ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ବର୍ଡର ଲାଇନ ପର୍ସନାଲିଟି ଡିଜଅର୍ଡ଼ର
ବର୍ଡରଲାଇନ ପର୍ସନାଲିଟି ଡିଜଅର୍ଡ଼ର (ବିପିଡି/BPD) ବା ଭାବାତ୍ମକ ଅସ୍ଥିର ବ୍ୟକ୍ତିତ୍ୱ ଡିଜଅର୍ଡ଼ର ଏକ ଦୀର୍ଘକାଳୀନ ଅସ୍ୱାଭାବିକ ବ୍ୟବହାରିକ ଢାଞ୍ଚା ଯେଉଁଥିରେ ଅସ୍ଥିର ପାରଷ୍ପରିକ ସମ୍ପର୍କ, ଅସ୍ଥିର ନିଜସ୍ୱ ମାନସିକ ସନ୍ତୁଳନ ଓ ଅସ୍ଥିର ଭାବୁକତା ଦେଖାଯାଏ । ଅନେକ ସମୟରେ ଅତ୍ୟଧିକ ପରିତ୍ୟାଗ ଭୟ, ବିପଦ ଜନକ ବ୍ୟବହାର, ଶୂନ୍ୟତାପଣ ଅନୁଭବ ଓ ଆତ୍ମ-ଆଘାତ ଇତ୍ୟାଦି ଦେଖାଯାଏ । ସାଧାରଣ ଦେଖାଯାଉଥିବା ଘଟଣାରୁ ଏହି ଲକ୍ଷଣ ପ୍ରକାଶ ପାଏ । ବୟଃପ୍ରାପ୍ତ ଆରମ୍ଭ ସମୟରୁ ଏହି ବ୍ୟବହାର ପରିବର୍ତ୍ତନ ହୁଏ ଓ ଅନେକ ରକମର ଘଟଣାରେ ହୁଏ । ମାଦକ ଦ୍ରବ୍ୟ ସେବନ, ଅବସାଦ ଓ ଖାଇବା ଡିଜଅର୍ଡ଼ର ଇତ୍ୟାଦି ଏହି ରୋଗ ସହିତ ଦେଖାଯାଏ । ଏହି ରୋଗୀମାନଙ୍କ ମଧ୍ୟରୁ ୬ରୁ ୧୦% ଲୋକ ଆତ୍ମହତ୍ୟା ଯୋଗୁ ମୃତ୍ୟୁ ବରଣ କରନ୍ତି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (Uniform Resource Locator)
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଦାଦାସାହେବ ଫାଳକେ ପୁରସ୍କାର ସିନେମା ପାଇଁ ଭାରତ ର ସର୍ବୋଛ ପୁରସ୍କାର । ଏହା ଭାରତ ସରକାର ଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ଦ୍ଵାରା ସ୍ଥାପିତ ' ଫିଲ୍ମ ମହୋତ୍ଶବ ନିର୍ଦେଶଳୟ " ତରଫ ରୁ ପ୍ରତି ବର୍ଷ ଜାତୀୟ ଫିଲ୍ମ ପୁରସ୍କାର ସମାରୋହ ରେ ସିନେମା ର ଉନ୍ନତି ପାଇଁ ଅସାଧାରଣ ଅବଦାନ କରିଥିବା ମନୋନୀତ ବ୍ୟକ୍ତି ଙ୍କୁ ପ୍ରଦାନ କରା ଯାଇଥାଏ । ଏହି ଚୟନ ପ୍ରକ୍ରିୟା ପାଇଁ କମିଟି ଗଠନ କରା ଯାଇ ଥାଏ , ଯେଉଁଥିରେ ଫିଲ୍ମ ଜଗତ ର ବିଶିଷ୍ଟ ବ୍ୟକ୍ତିତ୍ବ ମାନେ ସମ୍ମିଳିତ ଥାଆନ୍ତି । ୨୦୧୪ ରେ ଏହି ସମ୍ମାନ ରେ ସ୍ଵର୍ଣ କମଳ , ଗୋଟିଏ ଶାଲ ଏବଂ ୧୦ ଲକ୍ଷ ଭାରତୀୟ ମୁଦ୍ରା ପ୍ରଦାନ କରା ଯାଇଥାଏ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଟିପଚିହ୍ନ ସାଧାରଣ ଭାବରେ ମଣିଷ ଆଙ୍ଗୁଠିର ଗାରଦ୍ୱାରା ଚିହ୍ନିତ ଦାଗକୁ ବୁଝାଏ । ଅପରାଧ ସ୍ଥଳରୁ ମିଳିଥିବା ଟିପଚିହ୍ନ ନାୟିକ ବିଜ୍ଞାନରେ (en:Frensic science) ଅତି ମହତ୍ୱପୂର୍ଣ୍ଣ । ଉପଯୁକ୍ତ ସ୍ଥଳରେ (ଧାତୁ, ଗ୍ଲାସ୍ ବା ଚିକ୍କଣ ପଥର) ଆଙ୍ଗୁଠି ଗାରର ଏକ୍ରିନ ଗ୍ରନ୍ଥିରୁ (en:eccrine gland) ବାହାରୁଥିବା ପ୍ରାକୃତିକ କ୍ଷରଣ ବା ଝାଳର ଦାଗ ସହଜରେ ରହିଯାଏ । ଏହାକୁ ଇଂରାଜୀ ଭାଷାରେ ଚାନ୍ସଡ୍ ଇମ୍ପ୍ରେସନ/ "Chanced Impressions" କୁହାଯାଏ ।
ଏଚ.ଆଇ.ଭି. (ହ୍ୟୁମ୍ୟାନ୍ ଇମ୍ୟୁନୋ ଡେଫିସିଏନ୍ସି ଭାଇରସ୍) ମାନବ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କରିପାରୁଥିବା ଏକ ପ୍ରକାର ଭୁତାଣୁ । ଏହା ଏତେ କ୍ଷୁଦ୍ର ଯେ ଖାଲି ଆଖିରେ ଦେଖାଯାଏ ନାହିଁ । ଏହି ଭୂତାଣୁ ଯୋଗୁଁ ଏଡସ ରୋଗ ହୋଇଥାଏ । ଏହି ଭୂତାଣୁ ୨ ପ୍ରକାରର । ଯଥା:- ଏଚ.ଆଇ.ଭି. -୧ ଏଚ.ଆଇ.ଭି -୨ । ଏଡସ୍ ହେଉଛି ଆକ୍ଵାର୍ଡ୍ ଇମ୍ୟୁନୋ ଡେଫିସିଏନ୍ସି ସିଣ୍ଡ୍ରୋମ୍ । ଏହାର ଅର୍ଥ ଯଥାକ୍ରମେ ଜଣେ ଅନ୍ୟ ଜଣଙ୍କ ଠାରୁ ଏଚ.ଆଇ.ଭି.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ପ୍ରାୟ ୭୫ବର୍ଷର ସାହିତ୍ୟ ବର୍ଷର ସାହିତ୍ୟ ସାଧନା ମଧ୍ୟରେ, ସେ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ ଲେଖନୀ ଚାଳନା କରିଯାଇଛନ୍ତି । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ହିଁ ଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଚେନ୍ନଇ ବାଇପାସ ଏକ୍ସପ୍ରେସୱେ, ଏକ ସମ୍ପୂର୍ଣ ଗତି ନିୟନ୍ତ୍ରିତ ଏକ୍ସପ୍ରେସବେ । ଏହା ଚେନ୍ନଇ ନିକଟରେ ଥିବା 4 ଟି ଜାତୀୟ ରାଜପଥ କୁ ସଂଯୋଗ କରେ ଓ ଏହା 3 କିଲୋମିଟର ଦୀର୍ଘ । ଏହା ଜାତୀୟ ରାଜପଥ 145 ର ପେରୁନଙ୍ଗଲାଥୁର ଠାରୁ ଜାତୀୟ ରାଜପଥ 5 ରେ ଥିବା ମାଧବରାମ ପର୍ଯ୍ୟନ୍ତ ମଦୁରାଭୋୟାଲ ଦେଇ ଯାଇଛି । ଏହା 405 କୋଟି ଟଙ୍କା ବ୍ୟୟ ରେ ନିର୍ମିତ । ଏହା NH-145, NH-4, NH-205 ଓ NH-5 କୁ ଯୋଗ କରିଥାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ(WHO)। ବିଶ୍ଵରେ ସ୍ଵାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭା ଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ଵାକ୍ଷର କରିଥିଲେ ।ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ଵରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।
ମା’ ଶାରଳାଙ୍କ ମନ୍ଦିର ଓଡ଼ିଶା ରାଜ୍ୟର ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ। ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଲିଖିତ ଜଗନ୍ନାଥ ମନ୍ଦିର ଓ ଜଗନ୍ନାଥ ବହିରେ ସପ୍ତମ ପରିଚ୍ଛେଦରେ ଲିଖିତ ଅଛି - ରତ୍ନଗିରି ଦକ୍ଷିଣକୁ ସିଧାସଳଖ ପ୍ରାୟ ୨୦ ମାଇଲ ଦୂରରେ ପ୍ରସିଦ୍ଧ ତିର୍ତ୍ତୋଳ ଭୂବନ୍ଦର । ଏହାକୁ ହୁଏନସାଂ ଚେଲିତାଲେ କହିଛନ୍ତି । ତିରିତୋଳର ବର୍ତ୍ତମାନ ନାମ ତିର୍ତ୍ତୋଲ । ଏହା ନିକଟରେ ଥିବା ଝଙ୍କଡ଼ଠାରେ ଦେବୀ ଶାରଳାଙ୍କ ପୀଠ। ସାରଳା ମହାଭାରତରେ ଏହି ଝଙ୍କଡ଼କୁ ଜଙ୍ଗେର ବା ଜଙ୍ଗେରପୁର କୁହାହୋଇଛି । ପୂର୍ବେ ପୂର୍ବଭାରତର ପ୍ରସିଦ୍ଧ ବନ୍ଦର ଚେଳିତାଳୋ ଥିବା ଯୋଗୁଁ ସେହି ଅଞ୍ଚଳରେ ଯକ୍ଷ ବା ଜଙ୍ଖମାନେ ରହିବା ସ୍ୱାଭାବିକ। ତେଣୁ ଜଙ୍ଖମାନେ ରହୁଥିବା ଅଞ୍ଚଳକୁ ଜଙ୍ଖେରପୁର କୁହାଯାଉଥିବା ସମ୍ଭବ। ସେତେବେଳେ ବୃଦ୍ଧା ଏବଂ ଚନ୍ଦ୍ରଭାଗା ଦୁଇଟି ନଦୀ ଶାରଳା ଠାକୁରାଣୀଙ୍କ ବିଜେସ୍ଥଳୀର ଉତ୍ତର ଦକ୍ଷିଣରେ ପ୍ରବାହିତ ହୋଇ ସମୁଦ୍ରରେ ମିଶିଥିଲେ । ବର୍ତ୍ତମାନ ସେହି ବୃଦ୍ଧନଦୀ ବୁଢ଼ାନଈ ନାମରେ ନାମିତ । ସାରଳା ଦାସ ବୃଦ୍ଧନଦୀକୁ ବୁଧମାତା ନାମେ ନଦୀ’ବର୍ଣ୍ଣନା କରିଛନ୍ତି । ସାରଳା ଦାସ ତାଙ୍କ ପୁରାଣରେ ଶାରୋଳ ଗ୍ରାମରେ ଶାରଳାପୀଠ ଅବସ୍ଥିତ ବୋଲି କହିଛନ୍ତି । ବର୍ତ୍ତମାନ ଝଙ୍କଡ଼ ପ୍ରଗଣାରେ ବଡ଼ ଶାରୋଳ ଓ ସାନ ଶାରୋଳ ନାମରେ ଦୁଇଟି ଗ୍ରାମ ଅଛି । ସେହି ଗ୍ରାମ ନିକଟରେ ପୂର୍ବେ ଶାରଳା ଠାକୁରାଣୀଙ୍କ ମନ୍ଦିର ଥିଲା ।
ଜନସଂଖ୍ୟା ହିସାବ ରେ ଜାତୀୟ ରାଜଧାନୀ ସମୂହ ର ତାଲିକା
Thଏହା ଜନସଂଖ୍ୟା ହିସାବ ରେ ବିଶ୍ଵ ର ଦେଶ ମାନଙ୍କର ଜାତୀୟ ରାଜଧାନୀ ସମୂହ ର ତାଲିକା ଯାହା ଜନସଂଖ୍ୟା ଆଧାର କୁ ନେଇ କରାଯାଇଛି । ଏଥିରେ ନିର୍ଭରଶୀଳ ଅଞ୍ଚଳ ଓ ବିବାଦୀୟ ଅଞ୍ଚଳ ସ,ମୂହ କୁ ବକ୍ରୀତ ଲିପି ରେ ଉଲ୍ଲେଖ କରାଯାଇଛି । ଦିଆ ଯାଇଥିବା ଜନସଂଖ୍ୟା କେବଳ ରାଜଧାନୀ ସହର ର , ଏଥିରେ ସହରତଳି ଓ ମେଟ୍ରୋପାଳିଟାନ ଅଞ୍ଚଳ ମିଶା ଯାଇନାହିଁ ।
ମସ୍ତିଷ୍କ ଅର୍ବୁଦ (ଇଂରାଜୀରେ Brain tumour) ବା ଖପୁରୀ ମଧ୍ୟସ୍ଥ ଅର୍ବୁଦ ସୃଷ୍ଟି ହୁଏ ଯେତେବେଳେ ମସ୍ତିଷ୍କରେ ଅସାଧାରଣ ଜୀବକୋଷ ବୃଦ୍ଧି ହୋଇଚାଲେ । ଦୁଇ ପ୍ରକାର ମୂଖ୍ୟ ଅର୍ବୁଦ ଦେଖାଯାଏ; ମୃଦୁ(benign) ଓ ଦୃତବୃଦ୍ଧି(malignant) ଅର୍ବୁଦ । ଦୃତବୃଦ୍ଧି ଅର୍ବୁଦମାନଙ୍କୁ ମଧ୍ୟ ଦୁଇ ଭାଗରେ ବିଭକ୍ତ କରାଯାଏ; ପ୍ରାଥମିକ ଅର୍ବୁଦ, ଯାହା ମସ୍ତିଷ୍କରେ ସୃଷ୍ଟି ହୁଏ ଓ ମସ୍ତିଷ୍କ ମେଟାସ୍ଟାସିସ, ଯାହା ଅନ୍ୟ କୌଣସି ସ୍ଥାନରେ ସୃଷ୍ଟି ହୋଇ ମସ୍ତିଷ୍କକୁ ଆସିଥାଏ । ଏଠାରେ କେବଳ ମସ୍ତିଷ୍କରୁ ସୃଷ୍ଟ ଅର୍ବୁଦ ବିଷୟରେ ଆଲୋଚନା କରାଯିବ । ସମସ୍ତ ପ୍ରକାର ଅର୍ବୁଦ ଲକ୍ଷଣ ଦେଖାନ୍ତି, ମସ୍ତିଷ୍କ ଅଂଶ ଭେଦରେ ଅଲଗା ହୁଏ । ମୁଣ୍ଡବଥା, ବାତ ମାରିବା, ଦୃଷ୍ଟିଦୋଷ, ବାନ୍ତି ଓ ମାନସିକ ପରିବର୍ତ୍ତନ ଭଳି ଲକ୍ଷଣ ଦେଖାଯାଏ । ମୁଣ୍ଡବଥା ସକାଳେ ଉତ୍କଟ ହୁଏ ଓ ବାନ୍ତି ହେବାପରେ ଛାଡ଼ିଯାଏ । ଚାଲିବାରେ, କହିବାରେ ଓ ସ୍ପର୍ଶ କରିବାରେ ଅସୁବିଧା ହୁଏ । ରୋଗ ଆଗେଇଲେ ଚେତନଶୂନ୍ୟତା ହୁଏ ।
ରକ୍ତ ହେଉଛି ଏକ ପ୍ରକାର ସଂଯୋଜକ ତନ୍ତୁ । ଏହାର ଅନ୍ତର୍ଗତ ଜୀବକୋଷଗୁଡ଼ିକୁ ରକ୍ତ କୋଷ ବା ରକ୍ତକଣିକା (Blood Corpuscles) କୁହାଯାଏ। ଏହି କଣିକାଗୁଡ଼ିକ ରକ୍ତରେ ଏକ ତରଳ ପଦାର୍ଥରେ ଭାସୁଥାନ୍ତି, ସେହି ତରଳ ପଦାର୍ଥକୁ ପ୍ରଲସି (plasma) କୁହାଯାଏ । ତେଣୁ ସାଧାରଣ ଭାବରେ ବୁଝିବାକୁ ଗଲେ ରକ୍ତ ହେଉଛି ମୁଖ୍ୟତଃ ପ୍ରଲସି ଓ ରକ୍ତ କଣିକାର ସମଷ୍ଟି । ରକ୍ତ ଏକ ଅଠାଳିଆ ତରଳ ପଦାର୍ଥ ଯାହାର ସ୍ଵାଦ ଲୁଣିଆ ଓ ଗନ୍ଧ ଆଇଁଷିଣିଆ । ଏହାର ରଙ୍ଗ ଲାଲ ହୋଇଥିଲେ ମଧ୍ୟ କେତେକ ପରିସ୍ଥିତିରେ ଏହାର ରଙ୍ଗ ରେ ପାର୍ଥକ୍ୟ ଦେଖାଯାଇଥାଏ । ଅଣୁବୀକ୍ଷଣ ସାହାଯ୍ୟରେ ରକ୍ତକୁ ପରୀକ୍ଷା କଲେ ସେଥିରେ ଥିବା କଣିକାଗୁଡ଼ିକ ଦେଖାଯାନ୍ତି।
ଡୋପାମିନ୍, ଏକ ବିକ୍ରୟ ନାମ ଇଣ୍ଟ୍ରୋପିନ (Intropin) ଏକ ଔଷଧ ଯାହା ସାଧାରଣ ଭାବରେ ଅତି ନିମ୍ନ ରକ୍ତଚାପ, ଲକ୍ଷଣ ପ୍ରକାଶିତ ଧୀର ହୃତ୍ସ୍ପନ୍ଦନ ହାର ଓ ହୃଦ୍ରୋଧ ଚିକିତ୍ସା ନିମନ୍ତେ ଏପିନେଫ୍ରିନ ନ ମିଳୁଥଲେ ଦିଆଯାଏ । ନବଜାତ ଶିଶୁଙ୍କର ନିମ୍ନ ରକ୍ତଚାପ ଥିଲେ ଏହା ପସନ୍ଦ ଯୋଗ୍ୟ ଔଷଧ ହୁଏ । ନିମ୍ନ ରକ୍ତଚାପରେ ପିଲାମାନଙ୍କର ଏପିନେଫ୍ରିନ ବା ନରଏପିନେଫ୍ରିନ ସାଧାରଣତଃ ବ୍ୟବହାର କରାଯାଉଥିବା ବେଳେ ବୟସ୍କ ଲୋକଙ୍କୁ ନରଏପିନେଫ୍ରିନ ଦିଆଯାଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ ବା ଇଣ୍ଟ୍ରାଓସିଅସ ଇନଫ୍ୟୁଜନ ଆକାରରେ ଦିଆଯାଏ । ଔଷଧ ପ୍ରଭାବ ୫ ମିନିଟ ମଧ୍ୟରେ ଆରମ୍ଭ ହୁଏ । ଡୋଜ ଆବଶ୍ୟକତା ଅନୁସାରେ ବଢ଼େଇ ଦିଆଯାଏ ।
ଗ୍ଲାୟୋବ୍ଲାସ୍ଟୋମା ମଲ୍ଟିଫର୍ମ (ଜିବିଏମ), ଅନ୍ୟ ନାମ ଗ୍ଲାୟୋବ୍ଲାସ୍ଟୋମା ଓ ଗ୍ରେଡ ୪ ଆସ୍ଟ୍ରୋସାଇଟୋମା, ଏକ ଅତି ସାଧାରଣ ଓ ଅତ୍ୟନ୍ତ ଆକ୍ରମକ କର୍କଟ ଯାହା ମସ୍ତିଷ୍କ ଭିତରେ ସୃଷ୍ଟି ହୁଏ । ପ୍ରାରମ୍ଭରେ ଏହାର ଚିହ୍ନ ଓ ଲକ୍ଷଣ ଅନିର୍ଦ୍ଦିଷ୍ଟ ଥାଏ । ମୁଣ୍ଡବଥା, ବ୍ୟକ୍ତିତ୍ୱର ପରିବର୍ତ୍ତନ, ଅଇ ଓ ସ୍ଟ୍ରୋକ ଭଳି ଲକ୍ଷଣ ଦେଖାଯାଇପାରେ । ଲକ୍ଷଣ ଗୁଡ଼ିକ ଅଧିକାଂଶ ସମୟରେ ଶୀଘ୍ର ଅତି ଖରାପ ଦିଗକୁ ଗତି କରେ । ଏହା ବଢ଼ିଯାଇ ଅଚେତନ ଅବସ୍ଥାକୁ ଯାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମହନ୍ତ ଯୋଗୀ ଆଦିତ୍ୟନାଥ (ବାଲ୍ୟନାମ: ଅଜୟ ସିଂହ ବିଷ୍ଟ ଜନ୍ମ: ୫ ଜୁନ ୧୯୭୨) ଜଣେ ଭାରତୀୟ ରାଜନେତା ଅଟନ୍ତି । ମାର୍ଚ୍ଚ ୨୦୧୭ରେ ଉତ୍ତର ପ୍ରଦେଶର ଏକବିଂଶ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଉତ୍ତର ପ୍ରଦେଶର ଗୋରଖପୁର ନିର୍ବାଚନ ମଣ୍ଡଳୀରୁ ଲଗାତାର ୫ଥର ସାଂସଦ ନିର୍ବାଚିତ ହୋଇଥିଲେ । ୧୯୯୮ ମସିହାରୁ ଭାରତୀୟ ଜନତା ପାର୍ଟି ତରଫରୁ ଲୋକ ସଭାକୁ ସାଂସଦ ନିର୍ବାଚିତ ହୋଇଆସୁଛନ୍ତି । ଆଦିତ୍ୟନାଥ ଗୋରଖପୁରଠାରେ ଥିବା ଏକ ହିନ୍ଦୁ ଧାର୍ମିକ ସ୍ଥଳ ଗୋରଖନାଥ ମଠର ମହନ୍ତ (ମୁଖ୍ୟ ପୁରୋହିତ) ଅଟନ୍ତି । ସେ ସେଠାରେ ତାଙ୍କ ଧାର୍ମିକ ପିତା ମହନ୍ତ ଅବୈଦ୍ୟନାଥଙ୍କ ଅନ୍ତେ ସେପ୍ଟେମ୍ବର ୨୦୧୪ରୁ ସେ ମହନ୍ତ ଅବସ୍ଥାପିତ ହୋଇଛନ୍ତି । ସେ ସାମାଜିକ, ସାଂସ୍କୃତିକ ଓ ରାଷ୍ଟ୍ରୀୟ ଯୁବକଙ୍କ ଦଳ ହିନ୍ଦୁ ଯୁବ ବାହିନୀର ପ୍ରତିଷ୍ଠାତା ଅଟନ୍ତି ।
ଦିଲ୍ଲୀ ନାଇଡା ଡାଇରେକ୍ଟ ଫ୍ଲାଇ ୱେ
ଦିଲ୍ଲୀ ନାଇଡା ଡାଇରେକ୍ଟ ଫ୍ଲାଇ ୱେ, ଏକ ୮ ଲେନ ବିଶିଷ୍ଟ ୯.୨ କିଲୋମିଟରର ପ୍ରବେଶ- ନିୟନ୍ତ୍ରିତ ଏକ୍ସପ୍ରେସୱେ । ଏହା ଭାରତୀୟ ରାଜଧାନୀ ଦିଲ୍ଲୀ କୁ ଶିଳ୍ପାଞ୍ଚଳ ଉପସରାଞ୍ଚଳ ନଇଡା ସହ ସଂଯୋଗ କରିଥାଏ । ଏହା ନାଇଡା ଟୋଲ ବ୍ରିଜ କମ୍ପାନୀ ଦ୍ଵାରା ନିର୍ମିତ ଓ ପରିଚାଳିତ ।
ତରଳ ଝାଡ଼ା (ଇଂରାଜୀରେ Diarrhea କିମ୍ବା diarrhoea) ରୋଗର ସଂଜ୍ଞା ଅନୁସାରେ ପ୍ରତ୍ୟେକ ଦିନ ଅତି କମ୍ରେ ତିନି ଥର ତରଳ ଝାଡ଼ା ହେବା ଆବଶ୍ୟକ । ଏହା ସାଧାରଣତଃ କିଛି ଦିନ ନିମନ୍ତେ ରହିପାରେ, ଫଳରେ ଦେହର ଜଳୀୟ ଅଂଶ ହ୍ରାସ (ନିର୍ଜଳନ) ହୁଏ । ଚର୍ମର ଇଲାସ୍ଟିସିଟି କମିଯିବା ଓ ରୋଗିର ବ୍ୟକ୍ତିତ୍ୱ ପରିବର୍ତ୍ତନ ହେଉଛି ନିର୍ଜଳନର ଚିହ୍ନ । ପରିସ୍ରା ପରିମାଣ କମିଯାଏ, ଚର୍ମ ଶେତା ଦେଖାଯାଏ, ନାଡ଼ି ଦୃତ ହୁଏ ଓ ଗମ୍ଭୀର ଅବସ୍ଥା ହେଲେ ଚେତନ ଅବସ୍ଥା କମେ ତଥା ସମ୍ବେଦନହୀନ ହୁଏ । ପାଣିଆ ଝାଡ଼ା ସ୍ତନ୍ୟପାନ କରୁଥିବା ପିଲାଙ୍କର ଝାଡ଼ା ପତଳା ହେଲେ ମଧ୍ୟ ତାହା ସାଧାରଣ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ବର ଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଚ୍ଛଦପଟ ଗାୟିକା। ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି। ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି। ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିେଲ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା। ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ। ସମସ୍ତଙ୍କ ପାଖେର ସେ ମେଲୋଡ଼ି କ୍ବିନ୍ ଭାବେର ବେଶ୍ ଜଣାଶୁଣା। ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ। ଏବେ ସଂଗୀତ ସହ ସକ୍ରୀୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି।
ଅଥାନ ଗର୍ଭ ବା ଏକ୍ଟୋପିକ ପ୍ରେଗନାନସି (ଇଂରାଜୀରେ Ectopic pregnancy, also known as eccyesis or tubal pregnancy) ଏକ ପ୍ରକାର ଗର୍ଭାଧାନ ଜଟୀଳତା ଯେଉଁଥିରେ ଭୃଣ ଜରାୟୁ ବାହାରେ ସଂଯୁକ୍ତ ହୁଏ । ଏହି ରୋଗର ଲକ୍ଷଣ: ଉଦର ଯନ୍ତ୍ରଣା ଓ ଯୋନୀପଥ ରକ୍ତସ୍ରାବ । ୫୦ %ରୁ କମ ମହିଳାଙ୍କଠାରେ ଉଭୟ ଲକ୍ଷଣ ଦେଖାଯାଏ । ଯନ୍ତ୍ରଣା ତୀବ୍ର, ମାନ୍ଦା ବା କ୍ରାମ୍ପ ଭଳି ହୋଇପାରେ । ପେଟ ଭିତରେ ରକ୍ତସ୍ରାବ ହେଲେ କାନ୍ଧ ଯନ୍ତ୍ରଣା ମଧ୍ୟ ହୋଇପାରେ । ଅତ୍ୟଧିକ ରକ୍ତସ୍ରାବ ହେଲେ ଦୃତ ହୃଦଗତି, ଚେତାଶୂନ୍ୟ ବା ସକ୍ ହୁଏ । କ୍ୱଚିତ ଏହି ଫିଟସ ବଞ୍ଚିରହେ ।
ଏମିତି ଏକ ଯାଗା, ଯେଉଂଠି ,ମାଟି କହିବ ଇତିହାସର ଗରିମା । ଶିଳ୍ପୀର ସଂଘର୍ଷ ଆଉ ବୀର ଓଡ଼ିଆର କାହାଣୀ । ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର ନିର୍ମାଣ୍ କାର୍ଯ୍ୟରେ ନିଯୁକ୍ତ ହୋଇଥିଲେ- ବାର ଶହ ବଢେଇ । ସେମାନଙ୍କ ମଧ୍ୟରେ ବିଶୁ ମହାରଣା ଥିଲେ ମୁଖ୍ୟ । ମନ୍ଦିର କାମ ସରିଲା ସତ । ହେଲେ ମୁଣ୍ଡି ମରାହୋଇ ପାରିଲାନି । ବାରି ବରକୋଳି ଧରି ବିଶୁ ମହାରଣାଙ୍କ ପୁଅ ଧରମା ପହଞ୍ଚିଲା ଚନ୍ଦ୍ରଭାଗାରେ । ଆଉ ମୁଣ୍ଡିମାରିଲା ଦେଉଳର । ତେବେ ଏହି ବିଶୁ ମହାରଣା ଓ ଧରମାଙ୍କ ଘର କେଉଁଠି ? ଏହା ଜାଣିବାକୁ ଆପଣଙ୍କର ନିଶ୍ଚୟ ଉତ୍କଣ୍ଠା ବଢିବଣି । ହଁ, ଏଇ ମାଟିରେ ହିଁ ଜନ୍ମ ନେଇଥିଲେ କୋଣାର୍କ ଗଢି ଓଡ଼ିଆ ଜାତିର ଗଉରବ ବଢାଇଥିବା ବିଶୁ ମହାରଣା ଆଉ ଧରମା । ସେହି ବୀରମାଟି – କୋଦଳା-ଆଠଗଡ ଗଡଜାତର କଥା । ….
ଗୀତା ମେହେଟ୍ଟା (୧୯୪୩ରେ ଜନ୍ମ) ଜଣେ ଭାରତୀୟ ଲେଖିକା । ସେ ଏକ ଜଣାଶୁଣା ଓଡ଼ିଆ ପରିବାରରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ । ସେ ଭାରତର ଜଣେ ସ୍ୱାଧୀନତା ସଂଗ୍ରାମୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଝିଅ । ତାଙ୍କ ସାନ ଭାଇ ନବୀନ ପଟ୍ଟନାୟକ ୨୦୦୦ ମସିହାରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ଵ ନିର୍ବାହ କରୁଛନ୍ତି । ସେ ଭାରତ ଏବଂ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ, ଇଂଲଣ୍ଡ.ରୁ ନିଜର ଶିକ୍ଷା ସମାପ୍ତ କରିଥିଲେ । ସେ ଇଂଲଣ୍ଡ, ୟୁରୋପ ଏବଂ ଆମେରିକା ପାଇଁ ୧୪ଟି ଦୂରଦର୍ଶନ ପ୍ରମାଣସିଦ୍ଧ ଚଳଚ୍ଚିତ୍ରର ନିର୍ମାଣ ଏବଂ/କିମ୍ବା ନିର୍ଦ୍ଦେଶନା ଦେଇଥିଲେ । ୧୯୭୦-୧୯୭୧ ମସିହା ମଧ୍ୟରେ ସେ ଆମେରିକା ଦୂରଦର୍ଶନ ଏନ ବି ସି ପାଇଁ ଯୁଦ୍ଧକାଳୀନ ସମ୍ବାଦଦାତା ଥିଲେ । ତାଙ୍କର ଚଳଚ୍ଚିତ୍ର 'କମ୍ପାଇଲେସନ ଅଫ ଦି ବାଙ୍ଗଲାଦେଶ ରିଭୋଲୁସନ, ଡେଡଲାଇନ ବାଙ୍ଗଲାଦେଶ, ଉଭୟ ଭାରତ ଏବଂ ବିଦେଶର ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିଲା । ଯଦିଓ ଆଲଫ୍ରେଡ ଏ.
ଆକାଶ ଗଙ୍ଗା ହେଉଛି ଏକ ନିହାରୀକା ଯେଉଁଥିରେ ଆମର ସୌରଜଗତ ଅବସ୍ଥିତ। ଏହା ଆମର ଆକାଶରେ ଉତ୍ତର ଦିଗରୁ ଦକ୍ଷିଣ ଦିଗକୁ ବ୍ୟାପି ଥିବାର ଦେଖାଯାଏ। ଏହା ଆମର ପୃଥିବୀ ଚାରିପଟେ ଏକ ଧଳା ରଙ୍ଗର ବନ୍ଧନ ପରି ଦେଖାଯାଏ କାରଣ ଏହା ଅଣ୍ଡାକାର ହୋଇଥିବାରୁ ଏହା ଏପରି ଦେଖାଯାଏ। ୧୬୧୦ ରେ ଗାଲିଲିଓ ଗାଲିଲେଇ(Galileo Galilei) ପ୍ରଥମେ ତାଙ୍କ ଦ୍ବାରା ଉଦ୍ଭାବିତ ତେଳିସ୍କୋପ୍ ସାହାଯ୍ୟରେ ସେଇ ଧଳା ରଙ୍ଗର ବନ୍ଧନ ସଦୃଶ ଆକାଶ ଗଙ୍ଗାରେ ଥିବା ତାରା ଗୁଡିକୁ ଅବିସ୍କୃତ କରିଥିଲେ। ୧୯୨୦ ମସିହା ପର୍ଯ୍ୟନ୍ତ ସବୁ ମହାକାଶ ବିଜ୍ଞାନୀ ଭାବୁଥିଲେ ଜେ ସେହି ଧଳା ରଙ୍ଗର ବନ୍ଧନ ସଦୃଶ ଆକାଶ ଗଙ୍ଗାରେ ବିଶ୍ୱର ସବୁ ତାରକା ଅବସ୍ଥିତ। ୧୯୨୦ ମସିହାରେ ଦୁଇ ମହାକାଶ ବିଜ୍ଞାନୀ ହାର୍ଲ ସେପ୍ଲେ(Harlow Shapley) ଏବଂ ହଵର କର୍ଟିସ୍(Heber Curtis) ଙ୍କ ମଧ୍ୟରେ ଭୀଷଣ ବିତର୍କ ଓ ଏଦ୍ଵିନ୍ ହବଲ୍(Edwin Hubble) ଙ୍କ ମନ୍ତବ୍ୟରୁ ଜଣାଗଲାଯେ ଆକାଶ ଗଙ୍ଗା ହେଉଛି ବିଶ୍ୱରେ ଥିବା କୋଟି କୋଟି ନିହାରୀକା ମଧ୍ୟରୁ ଗୋଟିଏ। ଏବେ ଅଧିକରୁ ଅଧିକ ନିହାରୀକା ଆବିଷ୍କାର ହେଲାନି ଯାହାକି ପ୍ରାୟ ୨,୦୦,୦୦୦ କୋଟି ରୁ ଅଧିକ ହେବ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।