ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଆତ୍ମହତ୍ୟାର ଏହାର ଅର୍ଥ ସ୍ୱଇଛାରେ ନିଜକୁ ହତ୍ୟା କରିବା ଓ ଏହାକୁ ସୁଇସାଇଡ (ଇଂରାଜୀ ଭାଷାରେ suicide) ମଧ୍ୟ କୁହାଯାଏ ।. ଏହାର ସଙ୍କଟ ଜନକ ଅବସ୍ଥାମାନଙ୍କ ନାମ ମାନସିକ ବେମାରୀ ଅବସାଦ, ସିଜୋଫ୍ରେନିଆ, ମଦ୍ୟାତ୍ୟୟ, ନିଶା ଦ୍ରବ୍ୟ ସେବନ, ବାଇପୋଲାର ଡିଜଅଡର ଇତ୍ୟାଦି । ଅନ୍ୟ କାରକମାନଙ୍କ ନାମ ଚାପ ଜନିତ ଆବେଗ ଯାହା ଅର୍ଥନୈତିକ ସମସ୍ୟା, ସମ୍ପର୍କ ସମସ୍ୟା ବା ଭୟ । ପୂର୍ବରୁ ଆତ୍ମହତ୍ୟା ଚେଷ୍ଟା ଥିଲେ ଭବିଷ୍ୟତ ସଙ୍କଟ ଅଧିକ ରହେ । ବର୍ଡର ଲାଇନ ପର୍ସନାଲିଟି ଡିଜ୍ଅର୍ଡର ଓ ମ୍ୟାନିକ୍ ଡିପ୍ରେସନ ଯୋଗୁ ହତାଶା ହୁଏ ଓ ଏହାଦ୍ୱାରା ଆତ୍ମହତ୍ୟା ହୁଏ । ଆତ୍ମହତ୍ୟା ପ୍ରତିରୋଧ ନିମନ୍ତେ ଆଗ୍ନେୟାସ୍ତ୍ର ଓ ବିଷ ଅପହଞ୍ଚ, ମାନସିକ ବେମାରୀର ଚିକିତ୍ସା, ଡ୍ରଗ ଅପବ୍ୟବହାର, ଅର୍ଥନୀତିରେ ସୁଧାର ଓ ମିଡିଆ ରିପୋର୍ଟ ଅତି ଆବଶ୍ୟକ । ସାଧାରଣତଃ କ୍ରାଇସିସ୍ ହଟ୍ ଲାଇନ (ଫୋନ୍ ଯୋଗେ ପରାମର୍ଶ) ବ୍ୟବହାର କରାଯାଉଥିଲେ ମଧ୍ୟ ଏହାର କାର୍ଯ୍ୟକାରୀତା ବିଷୟରେ ପ୍ରମାଣ ବିଶେଷ ନାହିଁ ।ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପ୍ରକାର ଆତ୍ମହତ୍ୟା ଦେଖାଯାଏ । ସାଧାରଣତଃ ବେକ ଝୁଲେଇବା (Hanging), ପୋକମରା ଔଷଧ ସେବନ ଓ ଆଗ୍ନେୟାସ୍ତ୍ରଦ୍ୱାରା ଏହା ସମ୍ଭବ ହୁଏ । ପ୍ରତିବର୍ଷ ପ୍ରାୟ ୮୦୦,୦୦୦ରୁ ଏକ ନିୟୁତ ଲୋକ ଏହି ଭାବରେ ମରନ୍ତି ଓ ଏହା ପୃଥିବୀରେ ମୃତ୍ୟୁର ଦଶମ କାରଣ ରୁପେ ପରିଚିତ । ପୁରୁଷ ଆତ୍ମହତ୍ୟା ସଂଖ୍ୟା ମହିଳାଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ । ସନ ୧୯୯୦ରେ ୭୧୨,୦୦୦ ଆତ୍ମହତ୍ୟା ମୃତ୍ୟୁ ହୋଇଥବା ବେଳେ ୨୦୧୩ରେ ୮୪୨,୦୦୦ ମୃତ୍ୟୁ ହୋଇଥିଲା । ୧୦ରୁ ୨୦ ନିୟୁତ ଆତ୍ମଘାତୀ ଚେଷ୍ଟା ପ୍ରତି ବର୍ଷ ହୁଏ ଯାହା ଫଳପ୍ରଦ ହୋଇପାରି ନ ଥାଏ । ଯୁବକମାନେ ମହିଳାମାନଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ ଆତ୍ମହତ୍ୟା ଚେଷ୍ଟା କରନ୍ତି । ଅଣ-ମାରାତ୍ମକ ଆତ୍ମହତ୍ୟା ପ୍ରଚେଷ୍ଟଦ୍ୱାରା ଆଘାତ ଓ ଦୀର୍ଘସ୍ଥାୟୀ ଅକ୍ଷମତା ଦେଖାଯାଏ । ୧୫-୨୯ ବର୍ଷ ବୟସ୍କଙ୍କ ମଧ୍ୟରେ ଆତ୍ମହତ୍ୟା ହିଁ ମୃତ୍ୟୁର ଦ୍ୱିତୀୟ ବଡ଼ କାରଣ ବୋଲି ମଙ୍ଗଳବାର, ୧୧ ସେପ୍ଟେମ୍ବର ୨୦୧୮ ମିଳିତ ଜାତିସଂଘ ନିଜର ଏକ ରିପୋର୍ଟରେ ଉଲ୍ଲେଖ କରିଥିଲା। ଲାନ୍ସେଟ୍ ପବ୍ଲିକ୍ ହେଲ୍ଥ ଜର୍ନାଲ୍ରେ ‘ଦି ଗ୍ଲୋବାଲ୍ ବର୍ଡନ୍ ଅଫ୍ ଡିଜିଜ୍ ଷ୍ଟଡିଜ୍ ୧୯୯୦-୨୦୧୬’ ଶୀଷର୍କରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ, ବିଶ୍ୱବ୍ୟାପୀ ଘଟୁଥିବା ଆତ୍ମହତ୍ୟାର ୩୭% ପୁରୁଷ କେବଳ ଭାରତୀୟ ଏବଂ ୨୪% ମହିଳା ଚରମ ପଦକ୍ଷେପ ନେଇଥାନ୍ତି । ୧୫-୩୯ ବର୍ଷ ବୟସ୍କଙ୍କ ଆତ୍ମହତ୍ୟାରେ ଭାରତ ବିଶ୍ୱସ୍ତରରେ ତୃତୀୟ । ୧୯୯୦ରୁ ୨୦୧୬ ମଧ୍ୟରେ ଦେଶରେ ଆତ୍ମହତ୍ୟା ଜନିତ ମୃତ୍ୟୁସଂଖ୍ୟା ୪୦% ବଢ଼ିଛି । କେବଳ ୨୦୧୬ରେ ଭାରତରେ ୨,୩୦,୩୧୪ ଲୋକ ଆତ୍ମହତ୍ୟା କରିଛନ୍ତି । କର୍ନାଟକ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ ଏବଂ ତ୍ରିପୁରାରେ ଉଭୟ ପୁରୁଷ ଏବଂ ମହିଳାଙ୍କ କ୍ଷେତ୍ରରେ ଆତ୍ମହତ୍ୟା ହାର ସବୁଠାରୁ ଅଧିକ । କେରଳ, ଛତିଶଗଡ଼ରେ ଅଧିକ ପୁରୁଷ ଆମହତ୍ୟା କରିଥାନ୍ତି । ଭାରତରେ ପ୍ରତି ୧ଲକ୍ଷରେ ୧୫% ମହିଳା ଆତ୍ମହତ୍ୟା କରିଥାନ୍ତି।କେତେକ ଚିନ୍ତାଧାରା ଆତ୍ମହତ୍ୟା ପ୍ରରୋଚନା କରେ ଯଥା: ସମ୍ମାନ (Honour), ଧର୍ମ ଓ ଜୀବନର ମୂଲ୍ୟବୋଧ । ଆବ୍ରାହମ ଧର୍ମ ଅନୁଯାୟୀ ଜୀବନ ପବିତ୍ର, ତେଣୁ ଏହାକୁ ତ୍ୟାଗ କରିବା ପ୍ରଭୁଙ୍କ ପ୍ରତି ଅପରାଧ କରିବା ସଙ୍ଗେ ସମାନ । ଜାପାନର ସମୁରାଇ ଯୁଗରେ ଏହା (ସେପୁକୁ ବା ଆତ୍ମହତ୍ୟା) ଭୁଲର ପ୍ରାୟଶ୍ଚିତ କିମ୍ବା ପ୍ରତିବାଦ ରୁପେ ଗଣା ହେଉଥିଲା ।. ଆଇନ ବହିର୍ଭୂତ ସତୀ ଦାହ ପ୍ରଥାରେ ବିଧବାମାନେ ସ୍ୱଇଛାରେ ବା ପରିବାରର ପ୍ରରୋଚନାରେ ନିଜକୁ ଚିତାରେ ବିସର୍ଜନ କରୁଥିଲେ ।ପଶ୍ଚିମ ଦେଶମାନଙ୍କରେ ଆଗେ ଆତ୍ମହତ୍ୟା ଚେଷ୍ଟା ଦଣ୍ଡନୀୟ ଅପରାଧ ଥିଲା କିନ୍ତୁ ଏବେ ଅଧିକାଂଶ ଦେଶରେ ତାହା ନାହିଁ ।.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପ୍ରମିଳା ବିଶୋଇ ହେଉଛନ୍ତି ଜଣେ ଭାରତୀୟ ରାଜନୈତିଜ୍ଞ, ସମାଜସେବୀ ଏବଂ କବି । ସେ ଭାରତର ୧୭ତମ ଲୋକ ସଭାକୁ ଆସ୍କାରୁ ନିର୍ବାଚିତ ହୋଇଥିଲେ । ସେ ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳ ତରଫରୁ ପ୍ରତିନିଧିତ୍ବ କରିଥିଲେ । ଏଥିରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ଅନିତା ଶୁଭଦର୍ଶିନୀଙ୍କୁ ୨,୦୪,୭୦୭ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା
୧୯୩୬ରେ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ଗଠନ ହେବା ପରେ ରାଜ୍ୟପାଳ ଭାବେ ଦାୟିତ୍ୱ ନିର୍ବାହ କରିଥିବା ବ୍ୟକ୍ତି ବିଶେଷଙ୍କ ତାଲିକା:
ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ (ଜନ୍ମ: ୪ ଜାନୁଆରୀ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିସାରିଛନ୍ତି ଏବଂ ଅଧୁନା ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪ ଓ ୨୦୦୯ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ବାଲେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପିନାକୀ ମିଶ୍ର (ଜନ୍ମ: ୨୩ ଅକ୍ଟୋବର ୧୯୫୯) ଜଣେ ଭାରତୀୟ ରାଜନେତା । ସେ ଭାରତର ସଂସଦର ସଦସ୍ୟ ଭାବରେ କାର୍ଯ୍ୟ କରିଥିଲେ ଏବଂ ଅଧୁନା ପୁରୀ ଲୋକ ସଭାରୁ ସଂସଦରେ ପ୍ରତିନିଧିତ୍ୱ କରୁଛନ୍ତି । ୧୯୯୬ ମସିହାରେ ସେ ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳରୁ ନିର୍ବାଚନ ଲଢ଼ିଥିଲେ ଏବଂ ବ୍ରଜ କିଶୋର ତ୍ରିପାଠୀଙ୍କୁ ହରାଇ ପୁରୀରୁ ସାଂସଦ ହୋଇଥିଲେ ଓ ପରେ ୟୁନିଅନ ମନ୍ତ୍ରୀ ମଧ୍ୟ ହୋଇଥିଲେ । ଏହାପରେ ସେ ୧୫ଶ ଓ ୧୬ଶ ଲୋକ ସଭାରେ ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଜିତିଥିଲେ । ୨୦୧୯ରେ ବିଜେପି ପ୍ରତିଦ୍ୱନ୍ଦୀ, ସମ୍ବିତ ପାତ୍ରଙ୍କୁ ହରାଇ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
କଳ୍ପନା ଚାୱଲା (ମାର୍ଚ୍ଚ ୧୭, ୧୯୬୨ – ଫେବୃଆରୀ ୧, ୨୦୦୩) ହେଉଛନ୍ତି ଭାରତରେ ଜନ୍ମିତ ପ୍ରଥମ ମହିଳା ମହାକାଶଚାରୀ । ସେ ୧୯୯୭ ମସିହାରେ ପ୍ରଥମ ଥର ପାଇଁ କଲମ୍ବିଆ ମହାକାଶଯାନରେ ମହାକାଶକୁ ଯାତ୍ରା କରିଥିଲେ। ଏହି ମହାକାଶ ଯାନରେ ସେ mission specialist ଏବଂ primary robotic arm operator ଭାବେ ଯାଇଥିଲେ। ୨୦୦୩ ମସିହାରେ କଲମ୍ବିଆ ମହାକାଶଯାନ ଦୁର୍ଘଟଣା (Space Shuttle Columbia disaster)ରେ ପ୍ରାଣ ହରାଇ ଥିବା ସାତ ଜଣ ମହାକାଶଚାରୀଙ୍କ ମଧ୍ୟରେ କଳ୍ପନା ଅନ୍ୟତମ। ସେ ପଞ୍ଜାବ ଇଞ୍ଜିନିୟରିଂ କଲେଜ୍ରୁ ଏରୋନଟିକାଲ୍ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ଏବଂ ଆମେରିକାର ଟେକ୍ସାଜ୍ ୟୁନିଭର୍ସିଟିରୁ ଏରୋସ୍ପେଶ୍ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ୧୯୮୮ରେ ସେ ଆମେରିକାର କଲରାଡୋ ୟୁନିଭର୍ସିଟିରୁ ପି.ଏଚ୍.ଡି.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବିମାନ ଏକ ଏପରି ଯନ୍ତ୍ର ଅଟେ ଯାହା ମାନବକୁ ଆକାଶରେ ଉଡ଼ିବାର ଆଉ ଯାତ୍ରା କରିବାର ସ୍ୱାଧିନତା ଦେଇଥାଏ । ଏହା ମୁଖ୍ୟତ ମାନବ ଚାଳିତ ଅଟେ । ପୁରାତନ କାଳରୁ ନେଇ ଆଜି ପର୍ଯ୍ୟନ୍ତ ବିମାନର ମହତ୍ୱ ରହି ଆସିଅଛି । ରାମାୟଣ ହେଉ କି ମହାଭାରତ ହେଉ, ବେଦ ହେଉ କି ଜଇନ ଗ୍ରନ୍ଥାବଳି ହେଉ ସବୁ ଜାଗାରେ ବିମାନ କଥା ରହି ଆସିଛି। ଆଉ ଆଜିର ଆଧୁନିକ ଯୁଗରେ ବି ବିମାନ ଜୀବନର ଏକ ଅଭିନ୍ନ ଅଙ୍ଗ ପାଲଟି ଯାଇଛି। ଏହି ଆଧୁନିକ ବିମାନ ପ୍ରଥମେ ରାଇଟ ଭାଇମାନେ (ଓରଭିଲ ଆଉ ବିବର ରାଇଟ) ସଫଳତାର ସହିତ ୧୯୦୩ ମସିହା ଡିସେମ୍ବର ମାସ ୧୭ ତାରିଖ ଦିନ ତିଆରି କରି ଉଡ଼ାଇ ଥିଲେ। ଅଉ ତା' ପରେ ବିମାନ ସବୁ ଉନ୍ନତରୁ ଉନ୍ନତତର ହେବାକୁ ଲଗିଲ। ପରବର୍ତ୍ତୀ ସମୟରେ ଯାତାୟତ ଠୁ ଆଗକୁ ବଢ଼ି ଯୁଦ୍ଧରେ ବ୍ୟବହାର ହେବାକୁ ଲଗିଲା । ଯୁଦ୍ଧ ବିମାନ ମୁଖ୍ୟତ ଆକାଶରୁ ବୋମା, ବିସ୍ଫୋଟକ ଓ ତୋପ ଗୋଳା ପକାଇବା ନିମନ୍ତେ ବ୍ୟବହାର ହୁଏ। ଆଜି ପର୍ଯ୍ୟନ୍ତ ପକାଯାଇଥିବ ସବୁଠୁ ଶକ୍ତିସାଳି ପରମାଣୁ ବୋମା ବି ଏହି ଯୁଦ୍ଧ ବିମାନ ସାହାଯ୍ୟରେ ଜାପାନ ଉପରେ ପକାଯାଇଥିଲା । ଆଜି ଯୁଦ୍ଧ ବିମାନ କୌଶଳ ବହୁତ ଆଗକୁ ବଢ଼ିଯାଇଛି । ମାନବ ରହିତ ଠୁ ଆରମ୍ଭକରି ଧ୍ୱନି ଠାରୁ ଦୃତ ଗତିରେ ଯିବାବାଲା ଯୁଦ୍ଧ ବିମାନ ବାହାରିଲାଣି । ଖାଲି ଯୁଦ୍ଧ ବିମାନ କାହିଁକି ଯାତ୍ରୀବାହି ବିମାନବି ଆଜି ବହୁତ ଉନ୍ନତ ହୋଇଯାଇଛି। ୧୯୬୯ରୁ ୨୦୦୩ ପର୍ଯ୍ୟନ୍ତ ଚାଲିଥିବା ଯାତ୍ରୀବାହୀ ବିମାନ କଂକୋଡ଼ ଦୁନିଆର ସବଠୁ ଦୃତଗାମି ବିମାନ ଥିଲା। ଏହା ଧ୍ୱନି ଠାରୁ ଅଧିକ ଗତିରେ ଯଇପାରୁଥିଲା। କିନ୍ତୁ ଯାନ୍ତ୍ରିକ ସମସ୍ୟା କରଣରୁ ୨୦୦୩ରେ ଏହାକୁ ବନ୍ଦ କରିଦିଆ ଗଲା । ଯାତ୍ରୀବାହି ବିମାନ ପୁର୍ଣ୍ଣ ଭାବେ ମାନବ ରହିତ ନହେଲେ ବି ଏହାକୁ କିଛି ସମୟ ପାଇଁ ଚାଳକକୁ ଚାପ ମୁକ୍ତ କରିବା ନିମନ୍ତେ ସ୍ୱଚାଳିତ କରିହେଉଛି ।
କଳ୍ପନା ଦାଶ (୭ ଜୁଲାଇ ୧୯୬୬ – ୨୩ ମଇ ୨୦୧୯) ଜଣେ ଓକିଲ ଓ ପର୍ବତ ଆରୋହଣକାରୀ ଥିଲେ । ସେ ପ୍ରଥମ ଓଡ଼ିଆ, ପ୍ରଥମ ଭାରତୀୟ ବେସାମରିକ ଓ ସବୁଠାରୁ ବୟସ୍କା ମହିଳା (୪୨) ଏଭରେଷ୍ଟ ଶୃଙ୍ଗ ଆରୋହଣକାରୀ । ସେ ପ୍ରଥମେ ୨୦୦୮ ମସିହା ମଇ ୨୧ ତାରିଖରେ ପ୍ରଥମଥର ଯୁକ୍ତରାଷ୍ଟ୍ର ଆମେରିକା, କାନାଡ଼ା ଓ ନେପାଳର ଅଧିବାସୀଙ୍କ ସଙ୍ଗେ ଏକ ପାଞ୍ଚଜଣିଆ ଦଳର ଅଂଶ ଭାବେ ଏଭରେଷ୍ଟ ଆରୋହଣ କରିଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇଥିଲା ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହୋଇଥିଲା: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହୋଇଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅପରାଜିତା ଷଡ଼ଙ୍ଗୀ (ଜନ୍ମ ୮ ଅକ୍ଟୋବର, ୧୯୬୯) ଜଣେ ଭାରତୀୟ ରାଜନେତ୍ରୀ ଅଟନ୍ତି । ସେ ୨୦୧୯ ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ତରଫରୁ ଭୁବନେଶ୍ୱର ଆସନ ପାଇଁ ଛିଡ଼ା ହୋଇ ଜୟଯୁକ୍ତ ହୋଇଥିଲେ । ୧୯୯୪ ମସିହା ଆଇଏଏସ ବା ସର୍ବଭାରତୀୟ ପ୍ରଶାସନିକ ସେବା ବ୍ୟାଚର ସେ ସଦସ୍ୟା ଥିଲେ । ସେ ନିଜର ପ୍ରଶାସନିକ ସେବାରୁ ଅବସର ନେଇ ୨୦୧୮ ମସିହା ନଭେମ୍ବର ମାସ ୨୭ ତାରିଖରେ ବିଜେପିରେ ଯୋଗଦାନ କରିଥିଲେ । ନିର୍ବାଚନରେ ବିଜୁ ଜନତା ଦଳର ଅରୂପ ପଟ୍ଟନାୟକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଥିଲେ ।
ରାଜଶ୍ରୀ ମଲ୍ଲିକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ରାଜଶ୍ରୀ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟା ଭାବରେ କାର୍ଯ୍ୟ କରୁଛନ୍ତି । ସେ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ତିର୍ତ୍ତୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ୩୫,୪୪୮ ଖଣ୍ଡ ଭୋଟରେ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ସାଧାରାଣ ନିର୍ବାଚନରେ ସେ ବିଜେପିର ବିଭୁ ପ୍ରସାଦ ତରାଇଙ୍କୁ ୨,୭୧,୬୫୫ ଖଣ୍ଡ ଭୋଟରେ ହରାଇ ଜଗତସିଂହପୁର ନିର୍ବାଚନ ମଣ୍ଡଳୀରୁ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭର୍ତ୍ତୃହରି ମହତାବ (ଜନ୍ମ: ୮ ସେପ୍ଟେମ୍ବର ୧୯୫୭) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳ ରାଜନୈତିକ ଦଳରେ ସକ୍ରିୟ କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ୧୯୯୮ ଭାରତୀୟ ସାଧାରଣ ନିର୍ବାଚନରେ ସେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତର ସଂସଦର ତଳ ସଦନ ଲୋକ ସଭାର ୧୨ଶ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୯, ୨୦୦୪, ୨୦୦୯, ୨୦୧୪ ଏବଂ ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେହି କଟକରୁ ଯଥାକ୍ରମେ ୧୩ଶ, ୧୪ଶ, ୧୫ଶ, ୧୬ଶ ଏବଂ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୭ ମସିହାରେ ତାଙ୍କୁ ଭାରତର ସଂସଦରେ ପୁରସ୍କୃତ କରାଯାଇଥିଲା । ତାଙ୍କ ବକୃତାରେ ଉତ୍ତମ ପ୍ରଦର୍ଶନ ପାଇଁ ତାଙ୍କ ୨୦୧୭ ଓ ୨୦୧୮ ମସିହାରେ ସଂସଦ ରତ୍ନ ପୁରସ୍କାର ପ୍ରଦାନ କରାଯାଇଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଅନୁଭବ ମହାନ୍ତି (ଜନ୍ମ: ୨୪ ଦିସେମ୍ବର ୧୯୮୧) ଓଡ଼ିଶାରେ ରହୁଥିବା ଓଡ଼ିଆ କଥାଚିତ୍ର ଜଗତର ଜଣେ ଅଭିନେତା, ଲୋକସଭା ସଭ୍ୟ ତଥା ପୁର୍ବତନ ରାଜ୍ୟ ସଭା ସଭ୍ୟ । ସେ ୨୦୦୪ ମସିହାରେ ଆଇ ଲଭ ୟୁ ଚଳଚ୍ଚିତ୍ରରୁ ଅଭିନେତା ଜିବନ ଅରମ୍ଭ କରିଥିଲେ । ସେ ସାଥି ଅମର୍ କଥାଚିତ୍ର ମଧ୍ୟମରେ ବଙ୍ଗାଳି ଚଳଚ୍ଚିତ୍ରରେ ଅଭିନେତା ଜିବନ ଆରମ୍ଭ କରିଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନ ମଣ୍ଡଳୀରୁ ନିକଟତମ ପ୍ରତିଦ୍ୱନ୍ଦୀ ବୈଜୟନ୍ତ ପଣ୍ଡାଙ୍କୁ ହରାଇ ଲୋକସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଶକ୍ତିମାନ (ହିନ୍ଦୀ : शक्तिमान) ହେଉଛି ଏକ ଭାରତୀୟ କାଳ୍ପନିକ ମହାନ ବୀର, ଯାହା ମୁକେଶ ଖାନ୍ନାଙ୍କ ପ୍ରଯୋଜନା ଓ ଦୀନକର ଜାନୀଙ୍କ ନିର୍ଦ୍ଦେଶନାରେ ଦୂରଦର୍ଶନ ଧାରାବାହିକ ରୂପେ ପ୍ରସାରିତ ହେଉଥିଲା ।ଭାରତୀୟ ଜାତୀୟ ଦୂରଦର୍ଶନ ନେଟଓ୍ବାର୍କରେ, ୨୭ ସେପ୍ଟେମ୍ବର ୧୯୯୭ (ପରିଚୟ ଭାଗ, ୨୭ ସେପ୍ଟେମ୍ବର ୧୯୯୭କୁ ବାଦ ଦେଇ)ରୁ ୨୭ ମାର୍ଚ୍ଚ ୨୦୦୫ ପର୍ଯ୍ୟନ୍ତ, ପ୍ରାୟ ୪୦୦ଟି ଭାଗ ଦୂରଦର୍ଶନରେ ରବିବାର ଦିନ ମଧ୍ୟାହ୍ନ ୧୨ଟା ଆଇ ଏସ୍ ଟି ସମୟରେ ପ୍ରସାରିତ ହେଉଥିଲା । ଯଦିଓ ଶେଷ ବେଳକୁ କିଛି ଭାଗର ପ୍ରସାରଣ ସମୟ ୯:୩୦ a.m.କୁ ପରିବର୍ତ୍ତିତ ହୋଇଥିଲା ।
ବସନ୍ତ କୁମାର ପଣ୍ଡା (ଜନ୍ମ: ୧୨ ମଇ ୧୯୬୧) ହେଉଛନ୍ତି ଜଣେ ଭାରତୀୟ ରାଜନୀତିଜ୍ଞ । ସେ ଓଡ଼ିଶାର ଭାରତୀୟ ଜନତା ପାର୍ଟିର ସଦସ୍ୟ ଅଟନ୍ତି । ସେ ନୂଆପଡ଼ାରୁ ବିଧାନ ସଭାରେ ପ୍ରତିନିଧିତ୍ବ କରିଥିଲେ ଏବଂ ରାଜ୍ୟ ସଭାପତି ମଧ୍ୟ ଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ନିକଟତମ ପ୍ରତିଦ୍ୱନ୍ଦୀ, ବିଜୁ ଜନତା ଦଳର ପୁଷ୍ପେନ୍ଦ୍ର ସିଂହ ଦେଓଙ୍କୁ ୨୬,୮୧୪ ଭୋଟରେ ପରାସ୍ତ କରି ୧୭ତମ ଲୋକସଭାକୁ କଳାହାଣ୍ଡିରୁ ନିର୍ବାଚିତ ହୋଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଅଚ୍ୟୁତାନନ୍ଦ ସାମନ୍ତ (ଜନ୍ମ: ୨୦ ଜାନୁଆରୀ ୧୯୬୫) ଓଡ଼ିଶାର ଜଣେ ସାମଜିକ ଉଦ୍ୟୋକ୍ତା, ଶିକ୍ଷକ, ସମାଜସେବୀ ଏବଂ ରାଜନୀତିଜ୍ଞ । ଭୁବନେଶ୍ୱରରେ ଥିବା କିଟ ବିଶ୍ୱବିଦ୍ୟାଳୟ (KIIT) ଏବଂ କିସ ର (KISS) ସେ ପ୍ରତିଷ୍ଠାତା ଅଟନ୍ତି । ୧୭ଶ ଲୋକ ସଭାକୁ ସେ କନ୍ଧମାଳ ନିର୍ବାଚନ ମଣ୍ଡଳୀରୁ ବିଜେଡିର ପ୍ରାର୍ଥୀ ରୂପେ ନିର୍ବାଚିତ ହୋଇଥିଲେ ।ନିଜେ ପ୍ରତିଷ୍ଠା କରିଥିବା କାଦମ୍ବିନୀ ମିଡ଼ିଆଦ୍ୱାରା ସେ ସଂସ୍କୃତି ଏବଂ କଳାର ପ୍ରଚାର ମଧ୍ୟ କରନ୍ତି । ନହ୍ନି ପରୀ ନାମକ ଲିଟିଲ ମିସ ଇଣ୍ଡିଆ ପ୍ରତିଯୋଗିତାର ସେ ୨୦୦୦ ମସିହାରୁ ଆୟୋଜନ କରୁଛନ୍ତି । ସେ ୨୫ ଆଧ୍ୟାତ୍ମିକ କେନ୍ଦ୍ର ସ୍ଥାପନା କରିସାରିଛନ୍ତି ଏବଂ ମହାତ୍ମାଗାନ୍ଧୀଙ୍କର ସ୍ମୃତିରେ ଗାନ୍ଧୀ ଗ୍ରାମ ନାମକ ସଂଗ୍ରହାଳୟ ସ୍ଥାପନ କରିବାକୁ ଯାଉଛନ୍ତି; ଯେଉଁଥିରେ ଆଦିବାସୀ ଲୋକଙ୍କର ଜୀବନ ଶୈଳୀ, କଳା, ସଂସ୍କୃତି ଏବଂ ଯୋଗ ଏବଂ ଆଧ୍ୟାତ୍ମିକ ମନୋଭାବ ପାଇଁ ଏକ କେନ୍ଦ୍ର ରହିବ । ତାଙ୍କୁ ସମ୍ମାନଜନକ ଡି ଲିଟ (Doctor of Letters (D.Litt.) ଉପାଧି ଡ୍ୟାଫୋଡିଲ ଅନ୍ତର୍ଜାତୀୟ ମହାବିଦ୍ୟାଳରୁ ମିଳିଥିଲା ।
ବଲାଙ୍ଗୀର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର (କ୍ରମିକ ସଂଖ୍ୟା: ୬୮) ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ଷ୍ଟିଭେନ ପୌଲ "ଷ୍ଟିଭ" ଜବ୍ସ (୨୪/୨/୧୯୫୫-୫/୮/୨୦୧୧)ଜଣେ ଅମେରିକୀୟ କମ୍ପୁଟର ବିଜ୍ଞାନୀ ।ସେ ଆପଲ କମ୍ପାନୀର ସହ ସ୍ଥାପକ ଓ ମୁଖ୍ୟ ଅଦ୍ଧକ୍ଷ ମଧ୍ୟ ଥିଲେ;pixar animation studios ର ମୁଖ୍ୟ ଅଦ୍ଧକ୍ଷ ; the Walt Disney companyର ନିୟଂତ୍ରକ ମଣ୍ଡଳିର ସଦସ୍ୟ ମଧ୍ୟ ଥିଲେ।ସେ NeXT.incର ଉଦ୍ଭାବକ ଓ ମୁଖ୍ୟ ଅଧକ୍ଷ ମଧ୍ୟ ଥିଲେ। ସେ ୧୯୭୦ micro computer revolutionର ଆଦିମ ଆବିଷକର୍ତା ଭାବେ ଜଣଶୁଣା। ତାଙ୍କ ଦେହାନ୍ତ ପରେ ତାଙ୍କ ଜୀବନୀ ଲେଖକ ତାଙ୍କୁ ବର୍ଣ୍ଣନା କରି ଲେଖିଛନ୍ତି ଯେ "ତାଙ୍କ ପରିବର୍ତନ ପାଇଁ ଆବେଗ ଏବଂ ଉତ୍ସାହ" ତାଙ୍କୁ 6ଟି ବଡ କମ୍ପାନୀରେ ପରିବର୍ତନ ଆଣିବା ପାଇଁ ସହାୟକ ହୋଇଥିଲା।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପାଟଣା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ପାଟଣା (କ୍ରମିକ ସଂଖ୍ୟା: ୨୩) କେନ୍ଦୁଝର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ବିନୋଦ ଚନ୍ଦ୍ର ନାୟକ(୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଆମ୍ବ ହେଉଛି ଭାରତର ଜାତୀୟ ଫଳ ।ଭାରତୀୟ ସଂସ୍କୃତି ସହ ଓତୋପ୍ରୋତ ଭାବରେ ଜଡ଼ିତ ଆମ୍ବ ପ୍ରାୟ ସମସ୍ତଙ୍କର ପ୍ରିୟ ଫଳ । ହିନ୍ଦୁ ପରମ୍ପରାର ପ୍ରତିଟି ଶୁଭକାର୍ଯ୍ୟରେ ଆମ୍ଭ ପତ୍ରକୁ ଖୋଜା ପଡ଼ିଥାଏ, କଳସ ବସିବା ଠାରୁ ତୋରଣ ବାନ୍ଧିବା ପର୍ଯ୍ୟନ୍ତ । କଞ୍ଚା ଓ ପାଚିଲା ଆମ୍ବ ଖାଦ୍ୟ ରୂପେ ବ୍ୟବହୃତ ହୁଏ । ଭାରତୀୟ ଚିତ୍ରକଳାରେ ଆମ୍ବକଷି ଡିଜାଇନ ବହୁଳ ଭାବରେ ଆଦୃତ । କାଶ୍ମୀର ଓ ପାରସ୍ୟ ଚିତ୍ରକଳାରେ ମଧ୍ୟ ଆମ୍ବକଷିର ମହତ୍ତ୍ୱ ରହିଛି । ଆମ୍ବର ମଧୁର ସ୍ୱାଦର ଆକର୍ଷଣରୁ ସାଧାରଣ ମଣିଷ ସମତେ ବହୁ ମନୀଷୀ ଯଥା ପ୍ରାଚୀନ କବି କାଳିଦାସ, ଗ୍ରୀକ ବୀର ଆଲେକଜାଣ୍ଡାର ଏବଂ ମହାନ ବୌଦ୍ଧ ସନ୍ନ୍ୟାସୀ ହୁଏନ ସାଂ କେହିବି ବାଦ ପଡ଼ିନାହାନ୍ତି । ଏହା ଭାରତର ପ୍ରତ୍ୟେକ ରାଜ୍ୟରେ ଦେଖିବାକୁ ମିଳେ। ଆମ୍ବ କଞ୍ଚା ଥିଲେ ଖାଇବାକୁ ଖଟା ଲାଗେ ଓ ପାଚିଲା ପରେ ସୁଆଦିଆ ଲାଗେ ।