ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ (ଜନ୍ମ: ୪ ଜାନୁଆରୀ ୧୯୫୫) ହେଉଛନ୍ତି, ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିସାରିଛନ୍ତି ଏବଂ ଅଧୁନା ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪ ଓ ୨୦୦୯ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ବାଲେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ର ପାହ୍ୟା ଯୁକ୍ତ ରାଜ୍ୟ ୟୁନିୟନ ମନ୍ତ୍ରୀ ହୋଇଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ହାଇଡ୍ରୋକର୍ଟିଜୋନ (ଇଂରାଜୀ ଭାଷାରେ Hydrocortisone, ଏକ ବିକ୍ରୟ ନାମ କର୍ଟେଫ/Cortef) ନାମ ଦିଆଯାଏ ଯେତେବେଳେ ହରମୋନ କର୍ଟିଜୋଲକୁ (cortisol) ଔଷଧ ଆକାରରେ ଯୋଗାଇ ଦିଆଯାଏ । ଏହି ଔଷଧ ବ୍ୟବହାର କରାଯାଉଥିବା ରୋଗମାନଙ୍କର ନାମ: ଆଡ୍ରେନାଲ ଇନସଫିସିଏନ୍ସି (adrenocortical insufficiency, ଆଡ୍ରେନୋଜେନିଟାଲ ସିଣ୍ଡ୍ରୋମ (adrenogenital syndrome), ହାଇପୋକ୍ୟାଲସେମିଆ (high blood calcium, ଥାଇରଏଡାଇଟିସ (thyroiditis), ରିଉମାଟଏଡ ଆର୍ଥ୍ରାଇଟିସ, ଡର୍ମାଟାଇଟିସ (dermatitis), ଆଜ୍ମା, ଓ ସିଓପିଡି । ଆଡ୍ରେନୋକର୍ଟିକାଲ ଇନସଫିସିଏନସି ରୋଗରେ ଏହା ପସନ୍ଦ ଯୋଗ୍ୟ ଔଷଧ । ଏହା ଉଭୟ ପାଟିରେ ଓ ଇଞ୍ଜେକସନ ଆକାରରେ ଦିଆଯାଏ । ଦୀର୍ଘକାଳର ବ୍ୟବହାର ପରେ ବନ୍ଦ କରିବାକୁ ହେଲେ ଧୀରେ ଧୀରେ ମାତ୍ରା ଅଳ୍ପ କରି କମେଇ ଶେଷରେ ବନ୍ଦ କରାଯାଏ । ଏହାର ପାର୍ଶ୍ୱ ପ୍ରତିକ୍ରିୟା ହେଲେ ମନୋଦଶାର ପରିବର୍ତ୍ତନ ହୁଏ, ସଂକ୍ରମଣ (infection) ସଙ୍କଟ ବଢ଼ିଯାଏ ଓ ଇଡିମା (swelling) ହୁଏ । ଦୀର୍ଘକାଳ ଧରି ବ୍ୟବହାର ପରେ ହେଉଥିବା ପାର୍ଶ୍ୱ ପ୍ରତିକ୍ରିୟା: ଓଷ୍ଟିଓପୋରୋସିସ, ପେଟ ଗୋଳମାଳ (upset stomach), ଶାରୀରିକ ଦୂର୍ବଳତା (physical weakness), ସହଜରେ ବ୍ରୁଇସ (bruising), ଓ କ୍ୟାଣ୍ଡିଡିଆସିସ (yeast infection) ହୁଏ । ଗର୍ଭାବସ୍ଥାରେ ବ୍ୟବହାର କରାଗଲେ ମଧ୍ୟ ଏହାର ନିରାପତ୍ତା ବିଷୟ ଅଜ୍ଞାତ ଅଛି । ଏହା ପ୍ରଦାହରୋଧୀ (antiinflammatory) ଓ ଇମ୍ମ୍ୟୁନ ଦମନକାରୀ (immune suppression) ଭାବରେ ବ୍ୟବହାର କରାଯାଏ ।ସନ ୧୯୫୫ରେ ହାଇଡ୍ରୋକର୍ଟିଜୋନ ଆବିଷ୍କୃତ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ । ସନ ୨୦୧୪ରେ ପାଟିରେ ଦିଆଯାଉଥିବା ଏହି ଔଷଧର ଦୈନିକ ଖର୍ଚ୍ଚ ବିକାଶଶୀଳ ଦେଶମାନଙ୍କରେ ପ୍ରାୟ ୦.୨୭ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଗୋଟିଏ ମାସର ଔଷଧ ଖର୍ଚ୍ଚ ୨୫ଡଲାରରୁ କମ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସପ୍ତଗିରି ଶଙ୍କର ଉଲ୍ଲାକା (ଜନ୍ମ: ୧ ଜାନୁଆରୀ ୧୯୭୯) ଜଣେ ଭାରତୀୟ ରାଜନେତା । ସେ ଭାରତର ସଂସଦରେ ପ୍ରଥମ ଥର ପାଇଁ ୧୭ଶ ଲୋକ ସଭାର ସଦସ୍ୟ ଭାବରେ ନିର୍ବାଚିତ ହୋଇଛନ୍ତି । ସେ ଭାରତୀୟ ରାଜନୀତିରେ କୋରାପୁଟ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳର ଜଣେ ସଭ୍ୟ । ସେ ହେଉଛନ୍ତି ପୂର୍ବତନ ବିଧାୟକ ରାମଚନ୍ଦ୍ର ଉଲାକାଙ୍କ ପୁତ୍ର । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ, ବିଜୁ ଜନତା ଦଳର କୌଶଲ୍ୟା ହିକ୍କାଙ୍କୁ ୩,୬୧୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ନୁସରତ ଜହାନ ଜୈନ (ଜନ୍ମ ୮ ଜାନୁୟାରୀ ୧୯୯୦) ଜଣେ ଭାରତୀୟ ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ଲୋକସଭା ସାଂସଦ । ମୁଖ୍ୟତଃ ସେ ବଙ୍ଗାଳି ଚଳଚ୍ଚିତ୍ରରେ କାମ କରିଛନ୍ତି । ସେ ମାର୍ଚ୍ଚ ମାସ ୨୦୧୯ ମସିହାରେ ରାଜନୀତିରେ ପ୍ରବେଶ କରିଥିଲେ । ସେ ୨୦୧୯ ଭାରତୀୟ ଲୋକସଭା ନିର୍ବାଚନରେ ବସିରହାତ, ପଶ୍ଚିମବଙ୍ଗ ଲୋକସଭା ନିର୍ବାଚନ ମଣ୍ଡଳୀରୁ ଜୟଯୁକ୍ତ ହୋଇ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ନୀଳାମ୍ବର ଦାସ (୧୩ ଫେବୃଆରୀ ୧୯୦୩ - ୨୬ ଅଗଷ୍ଟ ୧୯୮୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଏବଂ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାର ପ୍ରଥମ ବିଧାନ ସଭା ନିର୍ବାଚନରେ ଏବଂ ୧୯୫୭ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଟିକଟକ, ଯାହା ଡଇନ (ଚୀନ: 抖音; ପିନଇନ : Dǒuyīn; ଆକ୍ଷରିକ ଅର୍ଥ: 'ଶବ୍ଦ କମ୍ପନ') ନାମରେ ମଧ୍ୟ ଚୀନରେ ଜଣାଶୁଣା ଏକ ଆଣ୍ଡ୍ରୋଏଡ ଏବଂ ଆଇଓଏସ ଆପ ବା ଆପ୍ଲିକେସନ, ଯେଉଁଥିରେ ଛୋଟ ଛୋଟ ସମୟର ଅବଧିଯୁକ୍ତ ଭିଡିଓ ତିଆରି କରାଯାଇ ବଣ୍ଟା ଯାଇଥାଏ । ତିନିରୁ ପନ୍ଦର ସେକେଣ୍ଡ ସମୟ ବିଶିଷ୍ଟ ସଙ୍ଗୀତ ଭିଡିଓ ତିଆରି ହୋଇଥାଏ ଏବଂ ବାରମ୍ବାରତା ଛୋଟ ଭିଡିଓ ୩ ରୁ ୬୦ ସେକେଣ୍ଡର ତିଆରି ହୋଇଥାଏ ।ଏହା ବାଇଟଡ୍ୟାନ୍ସ ନାମକ ଏକ କମ୍ପାନୀଦ୍ୱାରା ପରିଚାଳିତ । ଚୀନରେ ସେପ୍ଟେମ୍ବର ମାସ ୨୦୧୬ ମସିହାରେ ଏହା ପ୍ରଥମେ ଡଇନ ନାମରେ ଆରମ୍ଭ ହୋଇଥିଲା ଏବଂ ଅନ୍ୟ ଦେଶର ବଜାରଗୁଡିକୁ ଏକବର୍ଷ ପରେ ଟିକଟକ ନାମରେ ଛଡ଼ା ଯାଇଥିଲା । ଅକ୍ଟୋବର ମାସ ୨୦୧୮ରେ ଏହି ଆପ ଟି ଯୁକ୍ତରାଷ୍ଟ୍ରରେ ସବୁଠାରୁ ଅଧିକ ଡାଉନଲୋଡ଼ କରାଯାଇଥିଲା । ୨୦୧୮ ମସିହା ସୁଦ୍ଧା ଏହା ୧୫୦ଟି ଦେଶରେ, ୭୫ଟି ଭାଷାରେ ଉପଲବ୍ଧ ଅଟେ । ଜୁଲାଇ ମାସ ୨୦୧୮ ମସିହାରେ ଏହାର ୫୦ କୋଟିରୁ ଅଧିକ ଗ୍ରାହକ ଥିଲେ ।
ବନମାଳି ଦାସ (୨୯ ଅଗଷ୍ଟ ୧୯୧୮ - ୨୫ ଫେବୃଆରୀ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଏବଂ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ କମ୍ୟୁନିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବାଉଁଶ ନଳରେ ତିଆରି ଏକ ପ୍ରକାର ବାଦ୍ୟ । ବଂଶୀ ଦୁଇ ପ୍ରକାର; ଏକ ପ୍ରକାର ବଂଶୀର ଗୋଟିଏ ମୁଣ୍ଡର ରନ୍ଧ୍ରରେ ଫୁଙ୍କିବାକୁ ହୁଏ, ଯାହାକୁ ରାଧା ବଂଶୀ କୁହାଯାଏ ଏବଂ ଅନ୍ୟ ବଂଶୀର ପାର୍ଶ୍ୱସ୍ଥ ଛିଦ୍ରକୁ ଓଠ ପାଖେ ସ୍ପର୍ଶ କରି ସେ ରନ୍ଧ୍ରରେ ତୀର୍ଯ୍ୟଭାବରେ ପୁଙ୍କିବାକୁ ହୁଏ, ଯାହାକୁ କୃଷ୍ଣ ବଂଶୀ କୁହାଯାଏ । ପୌରାଣିକ ମତେ ଶ୍ରୀକୃଷ୍ଣଙ୍କର ବଂଶୀନାଦ ଶୁଣିଲେ କ୍ରମାନ୍ୱୟରେ ଉଚ୍ଚାଟନ, ସ୍ତମ୍ଭନ, ବଶୀକରଣ ଓ ମୋହନ ଏହି ଚାରି ଅବସ୍ଥା ଜାତ ହୁଏ ଏହି ଅବସ୍ଥା ଅନୁସାରେ ଗୋପ କନ୍ୟାମାନଙ୍କର ବିଭିନ୍ନ ଶ୍ରେଣୀ ବିଭାଗ କରାହୋଇଅଛି ଯଥା: ବେଦକନ୍ୟା, ଦେବକନ୍ୟା, ମୁନିକନ୍ୟା ଓ ବ୍ରଜକନ୍ୟା । ପ୍ରଥମ ବଂଶୀ ଉଚ୍ଚାଟନ, ପ୍ରକାଶ ବେଦକନ୍ୟା ଗଣ ସ୍ତମ୍ଭନନାଦେ ବଂଶୀ ଶୁଣି, ଉଦିତ ଦେବତା ନନ୍ଦିନୀ ବଶୀକରଣ ନାଦ ବଂଶୀ, ତହୁଁ ସମ୍ଭୁତ ମୁନି ଅଂଶୀ ମୋହନନାଦେ ୟେ ମରଲୀ, ତହୁଁ ବିଦିତ ବ୍ରଜବାଳୀ — ଭୂପତି.
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ୨୦୧୯ ମସିହା ମଇ ମାସ ପ୍ରାରମ୍ଭରେ ଆସିଥିବା ଏକ ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହାକୁ ଫୋନୀ, ଫନି ଏବଂ ଫନୀ ନାମରେ ମଧ୍ୟ ଉଲ୍ଲେଖ କରାଯାଇଥାଏ । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା ଥିଲା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ଦେଢ଼ କୋଟିରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା । ଓଡ଼ିଶାରେ ୪୧ ଜଣ ବ୍ୟକ୍ତିଙ୍କ ସମେତ ୩୪ ଲକ୍ଷ ୫୨ ହଜାର ପଶୁପକ୍ଷୀଙ୍କର ମୃତ୍ୟୁ ଘଟିଥିଲା ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ବିନୋଦ ଚନ୍ଦ୍ର ନାୟକ(୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ପ୍ରମିଳା ବିଶୋଇ ହେଉଛନ୍ତି ଜଣେ ଭାରତୀୟ ରାଜନୀତିଜ୍ଞ, ସମାଜସେବୀ ଏବଂ କବି । ସେ ଭାରତର ୧୭ତମ ଲୋକ ସଭାକୁ ଆସ୍କାରୁ ନିର୍ବାଚିତ ହୋଇଥିଲେ । ସେ ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳ ତରଫରୁ ପ୍ରତିନିଧିତ୍ବ କରିଥିଲେ । ଏଥିରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ଅନିତା ଶୁଭଦର୍ଶିନୀଙ୍କୁ ୨,୦୪,୭୦୭ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଶ୍ୱ ତମାଖୁହୀନ ଦିବସ ପ୍ରତିବର୍ଷ ୩୧ ମଇରେ ପୃଥିବୀ ସାରା ପାଳନ କରାଯାଇଥାଏ । ଏହା ୨୪ ଘଣ୍ଟା ଧରି ପୃଥିବୀରେ ତମାଖୁର ବ୍ୟବହାରକୁ ପୁରାପୁରି ବନ୍ଦ କରିବା ଲକ୍ଷରେ କରାଯାଇଥାଏ । ଏହା ଆହୁରି ମଧ୍ୟ ସ୍ୱାସ୍ଥ୍ୟ ଉପରେ ବିଶ୍ୱରେ ତମାଖୁର ଖରାପ ପ୍ରଭାବ ଉପରେ ଜନସଚେତନତା ତିଆରି କରିବାକୁ ପାଳନ କରାଯାଇଥାଏ ଯାହା ଏବେ ପୃଥିବୀରେ ବାର୍ଷିକ ୫୪ ଲକ୍ଷ ମରଣର କାରଣ ସାଜିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ୧୯୮୭ରେ ବିଶ୍ୱ ତମାଖୁହୀନ ଦିବସ ପ୍ରଥମକରି ଆରମ୍ଭ କରିଥିଲେ । ଗତ ୨୦ ବର୍ଷ ଧରି, ଏହି ଦିବସ ସରକାର, ସାମାଜିକ ସ୍ୱାସ୍ଥ୍ୟ ସଙ୍ଗଠନ, ଧୂମପାନକାରୀ, ତମାଖୁ ଚାଷୀ ଓ କାରଖାନାମାନେ ଏହି ଦିବସ ସପକ୍ଷ ଓ ବିପକ୍ଷରେ ମତ ଦେଇଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇଥିଲା ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହୋଇଥିଲା: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହୋଇଥିଲା ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ତନ୍ତ୍ର ହିନ୍ଦୁ ସମାଜରେ ପ୍ରଚଳିତ ଉପାସନା ପଦ୍ଧତିର ଏକ ଅଂଶ ବିଶେଷ । ତନ୍ତ୍ରର ଶାବ୍ଦିକ ଉଦ୍ଭବ ହେଲା ତନୋତି ତ୍ରାୟତି ତନ୍ତ୍ର (तनोति त्रायति तन्त्र)ରୁ ଯାହାର ଅଭିପ୍ରାୟ ହେଉଛି ବିସ୍ତାର ଓ ମୁକ୍ତି। ଏଠାରେ ତନ୍ତ୍ର ଶବ୍ଦର ଅଭିପ୍ରାୟ ଗୂଢ଼ ସାଧନା । ଶିବ ଓ ଶକ୍ତିଙ୍କ ଉପାସନାକୁ ତନ୍ତ୍ର ଶାସ୍ତ୍ର ବୋଲି କୁହାଯାଏ। ତନ୍ତ୍ର ଶାସ୍ତ୍ର ମତରେ ଏହି ଜଗତ ହେଲା ଶିବ ଓ ଶକ୍ତିଙ୍କ ଦିବ୍ୟ ଲୀଳା । ହିନ୍ଦୁ,ବୌଦ୍ଧ ଓ ଜୈନ ଧର୍ମରେ ତନ୍ତ୍ର ପରମ୍ପରା ଦେଖିବାକୁ ମିଳିଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ପୁରୁଷୋତ୍ତମ ଦେବ (ଖ୍ରୀ:ଅ: ୧୪୬୮- ଖ୍ରୀ:ଅ: ୧୪୯୭) ଓଡ଼ିଶାର ଗଜପତି ରାଜବଂଶର ଦ୍ୱିତୀୟ ବୃହତ୍ତମ ସମ୍ରାଟ ରୂପେ ଖ୍ୟାତ । କପିଳେନ୍ଦ୍ର ଦେବଙ୍କ ଉପଯୁକ୍ତ ଦାୟାଦ୍ ଭାବେ ସେ ଗଜପତି ରାଜବଂଶ ଓ ସର୍ବୋପରି ଓଡ଼ିଶାର ଉତ୍ତରୋତ୍ତର ଉନ୍ନତି କରିଥିଲେ । ନିଜର ବଳ ବୁଦ୍ଧି ବ୍ୟକ୍ତିତ୍ୱଦ୍ୱାରା ସେ ସୂର୍ଯ୍ୟବଂଶୀ ଗଜପତି ମାନଙ୍କ ମଧ୍ୟାରେ ଜଣେ ଅସାଧାରଣ ଶାସକ ଭାବେ ନିଜକୁ ପ୍ରତିପାଦିତ କରିପାରିଥିଲେ । ସେ ତଥାକଥିତ କାଞ୍ଚି-କାବେରୀ କିମ୍ବଦନ୍ତୀର ମୁଖ୍ୟ ନାୟକ ଥିଲେ । ଦକ୍ଷିଣ ଭାରତରେ ଉତ୍କଳୀୟ ସଂସ୍କୃତି ଓ ସଭ୍ୟତାର ପ୍ରସାର ଦିଗରେ ସେ ଅନେକ ପଦକ୍ଷେପ ନେଇଥିଲେ । ସେ ଜଗନ୍ନାଥ ଚେତନାର ପୃଷ୍ଠପୋଷକ ଥିଲେ । ନିଜର ପ୍ରତିଭାଶାଳୀ ଶାସନଦ୍ୱାରା ସେ ପ୍ରତ୍ୟେକ ଓଡ଼ିଆଙ୍କ ପ୍ରିୟଭାଜନ ହୋଇପାରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।