ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନ ଦ୍ୱାରା ପରିଚାଳିତ । DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ। ବସ୍ତୁର ମେଟାଡାଟା DOI ସହଯୋଗରେ ସାଇତାହୋଇଥାଏ । ଏଥିରେ ହୁଏତ ଏକ ଅବସ୍ଥିତି ଯଥା ୟୁଆରଏଲ (ବସ୍ତୁଟି କେଉଁଠି ମିଳିବ ତାହା ସୂଚାଇଥାଏ) ଆଦି ଅନ୍ତର୍ଭୁକ୍ତ । ଏକ ଡକୁମେଣ୍ଟ ପାଇଁ ଥିବା DOI ଉକ୍ତ ଡକୁମେଣ୍ଟର ଜୀବନକାଳ ସାରା ଠିକ ହୋଇ ରହିଥାଏ । ତେବେ ତାହାର ଅବସ୍ଥିତି ଓ ମେଟାଡାଟା ବଦଳିଥାଏ । ଏକ ଡକୁମେଣ୍ଟର DOIରୁ ତାହାର ମେଟାଡାଟା ବାବଦରେ ଜଣାଇବା ଯୋଗୁ କେବଳ URL ବ୍ୟବହାର କରିବା ଅପେକ୍ଷା ଏକ ସ୍ଥିର ଲିଙ୍କିଙ୍ଗ ମିଳିଥାଏ । କାରଣ URL ବଦଳିଲେ ମଧ୍ୟ ନୂଆ URLଟି ପାଇଁ ପ୍ରକାଶକଙ୍କୁ କେବଳ DOIର ମେଟାଡାଟା ବଦଳାଇବାକୁ ପଡ଼ିବ । ଏକ DOI ନାମ ମାନକ ସୂଚକ ରେଜିଷ୍ଟ୍ରି ଯଥା ISBN ଓ ISRC ଆଦି ଠାରୁ ଅଲଗା । ଏକ ସୂଚକ ରେଜିଷ୍ଟ୍ରିର ଉଦ୍ଦେଶ୍ୟ ଦିଆଯାଇଥିବା ଏକ ରେଜିଷ୍ଟ୍ରି ଦଳ ପରିଚାଳନା କରିବା । କିନ୍ତୁ DOIର ପ୍ରାଥମିକ କାମ କାମ କରିପାରୁଥିବା ଓ ଅନ୍ତଃକାର୍ଯ୍ୟକାରୀ ଏକ ସୂଚକମାନଙ୍କ ସମାହାର ତିଆରିକରିବା । Organizations that meet the contractual obligations of the DOI ବ୍ୟବସ୍ଥାର system and are willing to pay to become a member of the system can assign DOIs. The DOI system is implemented through a federation of registration agencies coordinated by the International DOI Foundation, which developed and controls the system. The DOI system has been developed and implemented in a range of publishing applications since 2000; by late April 2011 more than 50 million DOI names had been assigned by some 4,000 organizations.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ (ମହାଲକ୍ଷ୍ମୀ, କମଳା, ହରିପ୍ରିୟା, ପଦ୍ମାଳୟା, ଦାରିଦ୍ର୍ୟ ଭଞ୍ଜନ, କୌମଦକୀ, ଗଜ ବାହିନୀ, ଚଞ୍ଚଳା, କୋକମାତା ଓ ରୁଙ୍କୁଣୀ) ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆ ଦ୍ଵାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ଵାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ଵ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR) ଦ୍ଵାରା ଡି.ଏନ.ଏ.
ଉଇଲିୟମ୍ ହେନେରୀ ବିଲ୍ ଗେଟ୍ସ୍ ୩ (ଜନ୍ମ ଅକ୍ଟୋବର୍ ୨୮, ୧୯୫୫) ଜଣେ ଆମେରିକୀୟ ବ୍ୟବସାୟୀ,ନିବେଶକ ଏବଂ ପ୍ରୋଗ୍ରାମର୍ । ୧୯୭୫ ମସିହା ରେ ଗେଟ୍ସ୍ ଏବଂ ପଉଲ୍ ଆଲେନ୍ ମାଇକ୍ରୋସଫ୍ଟ ର ଆବିଷ୍କାର କରିଥିଲେ ଯାହାକି ବିଶ୍ୱର ସର୍ବବୃହତ୍ ପିସି ସଫ୍ଟୱେୟର୍ କମ୍ପାନୀ ଅଟେ । ମାଇକ୍ରୋସଫ୍ଟରେ କାମ କରୁଥିବା ସମୟରେ ସେ ଚେୟାରମ୍ୟାନ୍, ସିଇଓ ଏବଂ ମୁଖ୍ୟ ସଫ୍ଟୱେୟର୍ ଆର୍କିଟେକ୍ଟ୍ ଏବଂ ୨୦୧୪ ମେ ମାସ ପର୍ଯ୍ୟନ୍ତ ସର୍ବବୃହତ୍ ଅଂଶର ଅଧିକାରୀ ଥିଲେ । ଗେଟସ୍ ବିଭିନ୍ନ ପୁସ୍ତକର ଲେଖକ ଏବଂ ଉପଲେଖକ ଅଟନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଆଟ୍ରାକ୍ୟୁରିଅମ ବେସିଲେଟ (ଇଂରାଜୀ ଭାଷାରେ Atracurium besilate) ଏକ ଔଷଧ ଯାହା ଅପରେଶନ ବା ମେକାନିକାଲ ଭେଣ୍ଟିଲେସନ (mechanical ventilation) କରିବା ସମୟରେ ଅନ୍ୟାନ୍ୟ ଔଷଧ ସହିତ କଙ୍କାଳୀୟ ମାଂସପେଶୀ ଶିଥିଳ କରିବା (skeletal muscle relaxation) ନିମନ୍ତେ ଦିଆଯାଏ । ଏଣ୍ଡୋଟ୍ରାକିଆଲ ଇନଟ୍ୟୁବେସନରେ (endotracheal intubation) ଏହା ଦିଆଯାଇପାରେ କିନ୍ତୁ ଅତିଶୀଘ୍ର ଦରକାର ହେଲେ ଏହାଠାରୁ ସକ୍ସାମେଥୋନିଅମ (suxamethonium ବା succinylcholine) ଅଧିକ ପସନ୍ଦଯୋଗ୍ୟ । ଏହି ଔଷଧ ଶିରାଭ୍ୟନ୍ତରରେ ଇଞ୍ଜେକସନ injection into a vein ଆକାରରେ ଦିଆଯାଏ । ଇଞ୍ଜେକସନ ଦେବାର ୪ମିନିଟ ପରେ ଏହାର ପ୍ରଭାବ ସର୍ବାଧିକ ହୁଏ ଓ ଏକ ଘଣ୍ଟା ପର୍ଯ୍ୟନ୍ତ ରହେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସିକ୍ଲ ସେଲ୍ ରୋଗ (ଏସସିଡି), ଅନ୍ୟ ନାମ ସିକ୍ଲ ସେଲ୍ ଆନିମିଆ (ଏସସିଏ), ଏକ ରକ୍ତ ବେମାରୀ ଦଳ ଯାହା ଯାହା ବଂଶାନୁକ୍ରମେ ପ୍ରେରିତ ହୁଏ । ଫଳରେ ଲୋହିତ ରକ୍ତ କଣିକାରେ ଥିବା ଅମ୍ଳଜାନ ବାହକ ପ୍ରୋଟିନ ହେମୋଗ୍ଲୋବିନ ଅସାମାନ୍ୟ ହୋଇଯାଏ । ଏହାଦ୍ୱାରା ରକ୍ତ କଣିକା କେତେକ ପରିସ୍ଥିତିରେ ଏକ ଦାଆ ଆକାର ଧାରଣ କରେ । ଏହି ରୋଗ ୫ରୁ ୬ମାସ ବୟସରେ ଆରମ୍ଭ ହୁଏ । ଅନେକ ସ୍ୱାସ୍ଥ୍ୟ ସମସ୍ୟା ଏହା ଯୋଗୁ ଉତ୍ପନ୍ନ ହୁଏ ଯଥା:- ଯନ୍ତ୍ରଣା ଆକ୍ରମଣ (ସିକ୍ଲ ସେଲ୍ କ୍ରାଇସିସ୍), ଆନିମିଆ, ଜୀବାଣୁ ସଂକ୍ରମଣ ଓ ସ୍ଟ୍ରୋକ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ କ୍ରନିକ ଯନ୍ତ୍ରଣା ଲାଗିରହେ । ବିକଶିତ ଦେଶରେ ଏହି ରୋଗୀର ହାରାହାରି ଆୟୁଷ ପ୍ରାୟ ୫୦ ବର୍ଷ ।
ଲିଥିୟମ (ଏହା ଗ୍ରୀକ ଶବ୍ଦ ଲିଥୋସ୍ / Lithos ରୁ ଅସିଛିମାନେ 'ପଥର') ହେଉଛି ଏକ ନରମ, ରୂପା ଭଳି ଧଳା ଦେଖାଯାଉଥିବା ଧାତୁ ଯାହାର ପ୍ରତୀକ Li ଓ ପରମାଣୁ କ୍ରମାଙ୍କ ୩ ଅଟେ । ଏହା ଏତେ ନରମ ଯେ ଏହାକୁ ଛୁରି ଦ୍ଵାରା ମଧ୍ୟ କଟା ଯାଇପାରିବ । ଏହା ଅନ୍ୟ ଧାତୁ ଗୁଡ଼ିକ ମଧ୍ୟରେ ସବୁଠାରୁ ହାଲୁକା କିନ୍ତୁ ଏହା ସାନ୍ଧ୍ରତା (density) ଜଳର ଅର୍ଦ୍ଧେକ ଅଟେ । ( ବିଗ୍ ବ୍ୟାଙ୍ଗ୍ର ପ୍ରଥମ କ୍ଷଣରେ ତିଆରି ତିନୋଟି ଧାତୁ ଭିତରୁ ଲିଥିୟମ ଅନ୍ୟତମ । ଅନ୍ୟଦୁଇଟି ହେଲେ ଉଦଜାନ ଓ ହିଲିଅମ - ଜୋତିର୍ବିଦଙ୍କ ଅନୁସାରେ ଏହି ଦୁଇଟି ମୌଳିକର ପରିମାଣ ଲିଥିୟମ ଠାରୁ ଅନେକ ଗୁଣରେ ଅଧିକ । )
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ସ୍ନେହସାର (Lipid) ଏକ ଚର୍ବି କିମ୍ବା ତୈଳଜାତୀୟ ପଦାର୍ଥ ଅଟେ । ଏହା ବିବିଧଶ୍ରେଣୀୟ ଯୌଗିକ ଜୈବ ଅଣୁ । ଏହା ଜଳରେ ଅଦ୍ରବଣୀୟ । କିନ୍ତୁ ଇଥର (Ether), ଇଥାନଲ (Ethanol) ଓ ବେଞ୍ଜିନ୍ (Benzene) ଭଳି ଜୈବ ଦ୍ରାବକରେ ଏଗୁଡ଼ିକ ସହଜରେ ଦ୍ରବୀଭୂତ ହୋଇଥାନ୍ତି । ଶ୍ୱେତସାର ପରି ସ୍ନେହସାର ମଧ୍ୟ ଅଙ୍ଗାରକ, ଉଦ୍ଜାନ ଓ ଅମ୍ଳଜାନ ଅଣୁ ଦ୍ୱାରା ଗଠିତ । କେତେକ ସ୍ନେହସାରରେ ଯବକ୍ଷାରଜାନ, ଗନ୍ଧକ ତଥା ଫସଫରସ୍ ଅଣୁ ସଂଯୋଜିତ ହୋଇ ରହିଥାଏ । ସ୍ନେହସାର ଉଭୟ ଉଦ୍ଭିଦ ଓ ପ୍ରାଣୀ ଶରୀରରେ ଗଚ୍ଛିତ ହୋଇ ରହିଥାଏ । ଏହା କୋଷ ଆବରଣର ଗାଠନିକ ଉପାଦାନ ଅଟେ । ଏହା ବ୍ୟତୀତ ରାଶି, ଚିନାବାଦାମ ଓ ବିଭିନ୍ନ ପ୍ରକାରର ଫଳରେ ଏବଂ ପ୍ରାଣୀମାନଙ୍କର ମେଦତନ୍ତୁ, ଅସ୍ଥିମଜ୍ଜା ଓ ସ୍ନାୟୁତନ୍ତୁରେ ମଧ୍ୟ ସ୍ନେହସାର ଗଚ୍ଛିତ ହୋଇରହିଥାଏ ।