ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ନାକରୁ ରକ୍ତସ୍ରାବ (ଇଂରାଜୀ: Epistaxis ବା Nosebleed) ଏକ ଲକ୍ଷଣ । ଏହି ଶବ୍ଦଟି ଗ୍ରୀସ ଭାଷାରୁ ((from Greek: ἐπιστάζω (epistazo) to bleed from the nose: ἐπί (epi) - "above", "over" + στάζω (stazo) - "to drip [from the nostrils]")) ଆସିଛି । ଏହା ଏକ ସାଧାରଣ ବେମାରୀ । ଏଥିରେ ନାକରୁ ରକ୍ତ ବହେ । ନାକ ରକ୍ତସ୍ରାବ ଦୁଇ ଭାଗରେ ବର୍ଣ୍ଣନା କରାଯାଏ ଯଥା ସମ୍ମୁଖ ଭାଗ ରକ୍ତସ୍ରାବ ଓ ପୃଷ୍ଠ ଭାଗ ରକ୍ତସ୍ରାବ । ଶେଷୋକ୍ତ ସ୍ରାବ କ୍ଵଚିତ ଦେଖାଯାଏ କିନ୍ତୁ ସଙ୍ଗେ ସଙ୍ଗେ ଡାକ୍ତରୀ ପରାମର୍ଶ ଆବଶ୍ୟକ କରେ । ଅତ୍ୟଧିକ ରକ୍ତସ୍ରାବ ହେଲେ ଲୁହବାହୀ ନଳୀ ମଧ୍ୟ ଦେଇ ରକ୍ତ ଆଖିରେ ପ୍ରବେଶ କରିବା ପରେ ଆଖିରୁ ରକ୍ତ ବହେ । ନାକରୁ ରକ୍ତ ବହି ଖାଦ୍ୟନଳୀକୁ ଯାଇ ପାକସ୍ଥଳୀରେ ପ୍ରବେଶ କରିପାରେ । ରକ୍ତ ତରଳ ବା ମୁଣ୍ଡା ହୁଏ । ରକ୍ତସ୍ରାବ ଦେଖିଲେ ଭୟ ଲାଗେ, କିଛି ରୋଗୀଙ୍କର ଡାକ୍ତରୀ ପରାମର୍ଶ ଦରକାର ହୁଏ କିନ୍ତୁ ଏହା କ୍ଵଚିତ ଘାତକ ହୁଏ । ଏକ ପରିସଂଖ୍ୟାନରୁ ଜଣାଯାଏ, ୧୯୯୯ ମସିହାରେ ଆମେରିକାରେ ୨.୪ ନିୟୁତ ମୃତ୍ୟୁରେ ମାତ୍ର ୪ଟି ଘାତକ ଥିଲା । ରକ୍ତସ୍ରାବ ହେଲେ ମୁଣ୍ଡକୁ ସାମାନ୍ୟ ଆଗକୁ ନୁଏଁଇ ନାକ ପୁଡ଼ାକୁ ୫ ରୁ ୨୦ ମିନିଟ ଧରି ଚିପି ଧରିଲେ ରକ୍ତ ଜମାଟ ବାନ୍ଧି ସ୍ରାବ ବନ୍ଦ ହୋଇଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଜ୍ୟୋତିଷ ବିଦ୍ୟା ବିଶରଦ ବରାହମିହୀରଙ୍କ ପୁତ୍ରବଧୁ ଲୀଳାବତୀ କହିଥିବା ଜ୍ୟୋତିଷ ସାରକଥା ଖନା ବଚନ ଭାବେ ପ୍ରସିଦ୍ଧ । ଲୀଳାବତୀ ଜ୍ୟୋତିଷ ଶାସ୍ତ୍ରବିଦ୍ୟାରେ ପୃଥିବୀର ସର୍ବଶ୍ରେଷ୍ଠା , ତାଙ୍କର ଗଣନା ଅଭ୍ରାନ୍ତ ଏବଂ ଆଶ୍ଚର୍ଯ୍ୟ ଧରଣର ଥିଲା। ଶଶୁରଙ୍କ ଆଦେଶ ପାଳନ କରି ତାଙ୍କ ସ୍ଵାମୀ ମିହୀର ତାଙ୍କ ଜିହ୍ଵା ଛେଦନ କରିଥିଲେ । ଜିହ୍ଵା ଛେଦନ ପୂର୍ବରୁ ସେ କାଳ ନିରୂପଣ, ଶସ୍ୟ ବିଷୟର ଜ୍ଞାନ, କୃଷିତତ୍ତ୍ଵ ଜ୍ୟୋତିଷର ଅନେକ ସାରକଥା କହିଥିଲେ। ସେ ସବୁ ବଙ୍ଗଳା ଓ ଓଡ଼ିଆ ଭାଷାରେ ଖନା ବଚନ ଭାବେ ପ୍ରଚଳିତ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ବବିତା କୁମାରୀ , (ଜନ୍ମ ନଭେମ୍ବର , ୧୯୮୯ )ଜଣେ ମହିଳା ଭାରତୀୟ କୁସ୍ତିବିଦ । ସେ 55 କିଲୋଗ୍ରାମ ମହିଳା ଫ୍ରି ଷ୍ଟାଇଲ ବିଭାଗ ରେ ପ୍ରତିଯୋଗୀତା କରୁଥିଲେ ଓ ବିଶିଷ୍ଟ କୋଚ ମହାବୀର ପ୍ରସାଦ ଫୋଗତ ତାଙ୍କର କୋଚ ଥିଲେ । ସେ 2014 ମସିହା କମନୱେଲଥ ଗେମ ରେ ମହିଳା କୁସ୍ତି ରେ ସ୍ବରନା ପଦକ ଜିତିଥିଲେ । ପୁରବାରୁ ସେ 2010 ମସିହା କମନୱେଲଥ ଗେମ ରେ ମଧ୍ୟ ମହିଳା କୁସ୍ତି ରେ ରୌପ୍ୟ ପଦକ ଜିତି ଥିଲେ । 2013 ମସିହା ବିଶ୍ଵ କୁସ୍ତି ଚମ୍ପିୟାନଶୀପ ରେ ସେ ଭରତ ପାଇଁ ବ୍ରୋଞ୍ଜ ପଦକ ଆଣିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀ କୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣୀକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ବିଅର ପୃଥିବୀର ସବୁଠାରୁ ଅଧିକ ପିଆଯାଉଥିବା, ଓ ସବୁଠାରୁ ପୁରାତନ ସୁରାସାର ଜାତୀୟ ପାନୀୟ; ପିଇବା ପାଣି ଓ ଚା' ପରେ ଏହା ୩ୟ ସବୁଠାରୁ ଜଣାଶୁଣା ପାନୀୟ । ଏହା ଶର୍କରାର ବ୍ରୁଇଙ୍ଗ ଓ ଫରମେଣ୍ଟେସନ ପ୍ରକ୍ରିୟାକାରଣରୁ ବାହାରି ଥାଏ, ଏହା ମଲ୍ଟ ଶସ୍ୟ ଯଥା, ଯଅ, ଗହମରୁ ବାହାରି ଥାଏ । ଶର୍କରା ଭାବରେ ଦାମ କମ ଥିବାରୁ ମକା ଓ ଚାଉଳ ସାଧାରଣତ ଏହା ସହିତ ମିଶାଯାଇଥାଏ । ଅଧିକାଂଶ ବିଅର ହୋପରେ ମିଶାଯାଇଥାଏ, ଯାହା ବିଅରରେ ପିତା ସୁଆଦ ଦେଇଥାଏ ଓ ଏକ ପ୍ରାକୃତିକ ସଂରକ୍ଷଣ ପାଇଁ ସାହାଯ୍ୟ କରିଥାଏ । ମାନବ ଜଗତର ସବୁଠାରୁ ପୁରାତନ ରଚନାରେ ବିଅରର ଉତ୍ପାଦନ ଓ ବଣ୍ଟନ ବାବଦରେ ବଖଣାଯାଇଛି: ହାମୁରାବିର ନୀତିରେ ବିଅରର ଉତ୍ପାଦନ ଓ ବିଅର ପାର୍ଲର ବାବଦରେ ନୀତିବଳି ଥିଲା । "ନିଙ୍କାସିର ମନ୍ତ୍ର",କେତେକ ଶିକ୍ଷିତ ଲୋକଙ୍କ ଚଳଣିରେ ମେସୋପଟାମିଆର ବିଅର ଦେବୀଙ୍କ ପାଇଁ ଏହି ମନ୍ତ୍ରରେ ପ୍ରାର୍ଥନା ଗାନ କରି ବିଅର ପରସାଯାଇଥାଏ । ଆଜିକାଲି, ବ୍ରୁଇଙ୍ଗ ଶିଳ୍ପ ଏ ଜଗତସାରାର ବଣିଜ ପାଲଟିଛି । ଏଥିରେ ଅନେକ ବହୁଦେଶୀୟ କର୍ପୋରେସନ ଓ ହଜାର ହଜାର ଛୋଟ ଛୋଟ ଉତ୍ପାଦକ ବ୍ରୁପବରୁ ଆରମ୍ଭ କରି ଆଞ୍ଚଳିକ ବ୍ରିଉଋରହିଛନ୍ତି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ସୋଡ଼ିଅମ ନାଇଟ୍ରୋପୃସାଇଡ ବା ଏସଏନପି (ଇଂରାଜୀ ଭାଷାରେ Sodium nitroprusside ବା SNP, ବିକ୍ରୟ ନାମ ନାଇଟ୍ରୋପ୍ରେସ /Nitropress) ଏକ ଔଷଧ ଯାହା ରକ୍ତଚାପ (blood pressure) କମ୍ କରିବାକୁ ଦିଆଯାଏ । ଲକ୍ଷଣଯୁକ୍ତ ଅତ୍ୟୁଚ୍ଚ ରକ୍ତଚାପ (blood pressure is very high and resulting in symptoms) ଥିଲେ, କେତେକ ହୃଦ୍ପାତ ରୋଗରେ ଓ ଅପରେଶନ ସମୟରେ ରକ୍ତସ୍ରାବ (bleeding) କମେଇବା ନିମନ୍ତେ ଏହି ଔଷଧ ଦିଆଯାଏ । ନିରବଛିନ୍ନ ଧୀର ପ୍ରବାହିତ ଶିରାଭ୍ୟନ୍ତର ଇଞ୍ଜେକସନ (continuous injection into a vein) ଆକାରରେ ଏହା ଦିଆଯାଏ । ଏହାର ପ୍ରଭାବ ତୁରନ୍ତ ଆରମ୍ଭ ହୁଏ ଓ ପ୍ରାୟ ୧୦ ମିନିଟ ପର୍ଯ୍ୟନ୍ତ ରହେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ତାରିଣୀ ମନ୍ଦିର ଓଡ଼ିଶା ର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁ ଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କ ଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ କୋଷମାନଙ୍କର ଅସ୍ଵଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ଵବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ ସୃଷ୍ଟି (ଇଂରାଜୀରେ: Tumor) କରିଥାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକ । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଲାଭ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖକ । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟ ଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟା କୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟି ର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସ କୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ଗୁଳ୍ମ ବା ଲତାର ପତ୍ରକୁ ଶାକ ବା ଶାଗ କୁହାଯାଏ । ଶାଗକୁ ମୁଖ୍ୟତଃ ଖାଦ୍ୟ ଭାବରେ ବ୍ୟବହାର କରାଯାଏ । ଏହାକୁ ଭାଜି, ଖରଡ଼ି ବା ତରକାରି କରି ସାଧାରଣତଃ ଭାତ ସହିତ ଖିଆଯାଇଥାଏ । କେତେକ ସ୍ଥାନରେ ଏହାକୁ ରୋଟି ସହିତ ମଧ୍ୟ ଖାଇଥାନ୍ତି । ମୁଖ୍ୟତଃ ଏହା ଭଜାଯାଇଥାଏ, କିନ୍ତୁ କେତେକ ପ୍ରକାର ଶାଗ ଡାଲି ସହିତ ବା ଅନ୍ୟାନ୍ୟ ରନ୍ଧନ ସାମଗ୍ରୀ ସହିତ ତରଳ ବା ତରକାରୀ ଆକାରରେ ପ୍ରସ୍ତୁତ କରାଯାଇଥାଏ । ଏହା ମଧ୍ୟ ଜଗନ୍ନାଥଙ୍କ ମହାପ୍ରସାଦରେ ବ୍ୟବହାର କରାଯାଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ପାରାଦୀପ ବନ୍ଦର (20°15′55.44″N 86°40′34.62″E) ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ ଏକ କୃତ୍ରିମ ବନ୍ଦର । ଏହା ମହାନଦୀ ଓ ବଙ୍ଗୋପସାଗରର ମିଳନସ୍ଥଳିରେ ଅବସ୍ଥିତ। ଏହା ଓଡ଼ିଶାର ଏକମାତ୍ର ଓ ଭାରତର ୧୧ଶ ବୃହତ ବନ୍ଦର ଅଟେ । ଏହି ବନ୍ଦର ଦେଇ ମୁଖ୍ୟତଃ ଲୌହପଥର ଓ କୋଇଲା ରପ୍ତାନୀ କରାଯାଉଥିଲା ବେଳେ ରାଜ୍ୟରେ ଅବସ୍ଥିତ ଇସ୍ପାତ କାରଖାନା ନିମନ୍ତେ କୋକିଙ୍ଗ କୋଇଲା ତଥା ସାର କାରଖାନା ନିମନ୍ତେ ଫସପେଟ ଆଦି ଆମଦାନୀ କରାଯାଇଥାଏ ।