ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜ ରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (Uniform Resource Locator)
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଭାରତୀୟ ଜନତା ପାର୍ଟି ଭାରତର ଏକ ରାଜନୈତିକ ଦଳ । ଭାରତୀୟ ଜନତା ପାର୍ଟି ସଙ୍ଘ ପରିବାରର ବିଭିନ୍ନ କ୍ଷେତ୍ରରେ ଏକ ପ୍ରମୁଖ ସଦସ୍ୟ ଭାବେ କାର୍ଯ୍ୟ କରିଥାଏ । ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ (ଆରଏସ୍ଏସ୍) ଉପରେ ସବୁବେଳେ ସାମ୍ପ୍ରଦାୟିକ, ପ୍ରତିକ୍ରିୟାତ୍ମକ ବୋଲି ଅଭିଯୋଗ ହୋଇଥାଏ । ତେବେ କେବଳ ଆରଏସ୍ଏସ୍ ର ସମାଲୋଚକମାନେ ଏଭଳି କହି ନଥାନ୍ତି, ଅନ୍ୟମାନେ ମଧ୍ୟ ଏପରି ଚିନ୍ତା କରିଥାନ୍ତି । କିନ୍ତୁ ସଂଘର ସ୍ଵୟଂସେବକମାନେ ଏଭଳି ସମାଲୋଚନାକୁ ଅଗ୍ରାହ୍ୟ କରିଦିଅନ୍ତି । କାରଣ ସେମାନଙ୍କ ହୃଦୟରେ କୌଣସି ଦ୍ଵନ୍ଦ ନଥାଏ ଯେ, ଆରଏସ୍ ଏସ୍ ରାଷ୍ଟ୍ରୀୟ ଏକତା, ଅଖଣ୍ଡତା, ରାଷ୍ଟ୍ରୀୟତା ଓ ରାଷ୍ଟ୍ରୀୟ ଶକ୍ତି ବୃଦ୍ଧି ପାଇଁ ବ୍ୟକ୍ତିଗତ ଓ ରାଷ୍ଟ୍ରୀୟ ଚରିତ୍ରକୁ ଶାଣିତ କରିବାରେ କାର୍ଯ୍ୟ କରେ । ଏବେ ଏହି ସଂଗଠନ ଏକ୍ ସନ୍ତୁଳିତ ବ୍ୟବସ୍ଥା ସହ ଦୃଢ ତଥା ଅଗ୍ରଗାମୀ କ୍ରମବର୍ଦ୍ଧିଷ୍ଣ ଦେଶପ୍ରେମୀ ସଂଗଠନରେ ପରିଣତ ହୋଇଛି। ବିଜେପିର ସମାଲୋଚକମାନେ ମଧ୍ୟ ଏହା ସ୍ଵୀକାର କରୁଛନ୍ତି ଯେ, ବିଜେପି ଏବେ ଏକ ମହାଦୃମରେ ପରିଣତ ହୋଇଛି। ଏହାର ରାଷ୍ଟ୍ରବ୍ୟାପୀ ମହାକାୟାକୁ ପ୍ରତିହତ କରିବା ଆଉ ସମ୍ଭବ ନୁହେଁ ।
ବସ୍ତର ଜିଲ୍ଲା ମଧ୍ୟ ଭାରତ ର ଛତିଶଗଡ଼ ରାଜ୍ୟ ର ଏକ ଜିଲ୍ଲା। ଜଗଦଲପୁର ଏହି ଜିଲ୍ଲା ର ସଦର ମହକୁମା। ଏହି ଜିଲ୍ଲା ର କ୍ଷେତ୍ରଫଳ ୮୭୫୫.୭୯ ବର୍ଗ କି.ମି । ଏହାର ଉତ୍ତର-ପଶ୍ଚିମ ରେ ରାଜନନ୍ଦଗ୍ରାମ ଜିଲ୍ଲା, ଉତ୍ତର ରେ କାଁକେର ଜିଲ୍ଲା, ଉତ୍ତର-ପୂର୍ବ ରେ ଧମତରୀ ଜିଲ୍ଲା ଅବସ୍ଥିତ। ଏହା ଛଡା ଏହାର ପୂର୍ବ ରେ ଓଡ଼ିଶା ରାଜ୍ୟ ର ନବରଙ୍ଗପୁର ଜିଲ୍ଲା ଓ କୋରାପୁଟ ଜିଲ୍ଲା ଅବସ୍ଥିତ ଥିଲା ବେଳେ ପଶ୍ଚିମ ରେ ମହାରାଷ୍ଟ୍ର ରାଜ୍ୟ ର ଗଡଚୀରୋଲି ଜିଲ୍ଲା ଓ ଦକ୍ଷିଣ-ପଶ୍ଚିମ ରେ ଦାନ୍ତେୱାଡା ଜିଲ୍ଲା ଅବସ୍ଥିତ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗ କୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ର ର ଗୋଷ୍ଠୀ କୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ ରେ ମିଳିତ ଜାତିସଂଘ ର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ ଟି ସଦସ୍ୟ ରାଷ୍ଟ୍ର କୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘ ରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘ ର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହର ର ମାନହାଟ୍ଟନ ଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନା ରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନ ଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶ ର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟ ରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦ ର ସମାଧାନ କରିବା ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼ରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ବିଦ୍ୟୁତ୍ ଓ ଅଭିବିଦ୍ୟୁତ୍ ସଙ୍କ୍ରାନ୍ତୀୟ ବୈଷୟିକ ବିଜ୍ଞାନ
ବିଦ୍ୟୁତ୍ ଓ ଅଭିବିଦ୍ୟୁତ୍ ବୈଷୟିକ ବିଜ୍ଞାନ ବୈଷୟିକ ବିଜ୍ଞାନର ଏକ ଶାଖା ଯାହାକି ବିଦ୍ୟୁତ, ଅଭିବିଦ୍ୟୁତ ଓ ବିଦ୍ୟୁତ-ଚୁମ୍ବକୀୟତା ସମ୍ପର୍କିତ ଅଧ୍ୟୟନକୁ ବୁଝାଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଆକ୍ଟିଭେଟେଡ ଚାରକୋଲ (ଇଂରାଜୀ ଭାଷାରରେ Activated charcoal, ଅନ୍ୟ ନାମ ଆକ୍ଟିଭେଟେଡ କାର୍ବନ/activated carbon, ଏକ ଔଷଧ ଯାହା ପାଟିବାଟେ ଗ୍ରହଣ କରିଥିବା ବିଷକ୍ରିୟାର ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ । କେତେକ ପ୍ରକାର ବିଷ ଖାଇବାର ଅଳ୍ପ ସମୟ ମଧ୍ୟରେ (ଏକ ଘଣ୍ଟା) ଏହି ଔଷଧ ଦେଲେ ପ୍ରଭାବଶାଳୀ ହୁଏ । ଏହା ସ୍ୟାନାଇଡ ବିଷକ୍ରିୟା (cyanide), କ୍ଷୟକାରୀ ପଦାର୍ଥ (corrosive agents), ଲୌହ (iron), ଲିଥିଅମ (lithium), ଆଲକୋହୋଲ (alcohol) ବା ମାଲାଥିଅନ (malathion) ଇତ୍ୟାଦିର ବିଷକ୍ରିୟାରେ ନିମନ୍ତେ କାର୍ଯ୍ୟକାରୀ ହୁଏନାହିଁ । ଏହା ପାଟିରେ ଖାଇବାକୁ ଦିଆଯାଏ ବା ନାସାପାକସ୍ଥଳୀ ନଳୀ (nasogastric tube) ମାଧ୍ୟମରେ ଦିଆଯାଏ । ହେମୋପରଫ୍ୟୁଜନ ମେସିନରେ (hemoperfusion machines) ମଧ୍ୟ ଏହା ବ୍ୟବହାର କରାଯାଏ ।
ବୈଶାଖ ସଂକ୍ରାନ୍ତି (ସୂର୍ଯ୍ୟଙ୍କର ମେଷ ରାଶିକୁ ସଂକ୍ରମଣ ଦିନ) ବା ପଣା ସଂକ୍ରାନ୍ତି ଠାରୁ ସୌରମାନ ବର୍ଷର ପ୍ରଥମ ଗଣନା ଆରମ୍ଭ ହୁଏ । ଏହା ସୌର ବୈଶାଖର ପ୍ରଥମ ଦିବସ । ଏହିଦିନଠାରୁ ନୂତନ ଶକାବ୍ଦ ଗଣନାର ଆରମ୍ଭ ହୁଏ । ଓଡ଼ିଆ ନବବର୍ଷର ଆରମ୍ଭ ପ୍ରଣାଳୀ ବିଜ୍ଞାନ ସମ୍ମତ ଓ ଯୁକ୍ତିଯୁକ୍ତ ଏହାର ଗଣନା ନିରୟଣ ସୂର୍ଯ୍ୟ ମେଷରାଶିରେ ପ୍ରବେଶ କରିବାଠାରୁ ହୋଇଥାଏ । ଏହି ପଦ୍ଧତି ଓଡ଼ିଶାର ପ୍ରଥମ ଜ୍ୟୋତିର୍ବିଜ୍ଞାନୀ ଶତାନନ୍ଦାଚାର୍ଯ୍ୟଙ୍କ ଠାରୁ ଚଳିଆସୁଥିବାର ଅନୁମାନ କରାଯାଏ ।
ବରେନ୍ଦ୍ର କୃଷ୍ଣ ଧଳ (୨୫ ମାର୍ଚ୍ଚ ୧୯୪୧ - ୯ ଅଗଷ୍ଟ ୨୦୧୬) ଜଣେ ଓଡ଼ିଆ ସାମ୍ବାଦିକ ଓ ସାହିତ୍ୟିକ ଥିଲେ । ସେ ୧୯୪୧ ମସିହା ମାର୍ଚ୍ଚ ୨୫ ତାରିଖ ଦିନ କଟକ ଜିଲ୍ଲାର ଚର୍ଚ୍ଚିକାଠାରେ ଜନ୍ମଗ୍ରହଣ କରିଥିଲେ । ସାମ୍ବାଦିକ ଭାବରେ ସେ, ସ୍ଵରାଜ, ଆଜ-କାଲ(ବଙ୍ଗଳା), ସମ୍ବାଦ, ପ୍ରଜାତନ୍ତ୍ର ଆଦି ଖବରକାଗଜ ସହିତ ଜଡିତ ରହିଆସିଛନ୍ତି । ବରେନ୍ଦ୍ର କୃଷ୍ଣ ଧଳଙ୍କ ନେତୃତ୍ଵରେ ଓଡ଼ିଶାର ଉପାନ୍ତ ଅଞ୍ଚଳରେ ଓଡ଼ିଆ ଭାଷା ଓ ସଂସ୍କୃତିକୁ ଗତିଶୀଳ କରିବା ନିମନ୍ତେ "ଲେଖକ ସାମୁଖ୍ୟ" ଗଠନ କରାଯାଇଥିଲା । ୧୯୮୨-୮୮ ଓ ୧୯୯୨ରେ ସେ ଏହି ଅନୁଷ୍ଠାନର ମହାସଚିବ ଭାବରେ କାର୍ଯ୍ୟକରିଛନ୍ତି । ୧୯୯୦-୯୩ ମସିହା ପର୍ଯ୍ୟନ୍ତ, ସେ "ନ୍ୟାସନାଲ ଇୟୁନିଅନ ଅଫ୍ ଜର୍ଣ୍ଣାଲିଷ୍ଟ"ର ସଭାପତି ଭାବରେ କାର୍ଯ୍ୟ କରିଥିଲେ । ସେ ପ୍ରତିବର୍ଷ ଫେବୃଆରୀ ମାସରେ ଅନୁଷ୍ଠିତ ହେଉଥିବା "ଭୁବନେଶ୍ଵର ପୁସ୍ତକ ମେଳା" ଆରମ୍ଭ କରିଥିଲେ ।
କ୍ରିକେଟ ଏକ ଖେଳର ନାମ ଯାହା ବ୍ୟାଟ ଏବଂ ବଲକୁ ନେଇ ୧୧ଜଣ ବିଶିଷ୍ଟ ଦୁଇ ଦଳ ଏକ କ୍ରିକେଟ ପଡ଼ିଆରେ ଖେଳନ୍ତି ଓ ପ୍ରତି ଦଳରେ ୧୧ ଜଣ ଖେଳାଳୀଙ୍କୁ ନେଇ ଖେଳାଯାଇଥାଏ । ପଡ଼ିଆର ମଧ୍ୟ ଭାଗରେ ୨୨ଗଜ ବିଶିଷ୍ଟ ଏକ ଆୟତ୍ତାକାର କ୍ଷେତ୍ର ଥାଏ ଯାହାକୁ ପିଚ୍ କୁହାଯାଏ । ଏହାର ଦୁଇ ମୁଣ୍ଡରେ ତିନୋଟି କରି କାଠ ନିର୍ମିତ ବାଡ଼ି ପୋତା ଯାଇଥାଏ ଯାହାକୁ ଉଇକେଟ କହନ୍ତି ଯେଉଁଥିରେ ତିନୋଟି ସ୍ଟମ୍ପ ଥାଏ । ପ୍ରତି ଉଇକେଟ ଆଗରେ ଗୋଟିଏ କରି କ୍ରିଜ ଥାଏ । ଦୁଇ ଦଳ ମଧ୍ୟରୁ ଗୋଟିଏ ଦଳକୁ ବ୍ୟାଟିଙ୍ଗ ଦଳ ଓ ଅନ୍ୟଟିକୁ କ୍ଷେତ୍ରରକ୍ଷକ ଦଳ କୁହାଯାଏ । ଏଥିରେ ଗୋଟିଏ ଦଳ ପ୍ରଥମେ ବ୍ୟାଟିଂ କରି ଅଧିକରୁ ଅଧିକ ଦୌଡ(Run) ସ୍କୋର କରିବାକୁ ଚେଷ୍ଟା କରିବା ବେଳେ, ଦ୍ଵିତୀୟ ଦଳ ବୋଲିଂ ତଥା କ୍ଷେତ୍ରରକ୍ଷଣ (ଫିଲ୍ଡିଂ | Fielding) କରିଥାନ୍ତି । ବ୍ୟାଟିଂ କରୁଥିବା ଦଳର ସମସ୍ତ ଖେଳାଳୀ ଆଉଟ କିମ୍ବା ଏକ ନିର୍ଦ୍ଧାରିତ ଓଭରର ବୋଲିଂ ଶେଷ ହେବା ପରେ ଦ୍ଵିତୀୟ ଦଳ ବ୍ୟାଟିଂ କରି, ପ୍ରଥମ ଦଳ ସ୍କୋର କରିଥିବା ଦୌଡ (Run)କୁ ହାସିଲ କରିବାକୁ ଚେଷ୍ଟା କରିଥାନ୍ତି । ଖେଳର ପରିଣାମ ସର୍ବାଧିକ ଦୌଡ(Run) ଉପରେ ନିର୍ଭର କରିଥାଏ । ବର୍ତ୍ତମାନ ଭାରତ ର ସବୁଠାରୁ ଲୋକପ୍ରିୟ ଖେଳ ହେଲା କ୍ରିକେଟ । ବର୍ତ୍ତମାନ କ୍ରିକେଟ ତିନୋଟି ଫର୍ମାଟରେ ଖେଳା ଯାଊଛି, ଯଥା ଟେଷ୍ଟକ୍ରିକେଟ, ଏକ ଦିବସୀୟ ବା ୱନ୍ ଡେ କ୍ରିକେଟ ଏବଂ ଟ୍ୱେଣ୍ଟି ଟ୍ୱେଣ୍ଟି କ୍ରିକେଟ ।
ଆଟୋପିକ ଡର୍ମାଟାଇଟିସ (ଏଡି), ବା ଆଟୋପିକ ଏକଜିମା, ଏକ ପ୍ରକାର ଚର୍ମ ପ୍ରଦାହ ରୋଗ । ଏହି ରୋଗରେ ଚମ ଗଲୁ ହୁଏ, ଲାଲ ଦେଖାଯାଏ, ଫୁଲିଯାଏ ଓ ଚମ ଫାଟିଯାଏ । ପ୍ରଭାବିତ ସ୍ଥାନରୁ ପରିସ୍କାର ତରଳ ପଦାର୍ଥ ବାହାରେ ଓ ସମୟକ୍ରମେ ଏହି ଚର୍ମ ମୋଟା ହୋଇଯାଏ । ପିଲାଦିନେ ଏ ରୋଗ ଆରମ୍ଭ ହୁଏ ଓ ସମୟକ୍ରମେ ପରିବର୍ତ୍ତିତ ହୁଏ । ଏକ ବର୍ଷ ବୟସରୁ କମ ପିଲାଙ୍କର ଦେହର ବଡ଼ ଭାଗ ପ୍ରଭାବିତ ହୋଇପାରେ । ବୟସ ବଢ଼ିଲେ ଆଣ୍ଠୁ ପଛପଟ ଓ କହୁଣୀ ସାମନାପାଖରେ ରାସ ହୁଏ । ଯୁବକମାନଙ୍କର ହାତ ଓ ପାଦରେ ରୋଗ ହୁଏ । କୁଣ୍ଡେଇଲେ ଲକ୍ଷଣ ଖରାପ ଆଡ଼କୁ ଯାଏ ଓ ପରିଶେଷରେ ଚର୍ମ ସଂକ୍ରମଣ ହୁଏ । ଏହି ରୋଗୀମାନଙ୍କର ଆଲର୍ଜିକ ନାକ ପ୍ରଦାହ ବା ଆଜମା ହୋଇପାରେ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ" ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳ ର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣ କୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସ ଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କ ଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଦୁର୍ଲଭ ସିଂ, ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ଅଭିନେତା ଥିଲେ । ସେ ୧୯୧୭ମସିହା ମାର୍ଚ୍ଚ ୧୨ତାରିଖରେ ପୁରୀ ଜିଲ୍ଲାର ନିମାପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ । ସେ ଦଶ ବର୍ଷ ବୟସରୁ ମଞ୍ଚରେ ଅଭିନୟ ଆରମ୍ଭ କରିଥିଲେ । ଅଭିନେତ୍ରୀ ଲକ୍ଷ୍ମୀ ଦେବୀଙ୍କୁ ସେ ବିବାହ କରିଥିଲେ । ତାଙ୍କର ୨ପୁଅ ଓ ୭ଝିଅ । ୨୦୧୦ମସିହା ମେ ୪ତାରିଖରେ, ଦୁର୍ଲଭ ସିଂଙ୍କର ପୁରୀଠାରେ ପରଲୋକ ଘଟିଥିଲା ।
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ । ହିନ୍ଦୁ ପରମ୍ପରା ଅନୁଯାୟୀ ବର୍ଷରେ ପାଞ୍ଚଥର (ପୌଷ, ମାଘ, ଚୈତ୍ର, ଆଷାଢ଼ ଓ ଆଶ୍ଵିନ) ନବରାତ୍ର ପାଳନ କରାଯାଉଥିଲେ ମଧ୍ୟ ଶରତ ଋତୁରେ ପାଳିତ ହେଉଥିବା (ଆଶ୍ୱିନ ମାସ ଶୁକ୍ଳପକ୍ଷ ପ୍ରତିପଦ ତିଥିରୁ ନବମୀ ପର୍ଯ୍ୟନ୍ତ) ନବରାତ୍ର ସବୁଠୁ ଅଧିକ ଗୁରୁତ୍ୱପୂର୍ଣ୍ଣ । ଏହାକୁ ମହାନବରାତ୍ର ବୋଲି କହାଯାଇଥାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।