ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ଏକ ବର୍ତ୍ତମାନର ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହାକୁ ଫୋନୀ, ଫନି ଏବଂ ଫନୀ ନାମରେ ମଧ୍ୟ ଉଲ୍ଲେଖ କରାଯାଇଥାଏ । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ଦେଢ଼ କୋଟିରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା । ଓଡ଼ିଶାରେ ୪୧ ଜଣ ବ୍ୟକ୍ତିଙ୍କ ସମେତ ୩୪ ଲକ୍ଷ ୫୨ ହଜାର ପଶୁପକ୍ଷୀଙ୍କର ମୃତ୍ୟୁ ଘଟିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି, ଓଡ଼ିଶା
ଓଡ଼ିଶା ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି (CMRF) ହେଉଛି, ବିପଦ ଏବଂ ସଙ୍କଟ ସ୍ଥିତିରେ ପ୍ରଭାବିତ ବ୍ୟକ୍ତିମାନଙ୍କୁ ସହାୟତା ଦେବା, ଗୁରୁତର ରୋଗରେ ପୀଡିତ ରୋଗୀମାନଙ୍କର ଚିକିତ୍ସା କରିବା, ଜନକଲ୍ୟାଣ ପାଇଁ ସହାୟତା ଇତ୍ୟାଦି କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କର ଏକ ଜରୁରୀକାଳୀନ ପାଣ୍ଠି । ପ୍ରାକୃତିକ ଦୁର୍ବିପାକ ଯଥା ବନ୍ୟା, ବାତ୍ୟା, ଭୂମିକମ୍ପ, ମରୁଡ଼ି ଇତ୍ୟାଦି ଏବଂ କର୍କଟ ରୋଗର ଚିକିତ୍ସା , ବୃକକ ପ୍ରତିରୋପଣ, ମସ୍ତିଷ୍କରେ ଟ୍ୟୁମର, ହୃଦୟ ଅସ୍ତ୍ରୋପଚାର ଇତ୍ୟାଦିରେ ମଧ୍ୟ ଏହି ପାଣ୍ଠି ପ୍ରଦାନ କରାଯାଇପାରେ । ୧୯୫୪ ମସିହାରେ ଏହାକୁ ଆରମ୍ଭ କରାଯାଇଥିଲା । ଉଭୟ ରାଜ୍ୟ ସରକାରଙ୍କର ବଜେଟ ଏବଂ ସାଧାରଣ ଜନତାଙ୍କର ସିଧା ସଳଖ ଅବଦାନରୁ ଏଥିରେ ପାଣ୍ଠି ଯୋଗାଡ଼ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ହରପ୍ରସାଦ ମହାପାତ୍ର (ଜନ୍ମ: ୨୪ ଜୁଲାଇ ୧୯୨୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ଏବଂ ପରେ ଜନତା ପାର୍ଟିରେ ଯୋଗ ଦେଇଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସୋର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କରୁଣାକର ପାଣିଗ୍ରାହୀ (୧ ଜାନୁଆରୀ ୧୯୮୯ - ୪ ମଇ ୧୯୭୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଅସହଯୋଗ ଆନ୍ଦୋଳନ, ଲବଣ ସତ୍ୟାଗ୍ରହ, ଭାରତ ଛାଡ଼ ଆନ୍ଦୋଳନ ଆଦିରେ ସକ୍ରିୟ ଭାବରେ ଅଂଶଗ୍ରହଣ କରି କାରାବରଣ କରିଥିଲେ । ଭାରତ ସ୍ୱାଧୀନ ହେବା ହେବା ଆଗରୁ ସେ ୨ୟ ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ଏବଂ ସ୍ୱାଧୀନ ହେବାପରେ ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ସ୍ୱାଧୀନ ଭାରତର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ପ୍ରାର୍ଥୀ ଭାବରେ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୧୯୬୧ ମସିହାରେ ସୋରୋ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ରତ୍ନାକର ମହାନ୍ତି (୧ ଫେବୃଆରୀ ୧୯୨୨ - ୨୦ ଅକ୍ଟୋବର ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରାର୍ଥୀ ଭାବରେ ସେ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ପଞ୍ଚାନନ ନାୟକ ଜଣେ ଓଡ଼ିଆ ଗୀତିକାର । ସେ ଓଡ଼ିଆ କଥାଚିତ୍ର, ଆଧୁନିକ ଆଲବମ୍ ଆଦିରେ ଅନେକ ଗୀତ ରଚନା କରିଛନ୍ତି । ପଞ୍ଚାନନ ୨୦୦୫ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ରଚନା କରିବା ଆରମ୍ଭ କରିଥିଲେ । ଏହାପୂର୍ବରୁ ସେ ଓଡ଼ିଆ ଆଲବମ ଜଗତରେ ଗୀତ ଲେଖି ଜଣେ ଗୀତିକାର ଭାବରେ ପ୍ରବେଶ କରିଥିଲେ । ୨୦୦୫ରେ ସେ ଓଡ଼ିଆ କଥାଚିତ୍ର ତତେ ମୋ ରାଣରେ ଗୀତ ରଚନା କରି ଓଡ଼ିଆ କଥାଚିତ୍ର ଜଗତରେ କାମ ଆରମ୍ଭ କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ହସ୍ତମୈଥୁନ ଯୌନ ଉତ୍ତେଜନା ନିମନ୍ତେ ଜଣଙ୍କର ନିଜ ଯୌନାଙ୍ଗର ଏକ ପ୍ରକାର ଯୌନ ଉଦ୍ଦୀପନାକୁ ଓ ଯୌନ ଉଦ୍ଦୀପନାର ଶିଖର ଅବସ୍ଥା ଯାଏ କରାଯାଉଥିବା କାର୍ଯ୍ୟକଳାପକୁ ବୁଝାଇଥାଏ । ଏହି ଉଦ୍ଦୀପନା ସାଧାରଣତଃ ହାତ, ଆଙ୍ଗୁଳି, ନିତିଦିନିଆ ବ୍ୟବହାରରେ ଲାଗୁଥିବା ବସ୍ତୁ, ଭାଇବ୍ରେଟର ଆଦି ଯୌନ ଖେଳନା ବା ଏସବୁର ସାମଗ୍ରୀକ ବ୍ୟବହାରଦ୍ୱାରା ମିଳିଥାଏ ।ପ୍ରାୟ ପ୍ରତ୍ୟେକ ପୁରୁଷ ଓ ତିନି ଚତୁର୍ଥାଂଶ ସ୍ତ୍ରୀ ନିଜ ଜୀବନରେ କେବେ ନା କେବେ ହସ୍ତମୈଥୁନ କରିଥାନ୍ତି । ପୁରୁଷଟିଏ ସ୍ତ୍ରୀଠାରୁ କମ୍ ବୟସରେ ଏଭଳି କରିବା ଶିଖିଥାଏ । ସ୍ତ୍ରୀଠାରୁ ପୁରୁଷମାନେ ଏଭଳି ବ୍ୟବହାର ଅଧିକ କରିଥାନ୍ତି ।
ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା
୧୯୩୬ରେ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ଗଠନ ହେବା ପରେ ରାଜ୍ୟପାଳ ଭାବେ ଦାୟିତ୍ୱ ନିର୍ବାହ କରିଥିବା ବ୍ୟକ୍ତି ବିଶେଷଙ୍କ ତାଲିକା:
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ନୀଳମଣି ରାଉତରାୟ (୨୪ ମଇ ୧୯୨୦ - ୪ ଅକ୍ଟୋବର ୨୦୦୪) ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୧୯୭୭ ଠାରୁ ୧୯୮୦ ପର୍ଯ୍ୟନ୍ତ ଦାୟିତ୍ୱ ନିର୍ବାହ କରିଥିଲେ ।ସେ କେନ୍ଦ୍ରରେ ପ୍ରଥମେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଓ ପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭାବେ ବିଶ୍ୱନାଥ ପ୍ରତାପ ସିଂହଙ୍କ ନେତୃତ୍ୱାଧୀନ ମନ୍ତ୍ରୀମଣ୍ଡଳରେ କାର୍ଯ୍ୟ କରିଥିଲେ । ୪ ଅକ୍ଟୋବର ୨୦୦୪ରେ ତାଙ୍କର ଦେହାନ୍ତ ହୋଇଥିଲା ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ବିରେନ ପଲେଇ (୨ ମାର୍ଚ୍ଚ ୧୯୫୫ - ୨ ମାର୍ଚ୍ଚ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସେ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓମ୍ (ॐ) କିମ୍ବା ଓଁକାରର ନାମନ୍ତର ପ୍ରଣବ ଅଟେ । ଏହା ଈଶ୍ୱରର ବାଚକ ଅଟେ । ଈଶ୍ୱରଙ୍କ ସହିତ ଓଁକାରର ବାଚ୍ୟ-ବାଚକ-ଭାବ ସମ୍ବନ୍ଧ ନିତ୍ୟ ଅଟେ, ସାଙ୍କେତିକ ନୁହେଁ । ସଙ୍କେତ ନିତ୍ୟ କିମ୍ବା ସ୍ୱାଭାବିକ ସମ୍ବନ୍ଧକୁ ପ୍ରକଟ କରିଥାଏ। ସୃଷ୍ଟିର ଆଦିରେ ସର୍ବପ୍ରଥମ ଓଁକାର ରୂପୀ ପ୍ରାଣବର ହିଁ ସ୍ଫୁରଣ ହୋଇଥାଏ । ତଦାନନ୍ତର ସାତ କୋଟି ମନ୍ତ୍ରର ଆବିର୍ଭାବ ହୋଇଥାଏ । ଏହି ମନ୍ତ୍ରର ବାଚ୍ୟ ଆତ୍ମାର ଦେବତା ରୂପେ ପ୍ରସିଦ୍ଧ ହୋଇଥାଏ । ଏହି ଦେବତା ମାୟା ଉପରେ ବିଦ୍ୟମାନ ମାୟା ସୃଷ୍ଟିର ନିୟନ୍ତ୍ରଣ କରିଥାଏ । ଏଥିରୁ ଅଧା ଶୁଦ୍ଧ ମାୟାଜଗତରେ କାର୍ଯ୍ୟ କରିଥାଏ ଏବଂ ଶେଷ ଅଧା ଅଶୁଦ୍ଧ କିମ୍ବା ମଳିନ ମାୟା ଜଗତରେ । ଏହି ଏକ ଶବ୍ଦକୁ ବ୍ରହ୍ମାଣ୍ଡର ଭୌତିକ ବଚନ ମାନନ୍ତି, 16 ଶ୍ଳୋକରେ ଏହାର ମହିମା ବର୍ଣ୍ଣିତ ହୋଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ୱ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ୱାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ୱତନ୍ତ୍ର ।
ସିଲଡେନାଫିଲ (ଇଂରାଜୀ ଭାଷାରେ Sildenafil, ବିକ୍ରୟ ନାମ ଭାଇଏଗ୍ରା/ Viagra) ଏକ ଔଷଧର (medication) ନାମ ଯାହା ଲିଙ୍ଗ ଉତ୍ଥାନ (erectile dysfunction) ସମସ୍ୟା ଓ ପଲମୋନାରି ହାଇପରଟେନସନ (pulmonary arterial hypertension) ଚିକିତ୍ସା ନିମନ୍ତେ ଦିଆଯାଏ । ମହିଳାମାନଙ୍କର ଯୌନ ସମସ୍ୟା ନିମନ୍ତେ ପ୍ରଭାବଶୀଳ କି ନୁହେଁ, ସେ ବିଷୟ ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ (by mouth) ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ । ପ୍ରାୟ ୨୦ ମିନିଟ ମଧ୍ୟରେ ଏହା କାର୍ଯ୍ୟକ୍ଷମ ହୁଏ ଓ ୨ ଘଣ୍ଟା ପର୍ଯ୍ୟନ୍ତ ପ୍ରଭାବ ରହେ । ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ବିନ୍ଧା, ଛାତିଜ୍ୱାଳା (heartburn) ଓ ଚର୍ମ ଲାଲ ଦେଖାଯାଏ । ହୃତ୍ପିଣ୍ଡ ରକ୍ତନଳୀ ରୋଗ ଥିଲେ (cardiovascular disease) ସାବଧାନତା ସହିତ ଏହା ଦିଆଯାଏ । କ୍ୱଚିତ ଦୀର୍ଘକାଳୀନ ଲିଙ୍ଗ ଉତ୍ଥାନ (prolonged erection) ରହିପାରେ ଯାହା ଲିଙ୍ଗକୁ ନଷ୍ଟ କରିଦେଇପାରେ । ନାଇଟ୍ରୋଗ୍ଲିସେରିନ (nitroglycerin/ glycerin trinitrate) ଭଳି ନାଇଟ୍ରେଟ (nitrate) ସହିତ ସିଲଡେନାଫିଲ ଦେଲେ ରକ୍ତଚାପ (blood pressure) ସାଂଘାତିକ ଭାବରେ କମିଯାଉଥିବାରୁ ଏହା ଦିଆଯାଏନାହିଁ ।ସିଜିଏମପି-ସ୍ପେସିଫିକ ଫସଫୋଡାଇଇସ୍ଟରେଜ ଟାଇପ ୫ (phosphodiesterase 5/ PDE5), ଏକ ଇଞ୍ଜାଇମ (enzyme) ଯାହା ସାଇକ୍ଲିକ ଗୁଆନୋସିନ ମୋନୋଫସଫେଟ (cGMP) ଭାଙ୍ଗି ଲିଙ୍ଗର (penis) ରକ୍ତସରାବରାହକୁ ନିୟନ୍ତ୍ରଣ କରେ ତାହାକୁ ସିଲଡେନାଫିଲ ଅବରୋଧ କରି କାର୍ଯ୍ୟକ୍ଷମ ହୁଏ । ଏହା କର୍ଯ୍ୟକ୍ଷମ ହେବା ନିମନ୍ତେ ଯୌନ ଉତ୍ତେଜନା (sexual arousal) ରହିବା ଆବଶ୍ୟକ । ଫୁସଫୁସର ଧମନୀଗୁଡ଼ିକ ମଧ୍ୟ ସ୍ଫୀତ ହୋଇଯାଏ । ସନ ୧୯୮୯ରେ ଫାଇଜର (Pfizer) ପ୍ରଥମେ ହୃତ୍ପିଣ୍ଡ ସମ୍ପର୍କୀୟ ଯନ୍ତ୍ରଣା ବା ଆଞ୍ଜାଇନା (heart related chest pain) ଉପଶମ ନିମନ୍ତେ ସିଲଡେନାଫିଲ ଆବିଷ୍କର କରିଥିଲା । ସନ ୧୯୯୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକା ଓ ୟୁରୋପରେ ଏହା ସ୍ୱୀକୃତ ହୋଇଥିଲା । ସନ ୧୦୧୬ରେ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରାୟ ୨ ନିୟୁତ ସିଲଡେନାଫିଲ ପ୍ରେସକ୍ରିପସନ ଲେଖାଯାଇଥିଲା । ସନ ୨୦୧୭ରେ ଏହା ଜେନେରିକ ଔଷଧ (generic medication) ଭାବରେ ମିଳିଲା । ସଂଯୁକ୍ତ ରାଷ୍ଟ୍ରରେ ଏହା ବିନା ପ୍ରେସକ୍ରିପସନରେ (over the counter) ମିଳେ । ସନ ୨୦୧୮ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ହୋଲସେଲ ମୂଲ୍ୟ ୧ ଡଲାରରୁ କମ୍ ଥିଲା ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.