ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.
ଗୌରହରି ଦାସ (୯ ଅକ୍ଟୋବର୍, ୧୯୬୦ ମସିହା) ଓଡିଆ ଭାଷାରେ ଗଳ୍ପ, ଉପନ୍ୟାସ, ନାଟକ ଓ ସ୍ତମ୍ଭ ଲେଖୁଥିବା ଲେଖକ। ୧୯୬୦ ମସିହାରେ ଅବିଭକ୍ତ ବାଲେଶ୍ୱର ଓ ବର୍ତ୍ତମାନର ଭଦ୍ରକ ଜିଲ୍ଲା ଅଧୀନ ଷଣ୍ଢଗଡ଼ାରେ ତାଙ୍କର ଜନ୍ମ। ହାଇସ୍କୁଲରେ ପଢ଼ିଲା ବେଳେ ତାଙ୍କର ପ୍ରଥମ ଗଳ୍ପ କ୍ଷୀଣାଲୋକ ପ୍ରକାଶ ପାଇଥିଲା। ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି। ସଂପ୍ରତି ସେ ଓଡ଼ିଆ ଖବରକାଗଜ "ସମ୍ବାଦ"ର ସାହିତ୍ୟ ସମ୍ପାଦକ ଏବଂ "କଥା" ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରିବା ସହ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଅା ଅାଣ୍ଡ୍ କଲ୍ଚରର" ଅଧ୍ୟକ୍ଷ ଦାୟିତ୍ୱରେ ଅଛନ୍ତି। ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଅାବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଅଛନ୍ତି।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥ ଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳି ର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କ ଦ୍ୱାରା ରଚିତ ସଂଗୀତ ୨ ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କା ର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମ ଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତା ର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀ ର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ] କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀ ରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦ ରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମ ରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନ ର ନିନ୍ଦା ଓ ଭାରତ ର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜନସଂଖ୍ୟା ହିସାବ ରେ ଜାତୀୟ ରାଜଧାନୀ ସମୂହ ର ତାଲିକା
Thଏହା ଜନସଂଖ୍ୟା ହିସାବ ରେ ବିଶ୍ଵ ର ଦେଶ ମାନଙ୍କର ଜାତୀୟ ରାଜଧାନୀ ସମୂହ ର ତାଲିକା ଯାହା ଜନସଂଖ୍ୟା ଆଧାର କୁ ନେଇ କରାଯାଇଛି । ଏଥିରେ ନିର୍ଭରଶୀଳ ଅଞ୍ଚଳ ଓ ବିବାଦୀୟ ଅଞ୍ଚଳ ସ,ମୂହ କୁ ବକ୍ରୀତ ଲିପି ରେ ଉଲ୍ଲେଖ କରାଯାଇଛି । ଦିଆ ଯାଇଥିବା ଜନସଂଖ୍ୟା କେବଳ ରାଜଧାନୀ ସହର ର , ଏଥିରେ ସହରତଳି ଓ ମେଟ୍ରୋପାଳିଟାନ ଅଞ୍ଚଳ ମିଶା ଯାଇନାହିଁ ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
କଳିଙ୍ଗ ଲିଟରାରି ଫେସ୍ଟିଭାଲ (ଇଂରାଜୀ ଭାଷାରେ Kalinga Literary Festival ବା କେଏଲଏଫ/KLF) ଏକ ସାହିତ୍ୟିକ ମହୋତ୍ସବ ଯାହା ୨ ବା ୩ ଦିନ ଧରି ପ୍ରତି ବର୍ଷ ଜୁନ ମାସରେ ଭାରତର ଓଡ଼ିଶା ପ୍ରଦେଶର ସ୍ମାର୍ଟ ଓ ମନ୍ଦିରମାଳିନୀ ଭୁବନେଶ୍ୱର ସହରରେ ଅନୁଷ୍ଠିତ ହୁଏ । ଏହି ଉତ୍ସବ ସାଧାରଣତଃ ପ୍ରତିବର୍ଷ ଜୁନ ମାସରେ ମେଫେୟାର ଲେଗୁନ ହୋଟେଲର କନଭେନସନ ହଲରେ (Mayfair Convention) ପାଳନ କରାଯାଏ । ଓଡିଶାର ସାଂସ୍କୃତିକ ଜଗତରେ କେଏଲଏଫ ଏକ କର୍ଣ୍ଣଧାର ରୂପେ ଠିଆ ହୋଇ ଯୁବ ଜଗତରେ ସାହିତ୍ୟ ଅନୁରାଗ ସୃଷ୍ଟି କରିବା ଚେଷ୍ଟାରେ ଲାଗିଛି । ଏହି ଜାତୀୟ ମଞ୍ଚରେ ଇଂରାଜୀ, ଭାରତୀୟ ଇଂରାଜୀ ଓ ଭାରତୀୟ ସାହିତ୍ୟମାନଙ୍କ ମଧ୍ୟରେ ଥିବା ଶୂନ୍ୟତାକୁ ଶାସ୍ତ୍ରୀୟ ଓଡିଆ ଭାଷା ସହ ସଂଯୁକ୍ତ କରିବା ଏହାର ଜାଗତିକ ଲକ୍ଷ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ଵାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଚିତ୍ରକୋଣ୍ଡା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଚିତ୍ରକୋଣ୍ଡା (କ୍ରମିକ ସଂଖ୍ୟା: ୧୪୭) ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବାଲିମେଳା (ବି), ମାଥିଲି ବ୍ଳକ, କୁଡୁମୁଲୁଗୁମ୍ମା ବ୍ଳକ, ଖଇରପୁଟ ବ୍ଳକ ଓ କୋରୁକୁଣ୍ଡା ବ୍ଳକର କିଛି ଅଂଶ ।
ଟେଷ୍ଟ କ୍ରିକେଟ ମାନ୍ୟତା ନଥିବା ଦେଶ ରେ ଜନ୍ମ ହେଇଥିବା ଟେଷ୍ଟ କ୍ରିକେଟ ଖେଳାଳି
କେତେକ କ୍ରିକେଟ ଖେଳାଳି ଯେଉଁ ଦେଶ ପାଇଁ ଟେଷ୍ଟ ଖେଳିଛନ୍ତି , ସେ ଦେଶରେ ଜନ୍ମ ନ ହେଇ ଅନ୍ୟ ଦେଶ ରେ ଜନ୍ମ ହେଇ ସେହି ଦେଶ କୁ ଆସି ନାଗରିକ ହେଲା ପରେ ସେହି ଦେଶ ପକ୍ଷ ରୁ ଟେଷ୍ଟ ଖେଳିଥାନ୍ତି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଗୁଣୁପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଗୁଣୁପୁର (କ୍ରମିକ ସଂଖ୍ୟା: ୧୩୮) ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଗୁଣୁପୁର (ବି), ଗୁଡାରି (ବି), ଗୁଣୁପୁର ବ୍ଳକ, ରାମନଗୁଡ଼ା ବ୍ଳକ, ପଦ୍ମପୁର ବ୍ଳକ ଗୁଡାରି ବ୍ଳକ ଓ ଚନ୍ଦ୍ରପୁର ବ୍ଳକ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (Uniform Resource Locator)
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଅସମୀୟା ଭାଷା, ଆସାମର ସରକାରୀ ଭାଷା ଅଟେ। ଅସମୀୟା ଭାଷା ହେଉଛି ପୂର୍ବ ଭାରତୀୟ-ଆର୍ଯ ଭାଷା। ଏଇ ଭାଷା ପ୍ରଧାନତ ଉତ୍ତର-ପୂବ ଭାରତର ଅସମରେ ବ୍ୟବହାର କରା ହୁଏଁ। ଏଇ ଭାଷା ଅସମର ରାଜ୍ୟିକ ଭାଷା। ଅରୁଣାଚଳ ପ୍ରଦେଶର କିଛି କିଛି ଜଗହରେ ଆଉ ଉତ୍ତର-ପୂର୍ବାଞ୍ଚଳର ଅନ୍ୟାନ୍ୟ ରାଜ୍ୟରେ ଭି ଅସମୀୟା ଭାଷୀ ଳୋକ ଅଛି। ଅସମୀୟା-ଭିତ୍ତିକ ନାଗାମିଜ ନାମର ଗୋଟିୟେ କ୍ରେୱଳ ଭାଷା ନାଗାଳେଣ୍ଡରେ ବ୍ଯାପକଭାୱେ ବ୍ଯୱହାର ହୁଏଁ। ଭୂଟାନରେ ଭି କିଛିସଂଖ୍ଯକ ଅସମୀୟା ଭାଷୀ ଳୋକ ଅଛି। ଅସମତ ବର୍ତମାନ ଅସମୀୟା ଭାଷା କହିବା ମନିଷର ସଂଖ୍ଯା ୧.୩୦ କୋଟିରୁ ଅଧିକ ଆଉ ବିଶ୍ୱରେ ଏଇ ସଂଖ୍ୟା ପ୍ରାୟ ୨ କୋଟି। ଓଡ଼ିଆ ଆଉ ବାଙ୍ଗଳା ରୁ ସାଙ୍ଗେ ଏଇ ଭାଷାର ଯଥେଷ୍ଟ ମିଳ ଅଛି। ଏଇ ଭାଷା ଅସମୀୟା ଳିପିରେ ଳେଖା ହୁଏଁ। ଅସମୀୟା ଓ ବାଂଳା ଳିପିର ଖୁବ ବେଶି ପ୍ରଭେଦ ନାହିଁ। ଅସମୀୟାରେ 'ର'କୁ ৰ ଆଉ ବାଂଳାରେ র ଳିଖା ହୁଏଁ। ବାଂଳାରେ 'ୱ' ନାହିଁ। ଅସମୀୟାରେ ୱ (ৱ) ଅଛି ।
ଜନ ଫିଜ୍ଗେରାଲ୍ଡ କେନେଡ଼ି ବା ଜ୍ୟାକ୍ କେନେଡ଼ି (୨୯ ମେ, ୧୯୧୭ - ୨୨ ନଭେମ୍ବର ୧୯୬୩) ଜଣେ ଆମେରିକୀୟ ରାଜନେତା (JFK ନାଁ ରେ ଅଧିକ ପ୍ରସିଦ୍ଧ) । ସେ ଜାନୁଆରୀ ୧୯୬୧ ରୁ ନଭେମ୍ବର ୧୯୬୩ରେ ତାଙ୍କ ହତ୍ୟା ଯାଏଁ ଯୁକ୍ତରାଷ୍ଟ୍ର ଆମେରିକା ର ୩୫ତମ ରାଷ୍ଟ୍ରପତିର ଦାୟିତ୍ୱ ବହନ କରିଥିଲେ । ତାଙ୍କ ଶାସନ କାଳରେ ବିଶ୍ୱ ରାଜନୀତିର ଅନେକ ପ୍ରମୁଖ ଓ ଐତିହାସିକ ଘଟଣା ଘଟିଯାଇଥିଲା ଯଥା: ପରମାଣୁ ପରୀକ୍ଷଣ ପ୍ରତିବନ୍ଧ ସନ୍ଧି (Nuclear Test Ban Treaty), ପିସ୍ କର୍ପ ର ପ୍ରତିଷ୍ଠା, ମହାକାଶ ଯାତ୍ରା ଲାଗି ପ୍ରତିଯୋଗିତା, ବର୍ଲିନ ପ୍ରାଚୀର ନିର୍ମାଣ, କୃଷ୍ଣକାୟଙ୍କ ନାଗରିକ ଅଧିକାର ଆନ୍ଦୋଳନ ଓ ଭିଏତନାମ ଯୁଦ୍ଧରେ ଆମେରିକାର ପୂର୍ଣ୍ଣ ଯୋଗଦାନ ଆଦି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବଟୁ ଗୁମ୍ଫା , ମାଲୟେସିଆ ଦେଶ ର ସେଲଙ୍ଗର ଠାରେ ଅବସ୍ଥିତ ଏକ ଚୂନ ପଥର ପାହାଡ ଓ ସେଠାରେ ଗୁମ୍ଫା ରେ ମନ୍ଦିର ରହିଛି । ଏହି ପର୍ବତ ନିକଟ ରେ ପ୍ରବାହିତ ହାଉଥିବା ସାନଗାଇ ବଟୁ ନଦୀ ର ନାମ ଅନୁସାରେ ଏହି ଗୁମ୍ଫା ର ନାମ ବଟୁ ଗୁମ୍ଫା କୁହାଯାଇଥାଏ । ଏହା ଏହିପର୍ବତ ଶ୍ରେଣୀ ର ଦଶମ ଚୂନ ପଥର ପାହାଡ ଓ ନିକଟ ରେ ଥିବା ଗ୍ରାମ କୁ ମଧ୍ୟ ବଟୁ ଗୁମ୍ଫା କୁହାଯାଇଥାଏ । . ଏହା ଭାରତ ବାହାରେ ଥିବା ହିନ୍ଦୁ ଧର୍ମ ସ୍ଥଳୀ ମଧ୍ୟ ରୁ ସର୍ବାଧିକ ଜନପ୍ରିୟ । ମାଲେସିଆ ଦେଶ ରେ ମଧ୍ୟ ହିନ୍ଦୁ ପର୍ବ ଥାଇପୁସମ ଏଠାରେ ପାଳିତ ହୁଏ । ବଟୁ ଗୁମ୍ଫା କୁ ଭଗବାନ ମୁରୁଗା ଙ୍କ ଦଶମ ଗୁମ୍ଫା ଭାବରେ କୁହାଯାଇଥାଏ । ଏଠି ମଧ୍ୟ ରୁ 6 ତୀ ଭାରତ ରେ ଓ 4 ତୀ ମାଲୟେସିଆ ରେ ରହିଛି । ମାଲୟେସିଆ ର ଅନନ୍ୟ ତିନୋଟି କଲ୍ଲୁମଲାଇ ମନ୍ଦିର , ଇୟଫ ଠାରେ , ତନିମାଳୟ ମନ୍ଦିର ପେନଙ୍ଗ ଠାରେ ଓ ସନ୍ନସୀମାଳୟ ମନ୍ଦିର ମାଲକ୍କା ଠାରେ ଅବସ୍ଥିତ । ଏହା ନିକଟ ରେ ସେଲାୟଙ୍ଗ ନାମକ ଏକ ବୃହତ ଥୋକ ବଜାର ରହିଛି ।.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଡ୍ରାକୁନ୍କୁଲିଆସିସ, ଅନ୍ୟ ନାମ ଗିନି ପୋକ ରୋଗ ବା ଇଂରାଜୀରେ ('''guinea worm disease''') (GWD), ଏକ ସଂକ୍ରାମକ ରୋଗ ଯାହା ଡ୍ରାକୁନକୁଲସ୍ ମେଡିନେନ୍ସିସ ବା ଗିନି ପୋକଦ୍ୱାରା ହୁଏ । ଗିନି ପୋକ ଲାର୍ଭାଦ୍ୱାରା ସଂକ୍ରମିତ ୱାଟର ଫ୍ଲି, ଇଂରାଜୀରେ water fleas ଥିବା ଜଳ ପାନ କଲେ ଏହି ରୋଗ ହୁଏ । ପ୍ରାରମ୍ଭରେ କୌଣସି ଲକ୍ଷଣ ନ ଥାଏ । ପ୍ରାୟ ଏକ ବର୍ଷ ପରେ ମାଈ ଗିନି ପୋକ ସାଧାରଣତଃ ଗୋଡ଼ ଚମରେ ଫୋଟକା କଲେ ଜଳା ପୋଡ଼ା ହୁଏ । କିଛି ସପ୍ତାହ ମଧ୍ୟରେ ପୋକ ବାହାରକୁ ବାହାରି ଚମକୁ ଆସେ । During this time, it may be difficult to walk or work. ଏହି ରୋଗରେ ମୃତ୍ୟୁ ଏକ ଅସାଧାରଣ କଥା । ଗିନି ପୋକଦ୍ୱାରା ଏକମାତ୍ର ମାନବ ସଂକ୍ରମିତ ହୁଏ । ବୟଃପ୍ରାପ୍ତ ମାଈ ପୋକର ଲମ୍ବ ୬୦ ରୁ ୧୦୦ ସେମି (ଅଣ୍ଡିରା ପୋକ ଏହାଠାରୁ ଛୋଟ) ଓ ପ୍ରସ୍ଥ ଏକ ରୁ ଦୁଇ ମିମି ଥାଏ । ମାନବ ଶରୀର ବାହାରେ ଏହାର ଅଣ୍ଡା ପ୍ରାୟ ୩ ସପ୍ରାହ ବଞ୍ଚି ପାରନ୍ତି । ୱାଟର ଫ୍ଲିଦ୍ୱାରା ଭକ୍ଷିତ ହେଲେ ସଂକ୍ରମଣ ହୁଏ । ୱାଟର ଫ୍ଲି ଦେହ ଭିତରେ ଲାର୍ଭା ୪ ମାସ ପର୍ଯ୍ୟନ୍ତ ବଞ୍ଚିପାରନ୍ତି । ସେହି ଅଞ୍ଚଳରେ ରୋଗ ରହିବା ନିମନ୍ତେ ପ୍ରତି ବର୍ଷ ମାନବ ରୋଗ ଗ୍ରସ୍ତ ହେବା ଆବଶ୍ୟକ । ଏହାର ଚିହ୍ନ ଓ ଲକ୍ଷଣ ସାହାଯ୍ୟରେ ରୋଗ ନିର୍ଣ୍ଣୟ କରିହୁଏ । ଶୀଘ୍ର ରୋଗ ନିର୍ଣ୍ଣୟ କରି କ୍ଷତକୁ ପିଇବା ପାଣି ସଂସ୍ପର୍ଶରେ ନ ଆସିବା ବ୍ୟବସ୍ଥା କରିବାକୁ ହୁଏ । ପରିସ୍କାର ପିଇବା ପାଣି ନ ମିଳିଲେ ଫିଲ୍ଟର ଜଳ ବା ବିଶୁଦ୍ଧ ଜଳ ସଂଗ୍ରହ କରି ପିଇବାକୁ ହୁଏ । କେବଳ କନା ଫିଲ୍ଟର୍ ଯଥେଷ୍ଟ ନୁହେଁ । ଟେମେଫସ୍ (temefos) ନାମକ ଏକ ରାସାୟନିକ ପଦାର୍ଥଦ୍ୱାରା ଲାର୍ଭାକୁ ମାରି ପାନୀୟ ଜଳକୁ ବିଶୁଦ୍ଧ କରାଯାଇପାରେ । ଏହି ରୋଗ ନିମନ୍ତେ କୌଣସି ଔଷଧ ବା ଟିକା ଆବିଷ୍କୃତ ହୋଇନାହିଁ । ପକକୁ ଗୋଟିଏ କାଠି ସାହାଯ୍ୟରେ ଗୁଡ଼େଇ ବାହାର କରାଯାଏ । ପୋକ ବାହାରିବା ପରେ ସେହି କ୍ଷତରେ ଜୀବାଣୁ ସଂକ୍ରମଣ ହୋଇପାରେ । ପୋକ ବାହାରିଯିବା ପରେ ମଧ୍ୟ ମାସ ମାସ ଧରି ଯନ୍ତ୍ରଣା ଚାଲୁ ରହିପାରେ । ସନ ୨୦୧୩ରେ ୧୪୮ଟି ରୋଗର ରିପୋର୍ଟ ମିଳିଥିଲା । ସନ ୧୯୮୬ରେ ହୋଇଥିବା ୩.୫ ନିୟୁତରୁ ଏହା କମିଯାଇଥିଲା । ସନ ୧୯୮୦ ମସିହାରେ ୨୦ଟି ଦେଶରେ ହେଉଥିବା ଏହି ରୋଗ ଖସି କେବଳ ୪ଟି ଆଫ୍ରିକା ଦେଶରେ ଅଛି । ଏହା ମୂଖ୍ୟତଃ ଦକ୍ଷିଣ ସୁଦାନ ଦେଶରେ ହେଉଥିଲା । ସମ୍ଭବତଃ ନିର୍ମୂଳ କରାଯାଇଥିବା ପ୍ରଥମ ପରଜୀବୀ ରୋଗର ମାନ୍ୟତା ଏହା ପାଇବ । ପୁରାତନ କାଳରୁ ଏହି ରୋଗ ଅଛି । ଏବର୍ସ ପାପିରସରେ ସନ ୧୫୫୦ରେ ଏହା ବିଷୟରେ ଉଲ୍ଲେଖ ଅଛି । ଲାଟିନ ଭାଷାରୁ ଏହାର ନାମ ନିଅଯାଇଛି ଯାହାର ଅର୍ଥ ଛୋଟ ଡ୍ରାଗନ ରୋଗ । ୟୁରୋପ ଲୋକମାନେ ୧୭ତମ ଶତାବ୍ଦୀରେ ପଶ୍ଚିମ ଆଫ୍ରିକାର ଗିନି ଉପକୂଳରେ ପ୍ରଥମେ ଏହି ପୋକ ଦେଖି ଗିନି ପୋକ ନାମକରଣ କରିଥିଲେ । ଏହିଭଳି ଏକ ପ୍ରକାର ପୋକ ପଶୁମାନଙ୍କୁ ଆକ୍ରମଣ କରେ ।.
ହୃଦ୍ଘାତ (ଇଂରାଜୀରେ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏମ.ଆଇ. ଅଥବା ଆକ୍ୟୁଟ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏ.ଏମ.ଆଇ., ବା ହାର୍ଟ ଆଟାକ୍ ଯଥାକ୍ରମେ Myocardial infarction (MI) or acute myocardial infarction (AMI), commonly known as a heart attack), ରୋଗ ହୁଏ ଯେତେବେଳେ ହୃତ୍ପିଣ୍ଡର ଗୋଟିଏ ଅଂଶକୁ ରକ୍ତ ସରବରାହ ବନ୍ଦ ହୋଇ ସେହି ସ୍ଥାନର ହୃତ୍ପିଣ୍ଡ ମାଂସପେଶୀ ମରିଯାଆନ୍ତି । ଏହାର ଅତି ସାଧାରଣ ଲକ୍ଷଣ: ଛାତି ଯନ୍ତ୍ରଣା ବା ଛାତି ବେଆରାମ ଯାହା କାନ୍ଧ, ବାହୁ, ପିଠି ଓ ହନୁ ହାଡ଼ ଆଡ଼କୁ ମାଡ଼ିଯାଏ । ଅଧିକାଂଶ ସମୟରେ ଏହି କଷ୍ଟ ଛାତି ମଝିରେ ବା ବାମ ପାଖରେ ହୁଏ ଓ କିଛି ମିନିଟରୁ ଅଧିକ ସମୟ ଧରି ରହେ । ଅନେକ ସମୟରେ ଏହା ଛାତି ଜ୍ୱଳନ ଭଳି ଲାଗେ । ଅନ୍ୟ ଲକ୍ଷଣ ମଧ୍ୟରେ ଛୋଟ ଶ୍ୱାସକ୍ରିୟା, ଓକାଳ, ଅଚେତ ଅନୁଭବ, ଥଣ୍ଡା ଝାଳ ଓ ଥକ୍କା ଲାଗିବା ଭଳି ଲାଗେ । ପ୍ରାୟ ୩୦ % ଲୋକଙ୍କର ଅସ୍ୱାଭାବିକ ଲକ୍ଷଣ ଥାଏ, ପୁରୁଷଙ୍କର ମହିଳାଙ୍କ ଅପେକ୍ଷା ଅଧିକ ଅସ୍ୱାଭାବିକ ଲକ୍ଷଣ ଦେଖାଯାଏ । ୭୫ ବର୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ମଧ୍ୟରୁ ୫ % ଲୋକଙ୍କର ସାମାନ୍ୟ ବା କୌଣସି ଲକ୍ଷଣ ନ ଥାଏ । ହୃଦ୍ଘାତ ଫଳରେ ହୃଦ୍ପାତ (heart failure), ଅନିୟମିତ ହୃତ ସ୍ପନ୍ଦନ ବା ହୃଦ୍ରୋଧ (cardiac arrest) ହୋଇପାରେ । ଅଧିକାଂଶ ହୃଦ୍ଘାତ କରୋନାରୀ ଧମନୀ ରୋଗ ଯୋଗୁ ହୁଏ । ସଙ୍କଟ ଦାୟକ ଅବସ୍ଥା ମଧ୍ୟରେ ଉଚ୍ଚ ରକ୍ତଚାପ, ଧୂମ୍ରପାନ, ଡାଏବେଟିସ ମେଲିଟସ, ବ୍ୟାୟାମ ଅଭାବ, ମୋଟାପଣ, ରକ୍ତରେ ଅଧିକ କୋଲେଷ୍ଟ୍ରଲ୍, ଦରିଦ୍ର ଖାଦ୍ୟ ଓ ଅତ୍ୟଧିକ ମଦ୍ୟପାନ ମୂଖ୍ୟ ଅଟେ । ରକ୍ତନଳୀରେ ଜମିଥିବା ଆଥେରୋସ୍କ୍ଲେରୋଟିକ ପ୍ଲେକ ଭାଙ୍ଗିଯାଇ କରୋନାରୀ ଧମନୀକୁ ସମ୍ପୁର୍ଣ୍ଣ ବନ୍ଦ କରିଦେଲେ ଏହି ରୋଗ ହୁଏ । କ୍ୱଚିତ, କୋକେନ ଖାଇବା ଯୋଗୁ, ମାନସିକ ଚାପ ଯୋଗୁ ଓ ଅତ୍ୟଧିକ ଥଣ୍ଡା ଯୋଗୁ, କରୋନାରି ଧମନୀର ସ୍ପାଜ୍ମ ହୋଇ ଏମ.ଆଇ. ରୋଗ ହୁଏ । ଇସିଜି, ରକ୍ତ ପରୀକ୍ଷା ଓ କରୋନାରୀ ଆଞ୍ଜିଓଗ୍ରାମ ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ । ଏସଟି ଉତ୍ଥାନ ଇସିଜି ସାହାଯ୍ୟରେ ଜଣାପଡ଼ିଲେ ଏମ ଆଇ ରୋଗ ନିଶ୍ଚିତ କରାଯାଏ । ସାଧାରଣତଃ ଟ୍ରୋପୋନିନ ଓ ବେଳେ ବେଳେ କ୍ରିଏଟିନ କାଇନେଜ ଏମ.ବି.
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ବରୀ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବରୀ (କ୍ରମିକ ସଂଖ୍ୟା: ୪୯) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବରୀ ବ୍ଳକ, ରସୁଲପୁର ବ୍ଳକର କିଛି ଅଞ୍ଚଳ ଓ ଯାଜପୁର ବ୍ଳକର କିଛି ଅଞ୍ଚଳ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଦାଦାସାହେବ ଫାଳକେ ପୁରସ୍କାର ସିନେମା ପାଇଁ ଭାରତ ର ସର୍ବୋଛ ପୁରସ୍କାର । ଏହା ଭାରତ ସରକାର ଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ଦ୍ଵାରା ସ୍ଥାପିତ ' ଫିଲ୍ମ ମହୋତ୍ଶବ ନିର୍ଦେଶଳୟ " ତରଫ ରୁ ପ୍ରତି ବର୍ଷ ଜାତୀୟ ଫିଲ୍ମ ପୁରସ୍କାର ସମାରୋହ ରେ ସିନେମା ର ଉନ୍ନତି ପାଇଁ ଅସାଧାରଣ ଅବଦାନ କରିଥିବା ମନୋନୀତ ବ୍ୟକ୍ତି ଙ୍କୁ ପ୍ରଦାନ କରା ଯାଇଥାଏ । ଏହି ଚୟନ ପ୍ରକ୍ରିୟା ପାଇଁ କମିଟି ଗଠନ କରା ଯାଇ ଥାଏ , ଯେଉଁଥିରେ ଫିଲ୍ମ ଜଗତ ର ବିଶିଷ୍ଟ ବ୍ୟକ୍ତିତ୍ବ ମାନେ ସମ୍ମିଳିତ ଥାଆନ୍ତି । ୨୦୧୪ ରେ ଏହି ସମ୍ମାନ ରେ ସ୍ଵର୍ଣ କମଳ , ଗୋଟିଏ ଶାଲ ଏବଂ ୧୦ ଲକ୍ଷ ଭାରତୀୟ ମୁଦ୍ରା ପ୍ରଦାନ କରା ଯାଇଥାଏ ।
ଅନିୟମିତ ହୃତ୍ ସ୍ପନ୍ଦନ (ଇଂରାଜୀରେ Cardiac arrhythmia, ବା cardiac dysrhythmia ବା irregular heartbeat) ଏକ ରୋଗ ଦଳ ଯେଉଁଥିରେ ଅନିୟମିତ ହୃତ୍ ସ୍ପନ୍ଦନ ହୁଏ ଯାହା ଅତି ଦୃତ ବା ଅତି ଧୀର ହୋଇପାରେ । ହୃତ୍ ସ୍ପନ୍ଦନ ମିନିଟ ପିଛା ୧୦୦ରୁ ଅଧିକ ହେଲେ ସେହି ଅବସ୍ଥାକୁ ଟାକିକାର୍ଡ଼ିଆ କୁହାଯାଏ ଓ ମିନିଟ ପିଛା ୬୦ ରୁ କମ ହେଲେ ସେହି ଅବସ୍ଥାକୁ ବ୍ରାଡିକାର୍ଡ଼ିଆ କୁହାଯାଏ । ଅନେକ ଲୋକଙ୍କର ଅନିୟମିତ ହୃତ୍ ସ୍ପନ୍ଦନ ହେଉଥିଲେ ମଧ୍ୟ କୌଣସି ଲକ୍ଷଣ ପ୍ରକାଶ ପାଏ ନାହିଁ । ଏହାର ଲକ୍ଷଣ ମଧ୍ୟରେ ଖରସ୍ପନ୍ଦନ (palpitations), କିମ୍ବା ସ୍ପନ୍ଦନ ମଝିରେ ଅନ୍ତର ରହେ । ଅବସ୍ଥା ଗମ୍ଭୀର ହେଲେ ମଥାଶୂନ୍ୟତା (lightheadedness), ମୂର୍ଚ୍ଛା (passing out), ଛୋଟ ଶ୍ୱାସକ୍ରିୟା ଓ ଛାତିଯନ୍ତ୍ରଣା ହୁଏ । ଅଧିକାଂଶ ଅନିୟମିତ ସ୍ପନ୍ଦନ ଗମ୍ଭୀର ନ ହେଲେ ମଧ୍ୟ କେତେକ ସ୍ଟ୍ରୋକ ବା ହୃତ୍ପାତକୁ ଗତି କରନ୍ତି । ଅନ୍ୟ କେତେକ ହୃଦ୍ରୋଧରେ ପରିଣତ ହୁଅନ୍ତି ।
ଚକା ଅପସରା ସେବକ, ଜଗନ୍ନାଥ ମନ୍ଦିରରେ ଥିବା ଏକ ସ୍ଵତନ୍ତ୍ର ସେବକ । ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ବିଜେ ଆସ୍ଥାନରେ ସର୍ବଦା ଚକା ରହିଥାଏ । ରତ୍ନବେଦୀ, ଅଣସର ପିଣ୍ଡି, କେ।ଇଲି ବୈକୁଣ୍ଠର ନିର୍ମାଣ ମଣ୍ଡପର ପିଣ୍ଡି, ସ୍ନାନବେଦୀର ପିଣ୍ଡି ଆଦି ସ୍ଥାନରେ ଚକା ରହିଥାଏ । ଚକା ବିଜେ ଓ ଅପସାରଣ କ।ର୍ଯ୍ୟ ଏହି ଚକା ଅପସରା ସେବକମାନେ କରିଥାନ୍ତି । ଏମାନେ ଶାଢ଼ୀବନ୍ଧା ସେବକ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପ୍ୟାରୀମୋହନ ମହାପାତ୍ର (୨୫ ଜାନୁଆରୀ ୧୯୪୦ - ୧୯ ମାର୍ଚ୍ଚ ୨୦୧୭) । ଓଡ଼ିଶାର ଜଣେ ରାଜନେତା ଥିଲେ । ସେ ଓଡ଼ିଶା ଜନମୋର୍ଚ୍ଚା ରାଜନୈତିକ ଦଳ ପ୍ରତିଷ୍ଠା କରିଥିଲେ ।ବିଜେଡ଼ିରୁ ନିର୍ବାଚିତ ହୋଇ ୨୦୧୦ରୁ ୨୦୧୬ ମସିହା ପର୍ଯ୍ୟନ୍ତ ରାଜ୍ୟସଭା ସାଂସଦ ଥିଲେ । ସେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଭାବେ ନିଜ କ୍ୟାରିୟର ଆରମ୍ଭ କରିଥିଲେ । ବିଜୁ ପଟ୍ଟନାୟକଙ୍କ ମୁଖ୍ୟ ସଚିବ ପଦରେ ଅବସ୍ଥାପିତ ହୋଇଥିଲେ । ସେ ୧୯୯୮ ମସିହାରେ ଆଇଏଏସ ପଦରୁ ଅବସର ନେଇ ୨୦୦୦ ମସିହାରେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ । ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ରହି ବିଜୁ ଜନତା ଦଳର ମାର୍ଗଦର୍ଶନ କରୁଥିଲେ । ସେ ଏକାଦା ରାଜ୍ୟ ରାଜନୀତିର ଚାଣକ୍ୟ ଓ ବିଜେଡିର ପ୍ରୋକ୍ସି ଲିଡ଼ର ଅଭିହିତ ହେଉଥିଲେ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ମହନ୍ତ ଯୋଗୀ ଆଦିତ୍ୟନାଥ (ବାଲ୍ୟନାମ: ଅଜୟ ସିଂହ ବିଷ୍ଟ ଜନ୍ମ: ୫ ଜୁନ ୧୯୭୨) ଜଣେ ଭାରତୀୟ ରାଜନେତା ଅଟନ୍ତି । ମାର୍ଚ୍ଚ ୨୦୧୭ରେ ଉତ୍ତର ପ୍ରଦେଶର ଏକବିଂଶ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଉତ୍ତର ପ୍ରଦେଶର ଗୋରଖପୁର ନିର୍ବାଚନ ମଣ୍ଡଳୀରୁ ଲଗାତାର ୫ଥର ସାଂସଦ ନିର୍ବାଚିତ ହୋଇଥିଲେ । ୧୯୯୮ ମସିହାରୁ ଭାରତୀୟ ଜନତା ପାର୍ଟି ତରଫରୁ ଲୋକ ସଭାକୁ ସାଂସଦ ନିର୍ବାଚିତ ହୋଇଆସୁଛନ୍ତି । ଆଦିତ୍ୟନାଥ ଗୋରଖପୁରଠାରେ ଥିବା ଏକ ହିନ୍ଦୁ ଧାର୍ମିକ ସ୍ଥଳ ଗୋରଖନାଥ ମଠର ମହନ୍ତ (ମୁଖ୍ୟ ପୁରୋହିତ) ଅଟନ୍ତି । ସେ ସେଠାରେ ତାଙ୍କ ଧାର୍ମିକ ପିତା ମହନ୍ତ ଅବୈଦ୍ୟନାଥଙ୍କ ଅନ୍ତେ ସେପ୍ଟେମ୍ବର ୨୦୧୪ରୁ ସେ ମହନ୍ତ ଅବସ୍ଥାପିତ ହୋଇଛନ୍ତି । ସେ ସାମାଜିକ, ସାଂସ୍କୃତିକ ଓ ରାଷ୍ଟ୍ରୀୟ ଯୁବକଙ୍କ ଦଳ ହିନ୍ଦୁ ଯୁବ ବାହିନୀର ପ୍ରତିଷ୍ଠାତା ଅଟନ୍ତି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ହୃଦ୍ପାତ ବା ହାର୍ଟ ଫେଲ (ଇଂରାଜୀରେ Heart failure ସଂକ୍ଷିପ୍ତରେ HF), ରୋଗ କହିଲେ କ୍ରନିକ ହାର୍ଟ ଫେଲ ବା ଦୀର୍ଘସ୍ଥାୟୀ ହୃଦ୍ପାତ ରୋଗ ବୁଝାଏ ଯେଉଁଥିରେ ଶରୀରର ଆବଶ୍ୟକତା ଅନୁଯାୟୀ ରକ୍ତ ସଞ୍ଚାଳନ କରିବାକୁ ହୃତ୍ପିଣ୍ଡ ଅକ୍ଷମ ହୁଏ । ଏହାକୁ କଞ୍ଜେସ୍ଟିଭ ହାର୍ଟ ଫେଲ୍ୟୁର (ସଂକ୍ଷିପ୍ତରେ CHF) ବା କଞ୍ଜେସ୍ଟିଭ କାର୍ଡିଆକ ଫେଲ୍ୟୁର (ସଂକ୍ଷିପ୍ତରେ CCF) ମଧ୍ୟ କୁହାଯାଏ । ଏହାର ମୂଖ୍ୟ ଲକ୍ଷଣ ସମୂହ; ଛୋଟ ଶ୍ୱାସକ୍ରିୟା, ଅତ୍ୟଧିକ ଥକ୍କାଣ ଓ ପ୍ରାନ୍ତୀୟ ଇଡିମା ବା ଗୋଡ଼ ଫୁଲା ଦେଖାଯାଏ । ଛୋଟ ଶ୍ୱାସକ୍ରିୟା ହେବା ସମୟ:- ରୋଗୀ ବ୍ୟାୟାମ ବା ସମାନ୍ୟ ପରିଶ୍ରମ କଲେ, ଲମ୍ବ ଭାବରେ ଚିତ୍ ହୋଇ ଶୋଇଲେ ଯାହାକୁ ଅର୍ଥୋପ୍ନିଆ (ଇଂରାଜୀରେ orthopnea) କୁହାଯାଏ ଓ ରାତିରେ ଶୋଇଥିବା ବେଳେ ହୁଏ ଯାହାକୁ ପାରୋକ୍ସିସମାଲ ନୋକଚରନାଲ ଡିସନିଆ (ଇଂରାଜୀରେ breathing trouble at night while sleeping) କୁହାଯାଏ । ଉପଯୁକ୍ତ ଚିକିତ୍ସା କରାଯାଉଥିଲେ ମଧ୍ୟ ରୋଗୀର ଶ୍ରମଶକ୍ତି କମିଯାଏ । ହାର୍ଟ ଫେଲ୍ର କାରଣମାନଙ୍କ ମଧ୍ୟରେ କରୋନାରି ଧମନୀ ରୋଗ, ପୁର୍ବତନ ହୃଦ୍ଘାତ ବା ହାର୍ଟ ଆଟାକ୍, ଉଚ୍ଚ ରକ୍ତଚାପ, ଆଟ୍ରିଆଲ ଫିବ୍ରିଲେସନ, ଭାଲ୍ଭ୍ୟୁଲାର ହାର୍ଟ ରୋଗ ଓ କାର୍ଡିଓମାୟୋପାଥି ସାଧାରଣତଃ ଦେଖାଯାଏ । ଏହି ରୋଗଗୁଡ଼ିକ ହୃତ୍ପିଣ୍ଡର ଗଠନ କିମ୍ବା କର୍ମମାନଙ୍କୁ ବଦଳେଇ ଦେବାରୁ ହୃଦ୍ପାତ ହୁଏ । ଦୁଇ ପ୍ରକାର ହୃଦ୍ପାତ ଦେଖାଯାଏ: ପ୍ରଥମଟି ଭେଣ୍ଟ୍ରିକୁଲାର ଅପକର୍ମ, ଦ୍ୱିତୀୟଟି ବାମ ନିଳୟ ସଙ୍କୋଚନ ଶକ୍ତି କମିବା ବା ହୃତ୍ପିଣ୍ଡ ବିଶ୍ରାନ୍ତକ (relaxation) ଶକ୍ତି କମିବା ସହ ସାଧାରଣ ରକ୍ତ ନିଷ୍କାସନ ଥାଏ । ବ୍ୟାୟାମ ଶକ୍ତି କମିବା ସ୍ତରକୁ ନେଇ ଏହାର ଗ୍ରେଡ ନିର୍ଣ୍ଣୟ କରାଯାଏ । ହୃଦ୍ପାତ ସହ ହୃଦ୍ଘାତ ସମାନ ନୁହେଁ, ଦ୍ୱିତୀୟ ରୋଗରେ ହୃତ୍ପିଣ୍ଡ ମାଂସପେଶୀ ମରିଯାଏ ବା ହୃତ୍ପିଣ୍ଡ ବନ୍ଦ ହୋଇଯାଇ ରକ୍ତ ସଞ୍ଚାଳନ ସମ୍ପୁର୍ଣ୍ଣ ବନ୍ଦ ହୋଇଯାଏ ।ଏହି ହୃଦ୍ପାତ ଲକ୍ଷଣ ଭଳି ଅନ୍ୟ କେତେକ ରୋଗରେ ପ୍ରାୟ ସମାନ ଧରଣର ଲକ୍ଷଣ ଦେଖାଯାଏ, ସେମାନଙ୍କର ନାମ: ମୋଟାପଣ, ବୃକ୍କ ରୋଗ, ଯକୃତ ରୋଗ, ଆନିମିଆ ଓ ଥାଇରଏଡ ରୋଗ । ଲକ୍ଷଣ ଇତିହାସ ଓ ଶାରୀରିକ ପରୀକ୍ଷାଦ୍ୱାରା ରୋଗ ନିର୍ଣ୍ଣୟ କରାଯାଏ ଓ ଇ.ସି.ଜି. (electrocardiogram) ପରୀକ୍ଷା ଫଳକୁ ନେଇ ନିଷ୍ପତ୍ତି ନିଆଯାଏ । ରକ୍ତ ପରୀକ୍ଷା, ଇ.ସି.ଜି.
ରକ୍ତ ହେଉଛି ଏକ ପ୍ରକାର ସଂଯୋଜକ ତନ୍ତୁ । ଏହାର ଅନ୍ତର୍ଗତ ଜୀବକୋଷଗୁଡ଼ିକୁ ରକ୍ତ କୋଷ ବା ରକ୍ତକଣିକା (Blood Corpuscles) କୁହାଯାଏ। ଏହି କଣିକାଗୁଡ଼ିକ ରକ୍ତରେ ଏକ ତରଳ ପଦାର୍ଥରେ ଭାସୁଥାନ୍ତି, ସେହି ତରଳ ପଦାର୍ଥକୁ ପ୍ରଲସି (plasma) କୁହାଯାଏ । ତେଣୁ ସାଧାରଣ ଭାବରେ ବୁଝିବାକୁ ଗଲେ ରକ୍ତ ହେଉଛି ମୁଖ୍ୟତଃ ପ୍ରଲସି ଓ ରକ୍ତ କଣିକାର ସମଷ୍ଟି । ରକ୍ତ ଏକ ଅଠାଳିଆ ତରଳ ପଦାର୍ଥ ଯାହାର ସ୍ଵାଦ ଲୁଣିଆ ଓ ଗନ୍ଧ ଆଇଁଷିଣିଆ । ଏହାର ରଙ୍ଗ ଲାଲ ହୋଇଥିଲେ ମଧ୍ୟ କେତେକ ପରିସ୍ଥିତିରେ ଏହାର ରଙ୍ଗ ରେ ପାର୍ଥକ୍ୟ ଦେଖାଯାଇଥାଏ । ଅଣୁବୀକ୍ଷଣ ସାହାଯ୍ୟରେ ରକ୍ତକୁ ପରୀକ୍ଷା କଲେ ସେଥିରେ ଥିବା କଣିକାଗୁଡ଼ିକ ଦେଖାଯାନ୍ତି।
ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଇଂରାଜୀ: Odisha Tourism Development Corporation', ଓଟିଡିସି) ଓଡ଼ିଶା ସରକାରଙ୍କ ଦ୍ୱାରା ପରିଚାଳିତ ଏକ ନିଗମ । ଏହା ୧୯୭୯ରେ ରାଜ୍ୟରେ ପର୍ଯ୍ୟଟନର ବିକାଶ, ଆଗରୁ ଥିବା ପର୍ଯ୍ୟଟନ ଅତିଥି ଭବନ ଓ ପରିବହନ ଆଦିର ଦେଖାଶୁଣା କରିବା ପାଇଁ ଆରମ୍ଭ ହୋଇଥିଲା । ଏହି ବିଭାଗ ଦ୍ୱାରା ପରିଚାଳିତ ଅତିଥି ଭବନ ପାନ୍ଥ ନିବାସ ନାମରେ ଜଣା ।
ଟ୍ରାନେକ୍ସାମିକ ଏସିଡ (ଇଂରାଜୀ ଭାଷାରେ Tranexamic acid ବା TXA) ଏକ ଔଷଧ ଯାହା ରକ୍ତସ୍ରାବର (blood loss) ଚିକିତ୍ସା ଓ ପ୍ରତିଷେଧ ଭାବରେ ବିଭିନ୍ନ ଅବସ୍ଥା ଯେପରିକି ବଡ଼ ଆଘାତ (major trauma), ଅପରେଶନ, ଦାନ୍ତ ବାହାର କରିବା (tooth removal) ସମୟରେ, ନାକରୁ ରକ୍ତସ୍ରାବ ଓ ମେନୋରେଜିଆ (heavy menstruation) ବା ଅତ୍ୟଧିକ ପରିମାଣର ଊତୁସ୍ରାବ ଇତ୍ୟାଦି ହେଲେ ଦିଆଯାଏ । ଆଉ ମଧ୍ୟ ଏହା ହେରେଡିଟାରି ଅଞ୍ଜିଓଇଡିମା (hereditary angioedema) ରୋଗରେ ଦିଆଯାଏ । ଏହି ଔଷଧ ପାଟିରେ ବା ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ ।