ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ଏକ ବର୍ତ୍ତମାନର ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହା ପୂର୍ବ ଭାରତରେ ମଇ ମାସ ୩ ତାରିଖରେ ଲ୍ୟାଣ୍ଡଫଲ କରିଥିଲା ଏବଂ ଏହା ପାଇଁ ବଙ୍ଗଳାଦେଶ ପ୍ରତି ଭୀଷଣ ବିପଦଜନକ ଘୂର୍ଣ୍ଣିବାତ୍ୟାର ସମ୍ଭାବନା ରହିଛି । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ୧୧ ଲକ୍ଷ ୫୦ ହଜାର ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା ।ଫଣୀ ଏକ ପ୍ରକାର ବିରଳ ବାତ୍ୟା ଯିଏ ଦୁଇ ଥର ଲ୍ୟାଣ୍ଡଫଲ କରିବ । ପୁରୀରେ ପ୍ରଥମ ଲ୍ୟାଣ୍ଡଫଲ ପରେ ବାଲେଶ୍ଵର ଅତିକ୍ରମ କଲାପରେ ପୁଣିଥରେ ସମୁଦ୍ର ମଧ୍ୟକୁ ପ୍ରବେଶ କରି ଏହା ପଶ୍ଚିମବଙ୍ଗରେ ଦ୍ଵିତୀୟ ଥର ଲ୍ୟାଣ୍ଡଫଲ କରିବା ବୋଲି ଅନୁମାନ କରାଯାଉଛି । ତେବେ ଦ୍ୱତୀୟ ଲ୍ୟାଣ୍ଡଫଲ ପ୍ରଥମ ଅପେକ୍ଷା ଦୁର୍ବଳ ରହିବ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଯୁଗଳ କିଶୋର ପଟ୍ଟନାୟକ (ଜନ୍ମ: ୨ ନଭେମ୍ବର ୧୯୩୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଥିଲେ । ୧୯୭୩, ୧୯୮୦ ଓ ୧୯୯୮୫ ମସିହାରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସେ ଯଥାକ୍ରମେ ୬ଷ୍ଠ, ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏବଂ ୨୦୦୯ ଓ ୨୦୧୪ ମସିହାରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
'ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ପ୍ଲୁଟୋ ସୌରଜଗତର ଏକ ଅଂଶବିଶେଷ । 'ପ୍ଲୁଟୋ, ୧୩୪୩୪୦ପ୍ଲୁଟୋ, ଏରିଶ ପରେ ସୌରଜଗତର ଦ୍ୱିତୀୟ ବୃହତ୍ତମ ବିଶାଳ ବାମନ ଗ୍ରହ ଓ ଦଶମ ସୂର୍ଯ୍ୟ ଚାରିପଟେ ବୁଲୁଥିବା ଦଶମ ବୃହତ୍ତମ ମହାପିଣ୍ଡ । ଏହା ମୂଳତ ନବମ ଗ୍ରହ ଭାବରେ ନାମିତ ହୋଇଥିଲା, ପରେ ପ୍ଲୁଟୋ ଅନେକ ବିଶାଳ ପିଣ୍ଡ ନବଗଠିତ କୁଇପର ପଟି ଭିତରେ ଥିବା ଥିବା ଏକ ବାମନ ଗ୍ରହ ଓ ପ୍ଲୁଟୋଏଡ଼ ଭାବରେ ନାମିତ ହେଲା । ଅନେକ ବୈଜ୍ଞାନିକ ମତ ଦେଇଥିଲେ ଯେ ପ୍ଲୁଟୋକୁ ଏକ ଗ୍ରହର ଶ୍ରେଣୀରେ ରଖି ଅନ୍ୟାନ୍ୟ ବାମନ ଗ୍ରହପୁଞ୍ଜ ଭିତରେ ରଖିବା ଉଚିତ ।୧୮ ଫେବୃଆରୀ ୧୯୩୦ରେ କ୍ଲାଏଡ଼ ଟମବଗଙ୍କଦ୍ୱାରା ପ୍ଳୁଟୋ ଆବିଷ୍କୃତ ହୋଇଥିଲା । ୨୪ ଅଗଷ୍ଟ ୨୦୦୬ରେ ଇଣ୍ଟରନ୍ୟାସନାଲ ଆଷ୍ଟ୍ରୋନୋମିକାଲ ୟୁନିଅନ (ଆଇ. ଏ.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ବଳରାମ ସାହୁ (ଜନ୍ମ: ୩ ମାର୍ଚ୍ଚ ୧୯୨୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଓଡ଼ିଶା ରଜନୀତିରେ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ଉତ୍କଳ କଂଗ୍ରେସର ପ୍ରାର୍ଥୀ ଭାବରେ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ମହମ୍ମଦ ହନିଫ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସୁନାମି (ଇଂରାଜୀ: tsunami; ଏହା ଜାପାନୀ: 津波ରୁ ଆସିଛି("ତ୍ସୁନାମି"ବୋଲି ଉଚ୍ଚାରଣ କରାଯାଏ ) ; ଅର୍ଥ: "ପୋତାଶ୍ରୟରେ ଉଠୁଥିବା ଢେଉ (harbor wave)") ହେଉଛି କ୍ରମାନ୍ୱୟରେ ଆସୁଥିବା ଜଳ-ତରଙ୍ଗ, ଯାହାକି ମୁଖ୍ୟତଃ ହ୍ରଦ କିମ୍ବା ସମୁଦ୍ରରେ ବିଶାଳ ଜଳରାଶିର ସ୍ଥାନାନ୍ତରଣ ଯୋଗୁଁ ହୋଇଥାଏ । ଭୂମିକମ୍ପ, ଅଗ୍ନି ଉଦ୍ଗିରଣ, ଓ ପାଣି ଭିତରେ ହେଉଥିବା ଅନ୍ୟ ବିସ୍ଫୋରଣ, ଭୂ-ସ୍ଖଳନ, ଉଲକାପାତ ଏବଂ ଜଳସ୍ଥର ତଳେ କିମ୍ବା ଉପରେ ହେଉଥିବା ଯେକୌଣସି ଅସ୍ଥିରତା ଯୋଗୁଁ ହିଁ ସୁନାମି ସୃଷ୍ଟି ହୋଇଥାଏ ।ସୁନାମି ସାଧାରଣ ସାମୁଦ୍ରିକ ଢେଉ ନୁହେଁ, କାରଣ ଏହାର "ତରଙ୍ଗ ଦୈର୍ଘ୍ୟ" ବହୁତ ଲମ୍ବା ହୋଇଥାଏ । ଏହା ସାଧାରଣ ଢେଉ ଭାଙ୍ଗିବା ପରି ଦେଖା ନ ଯାଇ ବରଂ କ୍ଷିପ୍ର ଗତିରେ ଉଠୁଥିବା ଜୁଆର ପରି ଦେଖାଯାଏ, ଏଣୁ ଏହାକୁ ଇଂରାଜୀରେ tidal waves କହନ୍ତି । ସୁନାମି ସାଧାରଣତଃ ତରଙ୍ଗ ଶୃଙ୍ଖଳକୁ ନେଇ ତିଆରି ହୋଇଥାଏ ଓ ଏହାର ଆବର୍ତ୍ତିକାଳ ଗୋଟିଏ ମିନିଟରୁ ଗୋଟିଏ ଘଣ୍ଟା ପର୍ଯ୍ୟନ୍ତ ହୋଇପାରେ । (ଇଂରାଜୀରେ ଏହାକୁ wave train କୁହାଯାଏ) ସୁନାମିର ପ୍ରଭାବ ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡିକ ମଧ୍ୟରେ ସୀମିତ ଥିଲେ ହେଁ ସେମାନଙ୍କର ଧ୍ୱଂସକାରୀ ଶକ୍ତି ବହୁତ ଅଧିକ ହୋଇଥାଏ ଓ ଏହା ସଂପୂର୍ଣ୍ଣ ମହାସାଗର ତଳକୁ ପ୍ରଭାବିତ କରିପାରେ । ୨୦୦୪ ଭାରତ ମହାସାଗରରେ ହୋଇଥିବା ସୁନାମି, ମାନବ ଇତିହାସରେ ସବୁଠାରୁ ଧ୍ୱଂସକାରୀ ପ୍ରକୃତିକ ବିପର୍ଜୟ ଥିଲା । ଏଥିରେ ଭାରତ ମହାସାଗରରେ ଥିବା ୧୪ଟି ଦେଶରେ ୨୩୦,୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କର ପ୍ରାଣହାନୀ ହୋଇଥିଲା । ଖ୍ରୀ.ପୂ.
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ହୃଦାନନ୍ଦ ମଲ୍ଲିକ (୧ ଅଗଷ୍ଟ ୧୯୨୭ - ୧ ମାର୍ଚ୍ଚ ୧୯୯୦) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଓ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନତା ଦଳ ଏବଂ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୧, ୧୯୭୪, ୧୯୭୭ ଓ ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ, ୭ମ ଓ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।