ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଅବସାଦ(ଇଂରାଜୀ: Depression) ହେଉଛି ମନର ଏକ ପ୍ରକାର ଭାବ ବା ଅବସ୍ଥା ଯେଉଁଥିରେ କିଛି କାମଦାମ କରିବାକୁ ଇଛା ହୁଏନାହିଁ , ମନ ଉଦାସ ରହେ ଇତ୍ୟାଦି ଯାହାକି ଜଣେ ମନୁଷ୍ୟର ଚିନ୍ତାଧାରା, ବ୍ୟବହାର, ପ୍ରବୃତ୍ତି, ଭାବନା ଏବଂ ଭଲ କଥା ଭାବିବା ଆଦିକୁ ପ୍ରଭାବିତ କରିପାରେ । ଗୋଟିଏ ଅବସାଦ ମନ ସାଧାରଣତଃ ନିଜ ଲୋକ କାହାକୁ ହରେଇବାର ଏକ କ୍ଷଣସ୍ଥାୟୀ ପ୍ରତିକ୍ରିୟା ହୋଇଥାଏ । ଆହୁରି କୌଣସି ଔଷଧର ପାର୍ଶ୍ୱ ପ୍ରତିକ୍ରିୟାରେ ବି ହୋଇପାରେ କିମ୍ବା କୌଣସି ଶାରୀରିକ ରୋଗ ଯୋଗୁଁ ମଧ୍ୟ ହୋଇପାରେ । ଗୋଟିଏ ଅବସାଦ ମନ ମଧ୍ୟ କିଛି ମନ ରୋଗ, ପ୍ରମୁଖ ଅବସାଦ ବେମାରୀର ଲକ୍ଷଣ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବିନାଇନ ପାରୋକସିସମାଲ ପୋଜିସନାଲ ଭର୍ଟାଇଗୋ
ବିନାଇନ ପାରୋକସିସମାଲ ପୋଜିସନାଲ ଭର୍ଟାଇଗୋ (ଇଂରାଜୀରେ Benign paroxysmal positional vertigo ବା ବିପିପିଭି/ BPPV) ରୋଗରେ ଅନ୍ତଃକର୍ଣ୍ଣରେ ସମସ୍ୟା ଥାଏ । ନିଜେ ଘୁରିବା ବେଳେ ମୁଣ୍ଡର ସ୍ଥାନ ପରିବର୍ତ୍ତନ ସଙ୍ଗେ ସଙ୍ଗେ ସ୍ୱଳ୍ପ ସମୟ ନିମନ୍ତେ ମୁଣ୍ଡ ବୁଲାଏ । ବିଛଣାରେ ପାର୍ଶ୍ୱ ପରିବର୍ତ୍ତନ ସମୟରେ ବା ସ୍ଥାନ ପରିବର୍ତ୍ତନ ସମୟରେ ଏହି ସମସ୍ୟା ଜାତ ହୁଏ । ପ୍ରତି ମୁଣ୍ଡବୁଲା ଏକ ସେକେଣ୍ଡରୁ କମ ସମୟ ଧରି ହୁଏ । ଏହା ସହିତ ସାଧାରଣତଃ ଓକାଳ (Nausea) ଲାଗେ । ମୁଣ୍ଡବୁଲା ବା ଭର୍ଟାଇଗୋର ଏହି ରୋଗ ଏକ କାରଣ । ବିପିପିଭି ରୋଗ ମୁଣ୍ଡ ଆଘାତ ଯୋଗୁ ବା ବୟସାଧିକ୍ୟ ଯୋଗୁ ହୁଏ । ଅଧିକାଂଶ ସମୟରେ ନିର୍ଦ୍ଦିଷ୍ଟ କାରଣ ମିଳେନି । ଅନ୍ତକର୍ଣ୍ଣ ଭିତରେ ଗୋଟିଏ କ୍ଷୁଦ୍ର କ୍ୟାଲସିଅମଯୁକ୍ତ ଅଟୋଲିଥର ଚଳନ ଯୋଗୁ ଏହା ହୁଏ । ଲାବିରିନ୍ଥାଇଟିସ (labyrinthitis) ଓ ମିନିଅର ଡିଜିଜ (Ménière's disease) ଭଳି ଏହା ଏକ ସନ୍ତୁଳନ ବେମାରୀ (balance disorder) । ଡିକ୍ସ-ହଲପାଇକାର ମାନୋଭର (Dix-Hallpike maneuver) ଫଳରେ ନିସ୍ଟାଗମସ (nystagmus) ହେଲେ ଏହି ରୋଗ ନିର୍ଣ୍ଣୟ କରାଯାଏ ଓ ଅନ୍ୟାନ୍ୟ କାରଣମାନ ନ ଥିବା ଅନୁଶୀଳନ କରାଯାଏ । ସ୍ୱାଭାବିକ କେଶ୍ରେ ମେଡିକାଲ ଇମେଜିଙ୍ଗ ଆବଶ୍ୟକ ହୁଏନି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମହାମେଘ ବାହାନ ଐର ଖାରବେଳ ସ୍ୱାଇଁ (ଜନ୍ମ: ୨୫ ଅକ୍ଟୋବର ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ କାର୍ଯ୍ୟ କରିଥିଲେ । ୧୯୯୮, ୧୯୯୯ ଓ ୨୦୦୪ ମସିହାରେ ସେ ୧୨ଶ, ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭାକୁ ବାଲେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ଖାରବେଳେ ସ୍ୱାଇଁ ବିଜେପିରୁ ଇସ୍ତଫା ଦେଇ ଉତ୍କଳ ଭାରତ ନାମରେ ଏକ ରାଜନୈତିକ ଦଳ ଗଠନ କରିଥିଲେ, ମାତ୍ର ପରେ ପୁଣିଥରେ ବିଜେପିକୁ ପ୍ରତ୍ୟାବର୍ତ୍ତନ କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ରଘୁନାଥ ମୁର୍ମୁ (୧୮ ମଇ ୧୯୦୫ – ୧ ଫେବୃଆରୀ ୧୯୮୨) ଜଣେ ଭାଷା ଓ ଲିପି ଗବେଷକ ଥିଲେ । ସେ ପ୍ରଥମ କରି ଅଲ ଚିକି ଲିପି ତିଆରି କରିଥିବାରୁ ଏହି ଲିପିର ଜନକ ନାମରେ ମଧ୍ୟ ଜଣାଶୁଣା । ଏଥି ନିମନ୍ତେ ତାଙ୍କୁ ସାନ୍ତାଳୀ ଭାଷାଭାଷୀ ଲୋକେ ଆଦରରେ "ଗୁରୁ ଗୋମକେ' ବୋଲି ମଧ୍ୟ ଡାକିଥାନ୍ତି । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ ("ପ୍ରଣାଳୀ"), ଅଲ ସିକି, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି ସାନ୍ତାଳୀ ଭାଷା ଲେଖିବା ନିମନ୍ତେ ଭାରତ ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ସାନ୍ତାଳୀ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଥିଲେ । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ୱୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ଜାମବାଣୀଠାରେ ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ ଓ ୨୦୦୭ ମସିହାରେ ମୁର୍ସିଦାବାଦଠାରେ କଲ୍ୟାଣୀ ବିଶ୍ୱବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ଓଡ଼ିଶା ସରକାର ମଧ୍ୟ ରାଜ୍ୟର ପଞ୍ଚମ ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ସୁରେନ୍ଦ୍ରନାଥ ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ସ୍ୱାଧୀନା ପୂର୍ବରୁ ଏବଂ ସ୍ୱାଧୀନତା ପରେ ଗଠିତ ଓଡ଼ିଶା ବିଧାନ ସଭାରେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ସ୍ୱାଧୀନା ପୂର୍ବରୁ ୧୯୪୬ ମସିହାରେ କେନ୍ଦ୍ରୀୟ ବାଲେଶ୍ୱର ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ଏବଂ ସ୍ୱାଧୀନତା ପରେ ୧୯୫୨ ମସିହାରେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ବୈଶାଖ ମାସର ପୂର୍ଣ୍ଣମୀ ତିଥିରେ ବୁଦ୍ଧ ଜୟନ୍ତୀ ପାଳିତ ହୁଏ। ତେଣୁ ଏହି ପୂର୍ଣ୍ଣିମାକୁ ବୌଦ୍ଧ ପୂର୍ଣ୍ଣିମା କୁହାଯାଏ। ବୌଦ୍ଧ ଧର୍ମରେ ପର୍ବପର୍ବାଣୀ ଓ ଆଡମ୍ବର କମ୍ ଥିଲେ ହେଁ ଉପାସନା, ଆରାଧନା, ଧ୍ୟାନ ଓ ସାଧନା ଆଦି ଆଚରଣବିଧି ପାଇଁ ବର୍ଷର ବାରଟିଯାକ ପୂର୍ଣ୍ଣିମା ତିଥି ଅତ୍ୟନ୍ତ ପୁଣ୍ୟ ଦିବସ। ବୌଦ୍ଧ ଧର୍ମାବଲମ୍ବୀମାନେ ପ୍ରତ୍ୟେକ ପୂର୍ଣ୍ଣିମା ତିଥିରେ ପ୍ରାର୍ଥନା ଓ ଧ୍ୟାନ ବ୍ୟତୀତ ସ୍ୱତନ୍ତ୍ର ଉପାସନା ପର୍ଯ୍ୟନ୍ତ ଉପବାସ ରହିଥାନ୍ତି।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଡାର୍କ ୱେବ ହେଉଛି ୱାର୍ଲଡ଼ ୱାଇଡ଼ ୱେବର ଏପରି ଏକ ଅଂଶ ଯାହା ଡାର୍କ ନେଟରେ ପରିଚାଳିତ ହୋଇଥାଏ । ଡାର୍କ ୱେବରେ ଥିବା ତଥ୍ୟକୁ ହାସିଲ କରିବା ପାଇଁ କିଛି ବିଶେଷ ସଫ୍ଟୱେର ଏବଂ ପ୍ରଣାଳୀ ଆବଶ୍ୟକ । ଡାର୍କ ୱେବ ଡିପ ୱେବର ଏକ ଛୋଟ ଅଂଶ ପ୍ରସ୍ତୁତ କରିଥାଏ । ଡ଼ିପ ୱେବ ଇଣ୍ଟରନେଟର ଏପରି ଏକ ଅଂଶ ଯାହା କି ସନ୍ଧାନୀ ସଫ୍ଟୱେୟାରଦ୍ୱାରା ଈଂଡେ଼କ୍ସ ହୋଇ ନଥାଏ । ଡାର୍କ ୱେବ ଏବଂ ଡ଼ିପ ୱେବ ଏକା ପ୍ରକାରର ଲାଗୁ ଥିଲେ ମଧ୍ୟ ସେମାନଙ୍କୁ ସମାନ ବୋଲି ଭାବିନେବା ଠିକ ନୁହେଁ ।ଡାର୍କ ୱେବକୁ ଧାରଣ କରୁଥିବା ଡାର୍କ ନେଟ କେତେକ ପୀୟର ଟୁ ପୀୟର ନେଟୱର୍କ ଏବଂ ଟୋର, ଆଇ ଟୁ ପି ଭଳି ନେଟୱର୍କକୁ ନେଇ ପ୍ରସ୍ତୁତ ହୋଇ ଥାଏ । ଏନକ୍ରିପ୍ସନ ନଥିବାରୁ ଡାର୍କ ନେଟକୁ ବ୍ୟବହାର କରୁଥିବା ବ୍ୟକ୍ତିମାନେ, ସାଧାରଣ ୱେବକୁ କ୍ଲିୟରନେଟ ବୋଲି ମଧ୍ୟ କହି ଥାନ୍ତି ।
ବିଜୁ ବାବୁ, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ପଦ୍ମଶ୍ରୀ ନୀଳ ମାଧବ ପଣ୍ଡା ଏହି ଚଳଚ୍ଚିତ୍ରର ପ୍ରଯୋଜନା କରିଥିଲେ । ଦେବୀପ୍ରସାଦ ଲେଙ୍କା ଓ ବିଶାଲ ମୌର୍ୟ୍ୟ ଏହାର ନିର୍ଦ୍ଦେଶନା ଦେଇଥିଲେ ।ଏହି ଚଳଚ୍ଚିତ୍ରଟି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଆଦର୍ଶ ଉପରେ ଅନୁପ୍ରାଣିତ ଥିଲା , ଏହା ବିଜୁ ବାବୁଙ୍କର ଜୀବନୀ ଉପରେ ନିର୍ମିତ ହୋଇନଥିଲା ।
ଶ୍ୟାମସୁନ୍ଦର ମହାପାତ୍ର (୨୫ ଜାନୁଆରୀ ୧୯୨୯ - ୨୨ ଅପ୍ରେଲ ୨୦୦୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ଏବଂ ଭାରତୀୟ ସମ୍ବିଧାନର ତଳ ସଦନ ଲୋକ ସଭାରେ ସାଂସଦ ଭାବରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ୫ମ ଓଡ଼ିଶା ବିଧାନ ସଭାକୁ ରାଉରକେଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ଏବଂ ପରେ ୫ମ ଲୋକ ସଭାକୁ ବାଲେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ଉତ୍କଣ୍ଠା ବେମାରୀ ବା ଉଦ୍ବେଗ ଅବ୍ୟବସ୍ଥା ଏକ ପ୍ରକାର ମାନସିକ ବେମାରୀମାନଙ୍କର (mental disorder) ଗୋଷ୍ଠୀକୁ ବୁଝାଏ ଯେଉଁଥିରେ ଭୟ (fear) ଓ ଉତ୍କଣ୍ଠା (anxiety) ଦେଖାଯାଏ । ଉତ୍କଣ୍ଠାରେ ବର୍ତ୍ତମାନ ଘଟଣାବଳୀ ପ୍ରତିକ୍ରିୟାରେ ସମ୍ଭାବ୍ୟ ଭବିଷ୍ୟତ ଘଟଣାବଳୀ ନିମନ୍ତେ ଚିନ୍ତା ପ୍ରକଟ ହୁଏ । ଏହି ଅନୁଭବ ଯୋଗୁ ଶାରୀରିକ ଲକ୍ଷଣ ଦେଖାଯାଏ ଯେପରିକି ଦୃତ ହୃତ୍ପିଣ୍ଡ ଗତି ଓ ଅସ୍ଥିରତା ଦେଖାଯାଏ । ଅନେକ ପ୍ରକାର ଉତ୍କଣ୍ଠା ବେମାରୀ ଅଛି ଯଥା:- ସାମୁହିକ ଉତ୍କଣ୍ଠା ବେମାରୀ (generalized anxiety disorder), ନିର୍ଦ୍ଦିଷ୍ଟ ଫୋବିଆ (specific phobia), ସାମାଜିକ ଉତ୍କଣ୍ଠା ବେମାରୀ (social anxiety disorder), ବିଚ୍ଛେଦ ଉତ୍କଣ୍ଠା ବେମାରୀ (en:separation anxiety disorder), ଆଗୋରାଫୋବିଆ (agoraphobia), ଓ ଆତଙ୍କ ବେମାରୀ (panic disorder) । ଲକ୍ଷଣ ଅନୁସାରେ ବେମାରୀରେ ଫରକ ହୁଏ । ଲୋକମାନଙ୍କର ଏକାଧିକ ଉତ୍କଣ୍ଠା ବେମାରୀ ମଧ୍ୟ ହୋଇପାରେ ।ବଂଶାନୁକ୍ରମିକ ଜେନେଟିକ (genetic) ଓ ପରିବେଶ କାରଣମାନଙ୍କ ଯୋଗୁ ଏହି ରୋଗ ହୁଏ । ମାନସିକ ରୋଗ, ଶିଶୁ ଅତ୍ୟାଚାର (child abuse) ଓ ଦାରିଦ୍ର୍ୟର ପାରିବାରିକ ଇତିହାସ ଥିଲେ ଏହି ରୋଗ ସଙ୍କଟ ରହେ । ଏହି ରୋଗ ସହିତ ଅନ୍ୟାନ୍ୟ ମାନସିକ ରୋଗ ରହିପାରେ ଯେପରିକି (ପ୍ରମୁଖ ଅବସାଦ ବେମାରୀ), ବ୍ୟକ୍ତିତ୍ୱ ଅବ୍ୟବସ୍ଥା (personality disorder) ଓ ସବସ୍ଟାନ୍ସ ୟୁଜ ଡିଜଅର୍ଡ଼ର (substance use disorder) । ଅତି କମ୍ରେ ୬ ମାସ ଧରି ଲକ୍ଷଣ ରହିଥିଲେ ଓ କର୍ମ କୁଶଳତା କମ୍ ଥିଲେ ଏହି ରୋଗ ନିର୍ଣ୍ଣୟ କରାଯାଏ । ଅନ୍ୟାନ୍ୟ ମାନସିକ ଓ ଡାକ୍ତରୀ ସମସ୍ୟା ଯଥା: ହାଇପରଥାଇରଏଡିଜମ, ହୃତ୍ପିଣ୍ଡ ରୋଗ, କେଫିନ (caffeine), ଆଲକୋହୋଲ (alcohol) ବା କାନାବିସ (cannabis) ବ୍ୟବହାର ଓ କେତେକ ଔଷଧର ବ୍ୟବହାର ବନ୍ଦ କଲେ ଏହି ଉଦ୍ବେଗ ଅବ୍ୟବସ୍ଥାର ଲକ୍ଷଣ ସଦୃଶ ଲକ୍ଷଣ ଦେଖାଯାଏ ।ଚିକିତ୍ସା ନ ପାଇଲେ ରୋଗ ରହିଯାଏ । ଜୀବନଚର୍ଯ୍ୟାରେ ପରିବର୍ତ୍ତନ, କାଉନସେଲିଙ୍ଗ (counselling|) ଓ ଔଷଧ ସାହାଯ୍ୟରେ ଏହି ରୋଗର ଚିକିତ୍ସା କରାଯାଏ । ଏଥିରେ କଗନିଟିଭ ବିହେଭିଅରାଲ ଥେରାପି (cognitive behavioural therapy) ଦିଆଯାଏ । ଆଣ୍ଟିଡିପ୍ରେସାଣ୍ଟ ବା ବିଟାବ୍ଲକର ଭଳି ଔଷଧ ଦେଲେ ଲକ୍ଷଣରେ ଉନ୍ନତି ହୁଏ । ପରୁଷଙ୍କ ଅପେକ୍ଷା ମହିଳାଙ୍କର ଉତ୍କଣ୍ଠା ବେମାରୀ ୨ଗୁଣ ଅଧିକ ହୁଏ ଓ ପ୍ରାୟ ୨୫ ବର୍ଷ ବୟସ ପୂର୍ବରୁ ଆରମ୍ଭ ହୁଏ । ଯେ କୌଣସି ବର୍ଷରେ ଏହି ରୋଗଦ୍ୱାରା ୧୨% ଲୋକ ଆକ୍ରାନ୍ତ ହୁଅନ୍ତି । ସବୁଠାରୁ ସାଧାରଣ ଫୋବିଆ ପ୍ରାୟ ୧୨% ଓ ସାମାଜିକ ଉତ୍କଣ୍ଠା ବେମାରୀ ପ୍ରାୟ ୧୦% ଲୋକଙ୍କୁ ଯେ କୌଣସି ସମୟରେ ଆକ୍ରମଣ କରିପାରେ । ଏହି ରୋଗଦ୍ୱୟ ୧୫ରୁ ୩୫ ବର୍ଷ ବୟସ ମଧ୍ୟରେ ଆକ୍ରମଣ କରେ ଓ ୫୫ ବର୍ଷ ପରେ ଅସାଧାରଣ ହୋଇଯାଏ । ଏହି ରୋଗ ହାର ଯୁକ୍ତରାଷ୍ଟ୍ର ଆମେରିକା ଓ ୟୁରୋପରେ ଅଧିକ ଦେଖାଯାଏ । ଅଧୁନା ୧୮% ଆମେରିକା ବାସିନ୍ଦା ଓ ୧୪% ୟୁରୋପ ବାସିନ୍ଦା କୌଣସି ନା କୌଣସି ପ୍ରକାରେ ଏହି ରୋଗର ଶିକାର ହେଉଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ସ୍ଟ୍ରୋକ (ଇଂରାଜୀରେ ସ୍ଟ୍ରୋକ ବା ସେରେବ୍ରୋଭାସ୍କୁଲାର ଆକ୍ସିଡେଣ୍ଟ ସଂକ୍ଷେପରେ ସିଭିଏ, ବା ସେରେବ୍ରୋଭାସ୍କୁଲାର ଇନସଲଟ ସଂକ୍ଷେପରେ ସିଭିଆଇ ବା ବ୍ରେନ ଆଟାକ ଯଥାକ୍ରମେ Stroke, also known as cerebrovascular accident (CVA), cerebrovascular insult (CVI), or brain attack), ରୋଗ ହୁଏ ଯେତେବେଳେ ମସ୍ତିଷ୍କକୁ କ୍ଷୀଣ ରକ୍ତ ସରବରାହ ହୋଇ ତାହାର ଜୀବକୋଷ ନଷ୍ଟ ହୋଇଯାଏ । ସାଧାରଣତଃ ଦୁଇ ପ୍ରକାର ସ୍ଟ୍ରୋକ ହୁଏ ଯଥା ରକ୍ତସଞ୍ଚାଳନ ବିହୀନ ସ୍ଟ୍ରୋକ (ଇସ୍କେମିକ ସ୍ଟ୍ରୋକ) ଓ (ହେମୋରେଜିକ ସ୍ଟ୍ରୋକ) (ରକ୍ତସ୍ରାବ ସ୍ଟ୍ରୋକ) । ରକ୍ତ ସରବରାହ କମିଯିବା ଫଳରେ ମସ୍ତିଷ୍କର କାର୍ଯ୍ୟକାରୀତା ସଠିକ ଭାବରେ ସମ୍ପାଦିତ ହୁଏନାହିଁ । ଏହି ରୋଗର ଚିହ୍ନ ଓ ଲକ୍ଷଣ: ଶରୀରର ଗୋଟିଏ ପାଖର ପକ୍ଷାଘାତ କିମ୍ବା ଏକପାଖିଆ ଦୁର୍ବଳତା, ବୁଝିବା ଅକ୍ଷମତା, କଥା କହିବା ଅକ୍ଷମତା, ଭର୍ଟିଗୋ କିମ୍ବା ଦୃଶ୍ୟର ଗୋଟିଏ ପାଖ ଅନ୍ଧତ୍ୱ । ଅଧିକାଂଶ ସମୟରେ ସ୍ଟ୍ରୋକ ହେବା ସଙ୍ଗେ ସଙ୍ଗେ ଚିହ୍ନ ଓ ଲକ୍ଷଣ ପ୍ରକାଶ ପାଏ । ଏକ ବା ଦୁଇ ଘଣ୍ଟାରୁ କମ ସମୟ ଲକ୍ଷଣ ରହିଲେ ତାହାକୁ ଟ୍ରାଞ୍ଜିଏଣ୍ଟ ଇସକେମିକ ଆଟାକ (ଟିଟିଏ) ବା କ୍ଷଣସ୍ଥାୟୀ ରକ୍ତାଭାବ ଆକ୍ରମଣ କୁହାଯାଏ । ରକ୍ତସ୍ରାବ ସ୍ଟ୍ରୋକ ହେଲେ ଅତ୍ୟଧିକ ମୁଣ୍ଡବଥା ହୋଇଥାଏ । ସ୍ଟ୍ରୋକ ରୋଗ ଲକ୍ଷଣ ସ୍ଥାୟୀ ହୋଇପାରେ । ଦୀର୍ଘସ୍ଥାୟୀ ଜଟୀଳତା ମଧ୍ୟରେ ନିମୋନିଆ କିମ୍ବା ପରିସ୍ରା ନିୟନ୍ତ୍ରଣ ଅକ୍ଷମତା ଉଲ୍ଲେଖଯୋଗ୍ୟ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ. ସ୍କାନ କରି ରୋଗ ନିର୍ଣ୍ଣୟ କରାଯାଏ । ଅନ୍ୟାନ୍ୟ ପରୀକ୍ଷା ମଧ୍ୟରେ ଇଲେକ୍ଟ୍ରୋକାର୍ଡ଼ିଓଗ୍ରାମ (ଇସିଜି) ଓ ରକ୍ତ ପରୀକ୍ଷା କରି ସଙ୍କଟାବସ୍ଥା ଓ ଅନ୍ୟାନ୍ୟ ସମ୍ଭାବ୍ୟ ରୋଗ ନିରୂପଣ କରାଯାଏ । ନିମ୍ନ ରକ୍ତଶର୍କରା ଥିଲେ ସମାନ ଲକ୍ଷଣ ଦେଖାଯାଇପାରେ । ସଙ୍କଟଦାୟୀ ଅବସ୍ଥା ନିମନ୍ତେ ପ୍ରତିକାର ଆବଶ୍ୟକ ଯେପରିକି ଆସ୍ପିରିନ ଓ ସ୍ଟାଟିନ ବ୍ୟବହାର ଉପରେ ଅଙ୍କୁଶ; ମସ୍ତିଷ୍କର ରକ୍ରନଳୀ ସଙ୍କୋଚନ ହୋଇଥିଲେ ମସ୍ତିଷ୍କରେ ଅପରେଶନ କରି କ୍ୟାରୋଟିଡ ସଙ୍କୋଚନ ଦୂର କରାଯାଏ; ଆଟ୍ରିଆଲ ଫିବ୍ରିଲେସନ ଥିଲେ ୱାରଫାରିନ ନିୟନ୍ତ୍ରଣ କରିବା ଆବଶ୍ୟକ । ସ୍ଟ୍ରୋକ ରୋଗ ନିମନ୍ତେ ଆଶୁଚିକିତ୍ସା ଆବଶ୍ୟକ ହୁଏ । ଇସ୍କେମିକ ସ୍ଟ୍ରୋକ ରୋଗ ୩ରୁ ୪ଘଣ୍ଟା ମଧ୍ୟରେ ଜଣାପଡ଼ିଲେ ଜମାଟ ରକ୍ତ ଭାଙ୍ଗିବା ନିମନ୍ତେ ଔଷଧ ଦେଇ ଚିକିତ୍ସା କରାଯାଏ । ଏଥିରେ ଆସ୍ପିରିନ ବ୍ୟବହାର କରାଯାଏ । ଅପରେଶନ କରି କେତେକ ରକ୍ରସ୍ରାବ ସ୍ଟ୍ରୋକରେ ଉପକାର ମିଳେ । ନଷ୍ଟ କାର୍ଯ୍ୟକ୍ଷମତାକୁ ପୁନରୁଦ୍ଧାର ନିମନ୍ତେ ସ୍ୱତନ୍ତ୍ର ସ୍ଟ୍ରୋକ ୟୁନିଟ ଆବଶ୍ୟକ ଯାହା ପୃଥିବୀର ସବୁ ସ୍ଥାନରେ ଉପଲବ୍ଧ ହୁଏ ନାହିଁ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ.
ସୁନ୍ଦରଗଡ଼ର ସଲମାନ୍ ଖାନ୍, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
ଆଗୋରାଫୋବିଆ (ଇଂରାଜୀ ଭାଷାରେ Agoraphobia) ଏକ ପ୍ରକାର ଉଦ୍ବେଗ ବେମାରୀ (anxiety disorder) ଯେଉଁଥିରେ ରୋଗୀର ଉଦ୍ବେଗ (anxiety) ଲକ୍ଷଣ ଦେଖାଯାଏ କାରଣ ସେ ଭାବେ ଯେ ଉତ୍ପନ୍ନ ହୋଇଥିବା ପରିସ୍ଥିତିରୁ ବାହାରିବା ନିମନ୍ତେ କୌଣସି ସୁବିଧା ବାଟ ପାଇବାର ସମ୍ଭାବନା ନାହିଁଁ । ଏ ଭଳି ପରିସ୍ଥିତି ଖୋଲା ଜାଗାରେ, ଗମନାଗମନ ବେଳେ, ସପିଙ୍ଗ ମଲ୍ରେ ବା କେବଳ ବାହାରେ ଥିବାବେଳେ ସୃଷ୍ଟି ହୁଏ । ଏ ପରିସ୍ଥିତିରେ ତା ମନରେ ଆତଙ୍କ (panic attack) ସୃଷ୍ଟି ହୁଏ । ଏ ଭଳି ପରିସ୍ଥତିରେ ଲକ୍ଷଣମାନ ବାରମ୍ବାର ଉପୁଜେ ଓ ପ୍ରାୟ ୬ ମାସ ପର୍ଯ୍ୟନ୍ତ ରହେ । ଏ ପରିସ୍ଥିତିରୁ ରକ୍ଷା ପାଇବା ନିମନ୍ତେ ରୋଗୀ ଯେ କୌଣସି ସ୍ତରକୁ ଯାଇପାରେ । ସାଂଘାତିକ କେଶ୍ରେ ରୋଗୀ ଘରୁ ବାହାରକୁ ଯାଇପାରେନାହିଁଁ ।ଉଭୟ ପରିବେଶ ଓ ଜେନେଟିକ (genetic) କାରକମାନଙ୍କ ଯୋଗୁ ଆଗୋରାଫୋବିଆ ରୋଗ ହୁଏ । ଏହି ରୋଗ ପାରିବାରିକ ହୋଇଥାଏ ଓ ପିତାମାତାଙ୍କ ମୃତ୍ୟୁ ବା ଆକ୍ରମଣର ଶିକାର ହେଲା ଭଳି କୌଣସି ଚାପଯୁକ୍ତ ଘଟଣା ଘଟିଲେ ଏହି ରୋଗ ଜାତ ହୁଏ । ଫୋବିଆ ରୋଗ ଗୋଷ୍ଠୀରେ ସ୍ପେସିଫିକ ଫୋବିଆ (specific phobia) ଓ ସୋସିଆଲ ଫୋବିଆ (social phobia) ସହିତ ଏହି ରୋଗକୁ ଶ୍ରେଣୀଭୁକ୍ତ କରି ଡିଏସଏମ-୫ (DSM-5) ନାମ ଦିଆଯାଇଥାଏ । ଅନୁରୁପ ଲକ୍ଷଣ ପ୍ରଦର୍ଶନ କରୁଥିବା ଅନ୍ୟାନ୍ୟ ରୋଗମାନଙ୍କର ନାମ: ସେପାରେସନ ଆଙ୍ଗଜାଇଟି (separation anxiety), ପୋଷ୍ଟଟ୍ରମାଟିକ ସ୍ଟ୍ରେସ ଡିଜଅର୍ଡ଼ର (posttraumatic stress disorder) ଓ ମେଜର ଡିପ୍ରେସିଭ ଡିଜଅର୍ଡ଼ର (major depressive disorder) । ଏହି ରୋଗାକ୍ରାନ୍ତ ଲୋକର ଡିପ୍ରେସନ/ଅବସାଦ (depression) ଓ ସବସ୍ଟାନ୍ସ ୟୁଜ୍ ଡିଜଅର୍ଡ଼ର ରୋଗ (substance use disorder) ହେବା ସଙ୍କଟ ଉହିଥାଏ ।ଚିକିତ୍ସା ନ ପାଇ ଏହି ରୋଗ ଭଲ ହେବା ଅସାଧାରଣ ବିବେଚିତ ହୁଏ । କଗ୍ନିଟିଭ ବିହେଭିଅରାଲ ଥେରାପି (cognitive behavioral therapy ବା CBT) ନାମକ କାଉନସେଲିଙ୍ଗ (counselling) ଚିକିତ୍ସା କରାଯାଏ । ପ୍ରାୟ ଅର୍ଧେକ ଲୋକଙ୍କର ସିବିଟି ରୋଗ ଉପସମ ହୋଇଯାଏ । ଯୁବକମାନଙ୍କ ମଧ୍ୟରୁ ପ୍ରାୟ ୧.୭% ଲୋକଙ୍କୁ ଅଗୋରାଫୋବିଆ ଆକ୍ରମଣ କରେ । ପୁରୁଷଙ୍କ ଅପେକ୍ଷା ମହିଳାଙ୍କୁ ୨ଗୁଣ ଅଧିକ ଏହି ରୋଗ ହୁଏ । ପ୍ରାକ୍ ଯୁବାବସ୍ଥାରେ ଏହି ରୋଗ ହେବା ଆରମ୍ଭ ହୁଏ ଓ ବୃଦ୍ଧାବସ୍ଥା ସମୟରେ ଏହି ରୋଗ କମ୍ ଦେଖାଯାଏ । ପିଲାଙ୍କ ମଧ୍ୟରେ ଏହା କ୍ୱଚିତ୍ ଦେଖାଯାଏ । ଆଗୋରାଫୋବିଆ ଶବ୍ଦଟି ଏକ ପୁରାତନ ଗ୍ରୀକ ଶବ୍ଦ ἀγορά, ଅର୍ଥ ସାର୍ବଜନୀନ ଛକ ("public square") ଓ -φοβία, ଅର୍ଥ ଭୟରୁ ନିଆଯାଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.