ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼ରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଶ୍ୟାମାମଣି ଦେବୀ (ଜନ୍ମ : ଶ୍ୟାମାମଣି ପଟ୍ଟନାୟକ) ଜଣେ ଓଡ଼ିଆ ଗାୟିକା ଓ ସଙ୍ଗୀତକାର । ସେ ଶାସ୍ତ୍ରୀୟ ସଙ୍ଗୀତ, ପଲ୍ଲୀ ସଙ୍ଗୀତ ଏବଂ ଆଧୁନିକ ଓଡ଼ିଆ ସଙ୍ଗୀତ ଗାୟନ କରିଛନ୍ତି । ଓଡ଼ିଶୀ ସଙ୍ଗୀତର ଦୁଇଜଣ ପ୍ରମୁଖ ଗୁରୁ - ସିଂହାରୀ ଶ୍ୟାମସୁନ୍ଦର କର ଏବଂ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାସଙ୍କଠୁ ସେ ସଙ୍ଗୀତ ଶିକ୍ଷାଗ୍ରହଣ କରିଥିବାରୁ ତାଙ୍କ ଗାୟନ ଶୈଳୀରେ ଉଭୟଙ୍କ ଛାପ ରହିଅଛି ଓ ଏହି କାରଣ ଯୋଗୁଁ ତାଙ୍କ ସ୍ୱର ବିଶେଷ ଆଦୃତ ହୋଇଅଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଅଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.
ମହନ୍ତ ଯୋଗୀ ଆଦିତ୍ୟନାଥ (ବାଲ୍ୟନାମ: ଅଜୟ ସିଂହ ବିଷ୍ଟ ଜନ୍ମ: ୫ ଜୁନ ୧୯୭୨) ଜଣେ ଭାରତୀୟ ରାଜନେତା ଅଟନ୍ତି । ମାର୍ଚ୍ଚ ୨୦୧୭ରେ ଉତ୍ତର ପ୍ରଦେଶର ଏକବିଂଶ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଉତ୍ତର ପ୍ରଦେଶର ଗୋରଖପୁର ନିର୍ବାଚନ ମଣ୍ଡଳୀରୁ ଲଗାତାର ୫ଥର ସାଂସଦ ନିର୍ବାଚିତ ହୋଇଥିଲେ । ୧୯୯୮ ମସିହାରୁ ଭାରତୀୟ ଜନତା ପାର୍ଟି ତରଫରୁ ଲୋକ ସଭାକୁ ସାଂସଦ ନିର୍ବାଚିତ ହୋଇଆସୁଛନ୍ତି । ଆଦିତ୍ୟନାଥ ଗୋରଖପୁରଠାରେ ଥିବା ଏକ ହିନ୍ଦୁ ଧାର୍ମିକ ସ୍ଥଳ ଗୋରଖନାଥ ମଠର ମହନ୍ତ (ମୁଖ୍ୟ ପୁରୋହିତ) ଅଟନ୍ତି । ସେ ସେଠାରେ ତାଙ୍କ ଧାର୍ମିକ ପିତା ମହନ୍ତ ଅବୈଦ୍ୟନାଥଙ୍କ ଅନ୍ତେ ସେପ୍ଟେମ୍ବର ୨୦୧୪ରୁ ସେ ମହନ୍ତ ଅବସ୍ଥାପିତ ହୋଇଛନ୍ତି । ସେ ସାମାଜିକ, ସାଂସ୍କୃତିକ ଓ ରାଷ୍ଟ୍ରୀୟ ଯୁବକଙ୍କ ଦଳ ହିନ୍ଦୁ ଯୁବ ବାହିନୀର ପ୍ରତିଷ୍ଠାତା ଅଟନ୍ତି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥ ଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳି ର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କ ଦ୍ୱାରା ରଚିତ ସଂଗୀତ ୨ ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କା ର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମ ଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତା ର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀ ର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ] କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀ ରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦ ରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମ ରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନ ର ନିନ୍ଦା ଓ ଭାରତ ର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ଅବତାର କିଶନ ହଙ୍ଗଲ (୧୯୧୭ - ୨୦୧୨) ଜଣେ ଜଣା ଶୁଣା ହିନ୍ଦୀ ସିନେମା ତଥା ଟେଲିଭିଜନ ଅଭିନେତା ଓ ଜଣେ ସ୍ଵାଧୀନତା ସଂଗ୍ରାମୀ ଥିଲେ । ବିଶେଷ କରି ସେ ପିତା ଓ ଜେଜେ ଭୂମିକା ପାଇଁ ବେଶ ପରିଚିତ । ସେ ପାଇ ସେ ହିନ୍ଦୀ ଚଳଚ୍ଚିତ୍ର ଜଗତରେ ପ୍ରିୟ ଜେଜେ ଭାବରେ ପରିଚିତ । ଶୋଲେ, ନମକ ହାରମ୍, ଅନାଡ଼ି, ଆଇନା, ଅବତାର, ଅଭିମାନ, କୋରା କାଗଜ, ଚିତଚୋର, ଅନାମିକା ପରି ଅନେକ ବହୁ ଚର୍ଚ୍ଚିତ ଚଳଚ୍ଚିତ୍ରରେ ଅଭିନୟ କରି ସେ ସଫଳତା ଅର୍ଜନ କରିଥିଲେ । ପ୍ରସିଦ୍ଧ ହିନ୍ଦୀ କଥାଚିତ୍ର ଶୋଲେ ରେ ସେ ରହିମ୍ ଚାଚା ଭୁମିକାରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିନେଇଥିଲେ । ସେ ୧୯୬୬ ମସିହାରୁ ୨୦୦୫ ମଧ୍ୟରେ ୨୨୫ଟି ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ସେ ରାଜେଶ ଖାନ୍ନାଙ୍କ ସହ ୧୬ଟି ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟି ର ନେତା ଲାଲ କୃଷ୍ଣ ଆଡ଼ଭାନୀ ଙ୍କ ଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶ ର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଆକାଶ ଗଙ୍ଗା ହେଉଛି ଏକ ନିହାରୀକା ଯେଉଁଥିରେ ଆମର ସୌରଜଗତ ଅବସ୍ଥିତ। ଏହା ଆମର ଆକାଶରେ ଉତ୍ତର ଦିଗରୁ ଦକ୍ଷିଣ ଦିଗକୁ ବ୍ୟାପି ଥିବାର ଦେଖାଯାଏ। ଏହା ଆମର ପୃଥିବୀ ଚାରିପଟେ ଏକ ଧଳା ରଙ୍ଗର ବନ୍ଧନ ପରି ଦେଖାଯାଏ କାରଣ ଏହା ଅଣ୍ଡାକାର ହୋଇଥିବାରୁ ଏହା ଏପରି ଦେଖାଯାଏ। ୧୬୧୦ ରେ ଗାଲିଲିଓ ଗାଲିଲେଇ(Galileo Galilei) ପ୍ରଥମେ ତାଙ୍କ ଦ୍ବାରା ଉଦ୍ଭାବିତ ତେଳିସ୍କୋପ୍ ସାହାଯ୍ୟରେ ସେଇ ଧଳା ରଙ୍ଗର ବନ୍ଧନ ସଦୃଶ ଆକାଶ ଗଙ୍ଗାରେ ଥିବା ତାରା ଗୁଡିକୁ ଅବିସ୍କୃତ କରିଥିଲେ। ୧୯୨୦ ମସିହା ପର୍ଯ୍ୟନ୍ତ ସବୁ ମହାକାଶ ବିଜ୍ଞାନୀ ଭାବୁଥିଲେ ଜେ ସେହି ଧଳା ରଙ୍ଗର ବନ୍ଧନ ସଦୃଶ ଆକାଶ ଗଙ୍ଗାରେ ବିଶ୍ୱର ସବୁ ତାରକା ଅବସ୍ଥିତ। ୧୯୨୦ ମସିହାରେ ଦୁଇ ମହାକାଶ ବିଜ୍ଞାନୀ ହାର୍ଲ ସେପ୍ଲେ(Harlow Shapley) ଏବଂ ହଵର କର୍ଟିସ୍(Heber Curtis) ଙ୍କ ମଧ୍ୟରେ ଭୀଷଣ ବିତର୍କ ଓ ଏଦ୍ଵିନ୍ ହବଲ୍(Edwin Hubble) ଙ୍କ ମନ୍ତବ୍ୟରୁ ଜଣାଗଲାଯେ ଆକାଶ ଗଙ୍ଗା ହେଉଛି ବିଶ୍ୱରେ ଥିବା କୋଟି କୋଟି ନିହାରୀକା ମଧ୍ୟରୁ ଗୋଟିଏ। ଏବେ ଅଧିକରୁ ଅଧିକ ନିହାରୀକା ଆବିଷ୍କାର ହେଲାନି ଯାହାକି ପ୍ରାୟ ୨,୦୦,୦୦୦ କୋଟି ରୁ ଅଧିକ ହେବ।
ଚିନ୍ତାର ଗଭୀରତା ଓ ବ୍ୟାପକତା କିପରି ମଣିଷ ସମାଜକୁ ପ୍ରଭାବିତ କରେ, ପ୍ରସିଦ୍ଧ ଗ୍ରୀକ ବୈଜ୍ଞାନିକ ଓ ଦାର୍ଶନିକ ଆରିଷ୍ଟୋଟଲଙ୍କ ଜୀବନୀରୁ ତାହା ସହଜରେ ପ୍ରମାଣିତ ହୁଏ । ତାଙ୍କ ଚିନ୍ତା ଓ ବିଶ୍ଳେଷଣ, ସମଗ୍ର ମାନବ ସମାଜ ଉପରେ ପ୍ରାୟ ୧୫୦୦ ବର୍ଷ ଧରି ପ୍ରଭାବ ବିସ୍ତାର କରିଥିଲା । ସେ ତାଙ୍କ ଜୀବନ କାଳ ମଧ୍ୟରେ ଅନେକ ବିକ୍ଷିପ୍ତ ବିଷୟରେ ବହୁତ ଉପାଦେୟ ପୁସ୍ତକ ରଚନା କରିଯାଇଛନ୍ତି , ଆଜି ତାହା କଳ୍ପନାତୀତ ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତି ଦ୍ଵାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କ ଦ୍ବାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ଵାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ତରଙ୍ଗ ସିନେ ପ୍ରଡକ୍ସନ୍ରେ ପୂଜା ଭରଲାୱାଲାଙ୍କ ପ୍ରଯୋଜିତ ଓଡ଼ିଆ ଚଳଚ୍ଚିତ୍ର ଲଭ୍ ପାଇଁ କୁଛ୍ ଭି କରେଗା ନିର୍ଦ୍ଦେଶକ ଅଶୋକ ପତିଙ୍କ ନିର୍ଦ୍ଦେଶନାରେ ନିର୍ମାଣ ହୋଇଥିଲା । ଏଇ ଚଳଚ୍ଚିତ୍ରଟି ୨୦୧୬ ଦୁର୍ଗାପୂଜା ଅବସରରେ ମୁକ୍ତିଲାଭ କରିବ । ଏହି ଚଳଚ୍ଚିତ୍ରରେ ଅଭିଜିତ ମଜୁମଦାର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ବେଳେ ଗୀତ ରଚନା କରିଥିଲେ ନିର୍ମଳ ନାୟକ । ମୁଖ୍ୟ ଭୂମିକାରେ ଅଭିନେତା ବାବୁଶାନ୍ ଓ ନବାଗତା ନାୟିକା ସୁପ୍ରିୟାଙ୍କୁ ଏଇ ଚଳଚ୍ଚିତ୍ରରେ ପ୍ରଥମ କରି ଏକାଠି ଅଭିନୟର ସୁଯୋଗ ମିଳିଥିଲା ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କ୍ଲୋପିଡୋଗ୍ରେଲ (ଇଂରାଜୀ ଭାଷାରେ Clopidogrel, ବିକ୍ରୟ ନାମ ପ୍ଲାଭିକ୍ସ/Plavix) ଏକ ଔଷଧ ଯାହା ଉଚ୍ଚ ହୃଦ୍ରୋଗ (heart disease) ଓ ସ୍ଟ୍ରୋକ (stroke) ହେବା ସଙ୍କଟ କମ କରେ । ହୃଦ୍ଘାତ ରୋଗରେ ଓ କରୋନାରି ଧମନୀ ସ୍ଟେଣ୍ଟ (coronary artery stent) ଦିଆଯାଇଥିବା ରୋଗୀଙ୍କୁ ଆସ୍ପିରିନ (aspirin) ଔଷଧ ସହିତ କ୍ଲୋପିଡୋଗ୍ରେଲ (dual antiplatelet therapy) ଦିଆଯାଏ । ଏହା ପାଟିରେ ଦିଆଯାଏ । କ୍ଲୋପିଡୋଗ୍ରେଲର ପ୍ରଭାବ ୨ଘଣ୍ଟା ମଧ୍ୟରେ ଆରମ୍ଭ ହୋଇ ୫ ଦିନ ପର୍ଯ୍ୟନ୍ତ ରହେ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ଵତନ୍ତ୍ର ।