ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବାସୁଦେବ ରଥ (୭ ମାର୍ଚ୍ଚ ୧୯୫୬ - ୭ ଅପ୍ରେଲ ୨୦୧୯) ଜଣେ ଓଡ଼ିଆ ସଙ୍ଗୀତକାର ଥିଲେ । ୧୯୭୮ରେ ମୁକ୍ତିଲାଭ କରିଥିବା ସାକ୍ଷୀ ଗୋପୀନାଥ ଚଳଚ୍ଚିତ୍ରରୁ ଚଳଚ୍ଚିତ୍ର ଦୁନିଆରେ ପାଦ ଥାପିଥିବା ବାସୁଦେବ, ଏଯାବତ୧୫୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର, ୮୩ଟି ଗୀତିନାଟ୍ୟ ତଥା ୧୨ ହଜାରରୁ ଅଧିକ ଗ୍ରାମୋଫୋନ ରେକର୍ଡ଼ ସହିତ ବେତାର, ଦୂରଦର୍ଶନ ପାଇଁ ଗୀତରେ ସଙ୍ଗୀତ ନିର୍ଦ୍ଦେଶନା ଦେଇସାରିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ । ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ଵର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) ।ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ଵଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି । ହିମାଳୟର ପଶ୍ଚିମସୀମା ହେଉଛି “ନଙ୍ଗା ପର୍ବତ”, ଯାହା ସିନ୍ଧୁ ନଦୀର ଉତ୍ତରତମ ବାଙ୍କର ଠିକ୍ ଦକ୍ଷିଣପଟକୁ ଅବସ୍ଥିତ । ହିମାଳୟର ପୂର୍ବ ସୀମା “ନାମ୍ଚା ବରୁଆ” ୟାର୍ଲୁଂ ତ୍ସାଂଗପୋ ନଦୀର (ନିଜର ଉପରମୁଣ୍ଡରେ ବ୍ରହ୍ମପୁତ୍ର ନଦୀ ଏହି ନାମରେ ଜଣାଶୁଣା) ବଡ଼ ବାଙ୍କର ଠିକ୍ ପଶ୍ଚିମ ପଟକୁ ରହିଛି । ହିମାଳୟର ଉତ୍ତର-ପୂର୍ବ ଦିଗକୁ କାରାକୋରମ୍ ଓ ହିନ୍ଦୁକୁଶ ପର୍ବତଶ୍ରେଣୀ ରହିଛନ୍ତି । ୫୦-୬୦ କିଲୋମିଟର୍ ପ୍ରସ୍ଥ ବିଶିଷ୍ଟ “ଇଣ୍ଡସ୍-ତ୍ସାଙ୍ଗପୋ ସୁଚ୍ୟର୍” ନାମକ ଟେକ୍ଟୋନିକ୍ ଉପତ୍ୟକା ହିମାଳୟର ଉତ୍ତରାଂଶକୁ ତିବ୍ବତୀୟ ମାଳଭୂମିଠାରୁ ବିଚ୍ଛିନ୍ନ କରୁଛି । ହିମାଳୟ ବଳୟର ଦକ୍ଷିଣ ପଟକୁ ଗାଙ୍ଗେୟ ସମତଳ ଭୂମି ଅବସ୍ଥିତ । ପଶ୍ଚିମ ପାକିସ୍ତାନରେ ହିମାଳୟ ପର୍ବତଶ୍ରେଣୀର ପ୍ରସ୍ଥ ୩୫୦ କି.ମି. ହୋଇଥିବା ବେଳେ ପୂର୍ବରେ (ଅରୁଣାଚଳ ପ୍ରଦେଶ) ଏହାର ପ୍ରସ୍ଥ ପ୍ରାୟ ୧୫୦ କି.ମି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଦେବୁ ବୋଷ (ଜନ୍ମନାମ: ରବୀନ୍ଦ୍ରନାଥ ବୋଷ) ଜଣେ ଓଡ଼ିଆ କଥାଚିତ୍ର ଜଗତ ଅଭିନେତା ଥିଲେ । ତପସ୍ୟା କଥାଚିତ୍ରରୁ, ସେ ଓଡ଼ିଆ ସିନେମାରେ ଅଭିନୟ କରିବା ଆରମ୍ଭ କରିଥିଲେ । ଅଭିନୟ ବ୍ୟତୀତ, ସେ ନୃତ୍ୟ କ୍ଷେତ୍ରରେ ମଧ୍ୟ ନିପୂଣ ଥିଲେ । ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ସେ ନୃତ୍ୟ ଶିକ୍ଷାଗ୍ରହଣ କରିଥିଲେ । ଦେବୁ ଓଡ଼ିଆ କଥାଚିତ୍ରର ନୃତ୍ୟ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ । ଚଳଚ୍ଚିତ୍ର ବ୍ୟତୀତ, ଦେବୁ ବୋଷ 'ଦିଗନ୍ତ' ନାମକ ନାଟ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ବହୁ ନାଟକରେ ଅଭିନେତା ଓ ନିର୍ଦ୍ଦେଶକ ମଧ୍ୟ ସାଜିଥିଲେ । ୨୦୧୮ ଅଗଷ୍ଟ ୨୨ତାରିଖରେ ହାଇଦ୍ରାବାଦଠାରେ ତାଙ୍କର ଦେହାନ୍ତ ହୋଇଥିଲା । ତାଙ୍କ ଅଭିନୀତ ଶେଷ ଚଳଚ୍ଚିତ୍ର ଆପନା ହାତ ଜଗନ୍ନାଥ ୨୦୧୫ ମସିହାରେ ମୁକ୍ତିଲାଭ କରିଥିଲା । ସେ ଓଡ଼ିଆ ଧାରାବାହିକ ସତ୍ୟ ଜରିଆରେ ଧାରାବାହିକରେ ଅଭିନୟ ଆରମ୍ଭ କରିଥିଲେ ଏବଂ ତାଙ୍କ ଅଭିନୀତ ଶେଷ ଧାରାବାହିକ ଥିଲା ତରଙ୍ଗ ଟିଭିରେ ପ୍ରସାରିତ ଧାରାବାହିକ ଦୁର୍ଗା । ଦେବୁ ବୋଷ ହିନ୍ଦୀ କଥାଚିତ୍ର ଆଶ୍ରମ ଓ ହିନ୍ଦୀ ଧାରାବାହିକ ବୋହୂରେ ଅଭିନୟ କରିଥିଲେ । ଶ୍ରମ ଅଧିକାରୀ ଭାବରେ ସେ ଚାକିରୀରେ ଯୋଗ ଦେଇଥିଲେ ଏବଂ ଶିଳ୍ପ ଉନ୍ନୟନ ନିଗମର ସାଧାରଣ ପ୍ରବନ୍ଧକ ଭାବରେ ଅବସର ନେଇଥିଲେ ।
ରିଜାଟ୍ରିପ୍ଟାନ (ଇଂରାଜୀ ଭାଷାରେ Rizatriptan, ଏକ ବିକ୍ରୟ ନାମ ମାକ୍ସାଲ୍ଟ/ Maxalt) ଏକ ଔଷଧ ଯାହା ଅଧକପାଳି ରୋଗର ଚିକିତ୍ସାରେ ଦିଆଯାଏ । ଅଧକପାଳି ରୋଗ ଆରମ୍ଭ ହେବା ସଙ୍ଗେ ସଙ୍ଗେ ଏହା ଦିଆଯିବା ଉଚିତ । ଏହା ପାଟିରେ ଦିଆଯାଏ ।ରିଜାଟ୍ରିପ୍ଟାନର ସାଧାରଣ ପ୍ରତିକ୍ରିୟାରେ ଛାତି ଯନ୍ତ୍ରଣା (chest pain), ମୁଣ୍ଡ ଓଜନିଆ, ଶୁଷ୍କ ପାଟି ଓ ଝିମ୍ ଝିମ୍ ଅନୁଭବ ହୋଇପାରେ । ଅନ୍ୟାନ୍ୟ ପ୍ରତିକ୍ରିୟା ମଧ୍ୟରେ ହୃଦ୍ଘାତ, ଷ୍ଟ୍ରୋକ, ଉଚ୍ଚ ରକ୍ତଚାପ, ସେରୋଟୋନିନ ସିଣ୍ଡ୍ରୋମ ଓ ଆନାଫାଇଲାକ୍ସିସ ହୋଇପାରେ । ଅତ୍ୟଧିକ ଔଷଧ ସେବନ କଲେ ଔଷଧ ଅତ୍ୟଧିକ ସେବନ ମୁଣ୍ଡବିନ୍ଧା (medication overuse headache) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହି ଔଷଧ ଦେବାକୁ ମନା କରାଯାଏ । ଏହା ଏକ ଟ୍ରିପ୍ଟାନ (triptan) ଶ୍ରେଣୀର ଔଷଧୋ ୫-ଏଚଟି୧ ରିସେପ୍ଟରକୁ (5-HT1 receptor) ସକ୍ରିୟ କରି କାର୍ଯ୍ୟକ୍ଷମ ହୁଏ । ରିଜାଟ୍ରିପ୍ଟାନ ସନ ୧୯୯୧ରେ ପେଟେଣ୍ଟ ହେବା ପରେ ସନ ୧୯୯୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଡୋଜ ପିଛା ପ୍ରାୟ ୩.୧୦ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦରେ ପ୍ରାୟ ୦.୭୩ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ୨ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୩୨ ତମ ସ୍ଥାନରେ ଥଲା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପୁରୁଷୋତ୍ତମ ସେଠୀ (ଜନ୍ମ: ୧୪ ଜୁନ ୧୯୩୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପୁରୁଷୋତ୍ତମ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭଣ୍ଡାରିପୋଖରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
କେନ୍ଦୁଝର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କେନ୍ଦୁଝର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଫିଫା ବିଶ୍ୱକପ (ଈଂରାଜୀରେ FIFA World Cup) ହେଉଛି ଅନ୍ତର୍ଜାତୀୟ ଫୁଟବଲ୍ ସଂଘଦ୍ୱାରା ଆୟୋଜିତ ଏକ ଫୁଟବଲ୍ ପ୍ରତିଯୋଗିତା । ଲୋକେ ଏହାକୁ ଫୁଟବଲ୍ ବିଶ୍ୱକପ ବୋଲି ମଧ୍ୟ କହିଥାନ୍ତି । ଏଥିରେ ବିଶ୍ୱର ଫୁଟବଲ୍ ପରିଚାଳକ ସଂସ୍ଥା ଫିଫା (Fédération Internationale de Football Association - FIFA)ର ସଦସ୍ୟ ରାଷ୍ଟ୍ରମାନେ ଅଂଶ ଗ୍ରହଣ କରିଥାନ୍ତି । ୧୯୩୦ ମସିହାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ୧୯୪୨ ଓ ୧୯୪୬ ମସିହାରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଚାଲିଥିବା ଯୋଗୁଁ ଫୁଟବଲ୍ ବିଶ୍ୱକପ ଆୟୋଜିତ ହୋଇନଥିଲା । ସଦ୍ୟ ସମାପ୍ତ ହୋଇଥିବା (୨୦୧୮ ମସିହାରେ ଋଷିଆରେ ଅନୁଷ୍ଠିତ) ବିଶ୍ୱକପ ପ୍ରତିଯୋଗିତାରେ ଫ୍ରାନ୍ସ ବିଶ୍ୱବିଜେତା ଦଳ ହେବାର ଗୌରବ ଲାଭ କରିଥିଲା ।
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଆଠଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଆଠଗଡ଼ (କ୍ରମିକ ସଂଖ୍ୟା: ୮୯) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଆହେ ଦୟାମୟ ବିଶ୍ୱ ବିହାରୀ ଓଡ଼ିଆ ଭାଷାର ଏକ ପ୍ରାର୍ଥନା । ଏହା ଓଡ଼ିଆ ଶିକ୍ଷକ ଓ କବି ରାମକୃଷ୍ଣ ନନ୍ଦଙ୍କ "ଝୁମୁକା" କବିତା ସଂକଳନରୁ ଆନୀତ । ଏହି ପ୍ରାର୍ଥନାଟି ଗାନ୍ଧୀଙ୍କର ସାବରମତୀ ଆଶ୍ରମର ପ୍ରାର୍ଥନା ସଭାରେ ବୋଲାଯାଉଥିଲା। ପାରମ୍ପରିକ ଭାବେ ଏହି ଗୀତଟିକୁ ଓଡ଼ିଶୀ ସଙ୍ଗୀତର ଚକ୍ରକେଳୀ ବୃତ୍ତର ଛାନ୍ଦ ଭାବେ ଗାୟନ କରାଯାଏ । ଗୀତଟି ଓଡ଼ିଆ ଚଳଚ୍ଚିତ୍ର ବଳିଦାନରେ ମଧ୍ୟ ସ୍ଥାନ ପାଇଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।