ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ଏକ ବର୍ତ୍ତମାନର ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ୧୧ ଲକ୍ଷ ୫୦ ହଜାର ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବିପ୍ଳବୀ ଧରଣୀଧର ଭୂୟାଁ (୧୮୬୪-୧୯୧୪) ଓଡ଼ିଶାର ଜଣେ ସୁନାମଧନ୍ୟ ବିପ୍ଳବୀ ଥିଲେ । ୧୮୯୧ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜାଙ୍କ ଅତ୍ୟାଚାର ବିରୁଦ୍ଧରେ ଯେଉଁ ପ୍ରଜାମେଳି ହୋଇଥିଲା, ତାହାର ନେତୃତ୍ୱ ନେଇଥିଲେ ବିପ୍ଳବୀ ଧରଣୀଧର । ଏହି ବିଦ୍ରୋହ କେନ୍ଦୁଝର ରାଜ୍ୟର ନିର୍ଦ୍ଦିଷ୍ଟ ସୀମା ଓ ସମ୍ପୃକ୍ତ ଅଞ୍ଚଳର ଆଦିବାସୀ ସଂପ୍ରଦାୟ ମଧ୍ୟରେ ସୀମିତ ଥିଲେ ମଧ୍ୟ ସମଗ୍ର ଓଡ଼ିଶା ଏପରିକି ସାରା ଭାରତବର୍ଷରେ ଚହଳ ପକାଇଥିଲା । ତାଙ୍କର ସ୍ମୃତିରେ କେନ୍ଦୁଝରର ଧରଣୀଧର ମହାବିଦ୍ୟାଳୟର ନାମକରଣ ହୋଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ବିରେନ ପଲେଇ (୨ ମାର୍ଚ୍ଚ ୧୯୫୫ - ୨ ମାର୍ଚ୍ଚ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସେ ଯଥାକ୍ରମେ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କୁ ନିର୍ବାଚିତ ହୋଇଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ହାଇପୋକାଲେମିଆ (ଇଂରାଜୀ ଭାଷାରେ Hypokalemia ବା hypokalaemia) ନାମ ଦିଆଯାଏ ଯେତେବେଳେ ରକ୍ତରେ (blood serum) ପୋଟାସିଅମ potassium (K+) ସ୍ତର କମିଯାଏ । ପୋଟାସିଅମ ସ୍ତର ସାଧାରଣତଃ ୩.୫ରୁ ୫.୦ ମିମୋ/ଲି (୩.୫ରୁ ୫.୦ ମିଇକ୍ୟି/ଲି ଥାଏ ଓ ୩.୫ ମିମୋ/ଲି ସ୍ତରରୁ କମ ଥିଲେ ହାଇପୋକାଲେମିଆ ନାମ ଦିଆଯାଏ । ସାମାନ୍ୟ କମ ସ୍ତର ଥିଲେ କୌଣସି ଲକ୍ଷଣ ପ୍ରକାଶ ପାଏନାହିଁ । ଥକ୍କାଣ (feeling tired), ଗୋଡ଼ କ୍ରାମ୍ପ, ଦୁର୍ବଳତା, ଓ କୋଷ୍ଠକାଠିନ୍ୟ constipation ଆଦି ଲକ୍ଷଣ ଦେଖାଯାଏ । ହାଇପୋକାଲେମିଆ ହେଲେ ଅନିୟମିତ ହୃତ୍ ସ୍ପନ୍ଦନ (abnormal heart rhythm) ଯେପରିକି ବ୍ରାଡିକାର୍ଡ଼ିଆ (bradycardia) ଓ ହୃଦ୍ରୋଧ (cardiac arrest) ରୋଗ ସଙ୍କଟ ବଢ଼ିଯାଏ ।ହାଇପୋକେଲେମିଆର ମୂଖ୍ୟ କାରଣମାନଙ୍କର ନାମ ଯଥାକ୍ରମେ ତରଳ ଝାଡ଼ା (diarrhea), ଡାଏବେଟିସ ଇନସିପିଡସ (diabetes insipidus), ହାଇପରଆଲଡୋସ୍ଟିରୋନିଜ୍ମ (hyperaldosteronism), ହାଇପୋମାଗନେସେମିଆ (hypomagnesemia), ଖାଦ୍ୟରେ ଅଳ୍ପ ପୋଟାସିଅମ ଓ କେତେକ ଔଷଧ ଯେପରିକି ଫୁରୋସେମାଇଡ (furosemide) ଓ ସ୍ଟିରଏଡ (steroid) । ପୋଟାସିଅମ ସ୍ତର ୨.୫ ମିମୋ/ଲିରୁ କମିଗଲେ ସାଂଘାତିକ ହାଇପୋକାଲେମିଆ ନାମ ଦିଆଯାଏ । ଅଳ୍ପ ସ୍ତର ଥିଲେ ଇସିଜିଦ୍ୱାରା (electrocardiogram) (ECG) ମଧ୍ୟ ଏହି ରୋଗ ଚିହ୍ନଟ କରାଯାଇପାରେ । ପୋଟାସିଅମ ସ୍ତର ଅଧକ ହୋଇଥିଲେ ହାଇପରକାଲେମିଆ ନାମ ଦିଆଯାଏ । ଲକ୍ଷଣ ତଥା ଇସିଜି ପରିବର୍ତ୍ତନ ଥିବା ଓ ନ ଥିବା ଉପରେ ପୋଟାସିଅମ ଭରଣା ନିର୍ଭର କରେ । ସାମାନ୍ୟ କମ ଥଲେ ଖାଦ୍ୟରେ ପରିବର୍ତ୍ତନ କରି ଠିକ କରିଦିଆଯାଏ । ପୋଟାସିଅମ ପାଟିରେ ବା ଶୀରାଭ୍ୟନ୍ତରରେ ଦିଆଯାଏ । ଶୀରାଭ୍ୟନ୍ତରରେ ଦେଲେ ସାଧାରଣତଃ ଏକ ଘଣ୍ଟାରେ ୨୦ମିମୋଲରୁ କମ ପୋଟାସିଅମ ଦିଆଯାଏ । ସମ୍ଭବ ହେଲେ ସେଣ୍ଟ୍ରାଲ ଲାଇନରେ (central line) ଗାଢ଼ ଦ୍ରବଣ (>୪୦ମିମୋଲ/ଲି) ଦେବା ଉଚିତ । ମ୍ୟାଗନେସିଅମ (Magnesium) ଭରଣା କରିବା ମଧ୍ୟ ଆବଶ୍ୟକ ହୋଇପାରେ ।ହାଇପୋକାଲେମିଆ ଏକ ସାଧାରଣ ବିଦ୍ୟୁତ ବିଶ୍ଳେଷ୍ୟ ଅସନ୍ତୁଳନ (water–electrolyte imbalance) । ଡାକ୍ତରଖାନାରେ ଆଡମିଶନ ହୋଇଥିବା ଲୋକଙ୍କ ମଧ୍ୟରୁ ୨୦% ଲୋକଙ୍କର ଏହି ସମସ୍ୟା ହୁଏ । ହାଇପୋ ଅର୍ଥ ଅଧୀନରେ (under) ଓ କାଲିଅମ ଅର୍ଥ ରକ୍ତର ଅବସ୍ଥା, ଏହି ଦୁଇ ଶବ୍ଦ ମିଶି ହାଇପୋକାଲେମିଆ ଶବ୍ଦ ହୋଇଛି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ମନ୍ନାରା ଚୋପ୍ରା (ଜନ୍ମ: ୨୯ ମାର୍ଚ୍ଚ ୧୯୯୧) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଏବଂ ମଡେଲ । ମନ୍ନାରା ହିନ୍ଦୀ ଏବଂ ତେଲୁଗୁ ଚଳଚ୍ଚିତ୍ରରେ ଅଭିନୟ କରନ୍ତି । ମନ୍ନାରା ହିନ୍ଦୀ ଚଳଚ୍ଚିତ୍ର ଜିଦ୍ ଜରିଆରେ ୨୦୧୪ରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହା ପୂର୍ବରୁ ସେ ୨୦୧୪ରେ ତେଲୁଗୁ ଚଳଚ୍ଚିତ୍ର ପ୍ରେମା ଜୀମା ଜାନ୍ତା ନାଇ ଜରିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରୟାତଃ ଇବେରିୟ ପ୍ରାୟଦ୍ଵୀପ ରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ). ଏହାର ଏକ ଦ୍ଵୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ଵୀପକୁଞ୍ଜ(ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ | ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ | ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି | ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ | ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗର ଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ(ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ଅଟେ | ୫,୦୫,୯୯୦ କିମି୨ ର ଭୌତିକ କ୍ଷେତ୍ର ସହିତ ସ୍ପେନ ପଶ୍ଚିମ ଇଉରୋପର ଦ୍ଵିତୀୟ ସର୍ବବୃହତ, ଦକ୍ଷିଣ ଇଉରୋପ ଏବଂ ଇଉରୋପୀୟ ସଂଘର ର ସର୍ବବୃହତ ଏବଂ ଇଉରୋପୀୟ ମହାଦ୍ଵୀପର କ୍ଷେତ୍ର ଅନୁଯାୟୀ ସର୍ବବୃହତ ଦେଶ ଅଟେ |ଜନସଂଖ୍ୟା ଅନୁଯାୟୀ ଏହା ଇଉରୋପର ଷଷ୍ଠ ଏବଂ ଇଉରୋପୀୟ ସଂଘର ପଞ୍ଚମ ସର୍ବବୃହତ ଦେଶ ଅଟେ| ଏହାର ରାଜଧାନୀ ଅଟେ ମାଦ୍ରିଦ ଏବଂ ଅନ୍ୟ ପ୍ରମୁଖ ସହର ଅଟନ୍ତି ବାର୍ସିଲୋନା(Barcelona), ବାଲେନ୍ସିଆ(Valencia), ସେବିୟା(Sevillia),ମାଲାଗା(Málaga) ଏବଂ ବିଲ୍ବାଓ(Bilbao).
ଯୁଗଳ କିଶୋର ପଟ୍ଟନାୟକ (ଜନ୍ମ: ୨ ନଭେମ୍ବର ୧୯୩୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଥିଲେ । ୧୯୭୩, ୧୯୮୦ ଓ ୧୯୯୮୫ ମସିହାରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସେ ଯଥାକ୍ରମେ ୬ଷ୍ଠ, ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏବଂ ୨୦୦୯ ଓ ୨୦୧୪ ମସିହାରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଡାଇସାଇକ୍ଲୋଭେରିନ (ଇଂରାଜୀ ଭାଷାରେ Dicycloverine, ଅନ୍ୟ ଏକ ନାମ ଡାଇସାକ୍ଲୋମିନ/ dicyclomine ଏକ ଔଷଧ ଯାହା ଇରିଟେବ୍ଲ ବାୱେଲ ସିଣ୍ଡ୍ରୋମ୍ ରୋଗ ଭଳି ଅନ୍ତନଳୀର ସଙ୍କୋଚନ ହେଉଥିବା ରୋଗରେ ଦିଆଯାଏ । ଏହା ପାଟିରେ ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a muscle) ଆକାରରେ ଦିଆଯାଏ । ଏହା ବେବି କଲିକ ଓ ଏଣ୍ଟେରୋକୋଲାଇଟିସ (enterocolitis) ରୋଗମାନଙ୍କରେ ଦିଆଯାଉଥିଲେ ମଧ୍ୟ ଏହାର ଉପକାର ବିଷୟରେ କୌଣସି ସମର୍ଥନ ମିଳୁନି ।ଡାଇସାଇକ୍ଲୋଭେରିନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଶୁଖିଲା ପାଟି, ଝାପସା ଦୃଷ୍ଟି, ଦୁର୍ବଳତା, ନିଦ୍ରାଳୁ ଭାବ ଓ ହାଲୁକା ମୁଣ୍ଡ ଅନୁଭବ ହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ସାଇକୋସିସ, ଶିଶୁଙ୍କର ଶ୍ୱାସ ସମସ୍ୟା ହୋଇପାରେ । ଗର୍ଭାବସ୍ଥାରେ ଏହା ନିରାପଦ ଜଣାଯାଏ କିନ୍ତୁ ସ୍ତନ୍ୟପାନ ସମୟରେ ଦେବାକୁ ମନାକରାଯାଏ । ଏହାର କାର୍ଯ୍ୟବିଧି ସ୍ପଷ୍ଟ ହୋଇନାହିଁ ।
ଜନ୍ ବର୍ଡନ୍ ସାଣ୍ଡର୍ସନ୍ ହାଲ୍ଡେନ୍ (ଇଂରାଜୀ: John Burdon Sanderson Haldane), 'ଜ୍ୟାକ୍' ଭାବେ ଜଣାଶୁଣା, (କିନ୍ତୁ ନିଜ ବହିରେ ସେ 'ଜେ.ବି.ଏସ୍.' ଭାବେ ଜଣାଶୁଣା) ଜଣେ ଇଂରେଜ-ବଂଶୋଦ୍ଭବ ଜିନୀୟ ବିଜ୍ଞାନୀ, ଲେଖକ, ବିବର୍ତ୍ତନବାଦୀ ଥିଲେ । ସେ ନିଓ-ଡାର୍ୱିନିଜମ୍ର ଗଠନରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ସେ ସୁଏଜ କେନେଲ ବିବାଦକୁ ନେଇ ଥିବା ବ୍ରିଟେନର ଭୂମିକାକୁ ବିରୋଧକରି ବ୍ରିଟେନ ଛାଡି ଭାରତ ଚାଲିଆସିଲେ ଓ ଭାରତୀୟ ନାଗରିକତ୍ୱ ଗ୍ରହଣ କରିନେଲେ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଫୁଲ ମଧ୍ୟରେ ଆକର୍ଷଣର କେନ୍ଦ୍ରବିନ୍ଦୁ ଗୋଲାପ । ଗୋଲାପ ହେଉଛି ବର୍ଷବ୍ୟାପୀ ବଞ୍ଚିପାରୁଥିବା ଏକ ଦୀର୍ଘସ୍ଥାୟୀ ପୁଷ୍ପ ଉଦ୍ଭିଦ ।ଏହା ରୋଜା ପ୍ରଜାତିର ଏବଂ ରୋଜାସି ପରିବାର ଅନ୍ତର୍ଭୁକ୍ତ । ୧୦୦ଟି ସମଜାତୀୟ ଗୋଲାପ ବର୍ଗ ମଧ୍ୟରେ କେବଳ ରଙ୍ଗର ଭିନ୍ନତା ଦେଖିବାକୁ ମିଳେ । ରୋଜ୍ର ନାମକରଣ ଫରାସୀ ଭାଷାରୁ ହେଇଛି, ଯାହାକି ମୂଳ ଲାଟିନ୍ ଭାଷାର ରୋଜା ଶବ୍ଦରୁ ଉଦ୍ଭବ ।ରୋଜା ଶବ୍ଦ ଗ୍ରୀକ ଭାଷାର ରୋଡିୟମରୁ ଆସିଥିବାର ଜଣାଯାଏ । ଗୋଲାପର ସୌନ୍ଦର୍ଯ୍ୟ ଓ ସୌରଭ ବିଶ୍ୱର ସବୁଆଡେ ବ୍ୟାପକ ଭାବେ ଆଦୃତି ଲାଭ କରାଇଛି । ଅଧିକାଂଶ ଗୋଲାପର ଉତ୍ପତ୍ତି ଏସିଆରୁ ହୋଇଛି ।
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟାଙ୍କ ନାମକରଣ
ବିଭିନ୍ନ ଝଡ ବା ବାତ୍ୟା ସତର୍କ କେନ୍ଦ୍ର ନିଜ ନିଜ ମଧ୍ୟରେ ଯୋଗାଯୋଗ ବେଳେ ଓ ସାଧାରଣ ଜନତାଙ୍କୁ ଆସନ୍ନ ବାତ୍ୟାର ସୂଚନା ଦେବାବେଳେ ସୁବିଧା ପାଇଁ, କ୍ରାନ୍ତୀୟ ଓ ଉପ-କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟାମାନଙ୍କର ନାମକରଣ କରାଯାଇଥାଏ । ଏକ ଅଞ୍ଚଳରେ ବାରମ୍ବାର ଘୁର୍ଣ୍ଣିବାତ୍ୟା ସୃଷ୍ଟି ହେଉଥିଲେ ଅଲଗା ଅଲଗା ନାମ ରଖିବାଦ୍ୱାରା ସେମାନଙ୍କ ସମ୍ପର୍କିତ ଭ୍ରାନ୍ତି ଦୂର ହୁଏ । ସାଧାରଣତଃ ବାତ୍ୟାରେ ପବନର ବେଗ ୩୩ ନଟ୍ସ୍ (୬୧ କି.ମି.