ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ (ଜନ୍ମ: ୪ ଜାନୁଆରୀ ୧୯୫୫) ହେଉଛନ୍ତି, ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିସାରିଛନ୍ତି ଏବଂ ଅଧୁନା ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪ ଓ ୨୦୦୯ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ବାଲେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ର ପାହ୍ୟା ଯୁକ୍ତ ରାଜ୍ୟ ୟୁନିୟନ ମନ୍ତ୍ରୀ ହୋଇଥିଲେ ।
ମେନିଞ୍ଜାଇଟିସ ଏକ ରୋଗ ଯାହା ମସ୍ତିଷ୍କ ଓ ମେରୁଦଣ୍ଡର ସୁରକ୍ଷାକାରୀ ଆବରଣ ମେନିଞ୍ଜେସର ପ୍ରଦାହକୁ କୁହାଯାଏ । ଜ୍ୱର, ମୁଣ୍ଡବଥା ଓ ଦୃଢ଼ ବେକ ଆଦି ଲକ୍ଷଣ ଏହି ରୋଗରେ ଦେଖାଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଦ୍ୱନ୍ଦ୍ୱ ଓ ପରିବର୍ତ୍ତିତ ଚେତନା, ବାନ୍ତି ଓ ଆଲୋକ ଭୀତି ବା ଶବ୍ଦ ଭୀତି ମଧ୍ୟ ପ୍ରକାଶ ପାଏ । ଅଳ୍ପ ବୟସ୍କ ପିଲାମାନଙ୍କର ଅନିର୍ଦ୍ଦିଷ୍ଟ ଲକ୍ଷଣ ଯେପରିକି ଚିଡ଼ିଚିଡ଼ା ଭାବ, ଢୁଳ ଲାଗିବା ଓ କମ୍ ଖାଇବା ଆଦି ଦେଖାଯାଏ । ମେନିଙ୍ଗୋକୋକାଲ ମେନିଞ୍ଜାଇଟିସ ହୋଇଥିଲେ ଏକ ନିର୍ଦ୍ଦିଷ୍ଟ ଧରଣର ରାସ୍ ଦେଖାଯାଏ । ଭୁତାଣୁ, ଜୀବାଣୁ, କେତେକ ଅଣୁଜୀବ ଓ ଅଳ୍ପ କେତେକ ଔଷଧର ପ୍ରତିକ୍ରିୟା ଯୋଗୁ ଏହି ପ୍ରଦାହ ହୁଏ । ମସ୍ତିଷ୍କ ଓ ମେରୁଦଣ୍ଡର ଅତି ପାଖରେ ହେଉଥିବାରୁ ଏହି ମେନିଞ୍ଜାଇଟିସ ପ୍ରଦାହ ରୋଗ ପ୍ରାଣ ଘାତକ ହୋଇପାରେ, ତେଣୁ ଏହି ରୋଗକୁ ଆପାତ ସ୍ଥିତି ବା ମେଡିକାଲ ଏମର୍ଜେନ୍ସି ହିସାବରେ ଗଣନା କରାଯାଏ । କଟିବେଧନ ବା ଲମ୍ବର୍ପଙ୍କଚର୍ଦ୍ୱାରା ଏହି ରୋଗ ନିର୍ଣ୍ଣୟ କରାଯାଏ ବା ତ୍ୟାଗ କରାଯାଏ । ଏହି ପଦ୍ଧତି ଅନୁସାରେ କଟିର ପୃଷ୍ଠ ଭାଗରେ ଥିବା ଦୁଇ ମେରୁ ହାଡ ମଧ୍ୟ ଦେଇ ଗୋଟିଏ ଲମ୍ବା ଇଞ୍ଜେକ୍ସନ ଛୁଞ୍ଚି ମେରୁ କେନାଲ ମଧ୍ୟକୁ ପ୍ରବେଶ କରେଇ ସେଠାରେ ଥିବା ତରଳ ପଦାର୍ଥ ଟାଣି ଅଣାଯାଏ । ଏହି ତରଳ ପଦାର୍ଥକୁ ମସ୍ତିଷ୍କ ମେରୁଦଣ୍ଡୀୟ ତରଳ ପଦାର୍ଥ (Cerebro spinal fluid/CSF) କୁହାଯାଏ । ଏହି ସି.ଏସ୍.ଫ୍.କୁ ଅଣୁବୀକ୍ଷଣ ଯନ୍ତ୍ର ମାଧ୍ୟମରେ ପରୀକ୍ଷା କରି ମେନିଞ୍ଜାଇଟିସ୍ ନିର୍ଣ୍ଣୟ କରାଯାଏ ।କେତେକ ଧରଣର ମେନିଞ୍ଜାଇଟିସ ରୋଗକୁ ମେନିଙ୍ଗୋକୋକାଲ, ଗାଲୁଆ, ନିମୋକୋକାଲ, ଓ ଏଚଆଇବି ଟିକା ସାହାଯ୍ୟରେ ପ୍ରତିରୋଧ କରିବା ସମ୍ଭବ । କେତେକ ମେନିଞ୍ଜାଇଟିସ ରୋଗ ନିମନ୍ତେ ଆଣ୍ଟିବାୟୋଟିକ ଦେଲେ ଉପକାର ମିଳେ । ତୀବ୍ର ମେନିଞ୍ଜାଇଟିସ ରୋଗ ହେଲେ ତୁରନ୍ତ ଆଣ୍ଟିବାୟୋଟି ଓ ବେଳେବେଳେ ଭୁତାଣୁରୋଧୀ ଔଷଧ ଦିଆଯାଏ । ଅତ୍ୟଧିକ ପ୍ରଦାହ ନିୟନ୍ତ୍ରଣ କରିବା ନିମନ୍ତେ କର୍ଟିକୋସ୍ଟିରଏଡ ଦିଆଯାଏ । ଏହି ରୋଗ ହେବା ଯୋଗୁ ସାଂଘାତିକ ଦୀର୍ଘକାଳୀନ ଫଳାଫଳ ମିଳିପାରେ ଯଥା:- କାଲାଦୋଷ, ଏପିଲେପ୍ସି, ହାଇଡ୍ରୋସେଫାଲସ ବା ବୋଧଶକ୍ତି ଅଭାବ ହୋଇପାରେ ।ସନ ୨୦୧୩ରେ ପ୍ରାୟ ୧୬ ନିୟୁତ ଲୋକଙ୍କୁ ମେନିଞ୍ଜାଇଟିସ ହୋଇଥିଲା । ଏହି ରୋଗରେ ମୃତ୍ୟୁ ସଂଖ୍ୟା ସନ ୧୯୯୦ରେ ୪୬୪,୦୦୦ରୁ କମି ସନ ୨୦୧୩ରେ ୩୦୩,୦୦୦ ହୋଇଥିଲା । ଉପଯୁକ୍ତ ଚିକିତ୍ସା ଉପଲବ୍ଧ ହେତୁ ଜୀବାଣୁ ଜନିତ ମେନିଞ୍ଜାଇଟିସ ମୃତ୍ୟୁ ୧୫%ରୁ କମ୍ ହେଉଛି । ପ୍ରତିବର୍ଷ ଡିସେମ୍ବରରୁ ଜୁନ ମଧ୍ୟରେ ସବ୍-ସାହାରା ଆଫ୍ରିକାରେ ମେନିଞ୍ଜାଇଟିସ ହେଉଥିବାରୁ ଏହି ଜାଗାକୁ ମେନିଞ୍ଜାଇଟିସ ବେଲ୍ଟ କୁହାଯାଏ । ପୃଥିବୀର ଅନ୍ୟ କେତେକ ସ୍ଥାନରେ ଏହି ରୋଗ ବ୍ୟାପକ ହୋଇପାରେ । ମେନିଞ୍ଜାଇଟିସ ଶବ୍ଦଟି ପୁରାତନ ଗ୍ରୀକ ଭାଷାର μῆνιγξ méninx ଶବ୍ଦର ଅର୍ଥ "ଆବରଣ" ଓ ମେଡିକାଲ ଶବ୍ଦ -ଆଇଟିସ ଅର୍ଥ "ପ୍ରଦାହ"କୁ ବୁଝାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମା’ ଶାରଳାଙ୍କ ମନ୍ଦିର ଓଡ଼ିଶା ରାଜ୍ୟର ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ। ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଲିଖିତ ଜଗନ୍ନାଥ ମନ୍ଦିର ଓ ଜଗନ୍ନାଥ ବହିରେ ସପ୍ତମ ପରିଚ୍ଛେଦରେ ଲିଖିତ ଅଛି - ରତ୍ନଗିରି ଦକ୍ଷିଣକୁ ସିଧାସଳଖ ପ୍ରାୟ ୨୦ ମାଇଲ ଦୂରରେ ପ୍ରସିଦ୍ଧ ତିର୍ତ୍ତୋଳ ଭୂବନ୍ଦର । ଏହାକୁ ହୁଏନସାଂ ଚେଲିତାଲେ କହିଛନ୍ତି । ତିରିତୋଳର ବର୍ତ୍ତମାନ ନାମ ତିର୍ତ୍ତୋଲ । ଏହା ନିକଟରେ ଥିବା ଝଙ୍କଡ଼ଠାରେ ଦେବୀ ଶାରଳାଙ୍କ ପୀଠ। ସାରଳା ମହାଭାରତରେ ଏହି ଝଙ୍କଡ଼କୁ ଜଙ୍ଗେର ବା ଜଙ୍ଗେରପୁର କୁହାହୋଇଛି । ପୂର୍ବେ ପୂର୍ବଭାରତର ପ୍ରସିଦ୍ଧ ବନ୍ଦର ଚେଳିତାଳୋ ଥିବା ଯୋଗୁଁ ସେହି ଅଞ୍ଚଳରେ ଯକ୍ଷ ବା ଜଙ୍ଖମାନେ ରହିବା ସ୍ୱାଭାବିକ। ତେଣୁ ଜଙ୍ଖମାନେ ରହୁଥିବା ଅଞ୍ଚଳକୁ ଜଙ୍ଖେରପୁର କୁହାଯାଉଥିବା ସମ୍ଭବ। ସେତେବେଳେ ବୃଦ୍ଧା ଏବଂ ଚନ୍ଦ୍ରଭାଗା ଦୁଇଟି ନଦୀ ଶାରଳା ଠାକୁରାଣୀଙ୍କ ବିଜେସ୍ଥଳୀର ଉତ୍ତର ଦକ୍ଷିଣରେ ପ୍ରବାହିତ ହୋଇ ସମୁଦ୍ରରେ ମିଶିଥିଲେ । ବର୍ତ୍ତମାନ ସେହି ବୃଦ୍ଧନଦୀ ବୁଢ଼ାନଈ ନାମରେ ନାମିତ । ସାରଳା ଦାସ ବୃଦ୍ଧନଦୀକୁ ବୁଧମାତା ନାମେ ନଦୀ’ବର୍ଣ୍ଣନା କରିଛନ୍ତି । ସାରଳା ଦାସ ତାଙ୍କ ପୁରାଣରେ ଶାରୋଳ ଗ୍ରାମରେ ଶାରଳାପୀଠ ଅବସ୍ଥିତ ବୋଲି କହିଛନ୍ତି । ବର୍ତ୍ତମାନ ଝଙ୍କଡ଼ ପ୍ରଗଣାରେ ବଡ଼ ଶାରୋଳ ଓ ସାନ ଶାରୋଳ ନାମରେ ଦୁଇଟି ଗ୍ରାମ ଅଛି । ସେହି ଗ୍ରାମ ନିକଟରେ ପୂର୍ବେ ଶାରଳା ଠାକୁରାଣୀଙ୍କ ମନ୍ଦିର ଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ରାଜେନ୍ଦ୍ର ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ
ରାଜେନ୍ଦ୍ର ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ (୯ ଅପ୍ରେଲ ୧୯୩୦ - ୩୦ ମଇ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ୧୯୬୧, ୧୯୭୪ ଓ ୧୯୭୭ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୬ଷ୍ଠ ଓ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ପ୍ରମିଳା ବିଶୋଇ ହେଉଛନ୍ତି ଜଣେ ଭାରତୀୟ ରାଜନୀତିଜ୍ଞ, ସମାଜସେବୀ ଏବଂ କବି । ସେ ଭାରତର ୧୭ତମ ଲୋକ ସଭାକୁ ଆସ୍କାରୁ ନିର୍ବାଚିତ ହୋଇଥିଲେ । ସେ ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳ ତରଫରୁ ପ୍ରତିନିଧିତ୍ବ କରିଥିଲେ । ଏଥିରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ଅନିତା ଶୁଭଦର୍ଶିନୀଙ୍କୁ ୨,୦୪,୭୦୭ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସୁକୁମାର ନାୟକ (୨୪ ସେପ୍ଟେମ୍ବର ୧୯୩୨ - ୨୫ ଅପ୍ରେଲ ୨୦୦୯) ଜଣେ ଓଡ଼ିଆ ରାଜନୀତିଜ୍ଞ ସଂଗ୍ରାମୀ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୮୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ରସରାଜ ନାରାୟଣ ପ୍ରସାଦ ସିଂହ (୨୮ ମଇ ୧୯୩୩ - ୬ ଜୁନ ୨୦୧୮) ଜଣେ ଓଡ଼ିଆ କବି ଓ ଗୀତିକାର ଥିଲେ । ସେ ପ୍ରାୟ ୧୦୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରର ଗୀତ ଲେଖିଥିଲେ । ଅସୁରେଶ୍ୱର ବିଦ୍ୟାଳୟରେ ପଢିବା ବେଳେ ସାହିତ୍ୟ ଶିକ୍ଷକ ଗୋଲକ ଚନ୍ଦ୍ର ପ୍ରଧାନଙ୍କ ଠାରୁ ପ୍ରେରଣା ପାଇ ସେ ଅଷ୍ଟମ ପଢିବା ବେଳେ କବିତା ଲେଖା ଆରମ୍ଭ କରିଥିଲେ । ୧୯୫୦ମସିହାରେ ତାଙ୍କୁ ଆକାଶବାଣୀ କଟକରେ କବିତା ପଢିବାର ସୁଯୋଗ ମିଳିଲା । ୨-୩ ବର୍ଷ ପରେ ତାଙ୍କର ପରିଚିତି ହେଲା କାଳୀଚରଣ ପଟ୍ଟନାୟକଙ୍କ ସହ । କବିତାକୁ ଗୀତ କରିବାର ଧାରା ସେ କାଳୀଚରଣ ପଟ୍ଟନାୟକଙ୍କ ଠାରୁ ଶିଖିଥିଲେ । ୧୯୬୦ରେ ତାଙ୍କୁ ଆକାଶବାଣୀରେ ସ୍ୱୀକୃତିପ୍ରାପ୍ତ ଗୀତିକାରର ମାନ୍ୟତା ମିଳିଲା । ୧୯୬୨ରେ ତାଙ୍କୁ ଚଳଚ୍ଚିତ୍ରରେ ଗାଇବାର ସୁଯୋଗ ମିଳିଲା । ଚଳଚ୍ଚିତ୍ର ଥିଲା "ନୂଆ ବୋଉ" ଓ ପ୍ରଥମ ଗୀତ ଥିଲା "ରଥ ଯା ଚାଲି ଯା" ।
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଜଗନ୍ନାଥଙ୍କ ଲୀଳା ବଡ ବିଚିତ୍ର । ଠାକୁର ସ୍ନାନ କରନ୍ତି, ତାଙ୍କୁ ଜର ହୁଏ, ଦେବା ବିଗ୍ରହମାନଙ୍କୁ ଔଷଧ ମଧ୍ୟ ଲାଗି କରାଯାଏ । ଏଆହ ହେଉଛି ତାଙ୍କ ମାନବୀୟ ଲୀଳାର ଅଙ୍ଗ । ଜଗନ୍ନାଥଙ୍କ ଯାହା ବି କାମ ହେଉ ସେବାୟତ ମାନେ ନିଷ୍ଠାର ସହ କରନ୍ତି । ଏହି ନିଷ୍ଠା ପାଇଁ ସେମାନେ ହବିଷ କରନ୍ତି । ବିଭିନ୍ନ ସମୟରେ ବିଭିନ୍ନ ସେବାୟତ ମାନେ ହବିଷ କରନ୍ତି । ପୂର୍ବରୁ ମୁନି ଋଷି ମାନେ କଷ୍ଟ କରି ପ୍ରଭୁଙ୍କ କୃପା ଲାଭ କରିବା ପାଇଁ ତପସ୍ୟା କରିବା ଭଳି ଏହି ସେବାୟତ ମାନେ ହବିଷ କରି ପ୍ରଭୁଙ୍କ କୃପା ଲାଭ କରନ୍ତି । ଆଉ ସମସ୍ତ କଠିନ କାମ ଅତି ସହଜରେ ସମ୍ପାଦନ କରନ୍ତି । ଦୋଳାଦେବୀ କଡରେ ଥିବା କମାରଶାଳରେ ସ୍ନାନପୁର୍ଣିମା ପରଦିନଠାରୁ ଗୁପ୍ତଘର ନିର୍ମାଣ ହୋଇଛି । ବାହାରେ ତିନୋଟି ଶାଳରେ ରଥ ଓ ବିଗ୍ରହ ନିର୍ମାଣ ପାଇଁ ବିଭିନ୍ନ ଲୁହାସମଗ୍ରୀ ନିର୍ମାଣ ହେଉଥିବାବେଳେ ଗୁପ୍ତ ଘରେ ଗୁପ୍ତ ସେବା ଚାଲିଛି । ଏହି ଗୁପ୍ତ ଘରକୁ କେବଳ ତିନିବାଡର ମୁଖ୍ୟ କାମର ସେବକଙ୍କୁ ଅନୁମତି ଅଛି । ଏହି ସମୟରେ ମୁଖ୍ୟ ସେବକମାନେ ହବିଷରେ ରୁହନ୍ତି । ତେବେ ତିନିବାଡର ଧ୍ୱଜା ନିର୍ମାଣ ବେଳେ ଏହି ରୂପକାରସେବକ ମାନେ ସପରିବାର ହବିଷରେ ରୁହନ୍ତି । ଏହି ସେବାୟତମାନଙ୍କ ଘରକୁ ସ୍ନାନପୁର୍ଣିମ ୧୫ ପରେ କୋଇଲି ବୈକୁଣ୍ଠରୁ ଦାରୁ ଆସେ । ସେହିଦିନଠାରୁ ସେମାନେ ହବିଷରେ ରୁହନ୍ତି । ଏହି ଦାରୁରେ ବଳଭଦ୍ରଙ୍କ ରଥ ପାଇଁ ଲକ୍ଷ୍ମୀନୃସିଂହ ନିର୍ମାଣ ହେଉଥିବା ବେଳେ ଜଗନ୍ନାଥଙ୍କ ପାଇଁ ହନୁମାନ ନିର୍ମାଣ ହୁଅନ୍ତି । ଶୁଭଦ୍ରାଙ୍କ ରଥ ପାଇଁ ମାଭୁବନେଶ୍ୱରୀ ନିର୍ମାଣ ହୁଅନ୍ତି । ଏହି ସମୟରୁ ଶ୍ରୀଗୁଣ୍ଡିଚା ପର୍ଯ୍ୟନ୍ତ ଏମାନେ ହବିଷ ପାଳନ କରନ୍ତି । ହବିଷ ପାଳନ ସମୟରେ ଆମିଷ, ପିଆଜ, ରସୁଣ ଓ ବାହାର ଖାଦ୍ୟ ବର୍ଜନ ଥାଏ । ଏହି ସମୟରେ ଶେଜ, ମାଣ୍ଡୀ ଓ ଅନ୍ୟ ବସ୍ତ୍ର ବର୍ଜନ କରାଯାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ପରଫିରିଆ (ଇଂରାଜୀ ଭାଷାରେ Porphyria) ଏକ ରୋଗ ଗୋଷ୍ଠୀର ନାମ ଯେଉଁଥିରେ ଦେହରେ ପରଫିରିନ (porphyrin) ଜମିଯାଇ ଚର୍ମ ଓ ସ୍ନାୟୁ ମଣ୍ଡଳକୁ (nervous system) ପ୍ରଭାବିତ କରେ । ସ୍ନାୟୁ ମଣ୍ଡଳକୁ ଆକ୍ରମଣ କରୁଥିବା ବେମାରୀକୁ ମଧ୍ୟ ଆକ୍ୟୁଟ ପରଫିରିଆ କୁହାଯାଏ । ଆକ୍ୟୁଟ ପରଫିରିଆ ରୋଗର ଲକ୍ଷଣ: ପେଟ ଯନ୍ତ୍ରଣା (abdominal pain), ବାନ୍ତି (vomiting), ଦ୍ୱନ୍ଦ, କୋଷ୍ଠକାଠିନ୍ୟ (constipation), ଜ୍ୱର ଓ ବାତ (seizure) । ଏହି ଲକ୍ଷଣ ସମୂହ କିଛି ଦିନ ବା କିଛି ସପ୍ତାହ ପର୍ଯ୍ୟନ୍ତ ରହି ଚାଲିଯାଏ । ଆଲକହଲ (alcohol), ଧୁମ୍ରପାନ (smoking), ମାନସିକ ଚାପ ଓ କେତେକ ଔଷଧ ଏହି ରୋଗ ଟ୍ରିଗର କରିବାରେ କାମ କରନ୍ତି । ଚର୍ମ ପ୍ରଭାବିତ ହେଲେ ଫୋଟକା (blister) ଓ ଗଲୁ ହୁଏ । 'ହେମ'ର (heme) ଜୈବସଂଶ୍ଲେଷଣ କରୁଥିବା ଜିନର (gene) ମ୍ୟୁଟେସନ (mutation) ଯୋଗୁ ସାଧାରଣତଃ ଏହି ରୋଗ ହୁଏ ଓ ଅନୁବଂଶିକ (inherited from a person's parents) ଭାବରେ ଗତି କରେ । କେତେକ ଜିନ ଅଟୋସୋମାଲ ଡୋମିନାଣ୍ଟ (autosomal dominant) ଓ କେତେକ ଅଟୋସୋମାଲ ରିସିସିଭ (autosomal recessive) ଥାଆନ୍ତି । ହେମୋକ୍ରୋମାଟୋସିସ (increased iron in the liver), ହେପାଟାଇଟିସ ସି, ଆଲକହଲ ବା ଏଚଆଇଭି/ଏଡସ (HIV/AIDS) ଯୋଗୁ ଯେଉଁ ପରଫିରିଆ ହୁଏ ତାହାକୁ ପରଫିରିଆ କ୍ୟୁଟାନିଆ ଟାର୍ଡ଼ା (porphyria cutanea tarda) କୁହାଯାଏ । ଅନ୍ତର୍ନିହିତ କ୍ରିୟାବିଧି ଯୋଗୁ ହେମ ପରିମାଣ କମିଯାଏ ଓ ହେମ ତିଆରିରେ ଲାଗୁଥିବା ଉପାଦାନ ସବୁ ଜମାହୋଇଯାଏ । ଯକୃତ ବା ଅସ୍ଥିମଜ୍ଜା (bone marrow) ପ୍ରଭାବିତ ହେବା ଅନୁସାରେ ଏହାର ଶ୍ରେଣୀ ବିଭାଗ କରାଯାଏ । ରକ୍ତ, ପରିସ୍ରା ଓ ଝାଡ଼ା ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ନିର୍ଦ୍ଦିଷ୍ଟ ମ୍ୟୁଟେସନ ଜାଣିବା ନିମନ୍ତେ ଜେନେଟିକ ଟେଷ୍ଟ (Genetic testing) କରାଯାଏ । ରୋଗର ଲକ୍ଷଣ ଓ ପ୍ରକାର ଅନୁସାରେ ଏହାର ଚିକିତ୍ସା କରାଯାଏ । ଚର୍ମରେ ପରଫିରିଆ ହୋଇଥିଲେ ସୂର୍ଯ୍ୟାଲୋକ ଦେହରେ ନ ପଡ଼ିବା ଆବଶ୍ୟକ । ଆକ୍ୟୁଟ ପରଫିରିଆ ହୋଇଥିଲେ ଶିରାଭ୍ୟନ୍ତର ହେମ ଓ ଗ୍ଲୁକୋଜ ଦ୍ରବଣ ଦିଆଯାଏ । ଯକୃତ ପ୍ରତିରୋପଣ (liver transplant) କ୍ୱଚିତ କରାଯାଏ ।କେତେ ପରଫିରିଆ ରୋଗ ବାରବାର ହୁଏ, ତାହା ସ୍ପଷ୍ଟ ହୋଇନାହିଁ । ହିସାବରୁ ଜଣାଯାଏ, ପ୍ରତି ୫୦,୦୦୦ ଲୋକରେ ୧ରୁ ୧୦୦ ଜଣ ଆକ୍ରାନ୍ତ ହୁଅନ୍ତି । ଏହି ରୋଗ ହାର ଜାଗା ଅନୁସାରେ ବଦଳେ । ପରଫିରିଆ କ୍ୟୁଟାନିଆ ଟାର୍ଡ଼ା ସବୁଠାରୁ ସାଧାରଣ ପରଫିରିଆ ରୋଗ । ଏହି ରୋଗର ବର୍ଣ୍ଣନା ଖ୍ରୀ:ପୂ: ୩୭୦ରେ ହିପୋକ୍ରେଟ (Hippocrates) ପ୍ରଥମେ ଲେଖିଥିଲେ । ଫେଲିକ୍ସ ହୋପ-ସେଲର (Felix Hoppe-Seyler) ସନ ୧୮୭୧ରେ ପ୍ରଥମେ ଏହାର ଅନ୍ତର୍ନିହିତ କାର୍ଯ୍ୟବିଧି ଲେଖିଥିଲେ । ପରଫିରିଆ ଶବ୍ଦଟି Greek ଶବ୍ଦ πορφύρα, porphyraରୁ ନିଆଯାଇଛି ଯାହାର ଅର୍ଥ ପରପ୍ଲ (purple) ରଙ୍ଗ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ୱାରା ସ୍ୱତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।