ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ହେପାଟାଇଟିସ (ଇଂରାଜୀରେ Hepatitis) ଏକ ରୋଗ ଗୋଷ୍ଠୀ ଯେଉଁଥିରେ ଯକୃତର ପ୍ରଦାହ (inflammation) ହୁଏ । କେତେକ ଲୋକଙ୍କର କୌଣସି ଲକ୍ଷଣ ନ ଥାଏ ଓ ଅନ୍ୟ ପକ୍ଷରେ ଅନ୍ୟମାନଙ୍କର କାମଳ, ଆନୋରେକ୍ସିଆ ବା ଅରୁଚି (poor appetite), ବାନ୍ତି, ଥକ୍କା ଲାଗିବା (feel tired), ପେଟ ଯନ୍ତ୍ରଣା (abdominal pain) ବା ତରଳ ଝାଡ଼ା ହୁଏ । ହେପାଟାଇଟିସ ଏକ ସାମୟିକ ରୋଗ ବା ଦୀର୍ଘକାଳୀନ କ୍ରନିକ ରୋଗ (long term) ହୋଇପାରେ । ଆକ୍ୟୁଟ ହେପାଟାଇଟିସ ସ୍ୱତଃ ଉପଶମ ହୋଇପାରେ, ଏହା ପ୍ରଗତିଶୀଳ ହୋଇ କ୍ରନିକ ହେପାଟାଇଟିସ ହୋଇପାରେ ବା କ୍ୱଚିତ ଆକ୍ୟୁଟ ଯକୃତ ଫେଲ (acute liver failure) ହୋଇପାରେ । କ୍ରନିକ ହେପାଟାଇଟିସ ସମୟକ୍ରମେ ପ୍ରଗତି କରି ସିରୋସିସ୍, ଯକୃତ ଫେଲ (liver failure) ବା ଯକୃତ କର୍କଟ ରୋଗରେ ପରିବର୍ତ୍ତିତ ହୋଇପାରେ ।ପୃଥିବୀବ୍ୟାପି ଭୁତାଣୁ ହେପାଟାଇଟିସ (viral hepatitis) ସବୁଠାରୁ ଅଧିକ ସଂଖ୍ୟକ କାରଣ ରୁପେ ବିବେଚିତ ହୋଇଚି । ଅନ୍ୟାନ୍ୟ କାରଣ ମଧ୍ୟରେ ମଦ୍ୟାତ୍ୟୟ, ନନ୍ ଆଲକୋହୋଲିକ ସ୍ଟିଏଟୋହେପାଟାଇଟିସ (nonalcoholic steatohepatitis) (nash/ଏନଏଏସଏଚ), କେତେକ ଔଷଧ, ଟକ୍ସିନ/ବିଷ, ଅନ୍ୟ କେତେକ ସଂକ୍ରମଣ ଓ ଅଟୋଇମ୍ମ୍ୟୁନ ରୋଗ (autoimmune diseases) ଉଲ୍ଲେଖନୀୟ ଅଟେ । ଏହାକୁ ୫ ଶ୍ରେଣୀରେ ବିଭକ୍ତ କରାଯାଇଛି ଯଥା:- ହେପାଟାଇଟିସ ଏ, ବି, ସି, ଡି (D) ଓ ଇ (E) । ହେପାଟାଇଟିସ ଏ ଓ ଇ ଉଭୟ ଅପମିଶ୍ରିତ ଖାଦ୍ୟ ଓ ଜଳ ମାଧ୍ୟମରେ ବ୍ୟାପିଥାଏ । ହେପାଟାଇଟିସ ବି ସାଧାରଣତଃ ଯୌନ ସମ୍ଭୋଗ ସମୟରେ, ଶିଶୁ ଜନ୍ମ ସମୟରେ, ସଂକ୍ରମିତ ରକ୍ତ ନେବା ସମୟରେ ଓ ସଂକ୍ରମିତ ଛୁଞ୍ଚି ସାହାଯ୍ୟରେ ଇଞ୍ଜେକସନ ନେଲେ ବା ଶିରାଭ୍ୟନ୍ତର ଡ୍ରଗ ଇଞ୍ଜେକସନ ନେଲେ ବ୍ୟାପିଥାଏ । ହେପାଟାଇଟିସ ସି ଓ ଡି ଉଭୟ ସାଧାରଣତଃ ରକ୍ତ ମାଧ୍ୟମରେ ବ୍ୟାପିଥାଏ । ଟିକା ଦେବାଦ୍ୱାରା ହେପାଟାଇଟିସ ଏ, ବି ଓ ଡି ରୋଗମାନଙ୍କର ପ୍ରତିଷେଧ ହୁଏ । କ୍ରନିକ ଭୁତାଣୁ ହେପାଟାଇଟିସ ରୋଗକୁ ଔଷଧ ଦେଇ ଚିକିତ୍ସା କରାଯାଏ । ଏନଏଏସଏଚ ରୋଗ ନିମନ୍ତେ କୋଣସି ନିର୍ଦ୍ଧିଷ୍ଟ ଚିକିତ୍ସା ନାହିଁ, କିନ୍ତୁ ଶାରୀରିକ ସକ୍ରିୟତା, ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ, ଓଜନ କମେଇବା ଆଦି ଜୀବନଚର୍ଯ୍ୟା ଅତି ମହତ୍ତ୍ୱପୁର୍ଣ୍ଣ ହୁଏ । ଅଟୋଇମ୍ମୁନ ହେପାଟାଇଟିସ (Autoimmune hepatitis) ରୋଗକୁ ଇମ୍ମ୍ୟୁନୋସପ୍ରେସାଣ୍ଟ ଔଷଧ ଦେଇ ଚିକିତ୍ସା କରାଯାଏ । କେତେକ କେଶ୍ରେ ଯକୃତ ପ୍ରତିରୋପଣ (liver transplant) କରାଯାଇପାରେ ।ପୃଥିବୀରେ ସନ ୨୦୧୫ରେ ୧୧୪ ନିୟୁତ ଲୋକଙ୍କୁ ହେପାଟାଇଟିସ ଏ, ୩୪୩ ନିୟୁତ ଲୋକଙ୍କୁ ହେପାଟାଇଟିସ ବି ଓ ୧୪୨ ନିୟୁତ ଲୋକଙ୍କୁ କ୍ରନିକ ହେପାଟାଇଟିସ ସି ଆକ୍ରମଣ କରିଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ୧୧ ନିୟୁତ ଲୋକଙ୍କୁ ଏନଏଏସଏଚ ଓ ୫ ନିୟୁତ ଲୋକଙ୍କୁ ଆଲକୋହୋଲିକ ହେପାଟାଇଟିସ (alcoholic hepatitis) ଆକ୍ରମଣ କରିଥିଲା । ଅପ୍ରତ୍ୟକ୍ଷ ଭାବରେ ହେପାଟାଇଟିସ ରୋଗ ଯୋଗୁ ୧ ନିୟୁତ ମୃତ୍ୟୁ ହୁଏ, ସେଥିରୁ ଅଧିକାଂଶ ଯକୃତ କ୍ଷତଦାଗ (scar) ଓ ଯକୃତ କର୍କଟ ରୋଗମାନଙ୍କ ଯୋଗୁ ହୁଏ । ପ୍ରତିବର୍ଷ ଯୁକ୍ତରାଷ୍ଟ୍ର ଆମେରିକାରେ ୨୫୦୦୦ ଲୋକଙ୍କର ହେପାଟାଇଟିସ ରୋଗ ହେବା ଫଳରେ ୭୫ ଜଣଙ୍କର ମୃତ୍ୟୁ ହୁଏ । ହେପାଟାଇଟିସ ଶବ୍ଦଟି ଗ୍ରୀସ ଭାଷାରୁ ନିଆଯାଇଛି; Greek ଶବ୍ଦ hêpar (ἧπαρ) (ହେପାର), ଅର୍ଥ "liver"/ଯକୃତ, ଓ -itis/ଆଇଟିସ (-ῖτις) ଅର୍ଥ "inflammation"/ପ୍ରଦାହ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
କେନ୍ଦୁଝର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କେନ୍ଦୁଝର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କପିଳ ଚରଣ ସେଠୀ (୧୮ ଜାନୁଆରୀ ୧୯୨୪ - ୩୧ ଅକ୍ଟୋବର ୨୦୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ପୁରୁଷୋତ୍ତମ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭଣ୍ଡାରିପୋଖରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅତୀତରେ ବିଭିନ୍ନ ସାଶକ ମାନଙ୍କ ଦ୍ୱାରା ଶାଶିତ ଓଡିଶାରେ କଳା, ସ୍ଥାପତ୍ୟ ,ସାହିତ୍ୟ ,ନୃତ୍ୟ ,ସଂଗୀତ ଓ କୁଟୀରଶିଲ୍ପ ର ଅନନ୍ୟ ମିଶ୍ରଣ ଘଟିଥିଲା ; ଯାହା କେବଳ ଭାରତ ନୁହେଁ ,ବିଶ୍ଵଦରବାରରେ ମଧ୍ୟ ବିଖ୍ୟାତ ଏବଂ ଉଚ୍ଚ ପ୍ରସଂଶିତ । କୋଣାର୍କ ର ବିଶାଳ ଭଗ୍ନାବଶେଷ ଠାରୁ ପୂର୍ବତଟର ସୂକ୍ଷ୍ମାଦିସୂକ୍ଷ୍ମ ତାରକସି କାମ ଓଡ଼ିଆ ଶିଳ୍ପ କଳାର ବିସ୍ତାର ଦର୍ଶାଇଥାଏ । ଓଡିଶୀ ର ଭାବ ଏବଂ ଭଙ୍ଗୀ ଏକକାରାରେ ଓଡ଼ିଆ ନୃତ୍ୟ କଳାର ମନୋମୁଗ୍ଧକର ଶୈଳୀ ଓ ପାରଦର୍ଶିତା ର ପରିଚାୟକ ଅଟେ । ଦୁର୍ଦ୍ଧଷ କଳିଙ୍ଗ ରୁ ଉତ୍କର୍ଷ ଉତ୍କଳ ଏବଂ ଉଡ୍ରଦେଶ ଓଡିଶା ରେ ପରିବର୍ତନ ଅବାଶ୍ୟମ୍ଭାବୀ ଥିଲା , କିନ୍ତୁ ସବୁସମୟରେ ଓଡିଶାର କଳାପ୍ରତି ଶ୍ରଦ୍ଧା ଓ ଯୋଗଦାନ ଏହାକୁ ବିଶ୍ଵମାନଚିତ୍ରରେ ସ୍ୱତନ୍ତ୍ର ସ୍ଥାନ ଦେଇଆସିଛି I କଳା କ୍ଷେତ୍ରରେ ଅସମ୍ଭବ ସୃଷ୍ଟି କେତେବେଳେ କଳାପାହାଡ଼ର ଲୋଲୁପ ଦୃଷ୍ଟି ଆକର୍ଷଣ କରିଛି ତ, କେତେବେଳେ ଗୀତଗୋବିନ୍ଦ ପରି ସାହିତ୍ୟର ଅସହ୍ୟ ଅଳଙ୍କାରିକ ସୌନ୍ଦର୍ୟ ବଙ୍ଗୀୟ ଈର୍ଷାର କେନ୍ଦ୍ରବିନ୍ଦୁ ପାଲଟିଛି I ଭାଷାକାର ମାନେ ସ୍ୱୟଂ କହିଯାଇଛନ୍ତି :
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ନବରଙ୍ଗପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ନବରଙ୍ଗପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବ ମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
କ୍ରେଡିଟ କାର୍ଡ଼ ବା ବାକି କାର୍ଡ ଏକ ଛୋଟ ପ୍ଲାଷ୍ଟିକ କାର୍ଡ ଅଟେ । ଏହି କାର୍ଡଦ୍ୱାରା ଜିନିଷପତ୍ର କିଣିଲେ ଆଗ ପଇସା ଦେବାକୁ ପଡେନାହିଁ । ପ୍ରଥମେ ବାକିରେ ଏହି କାର୍ଡ଼ଧାରୀ ଜିନିଷ କିଣି ପରେ ଏହାର ମୂଲ୍ୟ ଦେଇପାରିବେ । ଏହି କାର୍ଡଦ୍ୱାରା ଏଟିଏମ କିମ୍ବା ବ୍ୟାଙ୍କରୁ ନଗଦ ଅର୍ଥ ମଧ୍ୟ ଉଠାଯାଇ ପାରେ । କିଣିଥିବା ଜିନିଷର ପଇସା ସଠିକ ସମୟରେ ଦେଇନପାରିଲେ ଉଚ୍ଚ ହାରରେ ସୁଧ ସହିତ ମୂଳ ଦେବାକୁ ପଡ଼ିଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜୀବସାର ଖ ବା ଭିଟାମିନ ଖ (ଇଂରାଜୀରେ Vitamin B) ଗୋଟିଏ ଭିଟାମିନ ଗୋଷ୍ଠିର ନାମ । ଏହି ଭିଟାମିନ ଦେହର ଜୀବକୋଷ ବିପାକରେ (metabolism) ସାହାଯ୍ୟ କରେ । ଏହି ଭିଟାମିନମାନଙ୍କର ଏକା ଭଳି ନାମ ଥିଲେ ମଧ୍ୟ ଗବେଷଣାଦ୍ୱାରା ଦେଖାଯାଇଛି, ସେ ସମସ୍ତଙ୍କର ରାସାୟନିକ ଗଠନ ପରଷ୍ପରଠାରୁ ଅଲଗା କିନ୍ତୁ ସମସ୍ତେ ଖାଦ୍ୟରେ ଏକାଠି ଥାଆନ୍ତି । ଏହି ଗୋଷ୍ଠିରେ ଆଠଟି ଭିଟାମିନ ଥାଏ । ସମସ୍ତଙ୍କୁ ବର୍ଣ୍ଣମାଳାର ଗୋଟିଏ ଅକ୍ଷର 'ଖ' ସାଥୀରେ ଗୋଟିଏ ସଂଖ୍ୟା ଦିଆଯାଇଥାଏ, ଯେପରିକି ଖ୧, ଖ&nଖsp;୨ ଇତ୍ୟାଦି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଭାରତର ବ୍ୟସ୍ତତମ ବିମାନବନ୍ଦରଗୁଡ଼ିକର ସାରଣୀ
ଭାରତୀୟ ବିମାନବନ୍ଦର ପ୍ରାଧୀକରଣଦ୍ୱାରା ପ୍ରକାଶିତ ଏହି ସାରଣୀରେ ୨୦୧୫-୧୬ରେ ଭାରତର ସବୁଠୁ ବ୍ୟସ୍ତ ବିମାନ ବନ୍ଦର ସବୁର ତାଲିକା ପ୍ରସ୍ତୁତ ହେଇଛି । ଏହା ସମୁଦାୟ ଯାତ୍ରୀ ପରିବହନ ସମୀକ୍ଷା ଉପରେ ଆଧାରିତ ।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।