ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ଆକାଶ ନନ୍ଦ

    ଆକାଶ ନନ୍ଦ

    82 ପଠିତ (↑70 ଗତକାଲିଠାରୁ)12,11,12, 82

    3+ ଦିନ ଷ୍ଟ୍ରିକ

    🔍 🗞️
  2. 2

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    73 ପଠିତ (↑33 ଗତକାଲିଠାରୁ)21,35,40, 73

    3+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    70 ପଠିତ (↑26 ଗତକାଲିଠାରୁ)41,35,44, 70

    3+ ଦିନ ଷ୍ଟ୍ରିକ

    🔍 🗞️
  4. 4

    ପ୍ରମୋଦ ଭଗତ

    ପ୍ରମୋଦ ଭଗତ

    ପ୍ରମୋଦ ଭଗତ (ଜନ୍ମ: ୪ ଜୁନ ୧୯୮୮), ପଦ୍ମଶ୍ରୀ ଏବଂ ଅର୍ଜୁନ ପୁରସ୍କାର ସମ୍ମାନିତ ଜଣେ ଓଡ଼ିଆ ପାରା-ବ୍ୟାଡମିଣ୍ଟନ ଖେଳାଳି । ଜଣେ ଭିନ୍ନକ୍ଷମ କ୍ରୀଡ଼ାବିତ ଭାବରେ ଅର୍ଜୁନ ପୁରସ୍କାର ଲାଭ କରିବାରେ ସେ ପ୍ରଥମ ଓଡ଼ିଆ ଖେଳାଳି । ୨୦୨୦ ଟୋକିଓ ପାରା-ଅଲିମ୍ପିକ୍ସର ଏକଳ ପ୍ରତିଯୋଗିତାରେ ସେ ସ୍ୱର୍ଣ୍ଣପଦକ ହାସଲ କରିଥିଲେ ।

    57 ପଠିତ (↑3 ଗତକାଲିଠାରୁ)0,39,54, 57

    3 ଦିନ ଷ୍ଟ୍ରିକ

    🔍 🗞️
  5. 5

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    54 ପଠିତ (↑29 ଗତକାଲିଠାରୁ)35,37,25, 54

    3+ ଦିନ ଷ୍ଟ୍ରିକ

    🔍 🗞️
  6. 6

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    Odia

    47 ପଠିତ (↓3 ଗତକାଲିଠାରୁ)33,29,50, 47

    3+ ଦିନ ଷ୍ଟ୍ରିକ

    🔍 🗞️
  7. 7

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    44 ପଠିତ (↓3 ଗତକାଲିଠାରୁ)0,26,47, 44

    3 ଦିନ ଷ୍ଟ୍ରିକ

    🔍 🗞️
  8. 8

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    37 ପଠିତ (↑17 ଗତକାଲିଠାରୁ)22,17,20, 37

    3+ ଦିନ ଷ୍ଟ୍ରିକ

    🔍 🗞️
  9. 9

    ରାଧାଷ୍ଟମୀ

    ରାଧାଷ୍ଟମୀ

    ପୁରୁଷୋତ୍ତମ ଶ୍ରୀକୃଷ୍ଣଙ୍କର ଦକ୍ଷିଣ ଅଂଶରୁ ଶ୍ରୀରାଧାଙ୍କର ଉତ୍ପତ୍ତି I ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ‘ଜନ୍ମାଷ୍ଟମୀ’ ବା ‘ହରିଜନ୍ମ ’ ଇତ୍ୟାଦି ନାମରେ ଆମେ ପାଳନ କରୁ ଥାଇଁ I ବୈଷ୍ଣବମାନେ ଶ୍ରୀରାଧାଙ୍କର ଜନ୍ମତିଥିକୁ ‘ ରାଧାଷ୍ଟମୀ ’ ଭାବେ ପାଳନ କରନ୍ତି I ସେମାନଙ୍କ ମତରେ କୃଷ୍ଣଭକ୍ତି ପ୍ରାପ୍ତିର ମାଧ୍ୟମ ଶ୍ରୀରାଧାଙ୍କ ସ୍ତୁତି ଓ ପୂଜନ I

    35 ପଠିତ (↑26 ଗତକାଲିଠାରୁ)7,0,9, 35

    2 ଦିନ ଷ୍ଟ୍ରିକ

    🔍 🗞️
  10. 10

    ନୂଆଖାଇ

    ନୂଆଖାଇ

    ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।

    31 ପଠିତ (↓9 ଗତକାଲିଠାରୁ)613,78,40, 31

    3+ ଦିନ ଷ୍ଟ୍ରିକ

    🔍 🗞️
  11. 11

    ରମାକାନ୍ତ ରଥ

    ରମାକାନ୍ତ ରଥ

    ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।

    28 ପଠିତ (↑18 ଗତକାଲିଠାରୁ)0,11,10, 28

    3 ଦିନ ଷ୍ଟ୍ରିକ

    🔍 🗞️
  12. 12

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    25 ପଠିତ (↑4 ଗତକାଲିଠାରୁ)17,9,21, 25

    3+ ଦିନ ଷ୍ଟ୍ରିକ

    🔍 🗞️
  13. 13

    ଯଶୋବନ୍ତ ଦାସ

    ଯଶୋବନ୍ତ ଦାସ

    ଯଶୋବନ୍ତ ଦାସ ଓଡ଼ିଶାରେ ଜନ୍ମିତ ଜଣେ ସାଧକ ଓ ଭକ୍ତକବି ଥିଲେ । ଯଶୋବନ୍ତ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ ଭିତରୁ ଜଣେ । ସେ ଅନେକ ଗ୍ରନ୍ଥ, ଭଜନ, ମାଳିକା ଓ ପଦ୍ୟ ରଚନା କରିଥିଲେ । ତାଙ୍କ ରଚନାମାନଙ୍କ ଭିତରୁ ଅଧିକାଂଶ ମୁଦ୍ରିତ ହୋଇନାହିଁ ।

    25 ପଠିତ (↑17 ଗତକାଲିଠାରୁ)0,10,8, 25

    3 ଦିନ ଷ୍ଟ୍ରିକ

    🔍 🗞️
  14. 14

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    25 ପଠିତ (↑25 ଗତକାଲିଠାରୁ)19,18,0, 25

    1 ଦିନ ଷ୍ଟ୍ରିକ

    🔍 🗞️
  15. 15

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    22 ପଠିତ (↑2 ଗତକାଲିଠାରୁ)19,16,20, 22

    3+ ଦିନ ଷ୍ଟ୍ରିକ

    🔍 🗞️
  16. 16

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    21 ପଠିତ (↑6 ଗତକାଲିଠାରୁ)10,11,15, 21

    3+ ଦିନ ଷ୍ଟ୍ରିକ

    🔍 🗞️
  17. 17

    ଇରା ମହାନ୍ତି

    ଇରା ମହାନ୍ତି

    ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍‌ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍‌ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍‌ବୁଲ୍‌ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।

    21 ପଠିତ (↑6 ଗତକାଲିଠାରୁ)30,20,15, 21

    3+ ଦିନ ଷ୍ଟ୍ରିକ

    🔍 🗞️
  18. 18

    ବାଜି ରାଉତ

    ବାଜି ରାଉତ

    ବାଜି ରାଉତ (୧୯୨୫-୧୯୩୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ । ସେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ନୀଳକଣ୍ଠପୁର ଗାଆଁରେ ଜନ୍ମ ନେଇଥିଲେ ।

    20 ପଠିତ (↑20 ଗତକାଲିଠାରୁ)0,0,0, 20

    1 ଦିନ ଷ୍ଟ୍ରିକ

    🔍 🗞️
  19. 19

    ରାଧା

    ରାଧା

    ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।

    20 ପଠିତ (↑20 ଗତକାଲିଠାରୁ)6,0,0, 20

    1 ଦିନ ଷ୍ଟ୍ରିକ

    🔍 🗞️
  20. 20

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    20 ପଠିତ (↓12 ଗତକାଲିଠାରୁ)34,15,32, 20

    3+ ଦିନ ଷ୍ଟ୍ରିକ

    🔍 🗞️
  21. 21

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    20 ପଠିତ (↓1 ଗତକାଲିଠାରୁ)16,16,21, 20

    3+ ଦିନ ଷ୍ଟ୍ରିକ

    🔍 🗞️
  22. 22

    ଶକ୍ତି ଜଗଦେବ

    ଶକ୍ତି ଜଗଦେବ

    ଶକ୍ତି ଜଗଦେବ ଜଣେ ଭାରତୀୟ କଥାଚିତ୍ର ପ୍ରଯୋଜକ, ଯିଏକି ମୁଖ୍ୟତଃ ଓଡ଼ିଆ କଥାଚିତ୍ର ଜଗତରେ କାମ କରନ୍ତି । ସେ କଥାଚିତ୍ର ପ୍ରଯୋଜନା ସଂସ୍ଥା ଆଦ୍ୟା ଜଗଦେବ ଫିଲ୍ମସ୍‌ର ପ୍ରତିଷ୍ଠାତା ତଥା ନିର୍ଦ୍ଦେଶକ । ୨୦୨୩ ମସିହାରେ ମୁକ୍ତିଲାଭ କରିଥିବା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରପ୍ରାପ୍ତ ଓଡ଼ିଆ କଥାଚିତ୍ର ଫାଲଗୁନ ଚୈତ୍ର ଜରିଆରେ ସେ ପ୍ରଯୋଜକ ଭାବେ କାମ କରିବା ଆରମ୍ଭ କରିଥିଲେ ।

    19 ପଠିତ (↑19 ଗତକାଲିଠାରୁ)0,0,0, 19

    1 ଦିନ ଷ୍ଟ୍ରିକ

    🔍 🗞️
  23. 23

    ରାମାନନ୍ଦ ରାୟ

    ରାମାନନ୍ଦ ରାୟ

    ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଳକ ଅନ୍ତର୍ଗତ ବେଣ୍ଟପୁର ଗାଁରେ ରାମାନନ୍ଦ ରାୟ ଜନ୍ମଗ୍ରହଣ କରିଥିଲେ । ଭବାନନ୍ଦ ପଟ୍ଟନାୟକଙ୍କ ୫ପୁଅଙ୍କ ମଧ୍ୟରୁ ପ୍ରଥମ ପୁଅ ରାମାନନ୍ଦ ଉତ୍କଳ ସମ୍ରାଟ ପ୍ରତାପରୁଦ୍ର ଦେବଙ୍କ ପ୍ରଶାସକ ଭାବେ ରାଜମହେନ୍ଦ୍ରୀ (ବିଦ୍ୟାନଗରୀ)ରେ ପ୍ରତିନିଧିତ୍ୱ କରୁଥିଲେ । ଓଡ଼ିଆ ଭାଷାର ପ୍ରଥମ ମହିଳା କବି

    18 ପଠିତ (↑18 ଗତକାଲିଠାରୁ)0,0,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  24. 24

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    17 ପଠିତ (↓2 ଗତକାଲିଠାରୁ)18,16,19, 17

    3+ ଦିନ ଷ୍ଟ୍ରିକ

    🔍 🗞️
  25. 25

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    17 ପଠିତ (↑6 ଗତକାଲିଠାରୁ)19,8,11, 17

    3+ ଦିନ ଷ୍ଟ୍ରିକ

    🔍 🗞️
  26. 26

    ଧର୍ମପଦ

    ଧର୍ମପଦ

    ଧର୍ମପଦ, କୋଣାର୍କ ମନ୍ଦିରର ମୁଣ୍ଡି ମାରି ପ୍ରାଣ ବଳି ଦେଇଥିଲେ । ସେ ଓଡ଼ିଆ ସ୍ଥପତି ବିଶୁ ମହାରଣାଙ୍କ ପୁତ୍ର ଥିଲେ । ଯେତେବେଳେ ରାଜା ନରସିଂହ ଦେବ କୋଣାର୍କ ମନ୍ଦିର ନିର୍ମାଣ ପାଇଁ ୧୨୦୦ କାରିଗରଙ୍କୁ ନେଇ ମନ୍ଦିର ନିର୍ମାଣ କଲେ, ମନ୍ଦିରର ଶୃଙ୍ଗ ପର୍ଯ୍ୟନ୍ତ କାମ ସରିଗଲା ପରେ ତାହାର ମୁଣ୍ଡି ମାରିବା କମ କେହି କରିପାରିଲେନି । ମନ୍ଦିର ଅସମ୍ପୂର୍ଣ ହେଇ ରହିଯିବାର ଆଶଙ୍କା ସୃଷ୍ଟି ହେଲା । ସେତେବେଳେ ମୁଖ୍ୟ ସ୍ଥପତି ବିଶୁ ମହାରଣାଙ୍କ ୧୨ ବର୍ଷର ପୁଅ ଧର୍ମପଦ ନିଜେ ମନ୍ଦିର ଉପରକୁ ଚଢି ନିଜର ବୁଦ୍ଧି ବଳରେ ମନ୍ଦିରର ମୁଣ୍ଡି ମାରିବାରେ ସଫଳ ହେଲେ ଓ ସେଇ କଥାକୁ ଗୋପନ ରଖିବାକୁ ସାଗରକୁ ଲମ୍ଫ ପ୍ରଦାନ କରି ନିଜର ପ୍ରାଣବଳି ଦେଲେ ।

    16 ପଠିତ (↑16 ଗତକାଲିଠାରୁ)0,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  27. 27

    ଲିଙ୍ଗରାଜ ମନ୍ଦିର

    ଲିଙ୍ଗରାଜ ମନ୍ଦିର

    ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।

    16 ପଠିତ (↑16 ଗତକାଲିଠାରୁ)0,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  28. 28

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    16 ପଠିତ (↑9 ଗତକାଲିଠାରୁ)17,16,7, 16

    3+ ଦିନ ଷ୍ଟ୍ରିକ

    🔍 🗞️
  29. 29

    ଅଚ୍ୟୁତାନନ୍ଦ ଦାସ

    ଅଚ୍ୟୁତାନନ୍ଦ ଦାସ

    ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।

    16 ପଠିତ (↑16 ଗତକାଲିଠାରୁ)9,7,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  30. 30

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    16 ପଠିତ (↑1 ଗତକାଲିଠାରୁ)13,16,15, 16

    3+ ଦିନ ଷ୍ଟ୍ରିକ

    🔍 🗞️
  31. 31

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    16 ପଠିତ (↓2 ଗତକାଲିଠାରୁ)20,13,18, 16

    3+ ଦିନ ଷ୍ଟ୍ରିକ

    🔍 🗞️
  32. 32

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    15 ପଠିତ (0 ଗତକାଲିଠାରୁ)0,0,15, 15

    2 ଦିନ ଷ୍ଟ୍ରିକ

    🔍 🗞️
  33. 33

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    15 ପଠିତ (↓1 ଗତକାଲିଠାରୁ)18,14,16, 15

    3+ ଦିନ ଷ୍ଟ୍ରିକ

    🔍 🗞️
  34. 34

    କେଶବ କୋଇଲି

    କେଶବ କୋଇଲି

    କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚ‍ଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚ‍ଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।

    15 ପଠିତ (↓1 ଗତକାଲିଠାରୁ)0,8,16, 15

    3 ଦିନ ଷ୍ଟ୍ରିକ

    🔍 🗞️
  35. 35

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ ।

    15 ପଠିତ (↑5 ଗତକାଲିଠାରୁ)11,10,10, 15

    3+ ଦିନ ଷ୍ଟ୍ରିକ

    🔍 🗞️
  36. 36

    ଭାରତ

    ଭାରତ

    ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

    15 ପଠିତ (↑5 ଗତକାଲିଠାରୁ)8,12,10, 15

    3+ ଦିନ ଷ୍ଟ୍ରିକ

    🔍 🗞️
  37. 37

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    14 ପଠିତ (↓1 ଗତକାଲିଠାରୁ)8,12,15, 14

    3+ ଦିନ ଷ୍ଟ୍ରିକ

    🔍 🗞️
  38. 38

    ଶିଶୁ ଅନନ୍ତ ଦାସ

    ଶିଶୁ ଅନନ୍ତ ଦାସ

    ଶିଶୁ ଅନନ୍ତ ଦାସ (ଜନ୍ମନାମ ଅନନ୍ତ ଦାସ) ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଓ ଭକ୍ତକବି ଥିଲେ ଓ ଓଡ଼ିଆରେ ପୁରାଣ ରଚନା କରିବାରେ ଅନ୍ୟତମ ଥିଲେ । ସେ ଅନେକ ଭକ୍ତି କବିତା ରଚନା କରିଥିଲେ ।

    14 ପଠିତ (↑3 ଗତକାଲିଠାରୁ)0,0,11, 14

    2 ଦିନ ଷ୍ଟ୍ରିକ

    🔍 🗞️
  39. 39

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    13 ପଠିତ (0 ଗତକାଲିଠାରୁ)7,0,13, 13

    2 ଦିନ ଷ୍ଟ୍ରିକ

    🔍 🗞️
  40. 40

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    13 ପଠିତ (↑2 ଗତକାଲିଠାରୁ)9,0,11, 13

    2 ଦିନ ଷ୍ଟ୍ରିକ

    🔍 🗞️
  41. 41

    ଅଭିମନ୍ୟୁ ସାମନ୍ତସିଂହାର

    ଅଭିମନ୍ୟୁ ସାମନ୍ତସିଂହାର

    ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।

    13 ପଠିତ (↓20 ଗତକାଲିଠାରୁ)8,13,33, 13

    3+ ଦିନ ଷ୍ଟ୍ରିକ

    🔍 🗞️
  42. 42

    ବଳରାମ ଦାସ

    ବଳରାମ ଦାସ

    ବଳରାମ ଦାସ ପଞ୍ଚଦଶ ଶତାବ୍ଦୀର ଓଡ଼ିଆ ସନ୍ଥକବି ଓ ପଞ୍ଚସଖାଙ୍କ ମଧ୍ୟରୁ ଜ୍ୟେଷ୍ଠ । ସେ ଓଡ଼ିଆରେ ଅନେକ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିଛନ୍ତି । ଦାଣ୍ଡି ବା ଜଗମୋହନ ରାମାୟଣ ଓ ଲକ୍ଷ୍ମୀ ପୁରାଣ ତହିଁ ମଧ୍ୟରୁ ଅନ୍ୟତମ ।

    13 ପଠିତ (↑5 ଗତକାଲିଠାରୁ)6,7,8, 13

    3+ ଦିନ ଷ୍ଟ୍ରିକ

    🔍 🗞️
  43. 43

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    13 ପଠିତ (↓4 ଗତକାଲିଠାରୁ)7,0,17, 13

    2 ଦିନ ଷ୍ଟ୍ରିକ

    🔍 🗞️
  44. 44

    ବୈଦେହୀଶ ବିଳାସ

    ବୈଦେହୀଶ ବିଳାସ

    ବୈଦେହୀଶ ବିଳାସ ଉପେନ୍ଦ୍ର ଭଞ୍ଜଙ୍କ ବିରଚିତ ଏକ ଛାନ୍ଦକାବ୍ୟ | ଓଡ଼ିଆ ସାହିତ୍ୟର ଶ୍ରେଷ୍ଠ କାବ୍ୟ ମଧ୍ୟରେ ଏହା ଅନ୍ୟତମ | କାବ୍ୟଟି ରାମାୟଣ କଥାବସ୍ତୁ ଆଧାରିତ | ବାବନ ଗୋଟି ଛାନ୍ଦ ବିଶିଷ୍ଟ ଏହି କାବ୍ୟର ପ୍ରତ୍ୟେକ ପାଦ ବ-ଅକ୍ଷରରେ ଆରମ୍ଭ |

    13 ପଠିତ (↑13 ଗତକାଲିଠାରୁ)0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  45. 45

    ବିଶ୍ୱକର୍ମା

    ବିଶ୍ୱକର୍ମା

    ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ୱକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।

    12 ପଠିତ (↓99 ଗତକାଲିଠାରୁ)16,63,111, 12

    3+ ଦିନ ଷ୍ଟ୍ରିକ

    🔍 🗞️
  46. 46

    ପ୍ରଳମ୍ବାସୁରବଧ ବେଶ

    ପ୍ରଳମ୍ବାସୁରବଧ ବେଶ

    ଭାଦ୍ରବ କୃଷ୍ଣ ପକ୍ଷ ଦ୍ୱଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ରଦେବଙ୍କର ପ୍ରଳମ୍ବାସୁରବଧ ବେଶ ଅନୁଷ୍ଠିତ ହୋଇଥାଏ । ଉକ୍ତଦିନ ଶ୍ରୀଜୀଉମାନଙ୍କ ମଧ୍ୟାହ୍ନ ଧୂପ ସମାପ୍ତି ପରେ ଏହି ବେଶ ହୋଇଥାଏ । ପ୍ରଳମ୍ବାସୁର ବଧ ବେଶରେ ଜଗନ୍ନାଥ ଓ ସୁଭଦ୍ରା ସାଧାରଣ ବେଶରେ ବିରାଜମାନ କରିଥାନ୍ତି । କେବଳ ବଳଭଦ୍ରଙ୍କୁ ପ୍ରଳମ୍ବାସୁର ବଧ ବେଶରେ ଭୂଷିତ କରାଯାଏ । ଏକ ବିରାଟକାୟ କାଷ୍ଠ ନିର୍ମିତ ପ୍ରଳମ୍ବାସୁର ମୂର୍ତ୍ତି ରତ୍ନ ସିଂହାସନସ୍ଥ ବଳଭଦ୍ରଙ୍କ ନିମ୍ନଭାଗରେ ସଜାଯାଏ । ସେ ଅସୁରର ସ୍କନ୍ଧ ଏବଂ ଦୁଇ ଭୁଜରେ ବଳଭଦ୍ର ବସିଥିବା ଭଳି ଦୃଶ୍ୟ ଏ ବେଶରୁ ସ୍ପଷ୍ଟ ହୁଏ । ଏହି ବେଶ ଦ୍ୱିପ୍ରହର ଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବା ଯାଏଁ ରହିଥାଏ । ମାଦଳା ପାଞ୍ଜି ଅନୁଯାୟୀ ଏହି ବେଶ ରାଜା ଭୋଜଙ୍କ ରାଜତ୍ୱ ସମୟରେ ଆରମ୍ଭ ହୋଇଥିଲା ।

    12 ପଠିତ (↑12 ଗତକାଲିଠାରୁ)0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  47. 47

    ରଘୁନାଥ ମହାନ୍ତି (ରାଜନୀତିଜ୍ଞ)

    ରଘୁନାଥ ମହାନ୍ତି (ରାଜନୀତିଜ୍ଞ)

    ରଘୁନାଥ ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୯୦, ୧୯୯୫, ୨୦୦୦, ୨୦୦୪ ଓ ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ, ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  48. 48

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    12 ପଠିତ (↑3 ଗତକାଲିଠାରୁ)12,15,9, 12

    3+ ଦିନ ଷ୍ଟ୍ରିକ

    🔍 🗞️
  49. 49

    ଓଡ଼ିଶାର ପଞ୍ଚାୟତ ସମିତି ତାଲିକା

    ଓଡ଼ିଶାର ପଞ୍ଚାୟତ ସମିତି ତାଲିକା

    ଏହା ଓଡ଼ିଶାର ପଞ୍ଚାୟତ ସମିତିମାନଙ୍କ ବାବଦରେ ଏକ ତାଲିକା ପ୍ରଦାନ କରିଥାଏ । ରାଜ୍ୟର ମୋଟ ୩୦ ଗୋଟି ଜିଲ୍ଲାରେ ୬୨୩୬ ଗ୍ରାମପଞ୍ଚାୟତ, ୬୨୩୪ ପଞ୍ଚାୟତ ସମିତି ସଭ୍ୟ, ୮୭, ୫୫୧ ୱାର୍ଡ଼ ସଭ୍ୟ ଓ ୮୫୪ ଜିଲ୍ଲା ପରିଷଦ ପଦବୀ ରହିଛି ।

    12 ପଠିତ (↑12 ଗତକାଲିଠାରୁ)0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  50. 50

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    11 ପଠିତ (↓4 ଗତକାଲିଠାରୁ)0,0,15, 11

    2 ଦିନ ଷ୍ଟ୍ରିକ

    🔍 🗞️
  51. 51

    ବିନୋଦ ଚନ୍ଦ୍ର ନାୟକ

    ବିନୋଦ ଚନ୍ଦ୍ର ନାୟକ

    ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।

    11 ପଠିତ (↑11 ଗତକାଲିଠାରୁ)0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  52. 52

    ହଲକଷ୍ଟ

    ହଲକଷ୍ଟ

    ହଲକଷ୍ଟ ବା ହିବ୍ରୁଭାଷାରେ ଶୋଆଃ (שואה), ହେଉଛି ଦ୍ବିତୀୟ ବିଶ୍ବଯୁଦ୍ଧରେ ୟୁରୋପୀୟ ଇହୁଦିମାନଙ୍କର ଯୋଜନାବଦ୍ଧ ଗଣସଂହାର। ୧୯୪୧ ଓ ୧୯୪୫ ମଧ୍ୟରେ ନାଜି ଜର୍ମାନୀ ଓ ଏହାର ସହାୟକ ରାଷ୍ଟ୍ରମାନେ, ଜର୍ମାନୀ ଅଧିକୃତ ୟୁରୋପରେ କ୍ରମଶଃ ପ୍ରାୟ ୬ ନିୟୁତ ଇହୁଦିଙ୍କ ଯୋଜନାବଦ୍ଧ ଗଣସଂହାର କରିଥିଲା।

    11 ପଠିତ (↑11 ଗତକାଲିଠାରୁ)0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  53. 53

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    11 ପଠିତ (↑2 ଗତକାଲିଠାରୁ)21,43,9, 11

    3+ ଦିନ ଷ୍ଟ୍ରିକ

    🔍 🗞️
  54. 54

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    11 ପଠିତ (↑11 ଗତକାଲିଠାରୁ)12,15,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  55. 55

    ଓଡ଼ିଶା ଉଚ୍ଚ ନ୍ୟାୟାଳୟ

    ଓଡ଼ିଶା ଉଚ୍ଚ ନ୍ୟାୟାଳୟ

    ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଓଡ଼ିଶାର କଟକରେ ଅବସ୍ଥିତ ଏକ ଭାରତୀୟ ରାଜ୍ୟସ୍ତରୀୟ ଉଚ୍ଚନ୍ୟାୟାଳୟ । ଏହା ୧୯୪୮ ଜୁଲାଇ ୨୬ ଦିନ ପ୍ରତିଷ୍ଠିତ ହୋଇଥିଲା । ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମଞ୍ଜୁରିପ୍ରାପ୍ତ ମୋଟ ବିଚାରପତିଙ୍କ ସଂଖ୍ୟା ୨୭ ଥିଲା ଯାହା ପରବର୍ତ୍ତୀ ସମୟରେ ନୋଟିଫିକେସନ ତା ୨।୨।୨୦୨୨ଦ୍ୱାରା ୩୩କୁ ବୃଦ୍ଧି ପାଇଛି ।୨୧ ଜୁଲାଇ ୨୦୨୫ ସୁଦ୍ଧା ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ୨୦ ଜଣ ବିଚାରପତି କର୍ତ୍ତବ୍ୟରତ ।

    11 ପଠିତ (↑11 ଗତକାଲିଠାରୁ)0,11,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  56. 56

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    11 ପଠିତ (↓7 ଗତକାଲିଠାରୁ)0,11,18, 11

    3 ଦିନ ଷ୍ଟ୍ରିକ

    🔍 🗞️
  57. 57

    କଳିଙ୍ଗ, ଭାରତ

    କଳିଙ୍ଗ, ଭାରତ

    କଳିଙ୍ଗ ପୂର୍ବ ଭାରତର ଏକ ଐତିହାସିକ ଭୌଗଳିକ ଓ ରାଜନୈତିକ କ୍ଷେତ୍ର। ଏହା ଉତ୍ତରେ ଗଙ୍ଗାଠାରୁ ଦକ୍ଷିଣରେ ଗୋଦାବରୀ ପର୍ଯ୍ୟନ୍ତ ଏବଂ ପୂର୍ବରେ ମହୋଦଧିଠାରୁ ପଶ୍ଚିମରେ ଅମରକଣ୍ଟକ ପର୍ବତମାଳା ଓ ଦାକ୍ଷିଣାତ୍ୟ ମାଳଭୂମି ପର୍ଯ୍ୟନ୍ତ ବିସ୍ତୃତ। ଏଠାରେ ପରିଶ୍ରମୀ କଳିଙ୍ଗୀୟ (ସାହସିକ) କୋଶଳୀୟ (କୁଶଳୀ) ଓ ଉତ୍କଳୀୟ (ଉତ୍କୃଷ୍ଟ କଳାକାର) ଓଡ୍ର (ଅରୁଆ ଉତ୍ପନ୍ନ କରୁଥିବା) ଲୋକମାନେ ମହାନଦୀ-ବ୍ରାହ୍ମଣୀ-ବୈତରଣୀ ଅବବାହିକାରେ ବୈଦିକ ସଭ୍ୟତାଠାରୁ ଭିନ୍ନ ଏକ ସଭ୍ୟତା କଳିଙ୍ଗ ସଭ୍ୟତାର ନିର୍ମାଣ କରିଥିଲେ। ଏହା ବର୍ତ୍ତମାନ ପଶ୍ଚିମ ବଙ୍ଗର ନୈରୁତ ଅଞ୍ଚଳ, ମହାକାନ୍ତର (ଝାଡଖଣ୍ଡ), ଛେଦିଗଡ (ଛତିଶଗଡ଼), ଆନ୍ଧ୍ର କଳିଙ୍ଗ ଓ ଓଡ଼ିଶାରେ ପରିବ୍ୟାପ୍ତ। ଯବନର ଲେଖକମାନେ ଓଡ୍ରୀୟମାନଙ୍କୁ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରେ ଓରେଟସ୍ ବୋଲି ନାମଦେଇଥିଲେ। ଇତିହାସରେ ଏଥିରେ ଅନେକ ଛୋଟ ବଡ଼ କିନ୍ତୁ ଶକ୍ତିଶାଳୀ ସ୍ୱାଧୀନତା ପ୍ରିୟ ସାମ୍ରାଜ୍ୟମାନ ଗଢିଉଠିଥିଲା। ଶେଷରେ 1568ରେ ଏହି ଅଞ୍ଚଳ ସମ୍ପୁର୍ଣ୍ଣ ଭାବେ ନିଜର ସ୍ୱାଧିନତା ହରାଇଲା।

    10 ପଠିତ (↑10 ଗତକାଲିଠାରୁ)0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  58. 58

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    10 ପଠିତ (↑2 ଗତକାଲିଠାରୁ)10,11,8, 10

    3+ ଦିନ ଷ୍ଟ୍ରିକ

    🔍 🗞️
  59. 59

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    10 ପଠିତ (↑10 ଗତକାଲିଠାରୁ)0,12,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  60. 60

    ମହାତ୍ମା ଗାନ୍ଧୀଙ୍କ ପରିବାର

    ମହାତ୍ମା ଗାନ୍ଧୀଙ୍କ ପରିବାର

    ଗାନ୍ଧୀ ପରିବାର ହେଉଛି ମହାତ୍ମା ଗାନ୍ଧୀଙ୍କ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ପରିବାର । ବ୍ରିଟିଶ ଶାସିତ ଭାରତରେ ଗାନ୍ଧୀ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ଜଣେ ବିଶିଷ୍ଟ ନେତା ଥିଲେ । ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଅନ୍ତିମ ଯାତ୍ରା ସମୟରେ ଭାରତର ପ୍ରଧାନମନ୍ତ୍ରୀ "ବାପୁ" ବା ଜାତିର ପିତା ବୋଲି ସମ୍ବୋଧନ କରିଥିଲେ, ଯାହାକି ପ୍ରଥମେ ସୁଭାଷ ଚନ୍ଦ୍ର ବୋଷଙ୍କଦ୍ୱାରା ୬ ଜୁଲାଇ ୧୯୪୪ରେ ସିଙ୍ଗାପୁର ରେଡ଼ିଓରେ ପ୍ରଥମେ ସମ୍ବୋଧନ କରାଯାଇଥିଲା । ୧୮ ଅପ୍ରେଲ ୧୯୪୭ରେ, ସରୋଜିନୀ ନାଇଡୁ ମଧ୍ୟ ଗାନ୍ଧୀଙ୍କୁ ଜାତିର ପିତା ଆଖ୍ୟା ଦେଇଥିଲେ। ଗାନ୍ଧୀଙ୍କୁ ଭାରତରେ ବାପୁ ମଧ୍ୟ କୁହାଯାଏ । ଭାରତର ଜନସାଧାରଣ ତାଙ୍କୁ ଗାନ୍ଧୀଜି ବୋଲି ସମ୍ବୋଧନ କରନ୍ତି । ୧୯୧୪ ମସିହାରେ ଯେତେବେଳେ ଗାନ୍ଧୀଜି ଦକ୍ଷିଣ ଆଫ୍ରିକାରେ ଥିଲେ, ସେତେବେଳେ ତାଙ୍କୁ ମହତ୍ମା ବୋଲି ସମ୍ବୋଧିତ କରାଯାଇଥିଲା, ଯାହାର ଅର୍ଥ ହେଉଛି ଉଚ୍ଚ ଆତ୍ମା ବା ସମ୍ମାନନୀୟ।

    10 ପଠିତ (↑10 ଗତକାଲିଠାରୁ)0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  61. 61

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର (ଜନ୍ମ ୧୭ ସେପ୍ଟେମ୍ବର ୧୯୩୭) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ କବି ଓ ସାହିତ୍ୟ ସମାଲୋଚକ ।

    10 ପଠିତ (↓46 ଗତକାଲିଠାରୁ)20,13,56, 10

    3+ ଦିନ ଷ୍ଟ୍ରିକ

    🔍 🗞️
  62. 62

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ (୧୧ ଜୁନ ୧୯୧୨-୨୫ ଜୁନ ୧୯୮୭) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ । ୧୯୫୦ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ସପ୍ତଶଯ୍ୟାର ସେ କାହାଣୀ, ଚିତ୍ରନାଟ୍ୟ, ଗୀତ ଓ ସଂଳାପ ରଚନା କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  63. 63

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    10 ପଠିତ (↑1 ଗତକାଲିଠାରୁ)0,13,9, 10

    3 ଦିନ ଷ୍ଟ୍ରିକ

    🔍 🗞️
  64. 64

    ବୀର ସୁରେନ୍ଦ୍ର ସାଏ

    ବୀର ସୁରେନ୍ଦ୍ର ସାଏ

    ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।

    10 ପଠିତ (↑10 ଗତକାଲିଠାରୁ)0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।

    10 ପଠିତ (↑2 ଗତକାଲିଠାରୁ)0,8,8, 10

    3 ଦିନ ଷ୍ଟ୍ରିକ

    🔍 🗞️
  66. 66

    ଯକ୍ଷ୍ମା

    ଯକ୍ଷ୍ମା

    ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସ‌ହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।

    10 ପଠିତ (↓8 ଗତକାଲିଠାରୁ)0,0,18, 10

    2 ଦିନ ଷ୍ଟ୍ରିକ

    🔍 🗞️
  67. 67

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    10 ପଠିତ (↓7 ଗତକାଲିଠାରୁ)0,0,17, 10

    2 ଦିନ ଷ୍ଟ୍ରିକ

    🔍 🗞️
  68. 68

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।

    10 ପଠିତ (↑10 ଗତକାଲିଠାରୁ)0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ତପସ୍ୱିନୀ

    ତପସ୍ୱିନୀ

    ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।

    10 ପଠିତ (↑10 ଗତକାଲିଠାରୁ)0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  70. 70

    ଓଡ଼ିଶା ସରକାର

    ଓଡ଼ିଶା ସରକାର

    ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।

    9 ପଠିତ (↑9 ଗତକାଲିଠାରୁ)0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  71. 71

    ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ

    ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ

    ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।

    9 ପଠିତ (↑9 ଗତକାଲିଠାରୁ)0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  72. 72

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    9 ପଠିତ (↑9 ଗତକାଲିଠାରୁ)14,8,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ବିଜୟ ମିଶ୍ର

    ବିଜୟ ମିଶ୍ର

    ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମ‌ସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  74. 74

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    9 ପଠିତ (↓1 ଗତକାଲିଠାରୁ)26,18,10, 9

    3+ ଦିନ ଷ୍ଟ୍ରିକ

    🔍 🗞️
  75. 75

    ସାରଙ୍ଗଧର ଦାସ

    ସାରଙ୍ଗଧର ଦାସ

    ସାରଙ୍ଗଧର ଦାସ ଓଡ଼ିଶାର ଜଣେ ସମାଜବାଦୀ ନେତା ଥିଲେ ।

    9 ପଠିତ (↓1 ଗତକାଲିଠାରୁ)0,0,10, 9

    2 ଦିନ ଷ୍ଟ୍ରିକ

    🔍 🗞️
  76. 76

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।

    9 ପଠିତ (↑1 ଗତକାଲିଠାରୁ)10,13,8, 9

    3+ ଦିନ ଷ୍ଟ୍ରିକ

    🔍 🗞️
  77. 77

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।

    9 ପଠିତ (↑9 ଗତକାଲିଠାରୁ)13,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    ଉଇକିପିଡ଼ିଆ

    ଉଇକିପିଡ଼ିଆ

    ଉଇକିପିଡ଼ିଆ ( () wik-IH-PEE-DEE-ə or () wik-EE-PEE-DEE-ə; Odia: [uikipiɽiaː] ()) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ ।

    9 ପଠିତ (↑9 ଗତକାଲିଠାରୁ)7,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  79. 79

    ଅନୁ ଚୌଧୁରୀ

    ଅନୁ ଚୌଧୁରୀ

    ଅନୁ ଚୌଧୁରୀ (ଜନ୍ମ, ୩୦ ଅଗଷ୍ଟ ୧୯୭୯) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ୫୦ରୁ ଅଧିକ ଓଡ଼ିଆ ଓ ବଙ୍ଗଳା କଥାଚିତ୍ରରେ କାମ କରିଛନ୍ତି । ପ୍ରଥମେ ବଧୂ ନିରୁପମାରେ ଶିଶୁକଳାକାର ଭାବେ ଓ ପରେ ୧୯୯୯ ମସିହାରେ ମା ଗୋଜବାୟାଣୀ କଥାଚିତ୍ରରେ ଅଭିନେତ୍ରୀ ଭାବେ ସେ ଅଭିନୟ ଆରମ୍ଭ କରିଥିଲେ । ଅନୁ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତରେ ମଧ୍ୟ ଅଭିନୟ କରିଛନ୍ତି ।

    9 ପଠିତ (↓6 ଗତକାଲିଠାରୁ)0,0,15, 9

    2 ଦିନ ଷ୍ଟ୍ରିକ

    🔍 🗞️
  80. 80

    ଛବିଳ ମଧୁ ବର୍ଣ୍ଣବୋଧ

    ଛବିଳ ମଧୁ ବର୍ଣ୍ଣବୋଧ

    ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।

    9 ପଠିତ (↑9 ଗତକାଲିଠାରୁ)0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  81. 81

    ହେମନ୍ତ ଦାସ

    ହେମନ୍ତ ଦାସ

    ହେମନ୍ତ ଦାସ (୧୮ ସେପ୍ଟେମ୍ବର ୧୯୩୩ - ୨୭ ଅପ୍ରେଲ ୨୦୧୦) ଜଣେ ଓଡ଼ିଆ ଅଭିନେତା ଓ ନିର୍ଦ୍ଦେଶକ ଥିଲେ । ଚଳଚ୍ଚିତ୍ର ଅଭିନୟ ପାଇଁ ସେ ୧୯୯୧ ମସିହାରେ ଜୟଦେବ ପୁରସ୍କାର ପାଇଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ଜୈନ ଧର୍ମ

    ଜୈନ ଧର୍ମ

    ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।

    8 ପଠିତ (0 ଗତକାଲିଠାରୁ)0,9,8, 8

    3 ଦିନ ଷ୍ଟ୍ରିକ

    🔍 🗞️
  83. 83

    ଜଗନ୍ନାଥ

    ଜଗନ୍ନାଥ

    8 ପଠିତ (↓5 ଗତକାଲିଠାରୁ)0,11,13, 8

    3 ଦିନ ଷ୍ଟ୍ରିକ

    🔍 🗞️
  84. 84

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ (୨୫ ଅଗଷ୍ଟ ୧୯୧୧ - ୨୧ ଫେବୃଆରୀ, ୨୦୦୦) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଓଡ଼ିଆ କବି ଥିଲେ । ତାଙ୍କର କବିତା ଗୁଡ଼ିକରେ ସ୍ୱଦେଶ ପ୍ରୀତି ଓ ସୌନ୍ଦର୍ଯ୍ୟର ଅନୁଭୂତି ଲକ୍ଷ୍ୟ କରାଯାଇଥାଏ । ସବୁଜ ଗୋଷ୍ଠୀର ସାହିତ୍ୟ ସାଧନା କାଳରେ ଏକକ କବି ଭାବରେ ସେ ପରିଚିତ ଥିଲେ ।

    8 ପଠିତ (↑1 ଗତକାଲିଠାରୁ)0,0,7, 8

    2 ଦିନ ଷ୍ଟ୍ରିକ

    🔍 🗞️
  85. 85

    ନଅଙ୍କ ଦୁର୍ଭିକ୍ଷ

    ନଅଙ୍କ ଦୁର୍ଭିକ୍ଷ

    ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା

    8 ପଠିତ (↑8 ଗତକାଲିଠାରୁ)7,7,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  86. 86

    ପୁଷ୍ଟିସାର

    ପୁଷ୍ଟିସାର

    ଏହି ବିଷୟଟି ପୁଷ୍ଟିସାର (ପୋଷକ) ସମ୍ବନ୍ଧରେ ଲେଖା ହୋଇଛି । ମଲିକ୍ୟୁଲ ସମ୍ପର୍କରେ ଦେଖିବାକୁ ଇଚ୍ଛା କଲେ en: Proteins ଦେଖନ୍ତୁ ।

    8 ପଠିତ (↑8 ଗତକାଲିଠାରୁ)0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  87. 87

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    8 ପଠିତ (↓5 ଗତକାଲିଠାରୁ)23,16,13, 8

    3+ ଦିନ ଷ୍ଟ୍ରିକ

    🔍 🗞️
  88. 88

    ଦୂରଦର୍ଶନ (ପ୍ରସାର ଭାରତୀ)

    ଦୂରଦର୍ଶନ (ପ୍ରସାର ଭାରତୀ)

    ଦୂରଦର୍ଶନ (ସଂକ୍ଷେପରେ ଡିଡି ବା DD) ଭାରତର ସର୍ବସାଧାରଣ ଟେଲିଭିଜନ ପ୍ରସାରଣ ସେବା ଏବଂ ପ୍ରସାର ଭାରତୀର ଏକ ପ୍ରମୁଖ ଅଂଶ। ଏହାର ପରୀକ୍ଷାମୂଳକ ଟେଲିଭିଜନ ପ୍ରସାରଣ ୧୫ ସେପ୍ଟେମ୍ବର ୧୯୫୯ରେ ନୂଆଦିଲ୍ଲୀରୁ ଆରମ୍ଭ ହୋଇଥିଲା। ପରବର୍ତ୍ତୀ ଦଶକଗୁଡ଼ିକରେ ଏହା ଦେଶର ବିଭିନ୍ନ ଅଞ୍ଚଳ ଓ ଭାଷାକୁ ଆବୃତ କରି ଏକ ବ୍ୟାପକ ଟେଲିଭିଜନ ନେଟୱାର୍କରେ ପରିଣତ ହୋଇଥିଲା।

    8 ପଠିତ (↑8 ଗତକାଲିଠାରୁ)0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ବୈକୁଣ୍ଠନାଥ ପଟ୍ଟନାୟକ

    ବୈକୁଣ୍ଠନାଥ ପଟ୍ଟନାୟକ

    ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଗୋଷ୍ଠୀର (ସବୁଜ ଯୁଗ)ର ଜଣେ କବି ଥିଲେ ।

    8 ପଠିତ (↑8 ଗତକାଲିଠାରୁ)9,18,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  90. 90

    ମହାପାତ୍ର ନୀଳମଣି ସାହୁ

    ମହାପାତ୍ର ନୀଳମଣି ସାହୁ

    ମହାପାତ୍ର ନୀଳମଣି ସାହୁ (୨୨ ଡିସେମ୍ବର ୧୯୨୬ - ୨୫ ଜୁନ ୨୦୧୬) ଜଣେ ଓଡ଼ିଆ ସାହିତ୍ୟିକ । ସେ ୧୯୮୪ ମସିହାରେ, ଅଭିଶପ୍ତ ଗନ୍ଧର୍ବ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୭୮ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ୧୯୮୩ ମସିହାରେ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।

    8 ପଠିତ (↑8 ଗତକାଲିଠାରୁ)0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  91. 91

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।

    8 ପଠିତ (↑8 ଗତକାଲିଠାରୁ)0,12,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ମନୋରମା ମହାପାତ୍ର

    ମନୋରମା ମହାପାତ୍ର

    ମନୋରମା ମହାପାତ୍ର (୧୦ ଜୁନ ୧୯୩୪ - ୧୮ ସେପ୍ଟେମ୍ବର ୨୦୨୧), ଜଣେ ଓଡ଼ିଆ ସମାଜସେବୀ, ସାହିତ୍ୟିକ ଓ ସମ୍ପାଦକ ଥିଲେ । ଜଣେ ସାହିତ୍ୟିକ ଭାବରେ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ଶାରଳା ସମ୍ମାନ ଲାଭ କରିଛନ୍ତି । ସମାଜ ଖବରକାଗଜର ସମ୍ପାଦକ ଭାବରେ ସେ ବହୁତ ଦିନ କାମ କରିଥିଲେ । ସେ ଜଣେ ଅର୍ଥନୀତି ଅଧ୍ୟାପକ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି । ସେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ସାହିତ୍ୟ ସମାଜର ପ୍ରଥମ ମହିଳା ସମ୍ପାଦିକା ଥିଲେ ।

    8 ପଠିତ (↑8 ଗତକାଲିଠାରୁ)0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.

    8 ପଠିତ (↑8 ଗତକାଲିଠାରୁ)0,9,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    ପଞ୍ଚସଖା

    ପଞ୍ଚସଖା

    ୧୫ ଓ ୧୬ଶ ଶତାବ୍ଦୀକୁ ପଞ୍ଚସଖା ଯୁଗ କୁହାଯାଏ । ଏହି ଯୁଗରେ ପାଞ୍ଚଜଣ ଭକ୍ତିକବି ଅନନ୍ତ ଦାସ, ଯଶୋବନ୍ତ ଦାସ, ଅଚ୍ୟୁତାନନ୍ଦ ଦାସ, ଜଗନ୍ନାଥ ଦାସ ଓ ବଳରାମ ଦାସଙ୍କୁ ନେଇ ପଞ୍ଚସଖା ଗଠିତ । ଏହି ପାଞ୍ଚଜଣଙ୍କୁ ଚୈତନ୍ୟଙ୍କ ପଞ୍ଚସଖା ମଧ୍ୟ କୁହାଯାଏ ।

    8 ପଠିତ (↑8 ଗତକାଲିଠାରୁ)0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।

    8 ପଠିତ (↑8 ଗତକାଲିଠାରୁ)8,7,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ଆଚାର୍ଯ୍ୟ ହରିହର

    ଆଚାର୍ଯ୍ୟ ହରିହର

    ଆଚାର୍ଯ୍ୟ ହରିହର (୮ ମାର୍ଚ୍ଚ ୧୮୭୯ -୨୧ ଫେବୃଆରୀ ୧୯୭୧) ଓଡ଼ିଶାରେ ଜନ୍ମିତ ଜଣେ ସ୍ୱାଧୀନତା ସଂଗ୍ରାମୀ, ଶିକ୍ଷକ ଓ ସମାଜସେବୀ ଥିଲେ । ସତ୍ୟବାଦୀ ବନବିଦ୍ୟାଳୟର ଶିକ୍ଷକ ରୂପେ ସତ୍ୟବାଦୀର ସାହିତ୍ୟ-କର୍ମରେ ସକ୍ରିୟ ଓ ସଫଳ ଅଂଶଗ୍ରହଣ କରିଥିଲେ । ସେ ଭଗବତ ଗୀତାର ଅନୁବାଦ ଓ ପିଲାଙ୍କ ବ୍ୟାକରଣ ପ୍ରଭୃତି ରଚନା କରିଥିଲେ ।

    8 ପଠିତ (↓2 ଗତକାଲିଠାରୁ)0,8,10, 8

    3 ଦିନ ଷ୍ଟ୍ରିକ

    🔍 🗞️
  97. 97

    ଶ୍ରୀରାମ ପଣ୍ଡା

    ଶ୍ରୀରାମ ପଣ୍ଡା

    ଶ୍ରୀରାମ ପଣ୍ଡା ଜଣେ ଓଡ଼ିଆ ଅଭିନେତା, ନିର୍ଦ୍ଦେଶକ ଓ କାହାଣୀକାର । ସେ ଅଧୁନା ବିହାରର ମୁଙ୍ଗେର ଆଶ୍ରମରେ ଜଣେ ସନ୍ଥ ଭାବରେ ଜୀବନ ଅତିବାହିତ କରୁଛନ୍ତି ।

    8 ପଠିତ (↑8 ଗତକାଲିଠାରୁ)0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  98. 98

    ନଟବର ସାମନ୍ତରାୟ

    ନଟବର ସାମନ୍ତରାୟ

    ନଟବର ସାମନ୍ତରାୟ (୨୩ ଡିସେମ୍ବର ୧୯୧୮ - ୧୭ ଅଗଷ୍ଟ ୨୦୦୦) ଜଣେ ଓଡ଼ିଆ ଲେଖକ ଓ ସାହିତ୍ୟ ସମୀକ୍ଷକ ଥିଲେ । ତାଙ୍କର କେତେକ ଜଣାଶୁଣା ସାହିତ୍ୟ-ଐତିହାସିକ ରଚନାବଳୀଗୁଡ଼ିକ ମଧ୍ୟରୁ ଓଡ଼ିଆ ସାହିତ୍ୟର ଇତିହାସ (୧୮୦୩-୧୯୨୦) , ଆଧୁନିକ ଓଡ଼ିଆ ସାହିତ୍ୟର ଭିତ୍ତିଭୂମି, ଏବଂ ବ୍ୟାସକବି ଫକୀରମୋହନ ଆଦି ପ୍ରମୁଖ । ତାଙ୍କ ସମୀକ୍ଷା ଲିଖନସବୁ ଜଣାଶୁଣା ଓଡ଼ିଆ ଲେଖକ ଫକୀରମୋହନ ସେନାପତି ଓ ରାଧାନାଥ ରାୟ ଆଦିଙ୍କ ରଚନା ଉପରେ ପର୍ଯ୍ୟବସିତ । ତାଙ୍କ ଐତିହାସିକ ଗବେଷଣା ବ୍ରିଟିଶ ଶାସନ କାଳରେ ଉପକୂଳ ଓଡ଼ିଶା ଉପରେ ତାହାର ପ୍ରଭାବକୁ ନେଇ ୧୮୦୩ ମସିହାରୁ ୧୯୨୦ ମସିହା ଭିତରେ ପ୍ରକାଶିତ ପ୍ରମୁଖ ଓଡ଼ିଆ ରଚନାବଳୀ ଏବଂ ତତ୍କାଳୀକ ଆଧୁନିକ ଓଡ଼ିଆ ସାହିତ୍ୟ ଉପରେ ବ୍ରିଟିଶ ଶାସନର ପ୍ରଭାବର ଏକ ସବିଶେଷ ବିଶ୍ଳେଷଣ ।

    8 ପଠିତ (↑8 ଗତକାଲିଠାରୁ)0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ଭର୍ଡେନାଫିଲ

    ଭର୍ଡେନାଫିଲ

    ଭର୍ଡେନାଫିଲ, ଅନ୍ୟମାନଙ୍କ ମଧ୍ୟରେ ଏକ ବେପାର ନାମ ଲେଭିଟ୍ରା, ହେଉଛି ଏକ ଔଷଧ ଯାହା ପୌରୁଷ ଅସାମାର୍ଥ୍ୟ ରୋଗର ଚିକିତ୍ସା ପାଇଁ ବ୍ୟବହୃତ ହୁଏ । ଏହା ପାଟିରେ ଦିଆଯାଏ | ଏହାର ପ୍ରଭାବ ଆରମ୍ଭ ସାଧାରଣତ ୩୦ରୁ ୬୦ ମିନିଟରେ ଆରମ୍ଭ ହୋଇଥାଏ । ଏହି ଔଷଧ ପରିବାର ମଧ୍ୟରେ ଗୋଟିଏ ଏଜେଣ୍ଟର ଅନ୍ୟ ଏକ ଉପରେ କୌଣସି ଅଧିକ ଲାଭର ପ୍ରମାଣ ନାହିଁ ।

    8 ପଠିତ (↑8 ଗତକାଲିଠାରୁ)0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ୧୮ ସେପ୍ଟେମ୍ବର

    ୧୮ ସେପ୍ଟେମ୍ବର

    ଗ୍ରେଗୋରୀ ପାଞ୍ଜି ଅନୁସାରେ ୧୮ ସେପ୍ଟେମ୍ବର ବର୍ଷର ୨୬୧ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୨୬୨ତମ) । ବର୍ଷ ଶେଷ ହେବା ପାଇଁ ଆଉ ୧୦୪ ଦିନ ବାକି ଅଛି ।

    8 ପଠିତ (↑8 ଗତକାଲିଠାରୁ)0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: