ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼ରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପ୍ୟାରୀମୋହନ ମହାପାତ୍ର (୨୫ ଜାନୁଆରୀ ୧୯୪୦ - ୧୯ ମାର୍ଚ୍ଚ ୨୦୧୭) । ଓଡ଼ିଶାର ଜଣେ ରାଜନେତା ଥିଲେ । ସେ ଓଡ଼ିଶା ଜନମୋର୍ଚ୍ଚା ରାଜନୈତିକ ଦଳ ପ୍ରତିଷ୍ଠା କରିଥିଲେ ।ବିଜେଡ଼ିରୁ ନିର୍ବାଚିତ ହୋଇ ୨୦୧୦ରୁ ୨୦୧୬ ମସିହା ପର୍ଯ୍ୟନ୍ତ ରାଜ୍ୟସଭା ସାଂସଦ ଥିଲେ । ସେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଭାବେ ନିଜ କ୍ୟାରିୟର ଆରମ୍ଭ କରିଥିଲେ । ବିଜୁ ପଟ୍ଟନାୟକଙ୍କ ମୁଖ୍ୟ ସଚିବ ପଦରେ ଅବସ୍ଥାପିତ ହୋଇଥିଲେ । ସେ ୧୯୯୮ ମସିହାରେ ଆଇଏଏସ ପଦରୁ ଅବସର ନେଇ ୨୦୦୦ ମସିହାରେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ । ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ରହି ବିଜୁ ଜନତା ଦଳର ମାର୍ଗଦର୍ଶନ କରୁଥିଲେ । ସେ ଏକାଦା ରାଜ୍ୟ ରାଜନୀତିର ଚାଣକ୍ୟ ଓ ବିଜେଡିର ପ୍ରୋକ୍ସି ଲିଡ଼ର ଅଭିହିତ ହେଉଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ଵ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ଵାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ଵାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଅଛି ।
ମହନ୍ତ ଯୋଗୀ ଆଦିତ୍ୟନାଥ (ବାଲ୍ୟନାମ: ଅଜୟ ସିଂହ ବିଷ୍ଟ ଜନ୍ମ: ୫ ଜୁନ ୧୯୭୨) ଜଣେ ଭାରତୀୟ ରାଜନେତା ଅଟନ୍ତି । ମାର୍ଚ୍ଚ ୨୦୧୭ରେ ଉତ୍ତର ପ୍ରଦେଶର ଏକବିଂଶ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଉତ୍ତର ପ୍ରଦେଶର ଗୋରଖପୁର ନିର୍ବାଚନ ମଣ୍ଡଳୀରୁ ଲଗାତାର ୫ଥର ସାଂସଦ ନିର୍ବାଚିତ ହୋଇଥିଲେ । ୧୯୯୮ ମସିହାରୁ ଭାରତୀୟ ଜନତା ପାର୍ଟି ତରଫରୁ ଲୋକ ସଭାକୁ ସାଂସଦ ନିର୍ବାଚିତ ହୋଇଆସୁଛନ୍ତି । ଆଦିତ୍ୟନାଥ ଗୋରଖପୁରଠାରେ ଥିବା ଏକ ହିନ୍ଦୁ ଧାର୍ମିକ ସ୍ଥଳ ଗୋରଖନାଥ ମଠର ମହନ୍ତ (ମୁଖ୍ୟ ପୁରୋହିତ) ଅଟନ୍ତି । ସେ ସେଠାରେ ତାଙ୍କ ଧାର୍ମିକ ପିତା ମହନ୍ତ ଅବୈଦ୍ୟନାଥଙ୍କ ଅନ୍ତେ ସେପ୍ଟେମ୍ବର ୨୦୧୪ରୁ ସେ ମହନ୍ତ ଅବସ୍ଥାପିତ ହୋଇଛନ୍ତି । ସେ ସାମାଜିକ, ସାଂସ୍କୃତିକ ଓ ରାଷ୍ଟ୍ରୀୟ ଯୁବକଙ୍କ ଦଳ ହିନ୍ଦୁ ଯୁବ ବାହିନୀର ପ୍ରତିଷ୍ଠାତା ଅଟନ୍ତି ।
ମେଦ ବହୁଳତା ବା ଓବେସିଟି ଏକ ମେଡିକାଲ ରୋଗ ଯେଉଁଥିରେ ଅତ୍ୟଧିକ ଶରୀର ଚର୍ବି ଜମାହୋଇଯାଏ ଯାହା ସ୍ୱାସ୍ଥ୍ୟ ଉପରେ ପ୍ରତିକୁଳ ପ୍ରଭାବ ପକାଏ । ଯାହାର ବଡି ମାସ ଇଣ୍ଡେକ୍ସ (ବିଏମଆଇ) (ଲୋକର ଓଜନ ହରଣ ଲୋକର ମିଟରରେ ଉଚ୍ଚତାର ବର୍ଗ) ୩୦ ରୁ ଅଧିକ ଥାଏ, ତାହାକୁ ମେଦ ବହୁଳତା କୁହାଯାଏ ଓ ୨୫ରୁ ୩୦ ଭିତରେ ଥିଲେ ଅଧିଭାର କୁହାଯାଏ । କେତେକ ପୂର୍ବ ଏସିଆ ଦେଶମାନଙ୍କରେ ଏହାଠାରୁ କମ ମୂଲ୍ୟାୟନ କରନ୍ତି । ମେଦ ବହୁଳତା ଥିଲେ ଅନେକ ରୋଗ ହେବା ସମ୍ଭାବନା ଥାଏ ଯଥା; ହୃତ୍ପିଣ୍ଡ ରୋଗ, ଡାଏବେଟିସ ୨, ଅବସ୍ଟ୍ରକ୍ଟିଭ ସ୍ଲିପ ଆପନିଆ, କେତେକ କର୍କଟ ଓ ଓଷ୍ଟିଓଆର୍ଥ୍ରାଇଟିସ ।ମେଦ ବହୁଳତାର କେତେକ ପ୍ରତିଶବ୍ଦମାନଙ୍କର ନାମ: ସ୍ଥୌଲ୍ୟତା, ମେଦୋବୃଦ୍ଧି, ସ୍ଥୁଳକାୟତ୍ତ୍ୱ, ନୁଦ୍ବୁଦ ବ୍ୟାଧି
ଶ୍ୟାମାମଣି ଦେବୀ (ଜନ୍ମ : ଶ୍ୟାମାମଣି ପଟ୍ଟନାୟକ) ଜଣେ ଓଡ଼ିଆ ଗାୟିକା ଓ ସଙ୍ଗୀତକାର । ସେ ଶାସ୍ତ୍ରୀୟ ସଙ୍ଗୀତ, ପଲ୍ଲୀ ସଙ୍ଗୀତ ଏବଂ ଆଧୁନିକ ଓଡ଼ିଆ ସଙ୍ଗୀତ ଗାୟନ କରିଛନ୍ତି । ଓଡ଼ିଶୀ ସଙ୍ଗୀତର ଦୁଇଜଣ ପ୍ରମୁଖ ଗୁରୁ - ସିଂହାରୀ ଶ୍ୟାମସୁନ୍ଦର କର ଏବଂ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାସଙ୍କଠୁ ସେ ସଙ୍ଗୀତ ଶିକ୍ଷାଗ୍ରହଣ କରିଥିବାରୁ ତାଙ୍କ ଗାୟନ ଶୈଳୀରେ ଉଭୟଙ୍କ ଛାପ ରହିଅଛି ଓ ଏହି କାରଣ ଯୋଗୁଁ ତାଙ୍କ ସ୍ୱର ବିଶେଷ ଆଦୃତ ହୋଇଅଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ନାଉରୁ ଏକ ଦ୍ଵୀପ ଦେଶ । ୧୯୬୮ ଜାନୁଆରୀ ୩୧ରେ ଅଷ୍ଟ୍ରେଲିଆ ଅଧୀନରୁ ନାଉରୁ ସ୍ଵାଧୀନତା ଲାଭ କରିଥିଲା ହାୱାଇଠାରୁ ୨,୮୦୦ ମାଇଲ ଦୂର ପ୍ରଶାନ୍ତ ମହାସାଗରର ମଧ୍ୟଭାଗରେ ମାଇକ୍ରୋନେସିଆରେ ଏହି କ୍ଷୁଦ୍ର ଦ୍ଵୀପ ରାଷ୍ଟ୍ର ଅବସ୍ଥିତ ସରକାରୀ ଭାବେ ରିପବ୍ଳିକ ଅଫ ନାଉରୁ କଥିତ ହେଉଥିବା ବେଳେ ଏହା ପ୍ଲିଜାଣ୍ଟ ଆଇଲଣ୍ଡ ଭାବେ ମଧ୍ୟ ପରିଚିତ ୨୧ ବର୍ଗକିଲୋମିଟରରେ ପରିବ୍ୟାପ୍ତ ନାଉରୁ ପୃଥିବୀର ସବୁଠାରୁ କ୍ଷୁଦ୍ର ରିପବ୍ଳିକ ଭାଟିକାନ ସିଟି ପରେ ଏହା ସବୁଠାରୁ କମ ଜନବହୁଳ ରାଷ୍ଟ୍ର ଭାବେ ପରିଗଣିତ ଏଠାରେ ମାଇକ୍ରୋନେସିଆ ଓ ପଲିନେସିଆର ଲୋକେ ବାସ କରନ୍ତି
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଟେଷ୍ଟ କ୍ରିକେଟ ମାନ୍ୟତା ନଥିବା ଦେଶ ରେ ଜନ୍ମ ହେଇଥିବା ଟେଷ୍ଟ କ୍ରିକେଟ ଖେଳାଳି
କେତେକ କ୍ରିକେଟ ଖେଳାଳି ଯେଉଁ ଦେଶ ପାଇଁ ଟେଷ୍ଟ ଖେଳିଛନ୍ତି , ସେ ଦେଶରେ ଜନ୍ମ ନ ହେଇ ଅନ୍ୟ ଦେଶ ରେ ଜନ୍ମ ହେଇ ସେହି ଦେଶ କୁ ଆସି ନାଗରିକ ହେଲା ପରେ ସେହି ଦେଶ ପକ୍ଷ ରୁ ଟେଷ୍ଟ ଖେଳିଥାନ୍ତି ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ" ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳ ର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣ କୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଦୁର୍ଲଭ ସିଂ, ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ଅଭିନେତା ଥିଲେ । ସେ ୧୯୧୭ମସିହା ମାର୍ଚ୍ଚ ୧୨ତାରିଖରେ ପୁରୀ ଜିଲ୍ଲାର ନିମାପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ । ସେ ଦଶ ବର୍ଷ ବୟସରୁ ମଞ୍ଚରେ ଅଭିନୟ ଆରମ୍ଭ କରିଥିଲେ । ଅଭିନେତ୍ରୀ ଲକ୍ଷ୍ମୀ ଦେବୀଙ୍କୁ ସେ ବିବାହ କରିଥିଲେ । ତାଙ୍କର ୨ପୁଅ ଓ ୭ଝିଅ । ୨୦୧୦ମସିହା ମେ ୪ତାରିଖରେ, ଦୁର୍ଲଭ ସିଂଙ୍କର ପୁରୀଠାରେ ପରଲୋକ ଘଟିଥିଲା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସ୍ଟ୍ରେପ୍ଟୋକାଇନେଜ (ଇଂରାଜୀ ଭାଷାରେ Streptokinase ବା SK) ଏକ ଥ୍ରୋମ୍ବୋଲାଇଟିକ ଔଷଧ (thrombolytic) ଓ ଏଞ୍ଜାଇମ (enzyme) । ହୃଦ୍ଘାତ, ପଲମୋନାରି ଏମ୍ବୋଲିଜ୍ମ (pulmonary embolism) ଓ ଆର୍ଟେରିଆଲ ଥ୍ରୋମ୍ବୋଏମ୍ବୋଲିଜ୍ମ (arterial thromboembolism) ରୋଗମାନଙ୍କରେ ଜମାଟ ହୋଇଥିବା ରକ୍ତ (ଆରଞ୍ଚ ବା କ୍ଲଟ) ନଷ୍ଟ ବା ଥ୍ରୋମ୍ବୋଲାଇସିସ (break down clots) କରିବା ନିମନ୍ତେ ଏହି ଔଷଧ ବ୍ୟବହାର କରାଯାଏ । ଏସଟି ଏଲିଭେସନ ମାୟୋକାର୍ଡ଼ିଆଲ ଇନଫାର୍କସନ (ST elevation myocardial infarction ବା STEMI) , ଏକ ପ୍ରକାର ହୃଦ୍ଘାତରେ ଏହି ଔଷଧ ଦିଆଯାଏ । ଶିରାଭ୍ୟନ୍ତରରେ ଇଞ୍ଜେକସନ (injection into a vein) ଆକାରରେ ଏହି ଔଷଧ ଦିଆଯାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥ ଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳି ର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କ ଦ୍ୱାରା ରଚିତ ସଂଗୀତ ୨ ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କା ର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମ ଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତା ର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀ ର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ] କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀ ରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦ ରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମ ରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନ ର ନିନ୍ଦା ଓ ଭାରତ ର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ୟଜ (ଇଂରାଜୀରେYaws) (ଅନ୍ୟ ନାମ ଫ୍ରାମ୍ବେସିଆଟ୍ରୋପିକା, ଥାଇମୋସିସ, ପୋଲିପାପିଲାମୋଟ୍ରୋପିକମ, ପରଙ୍ଗି, ବାଉବା, ଫ୍ରମ୍ବୋସି ଓ ପିଆନ; ଇଂରାଜୀରେ ଯଥାକ୍ରମେ frambesiatropica, thymosis, polypapillomatropicum, parangi, bouba, frambösie, ଓ pian) ଏକ ଗ୍ରଷ୍ମମଣ୍ଡଳୀୟ ସଂକ୍ରମଣ ରୋଗ ଯାହା ଚର୍ମ, ହାଡ଼ ଓ ଗଣ୍ଠିମାନଙ୍କୁ ଆକ୍ରମଣ କରେ ଓ ସ୍ପାଇରୋକିଟ ଜୀବାଣୁ ଟ୍ରେପୋନେମା ପାଲିଡମ ପର୍ଟେନ୍ୟୁ ଦ୍ୱାରା ହୁଏ । ରୋଗ ଆରମ୍ଭ ହେଲେ ଚର୍ମରେ ୨ ରୁ ୫ ସେମି ବିଶିଷ୍ଟ ଗୋଟିଏ ଟାଣ ଗୋଲାକାର ଫୁଲା (swelling) ହୁଏ । ଏହି ଫୁଲାଟିର ମଧ୍ୟଭାଗ ଖୋଲିଯାଇ ଘାଆ ହୋଇଯାଇପାରେ । ଏହି ପ୍ରାରମ୍ଭିକ ରୋଗ ୩ ରୁ ୬ ମାସ ମଧ୍ୟରେ ଶୁଖିଯାଏ । କିଛି ସପ୍ତାହରୁ କିଛି ବର୍ଷ ପଶ୍ଚାତ ଗଣ୍ଠି ଓ ହାଡ଼ରେ ଯନ୍ତ୍ରଣା ହୁଏ, ଥକ୍କାଣ ହୁଏ ଓ ନୂଆ ଚର୍ମ ଲକ୍ଷଣ ବାହାରେ । ହାତ ପାପୁଲି ଓ ପାଦତଳ ଘାଆ ହୋଇଯାଏ । ନାକ ହାଡ଼ର ଆକାର ବଦଳି ଯାଏ । ପାଞ୍ଚ ବର୍ଷ ବା ପରେ ବଡ଼ ଆକାରର ଚର୍ମ ମରିଯାଇ ଶୁଖି ସ୍କାର ହୁଏ । ୟଜ ସଂକ୍ରମିତ ଲୋକର ଲିଜନରୁ ନିର୍ଗତ ତରଳପଦାର୍ଥ ସହ ସିଧା ସଂସ୍ପର୍ଷରେ ଆସିଲେ ଏହି ରୋଗ ଦିଏଁ । ଏହା ଏକ ଅଯୌନିକ ରୋଗ । ଏହା ପିଲାମାନଙ୍କୁ ଅଧିକ ଧରେ, ସାଥୀ ହୋଇ ଖେଳିବା ସମୟରେ ବ୍ୟାପେ । ଅନ୍ୟ ସମ୍ପର୍କିତ ରୋଗମାନଙ୍କର ନାମ ବେଜେଲ (ଜୀବାଣୁ ନାମ ଟ୍ରେପୋନେମା ପାଲିଡମ ଏଣ୍ଡେମିକମ, ଇଂରାଜୀରେTreponema pallidum endemicum), ପିଣ୍ଟା (ଜୀବାଣୁ ନାମ ଟ୍ରେପୋନେମା ପାଲିଡମ କାରାଟିଅମ ଇଂରାଜୀରେ Treponema pallidum carateum) ଓ ସିଫିଲିସ (ଜୀବାଣୁ ନାମ ଟ୍ରେପୋନେମା ପାଲିଡମ ପାଲିଡମ ଇଂରାଜୀରେ Treponema pallidum pallidum) । ଏହାର ଆକୃତି ଓ ଲକ୍ଷଣ ଦେଖିବା ପରେ ରୋଗ ନିର୍ଣ୍ଣୟ କରାଯାଏ । ରକ୍ତ ଆଣ୍ଟିବଡି ପରୀକ୍ଷା ଉପକାରୀ ହୋଇପାରେ କିନ୍ତୁ ପୂର୍ବତନ ଓ ଏବେକାର ରୋଗ ଫରକ ଜଣେଇ ପାରେନାହିଁ । ପଲିମରେଜ ଚେନ ରିଆକ୍ସନ (Polymerase chain reaction ବା PCR) ଏହାର ସଠିକ ନିର୍ଣ୍ଣୟାତ୍ମକ ପରୀକ୍ଷା । ରୋଗୀଙ୍କୁ ଆରୋଗ୍ୟ କରି ରୋଗ ବ୍ୟାପିବା ସଙ୍କଟ ଦୂର କରି ପ୍ରତିରୋଧ କରିବାହିଁ ଆଶିଂକ ସଠିକ୍ ପଦ୍ଧତି । ବ୍ୟାପକ ରୋଗ ହେଉଥିବା ସ୍ଥାନରେ ସମୁଦାୟ କମ୍ମ୍ୟୁନିଟି ଲୋକଙ୍କୁ ଚିକିତ୍ସା କରିବା ଫଳପ୍ରଦ ହୁଏ । ପରିଚ୍ଛନତା ଓ ପରିମଳ ବ୍ୟବସ୍ଥାରେ ସୁଧାର ଆଣିପାରିଲେ ରୋଗ ବ୍ୟାପିବା କମିଯାଏ । ପାଟିବାଟେ ଆଜିଥ୍ରୋମାଇସିନ ଆଣ୍ଟିବାୟୋଟିକ ଦେଇ ଓ ବେଞ୍ଜାଥିନ ପେନିସିଲିନ ଇଞ୍ଜେକସନ ଦେଇ ଏହାର ଚିକିତ୍ସା କରାଯାଏ । ଚିକିତ୍ସା ନ କଲେ ଶାରୀରିକ ବକ୍ରତା ୧୦ % ରୋଗୀଙ୍କର ଦେଖାଯାଏ । ସନ ୨୦୧୨ର ଆକଳନ ଅନୁସାରେ ୧୪ଟି ଗ୍ରୀଷ୍ମମଣ୍ଡଳୀୟ ଦେଶରେ ୟଜ ରୋଗ ସାଧାରଣତଃ ଦେଖାଯାଏ । ଏହି ରୋଗ କେବଳ ମନୁଷ୍ୟକୁ ଆକ୍ରମଣ କରେ । ସନ ୧୯୫୦ ଓ ୧୯୬୦ ଦଶକରେ ଡବ୍ଲ୍ୟୁ.ଏଚ.ଓ. ଏହି ରୋଗକୁ ପ୍ରାୟ ନିର୍ମୂଳ କରିଦେଇଥିଲେ । ସେହି ସମୟଠାରୁ ଏହି ରୋଗ ସଂଖ୍ୟା ବଢ଼ିବାରୁ ଆଉଥରେ ଡବ୍ଲ୍ୟୁ.ଏଚ.ଓ.
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ । ଓଡ଼ିଆ ଶିଶୁ ସହିତ୍ୟ ପ୍ରଥମତଃ ଶିଶୁକୁ ମନୋରଞ୍ଜନ ଦେଇଥାଏ । ଦ୍ୱିତୀୟରେ ଏହା ଶିକ୍ଷଣୀୟ ହୋଇଥିବାରୁ ଶିଶୁର ଜୀବନଗଠନରେ ସହାୟକ ହୋଇଥାଏ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ହୃଦରକ୍ତନଳୀ ରୋଗ ବା ସିଭିଡି (ଇଂରାଜୀରେ Cardiovascular disease କିମ୍ବା CVD) ଏକ ରୋଗ ଶ୍ରେଣୀ ରୋଗ ଯେଉଁଥିରେ ହୃତ୍ପିଣ୍ଡ ଓ ରକ୍ତନଳୀ ରୋଗଗ୍ରସ୍ତ ହୋଇଥାଏ । ସିଭିଡି ପର୍ଯ୍ୟାୟର ରୋଗଙ୍କର ନାମ: ଇସ୍କେମିକ ହୃତ୍ପିଣ୍ଡ ରୋଗ ବା ଆଇ.ଏଚ.ଡି. (ischemic heart disease), ସ୍ଟ୍ରୋକ, ଉଚ୍ଚ ରକ୍ତଚାପ ସମ୍ବନ୍ଧୀୟ ହୃତ୍ପିଣ୍ଡ ରୋଗ, ରିଉମାଟିକ୍ ହୃତ୍ପିଣ୍ଡ ରୋଗ (ଆର.ଏଚ.ଡି.), ଆଓର୍ଟିକ ଆନିଉରିଜ୍ମ, କାର୍ଡ଼ିଓମାୟୋପାଥି, ଆଟ୍ରିଆଲ ଫିବ୍ରିଲେସନ, ଜନ୍ମଗତ ହୃତ୍ପିଣ୍ଡ ରୋଗ, ଏଣ୍ଡୋକାର୍ଡ଼ାଇଟିସ ଓ ପେରିଫେରାଲ ଧମନୀ ରୋଗ (ପି.ଏ.ଡି.) ଇତ୍ୟାଦି । ସାଧାରଣତଃ ହୃଦପିଣ୍ଡ ଠିକ ଭାବରେ କାମ ନ କଲେ ତାହାକୁ ହୃଦ୍ରୋଗ ବୋଲି କୁହାଯାଏ । କେତେଜଣ ଛୁଆ ଜନ୍ମରୁ ହୃଦ୍ରୋଗରେ ଆକ୍ରାନ୍ତ ହୁଅନ୍ତି । ତାହାକୁ ଆଜନ୍ମ (congenital) ହୃଦ୍ରୋଗ ବୋଲି କୁହାଯାଏ । ଯଦି ପର ମୂହୁର୍ତ୍ତରେ ଏହି ରୋଗ ହୋଇଥାଏ ତାହାକୁ ଆକ୍ୱାୟାର୍ଡ଼ (acquired) ହୃଦ୍ରୋଗ ବୋଲି କୁହାଯାଏ । ରୋଗର ପ୍ରକାର ଉପରେ ଅନ୍ତର୍ନିହିତ କାର୍ଯ୍ୟକାରୀତା ନିର୍ଭର କରେ । ଆଇ.ଏଚ.ଡି., ସ୍ଟ୍ରୋକ ଓ ପି.ଏ.ଡି. ରୋଗରେ ଆଥେରୋସ୍କ୍ଲେରୋସିସ ଥାଏ । ଉଚ୍ଚ ରକ୍ତଚାପ, ଧୂମ୍ରପାନ, ଡାଏବେଟିସ ମେଲିଟସ, ବ୍ୟାୟାମ ଅଭାବ, ମୋଟାପଣ, ଅଧିକ ରକ୍ତ କୋଲେସ୍ଟେରଲ, ଖାଦ୍ୟାଭାବ, ଅଧିକ ମଦ୍ୟପାନ ଯୋଗୁ ଏହା ହୋଇପାରେ । ସିଭିଡି ସମ୍ବନ୍ଧୀୟ ଉଚ୍ଚ ରକ୍ତଚାପ ଯୋଗୁ ୧୩ %, ଧୂମ୍ରପାନ ଯୋଗୁ ୯ %, ଡାଏବେଟିସ ଯୋଗୁ ୬ %, ଓ ମୋଟାପଣ ଯୋଗୁ ୫ % ମୃତ୍ୟୁ ହୁଏ । ଅଣଚିକିତ୍ସିତ ଗଳା ସଂକ୍ରମଣ ଯୋଗୁ ଆର.ଏଚ.ଡି.
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବୃକକ ବା କିଡନୀ ମାନବ ଶରୀରରେ ଥିବା ନିଷ୍କାସନ ବିଭାଗର ଦୁଇଟି ଅଙ୍ଗ, ଦେଖିବାକୁ ଶିମ୍ବ ମଞ୍ଜି ଭଳି ଓ ଆକାର ମୁଠା ହୋଇଥିବା ହାତ ଭଳି । ଅଣ୍ଟା ପାଖରେ ପେଟ ଭିତରେ ମେରୁ ଅସ୍ଥି ଦୁଇ ପଟରେ ପେରିଟୋନିଅମ ପଛ ପାଖରେ ଦୁଇଟି କିଡନୀ ଥାଏ । ବାମ କିଡନି ଅପେକ୍ଷା ଡାହାଣ କିଡନୀ ସାମାନ୍ୟ ତଳକୁ ଥାଏ ଓ ବାମ କିଡନି ମେରୁ ଅସ୍ଥିର ଅଧିକ ପାଖକୁ ଥାଏ । ପ୍ରତ୍ୟେକ କିଡନୀକୁ ଗୋଟିଏ ‘କିଡନୀ ଧମନୀ’ ପ୍ରବେଶ କରେ ଓ ଗୋଟିଏ ‘କିଡନୀ ଶିରା’ ବାହାରେ । କିଡନୀରୁ ଗୋଟିଏ ନଳୀ ବାହାରେ ଯାହାକୁ ୟୂରେଟର କହନ୍ତି । ଏହି ୟୂରେଟର ମଧ୍ୟ ଦେଇ କିଡନୀରୁ ପରିସ୍ରା ବାହାରି ମୂତ୍ରାଶୟରେ ଜମା ହୁଏ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।