ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ଏକ ବର୍ତ୍ତମାନର ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହାକୁ ଫୋନୀ, ଫନି ଏବଂ ଫନୀ ନାମରେ ମଧ୍ୟ ଉଲ୍ଲେଖ କରାଯାଇଥାଏ । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ୧୧ ଲକ୍ଷ ୫୦ ହଜାର ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ନରେନ ପଲେଇ (ଜନ୍ମ: ୧୭ ମଇ ୧୯୬୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସେ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି, ଓଡ଼ିଶା
ଓଡ଼ିଶା ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି (CMRF) ହେଉଛି, ବିପଦ ଏବଂ ସଙ୍କଟ ସ୍ଥିତିରେ ପ୍ରଭାବିତ ବ୍ୟକ୍ତିମାନଙ୍କୁ ସହାୟତା ଦେବା, ଗୁରୁତର ରୋଗରେ ପୀଡିତ ରୋଗୀମାନଙ୍କର ଚିକିତ୍ସା କରିବା, ଜନକଲ୍ୟାଣ ପାଇଁ ସହାୟତା ଇତ୍ୟାଦି କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କର ଏକ ଜରୁରୀକାଳୀନ ପାଣ୍ଠି । ପ୍ରାକୃତିକ ଦୁର୍ବିପାକ ଯଥା ବନ୍ୟା, ବାତ୍ୟା, ଭୂମିକମ୍ପ, ମରୁଡ଼ି ଇତ୍ୟାଦି ଏବଂ କର୍କଟ ରୋଗର ଚିକିତ୍ସା , ବୃକକ ପ୍ରତିରୋପଣ, ମସ୍ତିଷ୍କରେ ଟ୍ୟୁମର, ହୃଦୟ ଅସ୍ତ୍ରୋପଚାର ଇତ୍ୟାଦିରେ ମଧ୍ୟ ଏହି ପାଣ୍ଠି ପ୍ରଦାନ କରାଯାଇପାରେ । ୧୯୫୪ ମସିହାରେ ଏହାକୁ ଆରମ୍ଭ କରାଯାଇଥିଲା । ଉଭୟ ରାଜ୍ୟ ସରକାରଙ୍କର ବଜେଟ ଏବଂ ସାଧାରଣ ଜନତାଙ୍କର ସିଧା ସଳଖ ଅବଦାନରୁ ଏଥିରେ ପାଣ୍ଠି ଯୋଗାଡ଼ ହୋଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ରତ୍ନାକର ମହାନ୍ତି (୧ ଫେବୃଆରୀ ୧୯୨୨ - ୨୦ ଅକ୍ଟୋବର ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରାର୍ଥୀ ଭାବରେ ସେ ଯଥାକ୍ରମେ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଅଚଙ୍କମାର ବନ୍ୟାପ୍ରାଣୀ ଅଭୟାରଣ୍ୟ ଭାରତୀୟ ରାଜ୍ୟ ଛତିଶଗଦର ଏକ ବନ୍ୟା ଜନ୍ତୁ ଅଭୟାରଣ୍ୟ । ଏଠାରେ କେତେକ ଶ୍ରେଣୀର ଅବଲୁପ୍ତ ପ୍ରାୟ ଜୀବ ଜନ୍ତୁ ରହିଛନ୍ତି । ଏହି ଅଭୟାରଣ୍ୟ 1975 ମସିହାରେ ସ୍ଥାପିତ ହେଇଥିଲା । 2009 ମସିହାରେ ଏହାକୁ ବ୍ୟାଘ୍ର ରିଜର୍ଭ ହିସାବରେ ମଧ୍ୟ ସ୍ୱୀକୃତି ମିଳିଥିଲା ।ଏହାର ଆୟତନ 557.55 ବର୍ଗ କିଲୋମିଟର ଏବଂ କହ୍ନା - ଅଚଙ୍କ୍ୟମାର କରିଡର ନାମକ ଆରଣ୍ଯକ ପଥଦ୍ୱାରା ମଧ୍ୟ ପ୍ରଦେଶର କାହ୍ନା ବ୍ୟାଘ୍ର ରିଜର୍ଭଦ୍ୱାରା ସଂଯୁକ୍ତ । ଏହି ପାର୍କ ବିଲାସପୁର ଓ ମୁଙ୍ଗୁଳି ଜଙ୍ଗଲ ଡିଭିଜନର ଏକ ଅଂଶ । ଏହାର ନିକଟସ୍ଥ ରେଳ ଷ୍ଟେସନ ବେଲଗହଣାଠାରେ ରହିଛି । ଏଠାକୁ ପେଣ୍ଡରା ରୋଡ ଦେଇ କିମ୍ବା ବିଲାସପୁର ରେଳ ଷ୍ଟେସନ ବାଟେ ପହଞ୍ଚି ହୁଏ । ଏଠାରେ ରେଷ୍ଟୁରାଣ୍ଟ ଆଦି ସୁବିଧା ମଧ୍ୟ ରହିଛି । ଏହି ସ୍ଥାନ ନର୍ମଦା ନଦୀର ମୂଳ ସୃଷ୍ଟି ସ୍ଥଳ ଅମରକଣ୍ଟକର ସନ୍ନିକଟରେ ରହିଛି ।.
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
'ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ଵୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ଵୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ଵୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ଅଟେ |
ଆଖି ହେଉଛି ମଣିଷ ଓ ଅନ୍ୟ ପଶୁପକ୍ଷୀମାନଙ୍କ ଶରୀରରେ ଥିବା ଏକ ଅଙ୍ଗ । ଏହା ଦେଖିବାରେ ସାହାଯ୍ୟ କରିଥାଏ । ଆଖିର ଆଗ ପରଦା ବା କରନିଆ ଏକେବାରେ କାଚପରି ସଫା । ତା ପଛକୁ ଗୋଟାଏ କୋଠରୀ । ସେଥିରେ ପାଣି ଭଳି ଦ୍ରବ୍ୟ ଭରି ରହିଥାଏ । ତା ପଛକୁ ଗୋଟାଏ ମାଂସପେଶୀର ଗୋଲାକାର ପରଦା - ଆଇରିସ । ସେ ପରଦାର ଠିକ୍ ମଝିରେ ଫାଙ୍କଟାଏ ଥାଏ । ତାକୁ ପିଉପିଲ କୁହାଯାଏ । ଏହି ପିଉପିଲଟି ଠିକ୍ କେମେରାର ସର୍ଟର ଭଳି କାମ କରେ । ବେଶୀ ଆଲୁଅରେ ଛୋଟ ହୋଇଯାଏ ଓ କମ୍ ଆଲୁଅ ହେଲେ ମେଲା ହୋଇଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
କାନ ଏକ ଶ୍ରବଣ ଅଙ୍ଗ ଯାହା ଯାହା ସ୍ତନ୍ୟପାୟୀ ପ୍ରାଣୀଙ୍କର ଥାଏ ଓ ଏହଦ୍ୱାରା ସେମାନେ ଶବ୍ଦ ଶୁଣି ପାରନ୍ତି । ଏହା ଠାରୁ ଅନେକ ଅଧିକ କାମ କାନଦ୍ୱାରା ସାଧିତ ହୁଏ । ଦେହର ସନ୍ତୁଳନ (Balance) ଓ ପୋଜିସନ ରକ୍ଷା କରିବା ମଧ୍ୟ ଏହାର କାମ । ଶ୍ରବଣ ମଣ୍ଡଳର ଏହା ଏକ ଅଂଶ । ବାହ୍ୟ କର୍ଣ୍ଣର ବାହାରକୁ ଦେଖାଯାଉଥିବା ଅଂଶକୁ ଓଡ଼ିଆ ଭାଷାରେ କାନ କୁହାଯାଏ ଯାହାକୁ ଇଂରାଜୀରେ ପିନ୍ନା ବା ଅରିକ୍ଲ (pinna) କୁହାଯାଏ ଓ ଏହା ମଧ୍ୟରେ ଏକ କେନାଲ ବା ନଳୀ ଦେଖାଯାଏ ଯାହାକୁ କାନ ନଳୀ ବା ଇଅର କେନାଲ ear canal କୁହାଯାଏ । ଅଧିକାଂଶ ପ୍ରାଣୀଙ୍କର ବାହାରକୁ ଦେଖାଯାଉଥିବାରୁ ଏହି ଅଂଶକୁ ମୁଖ୍ୟତଃ କାନ କହନ୍ତି । ଶ୍ରବଣ ଯନ୍ତ୍ରର ଏହା ପ୍ରଥମ ଅଙ୍ଗ । ମୁଣ୍ଡର ଦୁଇ ପାଖରେ ସମ ଭାବ ଅବସ୍ଥିତିରେ ଦୁଇଟି କାନ ଥାଏ ଯାହାଦ୍ୱାରା ଏହି ବ୍ୟବସ୍ଥାଦ୍ୱାରା ଶବ୍ଦ ଆସୁଥିବା ସ୍ଥାନ ଜାଣିହୁଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ସ୍ୱତନ୍ତ୍ର ବିବାହ ଅଧିନିୟମ, ୧୯୫୪ ହେଉଛି ଜାତି, ଧର୍ମ ଏବଂ ବର୍ଣ୍ଣ ନିର୍ବିଶେଷରେ ଦୁଇ ପକ୍ଷ ମଧ୍ୟରେ ବିବାହ ତଥା ବିବାହ ସମ୍ପର୍କିତ ବିବାଦର ସୁପରିଚାଳନା ନିମିତ୍ତ ୧୯୫୪ ମସିହାରେ ଭାରତୀୟ ପାର୍ଲିଆମେଣ୍ଟଦ୍ୱାରା ପ୍ରଣୀତ ଏକ ଅଧିନିୟମ । ବସ୍ତୁତଃ ବ୍ରିଟିଶ ଶାସନ କାଳରେ, Act-III of 1872ରେ ଏଭଳି ଏକ ଅଧିନିୟମର ଜାରି କରାଯାଇଥିଲା । ତେବେ ପରବର୍ତ୍ତୀ ସମୟରେ ଏହାର ସଂଶୋଥିତ ରୂପରେ ସ୍ୱତନ୍ତ୍ର ବିବାହ ଅଧିନିୟମ, ୧୯୫୪ ଭାରତୀୟ ପାର୍ଲିଆମେଣ୍ଟଦ୍ୱାରା ୧୯୫୪ ମସିହାରେ ଗୃହିତ ହୋଇଥିଲା ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ୱେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ୱାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ମହମ୍ମଦ ଅହମଦ ଖାଁ ବନାମ ଶାହା ବାନୁ ବେଗମ
ଭାରତର ଉଚ୍ଚତମ ନ୍ୟାୟାଳୟଙ୍କଦ୍ୱାରା ମହମ୍ମଦ ଅହମଦ ଖାଁ ବନାମ ଶାହା ବାନୁ ବେଗମ ଓ ଅନ୍ୟାନ୍ୟ (1985 SCR (3) 844) ମାମଲାରେ ଦିଆଯାଇଥିବା ଫଇସଲା , ଯାହାକି ଶାହା ବାନୁ ମାମଲା ଭାବେ ମଧ୍ୟ ସାରା ଭାରତରେ ପରିଚିତ, ଭାରତୀୟ ଆଇନ ସଂଦର୍ଭରେ ଭରଣ ପୋଷଣ ମାମଲା ସମ୍ପର୍କିତ ଏକ ବିବାଦାସ୍ପଦ ମାମଲା । ଉକ୍ତ ମାମଲାରେ ଭାରତର ଉଚ୍ଚତମ ନ୍ୟାୟାଳୟ ଜଣେ ତଲାକ ଦିଆଯାଇଥିବା (ଛାଡପତ୍ର) ପୀଡିତା ମୁସଲିମ ମହିଳା ନିଜ ପୂର୍ବତନ ସ୍ୱାମୀଠାରୁ ଭରଣପୋଷଣ ପାଇବା ସପକ୍ଷରେ ରାୟ ଦେଇଥିଲେ । ଏହି ରାୟ ବସ୍ତୁତଃ ଭାରତୀୟଙ୍କଦ୍ୱାରା ଆଦୃତ ହେଲେ ବି ଭାରତରେ ରହୁଥିବା ଋଢୀବାଦୀ ମୁସଲିମ ସଂଗଠନ ଏହାର ଘୋର ବିରୋଧ କରିଥିଲେ । ଭାରତର ତତ୍କାଳୀନ କଂଗ୍ରେସ ସରକାର ଏହି ଅଳ୍ପସଂଖ୍ୟକ ମୁସଲିମଙ୍କୁ ସନ୍ତୁଷ୍ଟ କରିବାକୁ ଯାଇ ଉଚ୍ଚତମ ନ୍ୟାୟାଳୟଙ୍କ ରାୟକୁ ଅକାମୀ କରିଦେବାଭଳି ଆଉ ଏକ ମୁସଲିମ ବ୍ୟକ୍ତିଗତ ଅଧିନିୟମ "The Muslim Women (Protection of Rights on Divorce) Act 1986" କାର୍ଯ୍ୟକାରୀ କରାଇ ଭୀଷଣ ସମାଲୋଚନାର ଶିକାର ହୋଇଥିଲେ ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ମୂଳରୁପେର ସନ୍ତାନ ଉତ୍ପତି ଅକ୍ଷମତାକୁ ଅନୁବ୍ରରତା କୁହାଯାଏ । ଏହାକୁ ବନ୍ଧ୍ୟାପଣ କିମ୍ବା ନପୁଂସକତା ମଧ୍ୟ କୁହାଯାଏ । ପତିପତ୍ନୀଙ୍କ ସମ୍ଭୋଗ ପ୍ରୟାସ ପରେ ମଧ୍ୟ ଯଦି ସନ୍ତାନ ସୁଖ ପ୍ରାପ୍ତ ହେବାରେ ଅସୁବିଧା ଉପୁଜୁଛି ତେବେ ଏହାକୁ ଅନୁବ୍ରରତା କିମ୍ବା ବନ୍ଧ୍ୟା ଦୋଷ କୁହାଯାଏ । ପ୍ରାୟ ସବୁେକ୍ଷତ୍ରେର ଏହି ଅନୁବ୍ରରତାର କାରଣ ନାରୀଙ୍କୁ ଦିଆଯାଇଥାଏ ମାତ୍ର ଏହା ସମ୍ପୁଣ୍ଣ ରୂପେ ଭୁଲ ଧାରଣା ଅଟେ । ଏକ-ତୃତୀୟାଂଶ ନାରୀ ଏବଂ ପୁରୁଷଙ୍କ ମଧ୍ୟରେ ଏଭଳି ଅସୁବିଧା ଦେଖାଯାଏ ଅନ୍ୟ ଏକ-ତୃତୀୟାଂଶ ଉଭୟ ନାରୀ ଏବଂ ପୁରୁଷଙ୍କ ମିଳିତ ପ୍ରକ୍ରିୟୋର ଘଟିଥାଏ ।
ହସ୍ତମୈଥୁନ ଯୌନ ଉତ୍ତେଜନା ନିମନ୍ତେ ଜଣଙ୍କର ନିଜ ଯୌନାଙ୍ଗର ଏକ ପ୍ରକାର ଯୌନ ଉଦ୍ଦୀପନାକୁ ଓ ଯୌନ ଉଦ୍ଦୀପନାର ଶିଖର ଅବସ୍ଥା ଯାଏ କରାଯାଉଥିବା କାର୍ଯ୍ୟକଳାପକୁ ବୁଝାଇଥାଏ । ଏହି ଉଦ୍ଦୀପନା ସାଧାରଣତଃ ହାତ, ଆଙ୍ଗୁଳି, ନିତିଦିନିଆ ବ୍ୟବହାରରେ ଲାଗୁଥିବା ବସ୍ତୁ, ଭାଇବ୍ରେଟର ଆଦି ଯୌନ ଖେଳନା ବା ଏସବୁର ସାମଗ୍ରୀକ ବ୍ୟବହାରଦ୍ୱାରା ମିଳିଥାଏ ।ପ୍ରାୟ ପ୍ରତ୍ୟେକ ପୁରୁଷ ଓ ତିନି ଚତୁର୍ଥାଂଶ ସ୍ତ୍ରୀ ନିଜ ଜୀବନରେ କେବେ ନା କେବେ ହସ୍ତମୈଥୁନ କରିଥାନ୍ତି । ପୁରୁଷଟିଏ ସ୍ତ୍ରୀଠାରୁ କମ୍ ବୟସରେ ଏଭଳି କରିବା ଶିଖିଥାଏ । ସ୍ତ୍ରୀଠାରୁ ପୁରୁଷମାନେ ଏଭଳି ବ୍ୟବହାର ଅଧିକ କରିଥାନ୍ତି ।
ରିସୋତ୍ତୋ ବା ରିଜୋତ୍ତୋ (ଈଂରାଜୀରେ Risotto) ଉତ୍ତର ଇଟାଲୀରେ ପ୍ରସ୍ତୁତ ହେଉଥିବା ଏକ ପ୍ରକାରର ଭାତ ପରି ଖାଦ୍ୟ । ଦେଖିବାକୁ ଏହା ଅଳ୍ପ ପାଣିଆ ବା ବହଳିଆ ଜାଉ ପରି । ମାଂସ, ପନିପରିବା କିମ୍ବା ମାଛ ଇତ୍ୟାଦିକୁ ପାଣିରେ ସିଝାଇ ସେହି ପାଣିକୁ ଏହାର ପ୍ରସ୍ତୁତିରେ ଷ୍ଟକ୍ ବା ବ୍ରଥ୍ ରୂପେ ବ୍ୟବହାର କରାଯାଏ । ରିସୋତ୍ତୋରେ ଲହୁଣୀ (ମାଖନ), ୱାଇନ୍, ପିଆଜ ମଧ୍ୟ ବ୍ୟବହାର କରାଯାଇପାରେ । ଇଟାଲୀରେ ଭାତ ସାଧାରଣତଃ ରିସୋତ୍ତୋ ଆକାରରେ ହିଁ ପ୍ରସ୍ତୁତ ହୁଏ । ରିସୋତ୍ତୋରେ ବାସ୍ନା ଓ ରଙ୍ଗ ପାଇଁ କେଶର ମଧ୍ୟ ବ୍ୟବହାର କରାଯାଉଥିଲା । ଇଟାଲୀୟମାନେ ଖାଇବା ବେଳେ ମୁଖ୍ୟ ଖାଦ୍ୟ ପୂର୍ବରୁ ରିସୋତ୍ତୋକୁ ପ୍ରାରମ୍ଭିକ ଖାଦ୍ୟ (primo ବା first course) ଭାବେ ଉପଭୋଗ କରନ୍ତି । ରିସୋତ୍ତୋ ସରିବା ପରେ ମୁଖ୍ୟ ଖାଦ୍ୟ ଆରମ୍ଭ ହୁଏ । କିନ୍ତୁ ରିସୋତ୍ତୋ ଆଲା ମିଲାନିଜ୍ ଓ ଓସୋବୁକୋ ଆଲା ମିଲାନିଜ୍ ଏକା ସହିତ ଖିଆଯାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଟେସ୍ଟୋସ୍ଟିରନ (ଇଂରାଜୀ ଭାଷାରେ Testosterone) ଏକ ଔଷଧ ଓ ଏହା ଦେହରେ ପ୍ରାକୃତିକ ଉପାୟରେ ପ୍ରସ୍ତୁତ ଏକ ସ୍ଟିରଏଡ ହରମୋନ । ମେଲ ହାଇପୋଗୋନାଡିଜ୍ମ (male hypogonadism) ଓ କେତେକ ଧରଣର ସ୍ତନ କର୍କଟରେ ଏହି ଔଷଧ ଦିଆଯାଏ । ଏହାଦ୍ୱାରା କ୍ରୀଡ଼ା ସାମର୍ଥ୍ୟ (athletic ability) ବଢ଼ିଯାଏ । ବୟସ୍କ ପୁରୁଷଙ୍କର ଟେସ୍ଟୋସ୍ଟିରନ ସ୍ତର ବଢ଼େଇବା ନିମନ୍ତେ ଏହା ଉପକାରୀ କି କ୍ଷତିକାରକ, ସେ ବିଷୟ ସ୍ପଷ୍ଟ ହୋଇ ନାହିଁ । ଟେସ୍ଟୋସ୍ଟିରନ ଚର୍ମରେ ଲଗେଇ ଦିଆଯାଏ, ଇଞ୍ଜେକସନ ଆକାରରେ ଦିଆଯାଏ ବା ଗାଲରେ ଲଗାଯାଏ ।ଟେସ୍ଟୋସ୍ଟିରନର ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ବ୍ରଣ (acne), ଫୁଲିବା ଓ ଗାଇନାକୋମାସ୍ଟିଆ ବା ପୁରୁଷ ସ୍ତନ ବୃଦ୍ଧି (breast enlargement in males) ହୁଏ । ସାଂଘାତିକ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଯକୃତ ବିଷାକ୍ତ (liver toxicity), ହୃତ୍ପିଣ୍ଡ ରୋଗ (heart disease) ଓ ବ୍ୟବହାରିକ ପରିବର୍ତ୍ତନ ହୁଏ । ମହିଳା ଓ ପିଲାଙ୍କ ଦେହରେ ଭିରିଲାଇଜେସନ (virilization) ବା ପୁରୁଷ ଚିହ୍ନ ପ୍ରକାଶ ପାଏ । ପ୍ରୋସ୍ଟେଟ କର୍କଟ ରୋଗୀ ଏହି ଔଷଧ ବ୍ୟବହାର କରିବା ଉଚିତ ନୁହେଁ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ବିପଦ ସୃଷ୍ଟି କରିପାରେ ।ପୁରୁଷଙ୍କର ମୁଷ୍କ (testicles) ବା ଟେସ୍ଟିକ୍ଲରେ ଟେସ୍ଟୋସ୍ଟିରନ ତିଆରି ହୁଏ । ଆଡ୍ରେନାଲ ଗ୍ରନ୍ଥି (adrenal gland) ଓ ଓଭାରିରେ (ovaries) ମଧ୍ୟ ଏହା ସ୍ୱଳ୍ପ ମାତ୍ରାରେ ତିଆରି ହୁଏ । ଏହା ପୁରୁଷଙ୍କର ମୂଖ୍ୟ ଯୌନ ହରମୋନ ଓ ପୁରୁଷ ପ୍ରଜନନ ପ୍ରଣାଳୀରେ ମୂଖ୍ୟ ଭୂମିକା ନିର୍ବାହ କରିଥାଏ । ଯୁବାବସ୍ଥା ଆରମ୍ଭରେ ମାଂସପେଶୀ ବିକାଶ ଓ ପୁରୁଷ ସୁଲଭ ବାଳ (body hair) ତିଆରି ଆଦି ସେକେଣ୍ଡାରୀ ଯୌନ ଲକ୍ଷଣ (secondary sexual characteristic) ପ୍ରକାଶ ପାଏ । ଯୁବତୀମାନଙ୍କ ଅପେକ୍ଷା ଯୁବା ପୁରୁଷଙ୍କର ଟେସ୍ଟୋସ୍ଟିରନ ସ୍ତର ୫ଗୁଣ ଅଧିକ ଥାଏ ।ସନ ୧୯୩୫ରେ ପ୍ରଥମେ ଟେସ୍ଟୋସ୍ଟିରନ ତିଆରି କରାଯାଇଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ବ୍ୟବହାର ୨୦୦୧ରୁ ୨୦୧୧ ମଧ୍ୟରେ ୩ଗୁଣ ବଢ଼ିଯାଇଛି । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ । ଏହାର ମୂଲ୍ୟ ଏହାର ଆକାର ପ୍ରକାର ଉପରେ ନିର୍ଭର କରେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓମ୍ (ॐ) କିମ୍ବା ଓଁକାରର ନାମନ୍ତର ପ୍ରଣବ ଅଟେ । ଏହା ଈଶ୍ୱରର ବାଚକ ଅଟେ । ଈଶ୍ୱରଙ୍କ ସହିତ ଓଁକାରର ବାଚ୍ୟ-ବାଚକ-ଭାବ ସମ୍ବନ୍ଧ ନିତ୍ୟ ଅଟେ, ସାଙ୍କେତିକ ନୁହେଁ । ସଙ୍କେତ ନିତ୍ୟ କିମ୍ବା ସ୍ୱାଭାବିକ ସମ୍ବନ୍ଧକୁ ପ୍ରକଟ କରିଥାଏ। ସୃଷ୍ଟିର ଆଦିରେ ସର୍ବପ୍ରଥମ ଓଁକାର ରୂପୀ ପ୍ରାଣବର ହିଁ ସ୍ଫୁରଣ ହୋଇଥାଏ । ତଦାନନ୍ତର ସାତ କୋଟି ମନ୍ତ୍ରର ଆବିର୍ଭାବ ହୋଇଥାଏ । ଏହି ମନ୍ତ୍ରର ବାଚ୍ୟ ଆତ୍ମାର ଦେବତା ରୂପେ ପ୍ରସିଦ୍ଧ ହୋଇଥାଏ । ଏହି ଦେବତା ମାୟା ଉପରେ ବିଦ୍ୟମାନ ମାୟା ସୃଷ୍ଟିର ନିୟନ୍ତ୍ରଣ କରିଥାଏ । ଏଥିରୁ ଅଧା ଶୁଦ୍ଧ ମାୟାଜଗତରେ କାର୍ଯ୍ୟ କରିଥାଏ ଏବଂ ଶେଷ ଅଧା ଅଶୁଦ୍ଧ କିମ୍ବା ମଳିନ ମାୟା ଜଗତରେ । ଏହି ଏକ ଶବ୍ଦକୁ ବ୍ରହ୍ମାଣ୍ଡର ଭୌତିକ ବଚନ ମାନନ୍ତି, 16 ଶ୍ଳୋକରେ ଏହାର ମହିମା ବର୍ଣ୍ଣିତ ହୋଇଥାଏ ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବେସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।