ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ମିଲିୟନ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ I ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ଵାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗୁରୁବାର ହେଲା ସପ୍ତାହର ଏକ ଦିନ ଯାହା ବୁଧବାର ପରେ ଓ ଶୁକ୍ରବାର ପୂର୍ବରୁ ଆସେ । ଗୁରୁବାର ଦିନ ମା'ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଗ୍ରହରାଜ ବୃହସ୍ପତି ହେଉଛନ୍ତି ଏହି ଦିବସର ଆରାଧ୍ୟ ଦେବତା । ଗ୍ରହ ଶାନ୍ତି ନିମନ୍ତେ ଚୈତ୍ର, ଭାଦ୍ରବ ଏବଂ କାର୍ତ୍ତିକ ମାସରେ ବ୍ରତ କରାଯାଏ । ଗୁରୁବାର ଦିନ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ସେହି ରଙ୍ଗର ସାମଗ୍ରୀ ଦାନ କରାଯାଏ ।
ଶନିବାର ହେଲା ସପ୍ତାହର ଏକ ଦିନ ଯାହା ଶୁକ୍ରବାର ପରେ ଓ ରବିବାର ପୂର୍ବରୁ ଆସେ । ଶନି, ରାହୁ ଓ କେତୁ ଗ୍ରହଙ୍କ କୋପରୁ ରକ୍ଷା ପାଇବା ପାଇଁ ଶନିବାର ଉପବାସ କରନ୍ତି । ଗ୍ରହ ଶାନ୍ତି ପାଇଁ କଳାରାଶି, ରାଶିତେଲ, କଳାବସ୍ତ୍ର ଏବଂ ଲୁହା ଜିନିଷ ଦାନ କରାଯାଏ । ଶନିବାର ପ୍ରାତଃକାଳରେ ଓସ୍ତଗଛ ମୂଳରେ ଜଳ ଦାନ କରାଯାଏ । ଏହିଦିନ କଳାଗାଈକୁ ରାଶିତେଲ ଓ ଅଟାର ମିଶ୍ରଣ ଖାଇବାକୁ ଦେଲେ ସୁଫଳ ମିଳିଥାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ବଉଳାଶୁଣୀ ଭଦ୍ରକ ଜିଲ୍ଲାର ଉପାସିତା ଜଣେ ଦେବୀ । ବଉଳାଶୁଣୀଙ୍କ ମନ୍ଦିର ଭଦ୍ରକ ଠାରୁ ୨୭ କିଲୋମିଟର ଦୂର ନିଳୋକ ଗ୍ରାମରେ ଅବସ୍ଥିତ । ବଉଳାଶୁଣୀ ମନ୍ଦିର ବେଢ଼ା ପ୍ରାୟ ୩୦ ବର୍ଷ ତଳେ ତିଆରି କରାଯାଇଥିଲା । ଏଠାରେ ଯଜ୍ଞମଣ୍ଡପଟି ପ୍ରାୟ ୨୦ ବର୍ଷ ତଳେ ତିଆରି ହୋଇଥିଲା । ପ୍ରତି ବର୍ଷ ମକର ସଂକ୍ରାନ୍ତିଠାରୁ ୩ ଦିନ ଧରି ଏଠାରେ ହୋମାଦି ହୋଇଥାଏ ଏବଂ ୧୫ ଦିନ ଧରି ମେଳା ବସେ । ମେଳା ସମୟରେ ବିଭିନ୍ନ ଯାତ୍ରା ଦଳ ଆସି ଯାତ୍ରା ପରିବେଷଣ କରିଥାନ୍ତି ।
ସକ୍ସାମେଥୋନିଅମ କ୍ଲୋରାଇଡ (ଇଂରାଜୀ ଭାଷାରେ Suxamethonium chloride, ଡାକ ନାମ ସକ୍ସାମେଥୋନିଅମ/suxamethonium ବା ସକସିନିଲ କୋଲିନ/ succinylcholine) ଏକ ଔଷଧ ଯାହା ଶାରୀରିକ ନିଶ୍ଚେତନ (general anesthesia) କରିବା ପୂର୍ବରୁ ସ୍ୱଳ୍ପକାଳୀନ ପାରାଲିସିସ (paralysis) ନିମନ୍ତେ ଦିଆଯାଏ ଓ ସେହି ସମୟ ମଧ୍ୟରେ ଟ୍ରାକିଆଲ ଇନଟ୍ୟୁବେସନ (tracheal intubation) ବା ଇଲେକ୍ଟ୍ରୋକନଭଲସିଭ ଥେରାପି (electroconvulsive therapy) ଦିଆଯାଏ । ଏହା ଶିରାଭ୍ୟନ୍ତରରେ (injection into a vein) ବା ମାଂସପେଶୀରେ (muscle) ଇଞ୍ଜେକସନ ଆକାରରେ ଦିଆଯାଏ । ଶିରାଭ୍ୟନ୍ତରରେ ଦେଲେ ୧ମିନିଟ ମଧ୍ୟରେ ଏହା କାର୍ଯ୍ୟକାରୀ ହୋଇ ପ୍ରାୟ ୧୦ ମିନିଟ ପର୍ଯ୍ୟନ୍ତ କାମ କରେ ।
କଳିଙ୍ଗ ଲିଟରାରି ଫେଷ୍ଟିଭାଲ ଏକ ସାହିତ୍ୟିକ ମହୋତ୍ସବ ଯାହା ୨ ବା ୩ ଦିନ ଧରି ପ୍ରତି ବର୍ଷ ଜୁନ ମାସରେ ଓଡ଼ିଶା ପ୍ରଦେଶର ଭୁବନେଶ୍ୱର ନଗରରେ ଅନୁଷ୍ଠିତ ହୁଏ । ଏହି ମଞ୍ଚରେ ଇଂରାଜୀ, ଭାରତୀୟ ଇଂରାଜୀ ଓ ଭାରତୀୟ ସାହିତ୍ୟମାନଙ୍କ ବାବଦରେ ଆଲୋଚନା ହୋଇଥାଏ । କଳିଙ୍ଗ ଲିଟରାରି ଫେସ୍ଟିଭାଲର ପ୍ରତିଷ୍ଠାତା ରଶ୍ମୀ ରଞ୍ଜନ ପରିଡ଼ା ଏହାର ସଂସ୍ଥାପକ । ଏହି କେଏଲଏଫ ସଂସ୍ଥା ଓଡିଶା ଡାଏରୀ ସମ୍ବାଦ ପୋର୍ଟାଲ ଓ ଓଡିଶା ଲିଭିଙ୍ଗ ଲିଜେଣ୍ଡ ସହିତ ଅନୁବନ୍ଧିତ । କମଳାକାନ୍ତ ଦାଶ ଏହାର ଜଣେ ସଂସ୍ଥାପକ ସଭ୍ୟ ଓ ଏହାର ମାର୍ଗଦର୍ଶକ । ପ୍ରାଚୀ ନାୟକ ଓ ଶୀତାଂଶୁ ମହାପାତ୍ର ଏହାର ଅନ୍ୟ ଦୁଇ ସଂସ୍ଥାପକ ସଭ୍ୟ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗ କୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ର ର ଗୋଷ୍ଠୀ କୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ ରେ ମିଳିତ ଜାତିସଂଘ ର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ ଟି ସଦସ୍ୟ ରାଷ୍ଟ୍ର କୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘ ରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘ ର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହର ର ମାନହାଟ୍ଟନ ଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନା ରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନ ଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶ ର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟ ରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦ ର ସମାଧାନ କରିବା ।
ମଦ ଏକ ପ୍ରକାର ନିଶା ଉଦ୍ରେକକାରୀ ପାନୀୟ । ବିଭିନ୍ନ ପ୍ରକାର ଦ୍ରବ୍ୟରୁ ମଦ ପ୍ରସ୍ତୁତ କରାଯାଏ । ପ୍ରତିଶବ୍ଦ - ମଦ୍ୟ, ମଦିରା, ସରାପ, ତାଡ଼ି । ଏ ସମସ୍ତ ଦେଶୀୟ ମଦରେ ଗଣାଯାଆନ୍ତି । ଏହା ଛଡ଼ା ବିଭିନ୍ନ ବିଲାତି ମଦ ବା ଭାରତ ବାହାରେ ତିଆରି ହେଉଥିବା ମଦ ମଧ୍ୟ ମିଳେ । ଇଂରାଜୀରେ ଏହା ବିଭରେଜ (Beverage) ବା ଜଳ ଅତିରିକ୍ତ ପାନୀୟ ଶ୍ରେଣୀରେ ଜଣାଶୁଣା । ଏହାକୁ ଇଂରାଜୀରେ ହାର୍ଡ ଡ୍ରିଙ୍କ ମଧ୍ୟ କୁହାଯାଏ, ଏହା ଭିନ୍ନ ଅନ୍ୟ ପାନୀୟମାନଙ୍କୁ ସଫ୍ଟ ଡ୍ରିଙ୍କ କୁହାଯାଏ ଓ ଏହି ସଫ୍ଟ ଡ୍ରିଙ୍କରେ ଆଲ୍କୋହୋଲ୍ ମଧ୍ୟ ସମୁଦାୟ ପରିମାଣର ୦.୫% ରୁ କମ ରଖାଯାଇଥାଏ । if the drink is to be considered non-alcoholic.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ହରିହର ମିଶ୍ର (ଜନ୍ମ: ୨୦ ଜାନୁଆରୀ ୧୯୪୦(1940-01-20)) ଏକାଧାରରେ ଜଣେ କବି, ଗାଳ୍ପିକ, ଅନୁବାଦକ ଓ ନାଟ୍ୟକାର । ସେ ୧୯୪୦ ମସିହା ଜାନୁଆରୀ ୨୦ତାରିଖରେ ପୁରୀର ମାର୍କଣ୍ଡେଶ୍ଵର ସାହିରେ ଜନ୍ମଗ୍ରହଣ କରିଥିଲେ । ଅଧ୍ୟାପନା ବୃତ୍ତିରେ ଥାଇ ସେ ସାହିତ୍ୟ ସର୍ଜନା ସହିତ ବେତାର ନାଟକରେ ଅଭିନୟ ମଧ୍ୟ କରିଛନ୍ତି । ୨୦୧୬ମସିହାରେ, ସେ ଓଡ଼ିଶା ସାହିତ୍ୟ ଏକାଡେମିର ୩୧ତମ ସଭାପତି ଭାବରେ ନିଯୁକ୍ତ ହୋଇଥିଲେ ।
ଉଇଲିୟମ୍ ହାର୍ବେ ଜଣେ ଜଣାଶୁଣା ଡ଼ାକ୍ତର ଥିଲେ ଏବଂ ଶରୀର ବିଜ୍ଞାନ ତାଙ୍କର ପ୍ରିୟ ବିଷୟ ଥିଲା । ଆମ ଶରୀରରେ ରକ୍ତପ୍ରବାହ ହୁଏ ବୋଲି ପ୍ରଥମେ ସେ ମତଦେଇଥିଲେ ଏବଂ ଏ ବାବଦରେ ଗବେଷଣା ମଧ୍ୟ କରିଥିଲେ । ତାଙ୍କର ଗବେଷଣାକୁ ସେ ସମୟର ରୁଢ଼ିବାଦୀ ସମାଜ ସହଜରେ ଗ୍ରହଣ କରିପାରିନଥିଲା । ତାଙ୍କୁ ପାଗଳ,ନାସ୍ତିକ ଏବଂ ମୂର୍ଖ ଡାକ୍ତର କହି ପ୍ରଚାର କରାଯାଉଥିଲା । ଖ୍ରୀଷ୍ଟିଆନ ଧର୍ମ ସମର୍ଥକ ତାଙ୍କ ବିରୋଧୀ ହୋଯାଇଥିଲେ କିନ୍ତୁ ହାର୍ବେ ଥିଲେ ସ୍ଥିତପ୍ରଜ୍ଞ । ଶେଷରେ ତାଙ୍କ ମୃତ୍ୟୁ ପରେ ତାଙ୍କ ନାମରେ ଇଁଲଣ୍ଡ ରେ ଏକ ଡ଼ାକ୍ତରଖାନା ନିର୍ମାଣ ହୋଇଥିଲା ଏବଂ ୪ ବର୍ଷପରେ ତାଙ୍କ ଥିଓରୀକୁ ରୁଢ଼ିବାଦୀ ସମାଜ ଦ୍ଵାରା ଗ୍ରହଣ କରାଯାଇଥିଲା ।
କାଶ: ( ଉଚ୍ଚାରଣ ଲାଟିନ ଭାଷାରେ ଟସିସ୍: tussis) ଏହା ଏକ ପୁନଃ ପୁନଃ ହେଉଥିବା ରିଫ୍ଲେକ୍ସ (Reflex) ଯାହା ଶ୍ଵାସ ନଳୀରେ ଥିବା ସ୍ରାବ, ବହିସ୍ଥ କଣିକା, ଉତ୍ତେଜକ ପଦାର୍ଥ ଓ [[]]ଜୀବାଣୁ ଇତ୍ୟାଦିଙ୍କୁ ବାହାର କରିବାରେ ସହାଯ୍ୟ କରେ । ଏହା ଏକ ତିନି ଥାକିଆ ପ୍ରଣାଳୀ: ପ୍ରଥମେ ପ୍ରଶ୍ଵାସ ନିଆଯାଏ (Inhalation), ତା ପରେ ଗ୍ଲଟିସ (Glottis) ବନ୍ଦଥାଇ ଚାପଯୁକ୍ତ ନିଶ୍ଵାସ ଛଡ଼ାଯାଏ ଓ ଗ୍ଲଟିସ ଖୋଲିବା ସହ ପ୍ରବଳ ବେଗରେ ସ୍ଵତନ୍ତ୍ର ଶବ୍ଦ ସହ ବାୟୁ ନିର୍ଗତ କରାଯାଏ । କାଶ ଇଚ୍ଛାକୃତ ବା ଅନିଚ୍ଛାକୃତ ହୋଇପାରେ । ବାରମ୍ଵାର କାଶିବାକୁ ଏକ ରୋଗର ଲକ୍ଷଣ ରୁପେ ବିବେଚନା କରାଯାଏ । ଅନେକ ଜୀବାଣୁ ଓ ଭୁତାଣୁ କାଶଦ୍ଵାରା ରୋଗ ବ୍ୟାପିବାରେ ସାହାଯ୍ୟ କରନ୍ତି ଓ ଅନ୍ୟ ସୁସ୍ଥ ଲୋକ ସଂକ୍ରମିତ ହୁଅନ୍ତି । ଅଧିକାଂଶ ସମୟରେ ଶ୍ଵାସନଳୀ ସଂକ୍ରମଣଦ୍ଵାରା କାଶ ହୁଏ କିନ୍ତୁ ଧୁଆଁ, ବାୟୁ ଅପମିଶ୍ରଣ, ଆଜ୍ମା, କ୍ରନିକ ବ୍ରୋଙ୍କାଇଟିସ୍, ଫୁସ୍ଫୁସ୍ ଅର୍ବୁଦ (Tumour), ହୃଦ୍ଘାତ, ଗ୍ୟାସ୍ଟ୍ରୋଏସୋଫେଜିଆଲ୍ ରିଫ୍ଲକ୍ସ ରୋଗ ( gastroesophageal reflux disease) ଓ ଏ.ସି.ଇ.
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଲିଓନ ହେଉଛି ଏକ ପ୍ରାଚୀନ ତଥା ଐତିହାସିକ ସହର।ପୂର୍ବ କେନ୍ଦ୍ରୀୟ ଫ୍ରାନ୍ସର ରୋନ-ଆଲପସ ଅଞ୍ଚଳ ଅନ୍ତର୍ଗତ ପ୍ୟାରିସ ଓ ମର୍ଶାଇଲ ମଧ୍ୟରେ ଏହା ଅବସ୍ତିତ।ପ୍ୟାରିସଠାରୁ ଏହାର ଦୂରତା ୪୭୦କିମି ଓ ମର୍ଶାଇଲ ଠାରୁ ୩୨୦କି.ମି। ଲିଓନ ହେଉଛି ରୋନ୍ ଅଞ୍ଚଳ ତଥା ରୋନ୍ ଅଞ୍ଚଳର ରାଜଧାନୀ ।ଅଷ୍ଟାଦଶ ଓ ଊନ୍ନବିଂଶ ଶତାବ୍ଦୀରେ ଏଠାରେ ଆଧୁନିକ ସହରର ମୂଳଦୁଆ ପଡ଼ିଥିଲା।ପରେ ଲୋକସଂଖ୍ୟା ବୃଦ୍ଧି ଓ ସହରର ବିକାଶ ଘଟି ତାହା ଫ୍ରାନ୍ସର ଦ୍ଵିତୀୟ ସର୍ବ ବୃହତ ସହରର ମାନ୍ୟତା ଲାଭ ପାଇଥିଲା।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣ ଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ" ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳ ର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣ କୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।