ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପଞ୍ଚାନନ ମଣ୍ଡଳ (ଜନ୍ମ: ୧୯ ଅପ୍ରେଲ ୧୯୪୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପଞ୍ଚାନନ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଣ୍ଡାରିପୋଖରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ବାସୁଦେବ ରଥ (୭ ମାର୍ଚ୍ଚ ୧୯୫୬ - ୭ ଅପ୍ରେଲ ୨୦୧୯) ଜଣେ ଓଡ଼ିଆ ସଙ୍ଗୀତକାର ଥିଲେ । ୧୯୭୮ରେ ମୁକ୍ତିଲାଭ କରିଥିବା ସାକ୍ଷୀ ଗୋପୀନାଥ ଚଳଚ୍ଚିତ୍ରରୁ ଚଳଚ୍ଚିତ୍ର ଦୁନିଆରେ ପାଦ ଥାପିଥିବା ବାସୁଦେବ, ଏଯାବତ୧୫୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର, ୮୩ଟି ଗୀତିନାଟ୍ୟ ତଥା ୧୨ ହଜାରରୁ ଅଧିକ ଗ୍ରାମୋଫୋନ ରେକର୍ଡ଼ ସହିତ ବେତାର, ଦୂରଦର୍ଶନ ପାଇଁ ଗୀତରେ ସଙ୍ଗୀତ ନିର୍ଦ୍ଦେଶନା ଦେଇସାରିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ପ୍ରତ୍ୟେହ ସକାଳ ସମୟରେ ଶ୍ରୀଜୀଉମାନଙ୍କ ମଙ୍ଗଳ ଆଳତି ଓ ମଇଲମ ନୀତି ଶେଷ ହେବା ପରେ ଅବକାଶ (ସ୍ନାନ) ନୀତି ହୋଇଥାଏ । ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁଯାୟୀ ଏହି ବେଶର ନିର୍ଧାରିତ ସମୟ ହେଉଛି ସକଳା ୬ ଟାରୁ ୬ :୩୦ମିନିଟ । ସଧାରଣତଃ ଠାକୁରମାନଙ୍କ ଦନ୍ତମାର୍ଜନ ଓ ସ୍ନାନ ବିଧିକୁ ଅବକାଶ କୁହାଯାଏ । ପୂର୍ବ ରାତ୍ରର ବଡ଼ସିଂହାର ବେଶରେ ରତ୍ନ ସିଂହାସନସ୍ଥ ଦାରୁ ବିଗ୍ରହମାନଙ୍କ ପରିଧାନ କରିଥିବା ଗୀତ ଗୋବିନ୍ଦ ଖଣ୍ଡୁଆ ବସ୍ତ୍ର ଓ ପୁଷ୍ପ ଅଳଙ୍କାର ଇତ୍ୟାଦି ମଙ୍ଗଳ ଆଳତି ନୀତି ଶେଷ ହେବା ପରେ ମଇଲମ (ଓଲାଗି) ହୋଇଥାଏ । ପୁଷ୍ପାଳକ ସେବକ ଶ୍ରୀଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ତିନି ବିଗ୍ରହଙ୍କୁ ତିନିଗୋଟି ତଡ଼ପ ଓ ସୁଦର୍ଶନଙ୍କୁ ଏକ ଗୋଟି ତଡ଼ପ ବସ୍ତ୍ର ଏବଂ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ଦୁଇଟି ଉତ୍ତରୀୟ ବସ୍ତ୍ର ଲାଗି କରନ୍ତି । ଏହି ତଡ଼ପ ଓ ଉତ୍ତରୀୟ ସୂତା ବସ୍ତ୍ରଗୁଡିକ ପାରମ୍ପାରିକ କୁଶଳୀ ବୁଣାକାରମାନଙ୍କଦ୍ୱାରା ଏକ ନିର୍ଦ୍ଧିଷ୍ଟ ମାପରେ ନିର୍ମିତ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଡୋକ୍ସାଜୋସିନ (ଇଂରାଜୀ ଭାଷାରେ Doxazosin, ଏକ ବିକ୍ରୟ ନାମ କାର୍ଡ଼ୁରା/ Cardura) ଏକ ଔଷଧର ନାମ ଯାହା ବିନାଇନ ପ୍ରୋସ୍ଟାଟିକ ହାଇପରପ୍ଲାସିଆ ଓ ଉଚ୍ଚ ରକ୍ତଚାପ ରୋଗ ଚିକିତ୍ସାରେ ଦିଆଯାଏ । ଉଚ୍ଚ ରକ୍ତଚାପ ନିମନ୍ତେ ଏହା କମ୍ ପସନ୍ଦ କରାଯାଏ । ପାଟିରେ ଏହି ଔଷଧ ଦିଆଯା ।ଡୋକ୍ସାଜୋସିନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ଓଜନିଆ, ଫୁଲା, ନିଦ୍ରାଳୁ, ଅଇ, ଅଣନିଶ୍ୱାସୀ ଓ ଉଦର ଯନ୍ତ୍ରଣା ହୋଇପାରେ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଠିଆ ହେଲେ ଅଳ୍ପ ରକ୍ତଚାପ (low blood pressure with standing), ଅନିୟମିତ ହୃଦ୍ଗତି (irregular heart beat) ଓ ପ୍ରାୟାପିଜ୍ମ ହୋଇପାରେ । ଏହି ଔଷଧ ଦେବା ପୂର୍ବରୁ ପ୍ରୋସ୍ଟେଟ କର୍କଟ ନଥିବା ନିଶ୍ଚିତ କରାଯାଏ । ଏହା ଏକ ଆଲଫା-୧ ବ୍ଲକର (α୧-selective adrenergic blocker) ଯାହା କୁଇନାଜୋଲିନ (quinazoline) ଶ୍ରେଣୀର ଯୌଗିକ ପଦାର୍ଥ ଅନ୍ତର୍ଭୁକ୍ତ ।ଡୋକ୍ସାଜୋସିନ ସନ ୧୯୭୭ରେ ପେଟେଣ୍ଟ ହେବା ପରେ ସନ ୧୯୮୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୦.୫୦ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଡୋଜର ହୋଲସେଲ ମୂଲ୍ୟ ୫.୫୦ ଆମେରିକୀୟ ଡଲାର । ସନ ୨୦୧୬ରେ ଏହାର ୪ ନିୟୁତ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୧୫୭ତମ ସ୍ଥାନରେ ଥଲା ।
ପୋତାଗଡ଼ ଓଡ଼ିଶାରେ ଥିବା ଏକ ଦୁର୍ଗ, ଯାହା ଗଞ୍ଜାମ ଗଡ଼ ନାମରେ ମଧ୍ୟ ପରିଚିତ । ଏହା ଏକ ଦୁର୍ଗ ନୁହେଁ ବରଂ ବିଭିନ୍ନ ସମୟରେ ନିର୍ମିତ ଅନେକ ଦୁର୍ଗର ମିଶ୍ରଣ । ଦୁର୍ଗର ଦୈର୍ଘ୍ୟ ପ୍ରାୟ ୯୨ ମିଟର୍, ପ୍ରସ୍ଥ ୧୯ ମିଟର୍ ଓ ଉଚ୍ଚତା ପ୍ରାୟ ୧୫ ମିଟର୍ । ଦୁର୍ଗଟି ଭୂମିତଳେ ନିର୍ମିତ ହୋଇଥିଲା ଓ ଦୂରରୁ ଅତି ସହଜରେ ଚିହ୍ନଟ କରାଯାଇପାରିବ । ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରଠାରୁ ପ୍ରାୟ ୮ କି.ମି.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଅପସ୍ମାର ବାତ ଗୋଟିଏ ଦୀର୍ଘସ୍ଥାୟୀ ସ୍ନାୟୁ ବ୍ୟତିକ୍ରମ ରୋଗ ଯେଉଁଥିରେ ବାତ ଗୋଟିଏ ପ୍ରମୁଖ ଲକ୍ଷଣ । ଏହା ଏପିଲେପ୍ସି ନାମରେ ମଧ୍ୟ ପରିଚିତ ଯାହା ସଳ୍ପ କାଳୀନ ବା ପ୍ରାୟ ଅଣଚିହ୍ନଟ ହୋଇପାରେ ବା ସେଥିରେ ଦୀର୍ଘ ସମୟ ଧରି ପ୍ରବଳ କମ୍ପନ ହୋଇପାରେ । ଏହା ଫଳରେ ଶାରୀରିକ କ୍ଷତି ଯେପରିକି ଅସ୍ଥି ଭଗ୍ନ ହୋଇପାରେ । ବାତ ବାରମ୍ବାର ହୋଇପାରେ ଓ ଏହାର କୌଣସି ଅନ୍ତର୍ନିହିତ କାରଣ ନ ଥାଏ । କେତେକ ସଂଜ୍ଞା ଅନୁସାରେ ବାତ ବାରମ୍ବାର ଓ ଉତ୍ତେଜନା ବିହୀନ ହେବା ଆବଶ୍ୟକ, ଅନ୍ୟ ମତ ଅନୁସାରେ ଗୋଟିଏ ଥର ବାତ ସହ ମସ୍ତିଷ୍କ କ୍ରିୟା ପରିବର୍ତ୍ତନ ଓ ଭବିଷ୍ୟତ ବାତ ସମ୍ଭାବନା ଅଧିକ ଥାଏ ବିଷକ୍ରିୟା ଯୋଗୁ ଉତ୍ପନ୍ନ ହେଉଥିବା ବାତକୁ ଅପସ୍ମାର ଶ୍ରେଣୀରେ ନିଆଯାଏ ନାହିଁ । ପୃଥିବୀର କେତେକ ଅଞ୍ଚଳରେ ଏହାକୁ ସାମାଜିକ କଳଙ୍କ (stigma) କୁହାଯାଏ ।ଅଧିକାଂଶ ଅପସ୍ମାର ରୋଗର କାରଣ ଅଜଣା ଥିଲେ ମଧ୍ୟ କେତେକ କାରଣ ଯଥା ମସ୍ତିଷ୍କ ଆଘାତ, ସ୍ଟ୍ରୋକ, ମସ୍କିଷ୍କ ଅର୍ବୁଦ, ଔଷଧ, ଜନ୍ମଗତ ତୃଟି ଓ ମାତ୍ରାଧିକ ମଦ୍ୟପାନ ଉଲ୍ଲେଖ ଯୋଗ୍ୟ । ପରିଚିତ ଜେନେଟିକ ମ୍ୟୁଟେସନ ଯୋଗୁ କେତେକ ଅପସ୍ମାର ହୁଏ ।. ଏହି ରୋଗ ମସ୍ତିଷ୍କରେ ଅସାଧାରଣ ଓ ଅତ୍ୟଧିକ ସ୍ନାୟୁ ଉତ୍ତେଜନା ହେବା ଯୋଗୁ ଦେଖାଯାଏ । ସମଲକ୍ଷଣ ବିଶିଷ୍ଟ ରୋଗ ଯଥା ଅଚେତା, ଆଲକୋହୋଲ ଉଇଥଡ୍ରୟାଲ ବା ଇଲେକ୍ଟ୍ରୋଲାଇଟ ସମସ୍ୟାର ଉପସ୍ଥିତି ନିମନ୍ତେ ପରୀକ୍ଷା କରି ଦୂର କରାଯାଏ । ଆଂଶିକ ଭାବରେ ଏହା ମସ୍ତିଷ୍କ ଇମେଜିଙ୍ଗ ରକ୍ତ ପରୀକ୍ଷା କରି ଚିହ୍ନଟ କରାଯାଏ । ଏହି ରୋଗ ଇଲେକ୍ଟ୍ରୋଏନସେଫାଲୋଗ୍ରାମ (ଇଇଜି) କରି ନିଧାର୍ଯ୍ୟ କରାଯାଏ କିନ୍ତୁ ସାଧାରଣ ପରୀକ୍ଷାଦ୍ୱାରା ଏହାର ଅନୁପସ୍ଥିତି ଜଣାଯାଏ ନାହିଁ ।ଜଣାଶୁଣା କାରଣରୁ ହେଉଥିବା ଅପସ୍ମାର ପ୍ରତିରୋଧ କରିହୁଏ । ପ୍ରାୟ ୭୦% କେଶ୍ରେ ଔଷଧଦ୍ୱାରା ବାତ ନିୟନ୍ତ୍ରଣ କରିହୁଏ । ଶସ୍ତା ଔଷଧ ମଧ୍ୟ ଉପଲବ୍ଧ ଅଛି । ଔଷଧ କାମ ନ କଲେ ଅପରେଶନ, ନିଉରୋସ୍ଟିମୁଲେସନ, ବା ଖାଦ୍ୟ ପରିବର୍ତ୍ତନ କରାଯାଏ । ସବୁ ଅପସ୍ମାର ଜୀବନବ୍ୟାପୀ ନୁହେଁ; କେତେକ ରୋଗୀ ଏତେ ଉନ୍ନତି କରନ୍ତି ଯେ ତାଙ୍କର ଆଉ ଔଷଧ ଆବଶ୍ୟକ ହୁଏ ନାହିଁ ।ସନ ୨୦୧୩ ସୁଦ୍ଧା ପୃଥିବୀରେ ପ୍ରାୟ ୨୨ନିୟୁତ ଅପସ୍ମାର ରୋଗୀ ଥିଲେ । ପ୍ରାୟ ୮୦ % ରୋଗୀ ବିକାଶଶୀଳ ରାଷ୍ଟ୍ରମାନଙ୍କରେ ଦେଖାଯାଆନ୍ତି । ସନ ୧୯୯୦ରେ ଏହା ଯୋଗୁ ୧୧୨,୦୦୦ ମୃତ୍ୟୁ ହୋଇଥିଲା ବେଳେ ସନ ୨୦୧୩ରେ ୧୧୬,୦୦୦ ମୃତ୍ୟୁ ହୋଇଥିଲେ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ଏହି ରୋଗ ହେବା ସମ୍ଭାବନା ବଢ଼େ । ଶିଶୁ ଓ ବୟସ୍କ ଲୋକଙ୍କଠାରେ ଏହି ରୋଗ ନୂଆ ଭାବରେ ଦେଖାଯାଏ । > ବିକାଶଶୀଳ ଦେଶମାନଙ୍କରେ ବଡ଼ ପିଲା ଓ ଯୁବ ବୟଃପ୍ରାପ୍ତ ଲୋକଙ୍କର ଅନ୍ତର୍ନିହିତ କାରଣମାନଙ୍କ ଯୋଗୁ ଅଧିକ ଅପସ୍ମାର ହୁଏ । ପ୍ରାୟ ୫–୧୦% ଲୋକଙ୍କର ୮୦ ବର୍ଷ ବୟସ ବେଳକୁ ଅଣଉତ୍ତେଜିତ ବାତ ହୁଏ, ଓ ଦ୍ୱିତୀୟ ବାତ ସମ୍ଭାବନା ପ୍ରାୟ ୪୦ରୁ ୫୦% ଥାଏ । ପୃଥିବୀର ଅନେକ ସ୍ଥାନରେ ଡ୍ରାଇଭ କରିବାକୁ ସୀମିତ କରାଯାଏ ବା ଭଲ ହେବା ପର୍ଯ୍ୟନ୍ତ ଆଦୌ ଅନୁମତି ଦିଆଯାଏ ନାହିଁ । ଏପିଲେପ୍ସି ଶବ୍ଦର ଅର୍ଥ ପ୍ରାଚୀନ ଗ୍ରୀକ: ἐεπιλαμβάνειν "ଭାଷାରେ ଅଭିଗ୍ରହଣ କରିବା, ଆୟତ କରିବା ବା ଆକ୍ରାନ୍ତ କରିବା".
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଶଙ୍ଖଚିଲ ବା ଶଙ୍ଖଚିଲ୍ଲ (ଇଂରାଜୀରେ brahminy kite, ଜୀବବିଜ୍ଞାନ ନାମ Haliastur indus) ଏକ୍ସିପିଟ୍ରିଡେ ପରିବାରର ଏକ ମଧ୍ୟମାକାର ଶିକାରୀ ପକ୍ଷୀ । ଅଷ୍ଟ୍ରେଲିଆରେ ଏହି ପକ୍ଷୀକୁ red-backed sea-eagle (ଅର୍ଥାତ୍ ଲୋହିତପୃଷ୍ଠ ସମୁଦ୍ର ଛଞ୍ଚାଣ) ବୋଲି ମଧ୍ୟ କୁହନ୍ତି । ଏକ୍ସିପିଟ୍ରିଡେ ପରିବାରର ଅନ୍ୟ ପକ୍ଷୀଗୁଡ଼ିକ ହେଉଛନ୍ତି ଛଞ୍ଚାଣ, ବାଜ, ହ୍ୟାରିୟର୍ ଇତ୍ୟାଦି । ଭାରତୀୟ ଉପମହାଦେଶ, ଦକ୍ଷିଣ-ପୂର୍ବ ଏସିଆ ଓ ଅଷ୍ଟ୍ରେଲିଆରେ ଶଙ୍ଖଚିଲ ଦେଖିବାକୁ ମିଳନ୍ତି । ଉପକୂଳ କିମ୍ଵା ଭୂଭାଗର ଆର୍ଦ୍ରଭୂମି ଓ ଜଳାଶୟ ପ୍ରଭୃତି ଅଞ୍ଚଳରେ ଏମାନେ ଦେଖାଯାନ୍ତି । ମୃତ ମାଛ ଓ ଅନ୍ୟାନ୍ୟ ଛୋଟ ଜୀବ ଏମାନଙ୍କ ମୁଖ୍ୟ ଆହାର । ଶଙ୍ଖଚିଲର ମୁଣ୍ଡ ଓ ଛାତି ଧଳା ରଙ୍ଗର ହୋଇଥିବା ବେଳେ ଏମାନଙ୍କ ଶରୀରର ଅନ୍ୟ ଭାଗ ଈଷତ୍ ଲାଲ୍-ମାଟିଆ ରଙ୍ଗର ହୋଇଥାଏ । ଏହି ଶାରୀରିକ ବିଶେଷତା ପାଇଁ ଅନ୍ୟ ଶିକାରୀ ପକ୍ଷୀଙ୍କ ମଧ୍ୟରେ ଏମାନଙ୍କୁ ସହଜରେ ଚିହ୍ନିହୁଏ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବିଂଶ ଶତାବ୍ଦୀରେ ଗଣିତଶସ୍ତ୍ରରେ ଚମକ ସୃଷ୍ଟି କରିଥିବା ସେଟ ତତ୍ୱର (Set Theory) ସ୍ରଷ୍ଟା ହେଉଛନ୍ତି ବିଖ୍ୟାତ ଜର୍ମାନ ଗଣିତଜ୍ଞ ଜର୍ଜ କ୍ୟାଣ୍ଟର (Georg Cantor) । ସୂର୍ଯ୍ୟ ବିହୁନେ ଗ୍ରହମାନେ ଯେପରି ନିଷ୍ପ୍ରଭ ଓ ନିସ୍ତେଜ ହୋଇଯାନ୍ତି, ସେଟ ତତ୍ୱ ବିନା ଗଣିତଶାସ୍ତ୍ରର ବିଭିନ୍ନ ବିଭାଗ ଯଥା: ଜ୍ୟାମିତି, ବୀଜଗଣିତ, କଳନ ଶାସ୍ତ୍ର(Calculus) ଇତ୍ୟାଦିର ଅବସ୍ଥା ଠିକ ସେହିପରି ହୋଇଥାନ୍ତା । ସେଟ ତତ୍ୱ ଗଣିତକୁ ସହଜ ସୁନ୍ଦର କରିବାରେ, ଜଟିଳ ଗାଣିତିକ ତତ୍ୱକୁ ସରଳ ଓ ସାବଲୀଳ ଭାବରେ ବିଶ୍ଲେଷଣ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିପାରିଛି । ସେଟ ସଂଜ୍ଞା ବିହୀନ ଅଟେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଆଲର୍ଜି ସମୂହ ବା ଆଲର୍ଜି ରୋଗ ସମୂହ ଅନେକ ରୋଗମାନଙ୍କର ସମାହାର ଯେଉଁଥିରେ ପରିବେଶର କୌଣସି ଜିନିଷ ପ୍ରତି ଇମ୍ମ୍ୟୁନ ସିସ୍ଟମ ଅତିସୁଗ୍ରାହୀ ବା ଅତିସମ୍ବେଦନଶୀଳ ପ୍ରତିକ୍ରିୟା କରେ କିନ୍ତୁ ସାଧାରଣ ଅବସ୍ଥାରେ କୌଣସି ସମସ୍ୟା ହୁଏନି । ଏହିଭଳି ରୋଗମାନଙ୍କର ନାମ ହେ ଫିଭର, ଖାଦ୍ୟ ଆଲର୍ଜି, ଆଟୋପିକ ଡର୍ମାଟାଇଟିସ, ଆଲର୍ଜିକ ଆଜମା, ଓ ଆନାଫାଇଲାକସିସ । ଏଭଳି ରୋଗରେ ଆଖି ଲାଲ ହୁଏ, ଗଲୁ ହେଉଥିବା ରାସ ହୁଏ, ନାକରୁ ପାଣିବୋହେ, ଛୋଟ ଶ୍ୱାସକ୍ରିୟା ହୁଏ ଓ ଫୁଲିଯାଏ । ଖାଦ୍ୟ ଅସହନଶୀଳତା ଓ ଖାଦ୍ୟ ବିଷାକ୍ତତା ରୋଗଦ୍ୱୟ ଏହାଠାରୁ ଅଲଗା ରୋଗ । ମୂଖ୍ୟ ସାଧାରଣ ଆଲର୍ଜେନ ନାମ [ପରାଗ]] ରେଣୁ ଓ ଖାଦ୍ୟ । ଧାତୁ ତଥା ଅନ୍ୟାନ୍ୟ ଦ୍ରବ୍ୟ ମଧ୍ୟ ସମସ୍ୟା ସୃଷ୍ଟି କରନ୍ତି । ଖାଦ୍ୟ, କୀଟ ଶୁଣ୍ଢ ଓ ବିଭିନ୍ନ ଔଷଧ ଅତ୍ୟନ୍ତ ଅଧିକ ପ୍ରତିକ୍ରିୟା କରନ୍ତି । ପରିବେଶ ଓ ଜେନେଟିକ କାରଣ ଯୋଗୁ ଏହି ରୋଗ ହୁଏ । ଶରୀରର ଇମ୍ମ୍ୟୁନ ସିସ୍ଟମର ଏକ ଅଂଶ ଇମ୍ମ୍ୟୁନୋଗ୍ଲୋବ୍ୟୁଲିନ ଇ ଆଣ୍ଟିବଡି (ଆଇଜିଇ) ଆଲର୍ଜେନ ସହିତ ସଂଯୁକ୍ତ ହୋଇ ପ୍ରଦାହୀ ରାସାୟନିକ ପଦାର୍ଥ ଯେପରିକି ହିସ୍ଟାମିନ କ୍ଷରଣ କରନ୍ତି । ରୋଗୀର ରୋଗ ଇତିହାସ ସଂଗ୍ରହ କରି ରୋଗ ନିର୍ଣ୍ଣୟ କରାଯାଏ । କେତେକ କେଶରେ ଚର୍ମ ଓ ରକ୍ତ ପରୀକ୍ଷା ଆବଶ୍ୟକ ହୁଏ । ଏକ ଯୁକ୍ତାତ୍ମକ ପରୀକ୍ଷା ଅର୍ଥ ନୁହେଁ ଯେ ନିର୍ଦ୍ଦିଷ୍ଟ ବସ୍ତୁ ପ୍ରତି ଯଥେଷ୍ଟ ଆଲର୍ଜି ଅଛି । ସମ୍ଭାବ୍ୟ ଆଲର୍ଜେନ ପ୍ରତି ପ୍ରାରମ୍ଭିକ ସଂସ୍ପର୍ଶ ରକ୍ଷାକାରୀ ହୋଇପାରେ । ଆଲର୍ଜେନ ଏଡ଼େଇବା, କର୍ଟିକୋସ୍ଟିରଏଡ ଓ ଆଣ୍ଟିହିସ୍ଟାମିନ ଭଳି ଓଷଧ ବ୍ୟବହାର କରି ଏହାର ଚିକିତ୍ସା କରାଯାଏ । ଅବସ୍ଥା ଗମ୍ଭୀର ହେଲେ ଆଡ୍ରାନାଲିନ ଇଞ୍ଜେକସନ ଦିଆଯାଏ । ହେ ଫିଭର ଓ କୀଟ ଦଂଶନ କେଶରେ ଆଲର୍ଜେନ ଇମ୍ମ୍ୟୁନୋଥେରାପି ଦିଆଯାଏ ଯାହା ଅଧିକରୁ ଅଧିକ ପରିମାଣର ଆଲର୍ଜେନ ସଂସ୍ପର୍ଷରେ ଆସିବାକୁ ଦିଏ । ଖାଦ୍ୟ ଆଲର୍ଜିରେ ଏହାର ଉପକାରୀତା ସ୍ପଷ୍ଟ ହୋଇନାହିଁ । ଆଲର୍ଜି ଏକ ସାଧାରଣ ରୋଗ । ବିକଶିତ ଦେଶମାନଙ୍କରେ ୨୦ % ଲୋକଙ୍କର ଆଲର୍ଜିକ ନାକ ପ୍ରଦାହ ରୋଗ ଅଛି, ପ୍ରାୟ ୬ % ଲୋକଙ୍କର ଖାଦ୍ୟ ଆଲର୍ଜି ଅଛି, ଓ ପ୍ରାୟ ୨୦ % ଲୋକଙ୍କର ଆଟୋପିକ ଡର୍ମାଟାଇଟିସ ଅଛି । ଦେଶ ଅନୁଯାୟୀ ୧ରୁ ୧୮ % ଲୋକଙ୍କର ଆଜମା ଥାଏ । 0.0୫–୨% ଲୋକଙ୍କର ଆନାଫାଇଲାକ୍ସିସ୍ ହୁଏ । ବିଭନ୍ନ ଆଲର୍ଜିର ରୋଗ ସଂଖ୍ୟା ବଢ଼ିବାକୁ ଲାଗିଛି । ଏହି ଆଲର୍ଜି ଶବ୍ଦଟି ପ୍ରଥମେ ସନ ୧୯୦୬ରେ କ୍ଲେମେନ୍ସ ଭନ ପିରକ୍ୟେଟ ବ୍ୟବହାର କରିଥିଲେ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ପେନସନ ବ୍ୟବସ୍ଥାକୁ ବ୍ୟାପକ କରିବା ଲକ୍ଷ୍ୟରେ ସମଗ୍ର ଦେଶରେ ୧ ମଇ ୨୦୧୫ରେ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଅଟଳ ପେନସନ ଯୋଜନା(APY) ଶୁଭାରମ୍ଭ ହୋଇଛି । ଏହା କେନ୍ଦ୍ର ସରକାରଙ୍କ ସମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଏବଂ ଅର୍ଥ ମନ୍ତ୍ରଣାଳୟ ପରିଚାଳିତ ଏକ ଯୋଜନା । ଓଡ଼ିଶାରେ ତତ୍କାଳୀନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସମନ୍ୱୟ ରାଜ୍ୟ ମନ୍ତ୍ରୀ ଉଷା ଦେବୀଙ୍କ ଉପସ୍ଥିତିରେ ରାଜ୍ୟପାଳ ଏସ ସି ଜମିରଙ୍କଦ୍ୱାରା ୯ ମଇ ୨୦୧୫ରେ ଭୁବନେଶ୍ୱର କିଟ କନଭେନସନ ସେଣ୍ଟରଠାରେ ଅଟଳ ପେନସନ ଯୋଜନା ଶୁଭାରମ୍ଭ କରିଛନ୍ତି ।