ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ଏକ ବର୍ତ୍ତମାନର ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ୧୧ ଲକ୍ଷ ୫୦ ହଜାର ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ନରେନ ପଲେଇ (ଜନ୍ମ: ୧୭ ମଇ ୧୯୬୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସେ ଯଥାକ୍ରମେ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ବିରେନ ପଲେଇ (୨ ମାର୍ଚ୍ଚ ୧୯୫୫ - ୨ ମାର୍ଚ୍ଚ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସେ ଯଥାକ୍ରମେ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର । ବର୍ତ୍ତମାନର ସମୟରେ, ପୃଥିବୀର ଉପର ଅଧା ଅଂଶ ପ୍ରାୟ ସମାନ ଭାବରେ ସ୍ଥଳ ଭାଗ ଏବଂ ଜଳ ଭାଗ ମଧ୍ୟରେ ବିଭକ୍ତ ହୋଇ ରହି ଅଛି (୨:୩ ଅନୁପାତ) । କିନ୍ତୁ ଦକ୍ଷିଣରେ ଥିବା ଅଧା ଅଂଶ ସମୁଦ୍ରରେ ପୂର୍ଣ୍ଣ ହୋଇରହିଅଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ୱତ ସାଧକ, ସ୍ୱାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ୱରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।୧୭ ଅପ୍ରେଲ ୨୦୧୨ରେ ସେ ଶ୍ୱାସନଳୀ ଜନିତ ରୋଗରେ ପୀଡ଼ିତ ହୋଇ ମୃତ୍ୟୁବରଣ କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଆଜ୍ମା ଗୋଟିଏ ଅତି ସାଧାରଣ ଦୀର୍ଘସ୍ଥାୟୀ ରୋଗ ଯେଉଁଥିରେ ଶ୍ୱାସନଳୀର ପ୍ରଦାହ ହୁଏ ।. ଏହାକୁ ଭୁଲରେ ଅନେକ ଆସ୍ଥମା ବୋଲି କହନ୍ତି କିନ୍ତୁ ଏହାର ପ୍ରକୃତ ଉଚ୍ଚାରଣ ଆଜ୍ମା (Azma) । ଏହା ଏକ ଗ୍ରୀକ ଭାଷାର ଶବ୍ଦ ଯାହାର ଅର୍ଥ ପାଣ୍ଟିଙ୍ଗ (Panting) ବା ପରିଶ୍ରମ ପରେ ହେଉଥିବା ଛୋଟ ଛୋଟ ଦୃତ ଶ୍ୱାସ କ୍ରିୟା । ଓଡ଼ିଆ ଭାଷାରେ ଏହି ରୋଗକୁ 'ଶ୍ୱାସ' ଓ 'ଦମା' ନାମ ମଧ୍ୟ ଦିଆଯାଇଛି । ଏହି ରୋଗରେ ଶ୍ୱାସ ନଳୀ ପ୍ରଦାହ ହୋଇ ପୁନଃପୌନିକ ଲକ୍ଷଣ ପ୍ରକାଶ ହୁଏ, ଶ୍ୱାସ ନଳୀର ଅସ୍ଥାୟୀ ସଙ୍କୋଚନ ହେତୁ ବାୟୁ ପ୍ରବାହ ବାଧା ପ୍ରାପ୍ତ ହୁଏ । ଏହାର ବିଭିନ୍ନ ଲକ୍ଷଣ ଗୁଡ଼ିକ: ଶ୍ୱାସ କ୍ରିୟା ବେଳେ ହୁଇଜ୍(ହୁଇସିଲ୍ ଶବ୍ଦ) ଶବ୍ଦ ଶୁଣାଯିବା, କାଶ, ଛାତି ଚିପିହେବା ଭଳି ଲାଗିବା ଓ ଛୋଟ ଶ୍ୱାସକ୍ରିୟା, ଛୋଟ ପ୍ରଶ୍ୱାସ ସହ ଦୀର୍ଘ ନିଶ୍ୱାସ ଛାଡ଼ିବା । ଏହି ଲକ୍ଷଣଗୁଡ଼ିକ ଦିନରେ ବା ସପ୍ତାହରେ କିଛି ଥାର ଦେଖାଯାଏ ।. ରାତିରେ ଓ ବ୍ୟାୟାମ କଲାବେଳେ ଏହି ରୋଗ ଅଧିକ ହୋଇପାରେ ।ଜେନେଟିକ୍ ଓ ପରିବେଶ ଦ୍ୱୟର ମିଶ୍ରିତ ପ୍ରଭାବ ଯୋଗୁ ଆଜ୍ମା ହେବା ବିଶ୍ୱାସ କରାଯାଉଛି । ବାୟୁମଣ୍ଡଳୀୟ କାରକ ମଧ୍ୟରେ ବାୟୁ ପ୍ରଦୂଷଣ ଓ ଆଲର୍ଜେନର ଭୂମିକା ଅଛି ।.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗାଉଟ୍ (ଅନ୍ୟ ନାମ ପୋଡାଗ୍ରା, କବିରାଜୀ ନାମ ବାତରକ୍ତ) ରୋଗ ଯେତେବେଳେ ପାଦ-ବୃଦ୍ଧାଙ୍ଗୁଳୀର ମୂଳକୁ ଧରେ ପୁନଃ ପୁନଃ ପ୍ରଦାହ ହୋଇ ଗଣ୍ଠି ଲାଲ, ଉଷ୍ମ, ଦରଜ ହୁଏ ଓ ଫୁଲିଯାଏ ।ଗଣ୍ଟି ଯନ୍ତ୍ରଣା ୨୪ ଘଣ୍ଟା ମଧ୍ୟରେ ଶୀଘ୍ର ତୀବ୍ର ହୁଏ । ପାଦକ ଅଙ୍ଗୁଳୀୟ ଗଣ୍ଠି (joint at the base of the big toe) ଅର୍ଦ୍ଧେକ କେଶ୍ରେ ପ୍ରଭାବିତ ହୁଏ । ଏହା ସହିତ ଟୋଫସ୍, ବୃକ୍କ ପ୍ରସ୍ତର (ବୃକ୍କାଶ୍ମରୀ) ଓ ୟୁରେଟ ନେଫ୍ରୋପାଥି ହୋଇପାରେ । ଖାଦ୍ୟ ଓ ଜେନେଟିକ କାରକ ଯୋଗୁ ଗାଉଟ ହୁଏ । ଅତ୍ୟଧିକ ମାଂସ ଖାଇବା, ଅତ୍ୟଧିକ ମଦ୍ୟପାନ କରିବା ଓ ଓଜନାଧିକ୍ୟ ଥିବା ଲୋକଙ୍କୁ ଏହି ରୋଗ ସାଧାରଣତଃ ହୁଏ । ଅନ୍ତର୍ନିହିତ କ୍ରିୟାବିଧି: ରକ୍ତରେ ୟୁରିକ ଏସିଡ ମାତ୍ରା ଅତ୍ୟଧିକ ହେଲେ ଏ ରୋଗ ହୁଏ । ଗଣ୍ଠି, ପେଶୀରଜ୍ଜୁ ଓ ଚତୁର୍ପାର୍ଶ୍ୱରେ ୟୁରିକ ଏସିଡ ସ୍ଫଟିକ ଜମିଗଲେ ଗାଉଟ ରୋଗ ହୁଏ । ଗଣ୍ଠି ତରଳ ପଦାର୍ଥରେ ୟୁରିକ ଏସିଡ ସ୍ଫଟିକ ଦେଖିଲେ ବା ଟୋଫସ ଦେଖିଲେ ଏହି ରୋଗ ନିର୍ଣ୍ଣୟ ହୁଏ । ରୋଗ ଆକ୍ରମଣ ସମୟରେ ୟୁରିକ ଏସିଡ ସ୍ତର ରକ୍ତରେ ସାଧାରଣ ଥାଇପାରେ ।ଏନଏସଏଆଇଡି (nonsteroidal anti-inflammatory drugs), ସ୍ଟିରଏଡ ବା କଲଚିସିନ ଔଷଧ ଦେଲେ ଲକ୍ଷଣରେ ଉନ୍ନତି ହୁଏ । ଥରେ ତୀବ୍ର ଆକ୍ରମଣ କମିଗଲେ ଜୀବନଚର୍ଯ୍ୟା ପରିବର୍ତ୍ତନ ସହିତ ୟୁରିକ ଏସିଡ ସ୍ତର କମିଯାଏ ଓ ବାରମ୍ବାର ଆକ୍ରମଣ ହେଉଥିଲେ ଆଲୋପ୍ୟୁରିନଲ ବା ପ୍ରୋବେନେସିଡ ଔଷଧ ଦେଇ ଦୀର୍ଘକାଳୀନ ପ୍ରତିଷେଧ କରିବା ସମ୍ଭବ ହୁଏ । ଭିଟାମିନ ସି ଓ ନିମ୍ନ ଚର୍ବି ବିଶିଷ୍ଟ ଖାଦ୍ୟ ଖାଇଲେ ଏହି ରୋଗ ପ୍ରତିରୋଧ ହୋଇପାରେ ।ପଶ୍ଚିମ ପୃଥିବୀର ମୋଟ ଲୋକସଂଖ୍ୟାର ୧ରୁ ୨% ଲୋକ ଏହି ରୋଗରେ ତାଙ୍କ ଜୀବନର ଯେ କୌଣସି ସମୟରେ ଆକ୍ରାନ୍ତ ହୁଅନ୍ତି । ଏବେକାର ଅନୁଶୀଳନରୁ ଦେଖାଯାଇଛି ଯେ ମେଟାବୋଲିକ ସିଣ୍ଡ୍ରୋମ, ଦୀର୍ଘ ଆୟୁଷ ଓ ଖାଦ୍ୟ ପରିବର୍ତ୍ତନ ଭଳି କାରକମାନଙ୍କର ବୃଦ୍ଧି ହେବାଦ୍ୱାରା ରୋଗୀ ସଂଖ୍ୟା ବୃଦ୍ଧି ହେଉଛି । ବୟସାଧିକ ପୁରୁଷମାନଙ୍କୁ ଅଧିକ ରୋଗ ହୁଏ । ଇତିହାସରେ ଏହି ରୋଗ ରାଜାଙ୍କର ରୋଗ ବା ଧନୀଙ୍କର ରୋଗ ନାମରେ ପରିଚିତ ଥିଲା । ପୁରାତନ ଇଜିପ୍ଟବାସୀଙ୍କ ସମୟରୁ ଏହି ରୋଗର ସ୍ଥିତି ବିଷୟରେ ଜଣାଅଛି ।
ଓମ୍ (ॐ) କିମ୍ବା ଓଁକାରର ନାମନ୍ତର ପ୍ରଣବ ଅଟେ । ଏହା ଈଶ୍ୱରର ବାଚକ ଅଟେ । ଈଶ୍ୱରଙ୍କ ସହିତ ଓଁକାରର ବାଚ୍ୟ-ବାଚକ-ଭାବ ସମ୍ବନ୍ଧ ନିତ୍ୟ ଅଟେ, ସାଙ୍କେତିକ ନୁହେଁ । ସଙ୍କେତ ନିତ୍ୟ କିମ୍ବା ସ୍ୱାଭାବିକ ସମ୍ବନ୍ଧକୁ ପ୍ରକଟ କରିଥାଏ। ସୃଷ୍ଟିର ଆଦିରେ ସର୍ବପ୍ରଥମ ଓଁକାର ରୂପୀ ପ୍ରାଣବର ହିଁ ସ୍ଫୁରଣ ହୋଇଥାଏ । ତଦାନନ୍ତର ସାତ କୋଟି ମନ୍ତ୍ରର ଆବିର୍ଭାବ ହୋଇଥାଏ । ଏହି ମନ୍ତ୍ରର ବାଚ୍ୟ ଆତ୍ମାର ଦେବତା ରୂପେ ପ୍ରସିଦ୍ଧ ହୋଇଥାଏ । ଏହି ଦେବତା ମାୟା ଉପରେ ବିଦ୍ୟମାନ ମାୟା ସୃଷ୍ଟିର ନିୟନ୍ତ୍ରଣ କରିଥାଏ । ଏଥିରୁ ଅଧା ଶୁଦ୍ଧ ମାୟାଜଗତରେ କାର୍ଯ୍ୟ କରିଥାଏ ଏବଂ ଶେଷ ଅଧା ଅଶୁଦ୍ଧ କିମ୍ବା ମଳିନ ମାୟା ଜଗତରେ । ଏହି ଏକ ଶବ୍ଦକୁ ବ୍ରହ୍ମାଣ୍ଡର ଭୌତିକ ବଚନ ମାନନ୍ତି, 16 ଶ୍ଳୋକରେ ଏହାର ମହିମା ବର୍ଣ୍ଣିତ ହୋଇଥାଏ ।
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ୱରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।
Oceania (UK /ˌoʊʃɪˈɑːniə,_ˌoʊsɪʔ/ or US /ˌoʊʃiːˈæniə/), also known as Oceanica, is a region centred on the islands of the tropical Pacific Ocean. Opinions of what constitutes Oceania range from its three subregions of Melanesia, Micronesia, and Polynesia to, more broadly, the entire insular region between Asia and the Americas, including Australasia and the Malay Archipelago.The term is often used more specifically to denote a continent comprising Australia and proximate islands or biogeographically as a synonym for either the Australasian ecozone (Wallacea and Australasia) or the Pacific ecozone (Melanesia, Polynesia, and Micronesia apart either from New Zealand or from mainland New Guinea).
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ I ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ୱାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ବିନୋଦ ଚନ୍ଦ୍ର ନାୟକ(୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
କ୍ରେଡିଟ କାର୍ଡ଼ ବା ବାକି କାର୍ଡ ଏକ ଛୋଟ ପ୍ଲାଷ୍ଟିକ କାର୍ଡ ଅଟେ । ଏହି କାର୍ଡଦ୍ୱାରା ଜିନିଷପତ୍ର କିଣିଲେ ଆଗ ପଇସା ଦେବାକୁ ପଡେନାହିଁ । ପ୍ରଥମେ ବାକିରେ ଏହି କାର୍ଡ଼ଧାରୀ ଜିନିଷ କିଣି ପରେ ଏହାର ମୂଲ୍ୟ ଦେଇପାରିବେ । ଏହି କାର୍ଡଦ୍ୱାରା ଏଟିଏମ କିମ୍ବା ବ୍ୟାଙ୍କରୁ ନଗଦ ଅର୍ଥ ମଧ୍ୟ ଉଠାଯାଇ ପାରେ । କିଣିଥିବା ଜିନିଷର ପଇସା ସଠିକ ସମୟରେ ଦେଇନପାରିଲେ ଉଚ୍ଚ ହାରରେ ସୁଧ ସହିତ ମୂଳ ଦେବାକୁ ପଡ଼ିଥାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କେନ୍ଦୁଝର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କେନ୍ଦୁଝର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।