ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ନିଦ୍ରା ପକ୍ଷାଘାତ (ଇଂରାଜୀ ଭାଷାରେ Sleep paralysis) ଏକ ପ୍ରକାର ବେମାରୀ ଯେଉଁଥିରେ ରୋଗୀ ନିଦ୍ରା ପରବର୍ତ୍ତୀ ସଚେତ ଅବସ୍ଥା (during awakening) ବା ନିଦ୍ରା ପୂର୍ବବର୍ତ୍ତୀ ସଚେତ ଅବସ୍ଥାରେ (falling asleep) ଚଳପ୍ରଚଳ ବା କଥା କହିବାକୁ ଅକ୍ଷମ ହୁଏ । ସମୟ ସମୟରେ ରୋଗୀର ହାଲ୍ୟୁସିନେସନ (hear, feel, or see things that are not there|) ହୁଏ ଯେଉଁଥିରେ ସେ ନଥିବା ଜିନିଷକୁ ଶୁଣେ, ଅନୁଭବ କରେ ଓ ଦେଖେ । ଏହ ଫଳରେ ତା ମନରେ ଭୟ (fear) ଜାତ ହୁଏ । ଏହି ଭଳି ଘଟଣା ଦୁଇ ମିନିଟରୁ କମ୍ ସମୟ ରହେ । ଏହି ଘଟଣା ଥରେ ବା ବାରମ୍ବାର ହୁଏ । ଏହି ରୋଗ ଅନ୍ୟଥା ସୁସ୍ଥ ଲୋକ, ନାର୍କୋଲେପ୍ସି (Narcolepsy), ଅବସ୍ଟ୍ରକ୍ଟିଭ ସ୍ଲିପ ଆପନିଆ (obstructive sleep apnea), ମଦ୍ୟାପାନ, ନିଦ୍ରା ଅଭାବ (sleep deprivation) ଥିବା ଲୋକର ହୋଇପାରେ । ଏହି ରୋଗକୁ ଟ୍ରିଗର କରିବା ଅବସ୍ଥାମାନଙ୍କର ନାମ: ନିଦ୍ରାହୀନତା (sleep deprivation), ମାନସିକ ଚାପ (psychological stress) ବା ଅନିୟମିତ ନିଦ୍ରା ଚକ୍ର (sleep cycles) । ଏହା ଆରଇଏମ ନିଦ୍ରାର (REM sleep) କାର୍ଯ୍ୟ ଅସୁବିଧା ଯୋଗୁ ହେଉଥିବା ବିଚାର କରାଯାଏ । ରୋଗର ବର୍ଣ୍ଣନା ଅନୁସାରେ ରୋଗ ନିର୍ଣ୍ଣୟ ହୋଇଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅନନ୍ତ ଦାସ (ଜନ୍ମ: ୨୮ ଅଗଷ୍ଟ ୧୯୪୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ରାଜନୀତିରେ ସେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ହରପ୍ରସାଦ ପରିଛା ପଟନାୟକ(ଜନ୍ମ:୧୯୫୩), ଜଣେ ଓଡ଼ିଆ ଆଧୁନିକ ସାହିତ୍ୟିକ, ଶିକ୍ଷାବିତ ଓ ସମ୍ପାଦକ । ବର୍ତ୍ତମାନ ସେ ସର୍ବସାଧାରଣ ସମ୍ବାଦପତ୍ରର ସମ୍ପାଦକ ଭାବରେ କାର୍ଯ୍ୟରତ । ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସମ୍ପାଦକ, ଭାବେ ଦୁଇ ଥର ୦୧/୧୦/୧୯୯୬- ୧୯/୦୯/୧୯୯୯ ଓ ୦୪/୦୯/୨୦୦୭ରୁ ୦୩/୦୯/୨୦୧୦ ପର୍ଯ୍ୟନ୍ତ କାର୍ଯ୍ୟ କରିଛନ୍ତି । ସେଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ରେଜିଷ୍ଟାର ଏବଂ ରାଜ୍ୟ ପାଠ୍ୟ ପୁସ୍ତକ ପ୍ରଣୟନ ଓ ପ୍ରକାଶନ ସଂସ୍ଥାର ନିର୍ଦ୍ଦେଶକ(୦୫/୦୧/୨୦୧୧-୩୧/୧୦/୨୦୧୧) ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ବନ୍ୟା ନାମ ଦିଆଯାଏ ଯେତେବେଳେ ଜଳ ସୀମା ବହିର୍ଭୁତ ହୋଇ ସାଧାରଣ ଶୁଖିଲା ଭୂମିକୁ ଜଳ ପ୍ଲାବନ କରେ । ୟୁରୋପିଆନ୍ ୟୁନିଅନ୍ ଫ୍ଲଡ଼ ଡାରେକ୍ଟିଭ୍ର ସଂଜ୍ଞା ଅନୁସାରେ 'ସାଧାରଣ ଅଣପ୍ଳାବିତ ଭୂମି ଜଳଦ୍ୱାରା ପ୍ଲାବିତ ହେଲେ ବନ୍ୟା କୁହାଯାଏ । ସମୁଦ୍ର ଲହରୀର ଅନ୍ତଃ-ପ୍ରହାହକୁ ମଧ୍ୟ ପ୍ରବହମାନ ଜଳ ଭାବରେ ଗ୍ରହଣ କରାଯାଏ । ଜଳାଶୟ ମଧ୍ୟରେ ନଦୀ ଓ ହ୍ରଦ ଅନ୍ତର୍ଭୁକ୍ତ ଯେଉଁଠାରେ ଜଳ ବନ୍ଧ ଭାଙ୍ଗି ବା କୂଳ ଲଙ୍ଘନ କରି କିଛି ଜଳ ତାହାର ସୀମା ବହିର୍ଭୁତ ହୁଏ କିମ୍ବା ବର୍ଷା ଜଳ ଜମି ସୀମା ଲଙ୍ଘନ କରିଲେ ବନ୍ୟା ହୁଏ । ଋତୁ ପରିବର୍ତ୍ତନ ଅନୁସାରେ ବରଫ ତରଳି ବା ଭୂସ୍ଖଳନ ହୋଇ ହ୍ରଦ ବା ଅନ୍ୟ ଜଳାଶୟର ଜଳ ମାତ୍ରା ବଢ଼ିଲେ ମଧ୍ୟ ସମ୍ପତ୍ତି ବା ଗୃହପାଳିତ ପଶୁମାନଙ୍କର କ୍ଷୟକ୍ଷତି ନ ହେଲେ ବନ୍ୟା ହିସାବରେ ଗଣନା କରାଯାଏ ନାହିଁ ।
ଟିକଟକ, ଯାହା ଡଇନ (ଚୀନ: 抖音; ପିନଇନ : Dǒuyīn; ଆକ୍ଷରିକ ଅର୍ଥ: 'ଶବ୍ଦ କମ୍ପନ') ନାମରେ ମଧ୍ୟ ଚୀନରେ ଜଣାଶୁଣା ଏକ ଆଣ୍ଡ୍ରୋଏଡ ଏବଂ ଆଇଓଏସ ଆପ ବା ଆପ୍ଲିକେସନ, ଯେଉଁଥିରେ ଛୋଟ ଛୋଟ ସମୟର ଅବଧିଯୁକ୍ତ ଭିଡିଓ ତିଆରି କରାଯାଇ ବଣ୍ଟା ଯାଇଥାଏ । ତିନିରୁ ପନ୍ଦର ସେକେଣ୍ଡ ସମୟ ବିଶିଷ୍ଟ ସଙ୍ଗୀତ ଭିଡିଓ ତିଆରି ହୋଇଥାଏ ଏବଂ ବାରମ୍ବାରତା ଛୋଟ ଭିଡିଓ ୩ରୁ ୬୦ ସେକେଣ୍ଡର ତିଆରି ହୋଇଥାଏ ।ଏହା ବାଇଟଡ୍ୟାନ୍ସ ନାମକ ଏକ କମ୍ପାନୀଦ୍ୱାରା ପରିଚାଳିତ । ଚୀନରେ ସେପ୍ଟେମ୍ବର ମାସ ୨୦୧୬ ମସିହାରେ ଏହା ପ୍ରଥମେ ଡଇନ ନାମରେ ଆରମ୍ଭ ହୋଇଥିଲା ଏବଂ ଅନ୍ୟ ଦେଶର ବଜାରଗୁଡିକୁ ଏକବର୍ଷ ପରେ ଟିକଟକ ନାମରେ ଛଡ଼ା ଯାଇଥିଲା । ଅକ୍ଟୋବର ମାସ ୨୦୧୮ରେ ଏହି ଆପଟି ଯୁକ୍ତରାଷ୍ଟ୍ରରେ ସବୁଠାରୁ ଅଧିକ ଡାଉନଲୋଡ଼ କରାଯାଇଥିଲା । ୨୦୧୮ ମସିହା ସୁଦ୍ଧା ଏହା ୧୫୦ଟି ଦେଶରେ, ୭୫ଟି ଭାଷାରେ ଉପଲବ୍ଧ ଅଟେ । ଜୁଲାଇ ମାସ ୨୦୧୮ ମସିହାରେ ଏହାର ୫୦ କୋଟିରୁ ଅଧିକ ଗ୍ରାହକ ଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଚଉଷଠି ଯୋଗିନୀ ମନ୍ଦିର ଓଡ଼ିଶାର ଭୁବନେଶ୍ୱରସ୍ଥିତ ହୀରାପୁର ଗାଆଁରେ ଥିବା ଏକ ପୁରାତନ ଯୋଗିନୀ ପୀଠ (ତନ୍ତ୍ରପୀଠ) । ସ୍ଥାନୀୟ ଅଞ୍ଚଳରେ ଏହା ମହାମାୟା ମନ୍ଦିର ନାମରେ ମଧ୍ୟ ଜଣା । ତନ୍ତ୍ର ସଂସ୍କୃତିରେ ଯୋଗିନୀମାନଙ୍କ ସମ୍ପର୍କରେ ବିଶେଷ ଭୂମିକା ଅନ୍ତର୍ନିହିତ ଅଛି । ତେଣୁ ହୀରାପୁରର ଚଉଷଠୀ ଯୋଗିନୀ ପୀଠକୁ ତନ୍ତ୍ରପୀଠ କୁହାଯାଏ । ଏହି ମନ୍ଦିର ୧୯୫୩ ମସିହାରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ମୁଖ୍ୟ ଓ ପ୍ରତ୍ନତତ୍ୱବିଦ କେଦାରନାଥ ମହାପାତ୍ରଙ୍କଦ୍ୱାରା ଲୋକଲୋଚନକୁ ଆସିଥିଲା । ଏହି ଦେଉଳର ଉପରିଭାଗ ଖୋଲା । ମନ୍ଦିରର କେନ୍ଦ୍ରସ୍ଥଳରେ ଅଷ୍ଟକୋଣୀ ବିଶାଳ ଲିଙ୍ଗ ରହିଛି । ଦେଉଳ ମଧ୍ୟଭାଗରେ ପରବର୍ତ୍ତୀ ସମୟରେ ଏକ ଚଣ୍ଡୀମଣ୍ଡପ ସ୍ଥାପିତ । ଏଥିରେ ଚାରୋଟି ଶିବ ଓ ଯୋଗିନୀଙ୍କ ପ୍ରତିମା ସ୍ଥାପିତ । ଦେବୀ ମହାମାୟା ଏହି ପୀଠ ଓ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ରୂପେ ପୂଜିତା । ଏହି ପୀଠଟି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରୁ ପ୍ରାୟ ୧୦ କି.ମି ଦୂରରେ ବାଲିଅନ୍ତା ଥାନା ଓ ପଞ୍ଚାୟତ ସମିତି ଅନ୍ତର୍ଗତ ବାଳକାଟିଠାରୁ ୨/୩ କି.ମି ଦୂରରେ ପୁଣ୍ୟତୋୟା ଭାର୍ଗବୀ ନଦୀ ତଟ ଦେଶରେ ହୀରାପୁର ଗ୍ରାମର ଦକ୍ଷିଣ ଓ ପୂର୍ବ ଦିଗରେ ରହିଛି । ଏହି ପୀଠର ସମ୍ମୁଖରେ ଗୋଟିଏ ପୁଷ୍କରିଣୀ ଅବସ୍ଥିତ । ପୁଷ୍କରିଣୀର ମଧ୍ୟଭାଗରେ ଏକ ଦୀପଦାଣ୍ଡି ରହିଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ଜଟଣୀ (ବିଧାନସଭା ନିର୍ବାଚନ ମଣ୍ଡଳୀ)
ଜଟଣୀ, (କ୍ରମାଙ୍କ: ୧୧୫) ଖୋର୍ଦ୍ଧା ଜିଲ୍ଲା, ଓଡ଼ିଶାର ଏକ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଟେ ।ଏହି ନିର୍ବାଚନ ମଣ୍ଡଳୀରେ ଜଟଣୀ ପଞ୍ଚାୟତ ସହିତ ଅନ୍ୟ ଛଅଟି ଗ୍ରାମ ପଞ୍ଚାୟତ ମଧ୍ୟ ଅନ୍ତର୍ଭୁକ୍ତ ଅଟେ । ସେଗୁଡ଼ିକ ହେଲା ଖୋର୍ଦ୍ଧା ପଞ୍ଚାୟତର:
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସୁଷମା ସ୍ୱରାଜ (ଜନ୍ମ ୧୪ ଫେବୃଆରୀ ୧୯୫୨ମସିହା) ହେଉଛନ୍ତି ଜଣେ ଭାରତୀୟ ରାଜନେତ୍ରୀ,ପୂର୍ବୋକ୍ତ ସୁପ୍ରିମକୋର୍ଟ ଓକିଲ ଏବଂ ଏବେକାର କେନ୍ଦ୍ର ବୈଦେଶିକ ମନ୍ତ୍ରୀ(୨୬ମଇ ୨୦୧୪ ରୁ)। ଇନ୍ଦିରାଗାନ୍ଧୀଙ୍କ ପରେ ସ୍ୱରାଜ ହେଉଛନ୍ତି ଦ୍ୱିତୀୟ ମହିଳା ଯିଏକି ଭାରତର କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ରୂପେ ଦାୟିତ୍ୱ ନେଇଛନ୍ତି। ସେ ଭାରତୀୟ ଜନତା ପାର୍ଟିର ଏକ ଦଳୀୟ ନେତା ମଧ୍ୟ । ସେ ୭ ଥର ସଂସଦ ରସବ୍ୟ ହିସାବରେ ଏବଂ ତିନି ଥର ଆଇନ୍ ପ୍ରଣୟନ ସଭାର ସଦସ୍ୟ ଭାବେ ବଛା ହୋଇଛନ୍ତି। ସେ ୨୫ ବର୍ଷରେ ୧୯୯୭ ମସିହାରେ ହରିୟାଣାର ସବୁଠୁ କନିଷ୍ଠ କ୍ୟାବିନେଟ ମନ୍ତ୍ରୀ ହିସାବରେ ଯୋଗଦାନ ଦେଇଥିଲେ। ସେ ଏକ ସଂକ୍ଷିପ୍ତ ସମୟ ପାଇଁ ଦିଲ୍ଲୀର ପଞ୍ଚମ ମୁଖ୍ୟମନ୍ତ୍ରୀ ପଦବୀରେ ଥିଲେ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ରେଭେନ୍ସା ମହାବିଦ୍ୟାଳୟ (ବର୍ତ୍ତମାନ ରେଭେନ୍ସା ବିଶ୍ୱବିଦ୍ୟାଳୟ) କଟକରେ ଅବସ୍ଥିତ । ଏହାକୁ ଥୋମାସ ଏଡୱାଡ ରେଭେନ୍ସା (Thomas Edward Ravenshaw) , ୱିଲିୟମ ୱୀଥର (William Withers)ଙ୍କ ବଂଶଜ , ୧୮୬୮ ମସିହାରେ ପ୍ରତିଷ୍ଠା କରିଥିଲେ । ଥୋମାସ ଓ ତାଙ୍କ ପତ୍ନୀ ମ୍ୟାରୀ ସୁସନ୍ନା ସାଇମଣ୍ଡ ରେଭେନ୍ସା (Mary Susannah Symonds Ravenshaw) ସେତେବେଳେ ଓଡ଼ିଶାରେ ରହୁଥିଲେ ।୧୫ ନଭେମ୍ବର ୨୦୦୬ରେ ଏହି କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଥିଲା ।
ଟ୍ରିପଲ ଏକ୍ସ ସିଣ୍ଡ୍ରୋମ (ଇଂରାଜୀ ଭାଷାରେ Triple X syndrome ବା trisomy X ବା 47 XXX) ରୋଗ ମହିଳାଙ୍କୁ ହୁଏ ଓ ତାଙ୍କର ପ୍ରତ୍ୟେକ ଜୀବକୋଷରେ (cell) ଗୋଟିଏ ଅଧିକ ଏକ୍ସ କ୍ରୋମୋଜୋମ (X chromosome) ଥାଏ । ଏହି ରୋଗୀ ସାଧାରଣତଃ ଡେଙ୍ଗା ହୁଅନ୍ତି । ଅନ୍ୟ କୌଣସି ଶାରୀରିକ ପାର୍ଥକ୍ୟ ଦେଖାଯାଏ ନାହିଁ ଓ ସାଧାରଣ ପ୍ରଜନନ କ୍ଷମତା (fertility) ଥାଏ । ବେଳେବେଳେ ଶିକ୍ଷା ସମସ୍ୟା (learning difficulties), ହାଇପୋଟୋନିଆ (decreased muscle tone), ଅପସ୍ମାର ବାତ (seizure) ଓ ବୃକ୍କ ସମସ୍ୟା (kidney problems) ଦେଖାଯାଏ ।ଟ୍ରିପଲ ଏକ୍ସ ରୋଗ କ୍ୱଚିତ ହୁଏ । ମାତାର ପ୍ରଜନନକ୍ଷମ କୋଷର (reproductive cells) ବିଭାଜନ ସମୟରେ ବା ଭୃଣର ପ୍ରାକ୍ ବିକାଶ ସମୟରେ ଟ୍ରିପଲ ଏକ୍ସ ହୁଏ । ବଂଶାନୁକ୍ରମରେ (inherited) ଏହା ପରବର୍ତ୍ତୀ ପିଢ଼ିକୁ ଯାଏନାହିଁ । ବେଳେବେଳେ ଦେହର କିଛି ଅଂଶରେ ଟ୍ରିପଲ ଏକ୍ସ ଦେଖାଯାଏ । କ୍ରମୋଜୋମାଲ ଆନାଲିସିସ (chromosomal analysis) ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ ।ବାକ୍ ଶକ୍ତି ଥେରାପି, ଶାରୀରିକ ଥେରାପି ଓ କାଉନସେଲିଙ୍ଗ (counseling) ସାହାଯ୍ୟରେ ଏହି ରୋଗର ଚିକିତ୍ସା କରାଯାଏ । ପ୍ରତି ୧୦୦୦ ଝିଅ ଜନ୍ମରେ ଜଣକର ଏହି ଟ୍ରିପଲ ଏକ୍ସ ଥାଏ । ୯୦% ମହିଳାଙ୍କର ରୋଗ ଥିଲେ ମଧ୍ୟ ଲକ୍ଷଣ ଅଭାବ ବା ସାମାନ୍ୟ ଲକ୍ଷଣ ଥିବାରୁ ରୋଗ ନିର୍ଣ୍ଣୟ ହୋଇପାରେନି । ସନ ୧୯୫୯ରେ ଏହି ରୋଗ ପ୍ରଥମେ ଚିହ୍ନଟ ହୋଇଥିଲା ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ୱିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ୱିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ମୋଡାଫିନିଲ (ଇଂରାଜୀ ଭାଷାରେ Modafinil, ବ୍ରାଣ୍ଡ ନାମ ପ୍ରୋଭିଜିଲ/ Provigil) ଏକ ଔଷଧ ଯାହା ନାର୍କୋଲେପ୍ସି (narcolepsy) ଯୋଗୁ ହେଉଥିବା ନିଦ୍ରା, ସିଫ୍ଟୱର୍କ ସ୍ଲିପ ଡିଜଅର୍ଡ଼ର (shift work sleep disorder) ବା ଅବସ୍ଟ୍ରକଟିଭ ସ୍ଲିପ ଆପନିଆ (obstructive sleep apnea/ OSA) ଇତ୍ୟାଦି ରୋଗମାନଙ୍କରେ ଦିଆଯାଏ । ଓଏସଏ ରୋଗରେ କଣ୍ଟିନୁଅସ ପଜିଟିଭ ଏୟାରୱେ ପ୍ରେସର (continuous positive airway pressure) ସାହାଯ୍ୟରେ ଚିକିତ୍ସା କରାଯାଏ । କଗନିଟିଭ ଏନହାନ୍ସର ଭାବରେ ଅଫଲେବେଲ ବ୍ୟବହାରର (off-label use) ପ୍ରଭାବ ବିଷୟରେ ସନ୍ଦିହାନ ଅଛି । ଏହି ଔଷଧ ପାଟିରେ ଦିଆଯାଏ । ସାଧାରଣ ପ୍ରତିକ୍ରିୟାରେ ମୁଣ୍ଡବିନ୍ଧା, ଉତ୍କଣ୍ଠା, ନିଦ୍ରା ସମସ୍ୟା ଓ ଅଇ ହୋଇପାରେ । ସାଂଘାତିକ ପ୍ରତିକ୍ରିୟାରେ ଆନାଫାଇଲାକ୍ସିସ, ସ୍ଟିଭେନ୍ସ ଜନସନ ସିଣ୍ଡ୍ରୋମ, ନିଶା ବା ହାଲୁସିନେସନ(hallucinations ହୋଇପାରେ । ଗର୍ଭାବସ୍ଥାରେ ଏହାର ନିରାପତ୍ତା ବିଷୟରେ ମତୈକ୍ୟ ନାହିଁ । ବୃକ୍କ ଓ ଯକୃତ ରୋଗ ଥିଲେ ସାବାଧାନତା ସହିତ ଔଷଧ ମାତ୍ରା ଦେବାକୁ ହୁଏ । ଆରିଦମିଆ (arrhythmia), ଉଲ୍ଲେଖନୀୟ ଉଚ୍ଚ ରକ୍ତଚାପ, ଲେଫ୍ଟ ଭେଣ୍ଟ୍ରିକୁଲାର ହାଇପରଟ୍ରଫି (left ventricular hypertrophy) ଇତ୍ୟାଦି ରୋଗ ଥିଲେ ଦେବା ଉଚିତ ନୁହେଁ । ଏହାର କାର୍ଯ୍ୟବିଧି ବିଷୟ ଅସ୍ପଷ୍ଟ ଅଛି । ମସ୍ତିଷ୍କରେ ଥିବା ନିଦ୍ରା ଚକ୍ରରେ (sleep cycle) ଏହାର କିଛି ପ୍ରଭାବ ରହୁଥିବା ବିଶ୍ୱାସ କରାଯାଏ ।ସନ ୧୯୯୮ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଡାକ୍ତରୀ ବ୍ୟବହାର ନିମନ୍ତେ ମୋଡାଫିନିଲ ସ୍ୱୀକୃତ ହୋଇଥିଲା । ନିଶା ଯୋଗୁ ଯୁକ୍ତରାଷ୍ଟ୍ର ଆମେରିକାର ନିୟନ୍ତ୍ରିତ ପଦାର୍ଥ ଆକ୍ଟରେ (schedule IV controlled substance) ଏହା ଶ୍ରେଣୀଭୁକ୍ତ ହୋଇଛି । ସଂଯୁକ୍ତ ରାଷ୍ଟ୍ରରେ ଏହା କେବଳ ପ୍ରେସକ୍ରିପସନରେ ମିଳେ । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୮ରେ ସଂଯୁକ୍ତ ରାଷ୍ଟ୍ରର ଜାତୀୟ ସ୍ୱାସ୍ଥ୍ୟ ସେବାକୁ ଏହା ନିମନ୍ତେ ମାସକୁ ୧୦୫.୨୧ ପାଉଣ୍ଡ ଖର୍ଚ୍ଚ କରିବାକୁ ହୁଏ । ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୨୦୧୮ରେ ଏହା ପିଛା ମାସିକ ପ୍ରାୟ ୩୪.୨୦ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ରାଣୀପୁର ଝରିଆଲ ପ୍ରାଚୀନ କୀର୍ତ୍ତିରାଜି ଥିବା ଓଡ଼ିଶାର ବଲାଙ୍ଗିର ଜିଲ୍ଲାର ଦୁଇଟି ଗ୍ରାମ । ଏଠାରେ ବୌଦ୍ଧ, ଶୈବ, ଶାକ୍ତ ଓ ବୈଷ୍ଣବ ଧର୍ମର ପ୍ରାଚୀନ କୀର୍ତ୍ତି ରହିଛି । ରାଣୀପୁର-ଝରିଆଲର ଦୁଇ ବର୍ଗକିଲୋମିଟର ପଥର ଶଯ୍ୟା ଉପରେ ୫୧ ଗୋଟି ବିଭିନ୍ନ ଆକୃତି ଓ ଉଚ୍ଚତାର ଦେଉଳ ରହିଛି । ଏଠାର ଚଉଷଠି ଯୋଗିନୀ ମନ୍ଦିର, ସୋମେଶ୍ୱର ମନ୍ଦିର ଏବଂ ଇନ୍ଦ୍ରଲାଠ ମନ୍ଦିର ସେଥିମଧ୍ୟରୁ ପ୍ରଧାନ । ସୋମେଶ୍ୱର ସାଗର କୂଳରେ ସୋମେଶ୍ୱର ମନ୍ଦିର ଅବସ୍ଥିତ । ଏହା ସୋମତୀର୍ଥ ନାମରେ ଜଣା । ତୃତୀୟ-ଚତୁର୍ଥ ଶତାବ୍ଦୀର ପୁରାଣରେ ସୋମତୀର୍ଥର ଉଲ୍ଲେଖ ରହିଛି ।
ଆନ୍ତର୍ଜାତିକ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ଅଳ୍ପ କେତୋଟି ମୁସଲିମ ରାଷ୍ଟ୍ରକୁ ବାଦ ଦେଲେ ପ୍ରାୟ ସମସ୍ତ ଦେଶ ଏହାକୁ ପାଳନ ଲାଗି ସମର୍ଥନ କରିଥିଲେ । ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । । ପ୍ରାୟ ୬୦୦୦ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗଦ୍ୱାରା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ନେବା ଓ ଏହାକୁ ଦୈନିକ ନିଜ ଦିନଚର୍ଯାରେ ଅଂଶିଭୂତ ପାଇଁ ଅନୁରୋଧ କରିବା ସହ ଭାରତ ଏହାକୁ ନିଜର ବୌଦ୍ଧିକ ସମ୍ପତି ଦାବୀ କରେନାହିଁ ବୋଲି ସ୍ପଷ୍ଟୋକ୍ତି ଦେଇଥିଲା ।
ଓଡ଼ିଶା ଗଣ ପରିଷଦ(୨୦୦୦-୨୦୦୭) ଓଡ଼ିଶାର ଏକ ଆଞ୍ଚଳିକ ରାଜନୈତିକ ଦଳ । ବିଜୁ ଜନତା ଦଳରୁ ବିଭାଜିତ ହୋଇ ଏହି ଦଳ ୨୦୦୦ ମସିହା ଅକ୍ଟୋବର ୨୯ତାରିଖରେ ଗଠିତ ହୋଇଥିଲା । ବିଜୟ ମହାପାତ୍ର ଏହି ଦଳର ପ୍ରତିଷ୍ଠାତା ଓ ଅଧ୍ୟକ୍ଷ ଥିଲେ ।ଦିଲ୍ଲୀପ ରାୟଙ୍କର ରାଜ୍ୟସଭାକୁ ମନୋନୟନକୁ ନେଇ ବିଜୟ ମହାପାତ୍ରଙ୍କର ନବୀନ ପଟ୍ଟନାୟକଙ୍କ ସହିତ ମତଭେଦ ହୋଇଥିଲା । ବିଜୟ ମହାପାତ୍ରଙ୍କୁ ଏହି ଘଟଣାରେ ବିଜୁ ଜନତା ଦଳରୁ ବହିସ୍କୃତ କରାଗଲା ଓ ସେ ଓଡ଼ିଶା ଗଣ ପରିଷଦ ଗଠନ କରିଥିଲେ । ୨୦୦୪ ମସିହା ବିଧାନସଭା ନିର୍ବାଚନରେ ଓଡ଼ିଶା ଗଣ ପରିଷଦ, ଭାରତୀୟ ଜାତୀୟ କଂଗ୍ରେସ ସହିତ ସିଟ ବୁଝାମଣା କରି, ୪ଟି ଆସନରେ ଲଢିଥିଲା ଓ ୨ଟି ଆସନରେ ଜୟଯୁକ୍ତ ହୋଇଥିଲା । ଦଳର ଛାତ୍ର ସଂଗଠନର ନାମ ଥିଲା ଓଡ଼ିଶା ଛାତ୍ର ପରିଷଦ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଆପୋଲୋ-୬ (ଚନ୍ଦ୍ର ଅଭିଯାନ) (AS-502 ଭାବେ ମଧ୍ୟ ନାମିତ) ଆପୋଲୋ ଅଭିଯାନ ଶୃଙ୍ଖଳାରେ ଦ୍ଵିତୀୟ ମାନବ ରହିତ A- type ଅଭିଯାନ । ଏହାବାଦ ଏହି ପରୀକ୍ଷଣରେ ରକେଟଯାନର ଆରୋହଣ, ଅବତରଣ ପ୍ରକ୍ରିୟା ସହ ପୁନଃ ସଂଚାଳନ ପ୍ରକ୍ରିୟାର ମୂଲ୍ୟାୟନ କରିବା । ଏଥିସହ ଏହା ମଧ୍ୟ ଥିଲା ଅପୋଲୋ ଅଭିଯାନର ଶେଷ ମାନବ ରହିତ ଅପୋଲୋ ଅଭିଯାନ ଯେଉଁଥିରେ ସାଟର୍ଣ୍ଣ-ଭି ମଡେଲ ରକେଟ ବ୍ୟବହାର କରାଯାଇଥିଲା । ଏହି ପରୀକ୍ଷଣର ମୂଖ୍ୟ ଉଦ୍ଦେଶ୍ୟ ଥିଲା ସାଟର୍ଣ୍ନ ଭି ମଡେଲ ରକେଟର Trans-lunar injection ବା ପୃଥିବୀ କକ୍ଷରୁ ଚନ୍ଦ୍ରର କକ୍ଷକୁ ସ୍ଥାନାନ୍ତରଣ ଗତିର ସଠିକତା ଏବଂ ସଫଳତା ପରୀକ୍ଷା କରିବା ।