ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଜୟନ୍ତୀ ପଟ୍ଟନାୟକ ହେଉଛନ୍ତି ଜଣେ ଭାରତୀୟ ସାଂସଦ ଏବଂ ଖ୍ୟାତନାମା ସମାଜ ସେବୀ। ସେ ଜଣେ ସଫଳ ରାଜନୀତିଜ୍ଞ, ସାହିତ୍ୟିକା, ଅନୁବାଦିକା, ସାହିତ୍ୟ ସଂଗଠିକା, ସମାଜସେବିକା, ସୁବକ୍ତା ଥିଲେ । ସଫଳ ଗୃହିଣୀ ଏବଂ ଜନନୀ ମଧ୍ୟ । ତାଙ୍କର ସଂସ୍କୃତିପ୍ରୀତି, ସରଳତା, ମଧୁର ବ୍ୟବହାର ଓଡ଼ିଶାରୁ ଅାସାମଯାଏଁ ପରିବ୍ୟାପ୍ତ । ୧୯୮୧ରୁ ରାଜନୀତିରେ ସକ୍ରିୟ । ସେହିବର୍ଷ କଟକ ଲୋକସଭା ଉପ-ନିର୍ବାଚନରେ କଂଗ୍ରେସ ଦଳର ପ୍ରାର୍ଥୀ ଭାବେ ବିଜୟୀ ହୋଇ ପାର୍ଲାମେଣ୍ଟ ଯାଇଥିଲେ । ୧୯୮୪ରେ ପୁନର୍ବାର ନିର୍ବାଚିତ ହୋଇଥିଲେ । ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ପ୍ର୍ରିୟଭାଜନ ହୋଇ ଜାତୀୟ ମହିଳା କଂଗ୍ରେସର ସଭାନେତ୍ରୀ ହୋଇଥିଲେ । ଏହି ସମୟରେ ବହୁ ସଂଖ୍ୟକ ମହିଳାମାନଙ୍କୁ ଦଳରେ ସାମିଲ କରାଇଥିଲେ । ୧୯୮୯ ମସିହାରେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରେ ମହିଳା କଂଗ୍ରେସର ଜାତୀୟ ସ୍ତରରେ ଏକ ମହାଅଧିବେଶନର ଅାୟୋଜନ କରିଥିଲେ ଏଥିରେ ବହୁ ଜାତୀୟସ୍ତରୀୟ ନେତ୍ରୀମାନଙ୍କ ସହ କଂଗ୍ରେସ ସଭାପତି, ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧି, ଦେଶର ବିଭିନ୍ନ ପ୍ରାନ୍ତରୁ ୧ ଲକ୍ଷ ମହିଳା ଯୋଗ ଦେଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଅଛି ।
ତୁଳସୀ ମୁଣ୍ଡା ଜଣେ ସମାଜସେବୀ। ଦାରିଦ୍ୟ, ଅନାହାର, ନିରକ୍ଷରତାକୁ ଖୁବ୍ ନିକଟରୁ ପରଖୁଥିବା ତୁଳସୀ ଶେଷରେ ନିଅାରା ଜୀବନ ବାଛି ନେଇଥିଲେ। ଅାଉ ଏହି ଜୀବନଶୈଳୀରେ କିଛି ନଥିଲା ନିଜ ପାଇଁ। ବରଂ ସମସ୍ତଙ୍କ ମଙ୍ଗଳ ପାଇଁଁ ସମର୍ପିତ ହୋଇଗଲା ସାମଗ୍ରିକ ଜୀବନ। ସମାଜସେବକ ଅାଚାର୍ଯ୍ୟ ବିନୋବା ଭାବେଙ୍କ ଦ୍ୱାରା ଅାରମ୍ଭ ହୋଇଥିବା ଭୂଦାନ ଅାନ୍ଦୋଳନରେ ମାତ୍ର ୧୪ ବର୍ଷ ବୟସରେ ନିଜକୁ ସାମିଲ କରିଦେଇଥିଲେ। ଶ୍ରଦ୍ଧାରେ ସମସ୍ତେ ତାଙ୍କୁ ତୁଳସୀ ଅପା ବୋଲି ଡାକନ୍ତି। ଅାଦିବାସୀ ପିଲାଙ୍କ ଶିକ୍ଷା ଓ ଅଧିକାର ପାଇଁଁ ସେ ଉତ୍ସର୍ଗୀକୃତ। ତାଙ୍କ ତତ୍ତ୍ୱାବଧାନରେ ୨୦ରୁ ଉର୍ଦ୍ଧ୍ୱ ଅାବାସିକ ବିଦ୍ୟାଳୟ ରହିଛି। କେନ୍ଦୁଝର ଜିଲ୍ଲା ସେରେଣ୍ଡା ଗ୍ରାମରେ ଭାରତ ସ୍ୱାଧୀନତା ପ୍ରାପ୍ତିର ମାତ୍ର ଦିନକୁ ପୂର୍ବରୁ ସେ ଜନ୍ମିତ। ସେ ବିବାହ କରିନଥିଲେ। ସମାଜ ସେବାରେ ନିଜ ପାରିବାରିକ ବନ୍ଧନକୁ ଅାଉ ଏକ ଦାସତ୍ୱ ପରି ସେ ମଣୁଥିଲେ। ଆଦୌ ପାଠ ପଢ଼ିନଥିବା ତୁଳସୀଙ୍କ ତତ୍ତ୍ଵାବଧାନରେ ୨୦ଟି ଆବାସିକ ବିଦ୍ୟାଳୟ ପରିଚାଳିତ। ଯେଉଁ ଥିରେ ହଜାର ହଜାର ଆଦିବାସୀ ପିଲା ପାଠ ପଢିବାର ସୁଯୋଗ ପାଉଛନ୍ତି।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦ ଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.
ମହନ୍ତ ଯୋଗୀ ଆଦିତ୍ୟନାଥ (ବାଲ୍ୟନାମ: ଅଜୟ ସିଂହ ବିଷ୍ଟ ଜନ୍ମ: ୫ ଜୁନ ୧୯୭୨) ଜଣେ ଭାରତୀୟ ରାଜନେତା ଅଟନ୍ତି । ମାର୍ଚ୍ଚ ୨୦୧୭ରେ ଉତ୍ତର ପ୍ରଦେଶର ଏକବିଂଶ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଉତ୍ତର ପ୍ରଦେଶର ଗୋରଖପୁର ନିର୍ବାଚନ ମଣ୍ଡଳୀରୁ ଲଗାତାର ୫ଥର ସାଂସଦ ନିର୍ବାଚିତ ହୋଇଥିଲେ । ୧୯୯୮ ମସିହାରୁ ଭାରତୀୟ ଜନତା ପାର୍ଟି ତରଫରୁ ଲୋକ ସଭାକୁ ସାଂସଦ ନିର୍ବାଚିତ ହୋଇଆସୁଛନ୍ତି । ଆଦିତ୍ୟନାଥ ଗୋରଖପୁରଠାରେ ଥିବା ଏକ ହିନ୍ଦୁ ଧାର୍ମିକ ସ୍ଥଳ ଗୋରଖନାଥ ମଠର ମହନ୍ତ (ମୁଖ୍ୟ ପୁରୋହିତ) ଅଟନ୍ତି । ସେ ସେଠାରେ ତାଙ୍କ ଧାର୍ମିକ ପିତା ମହନ୍ତ ଅବୈଦ୍ୟନାଥଙ୍କ ଅନ୍ତେ ସେପ୍ଟେମ୍ବର ୨୦୧୪ରୁ ସେ ମହନ୍ତ ଅବସ୍ଥାପିତ ହୋଇଛନ୍ତି । ସେ ସାମାଜିକ, ସାଂସ୍କୃତିକ ଓ ରାଷ୍ଟ୍ରୀୟ ଯୁବକଙ୍କ ଦଳ ହିନ୍ଦୁ ଯୁବ ବାହିନୀର ପ୍ରତିଷ୍ଠାତା ଅଟନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଡଲି ଜେନା ବା ବିଜୟା ଜେନା ଜଣେ ଅଭିନେତ୍ରୀ, ନିର୍ଦ୍ଦେଶିକା, ପ୍ରଯୋଜିକା ଏବଂ ଲେଖିକା । ସେ ଓଡିଆ ସମେତ, ହିନ୍ଦୀ ଓ ଇଂରାଜୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି | ତାଙ୍କ ଜନ୍ମସ୍ଥାନ କଟକ । ଜମିଦାର ପରିବାରୁ ଆସି ମଧ୍ୟ ଅଭିନୟ ପ୍ରତି ତାଙ୍କର ରୁଚି ରହିଥିଲା |ଡଲି ଜେନା ପୁଣେ ଫିଲ୍ମ ଆଣ୍ଡ ଟିଭି ଇନଷ୍ଟିଚ୍ୟୁଟ୍(FTI)ରୁ ସ୍ନାତ୍ତୋକର ହାସଲ କରିଥିଲେ | ହାକିମ୍ ବାବୁ, ଜଗା ବଳିଆ ଭଳି ଏକାଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି | ଜଗା ବଳିଆ ଚଳଚ୍ଚିତ୍ର ପାଇଁ ସେ ରାଜ୍ୟ ଚଳଚ୍ଚିତ୍ର ସମ୍ମାନ ପାଇଛନ୍ତି |
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କୁଙ୍କୁମ ମହାନ୍ତି ଜଣେ ଖ୍ୟାତନାମା ଓଡ଼ିଶୀ ନୃତ୍ୟଶିଳ୍ପୀ ଅଟନ୍ତି । ସେ ୧୯୪୬ ମସିହା ସେପ୍ଟେମ୍ବର ୧୦ତାରିଖ ଦିନ କଟକଠାରେ ଜନ୍ମଗ୍ରହଣ କରିଥିଲେ । ସେ କଳା ବିକାଶ କେନ୍ଦ୍ରରେ ଗୁରୁ କେଳୁଚରଣ ମହାପତ୍ରଙ୍କ ନିକଟରୁ ଓଡ଼ିଶୀ ନୃତ୍ୟ ଶିକ୍ଷାଲାଭ କରିଥିଲେ । ସେ ନିଜ ଅଭିନୟ ନିମନ୍ତେ ପରିଚିତ । ସେ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗର ସ୍ଵତନ୍ତ୍ର ସଚିବ ଭାବେ କାର୍ଯ୍ୟ କରିଅଛନ୍ତି । ସଂପ୍ରତି ସେ ନିଜ ନୃତ୍ୟାନୁଷ୍ଠାନ ଗୀତଗୋବିନ୍ଦରେ ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଶୀ ନୃତ୍ୟ ତାଲିମ ପ୍ରଦାନ କରୁଅଛନ୍ତି । କୁମକୁମ୍ ମହାନ୍ତି ଓଡିଶୀ ନୃତ୍ୟ କ୍ଷେତ୍ରରେ ଏକ ବିଶିଷ୍ଟ ନାମ । ଓଡିଶୀ ନୃତ୍ୟର ପ୍ରଚାର ଏବଂ ପ୍ରସାର କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ରହିଛି । ୧୯୫୦ରୁ ୧୯୬୦ ରେ ଯେଉଁ ଅଳ୍ପ କେତେଜଣ ଗୁରୁ ଓ ନୃତ୍ୟଶିଳ୍ପୀ ଏହି ନୃତ୍ୟକୁ ଜାତୀୟ ଏବଂ ବିଶ୍ୱ ସ୍ତରରେ ପରିଚୟ ଦେଇଥିଲେ ସେମାନଙ୍କ ମଧୁରେ କୁମକୁମ୍ ମହାନ୍ତି ଅନ୍ୟତମ । ଓଡିଶୀ ନୃତ୍ୟର କିମ୍ବଦନ୍ତୀ ପୁରୁଷ ଗୁରୁ କେଳୁଚରଣ ମହାପାତ୍ରଙ୍କ ଅନ୍ୟତମ ଶିଷ୍ୟା ଭାବରେ କୁମକୁମ୍ ଆଜି ମଧ୍ୟ ନୃତ୍ୟ ପରିବେଷଣ ଏବଂ ନୃତ୍ୟ ସଂରଚନା କ୍ଷେତ୍ରରେ ସକ୍ରିୟ ରହିଛନ୍ତି । ଅନେକ ଶିଷ୍ୟ ଶିଷ୍ୟା ଗଢି ଏବଂ ଅନେକ ନୂଆ ଚିନ୍ତା ଏବଂ ଚେତନାକୁ ନୃତ୍ୟରେ ପରିବେଷଣ କରି ସେ ଇତିହାସ ସୃଷ୍ଟି କରି ପାରିଛନ୍ତି । କୁମକୁମ୍ ମହାନ୍ତିଙ୍କ ଅଭିନୟ ଏବଂ ତାଙ୍କ ଅଙ୍ଗଭଙ୍ଗୀରେ ଆଜି ମଧ୍ୟ ଭରି ରହିଛି ଅପୂର୍ବ ଲାଳିତ୍ୟ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼ରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଝାଡ଼ଖଣ୍ଡର ରାଜ୍ୟପାଳ ଅଟନ୍ତି । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି । ଆଦିବାସୀ ବହୁଳ ଝାଡ଼ଖଣ୍ଡ ରାଜ୍ୟର ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି । ସେ ପ୍ରଥମ ନାରୀ ନେତ୍ରୀ ଯେ ରାଜ୍ୟପାଳ ଭାବେ ନେତୃତ୍ଵ ନେଇଛନ୍ତି ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ସ୍ଵାଧିନ ବାଣିଜ୍ୟ ଏବଂ ଗମନାଗମନ ମନ୍ତ୍ରୀ ଭାବେ ମାର୍ଚ୍ଚ ୬ ୨୦୦୦ ରୁ ଅଗଷ୍ଟ ୬ ୨୦୦୨ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଏନାଲାପ୍ରିଲ (ଇଂରାଜୀ ଭାଷାରେ Enalapril, ବିକ୍ରୟ ନାମ ଭାସୋଟେକ/Vasotec) ଔଷଧ ଯାହା ଉଚ୍ଚ ରକ୍ତଚାପ, ମଧୁମେହ ବୃକ୍କ ରୋଗ (diabetic kidney disease) ଓ ହୃଦ୍ପାତ ରୋଗ ଚିକିତ୍ସାରେ ଦିଆଯାଏ । ହୃଦ୍ପାତ ରୋଗରେ ଏହା ସାଧାରଣତଃ ଫୁରୋସେମାଇଡ ଭଳି ଡାଇୟୁରେଟକ (diuretic) ବା ମୂତ୍ରକାରକ ଔଷଧ ସାଥୀରେ ଦିଆଯାଏ । ଏହା ପାଟିରେ ବା ଶିରାଭ୍ୟନ୍ତରରେ ଦିଆଯାଏ । ପାଟିରେ ଦିଆଯାଉଥିବା ଔଷଧର ପ୍ରଭାବ ଏକ ଘଣ୍ଟା ମଧ୍ୟରେ ଆରମ୍ଭ ହୋଇ ପ୍ରାୟ ଏକ ଦିନ ପର୍ଯ୍ୟନ୍ତ ରହେ ।
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁ ଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି । ଏକବିଂଶ ଶତାବ୍ଦୀ ବେଳକୁ ଏହି ପରମ୍ପରା ଧୀରେ ଧୀରେ ଲୋପ ପାଇବା ଆରମ୍ଭ କରିଥିଲା।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (Uniform Resource Locator)
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ଵ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ଵାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ଵାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଆଇଓଏସ(ଆଇଫୋନ୍ ଓଏସ୍) ଆପଲ କମ୍ପାନିର ଏକ ଉତ୍ପାଦ , ଏକ ମୋବାଇଲ ଅପରେଟିଙ୍ଗ ସିଷ୍ଟମ , ଯାହାକି କେବଳ ଆପଲ ହାର୍ଡୱେୟାର ପାଇ ବିତରଣ କରାଯାଇଥାଏ । ବଜାରରେ ଆଣ୍ଡ୍ରଏଡ ଅପରେଟିଙ୍ଗ ସିଷ୍ଟମ ପରେ ଏହା ପୃଥିବୀ ରେ ଦ୍ୱିତୀୟରେ ସବୁଠାରୁ ଅଧିକ ବିକ୍ରୟ ହେଉଥିବା ଅପରେଟିଙ୍ଗ ସିଷ୍ଟମ । ଆଣ୍ଡ୍ରଏଡ ଟାବଲେଟ୍ସର ବିକ୍ରୟ ୧୨୭ ପ୍ରତିଶତ ବଢିବା ପରେ ଅଗଷ୍ଟ ୨୦୧୩ରୁ ଆଇପ୍ୟାଡ୍ ଟାବଲେଟ ଦ୍ୱିତୀୟ ସ୍ଥାନ ରେ ଅଛି ।
ବ୍ୟାୟାମ ଏକ ଶାରୀରିକ କ୍ରିୟା ଯାହାଦ୍ୱାରା ଦେହ ସୁସ୍ଥ ଓ କାର୍ଯ୍ୟକ୍ଷମ ହୋଇଥାଏ । ମନୁଷ୍ୟ ବିଭିନ୍ନ ଇଚ୍ଛା ପୁରଣ ନିମନ୍ତେ ବ୍ୟାୟାମ କରେ ଯଥା ଓଜନ କମେଇବା ବା ସ୍ଥିର ରଖିବା, ମାଂସପେଶୀ ସୁଦୃଢ଼ କରିବା, କ୍ରୀଡ଼ା କୌଶଳରେ ଶୀର୍ଷକୁ ଯିବା, ନିର୍ଦ୍ଦିଷ୍ଟ ଗଣ୍ଠିମାନଙ୍କୁ ଚଳନକ୍ଷମ ରଖିବା ଓ ଆନନ୍ଦ ପାଇବା ନିମନ୍ତେ କରାଯାଏ । ନିୟମିତ ଓ ବାରମ୍ବାର ବ୍ୟାୟାମ କଲେ ଇମ୍ମ୍ୟୁନ ରୋଗ ପ୍ରତିରେଧକ ଶକ୍ତି ବଢ଼ିଥାଏ ତଥା ହୃତ୍ପିଣ୍ଡ ଓ ରକ୍ତନଳି ରୋଗ, ଟାଇପ ୨ ଡାଏବେଟିସ ଓ ମେଦ ବହୁଳତା ଆଦି ରୋଗମାନଙ୍କୁ ପ୍ରତିରୋଧ ହୋଇଥାଏ । ବ୍ୟାୟାମ ଦ୍ୱାରା ମାନସିକ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହେ, ବିଷାଦ ଦୂର ହୁଏ, ଯୁକ୍ତାତ୍ମକ ମନୋବଳ ବୃଦ୍ଧି ହୁଏ ଏବଂ ସୁସ୍ଥ ଶରୀରର ଯୌନକ୍ଷମତା ବୃଦ୍ଧି ହୁଏ । ଶିଶୁ ମେଦ ବହୁଳତା ବିଶ୍ୱବ୍ୟାପୀ ଏକ ଚିନ୍ତାର ବିଷୟ । ଏହାର ବିବିଧ ଉପକାରୀତାକୁ ଦୃଷ୍ଟିରେ ରଖି ସ୍ଵାସ୍ଥ୍ୟ କର୍ମୀମାନେ ବ୍ୟାୟାମର ଉପକାରୀତାକୁ "ଆଶ୍ଚର୍ଯ୍ୟଜନକ" ବା "ଚମତ୍କାର" ଔଷଧ ଭାବେ ଅଭିହିତ କରିଥାନ୍ତି ।।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀ କୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକ । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖକ । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ଡାଉନ ସିଣ୍ଡ୍ରୋମ (ଡିଏସ୍ ବା ଡିଏନଏସ), ଅନ୍ୟ ନାମ ଟ୍ରାଇସୋମି ୨୧, ଏକ ଜେନେଟିକ ବେମାରୀ ଯେଉଁଥିରେ କ୍ରୋମୋଜୋମ ୨୧ ତୃତୀୟ କପିର ସମସ୍ତ ବା ଆଂଶିକ ଉପସ୍ଥିତି ଦ୍ୱାରା ହୁଏ । ଏହାଦ୍ୱାରା ଶାରୀରିକ ବୃଦ୍ଧି ବିଳମ୍ବ ହୁଏ, ସ୍ୱାଭାବିକ ମୁଖ ଆକୃତି ଓ ସାମାନ୍ୟରୁ ମଧ୍ୟମ ବୁଦ୍ଧିମତ୍ତା ବିକଳାଙ୍ଗ ଦେଖାଯାଏ । ଡାଉନ ସିଣ୍ଡ୍ରୋମ ଥିବା ଯୁବ ବୟସ୍କର ଆଇକ୍ୟୁ ୫୦ ଥାଏ ଯାହା ୮ରୁ ୯ ବର୍ଷିୟ ପିଲାର ମାନସିକ ବୟସ ସଙ୍ଗେ ସମାନ ।
ମାଳତୀ ଚୌଧୁରୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କ ଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ଵକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ । ସ୍ବାଧୀନତା ସଙ୍ଗ୍ରାମର ପ୍ରଜାମଣ୍ଡଳ ଆନ୍ଦୋଳନରେ ସେ ଏତେ ମାତ୍ରାରେ ଜଡ଼ିତ ଥିଲେ ଇଂରେଜ ସରକାର ତାଙ୍କୁ "ଜୋଆନ୍ ଅଫ୍ ଆକ'" ନାମେର ସମ୍ବୋଧନ କରୁଥିଲେ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।