ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ନୈନା ଦାସ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହ ତେଲୁଗୁ, ଛତିଶଗଡ଼ି ଏବଂ ବଙ୍ଗଳା ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ନୈନା ମାତ୍ର ୧୨ ବର୍ଷ ବୟସରେ ଓ ଟିଭିରେ ପ୍ରସାରିତ ପ୍ରଥମ ସ୍ୱରରେ ଜଣେ ଉପସ୍ଥାପିକା ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ । ପରେ ପରେ ୨୦୦୨ରେ ସେ ଡିଡି ଓଡ଼ିଆରେ ପ୍ରସାରିତ ଧାରାବାହିକ ଦୁହିତାରେ ଅଭିନୟ ଆରମ୍ଭ କରିଥିଲେ । ନୈନା ୨୦୦୨ ମସିହାରେ ମା ମଙ୍ଗଳା ଚଳଚ୍ଚିତ୍ର ଜରିଆରେ ପ୍ରଥମ କରି ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଶାଶୁଘର ଚାଲିଯିବି, ପୂଜା ପାଇଁ ଫୁଲଟିଏ ଭଳି ସଫଳ ଓଡ଼ିଆ ଚଳଚ୍ଚିତ୍ରରେ ମଧ୍ୟ ସେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଏବଂ ଧାରାବାହିକ ସହ ସେ କିଛି ମଞ୍ଚରେ ମଧ୍ୟ ଉପସ୍ଥାପିକା ଭାବରେ କାର୍ଯ୍ୟ କରିଥିଲେ । ଏହା ସହ ସେ ଏମିତି ରଙ୍ଗ ଦେ ଲୋ ଫୁଲ, ଡେଉଁଚି ମୋ ବାଆଁ ଆଖି ଭଳି ଓଡ଼ିଆ ଅଲବମ୍ରେ ମଧ୍ୟ ଅଭିନୟ କରିଛନ୍ତି ।
କଳିଙ୍ଗ ଲିଟରାରି ଫେସ୍ଟିଭାଲ (ଇଂରାଜୀ ଭାଷାରେ Kalinga Literary Festival ବା କେଏଲଏଫ/KLF) ଏକ ସାହିତ୍ୟିକ ମହୋତ୍ସବ ଯାହା ୨ ବା ୩ ଦିନ ଧରି ପ୍ରତି ବର୍ଷ ଜୁନ ମାସରେ ଭାରତର ଓଡ଼ିଶା ପ୍ରଦେଶର ସ୍ମାର୍ଟ ଓ ମନ୍ଦିରମାଳିନୀ ଭୁବନେଶ୍ୱର ସହରରେ ଅନୁଷ୍ଠିତ ହୁଏ । ଏହି ଉତ୍ସବ ସାଧାରଣତଃ ପ୍ରତିବର୍ଷ ଜୁନ ମାସରେ ମେଫେୟାର ଲେଗୁନ ହୋଟେଲର କନଭେନସନ ହଲରେ (Mayfair Convention) ପାଳନ କରାଯାଏ । ଓଡିଶାର ସାଂସ୍କୃତିକ ଜଗତରେ କେଏଲଏଫ ଏକ କର୍ଣ୍ଣଧାର ରୂପେ ଠିଆ ହୋଇ ଯୁବ ଜଗତରେ ସାହିତ୍ୟ ଅନୁରାଗ ସୃଷ୍ଟି କରିବା ଚେଷ୍ଟାରେ ଲାଗିଛି । ଏହି ଜାତୀୟ ମଞ୍ଚରେ ଇଂରାଜୀ, ଭାରତୀୟ ଇଂରାଜୀ ଓ ଭାରତୀୟ ସାହିତ୍ୟମାନଙ୍କ ମଧ୍ୟରେ ଥିବା ଶୂନ୍ୟତାକୁ ଶାସ୍ତ୍ରୀୟ ଓଡିଆ ଭାଷା ସହ ସଂଯୁକ୍ତ କରିବା ଏହାର ଜାଗତିକ ଲକ୍ଷ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଆଜେ ବୋର ଜଣେ ପଦାର୍ଥ ବିଜ୍ଞାନୀ ଥିଲେ । ତାଙ୍କ ପୁରା ନାମ Aage Niels Bohr ଅଟେ । ସେ Copenhagen, Denmarkରେ ଜନ୍ମ ହେଇଥିଲେ । Copenhagen, Denmark ଠାରେ ତାଙ୍କର ମୃତ୍ୟୁ ହେଇଥିଲା । ସେ Dane ନାଗରିକ ଅଟନ୍ତି । Nuclear physics ବିଷୟରେ ଗବେଷଣା କରିଛନ୍ତି । Manhattan Project, University of Copenhagen ରେ ସେ କାମ କରୁଥିଲେ । University of Copenhagenରେ ସେ ଶିକ୍ଷା ଗ୍ରହଣ କରିଥିଲେ । Geometry of atomic nuclei ପାଇଁ ସେ ଜଣାଶୁଣା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଶନିବାର ହେଲା ସପ୍ତାହର ଏକ ଦିନ ଯାହା ଶୁକ୍ରବାର ପରେ ଓ ରବିବାର ପୂର୍ବରୁ ଆସେ । ଶନି, ରାହୁ ଓ କେତୁ ଗ୍ରହଙ୍କ କୋପରୁ ରକ୍ଷା ପାଇବା ପାଇଁ ଶନିବାର ଉପବାସ କରନ୍ତି । ଗ୍ରହ ଶାନ୍ତି ପାଇଁ କଳାରାଶି, ରାଶିତେଲ, କଳାବସ୍ତ୍ର ଏବଂ ଲୁହା ଜିନିଷ ଦାନ କରାଯାଏ । ଶନିବାର ପ୍ରାତଃକାଳରେ ଓସ୍ତଗଛ ମୂଳରେ ଜଳ ଦାନ କରାଯାଏ । ଏହିଦିନ କଳାଗାଈକୁ ରାଶିତେଲ ଓ ଅଟାର ମିଶ୍ରଣ ଖାଇବାକୁ ଦେଲେ ସୁଫଳ ମିଳିଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ହେପାରିନ (ଇଂରାଜୀ ଭାଷାରେ Heparin, ବା ଅନଫ୍ରାକ୍ସନେଟେଡ ହେପାରିନ/unfractionated heparin (UFH), ଏକ ଆଣ୍ଟିକୋଆଗୁଲାଣ୍ଟ (blood thinner) ବା ସ୍କନ୍ଦନରୋଧୀ ଔଷଧ । ଏହା ବିଶେଷତଃ ଡିପ ଭେନ ଥ୍ରମ୍ବୋସିସ (deep vein thrombosis), ପଲମୋନାରି ଏମ୍ବୋଲିଜ୍ମ (pulmonary embolism) ଓ ଆର୍ଟେରିଆଲ ଥ୍ରୋମ୍ବୋଏମ୍ବୋଲିଜ୍ମ (arterial thromboembolism) ରୋଗମାନଙ୍କର ଚିକିତ୍ସା ଓ ପ୍ରତିଷେଧ ଭାବରେ ବ୍ୟବହାର କରାଯାଏ । ହୃଦ୍ଘାତ ଓ ଅନସ୍ଟେବ୍ଲ ଆଞ୍ଜାଇନା (unstable angina) ରୋଗମାନଙ୍କରେ ମଧ୍ୟ ବ୍ୟବହାର କରାଯାଏ । ଏହା ଶିରାଭ୍ୟନ୍ତରରେ ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ । ଅନ୍ୟାନ୍ୟ ବ୍ୟବହାର ମଧ୍ୟରେ ଟେଷ୍ଟ ଟ୍ୟୁବ (test tube) ଓ ବୃକ୍କ ଡାଏଲିସିସ (kidney dialysis machines) ମେସିନରେ ବ୍ୟବହାର କରାଯାଏ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗ କୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ର ର ଗୋଷ୍ଠୀ କୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ ରେ ମିଳିତ ଜାତିସଂଘ ର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ ଟି ସଦସ୍ୟ ରାଷ୍ଟ୍ର କୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘ ରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘ ର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହର ର ମାନହାଟ୍ଟନ ଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନା ରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନ ଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶ ର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟ ରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦ ର ସମାଧାନ କରିବା ।
ପଦାର୍ଥ ବିଜ୍ଞାନରେ ବଳ କହିଲେ, କୌଣସି ବିରୋଧ ନଥିବା ବେଳେ ଏକ ବସ୍ତୁର ଗତିରେ ପରିବର୍ତ୍ତନକୁ ବୁଝାଏ । ଅନ୍ୟ ଅର୍ଥରେ ଏକ ବଳ ବସ୍ତୁତ୍ଵ ଥିବା ଏକ ବସ୍ତୁର ବେଗରେ ପରିବର୍ତ୍ତନ (ଯେଉଁଥିରେ ସ୍ଥିରାବସ୍ଥାରୁ ଗତିଶୀଳ ହେବା ମଧ୍ୟ ଅନ୍ତର୍ଭୁକ୍ତ) ଅଥବା ତ୍ଵରିତ କରିବାକୁ ବୁଝାଏ । ବଳକୁ ମଧ୍ୟ ଠେଲା ବା ଟଣା ବଳ ଭାବେ ବର୍ଣ୍ଣନା କରାଯାଇପାରେ । ବଳର ଉଭୟ ପରମମାନ ଓ ଦିଗ ଥିବାରୁ ଏହା ଏକ ସଦିଶ ରାଶି । ଏସ୍ ଆଇ ଏକକରେ ଏହାକୁ ନିଉଟନ୍ସ ଦ୍ଵାରା ମପାଯାଏ ଏବଂ F ପ୍ରତୀକ ଦ୍ଵାରା ଦର୍ଶାଯାଏ ।
ବେବି ୨୦୧୬ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ସୌରଭ ଏନଟର୍ଟେନ୍ମେଣ୍ଟ ବ୍ୟାନରରେ ପୂଜା ଭରାଲାୱାଲାଙ୍କ ପ୍ରଯୋଜନାରେ ଓଡ଼ିଆ ଚଳଚ୍ଚିତ୍ର ବେବି ନିର୍ମାଣ ହୋଇଥିଲା । ଏହି ଚଳଚ୍ଚିତ୍ରରେ ଅନୁଭବ ମହାନ୍ତି ଏବଂ ଝିଲିକ୍ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ସୁବ୍ରତ ସ୍ୱାଇଁ ଏବଂ ଅରୁଣ ମନ୍ତ୍ରୀଙ୍କ ଗୀତ ରଚନାରେ ସଙ୍ଗୀତ ନିର୍ଦ୍ଦେଶାନା ଦେଇଥିଲେ ପ୍ରେମ ଆନନ୍ଦ ।
ବିବାହ କହିଲେ ସାଧାରଣତଃ ଜଣେ ପୁରୁଷ ଜଣେ ମହିଳାଙ୍କ ସହିତ ସାମାଜିକ ଓ ଆଇନଗତ ସ୍ୱିକୃତି ସହିତ ସହାବସ୍ଥାନ ଓ ପରସ୍ପର ପ୍ରତି ତଥା ସେମାନଙ୍କର ପିଲାମାନଙ୍କ ଓ ସମ୍ପର୍କୀୟଙ୍କ ପ୍ରତି ଅନ୍ତର୍ନିହିତ ଅଧିକାର ଓ କର୍ତ୍ତବ୍ୟକୁ ବୁଝାଏ । ବିଭିନ୍ନ ସଂସ୍କୃତିରେ ବିବାହର ସଂଜ୍ଞା ଭିନ୍ନ ଥାଏ କିନ୍ତୁ ଏହା ଏକ ଅନୁଷ୍ଠାନ ଯେଉଁଥିରେ ମୂଖ୍ୟତଃ ଯୌନ ସମ୍ପର୍କକୁ ଅଗ୍ରାଧିକାର ଦିଆଯାଏ । ଏହା ସହିତ ପାରିବାରିକ, ସାମାଜିକ, ଅର୍ଥନୈତିକ, ଧର୍ମ ସମ୍ବନ୍ଧୀୟ ଭାବୁକତା ମଧ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । କେତେକ ସଂସ୍କୃତିରେ କୌଣସି ଯୌନ କାରବାର କରିବା ପୂର୍ବରୁ ବିବାହ ବାଧ୍ୟତାମୂଳକ । କେତେକ ସଂସ୍କୃତିରେ ସ୍ଥିରିକୃତ ବିବାହ, ବାଲ୍ୟ ବିବାହ, ଏକାଧିକ ବିବାହ ଓ ବଳପୂର୍ବକ ବିବାହ ପ୍ରଥା ଅଛି । ଅନ୍ୟ ପକ୍ଷରେ ଏହି ଭଳି ବିବାହ ଅନେକ ସ୍ଥାନରେ ବେନିୟମ ଓ ଦଣ୍ଡନୀୟ କାରଣ ଏହା ମହିଳାଙ୍କ ଅଧିକାରର ଆନ୍ତର୍ଜାତୀୟ ନିୟମର ପରିପନ୍ଥି । ବିବାହକୁ ସ୍ୱୀକୃତ ଦିଏ ରାଜ୍ୟ, ସଂଗଠନ, ଆଦିବାସୀ ଦଳ, ସ୍ଥାନୀୟ ଗୋଷ୍ଟି ବା ସମ୍ମାନନୀୟ ବ୍ୟକ୍ତି । ବିବାହକୁ ଅନେକ ଏକ ଅନୁବନ୍ଧିତ କାନୁନୀ ବିବାହ ମନେକରନ୍ତି । କାନୁନୀ ବିବାହରେ ଧାର୍ମିକ କ୍ରିୟା ସମ୍ପାଦିତ ହୁଏ ନାହିଁ । ବିଂଶ ଶତାବ୍ଦୀରେ ଆଗରୁ ଅଣସ୍ୱିକୃତ ଥିବା ଭିନ୍ନ ଜାତି ବିବାହ, ଭିନ୍ନ ବିଶ୍ୱାସ ବିବାହ ଓ ସମଲିଙ୍ଗୀ ବିବାହକୁ ଅନେକ ଦେଶ ସ୍ୱିକୃତି ଦେଇସାରିଛନ୍ତି । ବିବାହ ହିନ୍ଦୁମାନଙ୍କର ଦଶବିଧ ସଂସ୍କାର(ଗର୍ଭାଧାନ, ପୁଂସବନ, ସୀମାନ୍ତୋନ୍ନୟନ, ଜାତକର୍ମ, ନାମକରଣ, ଅନ୍ନପ୍ରାଶନ, ମୁଣ୍ଡନ, ଉପନୟନ, ସମାବର୍ତ୍ତନ, ବିବାହ) ମଧ୍ୟରୁ ଗୋଟିଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କାନ ଏକ ଶ୍ରବଣ ଅଙ୍ଗ ଯାହା ଯାହା ସ୍ତନ୍ୟପାୟୀ ପ୍ରାଣୀଙ୍କର ଥାଏ ଓ ଏହଦ୍ୱାରା ସେମାନେ ଶବ୍ଦ ଶୁଣି ପାରନ୍ତି । ଏହା ଠାରୁ ଅନେକ ଅଧିକ କାମ କାନ ଦ୍ଵାରା ସାଧିତ ହୁଏ । ଦେହର ସନ୍ତୁଳନ (Balance) ଓ ପୋଜିସନ ରକ୍ଷା କରିବା ମଧ୍ୟ ଏହାର କାମ । ଶ୍ରବଣ ମଣ୍ଡଳର ଏହା ଏକ ଅଂଶ । ବାହ୍ୟ କର୍ଣ୍ଣର ବାହାରକୁ ଦେଖାଯାଉଥିବା ଅଂଶକୁ ଓଡ଼ିଆ ଭାଷାରେ କାନ କୁହାଯାଏ ଯାହାକୁ ଇଂରାଜୀରେ ପିନ୍ନା ବା ଅରିକ୍ଲ (pinna) କୁହାଯାଏ ଓ ଏହା ମଧ୍ୟରେ ଏକ କେନାଲ ବା ନଳୀ ଦେଖାଯାଏ ଯାହାକୁ କାନ ନଳୀ ବା ଇଅର କେନାଲ ear canal କୁହାଯାଏ । ଅଧିକାଂଶ ପ୍ରାଣୀଙ୍କର ବାହାରକୁ ଦେଖାଯାଉଥିବାରୁ ଏହି ଅଂଶକୁ ମୁଖ୍ୟତଃ କାନ କହନ୍ତି । ଶ୍ରବଣ ଯନ୍ତ୍ରର ଏହା ପ୍ରଥମ ଅଙ୍ଗ । ମୁଣ୍ଡର ଦୁଇ ପାଖରେ ସମ ଭାବ ଅବସ୍ଥିତିରେ ଦୁଇଟି କାନ ଥାଏ ଯାହା ଦ୍ଵାରା ଏହି ବ୍ୟବସ୍ଥା ଦ୍ଵାରା ଶବ୍ଦ ଆସୁଥିବା ସ୍ଥାନ ଜାଣିହୁଏ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଗୁରୁବାର ହେଲା ସପ୍ତାହର ଏକ ଦିନ ଯାହା ବୁଧବାର ପରେ ଓ ଶୁକ୍ରବାର ପୂର୍ବରୁ ଆସେ । ଗୁରୁବାର ଦିନ ମା'ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଗ୍ରହରାଜ ବୃହସ୍ପତି ହେଉଛନ୍ତି ଏହି ଦିବସର ଆରାଧ୍ୟ ଦେବତା । ଗ୍ରହ ଶାନ୍ତି ନିମନ୍ତେ ଚୈତ୍ର, ଭାଦ୍ରବ ଏବଂ କାର୍ତ୍ତିକ ମାସରେ ବ୍ରତ କରାଯାଏ । ଗୁରୁବାର ଦିନ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ସେହି ରଙ୍ଗର ସାମଗ୍ରୀ ଦାନ କରାଯାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.