ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ନାଇଟ୍ରୋଗ୍ଲିସେରିନ (ଅନ୍ୟ ନାମ ଗ୍ଲିସେରିଲ ଟ୍ରାଇନାଇଟ୍ରେଟ/glyceryl trinitrate ବା GTN) ଏକ ଔଷଧ ଯାହା ହୃଦ୍ପାତ, ଉଚ୍ଚ ରକ୍ତଚାପ ମାନଙ୍କର ଚିକିତ୍ସା ନିମନ୍ତେ ଓ ଆଞ୍ଜାଇନା ପେକ୍ଟୋରିସ (chest pain from not enough blood flow to the heart) ରୋଗର ପ୍ରତିଷେଧ ତଥା ଚିକିତ୍ସା ନିମନ୍ତେ ବ୍ୟବହାର ହୁଏ । କୋକେନ (cocaine) ଯୋଗୁ ହେଉଥିବା ଛାତି ଯନ୍ତ୍ରଣା ଓ ହୃଦ୍ଘାତ ରୋଗରେ ମଧ୍ୟ ଏହି ଔଷଧ ଦିଆଯାଏ । ଏହା ଜିଭ ତଳେ ଦିଆଯାଏ, ଚର୍ମରେ ଲଗାଯାଏ ଓ ଶିରାଭ୍ୟନ୍ତରରେ ମଧ୍ୟ ଦିଆଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗ କୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ର ର ଗୋଷ୍ଠୀ କୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ ରେ ମିଳିତ ଜାତିସଂଘ ର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ ଟି ସଦସ୍ୟ ରାଷ୍ଟ୍ର କୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘ ରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘ ର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହର ର ମାନହାଟ୍ଟନ ଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନା ରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନ ଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶ ର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟ ରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦ ର ସମାଧାନ କରିବା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହେଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ଵର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟ ଦ୍ଵାରା ନିଷ୍ପନ୍ନ । ମି ର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ଵ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହେଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ଵତନ୍ତ୍ର ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ହେଲସିଙ୍କି ( /hɛlˈsɪŋki/; Finnish pronunciation: [ˈhelsiŋki]; Swedish: Helsingfors ) ଫିନଲାଣ୍ଡ ଦେଶ ର ରାଜଧାନୀ ଓ ସର୍ବବୃହତ ସହର । ଏହା ଦକ୍ଷିଣ ଫିନଲାଣ୍ଡ ର ଉସିମା ଅଞ୍ଚଳ ରେ ଗଲ୍ଫ ଅଫ ଫିନଲାଣ୍ଡ ତଟ ରେ ଅବସ୍ଥିତ । ଜନ ଆବାଦୀ ହେଲସିଙ୍କି ସହର ର ଲୋକସଂଖ୍ୟା 629,512 , ସହରାଞ୍ଚଳ ର ଲୋକ ସଂଖ୍ୟା 1,214,210 ଏବଂ ସଂଯୁକ୍ତ ମେଟ୍ରୋପଲିଟାନର ଜଣ ସଂଖ୍ୟା 1.4 ମିଲିୟନ ।ଏହା ଫିନଲାଣ୍ଡ ର ସର୍ବାଧିକ ଜନବହୁଳ ମୁନିସିପାଲିଟି ଓ ସହରାଞ୍ଚଳ । ଅବସ୍ଥିତି ହେଲସିଙ୍କି ଦକ୍ଷିଣ ରେ ଏସ୍ତୋନିଆ ର ତାଲିନ୍ନ ଠାରୁ 80 କିଲୋମିଟର , ସ୍ଵିଡେନ ର ଷ୍ଟକହୋମ ଠାରୁ 400 କିଲୋମିଟର ପୂର୍ବ ରେ , ପଶ୍ଚିମ ରେ ରୁସିୟାର ସେଣ୍ଟ ପିତରସବର୍ଗ ଠାରୁ 3888 କିଲୋମିଟର ଦୂର ରେ ଅବସ୍ଥିତ । ଏହି ତିନି ସହର ସହ ହେକ୍ସିଙ୍କି ର ଏଇତିହାସିକ ଭାବରେ ଘନିଶ .ସମ୍ବନ୍ଧ ରହିଛି ।.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସାର ଆଇଜାକ ନିଉଟନ (୪ ଜାନୁଆରୀ ୧୬୪୩ – ୩୧ ମାର୍ଚ୍ଚ ୧୭୨୭) ଜଣେ ଇଂରେଜ ଭୌତିକବିଦ ଏବଂ ଗଣିତଜ୍ଞ ଥିଲେ । ସେ ଗତି, ଆଲୋକ, ମାଧ୍ୟାକର୍ଷଣ, ଏବଂ କାଲ୍କୁଲସ୍ରେ ନିଜର ନୀୟମ ପାଇଁ ଜଣା । ୧୬୮୭ ରେ, ନିଉଟନ ଗୋଟିଏ ବହି ଫିଲୋସୋଫି ନାଚୁରାଲିସ ପ୍ରିନ୍ସିପିଆ ମାଥମେଟିକା (Philosophiae Naturalis Principia Mathematica) ଲେଖିଥିଲେ ଯେଉଁଥିରେ ସେ ତାଙ୍କର ସର୍ବବ୍ୟାପୀ ମାଧ୍ୟାକର୍ଷଣ ଏବଂ ଗତିର ତିନୋଟି ନୀୟମବିଷୟରେ କହିଥିଲେ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ" ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳ ର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣ କୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀ କୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ଶ୍ରାବଣୀ ନନ୍ଦ 1991 ଜୁଲାଇ 5 ତାରିଖରେ ଓଡିଶା ର କନ୍ଧମାଳ ଜିଲ୍ଲା ଟିକାବାଲିରେ ଜନ୍ମଗ୍ରହଣ କରିଥିଲେ । ଭବିଷ୍ୟତରେ ଜଣେ ଭଲ ଆଥଲେଟ ହେବା ଆଶାରେ 2002 ରେ ଯୋଗ ଦେଇଥିଲେ ରାଜ୍ୟ କ୍ରୀଡ଼ାବାସରେ ।ସେ ଜାତୀୟା ଓ ଆନ୍ତର୍ଜାତୀୟ ସ୍ତର ରେ ମହିଳା ୪୦୦ ମିଟର ରେଲେ ସହ ୧୦୦ ମିଟର ଓ ୨୦୦ ମିଟର ଦୌଡ ପ୍ରତିଯୋଗୀତା ମନାକରେ ଭାରତ ଓ ଓଡିଶା ରାଜ୍ୟ କୁ ପ୍ରତିନିଧିତ୍ଵ କରିଥିଳର ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣୀକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ" ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଅଥାନ ଗର୍ଭ ବା ଏକ୍ଟୋପିକ ପ୍ରେଗନାନସି (ଇଂରାଜୀରେ Ectopic pregnancy, also known as eccyesis or tubal pregnancy) ଏକ ପ୍ରକାର ଗର୍ଭାଧାନ ଜଟୀଳତା ଯେଉଁଥିରେ ଭୃଣ ଜରାୟୁ ବାହାରେ ସଂଯୁକ୍ତ ହୁଏ । ଏହି ରୋଗର ଲକ୍ଷଣ: ଉଦର ଯନ୍ତ୍ରଣା ଓ ଯୋନୀପଥ ରକ୍ତସ୍ରାବ । ୫୦ %ରୁ କମ ମହିଳାଙ୍କଠାରେ ଉଭୟ ଲକ୍ଷଣ ଦେଖାଯାଏ । ଯନ୍ତ୍ରଣା ତୀବ୍ର, ମାନ୍ଦା ବା କ୍ରାମ୍ପ ଭଳି ହୋଇପାରେ । ପେଟ ଭିତରେ ରକ୍ତସ୍ରାବ ହେଲେ କାନ୍ଧ ଯନ୍ତ୍ରଣା ମଧ୍ୟ ହୋଇପାରେ । ଅତ୍ୟଧିକ ରକ୍ତସ୍ରାବ ହେଲେ ଦୃତ ହୃଦଗତି, ଚେତାଶୂନ୍ୟ ବା ସକ୍ ହୁଏ । କ୍ୱଚିତ ଏହି ଫିଟସ ବଞ୍ଚିରହେ ।