ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
କଳିଙ୍ଗ ଲିଟରାରି ଫେଷ୍ଟିଭାଲ ଏକ ସାହିତ୍ୟିକ ମହୋତ୍ସବ ଯାହା ୨ ବା ୩ ଦିନ ଧରି ପ୍ରତି ବର୍ଷ ଜୁନ ମାସରେ ଓଡ଼ିଶା ପ୍ରଦେଶର ଭୁବନେଶ୍ୱର ନଗରରେ ଅନୁଷ୍ଠିତ ହୁଏ । ଏହି ମଞ୍ଚରେ ଇଂରାଜୀ, ଭାରତୀୟ ଇଂରାଜୀ ଓ ଭାରତୀୟ ସାହିତ୍ୟମାନଙ୍କ ବାବଦରେ ଆଲୋଚନା ହୋଇଥାଏ । କଳିଙ୍ଗ ଲିଟରାରି ଫେସ୍ଟିଭାଲର ପ୍ରତିଷ୍ଠାତା ରଶ୍ମୀ ରଞ୍ଜନ ପରିଡ଼ା ଏହାର ସଂସ୍ଥାପକ । ଏହି କେଏଲଏଫ ସଂସ୍ଥା ଓଡିଶା ଡାଏରୀ ସମ୍ବାଦ ପୋର୍ଟାଲ ଓ ଓଡିଶା ଲିଭିଙ୍ଗ ଲିଜେଣ୍ଡ ସହିତ ଅନୁବନ୍ଧିତ । କମଳାକାନ୍ତ ଦାଶ ଏହାର ଜଣେ ସଂସ୍ଥାପକ ସଭ୍ୟ ଓ ଏହାର ମାର୍ଗଦର୍ଶକ । ପ୍ରାଚୀ ନାୟକ ଓ ଶୀତାଂଶୁ ମହାପାତ୍ର ଏହାର ଅନ୍ୟ ଦୁଇ ସଂସ୍ଥାପକ ସଭ୍ୟ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗିରିବାଳା ମହାନ୍ତି ଜଣେ ଭାରତୀୟ-ଓଡ଼ିଆ ବୈମାନିକ ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ବୈମାନିକ । ଉଡ଼ାଜାହାଜ ଚଳାଇବା ନିମନ୍ତେ ବେସରକାରୀ ଲାଇସେନ୍ସ ଲାଇସେନ୍ସ ଥିବା ସେ ପ୍ରଥମ ଓଡ଼ିଆ ମହିଳା । ୧୯୬୭ରେ ସେ ନାଇଣ୍ଟି-ନାଇନ ଇଙ୍କ., "ଇଣ୍ଟରନ୍ୟାସନାଲ ଉଇମେନ ପାଇଲଟ ଆସୋସିଆଏସନ" ଦ୍ୱାରା ସେମାନଙ୍କ ଏକ ବିଶ୍ୱସ୍ତରୀୟ ସମ୍ମିଳନୀରେ ଯୋଗଦେବା ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାକୁ ଆମନ୍ତ୍ରିତ ହୋଇଥିଲେ । ସେଠାରେ ଆମେରିକା ଉପରେ ଏକ ପରିଚାଳିତ ଉଡ଼ାଣରେ ବାକି ମହିଳା ବୈମାନିକଙ୍କ ସହ ଯୋଗଦେଇଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ବିଶ୍ଵ ରେ ଯେତେ ବେଶି ବ୍ୟକ୍ତି ଅନ ଲାଇନ ରେ ଜ୍ଞାନକ୍ଷ ବିଷୟ ରେ ଜାଣୁଛନ୍ତି ଓ ବ୍ୟବହାର କରୁଛନ୍ତି ସେତେ ବେଶୀ ୱିକିପୀଡିଆ ର ସଂସ୍କୃତି କୁ ଆଧାରିତ କରାଯାଉଛି । ଅନେକେ ବୋକିପିଡିଆ ର ମୁକ୍ତ ଭାବରେ ସମ୍ପାଦନା କୁ ସମାଲୋଚନା କରିଥାନ୍ତି ସତ , କାରଣ କେତେକ ଅବାଞ୍ଛିତ ତତ୍ଵ ଏଥିରେ ବ୍ୟଭିଚାର ମୂଳକ ପରିବର୍ତନ କରିଥିବାର ଦେଖାଯାଇଛି । କେତେ ସ୍ଥଳ ରେ ବାହ୍ୟ ଆଧାର କୁ ମୂଳ ସ୍ରୋତ ହିସାବ ରେ ବ୍ୟବହାର କରାଯାଇଛି ଓ ବ୍ୟକ୍ତିଗତ ଜ୍ଞାନ କୁ ସତ୍ୟ ତଥ୍ୟ ହିସାବ ରେ କିଛି କ୍ଷେତୟା ରେ ଉପସ୍ଥାପନା କରାଯାଇଛି । ପୁଣି କେତେକ ସମୟ ରେ ୱିକିପୀଡିୟା କୁ ପ୍ରକୃତ ଜ୍ଞାନକୋଷ ହିସାବ ରେ ବ୍ୟବହାର ନ କରି ତାକୁ କାହାର ବ୍ୟକ୍ତିଗତ ବ୍ହରିତ୍ର ଚିତ୍ରଣ ତଥା ଖେଳ ହିସାବ ରେ ମଧ୍ୟ ବ୍ୟବହାର ହେବାର ନଜିର ରହିଛି । ଅନେକ ବ୍ୟକ୍ତି କ ପାଇଁ ୱିକିପୀଡିୟା ସଂସ୍କୃତିକ କ୍ଷେତ୍ର ରେ ଗୁରୁତ୍ବପୂର୍ଣ ହେଇଛି କେବଳ ଏଠି ଯୋଗୁଁ ଯେ ଏହାର ବ୍ୟବହାର ଅଭିଜାତ୍ୟ ର ପରିଚାୟକ ହେଇଯାଇଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ରଚିତା ମିସ୍ତ୍ରୀ (ଜନ୍ମ 04 ମାର୍ଚ୍ଚ 1974) ହେଉଛନ୍ତି ମୁମ୍ୱାଇ, ମହାରାଷ୍ଟ୍ରରୁ ଜଣେ ଭାରତୀୟ ପେଶାଦାର ଦୌଡ଼ାଳୀ। ୧୨ ଅଗଷ୍ଟ ୨୦୦୦ରେ ଥିରୁଭାନନ୍ତପୁରମ୍ଠାରେ ଅନୁଷ୍ଠିତ ନ୍ୟାସନାଲ ସର୍କିଟ ଆଥଲେଟିକ ମିଟରେ ସେ ୧୦୦ ମିଟର ଦୌଡ଼କୁ ୧୧.୩୮ ସେକେଣ୍ଡରେ ପୂରା କରି ଜାତୀୟ ରେକର୍ଡ କରିଛନ୍ତି। ଯାହାକୁ ୨୦୧୩ରେ ମର୍ଲିନ କେ ଜୋସେଫଙ୍କ ପୂର୍ବରୁ ୧୩ ବର୍ଷ ପର୍ଯ୍ୟନ୍ତ କେହି ବଳି ଯାଇ ନ ଥିଲେ। ୫ ଜୁଲାଇ ୨୦୦୧ରେ ବାଙ୍ଗାଲୁରୁଠାରେ ସେ ନିଜର ସର୍ବୋତ୍ତମ କୃତି ୧୦୦ ମିଟରକୁ ୧୧.୨୬ ସେକେଣ୍ଡରେ ଦୌଡ଼ ପୂରା କରି ସେ ପି.ଟି. ଉଷାଙ୍କର ଦୀର୍ଘ ଦିନର ୧୧.୩୯ ସେକେଣ୍ଡର ଜାକର୍ତ୍ତାରେ ଅନୁଷ୍ଠିତ ୧୯୮୫ର ଏସିୟାନ କ୍ରୀଡ଼ା ଚାମ୍ପିୟନସିପ ରେକର୍ଡକୁ ଭଙ୍ଗ କରିଥିଲେ। ତେବେ କେତେକ ବିବାଦ/ବିତର୍କ ପରେ, ଭାରତର ଆମାଚ୍ୟୁର ଆଥଲେଟିକ ଫେଡେରେସନ (AAFI) ଏହି ଜାତୀୟ ରେକର୍ଡକୁ ପୁଷ୍ଟି କରି ନ ଥିଲେ। କାରଣ ଥିଲା ଯେ ଏହି କ୍ରୀଡ଼ା ସମୟରେ ତାଙ୍କୁ କିଛି ଶକ୍ତିବର୍ଦ୍ଧକ ଔଷଧି ଦିଆ ଯାଇଥିଲା କି ନା ତା'ର ଡୋପ ପରୀକ୍ଷଣ କରା ଯାଇ ନ ଥିଲା। ତେବେ AAIF ଏହା ସ୍ପଷ୍ଟ କରିଥିଲେ ଯେ କ୍ରୀଡ଼ାବିତ୍ଙ୍କର ଏହି ରେକର୍ଡ ତାଙ୍କର ବ୍ୟକ୍ତିଗତ ସର୍ବୋତ୍ତମ ରେକର୍ଡ ହିସାବରେ ପରିଗଣିତ ହେବ। ରଚିତା ପି.ଟି. ଉଷା ଓ ଇ.ବି.
ଅର୍ଶ (ଇଂରାଜୀରେ ହେମୋରଏଡ୍ Hemorrhoids (US English) ବା haemorrhoids UK /ˈhɛmərɔɪdz/), ଏକ ପ୍ରକାର ରୋଗ ଯେଉଁଥିରେ ମଳଦ୍ୱାରଠାରେ ଥିବା ଶୀରା ସମୂହ ସ୍ଫିତ ହୋଇଯାଏ ସାଧାରଣ ଅବସ୍ଥାରେ ଏହି ଶୀରାଗୁଡ଼ିକ କୁସନ୍ ଭଳି କାମ କରି ମାନବ ମଳ ନିଷ୍କାସନ ନିୟନ୍ତ୍ରଣ କରେ । ଏଥିରେ ଯେତେବେଳେ ପ୍ରଦାହ ହୁଏ ବା ଏହା ସ୍ଫୀତ ହୁଏ । ଏତିକିବେଳେ ଏହାକୁ ଅର୍ଶ ରୋଗ ନାମ ଦିଆଯାଏ । ଉପସ୍ଥାପନ ଅନୁସାରେ ଲକ୍ଷଣ ଦେଖାଯାଏ । ଅନ୍ତଃ ଅର୍ଶ ହେଲେ କଷ୍ଟହୀନ ହୁଏ କିନ୍ତୁ ମଳତ୍ୟାଗ ସମୟରେ ରକ୍ତସ୍ରାବ ହୁଏ ।]]. କିନ୍ତୁ ବାହ୍ୟ ଅର୍ଶ ହେଲେ ମଳଦ୍ୱାରପାର୍ଶ୍ୱ ସ୍ଥାନ ଫୁଲିଯାଏ ଓ ଯନ୍ତ୍ରଣା ହୁଏ । ରକ୍ତସ୍ରାବ ହେଲେ ରକ୍ତ ସାଧାରଣତଃ ଗାଢ଼ ରଙ୍ଗ ହୁଏ । କିଛି ଦିନ ମଧ୍ୟରେ ଏହା ଉପଶମ ହୋଇଯାଏ । ସୁସ୍ଥ ହେବା ପରେ ମଧ୍ୟ ଏକ ଚର୍ମ ମୁଣ୍ଡା ରହିଯାଏ । ଏହି ରୋଗ ନିର୍ଦ୍ଦଷ୍ଟ କାରଣ ଜଣା ନ ଥିଲେ ମଧ୍ୟ ପେଟ ମଧ୍ୟସ୍ଥ ଅତ୍ୟଧିକ ଚାପ ବା କୋଷ୍ଠକାଠିନ୍ୟର ରୋଗ ହେବାରେ ଭୂମିକା ଥାଏ । ଅର୍ଶର କାରଣ ଅଜଣା ଥିଲେ ମଧ୍ୟ କେତେକ ପେଟର ଚାପ ବୃଦ୍ଧି କରୁଥିବା କାରକମାନଙ୍କର ଏଥିରେ ଭୂମକା ଥିବା ବିଶ୍ୱାସ କରାଯାଏ । ଏହି କାରଣ ଗୁଡ଼ିକର ନାମ କୋଷ୍ଠକାଠିନ୍ୟ, ତରଳ ଝାଡ଼ା, ଓ [ପାଇଖାନା]]ରେ ଦୀର୍ଘ ସମୟ ଧରି ବସିରହିବା । ଗର୍ଭାବସ୍ଥାରେ ଏହି ରୋଗ ଅଧିକ ହେବା ଦେଖାଯାଏ ।.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ନାଇଟ୍ରସ ଅକ୍ସାଇଡ (ଇଂରାଜୀ ଭାଷାରେ Nitrous oxide, ବିକ୍ରୟ ନାମ ଏଣ୍ଟୋନୋକ୍ସ/Entonox ଏକ ଆଘ୍ରାଣକାରୀ ଗ୍ୟାସ୍ ଯାହା ଏକ ଯନ୍ତ୍ରଣା ନିବାରକ (pain medication) ଓ ନିଶ୍ଚେତନ (anesthesia) ନିମନ୍ତେ ଅନ୍ୟାନ୍ୟ ନିଶ୍ଚେତକମାନଙ୍କ (medications) ସହିତ ଦିଆଯାଏ । ପ୍ରସବ ସମୟରେ, ମାତ୍ରାଧିକ ଆଘାତରେ (trauma) ଓ ଜୀବନ ଯତ୍ନର ଶେଷ ସମୟରେ (end of life care) ଏହି ଔଷଧ ବ୍ୟବହାର କରାଯାଏ । ଅଧ ମିନିଟ ମଧ୍ୟରେ ଏହାର ପ୍ରଭାବ ଆରମ୍ଭ ହୋଇ ପ୍ରାୟ ଏକ ମିନିଟ ଧରି ରହେ ।
ବଟୁ ଗୁମ୍ଫା , ମାଲୟେସିଆ ଦେଶ ର ସେଲଙ୍ଗର ଠାରେ ଅବସ୍ଥିତ ଏକ ଚୂନ ପଥର ପାହାଡ ଓ ସେଠାରେ ଗୁମ୍ଫା ରେ ମନ୍ଦିର ରହିଛି । ଏହି ପର୍ବତ ନିକଟ ରେ ପ୍ରବାହିତ ହାଉଥିବା ସାନଗାଇ ବଟୁ ନଦୀ ର ନାମ ଅନୁସାରେ ଏହି ଗୁମ୍ଫା ର ନାମ ବଟୁ ଗୁମ୍ଫା କୁହାଯାଇଥାଏ । ଏହା ଏହିପର୍ବତ ଶ୍ରେଣୀ ର ଦଶମ ଚୂନ ପଥର ପାହାଡ ଓ ନିକଟ ରେ ଥିବା ଗ୍ରାମ କୁ ମଧ୍ୟ ବଟୁ ଗୁମ୍ଫା କୁହାଯାଇଥାଏ । . ଏହା ଭାରତ ବାହାରେ ଥିବା ହିନ୍ଦୁ ଧର୍ମ ସ୍ଥଳୀ ମଧ୍ୟ ରୁ ସର୍ବାଧିକ ଜନପ୍ରିୟ । ମାଲେସିଆ ଦେଶ ରେ ମଧ୍ୟ ହିନ୍ଦୁ ପର୍ବ ଥାଇପୁସମ ଏଠାରେ ପାଳିତ ହୁଏ । ବଟୁ ଗୁମ୍ଫା କୁ ଭଗବାନ ମୁରୁଗା ଙ୍କ ଦଶମ ଗୁମ୍ଫା ଭାବରେ କୁହାଯାଇଥାଏ । ଏଠି ମଧ୍ୟ ରୁ 6 ତୀ ଭାରତ ରେ ଓ 4 ତୀ ମାଲୟେସିଆ ରେ ରହିଛି । ମାଲୟେସିଆ ର ଅନନ୍ୟ ତିନୋଟି କଲ୍ଲୁମଲାଇ ମନ୍ଦିର , ଇୟଫ ଠାରେ , ତନିମାଳୟ ମନ୍ଦିର ପେନଙ୍ଗ ଠାରେ ଓ ସନ୍ନସୀମାଳୟ ମନ୍ଦିର ମାଲକ୍କା ଠାରେ ଅବସ୍ଥିତ । ଏହା ନିକଟ ରେ ସେଲାୟଙ୍ଗ ନାମକ ଏକ ବୃହତ ଥୋକ ବଜାର ରହିଛି ।.
ମାଇକ୍ରୋସଫ୍ଟ କର୍ପୋରେସନ ହେଉଛି ଏକ ଆମେରିକୀୟ ବହୁରାଷ୍ଟ୍ରୀୟ କମ୍ପାନୀ ଓ ଏହାର ମୁଖ୍ୟାଳୟ ୱାସିଂଟନର ରେଡମୋଣ୍ଡ (redmond) ଠାରେ ସ୍ଥିତ । ଏହା କମ୍ପ୍ୟୁଟର ସମ୍ବନ୍ଧୀୟ ଉତ୍ପାଦମାନ ପ୍ରସ୍ତୁତ କରିଥାଏ । ଏହାକୁ ପ୍ରଥମେ ବିଲ୍ ଗେଟ୍ସ୍ ଓ ପଲ ଆଲେନ ଏପ୍ରିଲ ୪,୧୯୭୫ ରେ ଗଢିଥିଲେ । ମାଇକ୍ରୋସଫ୍ଟ ହେଉଛି ରେଭିନ୍ୟୁ ଅନୁସାରେ ପୃଥିବୀର ସର୍ବବୃହତ ସଫ୍ଟୱେର କମ୍ପାନୀ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗ ଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ସାର ଆଇଜାକ ନିଉଟନ (୪ ଜାନୁଆରୀ ୧୬୪୩ – ୩୧ ମାର୍ଚ୍ଚ ୧୭୨୭) ଜଣେ ଇଂରେଜ ଭୌତିକବିଦ ଏବଂ ଗଣିତଜ୍ଞ ଥିଲେ । ସେ ଗତି, ଆଲୋକ, ମାଧ୍ୟାକର୍ଷଣ, ଏବଂ କାଲ୍କୁଲସ୍ରେ ନିଜର ନୀୟମ ପାଇଁ ଜଣା । ୧୬୮୭ ରେ, ନିଉଟନ ଗୋଟିଏ ବହି ଫିଲୋସୋଫି ନାଚୁରାଲିସ ପ୍ରିନ୍ସିପିଆ ମାଥମେଟିକା (Philosophiae Naturalis Principia Mathematica) ଲେଖିଥିଲେ ଯେଉଁଥିରେ ସେ ତାଙ୍କର ସର୍ବବ୍ୟାପୀ ମାଧ୍ୟାକର୍ଷଣ ଏବଂ ଗତିର ତିନୋଟି ନୀୟମବିଷୟରେ କହିଥିଲେ ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣ ଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଉଦୟପୁର (Pron:/uːˈdaɪpʊə or ˈuːdaɪˌpʊə/) (ବଙ୍ଗାଳୀ: উদয়পুর) ଭାରତୀୟ ରାଜ୍ୟ ତ୍ରିପୁରା ର ଏକ ସହର ଓ ମୁନିସିପାଲିଟି । ଏହି ସହର ରେ ବିଖ୍ୟାତ ତ୍ରିପୁରା ସୁନ୍ଦରୀ ମନ୍ଦିର ରହିଛି । ଏହା ଗୋମତୀ ଜିଲା ର ମୁଖ୍ୟ ଦପ୍ତର । ରାଜଧାନୀ ଅଗରତାଲା ଠାରୁ ଏହାର ଦୂରତା 55 କିଲୋମିଟର । ଏଠାରେ ଅନେକ ନିର୍ମିତ ହ୍ରଦ ରହିଛି । ଧନୀ ସାହାରା , ବିଜଯ ସାଗର , ଜଗନ୍ନାଥ ଦିଘୀ ଇତ୍ୟାଦି ସେଥିରୁ ଅନନ୍ୟତମ । ଉଦୟପୁର ତ୍ରିପୁରା ର ତୃତୀୟ ବୃହତ୍ତମ ସହର ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବ ମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।