ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଆଜ୍ମା ଗୋଟିଏ ଅତି ସାଧାରଣ ଦୀର୍ଘସ୍ଥାୟୀ ରୋଗ ଯେଉଁଥିରେ ଶ୍ୱାସନଳୀର ପ୍ରଦାହ ହୁଏ ।. ଏହାକୁ ଭୁଲରେ ଅନେକ ଆସ୍ଥମା ବୋଲି କହନ୍ତି କିନ୍ତୁ ଏହାର ପ୍ରକୃତ ଉଚ୍ଚାରଣ ଆଜ୍ମା (Azma) । ଏହା ଏକ ଗ୍ରୀକ ଭାଷାର ଶବ୍ଦ ଯାହାର ଅର୍ଥ ପାଣ୍ଟିଙ୍ଗ (Panting) ବା ପରିଶ୍ରମ ପରେ ହେଉଥିବା ଛୋଟ ଛୋଟ ଦୃତ ଶ୍ୱାସ କ୍ରିୟା । ଓଡ଼ିଆ ଭାଷାରେ ଏହି ରୋଗକୁ 'ଶ୍ୱାସ' ଓ 'ଦମା' ନାମ ମଧ୍ୟ ଦିଆଯାଇଛି । ଏହି ରୋଗରେ ଶ୍ୱାସ ନଳୀ ପ୍ରଦାହ ହୋଇ ପୁନଃପୌନିକ ଲକ୍ଷଣ ପ୍ରକାଶ ହୁଏ, ଶ୍ୱାସ ନଳୀର ଅସ୍ଥାୟୀ ସଙ୍କୋଚନ ହେତୁ ବାୟୁ ପ୍ରବାହ ବାଧା ପ୍ରାପ୍ତ ହୁଏ । ଏହାର ବିଭିନ୍ନ ଲକ୍ଷଣ ଗୁଡ଼ିକ: ଶ୍ୱାସ କ୍ରିୟା ବେଳେ ହୁଇଜ୍(ହୁଇସିଲ୍ ଶବ୍ଦ) ଶବ୍ଦ ଶୁଣାଯିବା, କାଶ, ଛାତି ଚିପିହେବା ଭଳି ଲାଗିବା ଓ ଛୋଟ ଶ୍ୱାସକ୍ରିୟା, ଛୋଟ ପ୍ରଶ୍ୱାସ ସହ ଦୀର୍ଘ ନିଶ୍ୱାସ ଛାଡ଼ିବା । ଏହି ଲକ୍ଷଣଗୁଡ଼ିକ ଦିନରେ ବା ସପ୍ତାହରେ କିଛି ଥାର ଦେଖାଯାଏ ।. ରାତିରେ ଓ ବ୍ୟାୟାମ କଲାବେଳେ ଏହି ରୋଗ ଅଧିକ ହୋଇପାରେ ।ଜେନେଟିକ୍ ଓ ପରିବେଶ ଦ୍ୱୟର ମିଶ୍ରିତ ପ୍ରଭାବ ଯୋଗୁ ଆଜ୍ମା ହେବା ବିଶ୍ୱାସ କରାଯାଉଛି । ବାୟୁମଣ୍ଡଳୀୟ କାରକ ମଧ୍ୟରେ ବାୟୁ ପ୍ରଦୂଷଣ ଓ ଆଲର୍ଜେନର ଭୂମିକା ଅଛି ।.
ସଲିଲ୍ ମିତ୍ର (୭ ଅପ୍ରେଲ ୧୯୬୭ - ୪ ଜୁନ ୨୦୧୯) ଜଣେ ଓଡ଼ିଆ ହାସ୍ୟ ଅଭିନେତା ଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଦୂରଦର୍ଶନ ଓ ବିଭିନ୍ନ ମଞ୍ଚରେ ଅଭିନୟ କରୁଥିଲେ । କରଞ୍ଜିଆ, ମୟୂରଭଞ୍ଜରେ ଜନ୍ମିତ ସଲିଲ ୧୯୯୯ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ କଥାଚିତ୍ର, ଧାରାବାହିକ, ଆଧୁନିକ ଗୀତ, ଭଜନ, ନାଟକ ଆଦିରେ ଅଭିନୟ କରିଥିଲେ । ଇ ଟିଭି ଓଡ଼ିଆରେ ପ୍ରସାରିତ ବଡ଼ ଘର ବଡ଼ ଗୁମର କଥା ଭଳି କିଛି ଧାରାବାହିକରେ ସେ ଖଳନାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୨ ମଇ ୨୦୧୯ରେ ସେ ଏକ ଦୁର୍ଘଟଣାର ଶିକାର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏବଂ ୪ ଜୁନ ୨୦୧୯ରେ ସେ ମୃତ୍ୟୁବରଣ କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ବିଶ୍ୱ ପରିବେଶ ଦିବସ (ଇଂରାଜୀରେ World Environment Day), ସଂକ୍ଷେପରେ (WED) ଜୁନ ମାସ ୫ ତାରିଖ ଦିନ ପାଳନ କରାଯାଏ। ପରିବେଶପ୍ରତି ସକାରାତ୍ମକ ଜନ ଜାଗ୍ରତି ସୃଷ୍ଟି କରିବା ଏହି ଦିବସ ପାଳନର ଲକ୍ଷ୍ୟ। ଏହି ଦିବସ ପାଳନ ସଂଯୁକ୍ତ ରାଷ୍ଟ୍ରସଂଘର ପରିବେଶ କାର୍ଯ୍ୟକ୍ରମ (United Nations Environment Programme - UNEP)ର ଅନ୍ତର୍ଗତ । ଏହିଦିନ ମାନବୀୟ ପରିବେଶକୁ ନେଇ ସଂଯୁକ୍ତ ରାଷ୍ଟ୍ରସଂଘର ପ୍ରଥମ ବୈଠକ (United Nations Conference on the Human Environment) ବସିଥିଲା। ଏହା ୫ରୁ ୧୬ ଜୁନ ୧୯୭୨ ଯାଏ ଚାଲିଥିଲା। ଏହା ସଂଯୁକ୍ତ ରାଷ୍ଟ୍ରସଂଘର ଆସେମ୍ବ୍ଲି (United Nations General Assembly)ଦ୍ୱାରା ୧୯୭୨ରେ ପ୍ରତିଷ୍ଠା କରାଯାଇଥିଲା। ପ୍ରଥମ ବିଶ୍ୱ ପରିବେଶ ଦିବସ ୧୯୭୩ରେ ପାଳିତ ହୋଇଥିଲା। ଏହା ପରଠାରୁ ୧୯୭୧ ମସିହାର ଜୁନ ୫ର ସପ୍ତାହକୁ ମନେ ପକାଇଏହି ଦିନଟି ବିଶ୍ୱର ବିଭିନ୍ନ ସହରରେ ପ୍ରତିବର୍ଷ ଏକ ନୂଆ ବିଷୟବସ୍ତୁକୁ ନେଇ ପାଳନ କରା ଯାଇଥାଏ। ଏହି ଦିନ ଉତ୍ତର ଗୋଲାର୍ଦ୍ଧରେ ବସନ୍ତ ଋତୁଥାଏ ଓ ଦକ୍ଷିଣ ଗୋଲାର୍ଦ୍ଧରେ ବର୍ଷା।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ (ଜନ୍ମ: ୪ ଜାନୁଆରୀ ୧୯୫୫) ହେଉଛନ୍ତି, ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିସାରିଛନ୍ତି ଏବଂ ଅଧୁନା ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪ ଓ ୨୦୦୯ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ବାଲେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଜଣେ ରାଷ୍ଟ୍ରମନ୍ତ୍ରୀ ଭାବରେ, "ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ" ଏବଂ "ଦୁଗ୍ଧ, ପଶୁପାଳନ ଓ ମତ୍ସ୍ୟପାଳନ" ମନ୍ତ୍ରାଳୟର ଦାୟିତ୍ୱ ସମ୍ଭାଳିଛନ୍ତି ।
ଅକ୍ଷୟ କୁମାର ଆଚାର୍ଯ୍ୟ (ଜନ୍ମ: ୨୬ ଜୁଲାଇ ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ଜଣେ କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଓଡ଼ିଶା ବିଧାନ ସଭାର ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୮୦ ଓ ୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଅପରାଜିତା ଷଡ଼ଙ୍ଗୀ (ଜନ୍ମ ୮ ଅକ୍ଟୋବର, ୧୯୬୯) ଜଣେ ଭାରତୀୟ ରାଜନେତ୍ରୀ ଅଟନ୍ତି । ସେ ୨୦୧୯ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ତରଫରୁ ଭୁବନେଶ୍ୱର ଆସନ ପାଇଁ ଛିଡ଼ା ହୋଇ ଜୟଯୁକ୍ତ ହୋଇଥିଲେ । ୧୯୯୪ ମସିହା ଆଇଏଏସ ବା ସର୍ବଭାରତୀୟ ପ୍ରଶାସନିକ ସେବା ବ୍ୟାଚର ସେ ସଦସ୍ୟା ଥିଲେ । ସେ ନିଜର ପ୍ରଶାସନିକ ସେବାରୁ ଅବସର ନେଇ ୨୦୧୮ ମସିହା ନଭେମ୍ବର ମାସ ୨୭ ତାରିଖରେ ବିଜେପିରେ ଯୋଗଦାନ କରିଥିଲେ । ନିର୍ବାଚନରେ ବିଜୁ ଜନତା ଦଳର ଅରୂପ ପଟ୍ଟନାୟକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଲିମ୍ଫୋମା (ଇଂରାଜୀରେ Lymphoma) ଏକ ରକ୍ତ ଜୀବକୋଷ ଅର୍ବୁଦ ଦଳର ସଦସ୍ୟ ଯାହା ଲିମ୍ଫୋସାଇଟରୁ ସୃଷ୍ଟି ହୁଏ । ଏହାକୁ ବେଳେବେଳେ ଅର୍ବୁଦ ନ କହି କର୍କଟିୟ ବା କ୍ୟାନ୍ସେରସ କୁହାଯାଏ । ଏହି ରୋଗରେ ଲସିକା ଗ୍ରନ୍ଥି ଯନ୍ତ୍ରଣା ନ ଥାଇ ବଢ଼ିଯାଏ, ଜ୍ୱର, ଝାଳ, କୁଣ୍ଡେଇ ହେବା, ଓଜନ ହ୍ରାସ, ଥକ୍କା ଲାଗିବା ଇତ୍ୟାଦି ଲକ୍ଷଣ ଦେଖାଯାଏ । ରାତିରେ ସାଧାରଣତଃ ଝାଳ ବୁହେ ।ଦୁଇ ପ୍ରକାର ମୂଖ୍ୟ ଲିମ୍ଫୋମା ଦେଖାଯାଏ, ହଜକିନ ଲିମ୍ଫୋମା (ଏଚ.ଏଲ.) ଓ ନନ୍ ହଜକିନ ଲିମ୍ଫୋମା (ଏନ.ଏଚ.ଏଲ.) ଓ ଏହା ସହ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆଉ ଦୁଇଟ ରୋଗ ମଲ୍ଟିପ୍ଲ ମାୟେଲୋମା ଓ ଇମ୍ମ୍ୟୁନୋପ୍ରୋଲିଫରେଟିଭ ଡିଜିଜକୁ ମିଶେଇଛନ୍ତି । ନନ୍ ହଜକିନ ଲିମ୍ଫୋମା ପ୍ରାୟ ୯୦ % ହୁଏ ଓ ଏହାର ଅନେକ ସବ-ଟାଇପ ଥାଏ । ହେମାଟୋପଏଟିକ ଓ ଲିମ୍ଫଏଡ ତନ୍ତୁ ନାମକ ଏକ ବଡ଼ ଦଳର ଅର୍ବୁଦର ଏହା ଏକ ଅଂଶ । ଏପସ୍ଟେନ-ବାର ଭୁତାଣୁ ଓ ପରିବାରରେ ଅନ୍ୟ କେହି ରୋଗୀ ଥିଲେ ସଙ୍କଟଦାୟୀ ଅବସ୍ଥା ଉପୁଜେ । ଏନ.ଏଚ.ଏଲ. ନିମନ୍ତେ ସଙ୍କଟଦାୟୀଙ୍କର ନାମ ଅଟୋଇମ୍ମ୍ୟୁନ ରୋଗ, ଏଚ.ଆଇ.ଭି.
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO)। ବିଶ୍ୱରେ ସ୍ୱାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭାଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ୱାକ୍ଷର କରିଥିଲେ ।ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ୱରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଆକ୍ୟୁଟ ଲିମ୍ଫୋବ୍ଲାସ୍ଟିକ ଲିଉକେମିଆ
ଆକ୍ୟୁଟ ଲିମ୍ଫୋବ୍ଲାସ୍ଟିକ ଲିଉକେମିଆ ବା ଏଏଲଏଲ ରକ୍ତର ଲିମ୍ଫୋଏଡ଼ ଲାଇନର (lymphoid line) ଏକ କର୍କଟ ରୋଗର ନାମ ଯେଉଁଥିରେ ବହୁତ ଗୁଡ଼ିଏ ଲିମ୍ଫୋବ୍ଲାସ୍ଟ (immature lymphocytes) ବା ଅବିକଶିତ ଲିମ୍ଫୋସାଇଟ ପ୍ରସ୍ତୁତ ହୋଇଥାଏ । ଏହି ରୋଗରେ ଥକା ଲାଗିବା, ମଳିନ ଚର୍ମ ରଙ୍ଗ, ଜ୍ୱର ହେବା, ସହଜରେ ରକ୍ତ ବାହାରିବା କିମ୍ବା ଖଣ୍ଡିଆ ହେଇଯିବା, ବର୍ଦ୍ଧିତ ଲିମ୍ଫ ନୋଡ (enlarged lymph nodes) କିମ୍ବା ହାଡ଼ରେ କଷ୍ଟ ହେବା ଇତ୍ୟାଦି ଲକ୍ଷଣ ଦେଖାଯାଏ ।.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ଅଟେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମଣିଷ ଶରୀରର ଛାଞ୍ଚ ଏକ କେତେଖଣ୍ଡି ହାଡ଼ର ଏକ କଙ୍କାଳ ଉପରେ ଗଠିତ। ସେ ସବୁ ହାଡମାନଙ୍କୁ ଚଳାଇବା ପାଇଁ ନାନାପ୍ରକାରର ଅନେକ ମାଂସପେଶୀ ଓ ମାଂସପେଶୀମାନଙ୍କୁ ଚଳାଇବା ପାଇଁ ସ୍ନାଯୁତନ୍ତୁ ରହିଛି । ମଣିଷର ମଥାରେ ଯେଉଁ ଗେରୁ ଅଛି ତହିଁରୁ ଲାଙ୍ଗୁଳ ଭଳି କିଛି ଗେରୁରୁ ଅନେକ ସ୍ନାଯୁତନ୍ତୁ ବାହାରି ସବୁ ମାଂସପେଶୀମାନଙ୍କୁ ଯାଇଛି । ସେମାନଙ୍କ ଦେହରେ ତଡିତ୍ ପ୍ରବାହ ହୋଇ ମାଂସପେଶୀମାନଙ୍କୁ ଉତ୍ତେଜିତ କରାଇ ଚଳାଇଥାଏ ।
ବିଷ୍ଣୁଚରଣ ସେଠୀ (ଜନ୍ମ: ୫ ଜୁନ ୧୯୬୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦ ମସିହା ଓ ୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଲିଉକେମିଆ (ଆମେରିକିୟ ଇଂରାଜୀରେ Leukemia ଓ ଇଂଲିସ ଇଂରାଜୀରେ leukaemia) ଏକ କର୍କଟ ଦଳର ନାମ ଯାହା ଅସ୍ଥିମଜ୍ଜାରେ ଆରମ୍ଭ ହୁଏ ଓ ଏହା ଯୋଗୁ ଶ୍ୱେତ ରକ୍ତ କଣିକା ସଂଖ୍ୟ ବଢ଼ିଯାଏ । ଏହି ରକ୍ତ କଣିକାଗୁଡ଼ିକ ସମ୍ପୁର୍ଣ୍ଣଭାବେ ତିଆରି ହୋଇ ନ ଥାଆନ୍ତି, ତେଣୁ ଏମାନଙ୍କର ନାମ ପ୍ରିକର୍ସର ଜୀବକୋଷ ବା ବ୍ଲାଷ୍ଟ ଜୀବକୋଷ ବା ଲିଉକେମିଆ ଜୀବକୋଷ ଦିଆଯାଇଥାଏ । ରକ୍ତସ୍ରାବ ଅସୁବିଧା, ଥକ୍କାଣ ଓ ଜ୍ୱର ହୁଏ ତଥା ସଂକ୍ରମଣ ସଂକଟ ଅଧିକ ରହେ । ସାଧାରଣ ରକ୍ତ କଣିକା ଅଭାବ ହେତୁ ଏହ ଲକ୍ଷଣ ସମୂହ ପ୍ରକାଶ ପାଏ । ରକ୍ତ ପରୀକ୍ଷା ଓ ଅସ୍ଥି ମଜ୍ଜା ବାୟୋପ୍ସିଦ୍ୱାରା ଏହି ରୋଗ ନିର୍ଣ୍ଣୟ କରାଯାଏ । ଲିଉକେମିଆର ନିର୍ଦ୍ଦିଷ୍ଟ କାରଣ ଅଜଣା ଥିଲେ ମଧ୍ୟ ଜେନେଟିକ ଓ ପରିବେଶ ପ୍ରଭାବ ଯୋଗୁ ଏହା ହେବା ବିଶ୍ୱାସ କରାଯାଏ । ଏହାର ସଙ୍କଟ ସୃଷ୍ଟିକାରୀ ଅବସ୍ଥା ମଧ୍ୟରେ ଧୁମ୍ରପାନ, ଆୟୋନାଇଜିଙ୍ଗ ରାଡିଏସନ, କେତେକ ରାସାୟନିକ ଦ୍ରବ୍ୟ ଯେପରିକି ବେଞ୍ଜିନ, ପୂର୍ବ ପ୍ରଦତ୍ତ କେମୋଥେରାପି ଓ ଡାଉନ ସିଣ୍ଡ୍ରୋମ ଉଲ୍ଲେଖ୍ଯୋଗ୍ୟ । ଲିଉକେମିଆ ଇତିହାସ ଥିବା ପରିବାରର ସଦସ୍ୟମାନଙ୍କର ଅଧିକ ସଙ୍କଟ ଥାଏ । ମୂଖ୍ୟତଃ ଚାରି ପ୍ରକାର ଲିଉକେମିଆ ଦେଖାଯାଏ; ଆକ୍ୟୁଟ ଲୋମ୍ଫୋବ୍ଳାସ୍ଟିକ ଲିଉକେମିଆ ବା ଏ.ଏଲ.ଏଲ., ଆକ୍ୟୁଟ ମାୟେଲଏଡ ଲିଉକେମିଆ ବା ଏ.ଏମ.ଏଲ., କ୍ରନିକ ଲିମ୍ଫୋସାଇଟିକ ଲିଉକେମିଆ ସି.ଏଲ.ଏଲ. ଓ କ୍ରନିକ ମାୟେଲଏଡ ଲିଉକେମିଆ ବା ସି.ଏମ.ଏଲ. ସହିତ କେତେକ ବିରଲ ଟାଇପର ଲିଉକେମିଆ ମଧ୍ୟ ଦେଖାଯାଏ । ଲିଉକେମିଆ ଏକ ବଡ଼ ଅର୍ବୁଦ ଦଳର ଏକ ଅଂଶ ଯାହା ରକ୍ତ, ଅସ୍ଥି ମଜ୍ଜା, ଲିମ୍ଫାଟିକ ସିସ୍ଟମକୁ ନେଇ ଗଢ଼ା ଓ ଯାହାର ନାମ ହେମାଟୋପଏଟିକ ଓ ଲିମ୍ଫଏଡ ସିସ୍ଟମ ।କେମୋଥେରାପି, ରାଡିଏସନ ଥେରାପି, ଟାର୍ଗେଟେଡ ଥେରାପି ଓ ଅସ୍ଥି ମଜ୍ଜା ଟ୍ରାନ୍ସପ୍ଲାଣ୍ଟର ମିଳିତ ପଦ୍ଧତିକୁ ନେଇ ଏହାର ଚିକିତ୍ସା କରାଯାଏ । ଅଳ୍ପ କେତେକ ଲିଉକେମିଆରେ 'ଦେଖା ଓ ଅପେକ୍ଷା' ଚିକିତ୍ସା କରାଯାଏ । ରକ୍ତ କିମ୍ବା ପ୍ଲାଟେଲେଟ ଟ୍ରାନ୍ସଫ୍ୟୁଜନ ସହ ଯନ୍ତ୍ରଣା ଚିକିତ୍ସା ଆବଶ୍ୟକ ହୁଏ । ପାଲିଏଟିଭ ଯତ୍ନ ସହ ବା ବିହୁନେ ଅନ୍ୟ ଚିକିତ୍ସା ଦରକାର ହୋଇପାରେ । ରୋଗୀର ବୟସ ଓ ଲିଉକେମିଆ ଟାଇପ ଉପରେ ଚିକିତ୍ସା ସଫଳତା ନିର୍ଭର କରେ । ବିକଶିତ ଦେଶମାନଙ୍କରେ ଫଳାଫଳ ଉନ୍ନତି କରୁଛି । ହାରାହାରି ପାଞ୍ଚବର୍ଷିଆ ଆୟୁଷ ହାର ଆମେରିକାରେ ୫୭ % । ପନ୍ଦର ବର୍ଷରୁ କମ ପିଲାଙ୍କର ପାଞ୍ଚବର୍ଷିଆ ଆୟୁଷ ହାର ଲିଉକେମିଆର ଟାଇପ ନେଇ ୬୦ରୁ ୮୫ %ରୁ ଅଧିକ ହୋଇପାରେ । ଆକ୍ୟୁଟ ଲିଉକେମିଆରୁ ଲୋକ ପାଞ୍ଚ ବର୍ଷ ରୋଗମୁକ୍ତ ହୋଇଥିଲେ ଏହା ଆଉଥରେ ହେବା ସମ୍ଭାବନା କମ ।ସନ ୨୦୧୨ରେ ୩୫୨,୦୦୦ ଲୋକଙ୍କୁ ଲିଉକାମିଆ ହୋଇ ୨୬୫,୦୦୦ ମୃତ୍ୟୁ ହୋଇଥିଲା । ପିଲାଙ୍କର କର୍କଟ ମଧ୍ୟରେ ଏହା ଅତି ସାଧାରଣ ଓ ଦୁଇ ତୃତୀୟାଂସ ପିଲା ଏ.ଏଲ.ଏଲ.
ବିନୋଦ କାନୁନଗୋ (୬ ଜୁନ ୧୯୧୨ - ୨୨ ଜୁନ ୧୯୯୦) କଟକ ଜିଲ୍ଲାର କିଶନନଗର ଥାନାର ମଲୀପୁର ଗ୍ରାମରେ ଜନ୍ମିତ ପ୍ରସିଦ୍ଧ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଅା ଭାଷାର ବିଶ୍ୱକର୍ମା। ବୃହତ୍ ଓଡ଼ିଆ ଜ୍ଞାନକୋଷ ଜ୍ଞାନମଣ୍ଡଳର ସେ ହେଉଛନ୍ତି ମୂଳ ପ୍ରଣେତା। ଶିଶୁ ଓ କିଶୋରମାନଙ୍କ ପାଇଁ ବିନୋଦ କାନୁନଗୋଙ୍କ ଲିଖିତ ଶତାଧିକ ପୁସ୍ତକ ରହିଛି । ତାଙ୍କ ସ୍ମୃତିରେ ପ୍ରତିଷ୍ଠିତ ବିନୋଦ କାନୁନଗୋ ଓଡ଼ିଅା-ଭାଷା ଉତ୍କର୍ଷ କେନ୍ଦ୍ର ତୃଣମୂଳ ସ୍ତରରେ ଓଡ଼ିଅା ଭାଷାର ବୃଦ୍ଧି ଓ ବିକାଶର ବାର୍ତ୍ତାକୁ ନେଇ ପହଞ୍ଚାଇବାରେ ଅାଜି ଚେଷ୍ଟିତ।
ଏଚ.ଆଇ.ଭି. (ହ୍ୟୁମ୍ୟାନ ଇମ୍ୟୁନୋ ଡେଫିସିଏନ୍ସି ଭାଇରସ) ମାନବ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କରିପାରୁଥିବା ଏକ ପ୍ରକାର ଭୁତାଣୁ । ଏହା ଏତେ କ୍ଷୁଦ୍ର ଯେ ଖାଲି ଆଖିରେ ଦେଖାଯାଏ ନାହିଁ । ଏହି ଭୂତାଣୁ ଯୋଗୁଁ ଏଡସ ରୋଗ ହୋଇଥାଏ ।ଏହି ଭୂତାଣୁ ୨ ପ୍ରକାରର । ଯଥା:- ଏଚ.ଆଇ.ଭି. -୧ ଏଚ.ଆଇ.ଭି -୨ । ଏଡସ୍ ହେଉଛି ଆକ୍ୱାର୍ଡ୍ ଇମ୍ୟୁନୋ ଡେଫିସିଏନ୍ସି ସିଣ୍ଡ୍ରୋମ୍ । ଏହାର ଅର୍ଥ ଯଥାକ୍ରମେ ଜଣେ ଅନ୍ୟ ଜଣଙ୍କ ଠାରୁ ଏଚ.ଆଇ.ଭି.
ବଙ୍ଗଳା ଭାଷା ( /bɛnˈɡɔːli/), ଏହାର ଅନ୍ୟନାମ "ବାଂଲା" (UK /ˈbʌŋlə/; বাংলা) ନାମରେ ମଧ୍ୟ ପରିଚିତ) ଏକ ଇଣ୍ଡୋ-ଆର୍ଯ୍ୟଗୋଷ୍ଠୀ ଭାଷା । ଏହା ପ୍ରାଥମିକ ଭାବେ ବଙ୍ଗାଳୀମାନଙ୍କଦ୍ୱାରା ଭାରତୀୟ ଉପମହାଦେଶରେ କଥିତ । ଏହା ବଙ୍ଗଳାଦେଶର ଉଭୟ ସରକାରୀ ଏବଂ ସର୍ବାଧିକ କଥିତ ଭାଷା ଏବଂ ହିନ୍ଦୀ ପରେ ଭାରତର ୨୨ଗୋଟି ସରକାରୀ ଭାଷା ମଧ୍ୟରୁ ଦ୍ୱିତୀୟ ବହୁଳ କଥିତ ଭାଷା ।
ଆରବୀ ଶବ୍ଦ ରମଜାନର ଆକ୍ଷରିକ ଅର୍ଥ ହେଲା ଜଳିଯିବା (ଯେଉଁ ମାସରେ ଧର୍ମ କର୍ମଦ୍ୱାରା ପାପରାଶି ଜଳିଯାଏ)। ଇସଲାମ ଧର୍ମର ହିଜରୀ କ୍ୟାଲେଣ୍ଡର ଅନୁସାରେ ରମଜାନ ମାସ ହେଉଛି ବର୍ଷର ନବମ ମାସ। ଏହା ସାବାନର ପରବର୍ତ୍ତୀ ଓ ସବାଲ୍ର ପୂର୍ବବର୍ତ୍ତୀ ମାସ। ଇସଲାମୀୟ ପରମ୍ପରା ଅନୁସାରେ ଏହି ରମଜାନ ମାସ ହିନ୍ଦୁମାନଙ୍କ କାର୍ତ୍ତିକ ମାସ ଭଳି ସବୁଠାରୁ ପୂଣ୍ୟ ଓ ପବିତ୍ର ମାସ।
ଜ୍ୱର, (ଇଂରାଜୀ ଭାଷାରେ ଫିଭର ବା ପାଇରେକଶିଆ ଯଥାକ୍ରମେ Fever ବା pyrexia), ରୋଗର ସଂଜ୍ଞା: ଦେହର ଉତ୍ତାପ ସାଧାରଣ ତାପମାନରୁ ବୃଦ୍ଧି ପାଇଲେ ଜ୍ୱର ନାମ ଦିଆଯାଏ । ଶରୀରର ସାଧାରଣ ତାପମାନର ସର୍ବାଧିକ ମାନ ଉପରେ ମତୈକ୍ୟ ନାହିଁ ଓ ଏହାକୁ ୩୭.୫ରୁ ୩୮.୩ ସେ (୯୯.୫ରୁ ୧୦୦.୯) ମଧ୍ୟରେ ଧରାଯାଏ । ନିର୍ଦ୍ଧାରିତ ତାପମାତ୍ରାରୁ ଉତ୍ତାପ ଅଧିକ ହେଲେ ମାଂସପେଶୀ ସଂକୋଚନ ଅଧିକ ହୋଇ ଶୀତ ଅନୁଭବ ହୁଏ । ଏହାଦ୍ୱାରା ଅଧିକ ଉତ୍ତାପ ସୃଷ୍ଟି ହୁଏ ଓ ଉତ୍ତାପ ସଂରକ୍ଷଣ ଚେଷ୍ଟା ହୁଏ । ବର୍ଦ୍ଧିତ ଉତ୍ତାପ କମିବାକୁ ଆରମ୍ଭ ହେଲେ ଦେହକୁ ଉଷୁମ ଲାଗେ, ଲାଲ ଦେଖାଯାଏ ଝାଳ ବାହାରେ । କ୍ୱଚିତ ଜ୍ୱରଦ୍ୱାରା ଜ୍ୱରବାତ ସୃଷ୍ଟି ହୁଏ । ଏହା ଯୁବପିଲାଙ୍କର ଅଧିକ ହୁଏ । ସ୍ୱାଭାବିକ ଭାବେ ଜ୍ୱର ୪୧ରୁ ୪୨ °ସେ (୧୦୫.୮ରୁ ୧୦୭.୬ ଫା)ରୁ ଅଧିକ ହୁଏ ନାହିଁ । ଅନେକ ମେଡ଼ିସିନ ସମ୍ପର୍କୀୟ ରୋଗରେ ଜ୍ୱର ହୁଏ ଓ ଏହା ଆଦୌ ସମସ୍ୟା ନ କରି ପାରେ ବା ଗମ୍ଭୀର ସମସ୍ୟା ସୃଷ୍ଟି କରିପାରେ । ଏହା ଭୂତାଣୁ, ଜୀବାଣୁ, ପରଜୀବୀ, ମୂତ୍ରନଳୀ ସଂକ୍ରମଣ ଯେପରିକି ସାଧାରଣ ଥଣ୍ଡା, ମେନିଞ୍ଜାଇଟିସ, ମ୍ୟାଲେରିଆ ଓ ଆପେଣ୍ଡିସାଇଟିସ ରୋଗ ଯୋଗୁ ହୁଏ । ସଂକ୍ରମଣ ବିହୀନ ରୋଗ ମଧ୍ୟରେ ଭାସ୍କୁଲାଇଟିସ, ଗଭୀର ଶିରା ଥ୍ରୋମ୍ବୋସିସ, ଔଷଧ ପ୍ରତିକ୍ରିୟା ଓ କର୍କଟ ଅନ୍ୟତମ । ଜ୍ୱର ଓ ହାଇପରଥରମିଆ ପୃଥକ ଅଟେ, ହାଇପରଥର୍ମିଆ ରୋଗରେ ଅତ୍ୟଧିକ ଉତ୍ତାପ ସୃଷ୍ଟି ହୁଏ ବା ଉତ୍ତାପ ହ୍ରାସ ନିୟନ୍ତ୍ରଣ ହୋଇପାରେ ନାହିଁ । ସାମାନ୍ୟ ଉତ୍ତାପ ବୃଦ୍ଧି ନିମନ୍ତେ ଚିକିତ୍ସା ଆବଶ୍ୟକ ନୁହେଁ । କିନ୍ତୁ ଚିକିତ୍ସା କଲେ ରୋଗୀକୁ ଆରାମ ଲାଗେ ଓ ବିଶ୍ରାମ ମିଳେ । କପାଳ ଉପରେ ଥଣ୍ଡା ଓଦା କପଡ଼ା ରଖିଲେ ଓ ଉଷୁମ ପାଣିରେ ସ୍ନାନ କଲେ ଉପକାର ମିଳେ । ଆଇବୁପ୍ରୋଫେନ ବା ପାରାସେଟାମଲ ଔଷଧ ଦେଲେ ଉତ୍ତାପ କମିଯାଏ । ତିନି ମାସରୁ କମ ବଯସର ଶିଶୁକୁ ଜ୍ୱର ହେଲେ ଡାକ୍ତରୀ ପରୀକ୍ଷା ଆବଶ୍ୟକ । ହାଇପରଥର୍ମିଆ ହେଲେ ଚିକିତ୍ସା ଆବଶ୍ୟକ ହୁଏ । ଜ୍ୱର ଏକ ଅତି ସାଧାରଣ ଡାକ୍ତରୀ ଚିହ୍ନ । ପରାମର୍ଶ ନିମନ୍ତେ ଆସୁଥିବା ଶିଶୁଙ୍କ ମଧ୍ୟରୁ ୩୦ % ଏହା ଯୋଗୁ ଆସନ୍ତି, ଗମ୍ଭୀର ଅସୁସ୍ଥ ଥିବା ଲୋକଙ୍କ ମଧ୍ୟରୁ ୭୫ % ଏହା ଯୋଗୁ ହୁଏ । ଜ୍ୱର ଏକ ପ୍ରତିରକ୍ଷାକାରୀ କ୍ରିୟା ହେଲେ ମଧ୍ୟ ଏହାର ଚିକିତ୍ସା କଲେ ଅବସ୍ଥା ଖରାପ ହୁଏ ନାହିଁ । ପିତାମାତା ଜ୍ୱରକୁ ଆବଶ୍ୟକତାଠାରୁ ଅଧିକ ଗମ୍ଭୀରତାର ସହ ଚିନ୍ତା କରନ୍ତି ଯାହାକୁ ଇଂରାଜୀ ଭାଷାରେ ଫିଭର ଫୋଭିଆ ବା “ଅହେତୁକ ଜ୍ୱର ଭୟ” କୁହାଯାଏ ।
ଆଜନ୍ମ ତୃଟି ବା ଜନ୍ମ ଦୋଷ ବା ଜନ୍ମଗତ ଅକ୍ଷମତା (ଇଂରାଜୀ ଭାଷାରେ birth defect, also known as a congenital disorder) ଏକ ରୋଗ ଯେଉଁଥିରେ ଯେଉଁ କାରଣରୁ ହେଉନା କାହିଁକି ଜନ୍ମରୁ ତୃଟି ଥାଏ । ଏହି ତୃଟି ଶାରୀରିକ ଅକ୍ଷମତା (Physical disability), ବୌଦ୍ଧିକ ଅକ୍ଷମତା (intellectual disability) ବା ବିକାଶ ଅକ୍ଷମତା (developmental disability) ହୋଇପାରେ । ଅକ୍ଷମତା ସାମାନ୍ୟରୁ ସାଂଘାତିକ ପର୍ଯ୍ୟନ୍ତ ହୋଇପାରେ । ଜନ୍ମ ଦୋଷ ଦୁଇ ପ୍ରକାର ଥାଏ ଯଥା:- ଗଠନ ମୂଳକ ଦୋଷ ଯେଉଁଥିରେ ଦେହର ଆକାର ସମସ୍ୟା ଥାଏ ଓ କାର୍ଯ୍ୟକାରୀ ଦୋଷ (functional disorder) ଯେଉଁଥିରେ ଦେହର ଅଂଶ କାମ କରିବାରେ ସମସ୍ୟା ଦେଖାଯାଏ । କାର୍ଯ୍ୟକାରୀ ଦୋଷ ମଧ୍ୟରେ ମେଟାବୋଲିକ ରୋଗ (metabolic) ଓ ଅବକ୍ଷୟ (degenerative disorders) ରୋଗ ଥାଏ । କେତେକ ରୋଗୀଙ୍କର ଉଭୟ ଗଠନ ମୂଳକ ଓ କାର୍ଯ୍ୟକାରୀ ଦୋଷ ଥାଏ ।ଆଜନ୍ମ ତୃଟି ହେବାର କାରଣ ମଧ୍ୟରେ ଜେନେଟିକ (genetic) ବା କ୍ରୋମୋଜୋମ ରୋଗ (chromosomal disorders), କେତେକ ଔଷଧ ବା ରାସାୟନିକ ଦ୍ରବ୍ୟ ସଂସ୍ପର୍ଶ ବା କେତେକ ଗର୍ଭାବସ୍ଥାର ସଂକ୍ରମଣ (infections during pregnancy) ଦାୟୀ ହୁଅନ୍ତି । ଫଲିକ ଏସିଡ (folic acid) ଅଭାବ, ମଦ୍ୟାପାନ (alcohol) ବା ଧୂମ୍ରପାନ (smoking), ଅଣନିୟନ୍ତ୍ରିତ ମଧୁମେହ, ୩୫ ବର୍ଷ ବୟସ ପରେ ମାଆ ହେବାରେ ଏହି ସଙ୍କଟ ସୃଷ୍ଟି ହୁଏ । କେତେକ କେଶ୍ରେ ଏକାଧିକ ସଙ୍କଟ କାରକ ଥିବା ଦେଖାଯାଏ । ଏହି ରୋଗ ଜନ୍ମରୁ ଦେଇପାରେ ବା ନବଜାତ ସ୍କ୍ରିନିଙ୍ଗ ପରୀକ୍ଷା (screening tests) କରି ନିର୍ଣ୍ଣୟ କରାଯାଏ । ପ୍ରାକ ପ୍ରସବ କାଳରେ ଅନେକ ତୃଟି ପ୍ରିନାଟାଲ ଟେଷ୍ଟଦ୍ୱାରା (prenatal tests) ଚିହ୍ନଟ ହୋଇପାରିବ ।ତୃଟି ଅନୁସାରେ ଚିକିତ୍ସା କରାଯାଏ । ଆବଶ୍ୟକାତ ଅନୁଯାୟୀ ଥେରାପି (Therapy), ଔଷଧ, ଅପରେଶନ, ଆସିସ୍ଟିଭ ଟେକନୋଲୋଜି (assistive technology କରାଯାଏ । ସନ ୨୦୧୫ରେ ପ୍ରାୟ ୯୬ ନିୟୁତ ଲୋକଙ୍କର ଜନ୍ମ ତୃଟି ଥିଲା । କେବଳ ଯୁକ୍ତରାଷ୍ଟ୍ର ଆମେରିକାରେ ୩% ନବଜାତ ଶିଶୁଙ୍କଠାରେ ଏହା ଦେଖାଯାଏ । ଏହି ଚିହ୍ନଟ ଫଳରେ ସନ ୧୯୯୦ରେ ୭୫୧,୦୦୦ ମୃତ୍ୟୁ ହୋଇଥିବା ସ୍ଥଳେ ସନ ୨୦୧୫ରେ ଏହା କମିଯାଏ ୬୨୮,୦୦୦ ମୃତ୍ୟୁ ହୋଇଛି । ସର୍ବାଧିକ ମୃତ୍ୟୁ ଜନ୍ମଗତ ହୃତ୍ପିଣ୍ଡ ରୋଗ (congenital heart disease, ୩୦୩,୦୦୦), ତା'ପରେ ନିଉରାଲ ଟ୍ୟୁବ ତୃଟି (neural tube defects, ୬୫,୦୦୦) ଯୋଗୁ ହୁଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।