ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଉଗାଡ଼ି (Ugādi, Samvatsarādi, Yugadi) ଭାରତରେ ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ ଏବଂ ତେଲେଙ୍ଗାନା ରାଜ୍ୟର ହିନ୍ଦୁ ମାନଙ୍କ ପାଇଁ ନୂଆବର୍ଷ ଅଟେ । ଚୈତ୍ର ମାସ, ହିନ୍ଦୁ ଲିନିସୋଲର କ୍ୟାଲେଣ୍ଡରର ପ୍ରଥମ ଦିନରେ ଏହି କ୍ଷେତ୍ର ମାନଙ୍କରେ ଉତ୍ସବ ପୂର୍ବକ ପାଳନ କରାଯାଏ ।ଏହା ସାଧାରଣତଃ ଗ୍ରେଗୋରୀୟନ କ୍ୟାଲେଣ୍ଡରର ମାର୍ଚ୍ଚ କିମ୍ବା ଏପ୍ରିଲ ମାସରେ ପଡିଥାଏ ।ଏହିଦିନରେ "କଲାମ" (କନ୍ନଡ଼: ରଙ୍ଗୋଲି) ନାମକ ଚଟାଣରେ ରଙ୍ଗୀନ ଚିତ୍ର (ଝୋଟି) ଆଙ୍କି ପାଳନ କରାଯାଏ । "ତୋରନାଲୁ" (କନ୍ନଡ଼: ତୋରଣଗଲୁ) ନାମକ କବାଟରେ ଆମ୍ବ ପତ୍ରରେ ସଜାଯାଏ । ନୂଆ ବସ୍ତ୍ର ଯେପରି ଉପହାର କିଣିବା ଏବଂ ଦେବା, ଗରିବ ମାନଙ୍କୁ ଦାନ ଦେବା, ତେଲ ଉପଚାର, "ପଚାଡି" ନାମକ ବିଶେଷ ଭୋଜନର ପ୍ରସ୍ତୁତି ଓ ଭୋଜନ ଦାନ ଏବଂ ହିନ୍ଦୁ ମନ୍ଦିରର ଭ୍ରମଣ କରିବା । "ପଚାଡି" ଏକ ଉଲ୍ଲେଖନୀୟ ଉତ୍ସବ ପୂର୍ଣ୍ଣ ଭୋଜନ ଅଟେ ଯାହା ସବୁପ୍ରକାର ସ୍ୱାଦକୁ ଯୋଡ଼ିଥାଏ - ମିଠା, ଖଟା, ଲୁଣି ଏବଂ କସା । ତେଲୁଗୁ ଓ କନ୍ନଡ଼ ହିନ୍ଦୁ ପରମ୍ପରାରେ , ଏହା ପ୍ରତୀକାତ୍ମକ ଅନୁସ୍ମାରକ ଅଟେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୧୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ପ୍ରଫୁଲ୍ଲ କୁମାର ଜେନା (ଜନ୍ମ: ୩ ମଇ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ପ୍ରଫୁଲ୍ଲ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ । ୧୯୯୧ ମସିହାରେ ଭଣ୍ଡାରିପୋଖରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ପ୍ରଫୁଲ୍ଲ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନ ଲଢ଼ି ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କ୍ରେଡିଟ କାର୍ଡ଼ ବା ବାକି କାର୍ଡ ଏକ ଛୋଟ ପ୍ଲାଷ୍ଟିକ କାର୍ଡ ଅଟେ । ଏହି କାର୍ଡଦ୍ୱାରା ଜିନିଷପତ୍ର କିଣିଲେ ଆଗ ପଇସା ଦେବାକୁ ପଡେନାହିଁ । ପ୍ରଥମେ ବାକିରେ ଏହି କାର୍ଡ଼ଧାରୀ ଜିନିଷ କିଣି ପରେ ଏହାର ମୂଲ୍ୟ ଦେଇପାରିବେ । ଏହି କାର୍ଡଦ୍ୱାରା ଏଟିଏମ କିମ୍ବା ବ୍ୟାଙ୍କରୁ ନଗଦ ଅର୍ଥ ମଧ୍ୟ ଉଠାଯାଇ ପାରେ । କିଣିଥିବା ଜିନିଷର ପଇସା ସଠିକ ସମୟରେ ଦେଇନପାରିଲେ ଉଚ୍ଚ ହାରରେ ସୁଧ ସହିତ ମୂଳ ଦେବାକୁ ପଡ଼ିଥାଏ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ନବରଙ୍ଗପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ନବରଙ୍ଗପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ରଥ ଦାସ (ଜନ୍ମ: ୧୩ ମାର୍ଚ୍ଚ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ୨୦୦୦ ମସିହାରେ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଭଣ୍ଡାରୀପୋଖରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଆଟ୍ରୋପିନ/ଡାଇଫେନୋକ୍ସିଲେଟ (ଇଂରାଜୀ ଭାଷାରେ Diphenoxylate/atropine, ଅନ୍ୟ ନାମ କୋ-ଫେନୋଟ୍ରୋପ/ co-phenotrope) ଏକ ଔଷଧ ମିଶ୍ରଣ ଯେଉଁଥିରେ ଆଟ୍ରୋପିନ ଓ ଡାଇଫେନୋକ୍ସିଲେଟ (diphenoxylate) ଔଷଧ ଦ୍ୱୟ ଥାଏ ଯାହା ତରଳ ଝାଡ଼ା ରୋଗରେ ବ୍ୟବହୃତ ହୁଏ । ଏହା କ୍ଲୋସ୍ଟ୍ରିଡାୟୋଡେସ ଡିଫିସିଲ ସଂକ୍ରମଣ (Clostridioides difficile infection) ଥିଲେ ଦିଆଯାଏ ନାହିଁ । ଏହା ପାଟିରେ ଦିଆଯାଏ । ଏକ ଘଣ୍ଟା ମଧ୍ୟରେ ଏହାର ପ୍ରଭାବ ଆରମ୍ଭ ହୋଇଯାଏ ।ଆଟ୍ରୋପିନ/ଡାଇଫେନୋକ୍ସିଲେଟର ଔଷଧର ସାଧାରଣ ପ୍ରତିକ୍ରିୟାରେ ଉଦର ଯନ୍ତ୍ରଣା, ଆଞ୍ଜିଓଇଡିମା, ଗ୍ଲକୋମା, ହୃତ୍ପିଣ୍ଡ ସମସ୍ୟା (heart problems), ଥକ୍କା ଅନୁଭବ, ଶୁଷ୍କ ପାଟି ଓ ଦୃଷ୍ଟି ସମସ୍ୟା ହୋଇପାରେ । ଗର୍ଭାବସ୍ଥାରେ ଏହାର ନିରାପତ୍ତା ସ୍ପଷ୍ଟ ହୋଇନାହିଁ ଓ ସ୍ତନ୍ୟପାନ ସମୟରେ ଏହା ଦେଲେ ଶିଶୁର ହାନୀ ହୋଇପାରେ । ଖାଦ୍ୟନଳୀର ସଙ୍କୋଚନ କମେଇ ଏହା କାର୍ଯ୍ୟକ୍ଷମ ହୁଏ । ସନ ୧୯୬୦ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଆଟ୍ରୋପିନ/ଡାଇଫେନୋକ୍ସିଲେଟ ଔଷଧ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ଏହା ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ ଓ ବିନା ପ୍ରେସକ୍ରିପସନରେ ମିଳେ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ଡୋଜର ହୋଲସେଲ ମୂଲ୍ୟ ୦.୩୧ ଆମେରିକୀୟ ଡଲାର । ସନ ୨୦୧୬ରେ ଏହାର ଏକ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୯୮ତମ ସ୍ଥାନରେ ଥଲା । ଏହା ଲୋମୋଟିଲ (Lomotil) ବ୍ରାଣ୍ଡ ନାମରେ ବିକ୍ରୟ ହୁଏ । ଏହା ଯୁକ୍ତରାଷ୍ଟ୍ର ଆମେରିକାରେ ନିୟନ୍ତ୍ରିତ ସିଡ୍ୟୁଲ ୫ ପଦାର୍ଥ ଭାବରେ ଥାଏ ।
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
କେନ୍ଦୁଝର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କେନ୍ଦୁଝର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ । ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ଵର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) ।ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ଵଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି । ହିମାଳୟର ପଶ୍ଚିମସୀମା ହେଉଛି “ନଙ୍ଗା ପର୍ବତ”, ଯାହା ସିନ୍ଧୁ ନଦୀର ଉତ୍ତରତମ କୁଳର ଠିକ୍ ଦକ୍ଷିଣପଟକୁ ଅବସ୍ଥିତ । ହିମାଳୟର ପୂର୍ବ ସୀମା “ନାମ୍ଚା ବରୁଆ” ୟାର୍ଲୁଂ ତ୍ସାଂଗପୋ ନଦୀର (ନିଜର ଉପରମୁଣ୍ଡରେ ବ୍ରହ୍ମପୁତ୍ର ନଦୀ ଏହି ନାମରେ ଜଣାଶୁଣା) ମହାନ କୁଳର ଠିକ୍ ପଶ୍ଚିମ ପଟକୁ ରହିଛି । ହିମାଳୟର ଉତ୍ତର-ପୂର୍ବ ଦିଗକୁ କାରାକୋରମ୍ ଓ ହିନ୍ଦୁକୁଶ ପର୍ବତଶ୍ରେଣୀ ରହିଛନ୍ତି । ୫୦-୬୦ କିଲୋମିଟର୍ ପ୍ରସ୍ଥ ବିଶିଷ୍ଟ “ଇଣ୍ଡସ୍-ତ୍ସାଙ୍ଗପୋ ସୁଚ୍ୟର୍” ନାମକ ଟେକ୍ଟୋନିକ୍ ଉପତ୍ୟକା ହିମାଳୟର ଉତ୍ତରାଂଶକୁ ତିବ୍ବତୀୟ ମାଳଭୂମିଠାରୁ ବିଚ୍ଛିନ୍ନ କରୁଛି । ହିମାଳୟ ବଳୟର ଦକ୍ଷିଣ ପଟକୁ ଗାଙ୍ଗେୟ ସମତଳ ଭୂମି ଅବସ୍ଥିତ । ପଶ୍ଚିମ ପାକିସ୍ତାନରେ ହିମାଳୟ ପର୍ବତଶ୍ରେଣୀର ପ୍ରସ୍ଥ ୩୫୦ କି.ମି. ହୋଇଥିବା ବେଳେ ପୂର୍ବରେ (ଅରୁଣାଚଳ ପ୍ରଦେଶ) ଏହାର ପ୍ରସ୍ଥ ପ୍ରାୟ ୧୫୦ କି.ମି.
ଭାରତୀୟ ନବବର୍ଷ ଭିନ୍ନ ଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଞ୍ଚଳରେ ପାଳିତ ହୋଇଥାଏ । ପାଳନ ସମୟ ଚନ୍ଦ୍ର ବା ସୂର୍ଯ୍ୟ ପଞ୍ଜିକାଉପରେ ନିର୍ଭର କରିଥାଏ । ଯେଉଁ ରାଜ୍ୟଗୁଡ଼ିକ ସୂର୍ଯ୍ୟ ପଞ୍ଜିକା ମାନନ୍ତି ସେହି ରାଜ୍ୟବାସୀ ଭାରତୀୟ ପ୍ରଥମ ମାସ, ବୈଶାଖର ପ୍ରଥମ ସଂକ୍ରାନ୍ତିରେ ନବବର୍ଷ ପାଳନ କରନ୍ତି । ଅଧିକଂଶତଃ ଇଂରାଜୀ କ୍ୟାଲେଣ୍ଡରର ଏପ୍ରିଲ ମାସର ୧୩ରୁ ୧୫ ତାରିଖ ଭିତରେ ଏହି ସଂକ୍ରାନ୍ତି ପଡିଥାଏ । ଅନ୍ୟପକ୍ଷରେ ଯେଉଁମାନେ ଚନ୍ଦ୍ର ପଞ୍ଜିକା ମାନି ଚଳନ୍ତି, ସେମାନେ ଇଂରାଜୀ ମାସ ମାର୍ଚ୍ଚ ବା ଭାରତୀୟ ଚୈତ୍ର ମାସରେ ନବବର୍ଷ ପାଳନ କରନ୍ତି । ଏଣୁ କିଛି ଅଞ୍ଚଳରେ ପୂର୍ଣ୍ଣମୀରୁ ପୂର୍ଣ୍ଣମୀ ଗୋଟିଏ ମାସ ହିସାବ କଲାବେଳେ କିଛି ଅଞ୍ଚଳରେ ସଂକ୍ରାନ୍ତିରୁ ସଂକ୍ରାନ୍ତି ମାସ ହିସାବରେ ଧରାଯାଏ ।
ଭୁଟାନ ଦକ୍ଷିଣ ଏସିଆ ମହାଦେଶର ଭୁ-ପରିବେଷ୍ଟିତ ଏକ ଦେଶ। ଏହା ହିମାଳୟର ପୂର୍ବ ପାର୍ଶ୍ୱରେ ଅବସ୍ଥିତ।ଏହାର ଉତ୍ତରକୁ ଚୀନର ସ୍ୱାୟତ୍ତ ଅଞ୍ଚଳ ତିବେତ,ଭାରତର ସିକିମ୍ ରାଜ୍ୟ,ପଶ୍ଚିମକୁ ତିବେତ୍ର ଚୁମ୍ବି,ପୂର୍ବକୁ ଭାରତର ଅରୁଣାଞ୍ଚଳ ପ୍ରଦେଶ ଓ ଦକ୍ଷିଣକୁ ଭାରତର ଆସାମ ଘେରି ରହିଛି। ଭୂଟାନ ଦକ୍ଷିଣ ଏସିଆରେ ଅବସ୍ଥିତ ଓ ମାଲଦିଭେସ ପରେ ଏହା ଦ୍ୱିତୀୟ ଅଳ୍ପ ଜନାକୀର୍ଣ୍ଣ ଦେଶ।ଥିମ୍ପୁ ଏହାର ରାଜ୍ୟ ଓ ବୃହତ୍ତମ ସହର ଅଟେ ଯେଉଁଠାରେକି ଫୁଣ୍ଟସୋଲିଙ୍ଗ ଏହାର ଅର୍ଥନୈତିକ କ୍ଷେତ୍ର। ଏହା ତା'ର ଇତିହାସରେ କେବେ ମଧ୍ୟ ଉପନିବେଶ ସ୍ଥାପନ କରିପାରିନାହିଁ।