ଲାଗିଲେ । ଏହି ପ୍ରକାର ପରିସ୍ଥିତିରୁ ଉନବିଂଶ ଶତାବ୍ଦୀରେ ପୃଥିବୀର କନିଷ୍ଟତମ ଧର୍ମ ବାହାଈ ପନ୍ଥା ବା ଧର୍ମ ସୃଷ୍ଟି ହୋଇ କ୍ରମେ କ୍ରମେ ବିଭିନ୍ନ ଦେଶରେ ପରିବ୍ୟାପ୍ତ ହେବାକୁ ଲାଗିଲା । ତାଙ୍କ ଧର୍ମରେ ଦୁଇଟି ପ୍ରଧାନ ପୁସ୍ତକ ଅଛି । (୧) ସାତୋଟି ଉପତ୍ୟକା (୨) କିତାବ-ଇ-ଅଖତାବ । ବାହାଈମାନେ ସାଧାରଣତଃ ବଡ଼ ଉଦାରଧର୍ମୀ ଏବଂ ମାନବିକତା, ଆଦର୍ଶ ପ୍ରଚାର କରନ୍ତି । ତାଙ୍କର ତତ୍ତ୍ୱ ଏବଂ ଦର୍ଶନ ସଂକ୍ଷେପରେ ଦିଆଯାଇଛି-
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ପଦ୍ମ ଲୋଚନ ପଣ୍ଡା (ଜନ୍ମ: ୧୦ ଅପ୍ରେଲ ୧୯୫୩; ଜନ୍ମସ୍ଥାନ: ଛଉଣ ଗଡ଼ିଆ, ବାଲେଶ୍ୱର) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ତିନି ଥର ଓଡ଼ିଶା ବିଧାନ ସଭାରେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୮୫, ୧୯୯୫ ଓ ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୧ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭଲପାଏ ତତେ ୧୦୦ରୁ ୧୦୦, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ରୱାଲ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରର ସଂଳାପ ଲେଖିଥିଲେ । ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବିକାଶ ଦାସ ଏହି ଚଳଚ୍ଚିତ୍ରଟିରେ ସ୍ୱର ସଂଯୋଜନା କରିଥିଲେ । ଗୀତିକାର ଶ୍ରୀକାନ୍ତ ଗୌତମ ଏହି କଥାଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ନମିତା ଅଗ୍ରୱାଲ, ସୌରିନ ଭଟ୍ଟ, ବାବୁଶାନ୍ ଆଦି କଣ୍ଠଶିଳ୍ପୀମାନେ କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।ଏହି ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ । ବାବୁଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ ଶୀତଲ ପାତ୍ର ଓ ସୂର୍ଯ୍ୟମୟୀ ମହାପାତ୍ର । ସୂର୍ଯ୍ୟମୟୀ ସାର୍ଥକ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ମୁ ବି ହିରୋଇନ ହେବିରେ ଅଂଶଗ୍ରହଣ କରିଥିଲେ ଏବଂ ବିଜୟୀ ହେବାପରେ ଏହି ଚଳଚ୍ଚିତ୍ରଟିରେ ତାଙ୍କୁ ଅଭିନୟର ସୁଯୋଗ ମିଳିଥିଲା । ହରିହର ମହାପାତ୍ର, ପୃଥିରାଜ, ଅମିତ ପାଣି, ଦେବାଶିଷ ପାତ୍ର ଆଦି କଳାକାରମାନେ ଏହି ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ନାଡୋଲୋଲ (ଇଂରାଜୀ ଭାଷାରେ Nadolol) ଏକ ବିକ୍ରୟ ନାମ କୋରଗାର୍ଡ଼/ Corgard) ଏକ ଔଷଧ ଯାହା ଉଚ୍ଚ ରକ୍ତଚାପ, ଆଞ୍ଜାଇନା ପେକ୍ଟୋରିସ (heart pain) ଓ ଆଟ୍ରିଆଲ ଫିବ୍ରିଲେସନ ରୋଗମାନଙ୍କର ଚିକିତ୍ସାରେ ଦିଆଯାଏ । ପ୍ରତିଷେଧକ ଭାବରେ ଅଧକପାଳି ଓ ସିରୋସିସ୍ ରୋଗରେ ଦିଆଯାଏ । ଏହି ଔଷଧ ପାଟିରେ ଦିଆଯାଏ । ନାଡୋଲୋଲର ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ଓଜନିଆ, ଥକ୍କା ଅନୁଭବ, ଧୀର ହୃଦ୍ଗତି (slow heart rate) ଓ ରେନଡ ସିଣ୍ଡ୍ରୋମ ଇତ୍ୟାଦି ହୋଇପାରେ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ହୃଦ୍ପାତ ଓ ବ୍ରୋଙ୍କୋସ୍ପାଜ୍ମ (bronchospasm) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ କରେଇବା ସମୟରେ ଏହାର ନିରାପତ୍ତା ଅସ୍ପଷ୍ଟ ଅଛି । ଏହା ଏକ ନନ୍-ସିଲେକ୍ଟିଭ ବିଟା ବ୍ଲକର (beta blocker) ଓ ହୃତ୍ପିଣ୍ଡରେ ଥିବା ବିଟା୧-ଆଡ୍ରେନର୍ଜିକ ରିସେପ୍ଟର (β1-adrenergic receptors) ତଥା ରକ୍ତ ନଳୀରେ ଥିବା ବିଟା୨-ଆଡ୍ରେନର୍ଜିକ ରିସେପ୍ଟରମାନଙ୍କୁ (β2-adrenergic receptors) ଅବରୋଧ କରି କାର୍ଯ୍ୟକ୍ଷମ ହୁଏ ।ନାଡୋଲୋଲ ସନ ୧୯୭୦ରେ ପେଟେଣ୍ଟ ହେବା ପରେ ସନ ୧୯୭୮ ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୬ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୫୨ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ଏକ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୮୩ତମ ସ୍ଥାନରେ ଥଲା ।
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପର୍ଶୁରାମ ପାଣିଗ୍ରାହୀ (୧୩ ଅକ୍ଟୋବର ୧୯୩୯ - ୧ ଜୁନ ୨୦୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଜନତା ପାର୍ଟି, ଜନତା ଦଳ ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୮୦, ୧୯୯୦, ୨୦୦୦ ଓ ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୧୦ମ, ୧୨ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ୱିଲିଅମ୍ ସେକ୍ସପିଅର ଜଣେ ଇଂରେଜ କବି, ନାଟ୍ୟକାର ଓ ଅଭିନେତା ଥିଲେ । ଇଂରାଜୀ ଭାଷାର ଶ୍ରେଷ୍ଠତମ ଲେଖକ ଭାବେ ସେ ପରିଗଣିତ । "ବାର୍ଡ୍ ଅଫ୍ ଏଭୋନ୍" (ଏଭୋନର ଗୀତି କବି) ନାମରେ ପ୍ରସିଦ୍ଧ ଏହି ମହାକବିଙ୍କୁ ଇଂଲଣ୍ଡର ଜାତୀୟ କବି ବୋଲି ମଧ୍ୟ ଗ୍ରହଣ କରାଯାଏ । ତାଙ୍କ ରଚନା ସବୁ ମଧ୍ୟରେ ୩୮ଟି ନାଟକ, ୧୫୪ ସନେଟ, ଦୁଇଟି ଦୀର୍ଘ କବିତା ଓ କେତୋଟି କ୍ଷୁଦ୍ର ଧାଡି କବିତା ଅନ୍ତର୍ଭୁକ୍ତ । ତାଙ୍କ ନାଟକ ସବୁ ଅନେକ ଭାଷାରେ ଅନୂଦିତ ହୋଇଛି ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ୱାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର,ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ୱାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ୱପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ୱ ପ୍ରଯୁକ୍ତିରେ ନିର୍ମିତ ଦ୍ୱିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ୱର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା ।ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢି ରଖିଦେଲି କିଏ ପଚାରିବ ମୂଲ !
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କଦ୍ୱାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
କ୍ରିଷ୍ଣା- ଷ୍ଟୋରୀ ଅଫ୍ ଏ ଡ୍ୟାନ୍ସର୍
କ୍ରିଷ୍ଣା- ଷ୍ଟୋରୀ ଅଫ୍ ଏ ଡ୍ୟାନ୍ସର୍, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ କ୍ରିଷ୍ଣା ରେଡ୍ଡୀ । ଇଣ୍ଡିଆଜ୍ ଗଟ୍ ଟ୍ୟାଲେଣ୍ଟର ପ୍ରଥମ ସଂସ୍କରଣରେ ବିଜୟୀ ହୋଇଥିବା ଓଡ଼ିଶାର ନୃତ୍ୟଶିଳ୍ପୀ ସଂଘ ପ୍ରିନ୍ ଡ୍ୟାନ୍ସ ଗ୍ରୁପର ସଂଘର୍ଷମୟ କାହାଣୀ ଉପରେ ପର୍ଯ୍ୟବେଷିତ ଏହି ଚଳଚ୍ଚିତ୍ରଟି । ଦିନ ମଜୁରିଆରୁ ଦେଶର ସର୍ବୋତ୍ତମ ନୃତ୍ୟଶିଳ୍ପୀ ପାଲଟିଥିବା ପ୍ରିନ୍ସ୍ ଡ୍ୟାନ୍ସ୍ ଗ୍ରୁପ୍ର ମୁଖ୍ୟ କ୍ରିଷ୍ଣାଙ୍କ ସଂଘର୍ଷ ଓ ସଫଳତାର କାହାଣୀକୁ ନେଇ ଏହି ଚଳଚ୍ଚିତ୍ର ‘କ୍ରିଷ୍ଣା, ଷ୍ଟୋରୀ ଅଫ୍ ଏ ଡ୍ୟାନ୍ସର’ ନିର୍ମାଣ କରାଯାଇଛି । ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍ର ନୃତ୍ୟ ଶିକ୍ଷକ କ୍ରିଷ୍ଣା ରେଡ୍ଡୀ ଏହି ଚଳଚ୍ଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଚଳଚ୍ଚିତ୍ରଟିର ସଂଳାପ କ୍ରିଷ୍ଣାଙ୍କ ସହ ଚନ୍ଦନ କୁମାର ରଚନା କରିଥିଲେ । କ୍ରିଷ୍ଣା ଏବଂ ସାଇ ଲଖଣ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।ଏହି କଥାଚିତ୍ରଟିରେ ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍ର ସମସ୍ତ କଳାକର ସମେତ କିଛି ବାହାର କଳାକାର ମଧ୍ୟ ଅଭିନୟ କରିଥିଲେ । ମୁଖ୍ୟ ଭୂମିକାରେ କ୍ରିଷ୍ଣା ଅଭିନୟ କରିଥିଲେ ଏବଂ ନାୟିକା ଭୂମିକାରେ ସୂର୍ଯ୍ୟମୟୀ ଅଭିନୟ କରିଥିଲେ । ସୂର୍ଯ୍ୟମୟୀ ପ୍ରଥମେ ଏହି ଡ୍ୟାନ୍ସ ଗ୍ରୁପ୍ର ଜଣେ ସଦସ୍ୟା ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ପରେ ସେ ଅଭିନୟ ଜଗତରେ ପ୍ରବେଶ କରିଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଆ ସମାଜିକ ଚାଲିଚଳଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିସୃତ ଲୋକ କଥା ଯାହା ଋଢୀ, ପଦ, କାବ୍ୟାଂଶ, ଲୋକଗୀତର ଅଂଶବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ଋଢୀ ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ । ଅନ୍ୟ ଭାଷା ଭଳି ଓଡ଼ିଆ ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜନ ଫିଜ୍ଗେରାଲ୍ଡ କେନେଡ଼ି ବା ଜ୍ୟାକ୍ କେନେଡ଼ି (୨୯ ମେ, ୧୯୧୭ - ୨୨ ନଭେମ୍ବର ୧୯୬୩) ଜଣେ ଆମେରିକୀୟ ରାଜନେତା (JFK ନାଁରେ ଅଧିକ ପ୍ରସିଦ୍ଧ) । ସେ ଜାନୁଆରୀ ୧୯୬୧ରୁ ନଭେମ୍ବର ୧୯୬୩ରେ ତାଙ୍କ ହତ୍ୟା ଯାଏଁ ଯୁକ୍ତରାଷ୍ଟ୍ର ଆମେରିକାର ୩୫ତମ ରାଷ୍ଟ୍ରପତିର ଦାୟିତ୍ୱ ବହନ କରିଥିଲେ । ତାଙ୍କ ଶାସନ କାଳରେ ବିଶ୍ୱ ରାଜନୀତିର ଅନେକ ପ୍ରମୁଖ ଓ ଐତିହାସିକ ଘଟଣା ଘଟିଯାଇଥିଲା ଯଥା: ପରମାଣୁ ପରୀକ୍ଷଣ ପ୍ରତିବନ୍ଧ ସନ୍ଧି (Nuclear Test Ban Treaty), ପିସ୍ କର୍ପର ପ୍ରତିଷ୍ଠା, ମହାକାଶ ଯାତ୍ରା ଲାଗି ପ୍ରତିଯୋଗିତା, ବର୍ଲିନ ପ୍ରାଚୀର ନିର୍ମାଣ, କୃଷ୍ଣକାୟଙ୍କ ନାଗରିକ ଅଧିକାର ଆନ୍ଦୋଳନ ଓ ଭିଏତନାମ ଯୁଦ୍ଧରେ ଆମେରିକାର ପୂର୍ଣ୍ଣ ଯୋଗଦାନ ଆଦି ।
ସ୍ୱତଃ ଗର୍ଭପାତ, (en|ଇଂରାଜୀରେ Miscarriage, ବା spontaneous abortion ବା pregnancy loss), କୁହାଯାଏ ଯେତେବେଳେ ଗର୍ଭସ୍ଥ ଭୃଣର/ଫିଟସର ନିଜସ୍ୱ ଜୀବନ ନିର୍ବାହ ଶକ୍ତି ପାଇବା ପୂର୍ବରୁ ପ୍ରାକୃତିକ ମୃତ୍ୟୁ ହୁଏ । ଗର୍ଭ ୨୦ ସପ୍ତାହ ହେବା ପର୍ଯ୍ୟନ୍ତ ଏହି ମୃତ୍ୟୁ ହେଲେ ସ୍ୱତଃ ଗର୍ଭପାତ ଓ ଏହା ପରେ ହେଲେ ସ୍ଟିଲ ବାର୍ଥ କୁହାଯାଏ । ଯୋନୀପଥରୁ ରକ୍ତସ୍ରାବ ଏହାର ମୂଖ୍ୟ ଲକ୍ଷଣ । ଏହା ଯନ୍ତ୍ରଣାଦାୟକ ହୋଇପାରେ ବା ନ ହୋଇପାରେ । ଯୋନୀପଥରୁ ମୁଣ୍ଡାରକ୍ତ ଓ ତନ୍ତୁ ନିର୍ଗତ ହୁଏ । ବିଷାଦ, ଉତ୍କଣ୍ଠା ଓ ଅପରାଧୀ ଭଳି ଭାବନା ହୋଇପାରେ । ସ୍ୱତଃ ଗର୍ଭପାତ କେତେକ ସଙ୍କଟଦାୟକ ଅବସ୍ଥା ଥିଲେ ହୁଏ ଯଥା :- ବୟସ୍କ ପିତାମାତା, ପୂର୍ବ ସ୍ୱତଃ ଗର୍ଭପାତ ଇତିହାସ, ଧୁମ୍ରପାନ, ମୋଟାପଣ, ଡାଏବେଟିସ ଓ ନିଶା ସେବନ ତଥା ମଦ୍ୟପାନ । ୩୫ ବର୍ଷ ପୂର୍ବରୁ ସ୍ୱତଃ ଗର୍ଭପାତ ସଙ୍କଟ ୧୦ %, ୪୦ ବର୍ଷ ବୟସ ପରେ ଏହା ୪୫ % ହୁଏ । ବୟସ ୩୦ ପରେ ସଙ୍କଟ ବଢ଼ିଯାଏ । ପ୍ରଥମ ତ୍ରୈମାସିକରେ ୮୦ % ସ୍ୱତଃ ଗର୍ଭପାତ ହୁଏ । ଏହାର ଅନ୍ତର୍ନିହିତ କାରଣ ମଧ୍ୟରେ ଅସ୍ୱାଭାବିକ କ୍ରୋମୋଜୋମ ସଂପୃକ୍ତ ଥାଏ । ସମାନ ଲକ୍ଷଣ ଥିବା ଅନ୍ୟ ରୋଗମାନଙ୍କ ନାମ ଏକ୍ଟୋପିକ ପ୍ରେଗନାନସି ଓ ଇମ୍ପ୍ଲାଣ୍ଟେସନ ବ୍ଲିଡିଙ୍ଗ । ଜରାୟୁ ମୁଖ ଖୋଲା ବା ବନ୍ଦ ଅଛି, ରକ୍ତରେ ହ୍ୟୁମାନ କୋରିଓନିକ ଗୋନାଡ଼ୋଟ୍ରଫିନ (ଏଚସିଜି) ଉପସ୍ଥିତି ଓ ଅଲଟ୍ରାସାଉଣ୍ଡ ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ଉତ୍ତମ ପ୍ରିନାଟାଲ ଯତ୍ନ ସ୍ୱତଃ ଗର୍ଭପାତର ପ୍ରତିଷେଧ କାମ କରେ । ନିଶା ଦ୍ରବ୍ୟ ଓ ମଦ୍ୟ ପରିତ୍ୟାଗ, ସଂକ୍ରମଣ ନ ହେବା ନିମନ୍ତେ ଯତ୍ନ ଓ ରାଡିଏସନଠାରୁ ଦୂରରେ ରହିଲେ ପ୍ରତିଷେଧ କାମ କରେ । କୌଣସି ନିଧାର୍ଯ୍ୟ ଚିକିତ୍ସା ପ୍ରଥମ ୭ରୁ ୧୪ ଦିନ ମଧ୍ୟରେ ଆବଶ୍ୟକ ହୁଏ ନାହିଁ । ଅଧିକାଂଶ ମହିଳା ବିନା ଚିକିତ୍ସାରେ ରହନ୍ତି । ବେଳେ ବେଳେ ମିସୋପ୍ରୋସ୍ଟୋଲ ଔଷଧ ଦିଆଯାଏ ଓ ଜରାୟୁରେ ରହିଯାଇଥିବା ପଦାର୍ଥ ଡାଇଲାଟେସନ ଓ କ୍ୟୁରେଟେଜ (ଡିସି) ଅପରେଶନ କରି ବାହାର କରିଦିଆଯାଏ । ଆର ଏଚ ନେଗେଟିଭ ଥିବା ମହିଳା [[ଆର ଏଚ ଓ (ଡି) ଇମ୍ମ୍ୟନଗ୍ଲୋବ୍ୟୁଲିନ}} ଆବଶ୍ୟକ କରନ୍ତି । ଯନ୍ତ୍ରଣାଦୂରକାରୀ ଔଷଧ ଓ ସହାନୁଭୁତି ଉପକାରୀ ସାବ୍ୟସ୍ତ ହୁଏ । ପ୍ରାକ୍ ଗର୍ଭାବସ୍ଥାର ସର୍ବାଧିକ ଜଟିଳ ସମସ୍ୟା ହେଉଛି ସ୍ୱତଃ ଗର୍ଭପାତ । ନିଜର ଗର୍ଭ ଥିବା ଜାଣିଥିବା ମହିଳାଙ୍କର ସ୍ୱତଃ ଗର୍ଭପାତ ହାର ୧୦ %ରୁ ୨୦ % ଓ ସମସ୍ତ ଗର୍ଭିଣି ମହିଳାଙ୍କର ଏହି ହାର ୩୦ %ରୁ ୫୦ % । ପ୍ରାୟ ୫ % ମହିଳାଙ୍କର କ୍ରମାନ୍ୱୟରେ ଦୁଇଟି ସ୍ୱତଃ ଗର୍ଭପାତ ହୁଏ ।
ଆଶିକ୍, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ପ୍ରମୋଦ କୁମାର ସ୍ୱାଇଁ ଏବଂ ସୁଧାକର ବସନ୍ତ । ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ ସୁଧାକର ବସନ୍ତ ଏବଂ ସଂଳାପ ଡଃ ରଜନୀ ରଞ୍ଜନ ଲେଖିଥିଲେ । କଥାଚିତ୍ରଟିର ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦେଇଥିଲେ ସୁଧାକର ବସନ୍ତ । ଅଭିଜିତ ମଜୁମଦାର ଏହି କଥାଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ଡଃ ନିର୍ମଳ ନାୟକ ଏବଂ ନିଜାମ୍ ଏହି କଥାଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି କରେ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା: