ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥ ଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳି ର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କ ଦ୍ୱାରା ରଚିତ ସଂଗୀତ ୨ ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କା ର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମ ଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତା ର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀ ର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ] କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀ ରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦ ରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମ ରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନ ର ନିନ୍ଦା ଓ ଭାରତ ର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭାରତୀୟ ଜାତୀୟ କ୍ରିକେଟ ଅଧିନାୟକ ସମୂହ ଙ୍କ ତାଲିକା
ଏହା ଭାରତୀୟ ଜାତୀୟ କ୍ରିକେଟ ଅଧିନାଯକ ମାନଙ୍କ ଏକ ତାଲିକା । ଏଥିରେ ଭାରତୀୟ ପୁରୁଷ , ମହିଳା ଓ ଯୁବ ଦଳ ର ଟେଷ୍ଟ । ଏକଦିବଶୀୟ ଅନ୍ତର୍ଜାତିକ , ଓ ଟି20 ଅନ୍ତର୍ଜାତିକ ଦଳ ର ଅଧିନାୟକ ମାନଙ୍କ ନାମ ରହିଛି । "ବ୍ରିଟିଶ ଭାରତ" ରାଜକୀୟ କ୍ରିକେଟ କାଉନ୍ସିଲ ( ଯାହା ବର୍ତମାନ ଅନ୍ତର୍ଜାତିକ କ୍ରିକେଟ କାଉନସିଲ , ICC ନାମ ରେ ପରିଚିତ ) ର ପୂର୍ଣ ସଦସ୍ୟତା 1926 ମସିହା 31 , ମେ ରେ ହାସଲ କରିବା ପରେ 1932 ଜୁନ 25 ତାରିଖ ରେ ଷଷ୍ଠ ଟେଷ୍ଟ ମାନ୍ୟତା- ପ୍ରାପ୍ତ ଦେଶ ଭାବ ରେ ଇଂଲଣ୍ଡ , ଅଷ୍ଟ୍ରେଲିଆ , ୱେଷ୍ଟ ଇଣ୍ଡିଜ , ଦକ୍ଷିଣ ଆଫ୍ରିକା ଓ ନିଉଜିଲାଣ୍ଡ ସହ ସାମିଲ ହେଇଥିଲା ।ଦ୍ଵିତୀୟ ବିଶ୍ଵ ଯୁଦ୍ଧ ର ଅବ୍ୟବହିତ ପୂର୍ବରୁ ଭାରତ ମାତ୍ର 7 ଟି ଟେଷ୍ଟ ଖେଳିଥିଲା ଓ ସମସ୍ତ କେବଳ ଇଂଲଣ୍ଡ ବିପକ୍ଷ ରେ ଥିଲା । ଏହା ମଧ୍ୟ ରୁ ଭାରତ 5 ଟି ରେ ପରାଜୟ ବରଣ କରିଥିବା ବେଳେ 2 ଟି କୁ ଅମୀମାଂଶିତ ରଖିବାରେ ସଫଳ ହେଇଥିଲା । ଅନ୍ୟ ଦେଶ ବିରୁଦ୍ଧ ରେ ଭାରତ ପ୍ରଥମେ ଡନ ବ୍ରାଡମେନ ଙ୍କ ତତ୍ପ କାଳୀନ ଅପରାଜେୟ କୁହାଯାଉଥିବା ଅଷ୍ଟ୍ରେଲିଆ ଦଳ ସହ ପ୍ରଥମ କରି 1947-48 ମସିହା ରେ ଖେଳିଥିଲା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ" ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳ ର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣ କୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ ରେ ମୃତ୍ୟୁବରଣ କରିଥିଲେ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଗୁନ୍ଗୁନ୍ ଜଣେ ଓଡ଼ିଆ ଅଭିନେତ୍ରୀ ଏବଂ ଉପସ୍ଥାପିକା । ୨୦୦୫ ମସିହାରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ଓମ ଶାନ୍ତି ଓମରେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ ଗୁନ୍ଗୁନ୍ । ସେ ସାଖି ରହିଲା ଏ ସିଂହଦୁଆର ଚଳଚ୍ଚିତ୍ରରେ ପ୍ରଥମ କରି ନାୟିକା ଭାବରେ ଅଭିନୟ କରିଥିଲେ । ପରେ ପରେ ପୁପିନ୍ଦର ସିଂଙ୍କ ସହ କିଛି ଖଟା କିଛି ମିଠାରେ ସେ ମଧ୍ୟ ନାୟିକା ଭାବରେ ଅଭିନୟ କରିଥିଲେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (Uniform Resource Locator)
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣ ଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତି ଦ୍ଵାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଚାଗାସ୍ ରୋଗ, ଇଂରାଜୀରେ Chagas disease /ˈtʃɑːɡəs/, ବା ଆମେରିକାନ୍ ଟ୍ରିପାନୋସୋମିଆସିସ୍ (American trypanosomiasis), ଏକ ଗ୍ରୀଷ୍ମ ମଣ୍ଡଳୀୟ ଓ ପରଜୀବୀ ରୋଗ ଯାହା ଟ୍ରିପାନୋସୋମାକୃଜି ନାମକ ଏକ ପ୍ରୋଟୋଜୋଆଦ୍ୱାରା ହୁଏ । କିସିଙ୍ଗ ବଗ୍ ନାମକ ଏକ ପ୍ରକାର କୀଟଦ୍ୱାରା ଏହା ବ୍ୟାପେ । ଏ ରୋଗରେ ସମୟାନୁକ୍ରମେ ଲକ୍ଷଣ ପରିବର୍ତ୍ତୀତ ହୁଏ । ଆରମ୍ଭରେ କିଛି ଲକ୍ଷଣ ନ ଥାଏ ବା ସାମାନ୍ୟ ରହେ, ସେଗୁଡ଼ିକ; ଜ୍ୱର, ଲସିକା ଗ୍ରନ୍ଥି ଫୁଲା, ମୁଣ୍ଡବଥା ଓ କାମୁଡ଼ା ସ୍ଥାନରେ ଫୁଲିବା । ୮ ରୁ ୧୨ ସପ୍ତାହ ପରେ ରୋଗ କ୍ରନିକ ସ୍ତରକୁ ଯାଏ ଓ ଏମାନଙ୍କ ମଧ୍ୟରୁ ୬୦-୭୦% କୌଣସି ଲକ୍ଷଣ ଦେଖାନ୍ତି ନାହିଁ । ବଳକା ୩୦-୪୦% ରୋଗୀ ପ୍ରଥମ ସଂକ୍ରମଣର ୧୦ ରୁ ୩୦ ବର୍ଷ ପରେ ପରବର୍ତ୍ତୀ ଲକ୍ଷଣ ଦେଖାନ୍ତି । ଏମାନଙ୍କର ହୃତ୍ପିଣ୍ଡ ନିଳୟ ବଡ଼ ହୋଇଯାଇ ୨୦ ରୁ ୩୦% ରୋଗୀଙ୍କର ହୃତ୍ପିଣ୍ଡ ଫେଲ ହୁଏ । ପ୍ରାୟ ୧୦ % ରୋଗୀଙ୍କର ଏସୋଫେଗସ୍ ବଡ଼ ହୋଇଯାଏ କିମ୍ବା କୋଲୋନ ବଡ଼ ହୋଇଯାଏ ।
ନୃତତ୍ତ୍ୱ ବିଜ୍ଞାନ ଅତୀତ ଓ ବର୍ତ୍ତମାନର ମଣିଷମାନଙ୍କର ବୈଜ୍ଞାନିକ ଅଧ୍ୟୟନର ବିଦ୍ୟା ଅଟେ । ଏହି ଶାସ୍ତ୍ର ସମାଜଶାସ୍ତ୍ର, ମାନବିକୀ ଶାସ୍ତ୍ର, ତଥା ବିଜ୍ଞାନୱର ନାନା ବିଦ୍ୟାଲୋଚନାର ପରମ୍ପରାର ଭିତ୍ତିରେ ଜ୍ଞାନନିର୍ମାଣ କରେ । ଉନବିଂଶ ଶତାବ୍ଦୀର ଶେଷ ଓ ବିଂଶ ଶତାବ୍ଦୀର ଆରମ୍ଭରୁ, ଅର୍ଥାତ୍, ଫ୍ରାଞ୍ଜ୍ ବୋଆସ୍ ଓ ବ୍ରୋନିସ୍ଲ୍ ମାଲିନସ୍କି ଙ୍କର ସମୟରୁ ଯୁକ୍ତରାଜ୍ୟ ଆମେରିକାରେ ସାଂସ୍କୃତିକ ନୃତତ୍ତ୍ୱ ବିଜ୍ଞାନ ଓ ବିଲାତରେ ସାମାଜିକ ନୃତତ୍ତ୍ୱ ବିଜ୍ଞାନ ନିଜକୁ ଏଥ୍ନୋଲୋଜି ଓ ଅନ୍ୟ ସମାଜଶାସ୍ତ୍ରଠାରୁ ପଦ୍ଧତିରେ ଆନ୍ତର୍ସାଂସ୍କୃତିକ ତୁଳନା, ସନ୍ଦର୍ଭର ଦୀର୍ଘମିଆଦୀ ଓ ଗଭୀର ପରୀକ୍ଷା, ଓ ଗବେଷଣାର କ୍ଷେତ୍ରରେ ସହଭାଗୀ ନୀରିକ୍ଷଣ ର ବ୍ୟବହାର ଯୋଗୁ ଭିନ୍ନ ବୋଲି ପ୍ରତିପାଦିତ କରି ଆସିଛି ।
ରାଜନଗର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ରାଜନଗର (କ୍ରମିକ ସଂଖ୍ୟା: ୯୯) କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପଟ୍ଟାମୁଣ୍ଡାଇ (ବି), ରାଜନଗର ବ୍ଳକ ଓ ପଟ୍ଟାମୁଣ୍ଡାଇ ବ୍ଳକର କିଛି ଅଞ୍ଚଳ ।