ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଗାୟନ ଏପରି ଏକ କ୍ରିୟା ଅଟେ ଯାହା ଦ୍ୱାରା ମାନବର ସ୍ୱର ର ସହାୟତାରେ ସଙ୍ଗୀତ ଧ୍ୱନି ଉତ୍ପନ କରାଯାଇଥାଏ ଏବଂ ସାମାନ୍ୟ କଥା ବାର୍ତ୍ତାକୁ ରାଗ ଏବଂ ତାଳ ଦୁହିଁଙ୍କ ପ୍ରୟୋଗରେ ବଢିଥାଏ । ଯେଉଁ ବ୍ୟକ୍ତି ଗାଇଥାଏ ତାଙ୍କୁ ଗାୟକ କିମ୍ବା ସଙ୍ଗୀତକାର କୁହାଯାଇଥାଏ । ଗାୟନ ସର୍ବଦା ଅନ୍ୟ ସଙ୍ଗୀତକାର ମାନଙ୍କ ସମୂହରେ କରାଯାଇଥାଏ , ଯେପରି ଭିନ୍ନ ଭିନ୍ନ ପ୍ରକାର ସ୍ୱର ଥିବା ବହୁ ଗାୟକ ମାନଙ୍କ ସହିତ କିମ୍ବା ବିଭିନ୍ନ ପ୍ରକାର ବାଦ୍ୟ ଯନ୍ତ୍ର ବାଯାଉଥିବା କଳାକାର ମାନଙ୍କ ସହିତ । ସମସ୍ତ ପ୍ରକାରର ବ୍ୟକ୍ତି, ଯିଏ କଥା କହିପାରେ ସେ ମଧ୍ୟ ଗୀତ ଗାଇପାରେ । କାରଣ ଗାୟନ କଥା କହିବାର ଏକ ପରିସ୍କୃତ ରୂପ ଅଟେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହା ଦ୍ଵାରା ଇଣ୍ଟରନେଟ ରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ ର ସାହାଯ୍ୟ ନିଆଯାଇଥାଏ । ଏହା ଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀ କୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତ ରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମ ରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସ୍ଟ୍ରୋକ (ଇଂରାଜୀରେ ସ୍ଟ୍ରୋକ ବା ସେରେବ୍ରୋଭାସ୍କୁଲାର ଆକ୍ସିଡେଣ୍ଟ ସଂକ୍ଷେପରେ ସିଭିଏ, ବା ସେରେବ୍ରୋଭାସ୍କୁଲାର ଇନସଲଟ ସଂକ୍ଷେପରେ ସିଭିଆଇ ବା ବ୍ରେନ ଆଟାକ ଯଥାକ୍ରମେ Stroke, also known as cerebrovascular accident (CVA), cerebrovascular insult (CVI), or brain attack), ରୋଗ ହୁଏ ଯେତେବେଳେ ମସ୍ତିଷ୍କକୁ କ୍ଷୀଣ ରକ୍ତ ସରବରାହ ହୋଇ ତାହାର ଜୀବକୋଷ ନଷ୍ଟ ହୋଇଯାଏ । ସାଧାରଣତଃ ଦୁଇ ପ୍ରକାର ସ୍ଟ୍ରୋକ ହୁଏ ଯଥା ରକ୍ତସଞ୍ଚାଳନ ବିହୀନ ସ୍ଟ୍ରୋକ (ଇସ୍କେମିକ ସ୍ଟ୍ରୋକ) ଓ (ହେମୋରେଜିକ ସ୍ଟ୍ରୋକ) (ରକ୍ତସ୍ରାବ ସ୍ଟ୍ରୋକ) । ରକ୍ତ ସରବରାହ କମିଯିବା ଫଳରେ ମସ୍ତିଷ୍କର କାର୍ଯ୍ୟକାରୀତା ସଠିକ ଭାବରେ ସମ୍ପାଦିତ ହୁଏନାହିଁ । ଏହି ରୋଗର ଚିହ୍ନ ଓ ଲକ୍ଷଣ: ଶରୀରର ଗୋଟିଏ ପାଖର ପକ୍ଷାଘାତ କିମ୍ବା ଏକପାଖିଆ ଦୁର୍ବଳତା, ବୁଝିବା ଅକ୍ଷମତା, କଥା କହିବା ଅକ୍ଷମତା, ଭର୍ଟିଗୋ କିମ୍ବା ଦୃଶ୍ୟର ଗୋଟିଏ ପାଖ ଅନ୍ଧତ୍ୱ । ଅଧିକାଂଶ ସମୟରେ ସ୍ଟ୍ରୋକ ହେବା ସଙ୍ଗେ ସଙ୍ଗେ ଚିହ୍ନ ଓ ଲକ୍ଷଣ ପ୍ରକାଶ ପାଏ । ଏକ ବା ଦୁଇ ଘଣ୍ଟାରୁ କମ ସମୟ ଲକ୍ଷଣ ରହିଲେ ତାହାକୁ ଟ୍ରାଞ୍ଜିଏଣ୍ଟ ଇସକେମିକ ଆଟାକ (ଟିଟିଏ) ବା କ୍ଷଣସ୍ଥାୟୀ ରକ୍ତାଭାବ ଆକ୍ରମଣ କୁହାଯାଏ । ରକ୍ତସ୍ରାବ ସ୍ଟ୍ରୋକ ହେଲେ ଅତ୍ୟଧିକ ମୁଣ୍ଡବଥା ହୋଇଥାଏ । ସ୍ଟ୍ରୋକ ରୋଗ ଲକ୍ଷଣ ସ୍ଥାୟୀ ହୋଇପାରେ । ଦୀର୍ଘସ୍ଥାୟୀ ଜଟୀଳତା ମଧ୍ୟରେ ନିମୋନିଆ କିମ୍ବା ପରିସ୍ରା ନିୟନ୍ତ୍ରଣ ଅକ୍ଷମତା ଉଲ୍ଲେଖଯୋଗ୍ୟ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ. ସ୍କାନ କରି ରୋଗ ନିର୍ଣ୍ଣୟ କରାଯାଏ । ଅନ୍ୟାନ୍ୟ ପରୀକ୍ଷା ମଧ୍ୟରେ ଇଲେକ୍ଟ୍ରୋକାର୍ଡ଼ିଓଗ୍ରାମ (ଇସିଜି) ଓ ରକ୍ତ ପରୀକ୍ଷା କରି ସଙ୍କଟାବସ୍ଥା ଓ ଅନ୍ୟାନ୍ୟ ସମ୍ଭାବ୍ୟ ରୋଗ ନିରୂପଣ କରାଯାଏ । ନିମ୍ନ ରକ୍ତଶର୍କରା ଥିଲେ ସମାନ ଲକ୍ଷଣ ଦେଖାଯାଇପାରେ । ସଙ୍କଟଦାୟୀ ଅବସ୍ଥା ନିମନ୍ତେ ପ୍ରତିକାର ଆବଶ୍ୟକ ଯେପରିକି ଆସ୍ପିରିନ ଓ ସ୍ଟାଟିନ ବ୍ୟବହାର ଉପରେ ଅଙ୍କୁଶ; ମସ୍ତିଷ୍କର ରକ୍ରନଳୀ ସଙ୍କୋଚନ ହୋଇଥିଲେ ମସ୍ତିଷ୍କରେ ଅପରେଶନ କରି କ୍ୟାରୋଟିଡ ସଙ୍କୋଚନ ଦୂର କରାଯାଏ; ଆଟ୍ରିଆଲ ଫିବ୍ରିଲେସନ ଥିଲେ ୱାରଫାରିନ ନିୟନ୍ତ୍ରଣ କରିବା ଆବଶ୍ୟକ । ସ୍ଟ୍ରୋକ ରୋଗ ନିମନ୍ତେ ଆଶୁଚିକିତ୍ସା ଆବଶ୍ୟକ ହୁଏ । ଇସ୍କେମିକ ସ୍ଟ୍ରୋକ ରୋଗ ୩ ରୁ ୪ଘଣ୍ଟା ମଧ୍ୟରେ ଜଣାପଡ଼ିଲେ ଜମାଟ ରକ୍ତ ଭାଙ୍ଗିବା ନିମନ୍ତେ ଔଷଧ ଦେଇ ଚିକିତ୍ସା କରାଯାଏ । ଏଥିରେ ଆସ୍ପିରିନ ବ୍ୟବହାର କରାଯାଏ । ଅପରେଶନ କରି କେତେକ ରକ୍ରସ୍ରାବ ସ୍ଟ୍ରୋକରେ ଉପକାର ମିଳେ । ନଷ୍ଟ କାର୍ଯ୍ୟକ୍ଷମତାକୁ ପୁନରୁଦ୍ଧାର ନିମନ୍ତେ ସ୍ୱତନ୍ତ୍ର ସ୍ଟ୍ରୋକ ୟୁନିଟ ଆବଶ୍ୟକ ଯାହା ପୃଥିବୀର ସବୁ ସ୍ଥାନରେ ଉପଲବ୍ଧ ହୁଏ ନାହିଁ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ.
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ମିଶ୍ରଧାତୁ (ଇଂରାଜୀ: Alloy; ଆଲଏ') ହେଉଛି ଏକ ବା ଏକାଧିକ ମୌଳିକମାନଙ୍କର ଏକ ମିଶ୍ରଣ ବା କଠିନ ଧାତବ ଦ୍ରବଣ । ଏକ ମିଶ୍ରଧାତୁ ନିମ୍ନୋକ୍ତ ମଧ୍ୟରୁ କୌଣସି ଗୋଟିଏ (କିମ୍ବା ଅଧିକ) ହୋଇଥାଇପାରେ: ମୌଳିକ ଗୁଡ଼ିକର ଏକ କଠିନ ଦ୍ରବଣ (ଗୋଟିଏ ଅବସ୍ଥା), ଧାତବ ଦ୍ରବଣ ଗୁଡ଼ିକର ମିଶ୍ରଣ (ଦୁଇ କିମ୍ବା ତତୋଽଧିକ ଅବସ୍ଥା) ଓ ଅର୍ଦ୍ଧ-ଧାତବ ଦ୍ରବଣର ଯୌଗିକ (ଅବସ୍ଥା ମଧ୍ୟରେ କୌଣସି ସ୍ଵତନ୍ତ୍ର ସୀମା ନଥାଏ) ।
ପରମେଥ୍ରିନ (ଇଂରାଜୀ ଭାଷାରେ Permethrin, ବିକ୍ରୟ ନାମ ନିକ୍ସ/Nix) ଏକ ଔଷଧ ଓ କୀଟମାରୀ (insecticide) ଔଷଧ ଭାବରେ ଏହା କାଛୁ (scabies) ଓ ଉକୁଣୀ (lice) ମାରିବାକୁ ବ୍ୟବହାର କରାଯାଏ । କ୍ରିମ ବା ମଲମ ଆକାରରେ ଏହା ଚର୍ମରେ ଲଗାଯାଏ । କୀଟମାରୀ ଭାବରେ ଏହାକୁ ଲୁଗାରେ ଓ ମଶାରୀରେ (mosquito nets) ସ୍ପ୍ରେ କଲେ କୀଟ ତାହା ସଂସ୍ପର୍ଶରେ ଆସିଲେ ମରିଯାଆନ୍ତି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଡୋନାଲ୍ଡ ଟ୍ରମ୍ପ ଯୁକ୍ତରାଷ୍ଟ୍ର ଆମେରିକାର ୪୫ତମ ରାଷ୍ଟ୍ରପତି ଭାବରେ ୨୦-୧-୨୦୧୭ରୁ ଚାରି ବର୍ଷ ନିମଂତେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଆମେରିକାର ରିପବ୍ଲିକାନ ରାଜନୈତିକ ଦଳ ତରଫରୁ ୨୦୧୬ ନଭେମ୍ବର ରାଷ୍ଟ୍ରପତି ନିର୍ବାଚନ ଲଢି ସେ ହରାଇଥିଲେ ଡେମୋକ୍ରାଟ ଦଳର ହିଲାରି କ୍ଲିଣ୍ଟନଙ୍କୁ । ଟ୍ରମ୍ପ ଅର୍ଗାନାଇଜେସନ୍ର ଚେୟାରମ୍ୟାନ୍ ହେଉଛନ୍ତି ଟ୍ରମ୍ପ । 2014ରେ ଯେଉଁ କମ୍ପାନିର ରାଜସ୍ବ ଥିଲା 9.5 ୟୁଏସ୍ ବିଲିୟନ୍ ଡଲାର । ସେ ବର୍ତ୍ତମାନ 3.7 ବିଲିୟନ୍ ଡଲାର ମାଲିକ । ତାଙ୍କର ଟ୍ରମ୍ପ ଟାଓ୍ବାର ପେଣ୍ଟ ହାଉସ୍ର ମୂଲ୍ୟ ହେଉଛି ଶହେ ମିଳିୟନ୍ ଡଲାର । ଏହାଛଡ଼ା ତାଙ୍କର ରହିଛି ନ୍ୟୁୟର୍କରେ ଏକ ବିରାଟ ମ୍ୟାନସନ୍ । ଟ୍ରମ୍ପଙ୍କ ଗୋଲ୍ଡ ପ୍ଲେଟେଡ୍ ମୋଟର ସାଇକେଲ , 3ଟି ସିକୋରିସ୍କାଏ ହେଲିକପ୍ଟର ଓ ଏକ ବୋଇଂ 757 ରହିଛି । ଏହା ବାଦ ତାଙ୍କ ପାଖରେ ରହିଛି ପ୍ରାୟ 23 ମିଲିଅନ୍ ଡଲାରର ଜେଟ୍ ବିମାନ । ସେ ବର୍ତ୍ତମାନ ଆମେରିକାର 113 ତମ ଓ ବିଶ୍ବର 324ତମ ଧନୀ ବ୍ୟକ୍ତି [୧] ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ" ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳ ର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣ କୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଯନ୍ତର ମନ୍ତର ଏକ ସୂର୍ଯ୍ୟ ଘଣ୍ଟା ଯାହା ଯହିଁ ରେ ଏକ ବିଶାଳ ତ୍ରିକୋନୀୟ ସ୍ତମ୍ଭ ସହ ଏକ ଗୋଳାକୃତି ଚଟାଣ ସଂଯୁକ୍ତ ହେଇଥାଏ । ଏହି ସ୍ତମ୍ଭ equator ସହ ସମାନ୍ତରାଳ ଭାବେ ଥିବା ବେଳେ ଗୋଲାକାର ଚଟାଣ ପୃଥିବୀ ସହ ସମାନ୍ତରାଳ ଥାଏ । ଏହା ସାହାଜ୍ଯ ରେ ଦିନ ବେଳା ସୂର୍ଯ୍ୟ ର ସ୍ଥିତି ଅନୁସାରେ ସମୟ ଜଣାପଡେ । ଏହା ଏପରି ଗଣନା ସହ ନିର୍ମିତ ହେଇଥାଏ ଯେ ଏଥିରେ ଅଧ ସେକେଣ୍ଡ ଯାଏ ସଠିକତା ର ସହ ସମୟ ଜଣାପଡେ । ଭାରତ ରେ ଏହିପାରେ ପାଞ୍ଚ ଟି ଯନ୍ତର ମନ୍ତର ସ୍ଥାପିତ ହେଇଛି । ଜୟପୁର ସ୍ଥିତ ଯନ୍ତର ମନ୍ତର ସେସବୁ ମଧ୍ୟ ରୁ ସର୍ବ ବୃହତ ଓ ଏହା ପୃଥିବୀ ର ବୃହତ୍ତମ ପ୍ରସ୍ତର ନିର୍ମିତ ସୂର୍ଯ୍ୟ ଘଣ୍ଟା । . ବୃହତ ସମ୍ରାଟ ଜନ୍ତ୍ର ଏକ ସୂର୍ଯ୍ୟ ଘଣ୍ଟା ଯିଏ 2 ସେକେଣ୍ଡ ର ସଠିକତା ସହ ସମୟ ଦେଖାଇ ପାରେ ।.
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
ଗ୍ଲକୋମା ଏକ ଚକ୍ଷୁ ଦଳୀୟ ରୋଗର ନାମ ଯାହା ଦୃଷ୍ଟି ସ୍ନାୟୁ ନଷ୍ଟ ହେବା ଯୋଗୁ ହୁଏ ଓ ଦୃଷ୍ଟି ହାନୀ ହୁଏ । ଏଥି ମଧ୍ୟରୁ ଓପନ୍ ଆଙ୍ଗ୍ଲ ଗ୍ଲକୋମା ଅଧିକ ଦେଖାଯାଏ ଓ ତାହାଠାରୁ କମ୍ କ୍ଲୋଜ୍ଡ୍ ଆଙ୍ଗ୍ଲ ଗ୍ଲକୋମା ଓ ନର୍ମାଲ ଟେନ୍ସନ୍ ଗ୍ଲକୋମା ରୋଗ ଦେଖାଯାଏ । ଓପନ୍ ଆଙ୍ଗ୍ଲ ଗ୍ଲକୋମା ସମୟ କ୍ରମେ ଧୀରେ ଧୀରେ ବଢ଼େ ଓ ଯନ୍ତ୍ରଣା ହୁଏ ନାହିଁ । ପ୍ରଥମେ ପାର୍ଶ୍ୱ ଦୃଷ୍ଟି ହାନୀ ହୁଏ ଓ ପରେ କେନ୍ଦ୍ରୀୟ ଦୃଷ୍ଟି ହାନୀ ହୋଇ ଅନ୍ଧତ୍ୱ ହୁଏ । କ୍ଲୋଜ୍ଡ୍ ଆଙ୍ଗ୍ଲ ଗ୍ଲକୋମା ଧୀରେ ବା ହଠାତ୍ ହୋଇପାରେ । ହଠାତ୍ ଆରମ୍ଭ ହେଲେ ସାଂଘାତିକ ଚକ୍ଷୁ ଯନ୍ତ୍ରଣା ହୁଏ, ଅସ୍ପଷ୍ଟ ଦୃଷ୍ଟି, ମଧ୍ୟମ-ସ୍ଫୀତ ପୁତ୍ତଳୀ, ଲାଲ ଆଖି ଓ ଅଇ ହୁଏ । ଏହି ରୋଗ ଯୋଗୁ ଦୃଷ୍ଟ ହାନୀ ହେଲେ ସ୍ଥାୟି ହୋଇଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।