ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବେବି ୨୦୧୬ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ସୌରଭ ଏନଟର୍ଟେନ୍ମେଣ୍ଟ ବ୍ୟାନରରେ ପୂଜା ଭରାଲାୱାଲାଙ୍କ ପ୍ରଯୋଜନାରେ ଓଡ଼ିଆ ଚଳଚ୍ଚିତ୍ର ବେବି ନିର୍ମାଣ ହୋଇଥିଲା । ଏହି ଚଳଚ୍ଚିତ୍ରରେ ଅନୁଭବ ମହାନ୍ତି ଏବଂ ଝିଲିକ୍ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ସୁବ୍ରତ ସ୍ୱାଇଁ ଏବଂ ଅରୁଣ ମନ୍ତ୍ରୀଙ୍କ ଗୀତ ରଚନାରେ ସଙ୍ଗୀତ ନିର୍ଦ୍ଦେଶାନା ଦେଇଥିଲେ ପ୍ରେମ ଆନନ୍ଦ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.
ଅସମୀୟା ଭାଷା, ଆସାମର ସରକାରୀ ଭାଷା ଅଟେ। ଅସମୀୟା ଭାଷା ହେଉଛି ପୂର୍ବ ଭାରତୀୟ-ଆର୍ଯ ଭାଷା। ଏଇ ଭାଷା ପ୍ରଧାନତ ଉତ୍ତର-ପୂବ ଭାରତର ଅସମରେ ବ୍ୟବହାର କରା ହୁଏଁ। ଏଇ ଭାଷା ଅସମର ରାଜ୍ୟିକ ଭାଷା। ଅରୁଣାଚଳ ପ୍ରଦେଶର କିଛି କିଛି ଜଗହରେ ଆଉ ଉତ୍ତର-ପୂର୍ବାଞ୍ଚଳର ଅନ୍ୟାନ୍ୟ ରାଜ୍ୟରେ ଭି ଅସମୀୟା ଭାଷୀ ଳୋକ ଅଛି। ଅସମୀୟା-ଭିତ୍ତିକ ନାଗାମିଜ ନାମର ଗୋଟିୟେ କ୍ରେୱଳ ଭାଷା ନାଗାଳେଣ୍ଡରେ ବ୍ଯାପକଭାୱେ ବ୍ଯୱହାର ହୁଏଁ। ଭୂଟାନରେ ଭି କିଛିସଂଖ୍ଯକ ଅସମୀୟା ଭାଷୀ ଳୋକ ଅଛି। ଅସମତ ବର୍ତମାନ ଅସମୀୟା ଭାଷା କହିବା ମନିଷର ସଂଖ୍ଯା ୧.୩୦ କୋଟିରୁ ଅଧିକ ଆଉ ବିଶ୍ୱରେ ଏଇ ସଂଖ୍ୟା ପ୍ରାୟ ୨ କୋଟି। ଓଡ଼ିଆ ଆଉ ବାଙ୍ଗଳା ରୁ ସାଙ୍ଗେ ଏଇ ଭାଷାର ଯଥେଷ୍ଟ ମିଳ ଅଛି। ଏଇ ଭାଷା ଅସମୀୟା ଳିପିରେ ଳେଖା ହୁଏଁ। ଅସମୀୟା ଓ ବାଂଳା ଳିପିର ଖୁବ ବେଶି ପ୍ରଭେଦ ନାହିଁ। ଅସମୀୟାରେ 'ର'କୁ ৰ ଆଉ ବାଂଳାରେ র ଳିଖା ହୁଏଁ। ବାଂଳାରେ 'ୱ' ନାହିଁ। ଅସମୀୟାରେ ୱ (ৱ) ଅଛି ।
କଳିଙ୍ଗ ଲିଟରାରି ଫେସ୍ଟିଭାଲ (ଇଂରାଜୀ ଭାଷାରେ Kalinga Literary Festival ବା କେଏଲଏଫ/KLF) ଏକ ସାହିତ୍ୟିକ ମହୋତ୍ସବ ଯାହା ୨ ବା ୩ ଦିନ ଧରି ପ୍ରତି ବର୍ଷ ଜୁନ ମାସରେ ଭାରତର ଓଡ଼ିଶା ପ୍ରଦେଶର ସ୍ମାର୍ଟ ଓ ମନ୍ଦିରମାଳିନୀ ଭୁବନେଶ୍ୱର ସହରରେ ଅନୁଷ୍ଠିତ ହୁଏ । ଏହି ଉତ୍ସବ ସାଧାରଣତଃ ପ୍ରତିବର୍ଷ ଜୁନ ମାସରେ ମେଫେୟାର ଲେଗୁନ ହୋଟେଲର କନଭେନସନ ହଲରେ (Mayfair Convention) ପାଳନ କରାଯାଏ । ଓଡିଶାର ସାଂସ୍କୃତିକ ଜଗତରେ କେଏଲଏଫ ଏକ କର୍ଣ୍ଣଧାର ରୂପେ ଠିଆ ହୋଇ ଯୁବ ଜଗତରେ ସାହିତ୍ୟ ଅନୁରାଗ ସୃଷ୍ଟି କରିବା ଚେଷ୍ଟାରେ ଲାଗିଛି । ଏହି ଜାତୀୟ ମଞ୍ଚରେ ଇଂରାଜୀ, ଭାରତୀୟ ଇଂରାଜୀ ଓ ଭାରତୀୟ ସାହିତ୍ୟମାନଙ୍କ ମଧ୍ୟରେ ଥିବା ଶୂନ୍ୟତାକୁ ଶାସ୍ତ୍ରୀୟ ଓଡିଆ ଭାଷା ସହ ସଂଯୁକ୍ତ କରିବା ଏହାର ଜାଗତିକ ଲକ୍ଷ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଏନୋକ୍ସାପାରିନ ସୋଡ଼ିଅମ (ଇଂରାଜୀ ଭାଷାରେ Enoxaparin sodium, ବିକ୍ରୟ ନାମ ଲୋଭେନକ୍ସ) ଏକ ଆଣ୍ଟିକୋଆଗୁଲାଣ୍ଟ (blood thinner) ବା ସ୍କନ୍ଦନରୋଧୀ ଔଷଧ । ଏହା ଡିପ ଭେନ ଥ୍ରମ୍ବୋସିସ (deep vein thrombosis) ଓ ପଲମୋନାରି ଏମ୍ବୋଲିଜ୍ମ (pulmonary embolism) ରୋଗମାନଙ୍କର ଚିକିତ୍ସା ଓ ପ୍ରତିଷେଧକ ଭାବରେ ଗର୍ଭାବସ୍ଥାରେ ଦିଆଯାଇପାରେ; କେତେକ ଅପରେଶନ କଲାବେଳେ ମଧ୍ୟ ଦିଆଯାଏ । ହୃଦ୍ଘାତ ଓ ଆକ୍ୟୁଟ କରୋନାରି ସିଣ୍ଡ୍ରୋମରେ (acute coronary syndrome ବା ACS) ମଧ୍ୟ ଦିଆଯାଏ । ଏହା ଚର୍ମତଳ ଇଞ୍ଜେକସନ (injection just under the skin) ବା ଶିରାଭ୍ୟନ୍ତର ଇଞ୍ଜେକସନ (into a vein) ଆକାରରେ ଦିଆଯାଏ । ବୃକ୍କ ଡାଏଲିସିସ (kidney dialysis machines) ବ୍ୟବହାର କଲାବେଳେ ମଧ୍ୟ ଦିଆଯାଏ ।
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କ ଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସୁନାବେଡ଼ା କୋରାପୁଟ ଜିଲ୍ଲାର ଏକ ସହର। କୋରାପୁଟ ଠାରୁ ଏହା ୧୮ କି.ମି. ଦୂରରେ ଅବସ୍ଥିତ। ଏଠାରେ ମିଗ୍ ୨୨ ଓ ସୁଖୋଇ ହେଲିକେପ୍ଟର ଯନ୍ତ୍ରାଂଶ ତିଆରି କାରଖାନା ଅବସ୍ଥିତ। ଏହି ନଗରୀଟି ଋଷୀୟ ପ୍ରଣାଳୀରେ ନିର୍ମିତ ଓ ଖୁବ୍ ମନଲୋଭା। ପିଲାମାନଙ୍କପାଇଁ ଉଦ୍ଦିଷ୍ଟ ଶିଶୁ ଉଦ୍ୟାନ ଓ ମୃଗ ବିହାରଏଠାକାର ମୁଖ୍ୟ ଆକର୍ଷଣ।ସମୁଦ୍ର ପତନ ଠାରୁ ଏହା ୩୦୦୦ ଫୁଟ୍ ଉପରେ ଅବସ୍ଥିତ. ଏହାର୍ ଜଳବାୟୁ ଅତିବ ମନୋରମ ଏବଂ ସ୍ଵାସ୍ଥ୍ୟ ଅନୁକୁଳ ଅଟେ । ଯଦିଓ ହାଲ୍ ବିମାନ୍ କାରଖାନା ଏଠାକାର ମୁଖ୍ୟ ପରିଚୟ, ଏଠାରେ ବର୍ତମାନ୍ ଏକ କେନ୍ଦ୍ରିୟ ବିଶ୍ଵବିଦ୍ୟାଳୟ ସ୍ଥାପନ ହୋଇଛି । ଆହୁରି ମଧ୍ୟ ଏଠାରେ ସି.ଆର୍.ପି.ଏଫ୍ କୋବ୍ରା ବାଟାଲିୟନ୍ ମୁଖ୍ୟାଳୟ ଏବ୍ଂ ନାଭାଲ୍ ଆର୍ମାମେଣ୍ଟ ଡିପୋ ରହିଅଛି.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କାର୍ଲ ହେନେରିକ ମାର୍କସ (୫ ମଇ ୧୮୧୮-୧୪ ମାର୍ଚ ୧୮୮୩) ଜଣେ ଜର୍ମାନୀୟ ଦାର୍ଶନିକ, ଅର୍ଥଶାସ୍ତ୍ରୀ, ସମାଜବାଦୀ, ଐତିହାସିକ ତଥା ସାମ୍ୟବାଦର ପ୍ରଣେତା ଥିଲେ । ଅର୍ଥନୀତିରେ ମାର୍କସଙ୍କ ଗବେଷଣା, ଶ୍ରମିକ ବର୍ଗର ଅର୍ଥନୈତିକ ଅବସ୍ଥା ବୁଝିବା ପାଇଁ ମୂଳଦୁଆ କୁହାଯାଇପାରେ ଏବଂ ଏହା ପରବର୍ତ୍ତୀ ସମୟରେ ଅନେକ ଅର୍ଥଶାସ୍ତ୍ରୀୟ ଚିନ୍ତାଧାରାକୁ ପ୍ରଭାବିତ କରିଛି । ସେ ତାଙ୍କ ଜୀବନକାଳ ମଧ୍ୟରେ ଅନେକ ପୁସ୍ତକର ରଚନା କରିଥିଲେ ଯେଉଁଗୁଡ଼ିକ ମଧ୍ୟରୁ ଦି କମ୍ୟୁନିଷ୍ଟ ମ୍ୟାନିଫେଷ୍ଟୋ (୧୮୪୮) ଏବଂ ଦାସ କ୍ୟାପିଟାଲ ବହୁ ଗୁରୁତ୍ତ୍ୱପୂର୍ଣ୍ଣ ।
କ୍ରିକେଟ ଏକ ଖେଳର ନାମ ଯାହା ବ୍ୟାଟ ଏବଂ ବଲକୁ ନେଇ ୧୧ଜଣ ବିଶିଷ୍ଟ ଦୁଇ ଦଳ ଏକ କ୍ରିକେଟ ପଡ଼ିଆରେ ଖେଳନ୍ତି ଓ ପ୍ରତି ଦଳରେ ୧୧ ଜଣ ଖେଳାଳୀଙ୍କୁ ନେଇ ଖେଳାଯାଇଥାଏ । ପଡ଼ିଆର ମଧ୍ୟ ଭାଗରେ ୨୨ଗଜ ବିଶିଷ୍ଟ ଏକ ଆୟତ୍ତାକାର କ୍ଷେତ୍ର ଥାଏ ଯାହାକୁ ପିଚ୍ କୁହାଯାଏ । ଏହାର ଦୁଇ ମୁଣ୍ଡରେ ତିନୋଟି କରି କାଠ ନିର୍ମିତ ବାଡ଼ି ପୋତା ଯାଇଥାଏ ଯାହାକୁ ଉଇକେଟ କହନ୍ତି ଯେଉଁଥିରେ ତିନୋଟି ସ୍ଟମ୍ପ ଥାଏ । ପ୍ରତି ଉଇକେଟ ଆଗରେ ଗୋଟିଏ କରି କ୍ରିଜ ଥାଏ । ଦୁଇ ଦଳ ମଧ୍ୟରୁ ଗୋଟିଏ ଦଳକୁ ବ୍ୟାଟିଙ୍ଗ ଦଳ ଓ ଅନ୍ୟଟିକୁ କ୍ଷେତ୍ରରକ୍ଷକ ଦଳ କୁହାଯାଏ । ଏଥିରେ ଗୋଟିଏ ଦଳ ପ୍ରଥମେ ବ୍ୟାଟିଂ କରି ଅଧିକରୁ ଅଧିକ ଦୌଡ(Run) ସ୍କୋର କରିବାକୁ ଚେଷ୍ଟା କରିବା ବେଳେ, ଦ୍ଵିତୀୟ ଦଳ ବୋଲିଂ ତଥା କ୍ଷେତ୍ରରକ୍ଷଣ (ଫିଲ୍ଡିଂ | Fielding) କରିଥାନ୍ତି । ବ୍ୟାଟିଂ କରୁଥିବା ଦଳର ସମସ୍ତ ଖେଳାଳୀ ଆଉଟ କିମ୍ବା ଏକ ନିର୍ଦ୍ଧାରିତ ଓଭରର ବୋଲିଂ ଶେଷ ହେବା ପରେ ଦ୍ଵିତୀୟ ଦଳ ବ୍ୟାଟିଂ କରି, ପ୍ରଥମ ଦଳ ସ୍କୋର କରିଥିବା ଦୌଡ (Run)କୁ ହାସିଲ କରିବାକୁ ଚେଷ୍ଟା କରିଥାନ୍ତି । ଖେଳର ପରିଣାମ ସର୍ବାଧିକ ଦୌଡ(Run) ଉପରେ ନିର୍ଭର କରିଥାଏ । ବର୍ତ୍ତମାନ ଭାରତ ର ସବୁଠାରୁ ଲୋକପ୍ରିୟ ଖେଳ ହେଲା କ୍ରିକେଟ । ବର୍ତ୍ତମାନ କ୍ରିକେଟ ତିନୋଟି ଫର୍ମାଟରେ ଖେଳା ଯାଊଛି, ଯଥା ଟେଷ୍ଟକ୍ରିକେଟ, ଏକ ଦିବସୀୟ ବା ୱନ୍ ଡେ କ୍ରିକେଟ ଏବଂ ଟ୍ୱେଣ୍ଟି ଟ୍ୱେଣ୍ଟି କ୍ରିକେଟ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟି ର ନେତା ଲାଲ କୃଷ୍ଣ ଆଡ଼ଭାନୀ ଙ୍କ ଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶ ର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ଶଚିକାନ୍ତ ଜେନାଙ୍କ ପ୍ରଯୋଜନାରେ ମୁଁ ଟିଭି ମୁଭିଜର ଦ୍ୱିତୀୟ ଅବଦାନରେ ବିନି ପଟ୍ଟନାୟକଙ୍କ ନିର୍ଦେଶନାରେ ଓଡ଼ିଆ ଚଳଚ୍ଚିତ୍ର ଝିଅଟା ବିଗିଡ଼ିଗଲା ୨୦୧୬ ମସିହା ବାହୁଡ଼ା ଯାତ୍ରା ସମୟରେ ମୁକ୍ତିଲାଭ କରିଥିଲା । ଏହି ସିନେମାର ମୁଖ୍ୟ ଭୂମିକାରେ ବାବୁଶାନ୍ ଥିବା ବେଳେ ତାଙ୍କ ବିପକ୍ଷରେ ଅଭିନେତ୍ରୀ ଏଲିନା ସାମନ୍ତରାୟ ନାୟିକା ଭାବରେ ଅଭିନୟ କରିଥିଲେ । ଗୀତଗୁଡ଼ିକ ସୂଚାରୁରୂପେ ସଜାଇବାର ଦାୟିତ୍ୱ ନେଇଥିଲେ ପ୍ରେମ ଆନନ୍ଦ ।
ଆଲେକ୍ଜାଣ୍ଡାର ତୃତୀୟ ବା ଆଲେକ୍ଜାଣ୍ଡାର ଦ ଗ୍ରେଟ୍ ଥିଲେ ପ୍ରାଚୀନ ଗ୍ରୀସର ମାସିଡୋନିଆର ସମ୍ରାଟ । ମାତ୍ର ୩୦ ବର୍ଷ ବୟସରେ ସେ ବିଶାଳ ସାମ୍ରାଜ୍ୟର ଅଧିକାରୀ ହୋଇପାରିଥିଲେ । ତାଙ୍କୁ ୧୬ ବର୍ଷ ହୋଇଥିବା ବେଳେ ଥ୍ରାସିଆନ୍ ବିଦ୍ରିହ ଦେଖାଯାଇଥିଲା । ଏହାକୁ ଦମନ କରିବା ପାଇଁ ତାଙ୍କୁ ଦାୟିତ୍ଵ ଦିଆଗଲା । ସେତେବେଳେକୁ ଫିଲିପ୍ ବାହାରେ ଥିଲେ । ଆଲେକ୍ଜାଣ୍ଡାର ବିଦ୍ରୋହକୁ ଦମନ କରିବା ସହିତ ବିଦ୍ରୋହୀ ଙ୍କ ଗଡ଼ ଭାବେ ପରିଚିତ ସ୍ଥାନ ଦଖଲ କରି ଏହାକୁ ଆଲେକ୍ଜାଣ୍ଡ୍ରାପଲିସ ନାମରେ ନାମିତ କରିଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।