ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମର୍ଫିନ, ଅନେକ ବ୍ୟବସାୟିକ ନାମରେ ବିକ୍ରୟ ହୁଏ ଓ ଏହା ଏକ ଯନ୍ତ୍ରଣା ନିବାରଣକାରୀ ଓପିଏଡ ଔଷଧ । ଏହା ସିଧା ସଳଖ କେନ୍ଦ୍ରୀୟ ସ୍ନାୟୁ ମଣ୍ଡଳ (ସିଏନଏସ) ଉପରେ କାମ କରି ଯନ୍ତ୍ରଣା ଅନୁଭୂତିକୁ କମାଏ । ଏହା ଉଭୟ ଆକ୍ୟୁଟ ଯନ୍ତ୍ରଣା ଓ କ୍ରନିକ ଯନ୍ତ୍ରଣା ନିମନ୍ତେ ବ୍ୟବହାର କରାଯାଏ । ହୃଦଘାତ ଓ ଗର୍ଭ ଶୂଳ କଷ୍ଟ ନିମନ୍ତେ ମଧ୍ୟ ଦିଆଯାଏ । ଏହା ବିଭିନ୍ନ ପଥ ମାଧ୍ୟମରେ ଦେହରେ ପ୍ରବେଶ କରେଇଦିଆଯାଏ, ଯେପରିକି ପାଟି, ମାଂସପେଶୀ, ଚର୍ମତଳେ, ଶିରାରେ, ମେରୁଦଣ୍ଡ ଚାରିପାଖରେ ଥିବା ସ୍ଥାନରେ ଓ ମଳଦ୍ୱାର ଭିତରେ । ଶିରାରେ ଦେବାର ୨0 ମିନିଟ ପରେ ଓ ପାଟିରେ ଦେବାର ୬୦ ମିନିଟ ପରେ ଏହାର ସର୍ଭାଧିକ ପ୍ରଭାବ ହୁଏ ଓ ଏହାର ପ୍ରଭାବ ୩ରୁ ୭ ଘଣ୍ଟା ପର୍ଯ୍ୟନ୍ତ ରହେ । ଦୀର୍ଘକାଳୀନ କାର୍ଯ୍ୟକ୍ଷମ ମର୍ଫିନ ମଧ୍ୟ ମିଳୁଛି । ସମ୍ଭାବ୍ୟ ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା:- ଶ୍ୱାସକ୍ରିୟା କମିଯାଏ ଓ ନିମ୍ନ ରକ୍ତଚାପ ହୁଏ । ଏହା ମାନବକୁ ନିଶାଗ୍ରସ୍ତ କରାଏ ଓ ଏହାର ଦୁରୂପଯୋଗ ହୁଏ । ଦୀର୍ଘଦିନର ବ୍ୟବହାର ପରେ ଏହାର ମାତ୍ରା କମେଇଲେ ଓପିଅଏଡ ଉଇଥଡ୍ରୟାଲ ହୁଏ । ସାଧାରଣ ପାର୍ଶ୍ୱପ୍ରତିକ୍ରିୟାରେ ଝୁମା ହୁଏ, ବାନ୍ତି ଓ କୋଷ୍ଠକାଠିନ୍ୟ ହୁଏ । ନବଜାତ ଶିଶୁଙ୍କୁ ପ୍ରଭାବିତ କରୁଥିବାରୁ ମହିଳାମାନଙ୍କୁ ଗର୍ଭାବସ୍ଥାରେ ଓ ସ୍ତନ୍ୟପାନ ସମୟରେ ମର୍ଫିନ ଦେବାବେଳେ ସତର୍କ କରିଦିଆଯାଏ । ଫ୍ରିଡ୍ରିକ ସର୍ଟର୍ନର (Friedrich Sertürner) ସନ ୧୮୯୩ ଓ ୧୮୦୫ ମସିହା ମଧ୍ୟରେ ମର୍ଫିନ ପୃଥକୀକରଣ କରିଥିଲେ । ବିଶ୍ୱାସ କରାଯାଏ ଯେ କୋଣସି ଗଛରୁ ସକ୍ରିୟ ଉପାଦାନ ପୃଥକୀକରଣ କରିବାରେ ଏହା ପ୍ରଥମ ଥିଲା । ସନ ୧୮୨୭ରେ ମର୍କ Merck ପ୍ରଥମେ ଏହାକୁ ବ୍ୟବସାୟିକ ଭିତ୍ତିରେ କାରବାର କରିଥିଲେ । ସନ ୧୮୫୩-୧୮୫୫ ମଧ୍ୟରେ ହାଇପୋଡର୍ମିକ ସିରିଞ୍ଜ ଆବିଷ୍କୃତ ହେବା ପରେ ମର୍ଫିନ ବହୁଳ ଭାବରେ ବ୍ୟବହୃତ ହୋଇଥିଲା । ଗ୍ରୀସ ଦେଶର ନିଦ୍ରା ଦେବତା ମର୍ଫିଅସଙ୍କ ନାମ ଅନୁସାରେ ସର୍ଟର୍ନର ଏହାର ନାମକରଣ ମର୍ଫିନ କରିଥିଲେ । ଅଫିମ (ଇଂରାଜୀ ଭାଷାରେ Opium poppy) ଏହାର ପ୍ରଥମିକ ଉତ୍ସ ଯେଉଁଥିରୁ ମର୍ଫିନ ପୃଥକୀକରଣ କରାଯାଏ । ସନ ୨୦୧୩ରେ ୫୨୩,୦୦୦ କିଲୋଗ୍ରାମ ମର୍ଫିନ ତିଆରି କରାଯାଇଥିଲା । ଏଥିରୁ ୪୫, ୦୦୦ କିଲୋଗ୍ରାମ ଯନ୍ତ୍ରଣା ଲାଘବ ନିମନ୍ତେ ବ୍ୟବହୃତ ହୋଇଥିଲା ଯାହା ବିଗତ ୨୦ ବର୍ଷରେ ବ୍ୟବହୃତ ପରିମାଣର ୪ ଗୁଣ । ସେଥିରୁ ଅଧିକାଂଶ ବିକଶିତ ଦେଶମାନଙ୍କରେ ବ୍ୟବହୃତ ହୋଇଥିଲା । ମର୍ଫିନର ୭୦ % ଅନ୍ୟ ଔଷଧ ଯଥା ହାଇଡ୍ରୋମର୍ଫିନ, ଅକ୍ସିକୋଡୋନ, ହିରୋଇନ ଓ ମେଥାଡନ ତିଆରି କରିବା ନିମନ୍ତେ ବ୍ୟବହାର ହୋଇଥିଲା । ଆମେରିକାରେ ଏହା ସିଡ୍ୟୁଲ ୨ ଔଷଧ, ଇଂଲଣ୍ଡରେ କ୍ଲାସ ଏ ଓ କାନାଡ଼ାରେ ସିଡ୍ୟୁଲ ୧ ଔଷଧ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମଡେଲ ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ମୂଳ ସ୍ୱାସ୍ଥ୍ୟ ସେବାର ଏକ ମହତ୍ତ୍ୱପୂର୍ଣ୍ଣ ଔଷଧ ଭାବରେ ଏହାର ନାମ ଲିପିବଦ୍ଧ ଅଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମାର୍ଥା ଫେରେଲ ଜଣେ ସାମାଜିକ କାର୍ଯ୍ୟକର୍ତ୍ତା ଥିଲେ । ତାଙ୍କର କାମ ଯୋଗୁଁ ସେ ଖାଲି ଭାରତରେ ନୁହେଁ ବିଦେଶରେ ମଧ୍ୟ ପ୍ରସିଦ୍ଧ ଥିଲେ । ସେ ଭାରତରେ ମହିଳାଙ୍କ ଅଧିକାର, ଲିଙ୍ଗ ସମାନତା ଏବଂ ପୌଢ ଶିକ୍ଷା ପାଇଁ ବହୁତ କାମ କରିଥିଲେ । ୧୩ ମଇ ୨୦୧୫ରେ ଆଫଗାନିସ୍ତାନର କାବୁଲରେ ଗୋଟିଏ ଗେଷ୍ଟ ହାଉସରେ ହୋଇଥିବା ଆତଙ୍କବାଦୀ ଅକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିଲା । ସେ ସେହି ସମୟରେ କାବୁଲରେ ଆଗା ଖାନ ଫାଉଣ୍ତେସନରେ ଗୋଟିଏ ଲିଙ୍ଗ ପ୍ରସିକ୍ଷଣ କାର୍ଯ୍ୟକ୍ରମର ନେତୃତ୍ୱ କରୁଥିଲେ ।
ଅରୁଣ ଦେ (ଜନ୍ମ: ୩୦ ଅପ୍ରେଲ ୧୯୪୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ପ୍ରଥମେ କମ୍ଯୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ଏବଂ ପରେ ଓଡ଼ିଶା ଗଣ ପରିଷଦରେ ଯୋଗ ଦେଇଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୪, ୧୯୮୦ ଓ ୧୯୯୦ ମସିହାରେ ସେ ସିପିଆଇର ପ୍ରାର୍ଥୀ ଭାବରେ, ୧୯୯୫ ମସିହାରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଏବଂ ୨୦୦୪ ମସିହାରେ ଓଡ଼ିଶା ଗଣ ପରିଷଦର ପ୍ରାର୍ଥୀ ଭାବରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୮ମ, ୧୦ମ, ୧୧ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶଙ୍ଖଚିଲ ବା ଶଙ୍ଖଚିଲ୍ଲ (ଇଂରାଜୀରେ brahminy kite, ଜୀବବିଜ୍ଞାନ ନାମ Haliastur indus) ଏକ୍ସିପିଟ୍ରିଡେ ପରିବାରର ଏକ ମଧ୍ୟମାକାର ଶିକାରୀ ପକ୍ଷୀ । ଅଷ୍ଟ୍ରେଲିଆରେ ଏହି ପକ୍ଷୀକୁ red-backed sea-eagle (ଅର୍ଥାତ୍ ଲୋହିତପୃଷ୍ଠ ସମୁଦ୍ର ଛଞ୍ଚାଣ) ବୋଲି ମଧ୍ୟ କୁହନ୍ତି । ଏକ୍ସିପିଟ୍ରିଡେ ପରିବାରର ଅନ୍ୟ ପକ୍ଷୀଗୁଡ଼ିକ ହେଉଛନ୍ତି ଛଞ୍ଚାଣ, ବାଜ, ହ୍ୟାରିୟର୍ ଇତ୍ୟାଦି । ଭାରତୀୟ ଉପମହାଦେଶ, ଦକ୍ଷିଣ-ପୂର୍ବ ଏସିଆ ଓ ଅଷ୍ଟ୍ରେଲିଆରେ ଶଙ୍ଖଚିଲ ଦେଖିବାକୁ ମିଳନ୍ତି । ଉପକୂଳ କିମ୍ଵା ଭୂଭାଗର ଆର୍ଦ୍ରଭୂମି ଓ ଜଳାଶୟ ପ୍ରଭୃତି ଅଞ୍ଚଳରେ ଏମାନେ ଦେଖାଯାନ୍ତି । ମୃତ ମାଛ ଓ ଅନ୍ୟାନ୍ୟ ଛୋଟ ଜୀବ ଏମାନଙ୍କ ମୁଖ୍ୟ ଆହାର । ଶଙ୍ଖଚିଲର ମୁଣ୍ଡ ଓ ଛାତି ଧଳା ରଙ୍ଗର ହୋଇଥିବା ବେଳେ ଏମାନଙ୍କ ଶରୀରର ଅନ୍ୟ ଭାଗ ଈଷତ୍ ଲାଲ୍-ମାଟିଆ ରଙ୍ଗର ହୋଇଥାଏ । ଏହି ଶାରୀରିକ ବିଶେଷତା ପାଇଁ ଅନ୍ୟ ଶିକାରୀ ପକ୍ଷୀଙ୍କ ମଧ୍ୟରେ ଏମାନଙ୍କୁ ସହଜରେ ଚିହ୍ନିହୁଏ ।
ପ୍ରମିଳା ବିଶୋଇ ହେଉଛନ୍ତି ଜଣେ ଭାରତୀୟ ରାଜନୀତିଜ୍ଞ, ସମାଜସେବୀ ଏବଂ କବି । ସେ ଭାରତର ୧୭ତମ ଲୋକ ସଭାକୁ ଆସ୍କାରୁ ନିର୍ବାଚିତ ହୋଇଥିଲେ । ସେ ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳ ତରଫରୁ ପ୍ରତିନିଧିତ୍ବ କରିଥିଲେ । ଏଥିରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ଅନିତା ଶୁଭଦର୍ଶିନୀଙ୍କୁ ୨,୦୪,୭୦୭ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ (ଜନ୍ମ: ୪ ଜାନୁଆରୀ ୧୯୫୫) ହେଉଛନ୍ତି, ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିସାରିଛନ୍ତି ଏବଂ ଅଧୁନା ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪ ଓ ୨୦୦୯ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ବାଲେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜୀବନ ପ୍ରଦୀପ ଦାଶ (ଜନ୍ମ: ୧୫ ଜୁଲାଇ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ଏବଂ ପରେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ଭାରତୀୟ ଜନତା ପାର୍ଟିର ଏବଂ ୨୦୦୯ ଓ ୨୦୧୪ ମସିହାରେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ମହେଶ ସାହୁ ହେଉଛନ୍ତି ଜଣେ ଭାରତୀୟ ରାଜନୀତିଜ୍ଞ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ଢେଙ୍କାନାଳ ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳ ତରଫରୁ ପ୍ରତିନିଧିତ୍ଵ କରି ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ନିର୍ବାଚନରେ ସେ ନିକଟତମ ପ୍ରତିଦ୍ୱନ୍ଦୀ ବିଜେପିର ରୁଦ୍ର ନାରାୟଣ ପାଣିଙ୍କୁ ୩୫,୪୧୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ସେ ଏହା ପୂର୍ବରୁ ୧୧ଶ, ୧୨ଶ, ୧୩ଶ ଏବଂ ୧୫ଶ ବିଧାନ ସଭାର ସଭ୍ୟ ମଧ୍ୟ ଥିଲେ ।
ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ
ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ବା ଫକୀର ମୋହନ କଲେଜ ଓଡ଼ିଶାର ବାଲେଶ୍ୱର ଜିଲ୍ଲାରେ ଥିବା ଏକ ମହାବିଦ୍ୟାଳୟ ଅଟେ । ଏହା ବାଲେଶ୍ଵର କଲେଜ, ଏଫଏମ କଲେଜ ନାମରେ ମଧ୍ୟ ଜଣାଶୁଣା । ଜୁଲାଇ ମାସ ୬ ତାରିଖ ୧୯୪୪ ମସିହାରେ ଏହି ମହାବିଦ୍ୟାଳୟଟି ୯୬ଜଣ ଛାତ୍ରୀଛାତ୍ରଙ୍କୁ ନେଇ ସ୍ଥାପିତ ହୋଇଥିଲା, ସେତେବେଳ ଏହାକୁ ବାଲେଶ୍ଵର କଲେଜ କୁହାଯାଉଥିଲା । ୧୯୪୬ ମସିହାରୁ କଳାରେ ସ୍ନାତକ ପଢ଼ାହେବା ଆରମ୍ଭ ହୋଇଥିଲା । ୧୯୪୯ ମସିହାରେ ଏହାର ନାଁ ପରିବର୍ତ୍ତନ ହୋଇ ଫକୀର ମୋହନ କଲେଜ ହୋଇଥିଲା । ୧୯୬୧ ମସିହାରେ ବିଜ୍ଞାନରେ ସ୍ନାତକ ପଢ଼ାହେବା ଆରମ୍ଭ ହୋଇଥିଲା । ୨୦୧୯ ମସିହାରେ ଏଠାରେ ୩୫୦୦ରୁ ଅଧିକ ଛାତ୍ରୀଛାତ୍ର ଶିକ୍ଷାଲାଭ କରୁଛନ୍ତି । ଫକୀର ମୋହନ ବିଶ୍ଵବିଦ୍ୟଳୟ ସହ ଏହା ଜଡ଼ିତ ।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଚନ୍ଦ୍ରାଣି ମୁର୍ମୁ (ଜନ୍ମ ୧୬ ଜୁନ, ୧୯୯୩) ହେଉଛନ୍ତି ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ସମାଜସେବୀ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝରରୁ ଛିଡ଼ା ହୋଇଥିଲେ । ଏହି ନିର୍ବାଚନରେ ସେ ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ଦୁଇ ଥର ସଂସଦର ସଦସ୍ୟ ଥିବା, ଅନନ୍ତ ନାୟକଙ୍କୁ ୬୬,୨୦୩ ଖଣ୍ଡ ଭୋଟରେ ପରାସ୍ତ କରି ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଜୟ ସହ ସେ ଲୋକସଭାର ସର୍ବକନିଷ୍ଠ ସଦସ୍ୟା ହୋଇଛନ୍ତି । ଜିତିବା ଅବସରରେ ତାଙ୍କୁ ୨୫ ବର୍ଷ ୧୧ ମାସ ଏବଂ ୯ ଦିନ ହୋଇଥିଲା । ଏହା ପୂର୍ବରୁ ୧୬ଶ ଲୋକ ସଭାରେ ହରିୟାଣାର ହିସାର ଲୋକସଭା ଆସନରୁ ଜନନାୟକ ଜନତା ପାର୍ଟିର ପ୍ରତିଷ୍ଠାତା ଦୁଷ୍ୟନ୍ତ ଚୌଟାଲା ଏହି କୀର୍ତ୍ତିମାନରେ ଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଲୁଆ ( /ˈluːə/ LOO-ə, from ଛାଞ୍ଚ:Lang-pt ଛାଞ୍ଚ:IPA-pt meaning moon; explicitly not "LUA") ଏକ lightweight ପ୍ରୋଗ୍ରାମିଂ ଭାଷା ଅଟେ । ଏହା ANSI Cରେ ଲେଖା ହୋଇଥିବାରୁ ବିଭିନ୍ନ ପ୍ରକାରର କମ୍ପ୍ୟୁଟରରେ ଚାଲିପାରେ ଏଣୁ ଏହାକୁ Cross-platform ସ୍କ୍ରିପ୍ଟ ଭାଷା କୁହାଯାଇପାରେ । ଲୁଆର ଆପ୍ଲିକେସନ ପ୍ରୋଗ୍ରାମିଂ ଇଣ୍ଟରଫେସ ବା API ସି ଅପେକ୍ଷା ସରଳ ଅଟେ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ତିବ୍ୱତୀ ବୌଦ୍ଧ ଧର୍ମ ବୌଦ୍ଧ ଧର୍ମୀର ମହାଜ୍ଞାନ ଶାଖାର ଏକ ଉପଶାଖା ଅଟେ ଯାହା ତିବ୍ୱତ, ମଙ୍ଗୋଲିୟ, ଭୁଟାନ, ଉତ୍ତର ନେପାଳର ଲଦାଖ, ଅରୁଣାଚଳ ପ୍ରଦେଶ ଏବଂ ସିକିମ କ୍ଷେତ୍ର, ଋଷର କାଲାମିକିୟା, ତୁବା ଏବଂ ପୂର୍ବତରୀ ଚୀନରେ ପ୍ରଚଳିତ ଅଟେ । ତିବ୍ୱତୀ ଭାଷା ଏହି ସମ୍ପ୍ରଦାୟର ଧାର୍ମିକ ଭାଷା ଅଟେ ଏବଂ ଏହାର ଅଧିକତର ଧର୍ମଗ୍ରନ୍ଥ ତିବ୍ୱତୀ ଓ ସଂସ୍କୃତରେ ହିଁ ଲେଖା ହୋଇଛି । ବର୍ତ୍ତମାନ କାଳରେ ୧୪ବିଂ "ଦଳାଇ ଲାମା" ଏହାର ସବୁଠାରୁ ବଡ ଧାର୍ମିକ ନେତା ଅଟନ୍ତି ।
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ୨୦୧୯ ମସିହା ମଇ ମାସ ପ୍ରାରମ୍ଭରେ ଆସିଥିବା ଏକ ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହାକୁ ଫୋନୀ, ଫନି ଏବଂ ଫନୀ ନାମରେ ମଧ୍ୟ ଉଲ୍ଲେଖ କରାଯାଇଥାଏ । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା ଥିଲା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ଦେଢ଼ କୋଟିରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା । ଓଡ଼ିଶାରେ ୪୧ ଜଣ ବ୍ୟକ୍ତିଙ୍କ ସମେତ ୩୪ ଲକ୍ଷ ୫୨ ହଜାର ପଶୁପକ୍ଷୀଙ୍କର ମୃତ୍ୟୁ ଘଟିଥିଲା ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ପାଲି ଭାଷା ଓଡ଼ିଆ ଭାଷା ଆଗରୁ ଥିବା ଗୋଟିଏ ପୁରୁଣା ଭାଷା । ଏହି ଭାଷାରୁ ଓଡ଼ିଆ, ବଙ୍ଗଳା, ଅସମୀୟା ଓ ଆହୁରି ଢେରେ ଭାରତୀୟ ଭାଷା, ନେପାଳୀ ଭାଷା, ଦକ୍ଷିଣ ଏସିଆର ଅନେକ ଭାଷା (ବାଲିନିଜ୍ ଆଦି Balenese ଭାଷାମାନେ ତିଆରି ହୋଇଛନ୍ତି । ଏହି ଭାଷାରେ 'ଶ'/'ଷ' ବଦଳରେ କେବଳ 'ସ' ବ୍ୟବହାର କରାଯାଏ । ଅନାନ୍ୟ ଭାଷା ଭଳି ଏହି ଭାଷାରେ ଯୁକ୍ତାକ୍ଷର (ଯୁକ୍ତାକ୍ଷର/ Conjunctant) ନାହିଁ । ସେ କାଳରେ ବ୍ରାହ୍ମୀ (ବ୍ରାହ୍ମୀ/ Brahmi) ଲିପିରେ ଲେଖାଯାଉଥିଲା ଏ ଭାଷା ।