ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଉକାଲିପଟାସ (Tasmanian Blue Gum, Southern Blue Gum ବା Blue Gum, ଉଦ୍ଭିଦିକ ନାମ Eucalyptus globulus) ହେଉଛି ଏକ ଚିରହରିତ ଦ୍ରୁମ । ଏହା ପୃଥିବୀର ସବୁ ଜଳବାୟୁରେ ବଢ଼ିପାରେ। ଏହାର ଉତ୍ପତ୍ତିସ୍ଥଳ ହେଉଛି ଅଷ୍ଟ୍ରେଲିଆ । ଏହା ୩୦ରୁ ୫୫ ମିଟର (୯୮ରୁ ୧୮୦ ଫୁଟ) ଉଚ୍ଚ ହୋଇଥାଏ। ସବୁଠାରୁ ଉଚ୍ଚ (୯୦.୭ ମିଟର) ଇଉକାଲିପଟାସ ତାସମାନିଆରେ ଦେଖାଯାଇଛି । ଆଗରୁ ତାସମାନିଆରେ ଏହାଠାରୁ ଉଚ୍ଚ ୧୦୧ ମିଟରର ଗଛ ଥିଲା ବୋଲି କେହି କେହି କହିଥାନ୍ତି । ତାସମାନିଆ ଓ ଅଷ୍ଟ୍ରେଲିଆ ଛଡ଼ା ଏହା ଇଉରୋପ, ପର୍ତୁଗାଲ, ଦକ୍ଷିଣ ଆଫ୍ରିକା, ନିଉଜିଲାଣ୍ଡ, ଆମେରିକା, ହାୱାଇ, ମାକାରୋନେସିଆ ଓ କକେସସ ଆଦି ସ୍ଥାନରେ ମଧ୍ୟ ଦେଖିବାକୁ ମିଳେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗିରୀଶ ରଘୁନାଥ କର୍ଣ୍ଣଡ଼ (୧୯ ମଇ ୧୯୩୮ – ୧୦ ଜୁନ ୨୦୧୯) ଜଣେ ଭାରତୀୟ ଅଭିନେତା, ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ, କନ୍ନଡ଼ ଲେଖକ, ସଂଳାପକାର ଓ ରୋଡ୍ସ ସ୍କଲାର ଥିଲେ ଓ ମୁଖ୍ୟତଃ ଦକ୍ଷିଣ ଭାରତୀୟ ଓ ବଲିଉଡ଼ ସିନେମାରେ କାମ କରିଥିଲେ । ୧୯୬୦ ଦଶକରେ ସଂଳାପକାର ଭାବେ ତାଙ୍କର ଉତ୍ଥାନ କନ୍ନଡ଼ରେ ଆଧୁନିକ ସଂଳାପ ରଚନା ବଙ୍ଗଳାରେ ବାଦଲ ସରକାର, ମରାଠୀରେ ବିଜୟ ତେନ୍ଦୁଲକର ଓ ହିନ୍ଦୀରେ ମୋହନ ରାକେଶଙ୍କ ସହ ତୁଳନୀୟ । ସେ ୧୯୯୮ରେ ଭାରତର ସର୍ବଶ୍ରେଷ୍ଠ ସାହିତ୍ୟିକ ପୁରସ୍କାର ଜ୍ଞାନପୀଠ ସମ୍ମାନରେ ସମ୍ମାନୀତ ।ଚାଳିଶ ବର୍ଷ ଧରି କର୍ଣ୍ଣଡ଼ ମୁଖ୍ୟତଃ ଇତିହାସ ଓ ପୁରାଣକୁ ନେଇ ତାତ୍କାଳିକ ଅସୁବିଧା ବାବଦରେ ନାଟକ ରଚନା କରିଥିଲେ । ସେ ତାଙ୍କର ନାଟକଗୁଡ଼ିକ ଇଂରାଜୀରେ ଅନୁବାଦ ମଧ୍ୟ କରୁଥିଲେ । ତାଙ୍କର ନାଟକଗୁଡ଼ିକ ଅନ୍ୟାନ୍ୟ ଭାରତୀୟ ଭାଷାରେ ଅନୂଦିତ ହୋଇ ଏବ୍ରାହିମ ଆଲକାଜି, ବି.ଭି.
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସଚ୍ଚି ମହାନ୍ତି, ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ କବି । ଜଣେ ନାଟ୍ୟକାର, ଗୀତିକାର ଭାବରେ ମଧ୍ୟ ତାଙ୍କର ଖ୍ୟାତି ରହିଛି । ଉଲ୍କା ଓ ସୌଭାଗ୍ୟବତୀ ଆଦି ଓଡ଼ିଆ କଥାଚିତ୍ର ଏବଂ ୫୦୦ରୁ ଅଧିକ ଯାତ୍ରା ପାଇଁ ସେ ଗୀତ ଲେଖିଛନ୍ତି । ମଞ୍ଚନାଟକ ଓ ଦୂରଦର୍ଶନ ପାଇଁ ମଧ୍ୟ ସେ ନାଟକ ରଚନା କରିଛନ୍ତି । ଏ ଜୀବନ ମାନେ ନୁହେଁ ଆହା, ଅଭିମାନିନୀ ଏ ଅମାନିଆ ଢେଉ, ମା ତୁମେ ଜଗତର ଓ ତୁଳସୀ ଚଉରା ମୂଳେ ଦେଲି ସଞ୍ଜବତି ଆଦି ଲୋକପ୍ରିୟ ଚଳଚ୍ଚିତ୍ର ଗୀତ ତାଙ୍କଦ୍ୱାରା ରଚିତ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମହେନ୍ଦ୍ର କୁମାର ମିଶ୍ର ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ଓଡ଼ିଆ ପ୍ରାବନ୍ଧିକ । ସେ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷାରେ ଅନେକ ପୁସ୍ତକ ଲେଖିଛନ୍ତି । ତାଙ୍କ ଗବେଷଣା, ଅଧ୍ୟୟନ ଓ ସାହିତ୍ୟ କୃତି ସବୁ ମୁଖ୍ୟତଃ ପଶ୍ଚିମ ଓଡ଼ିଶାର (ବିଶେଷ କରି କଳାହାଣ୍ଡିର) ଲୋକକଥା, ଲୋକସଂସ୍କୃତି, ଲୋକଗୀତ, ଆଦିମ ଜନଜାତି ଉପରେ ପର୍ଯ୍ୟବେଶିତ । ଆଦିମ ଜନଜାତିର ଲୋକଙ୍କୁ ଶିକ୍ଷା ପ୍ରଦାନ ଦିଗରେ ମଧ୍ୟ ସେ କାର୍ଯ୍ୟ କରିଆସିଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଇସ୍ତୋର-ଓ-ନଳ (استور و نل, Istor-o-Nal) ହିନ୍ଦୁକୁଶ ପର୍ବତ ଶୃଙ୍ଖଳର ତୃତୀୟ ସବୁଠାରୁ ଉଚ୍ଚ ପାହାଡ ଅଟେ ଏବଂ ଦୁନିଆର ୬୮ ତମ ସବୁଠାରୁ ଉଚ୍ଚ ପାହାଡ ଅଟେ । ୭,୪୦୩ ମୋଟର (୨୪,୨୮୮) ଫୁଟ ଉଚ୍ଚ ଏହି ପର୍ବତ ପ୍ରଶାସନିକ ରୂପେ ପାକିସ୍ତାନର ଚିତ୍ରାଳ ଜେଲରେ ପଡିଥାଏ । ଏହା ହିନ୍ଦୁକୁଶର ସବୁଠାରୁ ଉଚ୍ଚ ପାହାଡ ତିରିଚ ମୀରରୁ କିଛି କିଲୋମିଟର ଉତ୍ତର-ପୂର୍ବରେ ସ୍ଥିତ ରହିଛି ଏବଂ ଏହି ଦୁଇ ପାହାଡ଼ ମଧ୍ୟରେ ତିରିଚ ହିମାନି (ଗ୍ଲୋସିୟର) ଚାଲିଥାଏ । ବହୁ ସ୍ଥାନରେ ଇସ୍ତୋର-ଓ-ନଳ ତିରିଚ ମୀରର ବହୁ ଉଚ୍ଚ ଚୂଳ ପଛପଟେ ଲୁଚି ହୋଇଥାଏ , ଏଥିପାଇଁ ଏହା କମ ବିଖ୍ୟାତ ଅଟେ ।
ଯୁଧିଷ୍ଠିର ଜେନା (ଜନ୍ମ: ୧୮ ଜୁନ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଯୁବରାଜ ସିଂହ (୧୨ ଡିସେମ୍ବର ୧୯୮୧ ଚଣ୍ଡୀଗଡ଼ର ଏକ ପଞ୍ଜାବୀ ଜାଠ ପରିବାରରେ ଜନ୍ମ । ସେ ଭାରତୀୟ କ୍ରିକେଟର ଏବଂ ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଓ ପଞ୍ଜାବୀ ଅଭିନେତା ଯୋଗରାଜ ସିଂହଙ୍କ ପୁଅ ଅଟନ୍ତି । ସେ ଭାରତୀୟ କ୍ରିକେଟ (ଦିନକିଆ)ଦଳରେ ୨୦୦୦ ମସିହାରେ ସାମିଲ ହେଲେ ଓ ପ୍ରଥମ ଟେଷ୍ଟଦଳରେ ୨୦୦୩ରେ ଖେଳିଥିଲେ । ସେ ୨୦୦୭-୨୦୦୮ରେ ଭାରତୀୟ ଏକଦିବସୀୟ କ୍ରିକେଟ ଦଳର ଉପଅଧିନାୟକ ଥିଲେ । ସେ ନିଜର ଅଲରାଉଣ୍ଡ ପ୍ରଦର୍ଶନ (୩୬୨ ରନ୍ ଓ ୧୫ଟି ୱିକେଟ) ପାଇଁ ୨୦୧୧ ଏକଦିବସୀୟ କ୍ରିକେଟ ବିଶ୍ୱକପରେ ମ୍ୟାନ୍ ଅଫ୍ ଦ ଟୁର୍ନାମେଣ୍ଟ ବିବେଚିତ ହୋଇଥିଲେ । ସେ ମଧ୍ୟ ଏହି ଟୁର୍ନାମେଣ୍ଟରେ ୪ ଥର ମ୍ୟାନ୍ ଅଫ୍ ଦ ମ୍ୟାଚ୍ ହୋଇଥିଲେ । ତାଙ୍କର ୨୦୦୭ ମସିହା ୨୦–୨୦ ବିଶ୍ୱକପରେ ଇଂଲଣ୍ଡ ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡଙ୍କ ଏକ ଓଭରର ୬ଟିଯାକ ବଲରେ ୬ଟି ଛକା ମାରିବାର ରେକର୍ଡ ବି ରହିଛି ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସମ୍ବଲପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ସମ୍ବଲପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଟିକଟକ, ଯାହା ଡଇନ (ଚୀନ: 抖音; ପିନଇନ : Dǒuyīn; ଆକ୍ଷରିକ ଅର୍ଥ: 'ଶବ୍ଦ କମ୍ପନ') ନାମରେ ମଧ୍ୟ ଚୀନରେ ଜଣାଶୁଣା ଏକ ଆଣ୍ଡ୍ରୋଏଡ ଏବଂ ଆଇଓଏସ ଆପ ବା ଆପ୍ଲିକେସନ, ଯେଉଁଥିରେ ଛୋଟ ଛୋଟ ସମୟର ଅବଧିଯୁକ୍ତ ଭିଡିଓ ତିଆରି କରାଯାଇ ବଣ୍ଟା ଯାଇଥାଏ । ତିନିରୁ ପନ୍ଦର ସେକେଣ୍ଡ ସମୟ ବିଶିଷ୍ଟ ସଙ୍ଗୀତ ଭିଡିଓ ତିଆରି ହୋଇଥାଏ ଏବଂ ବାରମ୍ବାରତା ଛୋଟ ଭିଡିଓ ୩ରୁ ୬୦ ସେକେଣ୍ଡର ତିଆରି ହୋଇଥାଏ ।ଏହା ବାଇଟଡ୍ୟାନ୍ସ ନାମକ ଏକ କମ୍ପାନୀଦ୍ୱାରା ପରିଚାଳିତ । ଚୀନରେ ସେପ୍ଟେମ୍ବର ମାସ ୨୦୧୬ ମସିହାରେ ଏହା ପ୍ରଥମେ ଡଇନ ନାମରେ ଆରମ୍ଭ ହୋଇଥିଲା ଏବଂ ଅନ୍ୟ ଦେଶର ବଜାରଗୁଡିକୁ ଏକବର୍ଷ ପରେ ଟିକଟକ ନାମରେ ଛଡ଼ା ଯାଇଥିଲା । ଅକ୍ଟୋବର ମାସ ୨୦୧୮ରେ ଏହି ଆପଟି ଯୁକ୍ତରାଷ୍ଟ୍ରରେ ସବୁଠାରୁ ଅଧିକ ଡାଉନଲୋଡ଼ କରାଯାଇଥିଲା । ୨୦୧୮ ମସିହା ସୁଦ୍ଧା ଏହା ୧୫୦ଟି ଦେଶରେ, ୭୫ଟି ଭାଷାରେ ଉପଲବ୍ଧ ଅଟେ । ଜୁଲାଇ ମାସ ୨୦୧୮ ମସିହାରେ ଏହାର ୫୦ କୋଟିରୁ ଅଧିକ ଗ୍ରାହକ ଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଗଦାଧର ଗିରି (୧୩ ଅକ୍ଟୋବର ୧୯୪୩ - ୧୨ ଜାନୁଆରୀ ୧୯୮୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ସୋସିଆଲିଷ୍ଟ ପାର୍ଟି, ଜନତା ପାର୍ଟି, ଜନତା ଦଳ ଆଦିର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ୩ ଥର କାର୍ଯ୍ୟ କରିଥିଲେ । ୧୯୭୪, ୧୯୭୭ ଓ ୧୯୮୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।